Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 82

ଆସଫର ଗୀତ।

82 ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଛିଡ଼ା ହୁଅନ୍ତି।
    ସେ ବିଗ୍ଭରକର୍ତ୍ତାମାନଙ୍କ ମଧ୍ୟରେ ବିଗ୍ଭର କରନ୍ତି।
ପରମେଶ୍ୱର କହନ୍ତି, “ତୁମ୍ଭେମାନେ କେତେକାଳ ପର୍ଯ୍ୟନ୍ତ ଅନ୍ୟାୟ ବିଗ୍ଭର କରିବ?
    ତୁମ୍ଭେ କେତେକାଳ ପର୍ଯ୍ୟନ୍ତ ଦୁଷ୍ଟ ଲୋକମାନଙ୍କୁ ବିନା ଦଣ୍ଡରେ ମୁକ୍ତି କରିବ?”

“ଅନାଥ ଓ ଗରିବ ଲୋକମାନଙ୍କୁ ରକ୍ଷା କର।
    ଅତ୍ୟାଗ୍ଭରିତ ଓ ଗରିବ ଲୋକମାନଙ୍କର ପ୍ରତି ନ୍ୟାୟ ବ୍ୟବହାର କର।
ଗରିବ ଓ ଦୀନହୀନମାନଙ୍କୁ ରକ୍ଷା କର।
    ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ରକ୍ଷା କର।

“ଯାହାସବୁ ଘଟୁଛି ସେମାନେ ଜାଣନ୍ତି ନାହିଁ
    କିଅବା ବୁଝନ୍ତି ନାହିଁ।
ସେମାନେ ଅନ୍ଧାରରେ ଝୁଣ୍ଟି ପଡ଼ନ୍ତି।
    ସେମାନଙ୍କର ପୃଥିବୀ ସେମାନଙ୍କର ଚତୁର୍ପାର୍ଶ୍ୱରେ ତଳକୁ ପଡ଼ୁଛି।”
ମୁଁ (ପରମେଶ୍ୱର) କହିଲି,
    “ତୁମ୍ଭେମାନେ ଈଶ୍ୱରଗଣ ଓ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସନ୍ତାନ।
ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ।
    ତୁମ୍ଭେ ରାଜକୁମାର ପରି ମୃତ୍ୟୁବରଣ କରିବ।”

ହେ ପରମେଶ୍ୱର, ଉଠ! ପୃଥିବୀର ବିଗ୍ଭର କର!
    ସମସ୍ତ ଜାତିଗଣ ତୁମ୍ଭର ଅଟେ।

ଆମୋଷ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 2:12-3:8

12 “କିନ୍ତୁ ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ସେବନ କରାଇଲ। ତୁମ୍ଭ ସେହି ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର ନ କରିବାକୁ କହିଲ। 13 ତୁମ୍ଭେମାନେ ଆମ୍ଭ ପାଇଁ ଭୟଙ୍କର ଗ୍ଭପ ସଦୃଶ। ଆମ୍ଭେ ତୁମ୍ଭକୁ ତଳକୁ ଗ୍ଭପ ଦେବା। ଆମ୍ଭେ ତୁମ୍ଭକୁ ନଡ଼ାରେ ବୋଝେଇ ଶଗଡ଼ ପରି ବଙ୍କା କରିଦେବା। 14 କୌଣସି ଲୋକ ରକ୍ଷା ପାଇବ ନାହିଁ, ଏପରିକି ଦ୍ରୁତତମ ଦୌଡ଼ାଳି ମଧ୍ୟ ରକ୍ଷା ପାଇବ ନାହିଁ। ଶକ୍ତିଶାଳୀ ଲୋକର ମଧ୍ୟ ବଳ ନ ଥିବ। ସୈନ୍ୟମାନେ ନିଜକୁ ରକ୍ଷା କରି ପାରିବେ ନାହିଁ। 15 ଧନୁର୍ଦ୍ଧାରୀମାନେ ମଧ୍ୟ ଆପଣାକୁ ରକ୍ଷା କରି ପାରିବେ ନାହିଁ। ଦ୍ରୁତତମ ଦୌଡ଼ାଳି ମଧ୍ୟ ଆପଣାକୁ ରକ୍ଷା କରି ପାରିବେ ନାହିଁ। ଅଶ୍ୱାରୋହୀମାନେ ନିଜ ନିଜକୁ ରକ୍ଷା କରି ପାରିବେ ନାହିଁ। 16 ସେହି ସମୟରେ ସାହସୀ ସୈନ୍ୟମାନେ ଉଲଗ୍ନ ଦୌଡ଼ି ପଳାଇବେ।” ସଦାପ୍ରଭୁ ଏହି କଥା କହନ୍ତି।

