Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 119:17-32

ଗିମେଲ୍

17 ମୁଁ ଯେମନ୍ତ ବଞ୍ଚିପାରିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର,
    ଯେଉଁଥିରେ ମୁଁ ତୁମ୍ଭର ବାକ୍ୟ ପାଳନ କରି ପାରିବି।
18 ହେ ସଦାପ୍ରଭୁ, ମୋର ଆଖି ଉନ୍ମୁକ୍ତ କର।
    ଯେଉଁଥିରେ ମୁଁ ତୁମ୍ଭର ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି।
19 ମୁଁ ଏହି ସ୍ଥାନରେ ଜଣେ ପ୍ରବାସୀ।
    ହେ ସଦାପ୍ରଭୁ, ତୁମ୍ଭର ଆଜ୍ଞାସବୁ
    ମୋ’ଠାରୁ ଲୁଗ୍ଭଅ ନାହିଁ।
20 ମୁଁ ସର୍ବଦା ତୁମ୍ଭର ଶାସନସକଳ
    ପଢ଼ିବା ପାଇଁ ବହୁତ ଗ୍ଭହେଁ।
21 ସଦାପ୍ରଭୁ ତୁମ୍ଭେ ଗର୍ବୀ ଲୋକମାନଙ୍କୁ ଉପହାସ କର।
    ଯେଉଁମାନେ ତୁମ୍ଭର ଆଜ୍ଞାଗୁଡ଼ିକୁ ଅନୁସରଣ କରିବାକୁ ବନ୍ଦ କରନ୍ତି ସେମାନେ ଅଭିଶପ୍ତ ହୁଅନ୍ତି।
22 ମୋ’ଠାରୁ ନିନ୍ଦା ଓ ଅପମାନସବୁ ଦୂର କର।
    ମୁଁ ତୁମ୍ଭର ବାକ୍ୟ ଅନୁସରଣ କରିଅଛି।
23 ଏପରିକି ଅଧିପତିମାନେ ଶିଖନ୍ତି
    ଏବଂ ମୋ’ ବିରୁଦ୍ଧରେ ମନ୍ଦ ଉପାୟ କରନ୍ତି।
    ମୁଁ ତୁମ୍ଭର ଦାସ, ତୁମ୍ଭର ନିୟମର ମଧ୍ୟସ୍ଥି ହୋଇଛି।
24 ତୁମ୍ଭର ଆଇନଗତ ଆଦେଶ ମୋତେ ଆନନ୍ଦ ଦିଏ।
    ସେମାନେ ମୋର ଅତି ଆପଣାର ଆଦେଶଦାତା।

ଦାଲତ୍

25 ମୁଁ ମରିବା ବେଳେ ଧୂଳିରେ ଗଡ଼େ।
    ଯେପରି ତୁମ୍ଭର ବାକ୍ୟ ଦ୍ୱାରା ପ୍ରତିଜ୍ଞା କରିଛି, ମୋତେ ବଞ୍ଚିବାକୁ ଦିଅ।
26 ମୁଁ ତୁମ୍ଭକୁ ମୋର ଜୀବନ ବିଷୟରେ କହିଅଛି।
    ଏବଂ ତୁମ୍ଭେ ମୋତେ ଉତ୍ତର ଦେଇଅଛ।
    ବର୍ତ୍ତମାନ ତୁମ୍ଭର ବ୍ୟବସ୍ଥା ମୋତେ ଶିଖାଅ।
27 ତୁମ୍ଭର ନିର୍ଦ୍ଦେଶଗୁଡ଼ିକ ଅନୁସାରେ ମୋତେ ବୁଝିବା ପାଇଁ ସାହାଯ୍ୟ କର।
    ତେବେ ମୁଁ ତୁମ୍ଭର ଆଶ୍ଚର୍ଯ୍ୟ କର୍ମମାନ ବିଷୟରେ ଗଭୀରତମ ଭାବିବି।
28 ମୁଁ ଦୁଃଖିତ ଓ କ୍ଳାନ୍ତ ଅଟେ।
    ତୁମ୍ଭର ବାକ୍ୟର ପ୍ରତିଜ୍ଞା ଅନୁସାରେ ମୋତେ ପୁଣି ଶକ୍ତିଶାଳୀ କର।
29 ମୋତେ ମିଥ୍ୟା ଜୀବନ ବିତାଇବାକୁ ଦିଅ ନାହିଁ।
    ଦୟାକରି ମୋତେ ତୁମ୍ଭର ବ୍ୟବସ୍ଥା ଶିଖାଅ।
30 ମୁଁ ତୁମ୍ଭ ନିକଟରେ ବିଶ୍ୱସ୍ତ ହେବା ପାଇଁ ମନୋନୀତ ହୋଇଅଛି।
    ମୁଁ ଯତ୍ନ ସହକାରେ ତୁମ୍ଭର ନ୍ୟାୟପରାୟଣତାକୁ ଶିକ୍ଷା କରିବି।
31 ମୁଁ ତୁମ୍ଭ ବାକ୍ୟ ନିକଟବର୍ତ୍ତୀ ହୋଇ ଅନୁସରଣ କଲି।
    ହେ ସଦାପ୍ରଭୁ, ମୋତେ ନିରାଶ କର ନାହିଁ।
32 ମୁଁ ବହୁ ଆନନ୍ଦ ସହକାରେ ତୁମ୍ଭର ଆଦେଶସବୁ ମାନିବି,
    ଯେତେବେଳେ ତୁମ୍ଭେ ମୋର ବୁଝିବା ଶକ୍ତିକୁ ପ୍ରଶସ୍ତ କରିବ।

