Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 52

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍, “ଦାଉଦ ଅହୀମେଲକର ଗୃହରେ ଅଛନ୍ତି” ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ।

52 ହେ ଶ୍ରେଷ୍ଠ ମାନବ, ତୁମ୍ଭେ କରୁଥିବା ଅନିଷ୍ଟ କର୍ମରେ ବଡ଼ିମା ହେଉଛି କାହିଁକି?
    ପରମେଶ୍ୱରଙ୍କ ବିଶ୍ୱସ୍ତ ପ୍ରେମ ମୋତେ ଦିନ ତମାମ ସୁରକ୍ଷା କରିବ।
ତୁମ୍ଭେ ଲୋକମାନଙ୍କୁ ଧ୍ୱଂସ କରିବାକୁ ଚକ୍ରାନ୍ତ କରୁଅଛ।
    ତୁମ୍ଭର ଜିହ୍ୱା କ୍ଷୁରତୁଲ୍ୟ ତୀ‌କ୍ଷ୍‌ଣ।
    ତୁମ୍ଭେ ମିଥ୍ୟା କହୁଛ ଏବଂ ଲୋକମାନଙ୍କୁ ଠକିବା ପାଇଁ ଚେଷ୍ଟା କରୁଛ!
ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଅଧିକ ଭଲ ପାଉଛ।
    ତୁମ୍ଭେ ସତ କହିବା ଅପେକ୍ଷା, ମିଥ୍ୟା କହିବାକୁ ଅଧିକ ଭଲ ପାଉଛ।

ତୁମ୍ଭେ ଲୋକମାନଙ୍କୁ ଆଘାତ ଦେଉଥିବା ଶବ୍ଦକୁ ଓ ପ୍ରତାରଣା କରୁଥିବା ଜିହ୍ୱାକୁ ଭଲ ପାଉଛ।
ଏଣୁ ପରମେଶ୍ୱର ଚିରଦିନ ପାଇଁ ତୁମ୍ଭକୁ ଧ୍ୱଂସ କରିବେ।
    ସେ ତୁମ୍ଭକୁ ହଠାତ୍ ମାଡ଼ିବସିବେ ଏବଂ ତୁମ୍ଭକୁ ତୁମ୍ଭର ଘରୁ ଟାଣି ଆଣିବେ।
    ସେ ତୁମ୍ଭକୁ ସଜୀବ ପୃଥିବୀରୁ ଉତ୍ପାଟନ କରିବେ।

ଧାର୍ମିକ ଲୋକମାନେ ତାହା ଦେଖି ବିସ୍ମିତ ହେବେ।
ସେମାନେ ତୁମ୍ଭକୁ ପରିହାସ କରି କହିବେ।
    “ଦେଖ, ତାଙ୍କୁ କ’ଣ ହେଲା।
ସେ ରକ୍ଷା ପାଇବା ପାଇଁ ପରମେଶ୍ୱରଙ୍କୁ ବିଶ୍ୱାସ କଲା ନାହିଁ।
    ସେ ଭାବିଲା, ତା’ର ଧନ ଏବଂ ମିଥ୍ୟା ତାକୁ ଉଦ୍ଧାର କରିବ।”

କିନ୍ତୁ ମୁଁ ପରମେଶ୍ୱରଙ୍କ ମନ୍ଦିରରେ ବଢ଼ୁଥିବା ଏକ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି।
    ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ପ୍ରେମରେ ବିଶ୍ୱାସ କରେ।
ପରମେଶ୍ୱର, ତୁମ୍ଭେ କରିଥିବା କାମ ପାଇଁ ମୁଁ ତୁମ୍ଭକୁ ସର୍ବଦା ପ୍ରଶଂସା କରିବି।
    ମୁଁ ତୁମ୍ଭ ରାଜ ଭକ୍ତମାନଙ୍କ ଉପସ୍ଥିତିରେ ତୁମ୍ଭର ନାମର ଘୋଷଣା କରିବି, କାରଣ ତୁମ୍ଭେ ଉତ୍ତମ ଅଟ।

