Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍, “ଦାଉଦ ଅହୀମେଲକର ଗୃହରେ ଅଛନ୍ତି” ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ।
52 ହେ ଶ୍ରେଷ୍ଠ ମାନବ, ତୁମ୍ଭେ କରୁଥିବା ଅନିଷ୍ଟ କର୍ମରେ ବଡ଼ିମା ହେଉଛି କାହିଁକି?
ପରମେଶ୍ୱରଙ୍କ ବିଶ୍ୱସ୍ତ ପ୍ରେମ ମୋତେ ଦିନ ତମାମ ସୁରକ୍ଷା କରିବ।
2 ତୁମ୍ଭେ ଲୋକମାନଙ୍କୁ ଧ୍ୱଂସ କରିବାକୁ ଚକ୍ରାନ୍ତ କରୁଅଛ।
ତୁମ୍ଭର ଜିହ୍ୱା କ୍ଷୁରତୁଲ୍ୟ ତୀକ୍ଷ୍ଣ।
ତୁମ୍ଭେ ମିଥ୍ୟା କହୁଛ ଏବଂ ଲୋକମାନଙ୍କୁ ଠକିବା ପାଇଁ ଚେଷ୍ଟା କରୁଛ!
3 ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଅଧିକ ଭଲ ପାଉଛ।
ତୁମ୍ଭେ ସତ କହିବା ଅପେକ୍ଷା, ମିଥ୍ୟା କହିବାକୁ ଅଧିକ ଭଲ ପାଉଛ।
4 ତୁମ୍ଭେ ଲୋକମାନଙ୍କୁ ଆଘାତ ଦେଉଥିବା ଶବ୍ଦକୁ ଓ ପ୍ରତାରଣା କରୁଥିବା ଜିହ୍ୱାକୁ ଭଲ ପାଉଛ।
5 ଏଣୁ ପରମେଶ୍ୱର ଚିରଦିନ ପାଇଁ ତୁମ୍ଭକୁ ଧ୍ୱଂସ କରିବେ।
ସେ ତୁମ୍ଭକୁ ହଠାତ୍ ମାଡ଼ିବସିବେ ଏବଂ ତୁମ୍ଭକୁ ତୁମ୍ଭର ଘରୁ ଟାଣି ଆଣିବେ।
ସେ ତୁମ୍ଭକୁ ସଜୀବ ପୃଥିବୀରୁ ଉତ୍ପାଟନ କରିବେ।
6 ଧାର୍ମିକ ଲୋକମାନେ ତାହା ଦେଖି ବିସ୍ମିତ ହେବେ।
ସେମାନେ ତୁମ୍ଭକୁ ପରିହାସ କରି କହିବେ।
7 “ଦେଖ, ତାଙ୍କୁ କ’ଣ ହେଲା।
ସେ ରକ୍ଷା ପାଇବା ପାଇଁ ପରମେଶ୍ୱରଙ୍କୁ ବିଶ୍ୱାସ କଲା ନାହିଁ।
ସେ ଭାବିଲା, ତା’ର ଧନ ଏବଂ ମିଥ୍ୟା ତାକୁ ଉଦ୍ଧାର କରିବ।”
8 କିନ୍ତୁ ମୁଁ ପରମେଶ୍ୱରଙ୍କ ମନ୍ଦିରରେ ବଢ଼ୁଥିବା ଏକ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି।
ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ପ୍ରେମରେ ବିଶ୍ୱାସ କରେ।
