Revised Common Lectionary (Semicontinuous)
ଗିମେଲ୍
17 ମୁଁ ଯେମନ୍ତ ବଞ୍ଚିପାରିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର,
ଯେଉଁଥିରେ ମୁଁ ତୁମ୍ଭର ବାକ୍ୟ ପାଳନ କରି ପାରିବି।
18 ହେ ସଦାପ୍ରଭୁ, ମୋର ଆଖି ଉନ୍ମୁକ୍ତ କର।
ଯେଉଁଥିରେ ମୁଁ ତୁମ୍ଭର ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି।
19 ମୁଁ ଏହି ସ୍ଥାନରେ ଜଣେ ପ୍ରବାସୀ।
ହେ ସଦାପ୍ରଭୁ, ତୁମ୍ଭର ଆଜ୍ଞାସବୁ
ମୋ’ଠାରୁ ଲୁଗ୍ଭଅ ନାହିଁ।
20 ମୁଁ ସର୍ବଦା ତୁମ୍ଭର ଶାସନସକଳ
ପଢ଼ିବା ପାଇଁ ବହୁତ ଗ୍ଭହେଁ।
21 ସଦାପ୍ରଭୁ ତୁମ୍ଭେ ଗର୍ବୀ ଲୋକମାନଙ୍କୁ ଉପହାସ କର।
ଯେଉଁମାନେ ତୁମ୍ଭର ଆଜ୍ଞାଗୁଡ଼ିକୁ ଅନୁସରଣ କରିବାକୁ ବନ୍ଦ କରନ୍ତି ସେମାନେ ଅଭିଶପ୍ତ ହୁଅନ୍ତି।
22 ମୋ’ଠାରୁ ନିନ୍ଦା ଓ ଅପମାନସବୁ ଦୂର କର।
ମୁଁ ତୁମ୍ଭର ବାକ୍ୟ ଅନୁସରଣ କରିଅଛି।
23 ଏପରିକି ଅଧିପତିମାନେ ଶିଖନ୍ତି
ଏବଂ ମୋ’ ବିରୁଦ୍ଧରେ ମନ୍ଦ ଉପାୟ କରନ୍ତି।
ମୁଁ ତୁମ୍ଭର ଦାସ, ତୁମ୍ଭର ନିୟମର ମଧ୍ୟସ୍ଥି ହୋଇଛି।
24 ତୁମ୍ଭର ଆଇନଗତ ଆଦେଶ ମୋତେ ଆନନ୍ଦ ଦିଏ।
ସେମାନେ ମୋର ଅତି ଆପଣାର ଆଦେଶଦାତା।
ଦାଲତ୍
25 ମୁଁ ମରିବା ବେଳେ ଧୂଳିରେ ଗଡ଼େ।
ଯେପରି ତୁମ୍ଭର ବାକ୍ୟ ଦ୍ୱାରା ପ୍ରତିଜ୍ଞା କରିଛି, ମୋତେ ବଞ୍ଚିବାକୁ ଦିଅ।
26 ମୁଁ ତୁମ୍ଭକୁ ମୋର ଜୀବନ ବିଷୟରେ କହିଅଛି।
ଏବଂ ତୁମ୍ଭେ ମୋତେ ଉତ୍ତର ଦେଇଅଛ।
ବର୍ତ୍ତମାନ ତୁମ୍ଭର ବ୍ୟବସ୍ଥା ମୋତେ ଶିଖାଅ।
27 ତୁମ୍ଭର ନିର୍ଦ୍ଦେଶଗୁଡ଼ିକ ଅନୁସାରେ ମୋତେ ବୁଝିବା ପାଇଁ ସାହାଯ୍ୟ କର।
ତେବେ ମୁଁ ତୁମ୍ଭର ଆଶ୍ଚର୍ଯ୍ୟ କର୍ମମାନ ବିଷୟରେ ଗଭୀରତମ ଭାବିବି।
28 ମୁଁ ଦୁଃଖିତ ଓ କ୍ଳାନ୍ତ ଅଟେ।
ତୁମ୍ଭର ବାକ୍ୟର ପ୍ରତିଜ୍ଞା ଅନୁସାରେ ମୋତେ ପୁଣି ଶକ୍ତିଶାଳୀ କର।
