Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 80:1-2

ପ୍ରଧାନ ବାଦ୍ୟକର ନିମନ୍ତେ “ଶୋଶନ୍ନୀମ୍-ଏଦୂତ୍” ସ୍ୱରରେ ଆସଫର ଗୀତ।

80 ହେ ଇସ୍ରାଏଲର ପାଳକ, କର୍ଣ୍ଣପାତ କର।
    ତୁମ୍ଭେ ଯୋଷେଫର ଲୋକମାନଙ୍କୁ ମେଷପରି ନେତୃତ୍ୱ କରିଅଛ।
କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ,
    ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।
ଇଫ୍ରୟିମ, ବିନ୍ୟାମୀନ, ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଦେଖାଅ
    ଓ ଆସ ଓ ଆମ୍ଭମାନଙ୍କୁ ରକ୍ଷା କର।

ଗୀତସଂହିତା 80:8-19

ତୁମ୍ଭେ ମିଶରରୁ ଗୋଟିଏ
    “ଦ୍ରାକ୍ଷାଲତା” ଆଣିଲ।
ତୁମ୍ଭେ ଅନ୍ୟ ଜାତିମାନଙ୍କୁ ସେହି ସ୍ଥାନରୁ ତଡ଼ି ଦେଇ
    ତୁମ୍ଭେ ସେହି ଭୂମିରେ “ଦ୍ରାକ୍ଷାଲତା” ରୋପଣ କର।
ତୁମ୍ଭେ “ଦ୍ରାକ୍ଷାବୃକ୍ଷ” ପାଇଁ ଭୂମି ପ୍ରସ୍ତୁତ କଲ।
    ତହିଁରେ ଚେରଗୁଡ଼ିକ ଗଭୀରକୁ ଗଲା।
    “ଦ୍ରାକ୍ଷାଲତା” ସମସ୍ତ ଦେଶରେ ବ୍ୟାପିଗଲା।
10 ତାହାର ଛାୟାରେ ପର୍ବତଗୁଡ଼ିକ ଆବୃତ ହେଲେ
    ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ବିରାଟ ଦେବଦାରୁ ବୃକ୍ଷକୁ ମଧ୍ୟ ଆଚ୍ଛାଦନ କଲା।
11 ଭୂମଧ୍ୟସାଗର ପର୍ଯ୍ୟନ୍ତ ଆପଣା ଶାଖା
    ଓ ଫରାତ୍ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।
12 ହେ ପରମେଶ୍ୱର, ତୁମ୍ଭେ କାହିଁକି ଦ୍ରାକ୍ଷାଲତାର ସୁରକ୍ଷା ପ୍ରାଚୀର ଭାଙ୍ଗି ପକାଇଲ?
    ପଥିକମାନେ ସବୁ “ଅଙ୍ଗୁର” ଛିଣ୍ଡାଇ ପକାଉଛନ୍ତି।
13 ବନରୁ ବାହାରି ଆସି “ଦ୍ରାକ୍ଷାବୃକ୍ଷ” ଉପାଡ଼ି ପକାଏ,
    ବନର ପଶୁଗଣ ତା’ର ପତ୍ର ଖାଇଯା’ନ୍ତି।
14 ହେ ସର୍ବଶକ୍ତିମାନ ପରମେଶ୍ୱର ଫେରି ଆସ।
    ସ୍ୱର୍ଗରୁ ତୁମ୍ଭର “ଦ୍ରାକ୍ଷାଲତା” ପ୍ରତି ଦୃଷ୍ଟି ପକାଅ ଏବଂ ଏହାର ଯତ୍ନ ନିଅ।
15 ହେ ପରମେଶ୍ୱର, ସେହି “ଦ୍ରାକ୍ଷାଲତା”କୁ ଦେଖ, ଯାହା ତୁମ୍ଭେ ଆପଣା ହସ୍ତରେ ରୋପଣ କରିଅଛ।
    ସେହି ଛୋଟ ଲତାକୁ ଦେଖ ଯାହାକୁ ତୁମ୍ଭେ ବଢ଼େଇଛ।
16 ତୁମ୍ଭର ଦ୍ରାକ୍ଷାଲତାଗୁଡ଼ିକ ଗୋବର ଘସିପରି ଅଗ୍ନିରେ ପୋଡ଼ି ଦିଆଗଲା।
    ତୁମ୍ଭେ ତା’ ଉପରେ କ୍ରୋଧାନ୍ୱିତ ହୋଇ ତାକୁ ଧ୍ୱଂସ କର।

