Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍, “ଦାଉଦ ଅହୀମେଲକର ଗୃହରେ ଅଛନ୍ତି” ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ।
52 ହେ ଶ୍ରେଷ୍ଠ ମାନବ, ତୁମ୍ଭେ କରୁଥିବା ଅନିଷ୍ଟ କର୍ମରେ ବଡ଼ିମା ହେଉଛି କାହିଁକି?
ପରମେଶ୍ୱରଙ୍କ ବିଶ୍ୱସ୍ତ ପ୍ରେମ ମୋତେ ଦିନ ତମାମ ସୁରକ୍ଷା କରିବ।
2 ତୁମ୍ଭେ ଲୋକମାନଙ୍କୁ ଧ୍ୱଂସ କରିବାକୁ ଚକ୍ରାନ୍ତ କରୁଅଛ।
ତୁମ୍ଭର ଜିହ୍ୱା କ୍ଷୁରତୁଲ୍ୟ ତୀକ୍ଷ୍ଣ।
ତୁମ୍ଭେ ମିଥ୍ୟା କହୁଛ ଏବଂ ଲୋକମାନଙ୍କୁ ଠକିବା ପାଇଁ ଚେଷ୍ଟା କରୁଛ!
3 ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଅଧିକ ଭଲ ପାଉଛ।
ତୁମ୍ଭେ ସତ କହିବା ଅପେକ୍ଷା, ମିଥ୍ୟା କହିବାକୁ ଅଧିକ ଭଲ ପାଉଛ।
4 ତୁମ୍ଭେ ଲୋକମାନଙ୍କୁ ଆଘାତ ଦେଉଥିବା ଶବ୍ଦକୁ ଓ ପ୍ରତାରଣା କରୁଥିବା ଜିହ୍ୱାକୁ ଭଲ ପାଉଛ।
5 ଏଣୁ ପରମେଶ୍ୱର ଚିରଦିନ ପାଇଁ ତୁମ୍ଭକୁ ଧ୍ୱଂସ କରିବେ।
ସେ ତୁମ୍ଭକୁ ହଠାତ୍ ମାଡ଼ିବସିବେ ଏବଂ ତୁମ୍ଭକୁ ତୁମ୍ଭର ଘରୁ ଟାଣି ଆଣିବେ।
ସେ ତୁମ୍ଭକୁ ସଜୀବ ପୃଥିବୀରୁ ଉତ୍ପାଟନ କରିବେ।
6 ଧାର୍ମିକ ଲୋକମାନେ ତାହା ଦେଖି ବିସ୍ମିତ ହେବେ।
ସେମାନେ ତୁମ୍ଭକୁ ପରିହାସ କରି କହିବେ।
7 “ଦେଖ, ତାଙ୍କୁ କ’ଣ ହେଲା।
ସେ ରକ୍ଷା ପାଇବା ପାଇଁ ପରମେଶ୍ୱରଙ୍କୁ ବିଶ୍ୱାସ କଲା ନାହିଁ।
ସେ ଭାବିଲା, ତା’ର ଧନ ଏବଂ ମିଥ୍ୟା ତାକୁ ଉଦ୍ଧାର କରିବ।”
8 କିନ୍ତୁ ମୁଁ ପରମେଶ୍ୱରଙ୍କ ମନ୍ଦିରରେ ବଢ଼ୁଥିବା ଏକ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି।
ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ପ୍ରେମରେ ବିଶ୍ୱାସ କରେ।
9 ପରମେଶ୍ୱର, ତୁମ୍ଭେ କରିଥିବା କାମ ପାଇଁ ମୁଁ ତୁମ୍ଭକୁ ସର୍ବଦା ପ୍ରଶଂସା କରିବି।
