Revised Common Lectionary (Semicontinuous)
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଏହି ଗୀତ, ଏହି ଗୀତଟି ଶିଗାୟୋନ ଯିଏକି କୂଶଙ୍କର ପୁତ୍ର ଏବଂ ବିନ୍ୟାମୀନୀୟ ପରିବାରର ଅନ୍ତର୍ଭୁକ୍ତ।
7 ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଛି।
ମୋ’ ପଛରେ ଗୋଡ଼ାଇଥିବା ଲୋକମାନଙ୍କଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର।
2 ତୁମ୍ଭେ ଯଦି ମୋତେ ସାହାଯ୍ୟ ନ କର ଶେଷରେ ସିଂହ ଦ୍ୱାରା ଧରା ପଡ଼ିଥିବା ପଶୁଟି ପରି ମୋର ଅବସ୍ଥା ହେବ।
ମୋତେ ସେମାନେ ବୋହି ନେଇଯିବେ।
ସେତେବେଳେ କେହି ମୋତେ ରକ୍ଷା କରିବାକୁ ନ ଥିବେ।
3 ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ କିଛି ଭୁଲ୍ କରି ନାହିଁ।
ମୁଁ ପ୍ରତିଜ୍ଞା କରି କହିପାରେ ମୁଁ କିଛି କୁକର୍ମ କରି ନାହିଁ।
4 ଯେବେ ମୋର ବନ୍ଧୁମାନଙ୍କ ପ୍ରତି ମୁଁ ଭୁଲ୍ କରିଥାଏ,
ମାତ୍ର ବିନା କାରଣରେ ଯେ ମୋର ବିପକ୍ଷ ମୁଁ ତାଙ୍କୁ ରକ୍ଷା କରିବି।
5 ଏହା ଯଦି ସତ୍ୟ ନୁହେଁ ତାହାହେଲେ ମୋତେ ଶାସ୍ତି ଦିଅ।
ମୋର ଶତ୍ରୁ ମୋ’ ପଛରେ ଗୋଡ଼ାଇ ମୋତେ ଧରି ମାରି ଦେଉ।
ମୋର ଜୀବନକୁ ଭୂମିରେ ଦଳି ପକାଉ।
ମୋର ଆତ୍ମାକୁ ତଥା ଗୌରବକୁ ଧୂଳିସାତ୍ କରୁ।
6 ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ ଓ ତୁମ୍ଭର କ୍ରୋଧ ପ୍ରକାଶ କର।
ମୋର ଶତ୍ରୁମାନେ କ୍ରୋଧିତ ତେଣୁ ସେମାନଙ୍କ ସମ୍ମୁଖରେ ରହି ସେମାନଙ୍କ ବିରୁଦ୍ଧରେ ସଂଗ୍ରାମ କର।
ହେ ସଦାପ୍ରଭୁ, ମୋ’ ପକ୍ଷରେ ଜାଗ୍ରତ ହୁଅ ଓ ନ୍ୟାୟ ବିଗ୍ଭର କର।
7 ହେ ସଦାପ୍ରଭୁ, ଲୋକମାନଙ୍କର ବିଗ୍ଭର କର।
ଯେଉଁମାନେ କି ତୁମ୍ଭ ରାଜ୍ୟର ଚତୁର୍ଦ୍ଦିଗରେ ଏକତ୍ରିତ ହୋଇଛନ୍ତି।
8 ହେ ସଦାପ୍ରଭୁ ଲୋକମାନଙ୍କର ବିଗ୍ଭର କର।
ମୋର ମଧ୍ୟ ବିଗ୍ଭର କର।
ପ୍ରମାଣ କର ମୁଁ ଯାହା କହୁଛି ତାହା ଠିକ୍।
ପ୍ରମାଣ କର ଯେ ମୁଁ ନିରପରାଧ।
9 ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ।