9 ପରମେଶ୍ୱର, ତୁମ୍ଭେ କରିଥିବା କାମ ପାଇଁ ମୁଁ ତୁମ୍ଭକୁ ସର୍ବଦା ପ୍ରଶଂସା କରିବି।
ମୁଁ ତୁମ୍ଭ ରାଜ ଭକ୍ତମାନଙ୍କ ଉପସ୍ଥିତିରେ ତୁମ୍ଭର ନାମର ଘୋଷଣା କରିବି, କାରଣ ତୁମ୍ଭେ ଉତ୍ତମ ଅଟ।
ଇସ୍ରାଏଲରୁ ସୁଦିନ କାଢ଼ି ନିଆଯିବ
6 ହେ ସିୟୋନର ଲୋକମାନେ, ଯେଉଁମାନେ ତୁମ୍ଭର ଦୁଃଖ ନାହିଁ ବୋଲି କହୁଛ
ଏବଂ ଶମରିୟା ପର୍ବତ ଉପରେ ଥିବା ନିବାସୀ ଯେଉଁମାନେ ନିଜକୁ ନିରାପଦ ମନେ କରୁଛ, ତୁମ୍ଭମାନଙ୍କ ପାଇଁ ଏହା ଅତି ମନ୍ଦ ହେବ।
ତୁମ୍ଭେମାନେ ମହାନ ଦେଶର ପ୍ରଧାନଗଣ।
“ଇସ୍ରାଏଲର ଗୃହ” ତୁମ୍ଭମାନଙ୍କର ଉପଦେଶ ପାଇଁ ତୁମ୍ଭମାନଙ୍କ ପାଖକୁ ଆସୁଛି।
2 ଯାଅ କଲନୀକୁ ଦେଖ,
ସେହି ସ୍ଥାନରୁ ମହାନ ନଗର ହମାତକୁ ଯାଅ।
ତା’ପରେ ପଲେଷ୍ଟୀୟମାନଙ୍କର ଗାଥ୍ ନଗରକୁ ଯାଅ।
ସେହିସବୁ କି ଏହି ରାଜ୍ୟଗୁଡ଼ିକ ଅପେକ୍ଷା ଭଲ?
ଅବା ସେମାନଙ୍କର ସୀମା କି ତୁମ୍ଭମାନଙ୍କର ରାଜ୍ୟ ଅପେକ୍ଷା ବଡ଼।
3 ତୁମ୍ଭେମାନେ ଭାବୁଛ ଦଣ୍ତ ପାଇବାର ଦିନ ବହୁତ ଦୂରରେ ଅଛି,
ସେଥିପାଇଁ ତୁମ୍ଭେ ହିଂସାର ସହିତ ଶାସନ କରୁଛ।
4 ତୁମ୍ଭେ ଗଜଦନ୍ତ ଶଯ୍ୟା ଉପରେ ଶୟନ କରୁଛ
ଓ ଖଟ ଉପରେ ନିଜର ଶରୀରକୁ ଲମ୍ବାଇ ଦେଉଛ।
ତୁମ୍ଭେମାନେ ତୁମ୍ଭର ମେଷ ପଲରୁ ମେଷଶାବକର କୋମଳ ମାଂସ ଖାଉଛ
ଏବଂ ସେମାନଙ୍କ ଗୁହାଳରୁ ବାଛୁରିମାନଙ୍କୁ ଆଣୁଛ ଏବଂ ସେମାନଙ୍କୁ ଖାଉଛ।
ଏହା ତୁମ୍ଭମାନଙ୍କ ପାଇଁ ବହୁତ ଖରାପ ହେବ।
5 ତୁମ୍ଭେ ବୀଣାବାଦନ କରୁଛ
ଏବଂ ଦାଉଦଙ୍କ ପରି ତୁମ୍ଭର ବାଦ୍ୟଯନ୍ତ୍ରଗୁଡ଼ିକରେ ଅଭ୍ୟାସ କରୁଛ।
6 ତୁମ୍ଭେ ଦ୍ରାକ୍ଷାରସ ସୁନ୍ଦର ପାତ୍ରରେ ପାନ କରୁଛ।
ଆଉ ମଧ୍ୟ ସୁନ୍ଦର ସୁବାସିତ ପଦାର୍ଥ ବ୍ୟବହାର କରୁଛ।
