Revised Common Lectionary (Semicontinuous)
ଇସ୍ରାଏଲ ସଦାପ୍ରଭୁଙ୍କୁ ଭୁଲିଛି
11 ସଦାପ୍ରଭୁ କହିଲେ, “ଇସ୍ରାଏଲ ବାଲ୍ୟ ଥିଲା ବେଳେ ଆମ୍ଭେ ତାକୁ ଭଲ ପାଉଥିଲୁ।
ଆମ୍ଭେ ମିଶରକୁ ପୁଅ ବୋଲି ଡାକୁଥିଲୁ।
2 କିନ୍ତୁ ଇସ୍ରାଏଲକୁ ଯେତେ ଅଧିକ ନିଜର କଲୁ ଇସ୍ରାଏଲ
ସେତେ ଅଧିକ ଆମ୍ଭଠାରୁ ଦୂରେଇଗଲା।
ଇସ୍ରାଏଲୀୟମାନେ ବାଲ୍ଦେବଗଣଙ୍କ ଉଦ୍ଦେଶ୍ୟରେ ବଳି ଦେଲେ।
ସେମାନେ ପ୍ରତିମା ନିକଟରେ ଧୂପ ଦେଲେ।
3 “ଆମ୍ଭେ ଇଫ୍ରୟିମକୁ ଗ୍ଭଲିବା ଶିଖାଇଲୁ।
ଆମ୍ଭେ ଇସ୍ରାଏଲୀୟଙ୍କୁ ଆମ୍ଭର ବାହୁରେ ନେଇଥିଲୁ।
ଆମ୍ଭେ ସେମାନଙ୍କୁ ସୁସ୍ଥ କଲୁ।
କିନ୍ତୁ ସେମାନେ ତାହା ଅନୁଭବ କଲେ ନାହିଁ।
4 ଆମ୍ଭେ ସେମାନଙ୍କୁ ରଜ୍ଜୁରେ ବାନ୍ଧିଥିଲୁ,
କିନ୍ତୁ ତାହା ଥିଲା ପ୍ରେମର ରଜ୍ଜୁ।
ଆମ୍ଭେ ଜଣେ ବ୍ୟକ୍ତିପରି ସେମାନଙ୍କୁ ମୁକ୍ତ କଲୁ।
ଆମ୍ଭେ ନମ୍ର ହେଲୁ ଓ ସେମାନଙ୍କୁ ଖୁଆଇଲୁ।
5 “ଇସ୍ରାଏଲୀୟମାନେ ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ମନା କଲେ। ତେଣୁ ସେଥିପାଇଁ ସେମାନେ ମିଶର ଯିବେ। ଅଶୂରର ରାଜା ସେମାନଙ୍କର ରାଜା ହେବେ। 6 ଖଣ୍ତା ସେମାନଙ୍କ ନଗର ବିରୁଦ୍ଧରେ ଝୁଲିବ। ଏହା ସେମାନଙ୍କର ଶକ୍ତିଶାଳୀ ଲୋକଙ୍କୁ ହତ୍ୟା କରିବ। ଏହା ସେମାନଙ୍କର ନେତାମାନଙ୍କୁ ଧ୍ୱଂସ କରିବ।
7 “ଆମ୍ଭର ଲୋକମାନେ ଆମ୍ଭ ନିକଟକୁ ଫେରିବାକୁ ଆଶା କରନ୍ତି। ସେମାନେ ଊର୍ଦ୍ଧ୍ୱକୁ ଡାକିବେ। କିନ୍ତୁ କେହି ସେମାନଙ୍କୁ ସାହାଯ୍ୟ କରିବେ ନାହିଁ।”
ସଦାପ୍ରଭୁ ଇସ୍ରାଏଲକୁ ଧ୍ୱଂସ କରିବାକୁ ଗ୍ଭହାନ୍ତି ନାହିଁ
8 “ଇଫ୍ରୟିମ, ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବାକୁ ଗ୍ଭହୁଁ ନାହୁଁ।
ଇସ୍ରାଏଲ, ଆମ୍ଭେ ତୁମ୍ଭର ସୁରକ୍ଷା ଗ୍ଭହୁଁ।