ସାଧୁ ସନ୍ଥ ଲୋକଙ୍କୁ ସାହାଯ୍ୟ କର।
ହେ ପରମେଶ୍ୱର ତୁମ୍ଭେ ଅତ୍ୟନ୍ତ ମହାନ
ଏବଂ ଲୋକଙ୍କ ହୃଦୟକୁ ସହଜରେ ଚିହ୍ନିପାର।
10 ପରମେଶ୍ୱର ସବୁବେଳେ ଯଥାର୍ଥ ହୃଦୟ ବ୍ୟକ୍ତିମାନଙ୍କୁ ସାହାଯ୍ୟ କରନ୍ତି,
ତେଣୁ ପରମେଶ୍ୱର ମୋତେ ନିଶ୍ଚୟ ରକ୍ଷା କରିବେ।
11 ପରମେଶ୍ୱର ହେଉଛନ୍ତି ଧର୍ମମୟ ବିଗ୍ଭରକର୍ତ୍ତା।
ସେ ସବୁବେଳେ ଦୁଷ୍ଟମାନଙ୍କର କାର୍ଯ୍ୟ ପାଇଁ କ୍ରୋଧ କରନ୍ତି।
12 ଯଦି ପରମେଶ୍ୱର କୌଣସି ନିଷ୍ପତ୍ତି ନିଅନ୍ତି ସେ ସହଜରେ ତାଙ୍କ ମନ ପରିବର୍ତ୍ତନ କରନ୍ତି ନାହିଁ।
13 ପରମେଶ୍ୱର ସବୁବେଳେ ଦୁଷ୍ଟମାନଙ୍କୁ ଦଣ୍ଡ ଦେବାକୁ ପ୍ରସ୍ତୁତ ଥା’ନ୍ତି।
14 କିଛି ଲୋକ ସବୁବେଳେ ମନ୍ଦ ଯୋଜନାରେ ବ୍ୟସ୍ତ ଥା’ନ୍ତି।
ସେମାନେ ଗୋପନ ଯୋଜନା କରନ୍ତି ଓ ମିଥ୍ୟା ମଧ୍ୟ କହନ୍ତି।
15 ସେମାନେ ସବୁବେଳେ ଅନ୍ୟକୁ ଆଘାତ ଦେଇ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି।
କିନ୍ତୁ ଶେଷରେ ସେମାନେ ନିଜ ଯନ୍ତାରେ ପଡ଼ି ଆଘାତ ପାଇବେ।
16 ସେମାନେ ନିଶ୍ଚୟ ଦଣ୍ଡ ପାଇବେ।
ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ନିଷ୍ଠୁର ବ୍ୟବହାର ପ୍ରଦର୍ଶନ କରନ୍ତି।
କିନ୍ତୁ ସେମାନେ ନିଜର ଦୌରାତ୍ମ୍ୟ ପାଇଁ ନିଜେ ହିଁ ଦଣ୍ଡ ପାଇବେ।
17 ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି କାରଣ ସେ ମହାନ।
ମୁଁ ସର୍ବୋପରିସ୍ଥ ସଦାପ୍ରଭୁଙ୍କର ନାମରେ ପ୍ରଶଂସା ଗାନ କରିବି।
6 “ଏଗୁଡ଼ିକ କରିବା ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କୁ ବାରଣ କରି ଆମ୍ଭ ପାଖକୁ ଫେରାଇ ଆଣିବାକୁ ଚେଷ୍ଟା କଲୁ। ଆମ୍ଭେ ତୁମ୍ଭମାନଙ୍କୁ କୌଣସି ଖାଦ୍ୟ ଖାଇବାକୁ ଦେଲୁ ନାହିଁ। ତୁମ୍ଭର ନଗରୀଗୁଡ଼ିକରେ କୌଣସି ଖାଦ୍ୟ ନ ଥିଲା। ତଥାପି ତୁମ୍ଭେମାନେ ଆମ୍ଭ ନିକଟକୁ ଆସିଲ ନାହିଁ।” ସଦାପ୍ରଭୁ ଏହା କହନ୍ତି।