ଇସ୍ରାଏଲକୁ ସତର୍କ ଘଣ୍ଟି

ହେ ଇସ୍ରାଏଲର ଲୋକମାନେ, ଏହି ବାର୍ତ୍ତା ଶୁଣ। ଇସ୍ରାଏଲ ବିଷୟରେ ସଦାପ୍ରଭୁ ଏହି କଥା କହିଲେ। ମିଶରରୁ ଅଣାଇଥିବା ସମସ୍ତ ଇସ୍ରାଏଲୀୟ ପରିବାର ବିଷୟରେ ଏହା ବାର୍ତ୍ତା ଥିଲା। “ଏହି ପୃଥିବୀରେ ବହୁ ପରିବାର ଅଛନ୍ତି। କିନ୍ତୁ ତୁମ୍ଭେମାନେ ଏପରି ଏକ ଗୋଷ୍ଠୀ ସ୍ୱତନ୍ତ୍ର ଭାବରେ ଜାଣିବାକୁ ତୁମ୍ଭମାନଙ୍କୁ ବାଛିଥିଲୁ। ମାତ୍ର ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ଗଲ। ତେଣୁ ତୁମ୍ଭମାନଙ୍କର ପାପ ପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଦଣ୍ତ ଦେବା।”

ଇସ୍ରାଏଲର ଦଣ୍ତର କାରଣ

ଏକମତ ନ ହେଲେ
    ଦୁଇଜଣ ଏକତ୍ର ଗମନ କରିବେ ନାହିଁ।
ସିଂହଟି ଗର୍ଜନ କରେ
    ଯଦି ତାକୁ ଶିକାର ଦୃଶ୍ୟମାନ ହୁଏ।
ଯଦି ଗୋଟିଏ ଯୁବା ସିଂହ ତା’ର ଗୁମ୍ଫାରେ ଗର୍ଜନ କରୁଛି
    ତେବେ ଜାଣିବ ସେ କିଛି ଗୋଟିଏ ଶିକାର ଧରିଛି।
ଯଦି ଫାଶରେ କିଛି ଖାଦ୍ୟ ନାହିଁ,
    ତେବେ ପକ୍ଷୀଟିଏ ତା’ ମଧ୍ୟକୁ ପ୍ରବେଶ କରିବ ନାହିଁ।
ପକ୍ଷୀକୁ କବଳିତ କରିବା ପାଇଁ
    ଫାଶ ଭିତରେ ଥୋପ ନ ଥିଲେ ଫାଶ ବସାଯାଏ ନାହିଁ।
ଯଦି ନଗରରେ ତୂରୀ ବାଜି ଉଠିବ
    ତେବେ ଲୋକମାନେ ଭୟରେ ଥରହର ହେବେ।
ସଦାପ୍ରଭୁ ନ ଗ୍ଭହିଁଲା ପର୍ଯ୍ୟନ୍ତ
    ନଗର ମଧ୍ୟରେ କୌଣସି ଅସୁବିଧା ଘଟିବ ନାହିଁ।

ସଦାପ୍ରଭୁ ମୋର ପ୍ରଭୁ, କୌଣସି ଯୋଜନା ତାଙ୍କର ସେବକର ଅଗୋଚରରେ କରନ୍ତି ନାହିଁ। ଯଦି ସିଂହ ଗର୍ଜନ କରେ, ତେବେ ଲୋକମାନେ ଭୟଭୀତ ହେବେ। ଯଦି ସଦାପ୍ରଭୁ କହନ୍ତି, ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର କରିବାକୁ, କିଏ ସେହି ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର ନ କରିବ।

