Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 85

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣଙ୍କର ଗୀତ।

85 ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ଦୟା ଦେଖାଇଅଛ।
    ବିଦେଶରେ ଯାକୁବର ଲୋକମାନେ ବନ୍ଦୀ ହୋଇଥିଲେ।
    ସେମାନଙ୍କୁ ଛଡ଼ାଇ ତାଙ୍କର ନିଜ ଦେଶକୁ ନେଇଆସିଲ।
ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କର ଅପରାଧ ସବୁ କ୍ଷମା କଲ।
    ଆଉ ତୁମ୍ଭେ ସେମାନଙ୍କର ପାପସବୁ ପୋଛିଲ।

ଆପଣା ସମସ୍ତ କ୍ରୋଧରୁ ନିବୃତ୍ତ ହେଲ।
    ଆପଣା କ୍ରୋଧରେ ପ୍ରଚଣ୍ଡ ହେଲ ନାହିଁ।
ହେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱର, ଆମ୍ଭମାନଙ୍କୁ ତୁମ୍ଭ ପାଖକୁ ଫେରାଇ ଆଣ
    ଏବଂ ଆମ୍ଭ ଉପରେ ଅପ୍ରସନ୍ନ ହେବା ବନ୍ଦ କର।
ତୁମ୍ଭେ କି ସଦାକାଳ ଆମ୍ଭ ଉପରେ
    କ୍ରୋଧିତ ହୋଇ ରହିବ?
ନିଶ୍ଚିତ ତୁମ୍ଭେ ଆଉଥରେ ଆମ୍ଭମାନଙ୍କୁ ବଞ୍ଚିବାକୁ ଦେବ।
    ତେଣୁ ତୁମ୍ଭର ଲୋକମାନେ ତୁମ୍ଭ ସହିତ ଆନନ୍ଦ କରିବେ।
ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ରକ୍ଷା କର
    ଏବଂ ଦେଖାଇ ଦିଅ ଯେ ତୁମ୍ଭେ ଆମ୍ଭକୁ ପ୍ରେମ କରୁଛ।

ସଦାପ୍ରଭୁ ପରମେଶ୍ୱର ଯାହା କହିବେ ମୁଁ ଶୁଣିବି।
    ସେ ପ୍ରତିଜ୍ଞା କରିଛନ୍ତି ଯେ, ଆପଣା ଲୋକମାନଙ୍କ ଓ ଆପଣା ଅନୁସରଣକାରୀମାନଙ୍କ ପାଇଁ ଶାନ୍ତି ବିରାଜମାନ କରିବେ।
    ସେମାନେ ପୁନର୍ବାର ମୂର୍ଖତା ଜୀବନଯାପନ କରିବା ପାଇଁ ଫେରି ନ ଯାଆନ୍ତୁ।
ପରମେଶ୍ୱର ତାଙ୍କର ଅନୁସରଣକାରୀଙ୍କୁ ଶୀଘ୍ର ରକ୍ଷା କରିବେ।
    ଆମ୍ଭେ ଖୁବ୍ ଶୀଘ୍ର ଆମ୍ଭ ଦେଶରେ ସମ୍ମାନର ସହ ବାସ କରିବୁ।
10 ସ୍ନେହପୂର୍ଣ୍ଣ କରୁଣା ଓ ବିଶ୍ୱସ୍ତତା ଦେଶକୁ ପ୍ରତ୍ୟାବର୍ତ୍ତନ କରେ।
    ଧର୍ମ ଓ ଶାନ୍ତି ପରସ୍ପରକୁ ବନ୍ଧୁପରି ଅଭିନନ୍ଦନ କରନ୍ତି।
11 ପୃଥିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱସ୍ତ ହେବେ
    ଏବଂ ସ୍ୱର୍ଗରେ ପରମେଶ୍ୱର ସେମାନଙ୍କର ମଙ୍ଗଳ କରିବେ।
12 ସଦାପ୍ରଭୁ ଉତ୍ତମ ବସ୍ତୁ ପ୍ରଦାନ କରିବେ
    ଏବଂ ଆମ୍ଭମାନଙ୍କ ଧରଣୀ ଫଳ ଉତ୍ପନ୍ନ କରିବ।
13 ଧର୍ମ ପରମେଶ୍ୱରଙ୍କର ଆଗେ ଆଗେ ଯିବ
    ଓ ତାଙ୍କ ପଦଚିହ୍ନକୁ ଗମନର ପଥ ତିଆରି କରିବ।

ହୋଶେୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 5

ନେତାମାନେ ଇସ୍ରାଏଲ ଓ ଯିହୁଦାର ପାପର କାରଣ ହୁଅନ୍ତି

“ପୁରୋହୀତଗଣ, ଇସ୍ରାଏଲ ଅଧିବାସୀଗଣ ଓ ରାଜପରିବାରର ଲୋକମାନେ ମୋ’ କଥା ଶୁଣ। ତୁମ୍ଭେମାନେ ଦୋଷୀ ବୋଲି ବିଗ୍ଭରିତ ହୋଇଛ।

“ତୁମ୍ଭେମାନେ ମି‌‌ସ୍‌‌ପା ପର୍ବତର ଯନ୍ତା ଓ ତାବୋର ପର୍ବତର ପାଦଦେଶରେ ବିଛାଯାଇଥିବା ଜାଲ ସଦୃଶ ଥିଲ। ତୁମ୍ଭେମାନେ ବହୁ ମନ୍ଦକାର୍ଯ୍ୟ କରିଛ। ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଦଣ୍ତ ଦେବା। ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଯାହାସବୁ କରିଛି ତାହା ମଧ୍ୟ ଜାଣୁ। ହେ ଇଫ୍ରୟିମ, ତୁମ୍ଭେ ବର୍ତ୍ତମାନଠାରୁ ତୁମ୍ଭେ ଗଣିକାପରି କାର୍ଯ୍ୟ କରୁଛ। ଇସ୍ରାଏଲ ପାପରେ କଳୁଷିତ। ଇସ୍ରାଏଲର ଲୋକମାନେ ବହୁ ମନ୍ଦକାର୍ଯ୍ୟ କରିଛନ୍ତି ଏବଂ ସେହିସବୁ ମନ୍ଦକାର୍ଯ୍ୟ ସେମାନଙ୍କୁ ପରମେଶ୍ୱରଙ୍କ ନିକଟକୁ ଫେରିବାଠାରୁ ଦୂରେଇ ଦେଇଛି। ସେମାନେ ସର୍ବଦା ପ୍ରତିମାର ପଛରେ ଧାଇଁ ବାକୁ ଚିନ୍ତା କରୁଛନ୍ତି। ସେମାନେ ପ୍ରକୃତ ସଦାପ୍ରଭୁଙ୍କୁ ଜାଣୁ ନାହାନ୍ତି। ଇସ୍ରାଏଲର ଗର୍ବ ସେମାନଙ୍କ ବିରୁଦ୍ଧରେ ସାକ୍ଷୀ ଦେବ। ତେଣୁ ଇସ୍ରାଏଲ ଓ ଇଫ୍ରୟିମ ସେମାନଙ୍କ ପାପ ଯୋଗୁଁ ପତିତ ହେବେ। ଯିହୁଦାର ମଧ୍ୟ ସେମାନଙ୍କର ସହିତ ପତନ ହେବ।

“ସେହି ଲୋକମାନଙ୍କର ନେତାମାନେ ସଦାପ୍ରଭୁଙ୍କ ଅନ୍ୱେଷଣରେ ଗଲେ। ସେମାନେ ସେମାନଙ୍କ ସହିତ ମେଷ ଓ ଗାଈମାନଙ୍କୁ ନେଲେ। କିନ୍ତୁ ସଦାପ୍ରଭୁଙ୍କୁ ସେମାନେ ପାଇଲେ ନାହିଁ। କାରଣ ସଦାପ୍ରଭୁ ସେମାନଙ୍କୁ ପରିତ୍ୟାଗ କରିଥିଲେ। ସେମାନେ ସଦାପ୍ରଭୁଙ୍କ ପ୍ରତି ଅବିଶ୍ୱସ୍ତ ହୋଇଛନ୍ତି। ସେମାନେ ଅବୈଧ ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ଏବଂ ବର୍ତ୍ତମାନ ସେମାନେ ଓ ସେମାନଙ୍କର ଦେଶଗୁଡ଼ିକୁ ଆସନ୍ତା ମାସରେ ଧ୍ୱଂସ କରାଯିବ।”