ଆମୋଷ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 9:5-15

ଦଣ୍ତ ଲୋକମାନଙ୍କୁ ବିନାଶ କରିବ

ମୋର ପ୍ରଭୁ ସଦାପ୍ରଭୁ ସର୍ବଶକ୍ତିମାନ ପୃଥିବୀକୁ ସ୍ପର୍ଶ କରିବେ
    ଏବଂ ତାହା ତରଳି ଯିବ।
    ତତ୍ପରେ ସେଠାରେ ବାସ କରୁଥିବା ସମସ୍ତ ଲୋକ ମୃତ ଲୋକଙ୍କ ପାଇଁ ବିଳାପ କରିବେ।
ମିଶରର ନୀଳନଦୀ ପରି
    ସେହି ଭୂମିର ଉ‌‌‌‌ତ୍‌‌‌‌ଥାପନ ପତନ ଘଟିବ।
ସଦାପ୍ରଭୁ ଆକାଶର ଊର୍ଦ୍ଧ୍ୱରେ ତାଙ୍କର ପ୍ରାସାଦ ନିର୍ମାଣ କରିଛନ୍ତି।
    ସେ ପୃଥିବୀ ଉପରେ ଗୋଦାମ ଘର ନିର୍ମାଣ କରିଛନ୍ତି।
ସେ ସମୁଦ୍ରକୁ ଡାକନ୍ତି
    ଏବଂ ପାଣି ପୃଥିବୀ ଉପରେ ଢାଳନ୍ତି।
    ତାଙ୍କର ନାମ ଯିହୋବାଃ

ସଦାପ୍ରଭୁ ଇସ୍ରାଏଲର ଧ୍ୱଂସ ପାଇଁ ପ୍ରତିଜ୍ଞା କରନ୍ତି

ସଦାପ୍ରଭୁ ଏହା କୁହନ୍ତି,

“ହେ ଇସ୍ରାଏଲ ସନ୍ତାନମାନେ, ତୁମ୍ଭେମାନେ ଆମ୍ଭ ନିକଟରେ କୂଶୀୟ ସନ୍ତାନମାନଙ୍କ ତୁଲ୍ୟ।
    ଆମ୍ଭେ ମିଶରରୁ ଇସ୍ରାଏଲକୁ,
    କପ୍ତୋରରୁ ପଲେଷ୍ଟୀୟକୁ
    ଓ ବୀରଦେଶରୁ ଅରାମୀୟମାନଙ୍କୁ ଆଣିଅଛୁ।”

ସଦାପ୍ରଭୁ, ମୋର ପ୍ରଭୁ ପାପପୂର୍ଣ୍ଣ ରାଜ୍ୟ ଇସ୍ରାଏଲ ଉପରେ ଦୃଷ୍ଟି ରଖିଛନ୍ତି।
ସଦାପ୍ରଭୁ କହିଲେ,
“ଆମ୍ଭେ ପୃଥିବୀରୁ ଇସ୍ରାଏଲକୁ ମୂଳପୋଛ କରିଦେବା।
    କିନ୍ତୁ କେବେ ଯାକୁବ ପରିବାରକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିବା ନାହିଁ।
ଆମ୍ଭେ ଇସ୍ରାଏଲର ଧ୍ୱଂସ ପାଇଁ ଆଦେଶ ଦେବା।
    ଆମ୍ଭେ ଇସ୍ରାଏଲବାସୀଙ୍କୁ ସମଗ୍ର ଦେଶଗୁଡ଼ିକରେ ବିକ୍ଷିପ୍ତ ଭାବରେ ବିଚ୍ଛୁରିତ କରିବା।
ଏହା ଗ୍ଭଲୁଣିରେ ଅଟା ଚଲାଇଲା ପରି ହେବ।
ଫସଲର ଏକ କଣିକା ଧରିତ୍ରୀ ଉପରେ ପଡ଼ିବ ନାହିଁ।
    ଯାକୁବଙ୍କର ପରିବାର ସେହିପରି ଭାବରେ ସେବା କରିବେ।