ଆମୋଷ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 5:10-17

10 ସହରର ଫାଟକରେ ତୁମ୍ଭେ ଭବିଷ୍ୟ‌ଦ୍‌ବକ୍ତା ଦ୍ୱାରା ଉଚ୍ଛିନ୍ନ ହେବାକୁ ଘୃଣା କର।
    ତୁମ୍ଭେ ସଚ୍ଚୋଟ ବାକ୍ୟକୁ ମଧ୍ୟ ଘୃଣା କର।
11 ତୁମ୍ଭେମାନେ ଦରିଦ୍ରମାନଙ୍କଠାରୁ ଅସାଧୁ ଉପାୟରେ କର ନେଉଅଛ
    ଏବଂ ସେମାନଙ୍କର ଗହମ ବଳପୂର୍ବକ ନେଉଅଛ।
ତୁମ୍ଭେମାନେ କାରୁକାର୍ଯ୍ୟ ପଥରରେ ସୁନ୍ଦର ଘର ନିର୍ମାଣ କରିଛ,
    କିନ୍ତୁ ତୁମ୍ଭେମାନେ ସେହି ଘରେ ରହିପାରିବ ନାହିଁ।
ତୁମ୍ଭେମାନେ ସୁନ୍ଦର ଦ୍ରାକ୍ଷାଗଛ କ୍ଷେତ୍ରରେ ଲଗାଇଛ
    କିନ୍ତୁ ସେ ଦ୍ରାକ୍ଷାରସ ପାନ କରି ପାରିବ ନାହିଁ।
12 ଆମ୍ଭେ ତୁମ୍ଭମାନଙ୍କର ଅନେକ ଜଘନ୍ୟ ପାପ ଜାଣୁ।
    ତୁମ୍ଭେମାନେ ଧାର୍ମିକ ଲୋକଙ୍କୁ କଷ୍ଟ ଦେଲ।
ତୁମ୍ଭେ ଲାଞ୍ଚ ନେଇଛ
    ଏବଂ ଦରିଦ୍ର ଲୋକଙ୍କ ପ୍ରତି ନ୍ୟାୟଳୟରେ ଅନ୍ୟାୟ ଆଚରଣ କରିଅଛ।
13 ସେତେବେଳେ ଜ୍ଞାନୀ ବ୍ୟକ୍ତିମାନେ ନୀରବ ରହିବେ
    କାରଣ ସମୟ ଅତି ମନ୍ଦ ଅଟେ।
14 ତୁମ୍ଭେ କୁହ, ପରମେଶ୍ୱର ତୁମ୍ଭମାନଙ୍କ ସହିତ ଅଛନ୍ତି।
    ତେଣୁ ତୁମ୍ଭେ ଉତ୍ତମ କାର୍ଯ୍ୟ କର।
ମନ୍ଦଠାରୁ ଦୂରେଇ ରୁହ।
    ତାହାହେଲେ ସଦାପ୍ରଭୁ ପରମେଶ୍ୱର ସର୍ବଶକ୍ତିମାନ ପ୍ରକୃତରେ ତୁମ୍ଭର ସହବର୍ତ୍ତୀ ହେବେ।
15 ମନ୍ଦକୁ ଘୃଣା କର, ଭଲକୁ ଆଦର କର।
    ନ୍ୟାୟ ବିଗ୍ଭର କର।
ସଦାପ୍ରଭୁ ପରମେଶ୍ୱର ସର୍ବଶକ୍ତିମାନ ହୁଏତ
    ଯୋଷେଫଙ୍କ ଅବଶିଷ୍ଟାଂଶ ପରିବାର ପ୍ରତି କୃପାମୟ ହୋଇପାରନ୍ତି।

