Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୀତ, ମସ୍କୀଲ୍।
44 ହେ ପରମେଶ୍ୱର, ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ।
ଆମ୍ଭର ପିତୃପୁରୁଷଙ୍କୁ ଜୀବନ କାଳରେ ଓ ପୂର୍ବରେ ତୁମ୍ଭେ ଯାହାସବୁ କରିଥିଲ ତାହା ଆମ୍ଭେମାନେ ଶୁଣିଅଛୁ।
ସେମାନେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି।
2 ହେ ପରମେଶ୍ୱର, ତୁମ୍ଭର ଅସୀମ ଶକ୍ତି ବଳରେ ଏହି ରାଜ୍ୟକୁ
ସେମାନଙ୍କଠାରୁ ଛଡ଼ାଇ ନେଇ ତାହା ଆମ୍ଭମାନଙ୍କୁ ଦେଇଅଛ।
ତୁମ୍ଭେ ସେହି ବିଦେଶୀ ଲୋକମାନଙ୍କୁ ନିଶ୍ଚିହ୍ନ କରିଛ।
ତୁମ୍ଭେ ସେମାନଙ୍କୁ ବିଦେଶ ଭୂମି ଛାଡ଼ିବାକୁ ବାଧ୍ୟ କରିଛ।
3 ଆମ୍ଭର ପିତୃପୁରୁଷଙ୍କ ଖଡ଼୍ଗ ଦ୍ୱାରା ଏ ରାଜ୍ୟ ମିଳି ନାହିଁ।
ସେମାନଙ୍କର ବଳିଷ୍ଠ ବାହୁ ଯୁଗଳ ସେମାନଙ୍କୁ ବିଜୟୀ କରି ନାହିଁ।
ଏହା କେବଳ ସମ୍ଭବ ହୋଇଛି, ଯେହେତୁ ତୁମ୍ଭେ ସେମାନଙ୍କ ସାଙ୍ଗରେ ଥିଲ।
ହେ ପରମେଶ୍ୱର, ତୁମ୍ଭର ଅସୀମ ଶକ୍ତି ଆମ୍ଭର ପିତୃପୁରୁଷଙ୍କୁ ରକ୍ଷା କରିଥିଲା।
କାରଣ ତୁମ୍ଭେ ସେମାନଙ୍କୁ ଭଲ ପାଉଥିଲ।
4 ହେ ମୋର ପରମେଶ୍ୱର, ତୁମ୍ଭେ ମୋର ରାଜା ଅଟ।
ଆଜ୍ଞା ଦିଅ ଓ ଯାକୁବର ଲୋକଙ୍କୁ ମୁକ୍ତ କରାଅ।
5 ହେ ମୋର ପରମେଶ୍ୱର, ତୁମ୍ଭରି ସାହାଯ୍ୟରେ ଆମ୍ଭର ଶତ୍ରୁମାନଙ୍କୁ ଆମ୍ଭେ ପଛକୁ ତଡ଼ି ଦେବୁ।
ତୁମ୍ଭର ନାମକୁ ନେଇ ଆମ୍ଭେମାନେ ଆମ୍ଭର ଶତ୍ରୁମାନଙ୍କ ଉପରେ ଚଢ଼ି ଗ୍ଭଲିଯିବୁ।
6 ମୁଁ ମୋର ଧନୁରେ ବିଶ୍ୱାସ କରେ ନାହିଁ,
କିଅବା ମୋର ଖଣ୍ଡା ମୋତେ ରକ୍ଷା କରି ପାରିବ ନାହିଁ।
7 ହେ ପରମେଶ୍ୱର, ତୁମ୍ଭେ ଆମ୍ଭଙ୍କୁ ମିଶରଠାରୁ ବଞ୍ଚାଇଛ।
ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ଲଜ୍ଜା ପ୍ରଦାନ କରିଛ।
8 ଆମ୍ଭେ ସାରାଦିନ ପରମେଶ୍ୱରଙ୍କ ପ୍ରଶଂସା କରିଛୁ।
ଆମ୍ଭେ ଚିରକାଳ ତୁମ୍ଭର ପ୍ରଶଂସା କରିବୁ।
9 କିନ୍ତୁ ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଛାଡ଼ି ଗ୍ଭଲିଗଲ।
ତୁମ୍ଭେ ଆମ୍ଭକୁ ମାନସିକ ଅଶାନ୍ତ କଲ।
