Revised Common Lectionary (Semicontinuous)
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଲିଖିତ ଗୀତ।
11 ମୁଁ ସର୍ବଦା ସଦାପ୍ରଭୁଙ୍କ ଆଶ୍ରୟ ନିଏ।
ତେଣୁ କାହିଁକି ମୋତେ ଲୁଚିବାକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”
2 ଦୁଷ୍ଟ ଲୋକମାନେ ଶିକାରୀ ଅଟନ୍ତି।
ସେମାନେ ଅନ୍ଧାରରେ ଲୁଚି ରହନ୍ତି।
ସେମାନେ ଧନୁରେ ଗୁଣ ଚଢ଼ାନ୍ତି।
ସେମାନେ ତୀର ଦ୍ୱାରା ଲକ୍ଷ୍ୟ ସ୍ଥିର କରନ୍ତି ଏବଂ ସେମାନେ ସିଧା ସାଧୁ ଓ ଉତ୍ତମ ବ୍ୟକ୍ତିର ହୃଦୟକୁ ଶରବିଦ୍ଧ କରନ୍ତି।
3 ଯଦି ସେମାନେ ସବୁ ଉତ୍ତମ କାର୍ଯ୍ୟକୁ ନଷ୍ଟ କରନ୍ତି।
ତେବେ କ’ଣ ଘଟିବ? ତା’ପରେ ସବୁ ଧର୍ମାତ୍ମାମାନେ କ’ଣ କରି ପାରିବେ?
4 ସଦାପ୍ରଭୁ ତାହଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି।
ସଦାପ୍ରଭୁଙ୍କ ସିଂହାସନ ସ୍ୱର୍ଗରେ,
ସେ ସେହିଠାରୁ ଯାହାସବୁ ଘଟୁଛି ସମସ୍ତ ବିଷୟ ଦେଖନ୍ତି।
ସଦାପ୍ରଭୁ ମନୁଷ୍ୟକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଗ୍ଭର କରନ୍ତି।
5 ସଦାପ୍ରଭୁ ସବୁବେଳେ ଧାର୍ମିକମାନଙ୍କୁ ପରୀକ୍ଷା କରନ୍ତି।
କିନ୍ତୁ ସେ ନିଷ୍ଠୁର ତଥା ଖରାପ ଲୋକମାନଙ୍କୁ ପ୍ରତ୍ୟାଖ୍ୟାନ କରନ୍ତି।
6 ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି।
ସେହି ଦୁଷ୍ଟ ଲୋକମାନେ ଶେଷରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ୱଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।
7 କିନ୍ତୁ ସଦାପ୍ରଭୁ ସବୁବେଳେ ଧର୍ମର ପଥ ଅନୁସରଣ କରନ୍ତି ଏବଂ ଯେଉଁମାନେ ଧର୍ମର ପଥରେ ଗ୍ଭଲନ୍ତି ଓ ପ୍ରେମ କରନ୍ତି,
ସେହିମାନେ ହିଁ ତାଙ୍କର ମୁଖ ଦର୍ଶନ କରି ପାରିବେ।
ପରମେଶ୍ୱର ଇସ୍ରାଏଲକୁ ଦଣ୍ଡ ଦେବେ
