Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 6

ପ୍ରଧାନ ବାଦ୍ୟକର ଉଦ୍ଦେଶ୍ୟରେ ତାରଯୁକ୍ତ ଯନ୍ତ୍ରରେ ଶିମିନୀତ ସ୍ୱରରେ ଦାଉଦଙ୍କର ଗୀତ।

ହେ ସଦାପ୍ରଭୁ, ତୁମ୍ଭେ କ୍ରୋଧିତ ହୋଇ ମୋତେ ଦଣ୍ଡିତ କର ନାହିଁ।
    ତୁମ୍ଭେ ବିରକ୍ତ ହୋଇ ମୋତେ ଦଣ୍ଡ ଦିଅ ନାହିଁ।
ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର।
    ମୁଁ ରୁ‌‌ଗ୍‌‌ଣ ଓ ଦୁର୍ବଳ।
ମୋତେ ସୁସ୍ଥ କର
    କାରଣ ମୋର ଅସ୍ଥିସବୁ କମ୍ପିତ ହେଉଅଛି।
    ମୋର ସମଗ୍ର ଶରୀର କମ୍ପୁଅଛି।
ହେ ସଦାପ୍ରଭୁ, ଆଉ କେତେ କାଳ ପରେ ତୁମ୍ଭେ ମୋତେ ସୁସ୍ଥ କରିବ।
ହେ ସଦାପ୍ରଭୁ, ତୁମ୍ଭେ ଫେରି ଆସ ଓ ମୋତେ ପୁନର୍ବାର ଅଧିକ ବଳଶାଳୀ କର।
    ତୁମ୍ଭେ ଅତ୍ୟନ୍ତ କରୁଣାରେ ମୋତେ ଉଦ୍ଧାର କର।
ମୃତ ଲୋକମାନେ ତୁମ୍ଭକୁ ସେମାନଙ୍କର କବରରେ କେବେ ମନେ ପକାନ୍ତି ନାହିଁ।
    ମୃତମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ।
    ସେଥିପାଇଁ ମୋତେ ରକ୍ଷା କର।

ହେ ସଦାପ୍ରଭୁ,
    ସାରା ରାତି ମୁଁ ତୁମ୍ଭକୁ ପ୍ରାର୍ଥନା କଲି।
ମୋର ବିଛଣା ମୋର ଲୁହରେ ଭିଜିଗଲା।
    ମୁଁ ଅତି ଦୁର୍ବଳ ତୁମ୍ଭକୁ କାକୁତ୍ତି କରି ଜଣାଉଛି।
ମୋର ଶତ୍ରୁମାନେ ମୋତେ ବହୁତ ଦୁଃଖ ଦେଇଛନ୍ତି, ଯାହାକି ମୋତେ ବହୁତ ଦୁଃଖୀ କରିଛି।
    ବର୍ତ୍ତମାନ ମୋର ଚକ୍ଷୁଦ୍ୱୟ ବହୁତ କ୍ରନ୍ଦନ କରିଥିବା ଯୋଗୁଁ କ୍ଷୀଣ।

ହେ ଅଧର୍ମୀ ଲୋକସବୁ, ମୋ’ ନିକଟରୁ ଦୂର ହୋଇଯାଅ।
    କାରଣ ସଦାପ୍ରଭୁ ମୋର କ୍ରନ୍ଦନ ଶୁଣିଛନ୍ତି।
ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣିଛନ୍ତି।
ସଦାପ୍ରଭୁ ମୋର ପ୍ରାର୍ଥନାକୁ ଗ୍ରହଣ କରିଛନ୍ତି ଓ ମୋର ପ୍ରାର୍ଥନାର ଉତ୍ତର ମଧ୍ୟ ଦେଇଛନ୍ତି।

10 ମୋର ସମସ୍ତ ଶତ୍ରୁମାନେ ଲଜ୍ଜିତ ଓ ବ୍ୟାକୁଳ ହେବେ।
    ଓ ସେମାନେ ସମସ୍ତେ ଲଜ୍ଜିତ ହୋଇ ଏ ସ୍ଥାନ ପରିତ୍ୟାଗ କରିବେ।

ରାଜାବଳୀର ଦ୍ୱିତୀୟ ପୁସ୍ତକ 6:1-7

ଇଲୀଶାୟ ଓ କୁହ୍ରାଡ଼ି ଲୁହା

ଅନନ୍ତର ଭବିଷ୍ୟ‌ଦ୍‌ବକ୍ତାଙ୍କ ସନ୍ତାନମାନେ ଇଲୀଶାୟଙ୍କୁ କହିଲେ, “ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ଯେଉଁ ସ୍ଥାନରେ ବାସ କରୁଛୁ, ତାହା ଆମ୍ଭମାନଙ୍କ ପାଇଁ ଅତ୍ୟନ୍ତ ସଂକୀର୍ଣ୍ଣ। ଆମ୍ଭେମାନେ ବିନୟ କରି କହୁଅଛୁ, ଆମ୍ଭେମାନେ ଯର୍ଦ୍ଦନ ନଦୀ କୂଳକୁ ଯାଇ ପ୍ରତ୍ୟେକ ଜଣ ଗୋଟିଏ ଗୋଟିଏ କଡ଼ିକାଠ ଆଣି ନିଜ ନିଜ ବସତି ପାଇଁ ଗୋଟିଏ ସ୍ଥାନ ନିର୍ମାଣ କରୁ।”

ଇଲୀଶାୟ ଉତ୍ତର ଦେଲେ, “ଏହା ଉତ୍ତମ, ଯାଇ ତାହା କର।”