10 “ଆମ୍ଭ ଲୋକମାନଙ୍କ ମଧ୍ୟରେ ପାପୀଗଣ କହିବେ,
    ‘ଆମ୍ଭ ପ୍ରତି କିଛି ମନ୍ଦ ଘଟିବ ନାହିଁ।’
କିନ୍ତୁ ସେ ସମସ୍ତ ଲୋକ ‌‌ଖ‌ଡ଼୍‌ଗରେ ନିହତ ହେବେ।”

ପରମେଶ୍ୱର ରାଜ୍ୟ ପୁନଃନିର୍ମାଣ ପାଇଁ ପ୍ରତିଜ୍ଞା କରନ୍ତି

11 “ଦାଉଦଙ୍କର ପତିତ ତମ୍ବୁକୁ ଆମ୍ଭେ ପୁନର୍ବାର ଉଠାଇବା।
    ଆମ୍ଭେ କାନ୍ଥରେ ଥିବା କଣାସବୁ ବନ୍ଦ କରିବା।
ଆମ୍ଭେ ବିଧ୍ୱସ୍ତ ହୋଇଥିବା ଅଟ୍ଟାଳିକାଗୁଡ଼ିକୁ ପୁନର୍ବାର ନିର୍ମାଣ କରିବା
    ଓ ସେ ଗୁଡ଼ିକ ପୂର୍ବପରି ତମ୍ବୁ ନିର୍ମିତ ହେବ।
12 ତା’ପରେ ଇଦୋମର ଯାହାସବୁ ଛଡ଼ା ହୋଇଥିବ,
    ଆମ୍ଭ ଲୋକମାନେ ଅଧିକାର କରିବେ
ଏବଂ ସମସ୍ତ ଜାତିଗୁଡ଼ିକ ଆମ୍ଭ ନାମ ନେବେ।”
    ସଦାପ୍ରଭୁ ଏହା କହିବେ ଓ ସେହି ସମସ୍ତ ଘଟାଇବେ।
13 ସଦାପ୍ରଭୁ ପୁଣି କୁହନ୍ତି, “ସମୟ ଆସୁଛି ଯେତେବେଳେ ପ୍ରଚୁର ଅମଳ ହେବ
    ଏବଂ ତାହା ଶସ୍ୟ ଲଗାଇବା ସମୟ ପର୍ଯ୍ୟନ୍ତ ମଧ୍ୟ କ୍ଷେତ୍ରରେ ଥିବ।
    ଏତେ ଦ୍ରାକ୍ଷାଫଳ ହେବ ଯେ, ନୂତନ ଦ୍ରାକ୍ଷାଲତା ଲଗାଇବା ସମୟ ପୂର୍ବରୁ
ତଥାପି ଦ୍ରାକ୍ଷାରସ ପ୍ରସ୍ତୁତ ହୋଇ ପାରିବ ନାହିଁ।
    ଏବଂ ମଧୁର ଦ୍ରାକ୍ଷାରସ ପର୍ବତରୁ ବହିବ।
14 ଆମ୍ଭେ ଇସ୍ରାଏଲକୁ ବନ୍ଦୀରୁ ମୁକ୍ତ କରିବା
    ଏବଂ ସେମାନଙ୍କୁ ସେମାନଙ୍କର ଭୂମିକୁ ଫେରାଇ ଆଣିବା।
ସେମାନେ ଧ୍ୱଂସ ବିଧ୍ୱଂସ ନଗରଗୁଡ଼ିକୁ ପୁନଃନିର୍ମାଣ କରିବେ
    ଏବଂ ସେହି ନଗରୀରେ ବାସ କରିବେ।
ସେମାନେ ଦ୍ରାକ୍ଷାବୃକ୍ଷ କ୍ଷେତରେ ରୋପଣ କରିବେ
    ଏବଂ ଦ୍ରାକ୍ଷାରସ ପିଇବେ, ଯାହା ସେଠାକାର ଦ୍ରାକ୍ଷାଫଳରୁ ପ୍ରସ୍ତୁତ ହୁଏ।
ସେମାନେ ମଧ୍ୟ ଗ୍ଭଷ କରିବେ
    ଓ ଉତ୍ପାଦିତ ଶସ୍ୟକୁ ଭକ୍ଷ୍ୟଣ କରିବେ।
15 ଆମ୍ଭେ ଆପଣା ଲୋକମାନଙ୍କୁ ତାଙ୍କ ନିଜ ଭୂମିରେ ସ୍ଥାପନ କରିବା।
    ଆମ୍ଭେ ଯେଉଁ ଭୂମି ସେମାନଙ୍କୁ ଦେଇଛୁ, ସେମାନେ ଯେପରି ତାଙ୍କ ଭୂମିରୁ କେବେ ବିତାଡ଼ିତ ହେବେ ନାହିଁ।”
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଏହା କୁହନ୍ତି।