ଇସ୍ରାଏଲ ଧ୍ୱଂସର ଏକ ଭବିଷ୍ୟ‌ଦ୍‌ବାଣୀ

“ଗିବିୟାରେ ତୂରୀ ବଜାଅ।
    ରାମାରେ ତୂରୀ ବଜାଅ।
ବୈଥ-ଆବନରେ ସତର୍କ କରିଦିଅ।
    ହେ ବିନ୍ୟାମୀନ, ତୁମ୍ଭର ପଛରେ ଶତ୍ରୁଗଣ ଅଛନ୍ତି।
ଦଣ୍ତ ଦେବା ସମୟରେ
    ଇଫ୍ରୟିମ ସର୍ବହରା ହୋଇଯିବ।
ଆମ୍ଭେ ଇସ୍ରାଏଲ ପରିବାରମାନଙ୍କୁ ସତର୍କ କରି ଦେଉଛୁ ଯେ
    ସେସବୁ ପ୍ରକୃତରେ ଘଟିବ।
10 ଯିହୁଦାର ନେତୃବୃନ୍ଦ ଗ୍ଭେରପରି ଅନ୍ୟମାନଙ୍କର ସମ୍ପତ୍ତି ଗ୍ଭେରି କରିବାକୁ ଚେଷ୍ଟା କରୁଛନ୍ତି।
    ତେଣୁ ଆମ୍ଭେ ସେମାନଙ୍କ ଉପରେ ଆମ୍ଭର କ୍ରୋଧକୁ ଜଳ ସଦୃଶ ଢାଳି ଦେବା।
11 ଇଫ୍ରୟିମ ଦଣ୍ତିତ ହେବ।
    ସେ ଦ୍ରାକ୍ଷାଫଳ ପରି ଦଳି ଚକଟି ହୋଇଯିବ।
    କାରଣ ସେ କଳୁଷିତ ପଛରେ ଅନୁସରଣ କରିବାକୁ ସ୍ଥିର କରିଛି।
12 କୀଟ ବସ୍ତ୍ରକୁ ନଷ୍ଟ କଲାପରି ଆମ୍ଭେ ଇଫ୍ରୟିମକୁ ଧ୍ୱଂସ କରିବା।
    ଆମ୍ଭେ ଯିହୁଦାକୁ ସଢ଼ାଇ ଦେବା।
13 ଇଫ୍ରୟିମ ତା’ର ପୀଡ଼ିତାବସ୍ଥା ଦେଖିଲା ଓ ଯିହୁଦା ତା’ର କ୍ଷତକୁ ଦେଖିଲା।
    ଏହି କାରଣରୁ ଇଫ୍ରୟିମ ଅଶୂରକୁ ସାହାଯ୍ୟ ପାଇଁ ଗଲା।
ସେମାନେ ସେହି ମହାରାଜାଙ୍କୁ ସେମାନଙ୍କର ସମସ୍ୟା ଜଣାଇଲେ।
    କିନ୍ତୁ ରାଜା ସେମାନଙ୍କୁ ଆରୋଗ୍ୟ କରିବାକୁ ଅସମର୍ଥ, ସେ ସେମାନଙ୍କର କ୍ଷତଗୁଡ଼ିକୁ ଆରୋଗ୍ୟ କରି ପାରିବେ ନାହିଁ।
14 କାହିଁକି ସେ ଏହା ପାରିବେ ନାହିଁ? କାରଣ ଆମ୍ଭେ ସିଂହ ସଦୃଶ ଇଫ୍ରୟିମଙ୍କୁ ଆକ୍ରମଣ କରିବା।
    ଯୁବାସିଂହ ସଦୃଶ ଆମ୍ଭେ ଯିହୁଦା ରାଜ୍ୟକୁ ଆକ୍ରମଣ କରିବା।
ହଁ ଆମ୍ଭେ ସଦାପ୍ରଭୁ, ସେମାନଙ୍କୁ ଖଣ୍ତ ଖଣ୍ତ କରି ଚିରିଦେବା।
ଆମ୍ଭେ ସେମାନଙ୍କୁ ବହୁଦୂରକୁ ନେଇଯିବା
    ଏବଂ କେହି ସେମାନଙ୍କୁ ରକ୍ଷା କରି ପାରିବେ ନାହିଁ।
15 ଆମ୍ଭେ ଆମ୍ଭର ଗୃହକୁ ଫେରିବା
    ଯେତେବେଳେ ଲୋକମାନେ ସେମାନଙ୍କର ଦୋଷ ସ୍ୱୀକାର କରିବେ
    ଏବଂ ଆମ୍ଭଙ୍କୁ କ୍ଷମା ମାଗିବେ।
ହଁ, ସେମାନେ ଦୁଃଖରେ ଆମ୍ଭଙ୍କୁ ପାଇବାକୁ କଠୋର ଚେଷ୍ଟା କରିବେ।”