ତନ୍ମଧ୍ୟରୁ ଜଣେ କହିଲା, “ବିନୟ କରୁଛି, ଆପଣ ଆମ୍ଭ ସହିତ ଆସନ୍ତୁ।”

ଇଲୀଶାୟ କହିଲେ, “ଭଲ କଥା, ମୁଁ ତୁମ୍ଭମାନଙ୍କ ସହିତ ଯିବି।”

ତହୁଁ ଇଲୀଶାୟ ସେମାନଙ୍କ ସହିତ ଯର୍ଦ୍ଦନ ନଦୀକୁ ଗଲେ। ସେମାନେ କାଠ କାଟିବା ଆରମ୍ଭ କଲେ। ମାତ୍ର ଜଣେ କଡ଼ିକାଠ କାଟୁ କାଟୁ କୁହ୍ରାଡ଼ିଟିର ଲୁହା ବେଣ୍ଟରୁ ଖସି ପାଣିରେ ପଡ଼ିଗଲା। ଲୋକଟି ସଙ୍ଗେ ସଙ୍ଗେ ଚିତ୍କାର କରି କହିଲା, “ହାୟ, ମୋର ପ୍ରଭୁ, ମୁଁ କୁହ୍ରାଡ଼ିକୁ ମାଗି ଆଣିଥିଲି।”

ପରମେଶ୍ୱରଙ୍କ ଲୋକ କହିଲେ, “କେଉଁ ସ୍ଥାନରେ ତାହା ପଡ଼ିଲା?”

ଲୋକଟି ସ୍ଥାନଟିକୁ ଚିହ୍ନଟ କଲେ। ତା’ପରେ ଇଲୀଶାୟ ଖଣ୍ଡେ କାଠ ପାଣି ଭିତରକୁ ପକାଇଲେ, କାଠ ଲୁହା କୁହ୍ରାଡ଼ିକୁ ଧରି ଭାସିଲା। ତା’ପରେ ସେ କହିଲେ, “ତାହା ଉଠାଇ ନିଅ।” ତା’ପରେ ସେ ହାତ ବଢ଼ାଇ ତାହା ନେଲା।

ଲୂକ ଲିଖିତ ସୁସମାଗ୍ଭର 10:13-16

ଅବିଶ୍ୱାସୀମାନଙ୍କୁ ଯୀଶୁଙ୍କ ଚେତାବନୀ(A)

13 “ହାୟ କୋରାଜୀନ୍! ହାୟ ବେ‌ଥ୍‌ସାଇଦା! [a] ତୁମ୍ଭମାନଙ୍କ ମଧ୍ୟରେ ମୁଁ ଅନେକ ଆଶ୍ଚର୍ଯ୍ୟକର୍ମ ଦେଖାଇଛି। ଯଦି ଏଗୁଡ଼ିକ ସୋର ଓ ସୀଦୋନରେ ଲୋକମାନଙ୍କୁ କରା ଯାଇଥା’ନ୍ତା, ତେବେ କେବେଠାରୁ ସେମାନେ ନିଜର ହୃଦୟ ପରିବର୍ତ୍ତନ କରି ସାରିଥାଆନ୍ତେ ଓ ପାପ କରିବା ଛାଡ଼ି ଦେଇଥାଆନ୍ତେ। ସେମାନେ ନିଜ ନିଜ ପାପ ପାଇଁ ଅନୁତାପ କରିଥିବା କଥା ଦେଖାଇବା ପାଇଁ ତା’ର ପ୍ରତୀକ ସ୍ୱରୁପ ଅଖାରେ ତିଆରି ଶୋକବସ୍ତ୍ର ଧାରଣ କରିଥାଆନ୍ତେ ଓ ମୁଣ୍ଡରେ ପାଉଁଶ ବୋଳି ହୋଇଥାଆନ୍ତେ। 14 ବିଗ୍ଭର ଦିନ ତୁମ୍ଭମାନଙ୍କ ଦଶା ସୋର ଓ ସୀଦୋନର ଲୋକମାନଙ୍କ ଦଶା ଅପେକ୍ଷା ଅଧିକ ଖରାପ ହେବ। 15 ଏବଂ ହେ କଫର୍ନାହୂମ! ତୁମ୍ଭକୁ କ’ଣ ସ୍ୱର୍ଗ ଯେତେ ଉଚ୍ଚ, ସେତେ ଉଚ୍ଚକୁ ଉଠାଯିବ? ନା, ତୁମ୍ଭକୁ ନର୍କ ଯେତେ ନୀଚ୍ଚ ସେହିପରି ନୀଚ୍ଚ ସ୍ଥାନକୁ ଅଣାଯିବ।

16 “ଯେତେବେଳେ କୌଣସି ଲୋକ ତୁମ୍ଭମାନଙ୍କ କଥା ଶୁଣେ, ସେ ପ୍ରକୃତରେ ମୋ’ କଥା ଶୁଣେ। ଯେତେବେଳେ ଜଣେ ତୁମ୍ଭମାନଙ୍କୁ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତରେ ମୋତେ ଗ୍ରହଣ କରିବାକୁ ମନା କରିଦିଏ ଏବଂ ଯେତେବେଳେ ଜଣେ ମୋତେ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତରେ ମୋତେ ପଠାଇଥିବା ପରମେଶ୍ୱରଙ୍କୁ ଗ୍ରହଣ କରିବାକୁ ମନା କରିଦିଏ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center