Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 11

ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଲିଖିତ ଗୀତ।

11 ମୁଁ ସର୍ବଦା ସଦାପ୍ରଭୁଙ୍କ ଆଶ୍ରୟ ନିଏ।
    ତେଣୁ କାହିଁକି ମୋତେ ଲୁଚିବାକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”

ଦୁଷ୍ଟ ଲୋକମାନେ ଶିକାରୀ ଅଟନ୍ତି।
ସେମାନେ ଅନ୍ଧାରରେ ଲୁଚି ରହନ୍ତି।
    ସେମାନେ ଧନୁରେ ଗୁଣ ଚଢ଼ାନ୍ତି।
    ସେମାନେ ତୀର ଦ୍ୱାରା ଲକ୍ଷ୍ୟ ସ୍ଥିର କରନ୍ତି ଏବଂ ସେମାନେ ସିଧା ସାଧୁ ଓ ଉତ୍ତମ ବ୍ୟକ୍ତିର ହୃଦୟକୁ ଶରବିଦ୍ଧ କରନ୍ତି।
ଯଦି ସେମାନେ ସବୁ ଉତ୍ତମ କାର୍ଯ୍ୟକୁ ନଷ୍ଟ କରନ୍ତି।
    ତେବେ କ’ଣ ଘଟିବ? ତା’ପରେ ସବୁ ଧର୍ମାତ୍ମାମାନେ କ’ଣ କରି ପାରିବେ?

ସଦାପ୍ରଭୁ ତାହଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି।
    ସଦାପ୍ରଭୁଙ୍କ ସିଂହାସନ ସ୍ୱର୍ଗରେ,
ସେ ସେହିଠାରୁ ଯାହାସବୁ ଘଟୁଛି ସମସ୍ତ ବିଷୟ ଦେଖନ୍ତି।
    ସଦାପ୍ରଭୁ ମନୁଷ୍ୟକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଗ୍ଭର କରନ୍ତି।
ସଦାପ୍ରଭୁ ସବୁବେଳେ ଧାର୍ମିକମାନଙ୍କୁ ପରୀକ୍ଷା କରନ୍ତି।
    କିନ୍ତୁ ସେ ନିଷ୍ଠୁର ତଥା ଖରାପ ଲୋକମାନଙ୍କୁ ପ୍ରତ୍ୟାଖ୍ୟାନ କରନ୍ତି।
ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି।
    ସେହି ଦୁଷ୍ଟ ଲୋକମାନେ ଶେଷରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ୱଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।
କିନ୍ତୁ ସଦାପ୍ରଭୁ ସବୁବେଳେ ଧର୍ମର ପଥ ଅନୁସରଣ କରନ୍ତି ଏବଂ ଯେଉଁମାନେ ଧର୍ମର ପଥରେ ଗ୍ଭଲନ୍ତି ଓ ପ୍ରେମ କରନ୍ତି,
    ସେହିମାନେ ହିଁ ତାଙ୍କର ମୁଖ ଦର୍ଶନ କରି ପାରିବେ।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 2:1-4

God’s Message to Judah and Jerusalem

ଆମୋସଙ୍କ ପୁତ୍ର ଯିଶାଇୟ ଯିହୁଦା ଓ ଯିରୁଶାଲମ ବିଷୟରେ ଯେଉଁ ଦର୍ଶନ ପାଇଥିଲେ ତାହାର ବୃତ୍ତାନ୍ତ।

ଶେଷ ଦିନରେ ଏହା ହିଁ ଘଟିବ।
    ସଦାପ୍ରଭୁଙ୍କର ମନ୍ଦିରର ପର୍ବତ ଉଚ୍ଚତମ ଶିଖରରେ ହେବ।
ଏହା ଅନ୍ୟ ସମସ୍ତ ପାହାଡ଼ଗୁଡ଼ିକ ମଧ୍ୟରେ ଉଚ୍ଚତର ହେବ।
    ସମସ୍ତ ଗୋଷ୍ଠୀର ଲୋକମାନେ ସ୍ରୋତ ସଦୃଶ ସେଠାକୁ ଧାବିତ ହେବେ।
ବହୁ ଲୋକ ସେଠାକୁ ଯିବେ।
    ସେମାନେ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ ଯିବା।
    ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଆମ୍ଭେମାନେ ଯିବା।
ସେତେବେଳେ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କ ପଥ ବିଷୟରେ ଶିକ୍ଷା ଦେବେ।
    ଆମ୍ଭେମାନେ ତାହା ଅନୁସରଣ କରିବା।”

ପରମେଶ୍ୱରଙ୍କର ଶିକ୍ଷାସମୂହ-ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମରେ ସିୟୋନ ପର୍ବତରୁ
    ଆରମ୍ଭ ହୋଇ ସମଗ୍ର ବିଶ୍ୱରେ ପ୍ରସାରିତ ହେବ।
ତା’ପରେ ପରମେଶ୍ୱର ସମଗ୍ର ମାନବ ଗୋଷ୍ଠୀର ବିଗ୍ଭରକ ହେବେ।
    ଅନେକ ଗୋଷ୍ଠୀ ବିଷୟରେ ପରମେଶ୍ୱର ଶେଷ ନିଷ୍ପତ୍ତି ଦେବେ।
ସେହି ଲୋକମାନେ ଯୁଦ୍ଧ ପାଇଁ ସେମାନଙ୍କର ଅସ୍ତ୍ର ବ୍ୟବହାର କରିବେ ନାହିଁ।
    ସେମାନେ ‌‌ଖ‌ଡ଼୍‌ଗରେ ଲଙ୍ଗଳର ଲୁହା ତିଆରି କରିବେ,
    ବର୍ଚ୍ଛାରେ ଦାଆ ତିଆରି କରିବେ।
ସେମାନେ ଅନ୍ୟ ବିରୁଦ୍ଧରେ ଆଉ ଯୁଦ୍ଧ କରିବେ ନାହିଁ।
    ସେମାନେ କେବେ ଆଉ ଯୁଦ୍ଧ ପାଇଁ ତାଲିମ ନେବେ ନାହିଁ।