24 ଦେଖ, ସଦାପ୍ରଭୁ ପୃଥିବୀକୁ ଧ୍ୱଂସ କରୁଛନ୍ତି। ସେ ତାହାକୁ ସମ୍ପୂର୍ଣ୍ଣ ଭାବରେ ଶୂନ୍ୟ କରୁଛନ୍ତି ଓ ଲୋକମାନଙ୍କୁ ବଳପୂର୍ବକ ଦୂର ସ୍ଥାନକୁ ବିତାଡ଼ିତ କରୁଛନ୍ତି। 2 ସେତେବେଳେ ସାଧାରଣ ଲୋକ ଓ ଯାଜକ, ଦାସ ଓ ତାହାର କର୍ତ୍ତା, ଦାସୀ ଓ ତାହାର କର୍ତ୍ତ୍ରୀ, କ୍ରେତା ଓ ବିକ୍ରେତା, ଖାତକ ଓ ମହାଜନ ଏବଂ ସୁଧଗ୍ରାହୀ ଓ ସୁଧଦାତା ସମାନ ହେବେ ଓ ସମାନ ଅବସ୍ଥା ଘଟିବ। 3 ସମସ୍ତ ଲୋକ ପୃଥିବୀରୁ ବିତାଡ଼ିତ ହେବେ ଓ ସେ ସମ୍ପୂର୍ଣ୍ଣ ଭାବରେ ଲୁଣ୍ଠିତ ହେବେ। ଏହା ଘଟିବ କାରଣ ସଦାପ୍ରଭୁ ଏହା କହିଛନ୍ତି। 4 ପୃଥିବୀ ଶୂନ୍ୟ ହେବ ଓ ଦୁଃଖିତ ହେବ। ସେ ମ୍ଳାନ ଓ ନିସ୍ତେଜ ହେବ, ପୃଥିବୀର ଉଚ୍ଚ ଲୋକମାନେ ଦୁର୍ବଳ ହେବେ।
5 ପୃଥିବୀବାସୀ ପୃଥିବୀକୁ ଅପବିତ୍ର କରିଛନ୍ତି। କାରଣ ସେମାନେ ପରମେଶ୍ୱର ଶିକ୍ଷାସମୂହକୁ ଉଲଙ୍ଘନ କରିଛନ୍ତି। ସେମାନେ ପରମେଶ୍ୱରଙ୍କ ବିଧି ଓ ଚୁକ୍ତିକୁ ପାଳନ କରି ନାହାନ୍ତି। ଅନନ୍ତକାଳସ୍ଥାୟୀ ଚୁକ୍ତିକୁ ଲଙ୍ଘନ କରିଛନ୍ତି। 6 ପୃଥିବୀ ନିବାସୀ ଦୋଷ କରିଛନ୍ତି, ତେଣୁ ସେମାନେ ଅପରାଧୀ, ସେଥିପାଇଁ ପରମେଶ୍ୱର ସେମାନଙ୍କୁ ବିନଷ୍ଟ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେମାନେ ଦଣ୍ଡିତ ହେବେ ଓ ଅଳ୍ପ କେତେକ ବଞ୍ଚି ରହିବେ।
7 ଦ୍ରାକ୍ଷାଲତା ମ୍ଳାନ ହେଉଛନ୍ତି ଓ ନୂତନ ଦ୍ରାକ୍ଷାରସ କ୍ଷୀଣ ହୋଇଯାଇଛି। ଯେଉଁ ଲୋକମାନଙ୍କର ହୃଦୟ ଖୁସୀଥିଲା ବର୍ତ୍ତମାନ ସେମାନେ ଯନ୍ତ୍ରଣାରେ ଗଁ ଗଁ କରୁଛନ୍ତି। 8 ଲୋକମାନେ ଆନନ୍ଦ ଉଲ୍ଲାସରୁ ନିବୃତ୍ତ ହୋଇଛନ୍ତି। ସମସ୍ତ ଆନନ୍ଦ ଧ୍ୱନି ନୀରବ ହୋଇଛି। ତବଲା ଓ ବୀଣାର ମଧୁର ସଙ୍ଗୀତ ନିବୃତ୍ତ ହୋଇଅଛି। 9 ଲୋକମାନେ ସୁରାପାନ କଲାବେଳେ ଆଉ ଆନନ୍ଦ ସଙ୍ଗୀତ ଗାଉ ନାହାନ୍ତି। ସୁରାପାନ ସେମାନଙ୍କୁ ତିକ୍ତ ବୋଧ ହେଉଅଛି।