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 2:22-36

22 “ହେ ଇସ୍ରାଏଲର ଲୋକମାନେ, ଏହିସବୁ କଥା ଶୁଣ: ନାଜରିତୀୟ ଯୀଶୁ ଜଣେ ବିଶିଷ୍ଟ ବ୍ୟକ୍ତି ଥିଲେ। ଯାହାଙ୍କୁ ଈଶ୍ୱର ପଠାଇ ଥିଲେ। ଯୀଶୁ ଯେଉଁସବୁ ଶକ୍ତିଶାଳୀ କାର୍ଯ୍ୟ ଏବଂ ଆଶ୍ଚର୍ଯ୍ୟ ଘଟଣା ସବୁ କରିଥିଲେ, ତାହାଦ୍ୱାରା ପରମେଶ୍ୱର ତୁମ୍ଭମାନଙ୍କ ନିକଟରେ ଏହା ପ୍ରମାଣିତ କରିଛନ୍ତି। 23 ତୁମ୍ଭେମାନେ ସମସ୍ତେ ଏସବୁ ଦେଖିଛ ଓ ଏସବୁ ଯେ ନିରାଟ ସତ୍ୟ ତାହା ଜାଣିଛ। ଏହି ଯୀଶୁଙ୍କୁ ଈଶ୍ୱର ନିଶ୍ଚିତ ଯୋଜନା ଓ ପୂର୍ବ ଜ୍ଞାନ ଅନୁସାରେ ତୁମ୍ଭମାନଙ୍କୁ ସମର୍ପି ଦିଆ ଯାଇଥିଲା। କିନ୍ତୁ ତୁମ୍ଭେମାନେ ଦୁଷ୍ଟମାନଙ୍କ ସାହାଯ୍ୟରେ ତାହାଙ୍କୁ କ୍ରୁଶରେ ଚଢ଼ାଇ କଣ୍ଟା ବାଡ଼େଇ ହତ୍ୟା କରିଦେଲ। 24 କିନ୍ତୁ ଈଶ୍ୱର ଏସବୁ ଘଟିବ ବୋଲି ଆଗରୁ ଜାଣିଥିଲେ। ସେଥିପାଇଁ ସେ ଯୀଶୁଙ୍କୁ ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ପୁଣି ଉଠାଇଅଛନ୍ତି। ମୃତ୍ୟୁ ତାହାଙ୍କୁ ବାନ୍ଧି ରଖିପାରିଲା ନାହିଁ। 25 ଦାଉଦ ତାହାଙ୍କ ବିଷୟରେ କହିଥିଲେ,

‘ମୁଁ ସର୍ବଦା ପ୍ରଭୁଙ୍କୁ ମୋ’ ସମ୍ମୁଖରେ ଦେଖୁଥିଲି।
    ସେ ମୋତେ ନିରାପଦରେ ରଖିବା ପାଇଁ ମୋର ଡାହାଣ ପାଖରେ ରହନ୍ତି।
26 ଏହା ଦ୍ୱାରା ମୋର ମନ ପ୍ରଫୁଲ୍ଲିତ ହେଲା
    ଓ ମୋ’ ମୁହଁରୁ ଆନନ୍ଦପୂର୍ଣ୍ଣ କଥା ବାହାରିଲା।
27 ମୋ’ ଶରୀର ମଧ୍ୟ ଭରସାରେ ବଞ୍ଚି ରହିବ, ଯେହେତୁ ତୁମ୍ଭେ ମୋର ଆତ୍ମାକୁ ମୃତ୍ୟୁ ସ୍ଥାନରେ ଛାଡ଼ିଦେବ ନାହିଁ।
    ତୁମ୍ଭେ ନିଜର ପବିତ୍ର ବ୍ୟକ୍ତିକୁ କବରରେ କ୍ଷୟ ହେବାକୁ ଦେବ ନାହିଁ।
28 ତୁମ୍ଭେ ମୋତେ ଜୀବନର ପଥ ଦେଖାଇ ଅଛ।
    ତୁମ୍ଭ ଉପସ୍ଥିତିରେ ମୋତେ ବହୁତ ଆନନ୍ଦ ମିଳିବ।’(A)