ମୁଁ ତୁମ୍ଭ ରାଜ ଭକ୍ତମାନଙ୍କ ଉପସ୍ଥିତିରେ ତୁମ୍ଭର ନାମର ଘୋଷଣା କରିବି, କାରଣ ତୁମ୍ଭେ ଉତ୍ତମ ଅଟ।
18 ତୁମ୍ଭମାନଙ୍କ ମଧ୍ୟରୁ କେତେକ ସଦାପ୍ରଭୁଙ୍କର ବିଶେଷଦିନ ପାଇଁ ଅପେକ୍ଷା କରିଛ।
କିନ୍ତୁ ତୁମ୍ଭେ ଅପେକ୍ଷା କରିବା ଉଚିତ୍ ନୁହଁ।
ସଦାପ୍ରଭୁଙ୍କର ସେହି ବିଶେଷ ଦିବସଟି କେବଳ ଗ୍ଭରିଆଡ଼ୁ ଅନ୍ଧକାର ଆଣିବ,
ତୁମ୍ଭେ ଆଶା କରିଥିବା ଆଲୋକକୁ ନୁହେଁ।
19 ସଦାପ୍ରଭୁଙ୍କର ଦିନଟି ଏପରି ସମୟ ହେବ,
ଯେବେ ତେବେଳେ ଜଣେ ବ୍ୟକ୍ତି ସିଂହ ମୁହଁରୁ ରକ୍ଷା ପାଇ
ଭାଲୁ ଦ୍ୱାରା ଆକ୍ରମିତ ହୁଏ କି
ନିଜ ଘରର କାନ୍ଥରେ ହାତ ରଖି ବିଶ୍ରାମ ନେବା ସମୟରେ ଦନ୍ତଘାତ ହୁଏ।
20 ସଦାପ୍ରଭୁଙ୍କର ବିଶେଷଦିନଟି
ଆନନ୍ଦର ଦିନ ନ ହୋଇ ଦୁଃଖମୟ ହେବ।
ଏହା ଆଲୋକିତ ନ ହୋଇ ଅନ୍ଧକାର ପୂର୍ଣ୍ଣ ହେବ।
ସଦାପ୍ରଭୁ ଇସ୍ରାଏଲୀୟଙ୍କ ଉପାସନାକୁ ପ୍ରତ୍ୟାଖ୍ୟାନ କଲେ
21 “ଆମ୍ଭେ ତୁମ୍ଭମାନଙ୍କର ପର୍ବ ଦିନକୁ ଘୃଣା କରୁ।
ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ଧାର୍ମିକ ମହାସଭାକୁ ଗ୍ରହଣ କରୁ ନାହୁଁ।
22 ଏପରିକି ତୁମ୍ଭେ ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଅର୍ପଣ କଲେ ହେଁ
ଆମ୍ଭେ ସେଗୁଡ଼ିକୁ ଗ୍ରହଣ କରିବା ନାହିଁ।
ଆଉ ମଧ୍ୟ ମଙ୍ଗଳ ବିଧାନ ପାଇଁ ବଳି ଯୋଗ୍ୟ ପୁଷ୍ଟ ପଶୁଗଣ ପ୍ରତି
ଆମ୍ଭେ ଦୃଷ୍ଟି ଦେବା ନାହିଁ।
23 ତୁମ୍ଭମାନଙ୍କର ସେହି ଉଚ୍ଚସ୍ୱର ସଙ୍ଗୀତ ବନ୍ଦ କର।
କାରଣ ଆମ୍ଭେ ସେଗୁଡ଼ିକୁ ଶୁଣିବାକୁ ଗ୍ଭହୁଁ ଓ ତୁମ୍ଭର ବୀଣାବାଦନଗୁଡ଼ିକ ଦୂର କର।
24 ତୁମ୍ଭର ନ୍ୟାୟ ବିଗ୍ଭରଧାରା ପ୍ରବାହିତ ଜଳ ସଦୃଶ ହେବା ଉଚିତ୍
ଏବଂ ଧାର୍ମିକତା ଗୋଟିଏ ଝରଣା ପରି ହେବା ଉଚିତ୍।
ଯାହା କେବେ ଶୁଖେ ନାହିଁ।
25 ହେ ଇସ୍ରାଏଲୀୟମାନେ, ତୁମ୍ଭେମାନେ ଦୀର୍ଘ ଗ୍ଭଳିଶ୍ ବର୍ଷ ମରୁଭୂମିରେ ଥିଲା ବେଳେ
ତୁମ୍ଭର ସେବା ଓ ବଳିଦାନ ଆମ୍ଭକୁ ଦେଇଥିଲ କି?