ଅଦ୍ମାର ଓ ସବୋୟିମ୍ ପରି
ତୁମ୍ଭକୁ ହେବାକୁ ଆମ୍ଭେ ଗ୍ଭହୁଁ ନାହୁଁ।
ଆମ୍ଭର ମନକୁ ପରିବର୍ତ୍ତନ କରିଛୁ।
ଆମ୍ଭର ପ୍ରେମ ତୁମ୍ଭ ପାଇଁ ଅତି ଶକ୍ତିଶାଳୀ ଅଟେ।
9 ଆମ୍ଭେ ଆପଣା ଭୟଙ୍କର କ୍ରୋଧଭାବକୁ ପ୍ରକାଶ କରିବା ନାହିଁ।
ଇଫ୍ରୟିମକୁ ପୁନର୍ବାର ଧ୍ୱଂସ କରିବା ନାହିଁ।
ଆମ୍ଭେ ପରମେଶ୍ୱର, ମାନବ ନୋହୁଁ।
ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ
ଧର୍ମସ୍ୱରୂପ ଅଟୁ।
ଆମ୍ଭର କ୍ରୋଧ ଦେଖାଇବା ନାହିଁ।
10 ଆମ୍ଭେ ଗୋଟିଏ ସିଂହ ସଦୃଶ ଗର୍ଜନ କରିବା।
ଆମ୍ଭର ପିଲାମାନେ ଆସିବେ ଓ ଆମ୍ଭଙ୍କୁ ଅନୁସରଣ କରିବେ।
ଏହି ପିଲାମାନେ ଭୟରେ ଥରିଥରି
ପଶ୍ଚିମରୁ ଆସିବେ।
11 ସେମାନେ ମିଶରରୁ ପକ୍ଷୀ ସଦୃଶ
ଥରିଥରି ଆସିବେ।
ଅଶୂରୀୟରୁ କପୋତ ପରି ଥରିଥରି ଆସିବେ।
ଏବଂ ଆମ୍ଭେ ସେମାନଙ୍କୁ ଗୃହକୁ ଫେରାଇ ନେବା ବୋଲି”
ସଦାପ୍ରଭୁ କହିଲେ।
ପଞ୍ଚମ ପୁସ୍ତକ
(ଗୀତସଂହିତା 107-150)
107 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମହାନ।
ତାଙ୍କର ଦୟା ଅନନ୍ତକାଳସ୍ଥାୟୀ।
2 ପ୍ରତ୍ୟେକ ବ୍ୟକ୍ତି ଯେଉଁମାନଙ୍କୁ ସଦାପ୍ରଭୁ ରକ୍ଷା କରିଛନ୍ତି, କହିବା ଉଚିତ୍।
ସଦାପ୍ରଭୁ ସେମାନଙ୍କର ଶତ୍ରୁମାନଙ୍କଠାରୁ ସେମାନଙ୍କୁ ରକ୍ଷା କରିଛନ୍ତି।
3 ବିଭିନ୍ନ ଦେଶମାନଙ୍କରୁ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଏକତ୍ରିତ କଲେ।
ସେ ସେମାନଙ୍କୁ ପୂର୍ବ, ପଶ୍ଚିମ, ଉତ୍ତର ଓ ନଦୀ ସମୁଦ୍ର ସ୍ଥାନରୁ ଏକତ୍ରିତ କଲେ।
4 ସେମାନଙ୍କ ମଧ୍ୟରୁ କେତେକ ଶୁଷ୍କ ମରୁଭୂମିରେ ଏଣେତେଣେ ଭ୍ରମଣ କଲେ।
ସେମାନେ ସହରରେ ବାସ କରିବାକୁ ଏକ ସ୍ଥାନ ଖୋଜୁଥିଲେ,
କିନ୍ତୁ ସେମାନେ ପାଇଲେ ନାହିଁ।
5 ସେମାନେ କ୍ଷୁଧିତ ଓ ତୃଷାର୍ତ୍ତ ଥିଲେ