7 “ଆମ୍ଭେ ଶସ୍ୟଅମଳର ତିନି ମାସ ପୂର୍ବରୁ ବର୍ଷା ବନ୍ଦ କଲୁ। ଆମ୍ଭେ ଗୋଟିଏ ନଗରରେ ବର୍ଷା କରାଇଲୁ କିନ୍ତୁ ଅନ୍ୟ ଏକ ନଗରରେ ବର୍ଷା ହେଲା ନାହିଁ। ଦେଶର ଗୋଟିଏ ଅଂଶରେ ଓଦା ହେଉଥିଲା ବେଳେ ଅନ୍ୟ ଅଂଶ ଶୁଷ୍କ ରହିଥିଲା। 8 ତେଣୁ ଅନାବୃଷ୍ଟି ଯୋଗୁଁ ଦୁଇ କିମ୍ବା ତିନୋଟି ନଗରରେ ଲୋକ ବୃଷ୍ଟି ବହୁଳ ଅଞ୍ଚଳକୁ ଜଳପାନ କରିବାକୁ ଧାଇଁଲେ। କିନ୍ତୁ ସେଠାରେ ସବୁ ଲୋକଙ୍କ ପାଇଁ ପ୍ରଚୁର ଜଳ ନ ଥିଲା। ତଥାପି ତୁମ୍ଭେମାନେ ଆମ୍ଭ ନିକଟକୁ ଆସିଲ ନାହିଁ।” ସଦାପ୍ରଭୁ ଏହା ହିଁ କହିଲେ।
9 “ଉତ୍ତାପ ଓ ରୋଗଦ୍ୱାରା ତୁମ୍ଭର ଶସ୍ୟସବୁ ନଷ୍ଟ କଲୁ। ଆମ୍ଭେ ତୁମ୍ଭର ବଗିଗ୍ଭ ଓ ଦ୍ରାକ୍ଷାକ୍ଷେତ୍ରକୁ ଧ୍ୱଂସ କଲୁ। ପଙ୍ଗପାଳ ତୁମ୍ଭର ଡିମ୍ବିରି ଓ ଅଲିଭ ବୃକ୍ଷକୁ ଖାଇ ଧ୍ୱଂସ କଲେ। ତଥାପି ତୁମ୍ଭେମାନେ ଆମ୍ଭ ନିକଟକୁ ସାହାଯ୍ୟ ପାଇଁ ଆସିଲ ନାହିଁ।” ସଦାପ୍ରଭୁ ଏହିସବୁ କହିଥିଲେ।
10 “ମିଶରରେ କଲାପରି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ରୋଗଗୁଡ଼ିକୁ ପ୍ରେରଣ କଲୁ। ଖଡ଼୍ଗରେ ଆମ୍ଭେ ତୁମ୍ଭର ଯୁବକମାନଙ୍କୁ ହତ୍ୟା କଲୁ। ତୁମ୍ଭମାନଙ୍କର ଘୋଡ଼ାଗୁଡ଼ିକୁ ନେଇଗଲୁ। ତୁମ୍ଭର ଶିବିରଗୁଡ଼ିକୁ ମୃତଶବର ଦୁର୍ଗନ୍ଧରେ ପରିପୂର୍ଣ୍ଣ କଲୁ। ତଥାପି ତୁମ୍ଭେମାନେ ଆମ୍ଭ ସାହାଯ୍ୟ ଭିକ୍ଷା ପାଇଁ ଆସିଲ ନାହିଁ।” ସଦାପ୍ରଭୁ ଏହିସବୁ କହିଥିଲେ।
11 “ସଦୋମ ଓ ହମୋରା ସହରଗୁଡ଼ିକ ଧ୍ୱଂସ କଲାପରି ଆମ୍ଭେ ତୁମ୍ଭମାନଙ୍କୁ ଧ୍ୱଂସ କଲୁ। ସେହି ନଗରଗୁଡ଼ିକ ସମ୍ପୂର୍ଣ୍ଣ ନଷ୍ଟ ହୋଇଥିଲା। ତୁମ୍ଭେମାନେ ଗୋଟିଏ ପୋଡ଼ା ବାଡ଼ି ଅଗ୍ନିରୁ ଟଣା ହେଲା ସଦୃଶ ଥିଲ। ତଥାପି ତୁମ୍ଭେମାନେ ଆମ୍ଭ ପାଖକୁ ଫେରି ଆସିଲ ନାହିଁ।” ସଦାପ୍ରଭୁ ଏହିସବୁ କହିଥିଲେ।
12 “ତେଣୁ ହେ ଇସ୍ରାଏଲୀୟ, ଆମ୍ଭେ ତୁମ୍ଭକୁ ଏହି ଜିନିଷଗୁଡ଼ିକ କହିବା। ହେ ଇସ୍ରାଏଲୀୟ! ତୁମ୍ଭେ ପରମେଶ୍ୱରଙ୍କ ସମ୍ମୁଖୀନ ହେବା ପାଇଁ ପ୍ରସ୍ତୁତ ହୁଅ।”
13 ଆମ୍ଭେ କିଏ? ଆମ୍ଭେ ହେଉଛୁ ପର୍ବତର ନିର୍ମାଣକର୍ତ୍ତା,
ଆମ୍ଭେ ତୁମ୍ଭ ମନର ସୃଷ୍ଟିକର୍ତ୍ତା।
ଆମ୍ଭେ ଲୋକମାନଙ୍କୁ କଥା କହିବା ଶିଖାଇ ଥିଲୁ।
ଆଉ ମଧ୍ୟ ଅନ୍ଧକାରକୁ ସକାଳରେ ପରିଣତ କରିଥିଲୁ।
ଆମ୍ଭେ ପର୍ବତ ଓ ପୃଥିବୀ ଉପରେ ଯାତାୟାତ କରୁ।
ତାହାହେଲେ ଆମ୍ଭେ କିଏ?
