Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣଙ୍କର ଗୀତ।
85 ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ଦୟା ଦେଖାଇଅଛ।
ବିଦେଶରେ ଯାକୁବର ଲୋକମାନେ ବନ୍ଦୀ ହୋଇଥିଲେ।
ସେମାନଙ୍କୁ ଛଡ଼ାଇ ତାଙ୍କର ନିଜ ଦେଶକୁ ନେଇଆସିଲ।
2 ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କର ଅପରାଧ ସବୁ କ୍ଷମା କଲ।
ଆଉ ତୁମ୍ଭେ ସେମାନଙ୍କର ପାପସବୁ ପୋଛିଲ।
3 ଆପଣା ସମସ୍ତ କ୍ରୋଧରୁ ନିବୃତ୍ତ ହେଲ।
ଆପଣା କ୍ରୋଧରେ ପ୍ରଚଣ୍ଡ ହେଲ ନାହିଁ।
4 ହେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱର, ଆମ୍ଭମାନଙ୍କୁ ତୁମ୍ଭ ପାଖକୁ ଫେରାଇ ଆଣ
ଏବଂ ଆମ୍ଭ ଉପରେ ଅପ୍ରସନ୍ନ ହେବା ବନ୍ଦ କର।
5 ତୁମ୍ଭେ କି ସଦାକାଳ ଆମ୍ଭ ଉପରେ
କ୍ରୋଧିତ ହୋଇ ରହିବ?
6 ନିଶ୍ଚିତ ତୁମ୍ଭେ ଆଉଥରେ ଆମ୍ଭମାନଙ୍କୁ ବଞ୍ଚିବାକୁ ଦେବ।
ତେଣୁ ତୁମ୍ଭର ଲୋକମାନେ ତୁମ୍ଭ ସହିତ ଆନନ୍ଦ କରିବେ।
7 ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ରକ୍ଷା କର
ଏବଂ ଦେଖାଇ ଦିଅ ଯେ ତୁମ୍ଭେ ଆମ୍ଭକୁ ପ୍ରେମ କରୁଛ।
8 ସଦାପ୍ରଭୁ ପରମେଶ୍ୱର ଯାହା କହିବେ ମୁଁ ଶୁଣିବି।
ସେ ପ୍ରତିଜ୍ଞା କରିଛନ୍ତି ଯେ, ଆପଣା ଲୋକମାନଙ୍କ ଓ ଆପଣା ଅନୁସରଣକାରୀମାନଙ୍କ ପାଇଁ ଶାନ୍ତି ବିରାଜମାନ କରିବେ।
ସେମାନେ ପୁନର୍ବାର ମୂର୍ଖତା ଜୀବନଯାପନ କରିବା ପାଇଁ ଫେରି ନ ଯାଆନ୍ତୁ।
9 ପରମେଶ୍ୱର ତାଙ୍କର ଅନୁସରଣକାରୀଙ୍କୁ ଶୀଘ୍ର ରକ୍ଷା କରିବେ।
ଆମ୍ଭେ ଖୁବ୍ ଶୀଘ୍ର ଆମ୍ଭ ଦେଶରେ ସମ୍ମାନର ସହ ବାସ କରିବୁ।
10 ସ୍ନେହପୂର୍ଣ୍ଣ କରୁଣା ଓ ବିଶ୍ୱସ୍ତତା ଦେଶକୁ ପ୍ରତ୍ୟାବର୍ତ୍ତନ କରେ।
ଧର୍ମ ଓ ଶାନ୍ତି ପରସ୍ପରକୁ ବନ୍ଧୁପରି ଅଭିନନ୍ଦନ କରନ୍ତି।
11 ପୃଥିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱସ୍ତ ହେବେ