ଅତି ଦୁଃଖର ସମୟ ଆସୁଛି

16 ମୋର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱର କୁହନ୍ତି,
“ଲୋକମାନେ ସର୍ବଶକ୍ତିମାନ ସ୍ଥାନରେ କ୍ରନ୍ଦନ କରିବେ।
    ପ୍ରତ୍ୟେକ ରାସ୍ତାରେ ସେମାନେ କହିବେ ହାୟ! ହାୟ!
    ସେମାନେ କୃଷକମାନଙ୍କୁ ଶୋକରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିବେ
    ଓ ପେଷାଦାର ଶୋକକାରୀମାନଙ୍କୁ ଶୋକ କରିବାକୁ ଭଡ଼ାରେ ଆଣିବେ।”
17 ସଦାପ୍ରଭୁ ଏହା ମଧ୍ୟ କହନ୍ତି:
    “ଲୋକମାନେ ଦ୍ରାକ୍ଷାକ୍ଷେତ୍ରରେ କ୍ରନ୍ଦନ କରିବେ।
ଯେତେବେଳେ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଅତିକ୍ରମ କରିବା
    ଏବଂ ତୁମ୍ଭଙ୍କୁ ଦଣ୍ତ ଦେବା।”

ଏବ୍ରୀ 5:1-6

ପ୍ରତ୍ୟେକ ଯିହୂଦୀ ମହାଯାଜକ ପୁରୁଷମାନଙ୍କ ଭିତରୁ ମନୋନୀତ ହୁଅନ୍ତି। ପରମେଶ୍ୱରଙ୍କୁ ଆପଣା ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରିବା ନିମନ୍ତେ ସେହି ମହାଯାଜକ ଲୋକମାନଙ୍କୁ ସାହାଯ୍ୟ କରନ୍ତି। ଅନ୍ୟ ଲୋକମାନଙ୍କ ଭଳି ମହାଯାଜକର ମଧ୍ୟ ଦୁର୍ବଳତା ରହିଛି, ତେଣୁ ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ। ମହାଯାଜକ ଅନ୍ୟଲୋକମାନଙ୍କ ପାପ ନିମନ୍ତେ ବଳି ଉତ୍ସର୍ଗ କରନ୍ତି କିନ୍ତୁ ତାହାଙ୍କର ନିଜର ମଧ୍ୟ ଦୁର୍ବଳତା ଥିବା ହେତୁରୁ ସେ ମଧ୍ୟ ନିଜ ପାପ ପାଇଁ ବଳି ଉତ୍ସର୍ଗ କରିବା ଉଚିତ୍।

ମହାଯାଜକ ହେବା ଏକ ସମ୍ମାନର ବିଷୟ। କିନ୍ତୁ କେହି ହେଲେ ନିଜେ ଏହି କାମ ପାଇଁ ବାଛେ ନାହିଁ। ଜଣଙ୍କୁ ପରମେଶ୍ୱରଙ୍କ ଦ୍ୱାରା ଆହୂତ ହେବାକୁ ପଡ଼ିବ, ଯେପରି ହାରୋଣ ଆହୂତ ହୋଇଥିଲେ। ଖ୍ରୀଷ୍ଟ ମଧ୍ୟ ସେହି ଡକା ହୋଇଥିଲେ। ସେ ପରମେଶ୍ୱରଙ୍କ ଦ୍ୱାରା ସେ ମନୋନୀତ ହୋଇଥିଲେ। ପରମେଶ୍ୱର ତାହାଙ୍କୁ କହିଲେ:

“ତୁମ୍ଭେ ମୋର ପୁତ୍ର;
    ଆଜି ଆମ୍ଭେ ତୁମ୍ଭର ପିତା ହେଲୁ।” (A)

ଅନ୍ୟ ଗୋଟିଏ ସ୍ଥାନରେ ପରମେଶ୍ୱର କୁହନ୍ତି:

“ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କ ପରି
    ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।” (B)

Odia Holy Bible: Easy-to-Read Version (ERV-OR)

2010 by World Bible Translation Center