ଆମ୍ଭେ ହେଉଛୁ ସେହି ସଦାପ୍ରଭୁ ସୈନ୍ୟାଧିପତି, ସ୍ୱୟମ୍ଭୂ ପରମେଶ୍ୱର ଆମ୍ଭର ନାମ।”
ଆମ୍ଭେ ନିଶ୍ଚୟ ପରସ୍ପରକୁ ଭଲ ପାଇବା ଉଚିତ୍
11 ତୁମ୍ଭେମାନେ ଆରମ୍ଭରୁ ଏହି ଶିକ୍ଷା ଶୁଣିଛ, ଆମ୍ଭର ପରସ୍ପରକୁ ନିଶ୍ଚୟ ପ୍ରେମ କରିବା ଉଚିତ୍। 12 ଆମ୍ଭେ କୟିନ [a] ଭଳି ହେବା ଉଚିତ୍ ନୁହେଁ। କାରଣ ତାହାଙ୍କଠାରେ ପାପାତ୍ମା ଥିଲା। ସେ ନିଜ ଭାଇ ହେବଲକୁ ହତ୍ୟା କଲା। ସେ ତା’ର ଭାଇକୁ କାହିଁକି ହତ୍ୟା କଲା? ସେ ଏପରି କଲା, କାରଣ ତା’ର କାର୍ଯ୍ୟଗୁଡ଼ିକ ମନ୍ଦ ଥିଲା ଓ ତା’ ଭାଇର କର୍ମଗୁଡ଼ିକ ଭଲ ଥିଲା।
13 ଭାଇ ଓ ଭଉଣୀମାନେ, ଯଦି ଜଗତ ତୁମ୍ଭକୁ ଘୃଣା କରେ, ତେବେ ଆଶ୍ଚର୍ଯ୍ୟ ହୁଅ ନାହିଁ। 14 ଆମ୍ଭେ ଜାଣୁ ଯେ, ଆମ୍ଭେ ମୃତ୍ୟୁର ସୀମା ପାରି ହୋଇ ଜୀବନରେ ପ୍ରବେଶ କରିଛୁ, କାରଣ ଆମ୍ଭେ ନିଜ ଭାଇ ଓ ଭଉଣୀମାନଙ୍କୁ ପ୍ରେମ କରୁ। ଯେଉଁ ଲୋକ ପ୍ରେମ କରେ ନାହିଁ, ସେ ମୃତ୍ୟୁ ସୀମା ମଧ୍ୟରେ ଥାଏ। 15 ନିଜ ଭାଇକୁ ଘୃଣା କରୁଥିବା ପ୍ରତ୍ୟେକ ଲୋକ ନିଜେ ହତ୍ୟାକାରୀ ଅଟେ। ତୁମ୍ଭେ ତ ଜାଣିଛ ଯେ, କୌଣସି ହତ୍ୟାକାରୀଠାରେ ଅନନ୍ତ ଜୀବନ ନାହିଁ।
16 ଯୀଶୁ ଆମ୍ଭମାନଙ୍କ ପାଇଁ ନିଜ ଜୀବନ ଦେଇଛନ୍ତି। ଏଥିରୁ ପ୍ରକୃତ ପ୍ରେମ କ’ଣ, ତାହା ଆମ୍ଭେ ଜାଣିଛୁ। ଆମ୍ଭେ ମଧ୍ୟ ନିଜ ଭାଇମାନଙ୍କ ପାଇଁ ଜୀବନ ଦାନ କରିବା ଉଚିତ୍। 17 ଯେଉଁ ବିଶ୍ୱାସୀ ଜଗତର ସମସ୍ତ ଧନରେ ଧନୀ, କିନ୍ତୁ ନିଜ ଭାଇକୁ ଅଭାବ ଅବସ୍ଥାରେ ଦେଖି ମଧ୍ୟ ତାହାକୁ ସାହାଯ୍ୟ କରେ ନାହିଁ, ତା’ ହୃଦୟରେ ପରମେଶ୍ୱରଙ୍କର ପ୍ରେମ ନାହିଁ।
2010 by World Bible Translation Center