10 ସମସ୍ତ ନଗରଟି ଧ୍ୱଂସ ହେଇଅଛି। ସମସ୍ତ ଦ୍ୱାର ରୁଦ୍ଧ। ଲୋକମାନେ ଗୃହରେ ପ୍ରବେଶ କରିପାରୁ ନାହାନ୍ତି। “ସର୍ବତ୍ର ବିଭ୍ରମତା ସୃଷ୍ଟି ହୋଇଛି।” 11 ତଥାପି ଲୋକମାନେ ସଡ଼କରେ ସୁରା ପାଇଁ ଚିତ୍କାର କରୁଛନ୍ତି। କିନ୍ତୁ ସମସ୍ତ ସୁଖ ଗ୍ଭଲି ଯାଇଛି ଓ ଆମୋଦ ଦୂରୀଭୂତ ହୋଇଛି। 12 କେବଳ ନଗରରେ ପ୍ରତ୍ୟେକ ଜାଗାରେ ଧ୍ୱଂସତା ଦେଖାଯାଉଛି। ସମସ୍ତ ଦ୍ୱାର ଭଗ୍ନ ଓ ବିନଷ୍ଟ ହୋଇଛି।
13 ଯେପରି ଜୀତ ବୃକ୍ଷରୁ ଜୀତଫଳ ତୋଳିଲା ପରେ କିଛି ଜୀତଫଳ ରହିଯାଏ
ଓ ଦ୍ରାକ୍ଷା ସଂଗ୍ରହକାରୀ କିଛି ଦ୍ରାକ୍ଷାଗଛରେ ଛାଡ଼ି ଯାଇଥାଏ,
ସେହିପରି ପୃଥିବୀର ଗୋଷ୍ଠୀମାନଙ୍କ ମଧ୍ୟରେ ଘଟିବ।
17-18 ପରମେଶ୍ୱର ଅବ୍ରହାମଙ୍କୁ ପରୀକ୍ଷା କରିଥିଲେ। ଅବ୍ରହାମଙ୍କୁ ପରମେଶ୍ୱର କହିଥିଲେ ଯେ, ଇସ୍ହାକଙ୍କୁ ବଳିରୂପେ ସମର୍ପିତ କରିବ। ଅବ୍ରହାମଙ୍କ ବିଶ୍ୱାସ ଥିବାରୁ ସେ ତାହା ମାନିଲେ। ପରମେଶ୍ୱରଙ୍କଠାରୁ ଅବ୍ରହାମ ପୂର୍ବରୁ ପ୍ରତିଜ୍ଞା ପାଇଥିଲେ। ପରମେଶ୍ୱର ଅବ୍ରହାମଙ୍କୁ କହି ସାରିଥିଲେ ଯେ, “ଇସ୍ହାକଙ୍କ ଦ୍ୱାରା ତୁମ୍ଭର ବଂଶଧରମାନେ ଆସିବେ।” କିନ୍ତୁ ନିଜର ଏକମାତ୍ର ପୁତ୍ର ଇସ୍ହାକଙ୍କୁ ସେ ସମର୍ପିତ କରିବା ପାଇଁ ପ୍ରସ୍ତୁତ ଥିଲେ। ବିଶ୍ୱାସ ଥିବାରୁ ଅବ୍ରହାମ ଏପରି କଲେ। 19 ଅବ୍ରହାମ ବିଶ୍ୱାସ କରିଥିଲେ ଯେ, ପରମେଶ୍ୱର ଲୋକମାନଙ୍କୁ ମୃତ୍ୟୁରୁ ଉଠାଇ ଆଣି ପାରିବେ। ପ୍ରକୃତରେ ଯେତେବେଳେ ସେ ଇସ୍ହାକଙ୍କୁ ମାରିବା ପାଇଁ ଗଲାବେଳେ ପରମେଶ୍ୱର ଅବ୍ରହାମଙ୍କୁ ଅଟକାଇ ଦେଲେ। ସେତେବେଳେ ଅବ୍ରହାମ ଯେପରି ଇସ୍ହାକଙ୍କୁ ମୃତ୍ୟୁରୁ ଫେରି ପାଇଲେ।
20 ବିଶ୍ୱାସ କାରଣରୁ ଇସ୍ହାକ, ଯାକୁବ ଓ ଏସୌଙ୍କୁ ସେମାନଙ୍କ ଭବିଷ୍ୟତ ବିଷୟରେ ଆଶୀର୍ବାଦ ଦେଲେ। 21 ବିଶ୍ୱାସ କାରଣରୁ ହିଁ, ମଲାବେଳେ ଯାକୁବ, ଯୋଷେଫଙ୍କ ପ୍ରତ୍ୟେକ ପୁତ୍ରକୁ ଆଶୀର୍ବାଦ କଲେ। ସେ ନିଜର ବାଡ଼ି ଉପରେ ନଇଁ ପଡ଼ି ପରମେଶ୍ୱରଙ୍କୁ ଉପାସନା କଲେ।