କିନ୍ତୁ ଯୋଷେଫଙ୍କର ପରିବାର ଧ୍ୱଂସ ପାଉଛନ୍ତି
ସେଥିପାଇଁ ଟିକିଏ ହେଲେ ଦୁଃଖ କରୁ ନାହିଁ।
7 ସେହି ଲୋକମାନେ ସେମାନଙ୍କର ଖଟ ଉପରେ ଲମ୍ବି ଶୋଇଛନ୍ତି। କିନ୍ତୁ ସେମାନଙ୍କର ସୁଖର ଦିନ ଶେଷ ହୋଇଛି। ସେମାନଙ୍କୁ ଅନ୍ୟ ରାଜ୍ୟକୁ ବନ୍ଦୀରୂପେ ନିଆଯିବ। ସେମାନେ ବନ୍ଦୀ ହୋଇ ଯିବାର ପ୍ରଥମ ବ୍ୟକ୍ତି ହେବେ। 8 ମୋର ପ୍ରଭୁ ସଦାପ୍ରଭୁ ନିଜର ପବିତ୍ର ନାମକୁ ବ୍ୟବହାର କଲେ ଓ ଶପଥ ନେଲେ। ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର ଏହା ପ୍ରତିଜ୍ଞା କଲେ,
“ଆମ୍ଭେ ଯାକୁବର ଗର୍ବକୁ ଘୃଣା କରୁ।
ତା’ର ସୁଦୃଢ଼ ଅଟ୍ଟାଳିକାକୁ ମଧ୍ୟ ଘୃଣା କରୁ।
ତେଣୁ ଆମ୍ଭେ ସେହି ନଗରକୁ
ଓ ତା’ର ସମସ୍ତ ଜିନିଷକୁ ଶତ୍ରୁ ହସ୍ତରେ ଅର୍ପଣ କରିବା।”
ଅଳ୍ପ କେତେକ ଇସ୍ରାଏଲୀୟ ରକ୍ଷା ପାଇବେ
9 ସେହି ସମୟରେ ଯଦି ଗୋଟିଏ ଘରେ କେବଳ ଦଶ ଜଣ ଅଛନ୍ତି, ସେମାନେ ସମସ୍ତେ ମରିବେ। 10 ଯେତେବେଳେ ଜଣେ ଲୋକ ମରିବ, ଜଣେ ସମ୍ପର୍କୀୟ ମୃତ ଶରୀରକୁ ନେଇ ଦାହ ଦେବା ପାଇଁ ଆସିବ। ଏବଂ “ସେ ଘର ମଧ୍ୟରେ ଅନ୍ୟ କିଏ ଅଛି ବୋଲି ପଗ୍ଭରିବ।” ଘର ଭିତରେ ଥିବା ଲୋକଟି ଉତ୍ତର କରିବ, “ନା”,
ତା’ପରେ ସେହି ବ୍ୟକ୍ତି ତୁନି ହୁଅ ବୋଲି କହିବ। କାରଣ “ଆମ୍ଭେମାନେ ସଦାପ୍ରଭୁଙ୍କର ନାମ ଉଚ୍ଚାରଣ କରିବାର ନୁହେଁ।”
11 ସଦାପ୍ରଭୁ ପରମେଶ୍ୱର ଆଦେଶ ଦେବେ,
ଦେଖ ବଡ଼ ଗୃହଗୁଡ଼ିକ ଖଣ୍ତ ବିଖଣ୍ତିତ ହେବ
ଏବଂ କ୍ଷୁଦ୍ର ଗୃହଗୁଡ଼ିକ ଛୋଟ ଛୋଟ ଖଣ୍ଡରେ ପରିଣତ ହେବ।
12 ଅଶ୍ୱମାନେ ଢେଲା ପଥରଗୁଡ଼ିକ ଉପରେ ଦୌଡ଼ିବେ କି?
ଆଉ ମଧ୍ୟ କୌଣସି ଲୋକ ବଳଦମାନଙ୍କୁ ସମୁଦ୍ରରେ ହଳ କରିବାରେ ବ୍ୟବହାର କରନ୍ତି?