ଏବଂ ସ୍ୱର୍ଗରେ ପରମେଶ୍ୱର ସେମାନଙ୍କର ମଙ୍ଗଳ କରିବେ।
12 ସଦାପ୍ରଭୁ ଉତ୍ତମ ବସ୍ତୁ ପ୍ରଦାନ କରିବେ
ଏବଂ ଆମ୍ଭମାନଙ୍କ ଧରଣୀ ଫଳ ଉତ୍ପନ୍ନ କରିବ।
13 ଧର୍ମ ପରମେଶ୍ୱରଙ୍କର ଆଗେ ଆଗେ ଯିବ
ଓ ତାଙ୍କ ପଦଚିହ୍ନକୁ ଗମନର ପଥ ତିଆରି କରିବ।
11 “ତା’ପରେ ଯିହୁଦା ଓ ଇସ୍ରାଏଲର ଲୋକମାନେ ଏକତ୍ରିତ ହେବେ। ସେମାନେ ସେମାନଙ୍କ ପାଇଁ ଜଣେ ରାଜା ବାଛିବେ ଏବଂ ସେମାନଙ୍କର ଦେଶ ସବୁଠାରୁ ବଡ଼ ହେବ। ଯିଷ୍ରିୟେଲର ସମୟ ପ୍ରକୃତ ବଡ଼ ହେବ।”
2 “ତା’ପରେ ତୁମ୍ଭେ ତୁମ୍ଭର ଭାଇମାନଙ୍କୁ କହିବ, ‘ତୁମ୍ଭେମାନେ ଆମ୍ଭର ଲୋକ।’ ତୁମ୍ଭେ ତୁମ୍ଭର ଭଉଣୀମାନଙ୍କୁ କହିବ, ‘ସେ ତୁମ୍ଭମାନଙ୍କୁ ଦୟା ଦେଖାଇଛନ୍ତି।’”
2 “ମାଙ୍କ ସହିତ ଯୁକ୍ତି କର। କାରଣ ସେ ଆମ୍ଭର ସ୍ତ୍ରୀ ନୁହେଁ କି ଆମ୍ଭେ ତା’ର ସ୍ୱାମୀ ନୁହଁ। ବେଶ୍ୟା ପରି ନ ହେବାକୁ ତାଙ୍କୁ କୁହ। ତାଙ୍କୁ କୁହ ଯେଉଁ ପ୍ରେମିକମାନଙ୍କୁ ହୃଦୟରେ ସ୍ଥାନ ଦେଇଛନ୍ତି ସେମାନଙ୍କୁ ଦୂରେଇ ଦିଅନ୍ତୁ। 3 ଯଦି ସେ ତା’ର ବ୍ୟଭିଗ୍ଭରିତା ବନ୍ଦ ନ କରେ, ତେବେ ଆମ୍ଭେ ତାକୁ ଉଲଗ୍ନ କରିବା, ସେ ଯେପରି ଜନ୍ମ ହେବା ସମୟରେ ନମ୍ର ଥିଲା। ଆମ୍ଭେ ତା’ର ସମସ୍ତ ଲୋକମାନଙ୍କୁ ନେଇଯିବା ଏବଂ ସେ ମରୁଭୂମି ପରି ଶୂନ୍ୟ ହୋଇଯିବ। ଆମ୍ଭେ ତାକୁ ଶୋଷରେ ମାରିବା। 4 ତା’ର ପିଲାମାନଙ୍କ ଉପରେ ଆମ୍ଭର ଦୟା ନାହିଁ କାରଣ ସେମାନେ ଜାରଜ ସନ୍ତାନ। 5 ସେମାନଙ୍କର ମା ବେଶ୍ୟାପରି କାମ କରିଅଛି। ସେମାନଙ୍କର ମାଙ୍କ କୃତ କର୍ମ ପାଇଁ ଲଜ୍ଜିତ ହେବା ଉଚିତ୍। ସେ କହିଲା, ‘ମୁଁ ମୋର ପ୍ରେମିକମାନଙ୍କ ପାଖକୁ ଯିବି। ମୋର ପ୍ରେମିକମାନେ ମୋତେ ଖାଦ୍ୟ ଓ ପାଣି ଦେବେ। ସେମାନେ ମୋତେ ପଶମ ଓ ଲାଇଲନ୍ ଦେବେ। ସେମାନେ ମୋତେ ଦ୍ରାକ୍ଷାରସ ଓ ଅଲିଭ୍ ତେଲ ଦେବେ।’