17 ହେ ପରମେଶ୍ୱର, ତୁମ୍ଭ ହସ୍ତ ତୁମ୍ଭ ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହୋଇଥିବା
    ମନୁଷ୍ୟ [a] ଉପରେ ତୁମ୍ଭେ ନିଜେ ହାତ ରଖି ଉଠାଅ।
18 ଆମ୍ଭେମାନେ ତୁମ୍ଭକୁ ପୁନ୍ନରାୟ ଛାଡ଼ିବୁ ନାହିଁ।
    ଆମ୍ଭମାନଙ୍କୁ ନୂତନ ଜୀବନ ଦିଅ ଏବଂ ଆମ୍ଭେମାନେ ତୁମ୍ଭର ନାମରେ ଉପାସନା କରିବା।
19 ହେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ପୁଣି ଆମ୍ଭମାନଙ୍କୁ ବଳବାନ୍ କର,
    ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ଆମ୍ଭମାନଙ୍କୁ ରକ୍ଷା କର।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 2:5-11

ହେ ଯାକୁବ ବଂଶ, ଆସ, ସଦାପ୍ରଭୁଙ୍କର ଆଜ୍ଞା ପାଳନ କର।

ମୁଁ ଏହା କହୁଛି, କାରଣ ତୁମ୍ଭେମାନେ ଯାକୁବ ବଂଶକୁ ପରିତ୍ୟାଗ କରିଛ। ତୁମ୍ଭେମାନେ ସେହି ଲୋକ ଯେଉଁମାନେ କି ପୂର୍ବଦେଶୀୟମାନଙ୍କ ଆଗ୍ଭରରେ ପରିପୂର୍ଣ୍ଣ। ତୁମ୍ଭେମାନେ ପଲେଷ୍ଟୀୟମାନଙ୍କ ପରି ଭବିଷ୍ୟ‌ଦ୍‌ବାଣୀ କହିବାକୁ ଚେଷ୍ଟା କରିବ। ତୁମ୍ଭର ଲୋକମାନେ ବିଦେଶୀୟମାନଙ୍କର ସେହି ଭ୍ରାନ୍ତ ଧାରଣାକୁ ସମ୍ପୂର୍ଣ୍ଣଭାବରେ ଗ୍ରହଣ କରି ନେଇଛନ୍ତି। ତୁମ୍ଭମାନଙ୍କର ଦେଶ ସୁନା ଓ ରୂପାରେ ପରିପୂର୍ଣ୍ଣ। ସେଠାରେ ଧନରତ୍ନର ସୀମା ନାହିଁ। ତୁମ୍ଭମାନଙ୍କର ଦେଶ ମଧ୍ୟ ଅଶ୍ୱରେ ପରିପୂର୍ଣ୍ଣ ଓ ସେଠାରେ ରଥର ସୀମା ନାହିଁ। ଆଉମଧ୍ୟ ତୁମ୍ଭମାନଙ୍କର ଦେଶ ଲୋକମାନଙ୍କ ଦ୍ୱାରା ପୂଜିତ ପ୍ରତିମାରେ ପରିପୂର୍ଣ୍ଣ। ସେହି ପ୍ରତିମାଗୁଡ଼ିକ ଲୋକମାନଙ୍କ ସ୍ୱହସ୍ତ ନିର୍ମିତ ଓ ସେମାନେ ସେଗୁଡ଼ିକୁ ପୂଜା କରୁଛନ୍ତି। ଲୋକମାନେ ମନ୍ଦରୁ ମନ୍ଦତର ହେଉଛନ୍ତି। ସେମାନେ ଅଧୋଗାମୀ ହୋଇଛନ୍ତି। ତେଣୁ ଏହା ନିଶ୍ଚିତ ଯେ, ପରମେଶ୍ୱର କେବେ ସେମାନଙ୍କୁ କ୍ଷମା କରିବେ ନାହିଁ।