ଯୋହନ ଲିଖିତ ସୁସମାଗ୍ଭର 3:16-21

16 ହଁ, ପରମେଶ୍ୱର ଏ ପୃଥିବୀକୁ ଏତେ ପ୍ରେମ କଲେ ଯେ ସେ ତାହାଙ୍କ ଏକମାତ୍ର ପୁତ୍ରଙ୍କୁ ଦାନ କଲେ। ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ଦାନ କଲେ ଯେପରି ତାହାଙ୍କ ପୁତ୍ରଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ବ୍ୟକ୍ତି, ବିନାଶ ହେବେ ନାହିଁ, କିନ୍ତୁ ଅନନ୍ତ ଜୀବନ ପାଇବେ। 17 ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ଏ ଜଗତକୁ ପଠାଇଲେ। ସେ ତାହାଙ୍କୁ ଜଗତର ବିଗ୍ଭର କରିବା ପାଇଁ ପଠାଇ ନ ଥିଲେ। ମାତ୍ର ଏହି ଜଗତ ଯେପରି ତାହାଙ୍କ ପୁତ୍ରଙ୍କ ଦ୍ୱାରା ଉଦ୍ଧାର ପାଇବ, ସେଥିପାଇଁ ସେ ତାହାଙ୍କୁ ପଠାଇଥିଲେ। 18 ପରମେଶ୍ୱରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ ରଖୁଥିବା ଲୋକ କେବେ ବିଗ୍ଭରିତ ହୁଏ ନାହିଁ। କିନ୍ତୁ ତାହାଙ୍କଠାରେ ବିଶ୍ୱାସ ନ କରୁଥିବା ଲୋକ ବିଗ୍ଭରିତ ହୋଇସାରିଛି। କାରଣ ସେ ପରମେଶ୍ୱରଙ୍କର ଏକମାତ୍ର ପୁତ୍ରଙ୍କୁ ବିଶ୍ୱାସ କଲା ନାହିଁ। 19 ଲୋକମାନଙ୍କର ବିଗ୍ଭର ଏହି ବିଷୟ ଦ୍ୱାରା ହୁଏ: ସେହି ଆଲୋକ ଜଗତକୁ ଆସିଲେ, କିନ୍ତୁ ଲୋକେ ସେହି ଆଲୋକ ଗ୍ଭହିଁଲେ ନାହିଁ, ସେମାନେ ଅନ୍ଧକାର ଗ୍ଭହିଁଲେ, କାରଣ ସେମାନେ ମନ୍ଦକାର୍ଯ୍ୟରେ ରତଥିଲେ। 20 ମନ୍ଦକାର୍ଯ୍ୟ କରୁଥିବା ପ୍ରତ୍ୟେକ ଲୋକ ଆଲୋକକୁ ଘୃଣା କରେ। ସେ କେବେ ଆଲୋକକୁ ଆସିବ ନାହିଁ କାରଣ ଆଲୋକ ତା’ର କୃତ ସମସ୍ତ ମନ୍ଦକାର୍ଯ୍ୟ ଗୁଡ଼ିକୁ ଦେଖାଇ ଦେବ। 21 କିନ୍ତୁ ଯେଉଁ ଲୋକ ସତ୍ୟପଥ ଅନୁସରଣ କରେ, ସେ ଆଲୋକ ନିକଟକୁ ଆସେ। ତା’ପରେ ଆଲୋକ ସ୍ପଷ୍ଟ ଦେଖାଇ ଦେବ ଯେ ସେ ଲୋକ ଯେଉଁ କାର୍ଯ୍ୟ କରିଛି ତାହା ସେ ପରମେଶ୍ୱରଙ୍କ ମାଧ୍ୟମରେ କରିଛି। [a]

Odia Holy Bible: Easy-to-Read Version (ERV-OR)

2010 by World Bible Translation Center