ଏବଂ ସେମାନେ ଦୁର୍ବଳ ହୋଇଯାଇଥିଲେ।
6 ସେମାନେ ବିପଦରେ ଥିଲେ, ତେଣୁ ସେମାନେ ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ କାକୁକ୍ତି କଲେ।
ଏବଂ ସେ ତାଙ୍କୁ ସେହି ବିପଦରୁ ମୁକ୍ତ କଲେ।
7 ପରମେଶ୍ୱର ସେମାନଙ୍କୁ ବସତି ନଗରକୁ ଆଗେଇ ନେଲେ, ଯେଉଁଠାରେ ସେମାନେ ବାସ କରି ପାରିବେ।
8 ସେମାନେ ସଦାପ୍ରଭୁଙ୍କ କରୁଣା ପାଇଁ ତାଙ୍କୁ ଧନ୍ୟବାଦ କରିବା ଉଚିତ୍
କାରଣ ସେ ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି।
9 କାରଣ ପରମେଶ୍ୱର ତୃଷାର୍ତ୍ତ ପ୍ରାଣକୁ ଶାନ୍ତ କରିଛନ୍ତି।
କ୍ଷୁଧାର୍ତ୍ତମାନଙ୍କର ଉଦର ପରମେଶ୍ୱର ପୂର୍ଣ୍ଣ କରିଛନ୍ତି।
43 ଯେ ଜ୍ଞାନବାନ୍, ସେ ଏହିସବୁ ବିଷୟରେ ମନୋଯୋଗ କରିବ।
ପୁଣି ସେ ପରମେଶ୍ୱରଙ୍କର ପ୍ରକୃତ କରୁଣା ପ୍ରେମକୁ ସେ ବୁଝିବା ଉଚିତ୍।
ଯୀଶୁ ଖ୍ରୀଷ୍ଟଙ୍କଠାରେ ନୂତନ ଜୀବନ
3 ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁରୁ ଜୀବିତ ହୋଇଛ। ଅତଏବ ସ୍ୱର୍ଗରେ ଥିବା ବିଷୟ ଗୁଡ଼ିକ ପାଇବା ପାଇଁ ଯତ୍ନଶୀଳ ହୁଅ। ଯେଉଁଠାରେ ଖ୍ରୀଷ୍ଟ, ପରମେଶ୍ୱରଙ୍କ ଡାହାଣରେ ବସିଛନ୍ତି। 2 ସବୁବେଳେ ସେହି ସ୍ୱର୍ଗର ବିଷୟ ଗୁଡ଼ିକ ଅନ୍ୱେଷଣ କର, ମର୍ତ୍ତ୍ୟର ବିଷୟ ଗୁଡ଼ିକ ପାଇଁ ନୁହେଁ। 3 ତୁମ୍ଭମାନଙ୍କର ପୁରାତନ ପାପପୂର୍ଣ୍ଣ ସ୍ୱଭାବର ମୃତ୍ୟୁ ହୋଇଯାଇଛି ଓ ପରମେଶ୍ୱରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କର ନୂତନ ଜୀବନ ସୁରକ୍ଷିତ ଅଛି। 4 ଖ୍ରୀଷ୍ଟ ହେଉଛନ୍ତି ତୁମ୍ଭମାନଙ୍କର ଜୀବନ। ତେଣୁ ଯେତେବେଳେ ସେ ଆଉ ଥରେ ଆସିବେ, ତାହାଙ୍କ ମହିମାରେ ତୁମ୍ଭେମାନେ ଅଂଶ ପାଇବ।