29 ମୋତେ ମିଥ୍ୟା ଜୀବନ ବିତାଇବାକୁ ଦିଅ ନାହିଁ।
ଦୟାକରି ମୋତେ ତୁମ୍ଭର ବ୍ୟବସ୍ଥା ଶିଖାଅ।
30 ମୁଁ ତୁମ୍ଭ ନିକଟରେ ବିଶ୍ୱସ୍ତ ହେବା ପାଇଁ ମନୋନୀତ ହୋଇଅଛି।
ମୁଁ ଯତ୍ନ ସହକାରେ ତୁମ୍ଭର ନ୍ୟାୟପରାୟଣତାକୁ ଶିକ୍ଷା କରିବି।
31 ମୁଁ ତୁମ୍ଭ ବାକ୍ୟ ନିକଟବର୍ତ୍ତୀ ହୋଇ ଅନୁସରଣ କଲି।
ହେ ସଦାପ୍ରଭୁ, ମୋତେ ନିରାଶ କର ନାହିଁ।
32 ମୁଁ ବହୁ ଆନନ୍ଦ ସହକାରେ ତୁମ୍ଭର ଆଦେଶସବୁ ମାନିବି,
ଯେତେବେଳେ ତୁମ୍ଭେ ମୋର ବୁଝିବା ଶକ୍ତିକୁ ପ୍ରଶସ୍ତ କରିବ।
13 ସେତେବେଳେ ସୁନ୍ଦର ଯୁବକଗଣ ଓ ସୁନ୍ଦରୀ ରମଣୀମାନେ
ତୃଷାରେ ଦୁର୍ବଳ ହୋଇ ପଡ଼ିବେ।
14 ଶମରିୟାର ପାପ ପାଇଁ ସେମାନେ ଶପଥ ନେଇ କହିବେ,
‘ହେ ଦାନ୍ ଯେପରି ତୁମ୍ଭର ପରମେଶ୍ୱର ନିଶ୍ଚିତ ଜୀବିତ’
ଓ ‘ବେର୍ଶେବାର ପ୍ରଭୁ ନିଶ୍ଚିତ ଜୀବିତ,
ସେମାନଙ୍କର ନିଶ୍ଚିତ ପତନ ଘଟିବ
ଓ ସେମାନେ କେବେ ଉଠି ପାରିବେ ନାହିଁ।”
ସଦାପ୍ରଭୁଙ୍କର ଦର୍ଶନ ବେଦିରେ ଦଣ୍ଡାୟମାନ
9 ସେ କହିଲେ, ମୁଁ ମୋର ପ୍ରଭୁଙ୍କୁ ଯଜ୍ଞବେଦି ଉପରେ ଦଣ୍ଡାୟମାନ ହେବାର ଦେଖିଲି। ସେ କହିଲେ,
“ସ୍ତମ୍ଭର ଅଗ୍ରଭାଗକୁ ଆଘାତ କର
ଯେପରିକି ଅଟ୍ଟାଳିକାର ଦ୍ୱାର ଦେଶ ଥରି ଉଠିବ।
ସ୍ତମ୍ଭଟିକୁ ଲୋକମାନଙ୍କ ମୁଣ୍ତ ଉପରେ ପକାଅ।
ଯଦି ଏଥିରୁ କେହି ବଞ୍ଚିବ ଆମ୍ଭେ ତାକୁ ଖଡ଼୍ଗରେ ଚ୍ଛେଦନ କରିବା।
ଦୌଡ଼ି ଯାଇଥିବା ଲୋକ ମଧ୍ୟ ରକ୍ଷା ପାଇବ ନାହିଁ।
ଜଣେ ହେଲେ ବଞ୍ଚିବେ ନାହିଁ।
2 ଯଦି ସେମାନେ ଭୂମି ଖୋଳି ପାତାଳକୁ ଯିବେ,
ସେଠାରୁ ମଧ୍ୟ ଆମ୍ଭେ ସେମାନଙ୍କୁ ଟାଣି ଆଣିବା।
ଯଦି ସେମାନେ ସ୍ୱର୍ଗକୁ ଯାଆନ୍ତି,
ଆମ୍ଭେ ସେମାନଙ୍କୁ ସେହି ସ୍ଥାନରୁ ମଧ୍ୟ ତଳକୁ ଖସାଇ ଆଣିବା।
3 ଯଦି ସେମାନେ ନିଜକୁ କର୍ମିଲ ଶୃଙ୍ଗରେ ଲୁଗ୍ଭନ୍ତି,
ଆମ୍ଭେ ସେମାନଙ୍କୁ ଖୋଜି ସେଠାରୁ ମଧ୍ୟ ଧରି ଆଣିବା।
ଯଦି ସେମାନେ ସମୁଦ୍ରର ନିମ୍ନ ଭାଗରେ ଲୁଚି ରହନ୍ତି,
