Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 60

ପ୍ରଧାନ ବାଦ୍ୟକର ନିମନ୍ତେ “ଶୂଷନ୍-ଏଦୁତ୍” ସ୍ୱରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍। ଅରାମନହରିୟମ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ ଉପତ୍ୟକାରେ ଇଦୋମୀୟ 12,000 ଲୋକଙ୍କୁ ବଧ କରିବା ସମୟରେ ରଚିତ।

60 ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପ୍ରତ୍ୟାଖ୍ୟାନ କରି ପରାଜିତ କରିଅଛ।
    ତୁମ୍ଭେ ଆମ୍ଭମାନଙ୍କ ସହିତ ରାଗିଛ।
    କିନ୍ତୁ ଦୟାକରି ତୁମ୍ଭେ ଆମ୍ଭମାନଙ୍କୁ ପୁନଃସ୍ଥାପନ କର।
ତୁମ୍ଭେ ଧରଣୀକୁ କମ୍ପିତ କରିଅଛ ଏବଂ ତାକୁ ଦୁଇ ଭାଗରେ ବିଦୀର୍ଣ୍ଣ କରିଛ।
    ଏହାର ଫାଟକକୁ ମରାମତି କର,
    କାରଣ ଏହାର ପତନ ହେଉଅଛି।
ତୁମ୍ଭେ ଆପଣା ଲୋକମାନଙ୍କୁ ବହୁତ ସମସ୍ୟା ଦେଇଛ।
    ଆମ୍ଭେ ମଦ୍ୟପ ପରି ଟଳମଳ ହେଉଛୁ ଓ ପଡ଼ୁଛୁ।
ତୁମ୍ଭକୁ ଉପାସନା କରୁଥିବା ଲୋକଙ୍କୁ ତୁମ୍ଭେ ସତର୍କ କରିବା ପାଇଁ ପତାକା ଉଠାଇଲ।
    ଯାହା ଫଳରେ ସେମାନେ ନିଜକୁ ତାଙ୍କର ଶତ୍ରୁମାନଙ୍କଠାରୁ ରକ୍ଷା କରି ପାରିବେ।

ଯେପରି ତୁମ୍ଭର ମହାଶକ୍ତି ବଳରେ ଆମ୍ଭକୁ ଉଦ୍ଧାର କର! ମୋର ପ୍ରାର୍ଥନାର ଉତ୍ତର ଦିଅ।
    ତୁମ୍ଭେ ଶ୍ରଦ୍ଧା କରୁଥିବା ଆପଣାର ଲୋକଙ୍କୁ ରକ୍ଷାକର।

ପରମେଶ୍ୱର ତାଙ୍କ ମନ୍ଦିରରେ [a] କହିଲେ,
    “ମୁଁ ଯୁଦ୍ଧରେ ଜିତିବି ଏବଂ ଜୟଲାଭ ବିଷୟରେ ବହୁତ ଖୁସୀ ହେବି।
ତା’ପରେ ମୁଁ ଏହି ଭୂମିକୁ ମୋର ଲୋକମାନଙ୍କ ମଧ୍ୟରେ ବାଣ୍ଟିଦେବି।
    ମୁଁ ଶିଖିମ ଓ ସୁ‌କ୍‌କୋତ ଉପତ୍ୟକାକୁ ସେମାନଙ୍କୁ ଦେଇଦେବି।
ଗିଲିୟଦ ଓ ମନଃଶି ମୋର ହେବେ।
    ଇଫ୍ରୟିମ ମୋର ଶିରସ୍ତ୍ରାଣ ହେବ।
    ଯିହୁଦା ମୋର ରାଜଦଣ୍ଡ ହେବ।
ମୋୟାବ ମୋର ପାଦ ଧୋଇବା ପାଇଁ ପ୍ରକ୍ଷାଳନ ପାତ୍ର।
    ଇଦୋମ ମୋର ପାଦୁକା ବହନ କରିବ।
ମୁଁ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବି।
    ତୁମ୍ଭେ ବିଜୟ ସକାଶେ ଜୟଧ୍ୱନି କର।”