5 ଅତଏବ, ଯୌନ ପାପଗୁଡ଼ିକ କରିବା, ମନ୍ଦକର୍ମ କରିବା, କାମନାର ବାଶୀଭୂତ ହେବା, ମନ୍ଦ ଇଚ୍ଛା ରଖିବା ଓ ସର୍ବଦା ଲୋଭୀ ହୋଇ ରହିବା, ଯାହା ଏକ ମିଥ୍ୟା ଦେବତାକୁ ପୂଜା କରିବା ସଦୃଶ, ସେଭିଳ ବିଷୟ ଗୁଡ଼ିକୁ ନିଜ ଜୀବନଠାରୁ ଦୂରରେ ରଖ। ଏହିଭଳି ଇଚ୍ଛାଗୁଡ଼ିକ ଥିବାର ଅର୍ଥ ହେଲା ଯେ, ଜଣେ ମିଥ୍ୟା ଦେବତାର ସେବା କରୁଛି। 6 ଏହି ବିଷୟ ଗୁଡ଼ିକ ପରମେଶ୍ୱରଙ୍କୁ କ୍ରୋଧିତ କରେ। 7 ତୁମ୍ଭମାନଙ୍କର ପୂର୍ବ ପାପପୂର୍ଣ୍ଣ ଜୀବନରେ ମଧ୍ୟ ତୁମ୍ଭେମାନେ ଏହି କାମଗୁଡ଼ିକ କରିଥିଲ।
8 କିନ୍ତୁ ଏବେ, ଏହି ସମସ୍ତ ବିଷୟ ନିଜ ଜୀବନରୁ ବାହାର କରିଦିଅ: କ୍ରୋଧ, ଉତ୍ତେଜନା, ଅନ୍ୟ କାହାକୁ ବାଧିଲା ଭଳି କାର୍ଯ୍ୟ କରିବା ବା କଥା କହିବା, କହିଲା ବେଳେ ଅପଶବ୍ଦ ବ୍ୟବହାର କରିବା। 9 ପରସ୍ପରକୁ ମିଛ କଥା କୁହ ନାହିଁ, କାରଣ ତୁମ୍ଭେମାନେ ପୂର୍ବ ଜୀବନର ପାପପୂର୍ଣ୍ଣ ଆଚରଣ ଛାଡ଼ି ଦେଇଛ। 10 ତୁମ୍ଭେମାନେ ନୂତନ ଜୀବନ ଆରମ୍ଭ କରିଛ। ନୂତନ ଜୀବନରେ ତୁମ୍ଭେମାନେ ନୂଆ ହେଉଅଛ। ତୁମ୍ଭେମାନେ ତୁମ୍ଭମାନଙ୍କର ସେହି ସୃଷ୍ଟିକର୍ତ୍ତାଙ୍କ ଭଳି ହୋଇଯାଉଛ। ଏହି ନୂତନ ଜୀବନ ଦ୍ୱାରା ତୁମ୍ଭେମାନେ ପରମେଶ୍ୱରଙ୍କ ବିଷୟରେ ପ୍ରକୃତ ଜ୍ଞାନ ପ୍ରାପ୍ତ ହେଉଛ। 11 ଏହି ନୂତନ ଜୀବନରେ ଯିହୂଦୀ ଓ ଅଣଯିହୂଦୀମାନଙ୍କ ମଧ୍ୟରେ କୌଣସି ତଫାତ୍ ନାହିଁ। ସୁନ୍ନତ ଲୋକ ବା ଅସୁନ୍ନତ ଲୋକ, ବିଦେଶୀ ବା ସ୍କୁଥୀୟମାନଙ୍କ ମଧ୍ୟରେ କୌଣସି ତଫାତ୍ ନାହିଁ। କ୍ରୀତଦାସ ବା ସ୍ୱାଧୀନ ଭିତରେ ମଧ୍ୟ ତଫାତ୍ ନାହିଁ। କିନ୍ତୁ ଖ୍ରୀଷ୍ଟ ସମସ୍ତଙ୍କଠାରେ ଅଛନ୍ତି। ଯାହା ମହତ୍ତ୍ୱପୂର୍ଣ୍ଣ, ତାହା ଖ୍ରୀଷ୍ଟ ଅଟନ୍ତି।
ସ୍ୱାର୍ଥପରତା ବିରୁଦ୍ଧରେ ଚେତାବନୀ
13 ଜନସମୂହ ମଧ୍ୟରୁ କେହି ଜଣେ ଯୀଶୁଙ୍କୁ କହିଲା, “ଗୁରୁ! ଆମ୍ଭର ବାପା ଏବେ ମରିଗଲେ। ଆମ୍ଭ ବାପାଙ୍କ ସମ୍ପତ୍ତିକୁ ଆମ୍ଭ ଭିତରେ ଭାଗ କରିବା ପାଇଁ ମୋ’ ଭାଇକୁ କୁହନ୍ତୁ।”