ତେବେ ଆମ୍ଭେ ସର୍ପକୁ ଆଦେଶ ଦେବା ଓ ସେହି ସର୍ପ ସେମାନଙ୍କୁ ଦଂଶନ କରିବ।
4 ଯଦି ସେମାନେ ଧରା ହୋଇ ଶତ୍ରୁମାନଙ୍କ ଦ୍ୱାରା ବନ୍ଦୀ ହେବେ
ତଥାପି ଖଡ଼୍ଗକୁ ଆଦେଶ ଦେବା,
ସେ ସେମାନଙ୍କୁ ହତ୍ୟା କରିବ।
ଆମ୍ଭେ ସେମାନଙ୍କ ଉପରେ ଦୃଷ୍ଟି ରଖିବା
କିନ୍ତୁ ଆମ୍ଭେ ସେମାନଙ୍କୁ ଦୁଃଖ ଦେବା ପାଇଁ ଲକ୍ଷ୍ୟ ରଖିବା।
ସେମାନଙ୍କୁ ଉତ୍ତମ ଜିନିଷ ଦେବା ପାଇଁ ଲକ୍ଷ୍ୟ ରଖିବା ନାହିଁ।”
ଯୀଶୁ ଆମ୍ଭମାନଙ୍କର ସହାୟକ
2 ମୋର ପ୍ରିୟ ପିଲାମାନେ, ମୁଁ ଏହିସବୁ ତୁମ୍ଭମାନଙ୍କୁ ଲେଖୁଅଛି ଯେପରି, ତୁମ୍ଭେମାନେ ପାପ ନ କର। କିନ୍ତୁ ଯଦି କେହି ପାପ କରେ, ଆମ୍ଭର ଯୀଶୁ ଖ୍ରୀଷ୍ଟ ଯିଏ କି ଧାର୍ମିକ ଓ ଯିଏ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ସପକ୍ଷବାଦୀ; ସେ ଆମ୍ଭମାନଙ୍କୁ ସାହାଯ୍ୟ କରିବେ। 2 ଯୀଶୁ ହେଉଛନ୍ତି ପଥ ଓ ଆମ୍ଭର ସବୁ ପାପ ବହିନିଅନ୍ତି। କେବଳ ଆମ୍ଭମାନଙ୍କ ନୁହେଁ, ମାତ୍ର ସମସ୍ତ ଜଗତର ପାପ ମଧ୍ୟ ସେ ବହିନିଅନ୍ତି।
3 ଆମ୍ଭେ ଯଦି ପରମେଶ୍ୱରଙ୍କର ଆଜ୍ଞା ପାଳନ କରୁ, ତେବେ ଆମ୍ଭେମାନେ ସୁନିଶ୍ଚିତ ଯେ, ଆମ୍ଭେ ପ୍ରକୃତରେ ତାହାଙ୍କୁ ଜାଣିଛୁ। 4 ଯଦି କିଏ କୁହେ, “ମୁଁ ପରମେଶ୍ୱରଙ୍କୁ ଜାଣେ,” କିନ୍ତୁ ତାହାଙ୍କ ଆଜ୍ଞା ପାଳନ କରେ ନାହିଁ, ତେବେ ସେ ଜଣେ ମିଥ୍ୟାବାଦୀ। ତାହାଙ୍କଠାରେ ସତ୍ୟ ନାହିଁ। 5 ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କ ଶିକ୍ଷା ପାଳନ କରେ, ତା’ଠାରେ ପରମେଶ୍ୱରଙ୍କ ପ୍ରେମର ଉଦ୍ଦେଶ୍ୟ ସାଧିତ ହୋଇଛି। ଏହିଭଳି ଭାବେ ଆମ୍ଭେମାନେ ପରମେଶ୍ୱରଙ୍କର ଅନୁଗମନ କରୁଛୁ ବୋଲି ଜାଣି ପାରିବା। 6 ପରମେଶ୍ୱରଙ୍କ ସହ ଜୀବନଯାପନ କରୁଛୁ ବୋଲି ଦାବି କରୁଥିବା ବ୍ୟକ୍ତି ଯୀଶୁଙ୍କ ଭଳି ଜୀବନଯାପନ କରିବା ଉଚିତ୍।
2010 by World Bible Translation Center