ତୁମ୍ଭେ ଆମ୍ଭ ସହିତ ଯୁଦ୍ଧ କ୍ଷେତ୍ରକୁ ଆସିଲ ନାହିଁ।
10 ଆମ୍ଭର ଶତ୍ରୁମାନେ ଆମ୍ଭକୁ ପଛକୁ ତଡ଼ି ଦେଲେ।
ଆମ୍ଭର ଶତ୍ରୁମାନେ ଆମ୍ଭର ଧନ ସମ୍ପତ୍ତି ନେଇଗଲେ।
11 ତୁମ୍ଭେ ଆମ୍ଭକୁ ମେଣ୍ଢା ତୁଲ୍ୟ ଅନ୍ୟମାନଙ୍କ ମଧ୍ୟରେ ଖାଦ୍ୟ ନିମନ୍ତେ ସମର୍ପଣ କରିଅଛ।
ତୁମ୍ଭେ ଆମ୍ଭକୁ ବିଦେଶୀମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିଅଛ।
12 ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକଙ୍କୁ ବିନା ମୂଲ୍ୟରେ ବିକ୍ରୀ କରି ଦେଉଛ
ଓ ସେମାନଙ୍କର ଉଚିତ୍ ଦାମ ପାଇଁ ମଧ୍ୟ ଆଲୋଚନା କରି ନାହଁ।
13 ତୁମ୍ଭେ ଆମ୍ଭମାନଙ୍କୁ ଆମ୍ଭର ପଡ଼ୋଶୀମାନଙ୍କ ନିକଟରେ ପରିହାସର ପାତ୍ର କରିଛ।
ସେମାନେ ଆମ୍ଭକୁ ଦେଖି ହସନ୍ତି ଓ ଥଟ୍ଟା କରନ୍ତି।
14 ତୁମ୍ଭେ ଆମ୍ଭକୁ ଏକ ବିପର୍ଯ୍ୟୟର କାହାଣୀରେ ପରିଣତ କରିଛ, ଯାହା ଲୋକମାନେ କହୁଛନ୍ତି।
ଯେଉଁ ଲୋକଙ୍କର ନିଜର ରାଜ୍ୟ ମଧ୍ୟ ନାହିଁ, ସେମାନେ ଆମ୍ଭକୁ ଦେଖି ହସୁଛନ୍ତି ଓ ମୁଣ୍ଡ ହଲାଉଛନ୍ତି।
15 ଲଜ୍ଜାରେ ମୁଁ ଢାଙ୍କି ହୋଇଯାଇଛି।
ସାରାଦିନ ମୁଁ ସେହି ତିରସ୍କାର ଦେଖୁଛି।
16 ଲୋକମାନେ ଯାହା କହୁଛନ୍ତି ସେଥିପାଇଁ ମୁଁ ଲଜ୍ଜିତ,
ଏହିସବୁ ଯେଉଁ ଲୋକମାନେ କହୁଛନ୍ତି ଏ ମୋର ଶତ୍ରୁ।
17 ହେ ପରମେଶ୍ୱର, ଆମ୍ଭେ ତୁମ୍ଭକୁ ଭୁଲି ଯାଇ ନାହୁଁ।
ତଥାପି ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏସବୁ ଘଟାଇଛ।
ଯେତେବେଳେ ତୁମ୍ଭର ନିୟମକୁ ସ୍ୱୀକୃତି ପ୍ରଦାନ କରିଥିଲୁ ତୁମ୍ଭ ସହିତ ଆମ୍ଭେମାନେ ମିଥ୍ୟା କହି ନାହୁଁ।
18 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ନିକଟରୁ ଦୂରେଇ ଯାଇ ନାହୁଁ।
ଆମ୍ଭେମାନେ ତୁମ୍ଭକୁ ଅନୁସରଣ କରିବାରେ ପଛେଇ ନାହୁଁ।
19 ହେ ପରମେଶ୍ୱର, ତୁମ୍ଭେ ଏହି ସ୍ଥାନରେ ଆମ୍ଭକୁ ପଦଦଳିତ କଲ।
ଯେଉଁଠାରେ ଶୃଗାଳମାନେ ବାସ କରନ୍ତି।
ତୁମ୍ଭେ ଆମ୍ଭକୁ ଏପରି ଏକ ସ୍ଥାନରେ ଛାଡ଼ିଦେଲ ଯାହା ମୃତ୍ୟୁଭଳି ଗାଢ଼ ଅନ୍ଧକାର ଅଟେ।
20 ଆମ୍ଭେ କ’ଣ ଆମ୍ଭ ପରମେଶ୍ୱରଙ୍କ ନାମ ଭୁଲି ଯାଇଛୁ?