9-10 କିଏ ମୋତେ ସେହି ଦୃଢ଼ ନଗର ଭିତରକୁ ଆଣିବ?
    କିଏ ମୋତେ ଇଦୋମ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆଗେଇ ନେବ?
ପରମେଶ୍ୱର, ତୁମ୍ଭେ ନୁହଁ କି?
    କିନ୍ତୁ ତୁମ୍ଭେ ଆମ୍ଭକୁ ପ୍ରତ୍ୟାଖ୍ୟାନ କରିଛ।
    ପରମେଶ୍ୱର, ତୁମ୍ଭେ ଆଉ ଦିନ ତମାମ ଆମ୍ଭର ଶତ୍ରୁମାନଙ୍କ ସହିତ ଯାଅ ନାହିଁ।
11 ହେ ପରମେଶ୍ୱର, ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଆମ୍ଭକୁ ସହାୟ ହୁଅ।
    ଲୋକମାନେ ଆମ୍ଭମାନଙ୍କୁ ସାହାଯ୍ୟ କରି ପାରିବେ ନାହିଁ।
12 ପରମେଶ୍ୱର ହିଁ ଆମ୍ଭକୁ ଶକ୍ତିଶାଳୀ କରି ପାରିବେ।
    କେବଳ ସେ ଆମ୍ଭର ଶତ୍ରୁମାନଙ୍କୁ ପଦଦଳନ କରି ପାରିବେ।

ହୋଶେୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 13

ଇସ୍ରାଏଲ ନିଜକୁ ନିଜେ ଧ୍ୱଂସ କରିଛି

13 “ଇଫ୍ରୟିମ ଇସ୍ରାଏଲରେ ନିଜକୁ ମହାନ କରି ଦେଲା। ସେ କହିଲା ବେଳେ ଲୋକେ ଭୟରେ ଥରିଲେ। କିନ୍ତୁ ସେ ‌ବା‌ଲ୍‌ଦେବତାଙ୍କୁ ପୂଜାକରି ଦୋଷୀ ହେଲେ ଏବଂ ମୃତ୍ୟୁବରଣ କଲେ। ବର୍ତ୍ତମାନ ଇସ୍ରାଏଲ ଲୋକମାନେ ଅଧିକରୁ ଅଧିକ ପାପ କଲେ। ସେମାନେ ନିଜ ନିଜ ପାଇଁ ପ୍ରତିମା ତିଆରି କରନ୍ତି। କାରିଗରମାନେ ସୁନ୍ଦର ମୂର୍ତ୍ତି ରୂପାରେ ତିଆରି କରନ୍ତି ଏବଂ ସେହି ଲୋକମାନେ ସେହି ପ୍ରତିମାମାନଙ୍କ ସହିତ କଥା ହୁଅନ୍ତି। ସେମାନେ ସେ ମୂର୍ତ୍ତିମାନଙ୍କୁ ବଳିଦାନ ଦିଅନ୍ତି। ସେହି ସୁବର୍ଣ୍ଣ ନିର୍ମିତ ବାଛୁରିଗୁଡ଼ିକୁ ଚୁମ୍ବନ କରନ୍ତି। ସେଥିପାଇଁ ସେହି ଲୋକମାନେ ଶୀଘ୍ର ଅଦୃଶ୍ୟ ହେବେ। ସେମାନେ ସକାଳର କୁହୁଡ଼ି ସଦୃଶ ଶୀଘ୍ର ଦେଖା ଦେବେ ଓ ଶୀଘ୍ର ଅଦୃଶ୍ୟ ହୋଇଯିବେ। ଇସ୍ରାଏଲୀୟମାନେ ଅଗାଡ଼ି ଖଳାରୁ ଉଡ଼ିଗଲା ପରି ଉଡ଼ିଯିବେ। ଚିମିନିରୁ ଧୂଆଁ ବାହାରି ଅଦୃଶ୍ୟ ହେଲାପରି ସେମାନେ ଅଦୃଶ୍ୟ ହୋଇଯିବେ।

“ମିଶରରେ ତୁମ୍ଭେମାନେ ବାସ କରିବା ଦିନଠାରୁ ଆମ୍ଭେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ହୋଇ ଆସିଛୁ। ତୁମ୍ଭେମାନେ ଆମ୍ଭ ବ୍ୟତୀତ ଅନ୍ୟ କୌଣସି ପ୍ରଭୁଙ୍କୁ ଜାଣି ନ ଥିଲ। ଆମ୍ଭେ ଏକମାତ୍ର ବ୍ୟକ୍ତି ଯେ କି ତୁମ୍ଭମାନଙ୍କୁ ରକ୍ଷା କରୁଥିଲୁ। ଆମ୍ଭେ ତୁମ୍ଭମାନଙ୍କୁ ମରୁଭୂମିରେ ଜାଣିଥିଲୁ-ଶୁଷ୍କ ଭୂମିରେ ତୁମ୍ଭମାନଙ୍କୁ ଜାଣିଥିଲୁ। ସେହି ଇସ୍ରାଏଲୀୟମାନଙ୍କୁ ଆମ୍ଭେ ଖାଦ୍ୟ ଦେଲୁ। ସେମାନେ ସେହି ଖାଦ୍ୟ ଖାଇଲେ। ସେମାନେ ସମ୍ପୂର୍ଣ୍ଣ ସୁସ୍ଥ ଓ ସନ୍ତୁଷ୍ଟ ହେଲେ। ସେମାନେ ଗର୍ବୀ ହୋଇଗଲେ ଏବଂ ମୋତେ ଭୁଲିଗଲେ।