6 “ତେଣୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପଥ କଣ୍ଟା ଦ୍ୱାରା ଅବରୋଧ କରିବା। ତା’ର ଚତୁର୍ଦ୍ଦିଗରେ ପ୍ରାଚୀର ନିର୍ମାଣ କରିବା, ଯାହା ଫଳରେ ସେ ଆଉ ପଥ ପାଇବ ନାହିଁ। 7 ସେ ତା’ର ପ୍ରିୟ ପ୍ରେମିକ ପଛରେ ଧାଇଁବ, କିନ୍ତୁ ସେ ସେମାନଙ୍କୁ ମଧ୍ୟ ଧରି ପାରିବ ନାହିଁ। ସେ ସେମାନଙ୍କୁ ବହୁ ଖୋଜିବ କିନ୍ତୁ ପାଇପାରିବ ନାହିଁ। ତା’ପରେ ସେ କହିବ, ‘ମୁଁ ମୋର ପ୍ରଥମ ପ୍ରେମିକ, ପରମେଶ୍ୱରଙ୍କ ନିକଟକୁ ଫେରିଯିବି। ତାଙ୍କ ପାଖରେ ଥିଲା ବେଳେ ମୋର ଜୀବନ, ବର୍ତ୍ତମାନ ଅପେକ୍ଷା ଅଧିକ ଭଲ ଥିଲା।’
8 “ସେ ଜାଣି ନ ଥିଲା ଆମ୍ଭେ ଯିଏ କି ତାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଉଥିଲୁ। ଆମ୍ଭେ ଅଧିକରୁ ଅଧିକ ସୁନା, ରୂପା ତାକୁ ଦେଇ ଗ୍ଭଲିଥିଲୁ। କିନ୍ତୁ ଇସ୍ରାଏଲୀୟମାନେ ସେହି ସୁନା ଓ ରୂପାକୁ ବାଲ୍ର ମୂର୍ତ୍ତି ତିଆରିରେ ବ୍ୟବହାର କଲେ। 9 ତେଣୁ ଆମ୍ଭେ ଫେରି ଆସିବା। ଆମ୍ଭେ ଆମ୍ଭର ସେହି ସମୟରେ ଅମଳ ହେଉଥିବା ଶସ୍ୟ ଫେରାଇ ନେବା। ଅଙ୍ଗୁର ଦ୍ରାକ୍ଷାରସ ପାଇଁ ପ୍ରସ୍ତୁତ ଥିଲା ବେଳେ ଆମ୍ଭେ ତାକୁ ଫେରାଇ ନେବା। ଆମ୍ଭର ପଶମ ଓ କାର୍ପାସ ବସ୍ତ୍ର ଫେରାଇ ନେବା। ଆମ୍ଭେ ସେଗୁଡ଼ିକୁ ତା’ର ଶରୀର ଆବୃତ କରିବାକୁ ଦେଇଥିଲୁ। 10 ବର୍ତ୍ତମାନ ଆମ୍ଭେ ତାକୁ ଉଲଗ୍ନ କରିଦେବା। ତା’ର ଉଲଗ୍ନ ଶରୀର ତା’ର ପ୍ରେମିକ ଲୋକମାନେ ଦେଖିବେ। ଆମ୍ଭ କବଳରୁ ତାକୁ କେହି ରକ୍ଷା କରି ପାରିବେ ନାହିଁ। 11 ଆମ୍ଭେ ସଦାପ୍ରଭୁ ତା’ର ସମସ୍ତ ଆନନ୍ଦ, ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ସମସ୍ତ ଭୋଜିକୁ ବନ୍ଦ କରିଦେବା। 12 ଆମ୍ଭେ ତା’ର ଦ୍ରାକ୍ଷାଲତାଗୁଡ଼ିକୁ ଓ ଡିମ୍ବିରି ଗଛଗୁଡ଼ିକୁ ନଷ୍ଟ କରିଦେବା। ସେ କହିଲା, ‘ମୋର ପ୍ରେମିକମାନେ ମୋତେ ଏସବୁ ଜିନିଷ ଦେଇଥିଲେ।’ କିନ୍ତୁ ଆମ୍ଭେ ତା’ର ବଗିଗ୍ଭକୁ ବଦଳାଇ ଅନାବନା ଗଛରେ ଜଙ୍ଗଲ କରିଦେବା। ବନ୍ୟପଶୁମାନେ ଆସି ସେହି ଗଛରୁ ଖାଇବେ।