ଆମ୍ଭେ କ’ଣ ଅନ୍ୟ କୌଣସି ଦେବତାଙ୍କୁ ଡାକିଛୁ? ନା।
21 ପ୍ରକୃତରେ ପରମେଶ୍ୱର ସେ ସବୁ କଥା ଜାଣନ୍ତି।
ସେ ମଧ୍ୟ ଆମ୍ଭର ସମସ୍ତ ଗୋପନ କଥା ଜାଣନ୍ତି।
22 ହେ ପରମେଶ୍ୱର, ସାରାଦିନ ଆମ୍ଭେ ତୁମ୍ଭ ପାଇଁ ମୃତ୍ୟୁବରଣ କରୁଛୁ।
ଆମ୍ଭେ ହେଉଛୁ ସେହି ମେଣ୍ଢାସବୁ ଯେଉଁମାନଙ୍କୁ ହତ୍ୟା କରିବାକୁ ନିଆ ଯାଉଥାଏ।
23 ମୋର ପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ।
କାହିଁକି ତୁମ୍ଭେ ଶୋଇ ରହିଛ?
ଉଠ, ଚିରଦିନ ପାଇଁ ଆମ୍ଭକୁ ଛାଡ଼ିଯାଅ ନାହିଁ।
24 ହେ ପରମେଶ୍ୱର, କାହିଁକି ତୁମ୍ଭେ ଆମ୍ଭଠାରୁ ଲୁଚିଅଛ?
ତୁମ୍ଭେ କ’ଣ ଆମ୍ଭର ଦୁଃଖ ଓ ଯନ୍ତ୍ରଣା ସବୁ ଭୁଲି ଯାଇଅଛ?
25 ଆମ୍ଭମାନଙ୍କୁ ଧୂଳିମାଟି ଭିତରକୁ ଠେଲି ଦିଆ ହୋଇଛି।
ଆମ୍ଭମାନଙ୍କର ଉଦର ମାଟି ଧୂଳିରେ ପଡ଼ି ରହିଛି।
26 ହେ ପରମେଶ୍ୱର, ଜାଗ୍ରତ ହୁଅ।
ଆମ୍ଭକୁ ସାହାଯ୍ୟ କର।
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ହେତୁ ଆମ୍ଭମାନଙ୍କୁ ଉଦ୍ଧାର କର।
ସଦାପ୍ରଭୁଙ୍କ ନିକଟକୁ ଫେରିବାର ପୁରସ୍କାର
6 “ଆସ, ସଦାପ୍ରଭୁଙ୍କ ପାଖକୁ ଫେରିଯିବା।
ସେ ଆମ୍ଭକୁ ଆଘାତ କଲେ ଓ ସେ ମଧ୍ୟ ଆମ୍ଭକୁ ସୁସ୍ଥ କରିବେ।
ସେ ଆମ୍ଭକୁ କ୍ଷତ ବିକ୍ଷତ କରିଛନ୍ତି ଏବଂ ସେ ଆମ୍ଭର କ୍ଷତରେ ପଟି ବାନ୍ଧି ଦେବେ।
2 ଦୁଇ ଦିନ ପରେ ସେ ଆମ୍ଭମାନଙ୍କୁ ପୁନର୍ଜୀବନ ଦେବେ।
ତିନି ଦିନ ପରେ ସେ ଆମ୍ଭକୁ ଛିଡ଼ା କରାଇବେ।
ତା’ପରେ ଆମ୍ଭେ ତାଙ୍କ ନିକଟରେ ବଞ୍ଚି ଉଠିବା।
3 ଆସ, ସଦାପ୍ରଭୁଙ୍କ ସମ୍ବନ୍ଧରେ ଅଧ୍ୟୟନ କରିବା।
ତାଙ୍କ ସମ୍ବନ୍ଧରେ ଅଧିକ ଜାଣିବା ପାଇଁ କଠୋର ଅଧ୍ୟବସାୟ କରିବା।
ପ୍ରଭାତ ଆସିଲା ପରି
ସଦାପ୍ରଭୁ ଆସୁଛନ୍ତି ବୋଲି ଆମ୍ଭେ ଜାଣୁଛୁ।
ବର୍ଷା ଓ ବସନ୍ତବର୍ଷା ଭୂମିକୁ ଜଳମୟ କଲା ପରି
ପରମେଶ୍ୱର ଆମ୍ଭମାନଙ୍କ ନିକଟକୁ ଆସିବେ।”
ଲୋକମାନେ ବିଶ୍ୱସ୍ତ ନୁହନ୍ତି
4 “ହେ ଇଫ୍ରୟିମ, ହେ ଯିହୁଦା,
ଆମ୍ଭେ ତୁମ୍ଭମାନଙ୍କ ପ୍ରତି କିପରି ବ୍ୟବହାର କରିବୁ?