22 ବିଶ୍ୱାସ ଦ୍ୱାରା ହଁ, ନିଜର ଶେଷ ସମୟ ନିକଟ ହେବା ପୂର୍ବରୁ ଯୋଷେଫ ଇସ୍ରାଏଲ ନିବାସୀମାନଙ୍କର ମିଶର ଦେଶରୁ ନିର୍ଗମନ ବିଷୟରେ, ତାହାଙ୍କ ମୃତ୍ୟୁ ପରେ ତାହାଙ୍କୁ କିପରି କବର ଦେବେ, ସେ ବିଷୟରେ କହିଥିଲେ।
23 ବିଶ୍ୱାସ ଦ୍ୱାରା ମୁଁ, ମୋଶାଙ୍କର ମା ଓ ବାପା ମୋଶାଙ୍କୁ ଜନ୍ମ ଦେଲା ପରେ ତିନି ମାସ ଧରି ଲୁଗ୍ଭଇ ରଖିଲେ। କାରଣ ସେମାନେ ଦେଖିଲେ ଯେ ମୋଶା ସୁନ୍ଦର ଶିଶୁଟିଏ। ସେମାନେ ରାଜାଜ୍ଞାକୁ ଅବଜ୍ଞା କରିବାକୁ ଭୟ କରି ନ ଥିଲେ।
24 ମୋଶା ବଡ଼ ହୋଇ ମଣିଷ ହେଲେ। ସେ ଫାରୋଙ୍କ ଝିଅର ପୁତ୍ର ହେବା ପାଇଁ ମନା କଲେ। 25 ସେ ପାପର କ୍ଷଣିକ ସୁଖଭୋଗ କରିବା ପାଇଁ ଗ୍ଭହିଁଲେ ନାହିଁ। ତା’ ପରିବର୍ତ୍ତେ ସେ ଈଶ୍ୱରଙ୍କ ଲୋକମାନଙ୍କ ଅସହ୍ୟ ହେଉଥିବା ଦୁର୍ବ୍ୟବହାର ସହିବା ପସନ୍ଦ କଲେ। ନିଜର ବିଶ୍ୱାସ ହେତୁ ସେ ଏପରି କଲେ। 26 ମିଶର ଦେଶର ସମସ୍ତ ଧନଭଣ୍ଡାର ପ୍ରାପ୍ତ କରିବା ବଦଳରେ ଖ୍ରୀଷ୍ଟଙ୍କ ପାଇଁ କଷ୍ଟ ସହନ କରିବା, ମୋଶା ଅପେକ୍ଷାକୃତ ଭଲ ମନେ କଲେ। ପରମେଶ୍ୱରଙ୍କ ଦ୍ୱାରା ଭବିଷ୍ୟତରେ ମିଳିବାକୁ ଥିବା ପ୍ରତିଦାନ ପାଇଁ ସେ ପ୍ରତୀକ୍ଷା କଲେ।
27 ନିଜ ବିଶ୍ୱାସ କାରଣରୁ ମୋଶା ମିଶର ଦେଶ ଛାଡ଼ିଲେ। ସେ ରାଜାଙ୍କର କ୍ରୋଧ ପ୍ରତି ଭୟଭୀତ ନ ଥିଲେ। ସେ ଅନ୍ୟମାନଙ୍କୁ ଅଦୃଶ୍ୟ ପରମେଶ୍ୱରଙ୍କୁ ଦେଖି ପାରିଲା ଭଳି ନିଜ ବିଶ୍ୱାସରେ ଦୃଢ଼ ଥିଲେ। 28 ମୋଶା ନିସ୍ତାର ଭୋଜି [a] (ପର୍ବ) କରି ଦ୍ୱାର ମାନଙ୍କରେ ରକ୍ତ ସିଞ୍ଚନ କଲେ। ଯିହୂଦୀମାନଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ମୃତ୍ୟୁର ଦୂତ ଯେପରି ମାରି ପାରିବେ ନାହିଁ, ସେଥିପାଇଁ ମୋଶା ଏପରି କଲେ। ମୋଶାଙ୍କର ବିଶ୍ୱାସ ଥିବାରୁ ସେ ଏପରି କଲେ।
2010 by World Bible Translation Center