ଯୋହନ ଲିଖିତ ସୁସମାଗ୍ଭର 6:41-51

41 “ମୁଁ ସ୍ୱର୍ଗରୁ ଓହ୍ଲାଇଥିବା ଖାଦ୍ୟ,” ବୋଲି ଯୀଶୁ କହିବାରୁ ଯିହୂଦୀମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ ପ୍ରଗ୍ଭର କଲେ। 42 ଯିହୂଦୀମାନେ କହିଲେ, “ଏ ଯୀଶୁ ଅଟନ୍ତି। ଆମ୍ଭେ ତାହାଙ୍କ ପିତାମାତାଙ୍କୁ ଜାଣିଛୁ। ଯୀଶୁ କେବଳ ଯୋଷେଫଙ୍କର ପୁତ୍ର। ‘ସେ କିପରି ସ୍ୱର୍ଗରୁ ଓହ୍ଲାଇଛି ବୋଲି କହୁଛି?’”

43 କିନ୍ତୁ ଯୀଶୁ କହିଲେ, “ତୁମ୍ଭେମାନେ ଅଭିଯୋଗ କରିବା ବନ୍ଦକର। 44 ପରମପିତା ମୋତେ ପଠାଇଛନ୍ତି। ସେ ଲୋକମାନଙ୍କୁ ମୋ’ ନିକଟକୁ ଆଣନ୍ତି। ମୁଁ ସେହି ଲୋକମାନଙ୍କୁ ଶେଷଦିନରେ ଉ‌ତ୍‌ଥାପନ କରିବି। ଯଦି ପରମପିତା କୌଣସି ଲୋକକୁ ମୋ’ ନିକଟକୁ ନ ଆଣିବେ, ତେବେ ସେ ଲୋକ ମୋ’ ପାଖକୁ ଆସି ପାରିବ ନାହିଁ। 45 ଭାବବାଣୀରେ ଏହିପରି ଲେଖା ଅଛି: ‘ପରମେଶ୍ୱର ଲୋକମାନଙ୍କୁ ଶିକ୍ଷା ଦେବେ।’ [a] ଲୋକମାନେ ପରମପିତାଙ୍କ କଥା ଶୁଣନ୍ତି, ଓ ତାହାଙ୍କଠାରୁ ଶିକ୍ଷା ପାଆନ୍ତି। ତା’ପରେ ମୋ’ ପାଖକୁ ସେ ଲୋକମାନେ ଆସନ୍ତି। 46 ମୁଁ କହିବା ଅର୍ଥ ନୁହେଁ ଯେ, କୌଣସି ବ୍ୟକ୍ତି ପରମପିତାଙ୍କୁ ଦେଖିଛି। ପରମପିତାଙ୍କୁ କେବଳ ସେହି ଜଣେ ଦେଖିଛନ୍ତି, ଯିଏ କି ପରମେଶ୍ୱରଙ୍କଠାରୁ ଆସିଛନ୍ତି। ସେହି ଲୋକ ପରମପିତାଙ୍କୁ ଦେଖିଛନ୍ତି।

47 “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି କୌଣସି ବ୍ୟକ୍ତି ବିଶ୍ୱାସ କରେ ତେବେ ସେ ଅନନ୍ତ ଜୀବନ ଲାଭ କରେ। 48 ମୁଁ ନିଜେ ସେହି ଜୀବନଦାୟକ ଖାଦ୍ୟ। 49 ତୁମ୍ଭର ପିତୃପୁରୁଷମାନେ ପ୍ରାନ୍ତରରେ ପରମେଶ୍ୱର ଦେଇଥିବା ମାନ୍ନା (ଖାଦ୍ୟ) ଖାଇଥିଲେ। କିନ୍ତୁ ସେମାନେ ଅନ୍ୟ ଲୋକଙ୍କ ପରି ମରିସାରିଲେଣି। 50 ମୁଁ ସ୍ୱର୍ଗରୁ ଓହ୍ଲାଇଥିବା ସେହି ଖାଦ୍ୟ। ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ ତେବେ ସେ କଦାପି ମରିବ ନାହିଁ। 51 ମୁଁ ସ୍ୱର୍ଗରୁ ଓହ୍ଲାଇଥିବା ଜୀବନ୍ତ ଖାଦ୍ୟ। ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ, ତେବେ ସେ ଚିରଦିନ ପାଇଁ ବଞ୍ଚି ରହିବ। ଏହି ଖାଦ୍ୟ ହେଉଛି ମୋର ଶରୀର। ମୁଁ ମୋର ଶରୀର ଦେଇଦେବି, ତଦ୍ଦ୍ୱାରା ଜଗତର ଲୋକମାନେ ଜୀବନ ପାଇ ପାରିବେ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center