“ସେଥିପାଇଁ ଆମ୍ଭେ ସିଂହ ଓ ବ୍ୟାଘ୍ର ସଦୃଶ ହୋଇ ରାସ୍ତାକଡ଼ରେ ସେମାନଙ୍କୁ ଅପେକ୍ଷା କରିବା। ଭାଲୁ ପାଖରୁ ତା’ ଛୁଆକୁ ଅପହରଣ କଲେ ସେ ଯେପରି ହିଂସ୍ର ହୁଏ, ଆମ୍ଭେ ସେହିପରି ହିଂସ୍ର ହୋଇ ସେମାନଙ୍କୁ ଆକ୍ରମଣ କରିବା। ଆମ୍ଭେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ବକ୍ଷକୁ ବିଦାରଣ କରିବା। ସିଂହ ଓ ଅନ୍ୟ ବନ୍ୟ ପ୍ରାଣୀ ଶିକାରକୁ ଚିରି ଖାଇଲା ପରି ଆମ୍ଭେ ସେମାନଙ୍କୁ ସେହିପରି ଖଣ୍ତ ବିଖଣ୍ତିତ କରିବା।

ଇସ୍ରାଏଲକୁ ପରମେଶ୍ୱରଙ୍କ କ୍ରୋଧରୁ କେହି ରକ୍ଷା କରି ପାରିବେ ନାହିଁ

“ହେ ଇସ୍ରାଏଲ, ଆମ୍ଭେ ତୁମ୍ଭକୁ ସାହାଯ୍ୟ କଲୁ କିନ୍ତୁ ତୁମ୍ଭେ ଆମ୍ଭର ବିରୁଦ୍ଧରେ ଗଲ। ତେଣୁ ଆମ୍ଭେ ତୁମ୍ଭକୁ ଧ୍ୱଂସ କରିବା। 10 ତୁମ୍ଭର ରାଜା କେଉଁଠି? ତୁମ୍ଭର ସମସ୍ତ ନଗରରେ ସେ ତୁମ୍ଭମାନଙ୍କୁ ରକ୍ଷା କରି ପାରିବେ ନାହିଁ। ତୁମ୍ଭର ବିଗ୍ଭରକମାନେ କାହାନ୍ତି? ତୁମ୍ଭେମାନେ ସେମାନଙ୍କୁ ଏହା କହି ମାଗିଥିଲ, ‘ଆମ୍ଭକୁ ଜଣେ ରାଜା ଓ ନେତୃମଣ୍ତଳୀ ଦିଅ।’ 11 ଆମ୍ଭେ କ୍ରୋଧିତ ହେଲୁ ଓ ତୁମ୍ଭମାନଙ୍କର ଜଣେ ରାଜା ହେଲୁ। ଯେତେବେଳେ ଅତି କ୍ରୋଧିତ ହେଲୁ ତାଙ୍କୁ ଦୂରକୁ ନେଇଗଲୁ।

12 “ଇଫ୍ରୟିମର ପାପସବୁ
ଗୋଟିଏ ବିଡ଼ାରେ ବନ୍ଧା ହୋଇଛି।
    ସେଗୁଡ଼ିକ ନିରାପଦ ଜାଗାରେ ରଖାଯାଇଛି।
13 ସ୍ତ୍ରୀଲୋକର ପ୍ରସବ ବେଦନା ସଦୃଶ ତା’ର ଦଣ୍ତ କଷ୍ଟଦାୟକ ହେବ।
    ସେ ଜଣେ ଜ୍ଞାନୀ ପୁତ୍ର ହେବ ନାହିଁ।
ଏପରି ଏକ ସମୟ ଆସିବ
    ସେ ଆଉ ତିଷ୍ଠିବ ନାହିଁ।