26 ତୁମ୍ଭେ ସିକୂତକୁ ତୁମ୍ଭର ରାଜା ରୂପେ
ଏବଂ କୀୟନଙ୍କୁ ତୁମ୍ଭର ତାରକା ସଦାପ୍ରଭୁ ରୂପେ
ତୁମ୍ଭେ ନିଜେ ତିଆରି କରିଛ।
27 ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଦମ୍ମେଶକ ସହରର
ବହୁତ ଦୂରକୁ ବନ୍ଦୀକରି ନିର୍ବାସିତ କରାଇବା।”
ସର୍ବଶକ୍ତିମାନ ପରମେଶ୍ୱର
ଏହି କଥା କହିଲେ।
ଯୀଶୁ ଖ୍ରୀଷ୍ଟଙ୍କ ପ୍ରେମ
14 ସେଥିପାଇଁ ପ୍ରାର୍ଥନାରେ ମୁଁ ପରମପିତାଙ୍କ ଆଗରେ ନତମସ୍ତକ ହୁଏ। 15 ପରମେଶ୍ୱର ସ୍ୱର୍ଗ ଓ ପୃଥିବୀର ସମସ୍ତ ପରିବାରକୁ ପ୍ରକୃତ ନାମ କରଣ କରନ୍ତି। 16 ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରେ, ଯେପରି ସେ ତାହାଙ୍କ ସମସ୍ତ ମହିମା ସହିତ ତୁମ୍ଭମାନଙ୍କୁ ଆତ୍ମିକଭାବେ ଶକ୍ତିଯୁକ୍ତ ହେବା ପାଇଁ ତାହାଙ୍କର ଶକ୍ତି ପ୍ରଦାନ କରିବେ। ସେ ପବିତ୍ରଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ସେହି ଶକ୍ତି ପ୍ରଦାନ କରିବେ। 17 ତୁମ୍ଭ ବିଶ୍ୱାସ ହେତୁ ତୁମ୍ଭ ହୃଦୟରେ ଖ୍ରୀଷ୍ଟ ବାସ କରନ୍ତି। ତୁମ୍ଭ ଜୀବନ ପ୍ରେମରେ ଶକ୍ତିଶାଳୀ ହେଉ ଏବଂ ପ୍ରେମରେ ଗଢ଼ି ଉଠୁ। 18 ଖ୍ରୀଷ୍ଟଙ୍କ ପ୍ରେମର ମହାନତାକୁ ହୃଦୟଙ୍ଗମ କରିବା ପାଇଁ ତୁମ୍ଭକୁ ଓ ପରମେଶ୍ୱରଙ୍କ ପବିତ୍ରୀକୃତ ଲୋକମାନଙ୍କୁ ବୁଝିବା ଶକ୍ତି ମିଳୁ। ଯେପରି ତୁମ୍ଭେ ଏହା ମଧ୍ୟ ବୁଝି ପାର ଯେ, ସେହି ପ୍ରେମ କେତେ ଓସାର, କେତେ ଲମ୍ବା, କେତେ ଉଚ୍ଚ ଓ କେତେ ଗଭୀର। 19 ଯୀଶୁ ଖ୍ରୀଷ୍ଟଙ୍କ ପ୍ରେମ ମନୁଷ୍ୟର ପ୍ରେମଠାରୁ ଅଧିକ ମହାନ୍। କିନ୍ତୁ ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରେ ଯେ, ତୁମ୍ଭେ ସେହି ପ୍ରେମ ବିଷୟରେ ଜାଣିବା ପାଇଁ ସକ୍ଷମ ହୁଅ, ତେବେ ଯାଇ ତୁମ୍ଭେ ପରମେଶ୍ୱରଙ୍କଠାରେ ପୂର୍ଣ୍ଣ ହୋଇ ଯିବ।
20 ଆମ୍ଭ ଭିତରେ ପରମେଶ୍ୱରଙ୍କ ଯେଉଁ ଶକ୍ତି କାର୍ଯ୍ୟ କରିଥାଏ, ତାହା ଆମ୍ଭର ମାଗିବା ବା ଭାବିବାଠାରୁ ଯଥେଷ୍ଟ ଅଧିକ ଏବଂ ପରମେଶ୍ୱର ତାହାଠାରୁ ଅଧିକ ଶକ୍ତିର କାର୍ଯ୍ୟ କରି ପାରନ୍ତି। 21 ମଣ୍ଡଳୀରେ ଓ ଖ୍ରୀଷ୍ଟଙ୍କ ଦ୍ୱାରା ସଦାସର୍ବଦା ତାହାଙ୍କର ମହିମା ହେଉ। ଆମେନ୍।
2010 by World Bible Translation Center