ତୁମ୍ଭମାନଙ୍କର ବିଶ୍ୱସ୍ତତା ସକାଳର କୁହୁଡ଼ି ଓ କାକର ପରି ଅଟେ
ଯେ କି ଅତି ପ୍ରତ୍ୟୁଷରେ ଉଭେଇ ଯାଏ।
5 ଆମ୍ଭେ ସେମାନଙ୍କୁ ନିପାତ କରିବା ପାଇଁ
ଭବିଷ୍ୟଦ୍ବକ୍ତାମାନଙ୍କୁ ନିଯୁକ୍ତି କଲୁ
ଓ ଆମ୍ଭେ ଆପଣା ଆଦେଶରେ ଲୋକମାନଙ୍କୁ ମୃତ୍ୟୁ ଦେଲୁ।
କିନ୍ତୁ ସେହି ନିର୍ଣ୍ଣୟରୁ ନ୍ୟାୟ ସଦୃଶ ଆଲୋକ ଆସିବ।
6 କାରଣ ଆମ୍ଭେ ବିଶ୍ୱସ୍ତ ପ୍ରେମ ଗ୍ଭହୁଁ,
ବଳିଦାନ ନୁହେଁ।
ଲୋକମାନେ ପରମେଶ୍ୱରଙ୍କୁ ଜାଣନ୍ତୁ ବୋଲି ଆମ୍ଭେ ଗ୍ଭହୁଁ,
କିନ୍ତୁ ହୋମବଳି ଆଣନ୍ତୁ ବୋଲି ନୁହେଁ।
7 କିନ୍ତୁ ଠିକ୍ ଆଦମ ପରି ସେମାନେ ଚୁକ୍ତି ଭଙ୍ଗ କଲେ।
ସେମାନେ ନିଜ ଭୂମିରେ ଆମ୍ଭ ସହିତ ପ୍ରତାରଣା କଲେ।
8 ଗିଲିୟଦ ଗୋଟିଏ ସହର ଯେ କି ମନ୍ଦକାର୍ଯ୍ୟ କରୁଥିବା ଲୋକମାନଙ୍କରେ ପରିପୂର୍ଣ୍ଣ,
ହତ୍ୟାକାରୀମାନଙ୍କର ରକ୍ତାକ୍ତ ପାଦ ଚିହ୍ନରେ ରଞ୍ଜିତ।
9 ଡକାୟତମାନଙ୍କ ପରି ସେମାନେ ଲୋକମାନଙ୍କୁ ଆକ୍ରମଣ କରିବାକୁ ଅପେକ୍ଷା କରନ୍ତି।
ସେହିପରି, ଯାଜକଙ୍କ ଦଳ ଶିଖିମକୁ ଯାଉଥିବା ଲୋକମାନଙ୍କୁ
ରାସ୍ତାରେ ଅପେକ୍ଷା କରନ୍ତି ଓ ସେମାନଙ୍କୁ ଆକ୍ରମଣ କରନ୍ତି।
ସେମାନେ ଏକତ୍ରିତ ହୋଇ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରନ୍ତି।
10 ଆମ୍ଭେ ଇସ୍ରାଏଲ ରାଜ୍ୟରେ ଗୋଟିଏ ଭୟଙ୍କର ଜିନିଷ ଦେଖିଛୁ।
ଇଫ୍ରୟିମ ପରମେଶ୍ୱରଙ୍କ ପ୍ରତି ଅବିଶ୍ୱସ୍ତ ଥିଲେ।
ଇସ୍ରାଏଲ ପାପରେ କଳୁଷିତ।