29 “ହେ ମୋର ଭାଇମାନେ, ମୁଁ ବିଶ୍ୱାସର ସହିତ ଆମ୍ଭ ପୂର୍ବପୁରୁଷ ଦାଉଦଙ୍କ ବିଷୟରେ ତୁମ୍ଭମାନଙ୍କୁ କହି ପାରିବି। ସେ ମୃତ୍ୟୁବରଣ କରି କବରସ୍ଥ ହୋଇଛନ୍ତି, ଏବଂ ତାହାଙ୍କର ଏହି କବର ଅଦ୍ୟାବଧି ଆମ୍ଭ ନିକଟରେ ଅଛି। 30 ଦାଉଦ ଜଣେ ଭାବବାଦୀ ଥିଲେ। ସେ ଜାଣିଥିଲେ, ପରମେଶ୍ୱର ତାହାଙ୍କ ପାଖରେ ପ୍ରତିଜ୍ଞା କରିଥିଲେ ଯେ, ସେ ତାହାଙ୍କ ବଂଶଧର ମଧ୍ୟରୁ ଜଣଙ୍କୁ ତାହାଙ୍କ ସିଂହାସନରେ ବସାଇବେ। 31 ଏଣୁ ଭବିଷ୍ୟତରେ ଯାହା ଘଟିବ, ତାହା ଦାଉଦ ପୂର୍ବରୁ ଜାଣିପାରି ଖ୍ରୀଷ୍ଟଙ୍କ ପୁନରୁ‌‌ତ୍‌‌ଥାନ ସମ୍ପର୍କରେ କହିଥିଲେ,

‘ତାହାଙ୍କୁ ମୃତ୍ୟୁର ସ୍ଥାନରେ ଛାଡ଼ି ଦିଆ ଯାଇ ନାହିଁ
    ଓ ତାହାଙ୍କର ଦେହ କବରରେ ପଚିସଢ଼ି ଯାଇ ନାହିଁ।’

ଦାଉଦ ଏହି ସ୍ଥାନରେ ଯୀଶୁ ଖ୍ରୀଷ୍ଟଙ୍କର ମୃତମାନଙ୍କ ମଧ୍ୟରୁ ପୁନରୁ‌‌ତ୍‌‌ଥାନ ସମ୍ବନ୍ଧରେ କହିଥିଲେ। 32 ଏହି ଯୀଶୁଙ୍କୁ ଈଶ୍ୱର ଯେ ମୃତ୍ୟୁରୁ ଉଠାଇଛନ୍ତି, ଆମ୍ଭେମାନେ ସେଥିରେ ନିଜେ ସାକ୍ଷୀ ଅଟୁ। 33 ଯୀଶୁଙ୍କୁ ସ୍ୱର୍ଗକୁ ଉଠାଇ ନିଆ ଯାଇଛି। ସେ ବର୍ତ୍ତମାନ ଈଶ୍ୱରଙ୍କର ଡାହାଣ ପଟେ ଅଛନ୍ତି। ପରମପିତା ଯୀଶୁଙ୍କୁ ପବିତ୍ରଆତ୍ମା ଦେଇଛନ୍ତି। ଈଶ୍ୱର ଏହି ପବିତ୍ରଆତ୍ମା ଦେବା ପାଇଁ ଆଗରୁ ଶପଥ କରିଥିଲେ। ତେଣୁ ଯୀଶୁ ପବିତ୍ରଆତ୍ମାଙ୍କୁ ଢାଳି ଦେଉଛନ୍ତି। ବର୍ତ୍ତମାନ ତୁମ୍ଭେମାନେ ଏହା ଦେଖୁଅଛ ଓ ଶୁଣୁଅଛ। 34 ଦାଉଦ ସ୍ୱର୍ଗ ଆରୋହଣ କରି ନାହାନ୍ତି। କିନ୍ତୁ ଯୀଶୁ ସ୍ୱର୍ଗ ଆରୋହଣ କରିଛନ୍ତି। ଦାଉଦ ନିଜେ ଏହିକଥା କହିଛନ୍ତି:

‘ପ୍ରଭୁ ମୋର ପ୍ରଭୁଙ୍କୁ କହିଲେ:
35 ମୁଁ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦ ତଳକୁ ନ ଆଣିବା ପର୍ଯ୍ୟନ୍ତ
    ତୁମ୍ଭେ ମୋର ଡାହାଣ ପଟେ ବସିଥାଅ।’ (B)

36 “ତେଣୁ ଇସ୍ରାଏଲର ସମସ୍ତେ ଏହା ଭଲ ଭାବରେ ଜାଣନ୍ତୁ ଯେ, ଏହି ଯେଉଁ ଯୀଶୁଙ୍କୁ ତୁମ୍ଭେମାନେ କ୍ରୁଶରେ ବିଦ୍ଧ କରିଛ, ଈଶ୍ୱର ତାହାଙ୍କୁ ପ୍ରଭୁ ଓ ମଶୀହ ପଦରେ ନିଯୁକ୍ତ କରିଛନ୍ତି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center