10 ଯାଅ, ମାଟିତଳେ ଓ ପର୍ବତର ପୃଷ୍ଠଭାଗରେ ନିଜକୁ ଲୁଗ୍ଭଅ! କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କର ସର୍ବଶକ୍ତିମାନ ଓ ଶକ୍ତି ନିକଟରେ ଭୟଭୀତ।

11 ଗର୍ବିତ ମାନବ ଅହଙ୍କାର କରିବ ନାହିଁ। ସେହି ଅହଙ୍କାରୀଗଣ ଲଜ୍ଜାରେ ଅବନତ ହେବେ। ମାତ୍ର ସେତେବେଳେ ସଦାପ୍ରଭୁ ସ୍ଥିର ଓ ଉନ୍ନତ ରହିବେ।

ଏବ୍ରୀ 10:26-31

ଖ୍ରୀଷ୍ଟଙ୍କଠାରୁ ମୁହଁ ବୁଲାଇ ନିଅ ନାହିଁ

26 ସତ୍ୟକୁ ଜାଣିଲା ପରେ ମଧ୍ୟ ଯଦି ଆମ୍ଭେ ପାପକାମ କରି ଗ୍ଭଲିବା ପାଇଁ ଇଚ୍ଛା କରିବା, ତା’ହେଲେ ସିଦ୍ଧାନ୍ତ ନେଉ, ପାପ ହରଣ କରିବା ପାଇଁ ଆଉ କୌଣସି ବଳିଦାନ ନାହିଁ। 27 ଆମ୍ଭେ ଯଦି ପାପ କରି ଗ୍ଭଲିଥିବା, ତା’ହେଲେ ଆମ୍ଭେ ନିଶ୍ଚିତ ଯେ, ଆମ୍ଭ ପାଇଁ ବିଗ୍ଭରର ଭୟଙ୍କର ଆଶଙ୍କା ରହିଛି, ଓ ପରମେଶ୍ୱରଙ୍କ ବିରୋଧୀ ଜୀବନଯାପନ କରୁଥିବା ଲୋକମାନଙ୍କୁ ଗ୍ରାସ କରିବାକୁ ଥିବା ଭୟଙ୍କର ଅଗ୍ନି ଆମ୍ଭ ପାଇଁ ରହିଛି। 28 ଯେଉଁ ଲୋକ ମୋଶାଙ୍କ ବ୍ୟବସ୍ଥା ମାନିବାକୁ ମନା କଲା, ତାହାକୁ ଦୋଷୀ ପ୍ରମାଣିତ କରିବା ଲାଗି ଦୁଇ ବା ତିନି ଜଣ ସାକ୍ଷୀ ଆବଶ୍ୟକ ଥିଲେ। କ୍ଷମା ଦିଆ ନ ଯାଇ, ତାହାକୁ ବଧ କରାଯାଉଥିଲା। 29 ତା’ହେଲେ ଯେଉଁ ଲୋକ ପରମେଶ୍ୱରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା’ ପାଇଁ କ’ଣ ଦଣ୍ଡବିଧାନ ହେବା ଉଚିତ୍? ଏହା ନିଶ୍ଚିତ ଯେ ତା’ର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ। ନୂତନ ନିୟମ ଆରମ୍ଭ କରି ଥିବା ରକ୍ତ ପ୍ରତି ଯେଉଁ ଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସେହି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ କାରଣ ସେହି ରକ୍ତ ସେହି ଲୋକକୁ ଥରେ ପବିତ୍ର କରିଥିଲା। 30 ଆମ୍ଭେ ଜାଣୁ ଯେ, ପରମେଶ୍ୱର କହିଥିଲେ: “ମନ୍ଦ କାମ କରିଥିବା ଲୋକଙ୍କୁ ମୁଁ ଦଣ୍ଡ ଦେବି, ମୁଁ ତାହାଙ୍କୁ ପ୍ରତିଦାନ ଦେବି।” [a] ପରମେଶ୍ୱର ଆହୁରି ମଧ୍ୟ କହିଥିଲେ: “ପ୍ରଭୁ ତାହାଙ୍କ ଲୋକଙ୍କର ବିଗ୍ଭର କରିବେ।” [b] 31 ଜୀବିତ ପରମେଶ୍ୱରଙ୍କ ହାତରେ ଜଣେ ପାପୀ ପଡ଼ିଯିବା, ଗୋଟିଏ ଭୟଙ୍କର କଥା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center