14 “ଆମ୍ଭେ ସେମାନଙ୍କୁ ମୃତ୍ୟୁଠାରୁ ରକ୍ଷା କରିବା ଉଚିତ୍ କି?
    ଆମ୍ଭେ ସେମାନଙ୍କୁ ମହାମାରୀଠାରୁ ରକ୍ଷା କରିବା ଉଚିତ୍ କି?
ହେ ମୃତ କେଉଁଠାରେ ତୁମ୍ଭର ମହାମାରୀ ଅଛି?
    ହେ କବର, ତୁମ୍ଭର ଶକ୍ତି କେଉଁଠାରେ ଅଛି?
    ଦୟା ଆମ୍ଭଠାରୁ ଗୁପ୍ତ ରହିବ।
15 ଇସ୍ରାଏଲ ତା’ର ଭାଇମାନଙ୍କ ସହିତ ବଢ଼େ।
    କିନ୍ତୁ ଏକ ଶକ୍ତିଶାଳୀ ପୂର୍ବୀୟ ପବନ ଆସିବ, ଏହା ସଦାପ୍ରଭୁ ପ୍ରେରିତ ବାୟୁ ମରୁଭୂମିରୁ ପ୍ରବାହିତ ହେବ।
ତା’ପରେ ଇସ୍ରାଏଲର କୂଅ ଶୁଖିଯିବ।
    ଜଳପୂର୍ଣ୍ଣ ଝରଣାଗୁଡ଼ିକ ଶୁଖିଯିବ।
ସେହି ପବନ ସମସ୍ତ ମୂଲ୍ୟବାନ ବସ୍ତୁ ଇସ୍ରାଏଲର ଭଣ୍ତାରରୁ ଉଡ଼ାଇ ନେଇଯିବ।
16 ଶମରିୟା ନିଶ୍ଚିତ ଦଣ୍ତିତ ହେବ।
    କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଯାଇଥିଲା।
ଇସ୍ରାଏଲୀୟମାନେ ‌‌ଖ‌ଡ଼୍‌ଗରେ ନିହତ ହେବେ।
    ସେମାନଙ୍କର ପିଲାମାନେ ବିଦୀର୍ଣ୍ଣ ହେବେ।
    ସେମାନଙ୍କର ଗର୍ଭବତୀ ନାରୀମାନେ ମଧ୍ୟ ବିଦୀର୍ଣ୍ଣ ହେବେ।”

କଲସୀୟଙ୍କ ପ୍ରତି ପତ୍ର 4:2-6

ଖ୍ରୀଷ୍ଟିୟାନମାନଙ୍କୁ ପାଉଲଙ୍କ ପରାମର୍ଶ

ସବୁବେଳେ ପ୍ରାର୍ଥନା କରୁଥାଅ। ପ୍ରାର୍ଥନା କଲାବେଳେ ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଦିଅ। ଆମ୍ଭ ପାଇଁ ମଧ୍ୟ ପ୍ରାର୍ଥନା କର। ପରମେଶ୍ୱରଙ୍କ ସମ୍ବାଦ ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ସୁଯୋଗ ପ୍ରଦାନ କରିବା ପାଇଁ ପରମେଶ୍ୱରଙ୍କୁ ପ୍ରାର୍ଥନା କର। ଖ୍ରୀଷ୍ଟଙ୍କ ବିଷୟରେ ପରମେଶ୍ୱର ଯେଉଁ ଗୁପ୍ତ ସତ୍ୟ ପ୍ରକାଶ କରିଛନ୍ତି, ତାହାକୁ ଯେପରି ଆମ୍ଭେ ପ୍ରଗ୍ଭର କରି ପାରୁ, ସେଥିପାଇଁ ପ୍ରାର୍ଥନା କର। ଏହି ସତ୍ୟ ପ୍ରଗ୍ଭର କରୁଛି ବୋଲି ମୁଁ କାରାଗାରରେ ବନ୍ଦୀ। ମୁଁ ଯେପରି ଏହି ସତ୍ୟ ଲୋକମାନଙ୍କ ଆଗରେ ସ୍ପଷ୍ଟ କରି ପାରିବି, ସେଥିପାଇଁ ପ୍ରାର୍ଥନା କର। ମୁଁ ତାହା କରିବା ଉଚିତ୍।

ଅବିଶ୍ୱାସୀ ଲୋକମାନଙ୍କ ସହିତ ବ୍ୟବହାର କଲାବେଳେ ବୁଦ୍ଧି ସହ ବ୍ୟବହାର କର। ଯେତେ ଭଲ ଭାବରେ ପାରିବ ନିଜର ସମୟର ସଦୁପଯୋଗ କର। କଥାବାର୍ତ୍ତା କଲାବେଳେ, ସବୁବେଳେ ଦୟାଭାବ ରଖ ଓ ବିବେକୀ ହୁଅ। ତେବେ ତୁମ୍ଭେମାନେ ସମସ୍ତଙ୍କୁ ଉଚିତ୍ ଉତ୍ତର ଦେବାକୁ ସକ୍ଷମ ହେବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center