14 ଏହା ଶୁଣି ଯୀଶୁ କହିଲେ, “ମୋତେ ତୁମ୍ଭମାନଙ୍କର ବିଗ୍ଭର କରିବାକୁ କିମ୍ବା ତୁମ୍ଭ ବାପାଙ୍କ ସମ୍ପତ୍ତି ତୁମ୍ଭ ଦୁହିଁଙ୍କ ଭିତରେ ବାଣ୍ଟି ଦେବାକୁ କିଏ କହିଛି?” 15 ଯୀଶୁ କହିଲେ, “ସାବଧାନର ସହିତ ସମସ୍ତ ପ୍ରକାର ଲୋଭରୁ ନିଜକୁ ଦୂରରେ ରଖ। ନିଜର ଅଧିକାରରେ ଥିବା ବିପୁଳ ସମ୍ପତ୍ତିରୁ କେହି କେବେ ଜୀବନ ପାଇ ପାରେ ନାହିଁ।”
16 ତା’ପରେ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ଶୁଣାଇଲେ: “ଜଣେ ଧନୀ ଲୋକର କେତେକ ଜମି ଥିଲା। ସେହି ଜମିରେ ବହୁତ ଖାଦ୍ୟଶସ୍ୟ ଫଳିଲା। 17 ଲୋକଟି ମନେ ମନେ ଭାବିଲା, ‘ମୁଁ କ’ଣ କରିବି? ମୋ’ ପାଖରେ ମୋର ସବୁ ଶସ୍ୟତକ ରଖିବା ପାଇଁ ଜାଗା ନାହିଁ।
18 “ତା’ପରେ ସେ କହିଲା, ଠିକ୍ ଅଛି। କ’ଣ କରିବାକୁ ହେବ, ତାହା ମୁଁ ଜାଣିଛି। ମୁଁ ପ୍ରଥମେ ଅମାରଗୁଡ଼ିକ ଭାଙ୍ଗି ଦେଇ ବଡ଼ବଡ଼ ଅମାର ତିଆରି କରିବି ଏବଂ ସବୁତକ ଗହମ ଓ ଭଲ ଜିନିଷ ତକ ଏକାଠି ନୂଆ ଅମାରମାନଙ୍କରେ ରଖି ଦେବି। 19 ତା’ପରେ ମୁଁ ନିଜକୁ କହି ପାରିବି, ମୁଁ ଅନେକ ଉତ୍ତମ ପଦାର୍ଥ ଅନେକ ବର୍ଷ ପାଇଁ ସଞ୍ଚୟ କରି ରଖିଛି। ଏଥର ଆରାମ କର। ଖାଇପିଇ ମଉଜ କର।’
20 “କିନ୍ତୁ ପରମେଶ୍ୱର ତାହାକୁ କହିଲେ, ‘ଆରେ ନିର୍ବୋଧ ମନୁଷ୍ୟ! ଆଜି ରାତିରେ ତୁ ମରିଯିବୁ। ତୁ ଯେଉଁ ପଦାର୍ଥତକ ତୋ’ ପାଇଁ ସାଇତି କରି ରଖିଛୁ, ତାହା କ’ଣ ହେବ? ସେ ସବୁ କିଏ ଭୋଗ କରିବ?’
21 “ଯେଉଁ ଲୋକ କେବଳ ନିଜ ପାଇଁ ଅନେକ ପଦାର୍ଥ ସାଇତି କରି ରଖେ, ତାହା ପ୍ରତି ଏହିଭଳି ଘଟିବ। ପରମେଶ୍ୱରଙ୍କ ଦୃଷ୍ଟିରେ ସେହିଲୋକ ଆଦୌ ଧନୀ ନୁହେଁ।’
2010 by World Bible Translation Center