30 ତା’ହେଲେ ଏସବୁର ଅର୍ଥ କ’ଣ? ଏହାର ଅର୍ଥ ଯେ, ଅଣଯିହୂଦୀମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ହେବା ପାଇଁ ଯତ୍ନ ଶୀଳ ନୁହନ୍ତି। କିନ୍ତୁ ସେମାନେ ପରମେଶ୍ୱରଙ୍କ ଦ୍ୱାରା ନିଜ ବିଶ୍ୱାସ ହେତୁ ଧାର୍ମିକ ହେଲେ। 31 ଇସ୍ରାଏଲର ଲୋକେ ଧାର୍ମିକ ହେବା ପାଇଁ ବ୍ୟବସ୍ଥା ପାଳନ କରି ମଧ୍ୟ କୃତକାର୍ଯ୍ୟ ହେଲେ ନାହିଁ। 32 କାରଣ ସେମାନଙ୍କର ବିଶ୍ୱାସ ନ ଥିଲା ଯେ ସେମାନେ ନିଜର କାର୍ଯ୍ୟ ଦ୍ୱାରା ଧାର୍ମିକ ହେବା ପାଇଁ ଚେଷ୍ଟା କଲେ ତେଣୁ ସେମାନେ ଝୁଣ୍ଟି ପଡ଼ିବା ପଥରରେ ଝୁଣ୍ଟି ପଡ଼ିଲେ। 33 ଧର୍ମଶାସ୍ତ୍ର ସେ ପଥର ବିଷୟରେ କୁହେ:
“ଦେଖ, ଆମ୍ଭେ ସିୟୋନଠାରେ ପଥରଟିଏ ରଖିଛୁ ଏହି ପଥରଟି ଲୋକମାନଙ୍କୁ ପକାଇ ଦିଏ।
ଏହି ପଥରଟି ଲୋକମାନଙ୍କୁ ପାପ କରିବା ପାଇଁ ପ୍ରବର୍ତ୍ତାଏ
କିନ୍ତୁ ଯେଉଁ ଲୋକ ସେ ପଥରଟିରେ ବିଶ୍ୱାସ କରେ
ସେ ଲଜ୍ଜିତ ହେବ ନାହିଁ।” (A)
10 ଭାଇ ଓ ଭଉଣୀମାନେ, ମୁଁ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛି ଓ ଏକାନ୍ତ ଭାବରେ ଇଚ୍ଛା କରୁଛି ଯେ, ଯିହୂଦୀ ଲୋକେ ରକ୍ଷା ପାଆନ୍ତୁ। 2 ମୁଁ ବିଶ୍ୱାସ ପୂର୍ବକ ସେମାନଙ୍କ ବିଷୟରେ କହିପାରେ, ଯେ ସେମାନେ ପ୍ରକୃତରେ ପରମେଶ୍ୱରଙ୍କୁ ଅନୁକରଣ କରିବା ପାଇଁ ଗ୍ଭହାନ୍ତି କିନ୍ତୁ ଠିକ୍ ବାଟ ଜାଣନ୍ତି ନାହିଁ। 3 ସେମାନେ ଜାଣି ନ ଥିଲେ ଯେ, ପରମେଶ୍ୱର କିପରି ତାହାଙ୍କ ସହିତ ଲୋକମାନଙ୍କୁ ଧାର୍ମିକ କରନ୍ତି। ସେମାନେ ଧାର୍ମିକ ହେବା ପାଇଁ ନିଜର ଉପାୟ ଦ୍ୱାରା ଚେଷ୍ଟା କଲେ। ଅତଏବ ସେମାନେ ଧାର୍ମିକତା ବୋଲି ଗଣିତ ପରମେଶ୍ୱରଙ୍କ ମାର୍ଗର ଅନୁସରଣ କଲେ ନାହିଁ। 4 ଖ୍ରୀଷ୍ଟ ବ୍ୟବସ୍ଥାକୁ ସମାପ୍ତ କଲେ ଯେପରି, ତାହାଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କଠାରେ ଧାର୍ମିକ ହୋଇ ପାରିବ।
2010 by World Bible Translation Center