13 “ସେ ବାଲ୍କୁ ସେବା କରୁଥିଲା। ତେଣୁ ଆମ୍ଭେ ତାକୁ ଦଣ୍ତ ଦେବା। ସେ ବାଲ୍କୁ ଧୂପ ଦେଉଥିଲା। ସେ ଭଲ ପୋଷାକ ପରିଧାନ କରୁଥିଲା ଓ ତା’ର ଅଳଙ୍କାର, ନାକରେ ଗହଣା ପିନ୍ଧି ସେହି ମିଥ୍ୟା ପ୍ରେମିକମାନଙ୍କ ନିକଟକୁ ଯାଉଥିଲା ଏବଂ ଆମ୍ଭଙ୍କୁ ଭୁଲିଯାଇଥିଲା।” ସଦାପ୍ରଭୁ ଏହା କହିଲେ।
14 “ତେଣୁ ଆମ୍ଭେ ତାକୁ ପ୍ରେମବାଣୀ କହିବା। ଆମ୍ଭେ ତାକୁ ନିର୍ଜ୍ଜନ ମରୁଭୂମିକୁ ନେଇ କୋମଳ କଥା କହିବା। 15 ସେଠାରେ ଆମ୍ଭେ ତାକୁ ଦ୍ରାକ୍ଷାକ୍ଷେତ୍ର ଦେବା। ଆମ୍ଭେ ତାକୁ ଆଶାର ଦ୍ୱାର ସ୍ୱରୂପ ଆଖୋର ଉପତ୍ୟକା ଦେବା। ତା’ପରେ ସେ ମିଶର ଦେଶରୁ ଆସିଲା ସମୟ ପରି ଉତ୍ତର କରିବ।”
ଶିଷ୍ୟମାନେ ଯୀଶୁଙ୍କ ଶକ୍ତି ଦେଖିଲେ(A)
22 ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ଡଙ୍ଗାରେ ଚଢ଼ିଲେ। ଯୀଶୁ ସେମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ହ୍ରଦ ଆରପାରିକି ଯିବା।” ଶିଷ୍ୟମାନେ ଡଙ୍ଗା ଖୋଲିଦେଲେ। 23 ସେମାନେ ଡଙ୍ଗା ବାହି ନେଉଥିବା ସମୟରେ ଯୀଶୁ ଶୋଇ ପଡ଼ିଲେ। ହ୍ରଦରେ ଝଡ଼ତୋଫାନ ମାଡ଼ି ଆସିଲା। ଡଙ୍ଗାରେ ପାଣି ପଶିବାକୁ ଲାଗିଲା। ସେମାନେ ବିପଦରେ ପଡ଼ିଗଲେ। 24 ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସିଲେ ଓ ତାହାଙ୍କୁ ଉଠେଇ କହିବାକୁ ଲାଗିଲେ, “ଗୁରୁ, ହେ ଗୁରୁ, ଆମ୍ଭେ ବୁଡ଼ିଯିବା।”
ଯୀଶୁ ଠିଆ ହେଲେ। ସେ ତୋଫାନ ଓ ଢେଉକୁ ଆଜ୍ଞା ଦେଲେ। ପବନ ବନ୍ଦ ହୋଇଗଲା। ହ୍ରଦ ଶାନ୍ତ ହୋଇଗଲା। 25 ଯୀଶୁ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ତୁମ୍ଭମାନଙ୍କର ବିଶ୍ୱାସ କେଉଁଆଡ଼େ ଗଲା?”
କିନ୍ତୁ ସେମାନେ ଡରିଯାଇଥିଲେ ଓ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସେମାନେ କଥାବାର୍ତ୍ତା ହେଲେ, “ଏ ତେବେ କିଏ? ସେ ପବନ ଓ ପାଣିକୁ ମଧ୍ୟ ଆଜ୍ଞା ଦେଉଛନ୍ତି ଓ ସେମାନେ ତାହାଙ୍କ କଥା ମାନୁଛନ୍ତି!”
2010 by World Bible Translation Center