ଏବ୍ରୀ 11:1-7

ବିଶ୍ୱାସ

11 ବିଶ୍ୱାସର ଅର୍ଥ ହେଉଛି ଆମ୍ଭେ ଭରସା କରୁଥିବା ବିଷୟ ପ୍ରତି ସୁନିଶ୍ଚିତତା। ବିଶ୍ୱାସ ଏଭଳି ସୁନିଶ୍ଚିତ ବୋଧ ଯେ, ଆମ୍ଭେ ଯାହା ନ ଦେଖୁ, ତାହା ବାସ୍ତବ ବୋଲି ଜାଣୁ। ପ୍ରାଚୀନ କାଳରେ, ଲୋକମାନଙ୍କର ଏହିଭଳି ବିଶ୍ୱାସ ଥିଲା ବୋଲି, ପରମେଶ୍ୱର ସେମାନଙ୍କ ଉପରେ ପ୍ରସନ୍ନ ଥିଲେ।

ବିଶ୍ୱାସ ଦ୍ୱାରା ଆମ୍ଭେ ବୁଝିଛୁ ଯେ ସମଗ୍ର ସୃଷ୍ଟିର ରଚନା ପରମେଶ୍ୱର ନିଜ ଆଜ୍ଞା ବଳରେ କରିଥିଲେ। ଏହାର ଅର୍ଥ ଯେ, ଆମ୍ଭକୁ ଦିଶୁଥିବା ବିଷୟ ଗୁଡ଼ିକର ସୃଷ୍ଟି ଅଦୃଶ୍ୟ ବିଷୟ ଦ୍ୱାରା ହୋଇଛି।

କୟିନ ଓ ହେବଲ ଦୁହେଁ ପରମେଶ୍ୱରଙ୍କୁ ବଳି ଉତ୍ସର୍ଗ କଲେ। କିନ୍ତୁ ବିଶ୍ୱାସ ଥିବା ହେତୁ ହେବଲ ଭଲ ବଳି ଉତ୍ସର୍ଗ କଲେ। ପରମେଶ୍ୱର କହିଲେ, ଯେ, ସେ ହେବଲ ଉତ୍ସର୍ଗ କରିଥିବା ବଳି ପାଇଁ ପ୍ରସନ୍ନ ଥିଲେ। ପରମେଶ୍ୱରଙ୍କଠାରେ ହେବଲର ବିଶ୍ୱାସ ହେତୁ ତାହାକୁ ଭଲ ଲୋକ ବୋଲି କହିଲେ। ହେବଲ ମରି ଯାଇଛି କିନ୍ତୁ ନିଜ ବିଶ୍ୱାସ ହେତୁ ଏବେ ସୁଦ୍ଧା ସେ କଥା କହୁଛି।

ବିଶ୍ୱାସ ହେତୁ ହନୋକଙ୍କୁ ଏହି ପୃଥିବୀରୁ ଉଠାଇ ନିଆ ହେଲା। ସେ କେବେବି ମୃତ୍ୟୁ ଅନୁଭବ କଲେ ନାହିଁ। ଶାସ୍ତ୍ର କୁହେ ଯେ, ହନୋକଙ୍କୁ ଉଠାଇ ନେଇ ଯିବା ପୂର୍ବରୁ ସେ ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରିଥିଲେ। ପରେ ଲୋକେ ତାହାଙ୍କୁ ଖୋଜି ପାରିଲେ ନାହିଁ, କାରଣ ପରମେଶ୍ୱର ହନୋକଙ୍କୁ ନିଜ ସହିତ ରହିବା ଲାଗି ନେଇଗଲେ। ବିଶ୍ୱାସ ବିନା ଜଣେ ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରିବ ନାହିଁ। ପରମେଶ୍ୱରଙ୍କ ପାଖକୁ ଆସୁଥିବା ପ୍ରତ୍ୟେକ ଲୋକ ପରମେଶ୍ୱର ଅଛନ୍ତି ବୋଲି ବିଶ୍ୱାସ କରିବା ଉଚିତ୍। ଯିଏ ପରମେଶ୍ୱରଙ୍କ ପାଖକୁ ଆସିବ ସେ ବିଶ୍ୱାସ କରିବା ଦରକାର ଯେ ଯିଏ ପ୍ରକୃତରେ ତାହାଙ୍କୁ ଖୋଜେ, ପରମେଶ୍ୱର ତାହାକୁ ପୁରସ୍କାର ପ୍ରଦାନ କରନ୍ତି।

କେତେକ ଦେଖି ନ ପାରୁ ଥିବା ବିଷୟ ଗୁଡ଼ିକ ପ୍ରତି ପରମେଶ୍ୱର ନୋହଙ୍କୁ ସତର୍କ କରିଦେଇଥିଲେ। ନୋହଙ୍କର ପରମେଶ୍ୱରଙ୍କ ପ୍ରତି ବିଶ୍ୱାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ୱାସ ବଳରେ ନୋହ ଦେଖାଇଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ୱର ବିଶ୍ୱାସ ବଳରେ ଧାର୍ମିକ କରନ୍ତି, ସେମାନଙ୍କ ଭିତରୁ ନୋହ ଜଣେ ଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center