କିନ୍ତୁ ତୁମ୍ଭେ ସବୁ ଜିନିଷ ତଳ ଉପର ପରିବର୍ତ୍ତନ କରିଛ।
ତୁମ୍ଭେ ଧାର୍ମିକକୁ ନାଗ ବିଷରେ ପରିଣତ କରିଛ ଏବଂ ଆଉ ଅତି ଉତ୍ତମ ନ୍ୟାୟକୁ ତୀବ୍ର ହଳାହଳରେ ପରିଣତ କରିଛ।
13 ତୁମ୍ଭେମାନେ ତୁଚ୍ଛାରେ ଆନନ୍ଦ କରୁଛ।
ଆଉ ତୁମ୍ଭେମାନେ କହୁଛ, “ଆମ୍ଭେ ନିଜ ତୁଚ୍ଛାରେ ଆନନ୍ଦ ଶିଙ୍ଗ ଲାଭ କରିଅଛୁ।”
14 “କିନ୍ତୁ ହେ ଇସ୍ରାଏଲବାସୀ, ତୁମ୍ଭ ଦେଶ ବିରୁଦ୍ଧରେ ଆମ୍ଭେ ଗୋଟିଏ ଗୋଷ୍ଠୀ ଜାଗ୍ରତ କରିବା। ସେହି ଗୋଷ୍ଠୀ ତୁମ୍ଭ ସମଗ୍ର ରାଜ୍ୟ ଉପରେ ଦୁଃଖ କ୍ଳେଶ ଆଣିବ। ଏହି କ୍ଳେଶ ହମାତଠାରୁ ଅରାବା ମାର୍ଗ ପର୍ଯ୍ୟନ୍ତ ଲାଗି ରହିବ।” ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର ଏହା କୁହନ୍ତି।
ବିହନ ବୁଣା ଦୃଷ୍ଟାନ୍ତ(A)
4 ବହୁ ଲୋକ ଆସି ଜମା ହୋଇଗଲେ। ପ୍ରତ୍ୟେକ ନଗରରୁ ଲୋକେ ଯୀଶୁଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ:
5 “ଜଣେ କୃଷକ ବୀଜ ବୁଣିବାକୁ ବାହାରିଲା। ସେ ବୀଜ ବୁଣିଲା ବେଳେ କିଛି ବୀଜ ରାସ୍ତା କଡ଼ରେ ଯାଇ ପଡ଼ିଲା। ଏହି ବୀଜଗୁଡ଼ିକ ଲୋକଙ୍କ ପାଦରେ ଚକଟି ହୋଇଗଲା ଓ ଚଢ଼େଇମାନେ ସେଗୁଡ଼ିକୁ ଖାଇଗଲେ। 6 କିଛି ବୀଜ ପଥର ଉପରେ ପଡ଼ିଲା ସେଥିରୁ ଗଜା ବାହାରିଲା କିନ୍ତୁ ଜଳ ଅଭାବରୁ ମରିଗଲା। 7 କିଛି ବୀଜ କଣ୍ଟା ବୁଦାରେ ପଡ଼ିଲା। ବୀଜ ଗଜାହୋଇ ଗଛ ବଢ଼ିଲା। କିନ୍ତୁ କଣ୍ଟା ବୁଦା ମଧ୍ୟ ତା’ ସହିତ ବଢ଼ିଲା ଓ ଶେଷରେ ତାକୁ ଗ୍ଭପି ପକାଇଲା। 8 ଅନ୍ୟ ବୀଜତକ ଭଲ ମାଟିରେ ପଡ଼ିଲା। ତାହା ଗଛ ହୋଇ ବଢ଼ିଲା। ଏଥିରୁ ଶହେ ଗୁଣ ଅଧିକ ଶସ୍ୟ ମିଳିଲା।”
ଏହି ଦୃଷ୍ଟାନ୍ତ କରିସାରି ଯୀଶୁ ବଡ଼ ପାଟିରେ କହିଲେ, “ତୁମ୍ଭମାନଙ୍କର ଯଦି କାନ ଅଛି, ତେବେ ଶୁଣ।”
9 ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଗ୍ଭରିଲେ, “ଏହି ଦୃଷ୍ଟାନ୍ତର ଅର୍ଥ କ’ଣ?”
10 ଯୀଶୁ କହିଲେ, “ପରମେଶ୍ୱରଙ୍କ ରାଜ୍ୟର ନିଗୁଢ଼ ବିଷୟ ଜାଣିବା ପାଇଁ ତୁମ୍ଭେ ବଛା ହୋଇଛ। କିନ୍ତୁ ଅନ୍ୟମାନଙ୍କୁ ଏହି ରହସ୍ୟ ବିଷୟରେ କହିବାକୁ ମୁଁ ଦୃଷ୍ଟାନ୍ତ ବ୍ୟବହାର କରୁଛି। ମୁଁ ଏହା କରୁଛି
‘ଯେପରି କି ସେମାନେ ଗ୍ଭହୁଁଥିଲେ ମଧ୍ୟ
ଦେଖି ପାରିବେନି,
ଏବଂ ଶୁଣୁଥିଲେ ମଧ୍ୟ
ବୁଝି ପାରିବେ ନାହିଁ।’(B)
2010 by World Bible Translation Center