Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 5:1-7

ଇସ୍ରାଏଲ ପରମେଶ୍ୱରଙ୍କ ସ୍ୱତନ୍ତ୍ର ବଗିଗ୍ଭ

ବର୍ତ୍ତମାନ ମୋର ପ୍ରିୟତମ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ସଙ୍ଗୀତ ଗାନ କରିବି। ଏହି ସଙ୍ଗୀତଟି ମୋର ପ୍ରିୟତମ ପ୍ରଭୁ ଓ ଇସ୍ରାଏଲର ଦ୍ରାକ୍ଷାକ୍ଷେତ୍ର ବିଷୟରେ ଅଟେ।

ମୋର ପ୍ରିୟତମ ପ୍ରଭୁଙ୍କର ଉର୍ବର
    ପର୍ବତ ଉପରେ ଏକ ଦ୍ରାକ୍ଷାକ୍ଷେତ୍ର ଥିଲା।
ମୋର ପ୍ରିୟତମ କ୍ଷେତଟିକୁ ଖୋଳି ପଥର ପରିଷ୍କାର କଲେ।
    ସେଥିରେ ଅତି ଉତ୍ତମ ଦ୍ରାକ୍ଷାଲତା ରୋପଣ କଲେ।
ସେ କ୍ଷେତର ମଧ୍ୟଭାଗରେ ଗୋଟିଏ ସୁନ୍ଦର
    ଏବଂ ଉଚ୍ଚଗୃହ ନିର୍ମାଣ କଲେ ଏବଂ ସେ ଦ୍ରାକ୍ଷାକୁଣ୍ଡ ତିଆରି କଲେ।
ସେ ଭଲ ଅଙ୍ଗୁର ଧରିବା ପାଇଁ ଅପେକ୍ଷା କଲେ,
    କିନ୍ତୁ ଉତ୍ତମ ପରିବର୍ତ୍ତେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।

ତେଣୁ ପରମେଶ୍ୱର କହିଲେ, “ହେ ଯିରୁଶାଲମ ଓ ଯିହୁଦାର ଲୋକମାନେ ମୋର
    ଓ ମୋର ଦ୍ରାକ୍ଷାକ୍ଷେତ ବିଷୟରେ ବିଗ୍ଭର କର।
ମୋର ଏହି ଦ୍ରାକ୍ଷାକ୍ଷେତ ପାଇଁ ମୁଁ ଅଧିକ କ’ଣ କରି ପାରିଥା’ନ୍ତି?
    ଯାହା କରିବା କଥା ମୁଁ ସବୁ କରିଥିଲି।
ମୁଁ ଉତ୍ତମ ଦ୍ରାକ୍ଷାଫଳ ଫଳିବ ବୋଲି ଆଶା କରିଥିଲି,
    ମାତ୍ର ସେଥିରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।
    ଏହା କାହିଁକି ଘଟିଲା?

“ବର୍ତ୍ତମାନ ମୁଁ ମୋର ଦ୍ରାକ୍ଷାକ୍ଷେତ ପାଇଁ କ’ଣ କରିବି
    ତାହା ତୁମ୍ଭମାନଙ୍କୁ କହିବି।
ଏହି କ୍ଷେତକୁ ରକ୍ଷା କରୁଥିବା କଣ୍ଟାବାଡ଼କୁ ମୁଁ କାଢ଼ିନେବି
    ଏବଂ ତାକୁ ପୋଡ଼ି ଦେବି।
ସେହି ପଥର ପ୍ରାଚୀରକୁ ଭାଙ୍ଗିପକାଇବି
    ଏବଂ ସେଗୁଡ଼ିକୁ ପଦଦଳିତ କରିବି।
ମୋର ସେହି ଦ୍ରାକ୍ଷାକ୍ଷେତକୁ ଉଜାଡ଼ି ନେବି।
    କୌଣସି ବ୍ୟକ୍ତି ସେ ଗଛ ଗୁଡ଼ିକର ଯତ୍ନ ନେବ ନାହିଁ
    କିମ୍ବା ସେହି କ୍ଷେତରେ କେହି କୋଡ଼ାକୋଡ଼ି କରିବେ ନାହିଁ।
ସେଠାରେ କଣ୍ଟା ଓ ଅନାବନା ଘାସ ଜନ୍ମିବ।
    ସେହି କ୍ଷେତରେ ବର୍ଷାଜଳ ନ ପଡ଼ିବା ପାଇଁ ମୁଁ ମେଘକୁ ଆଦେଶ ଦେବି।”

ଇସ୍ରାଏଲର ଗୋଷ୍ଠୀ ସଦାପ୍ରଭୁ ସର୍ବଶକ୍ତିମୟଙ୍କର ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାଲତାର ଦ୍ରାକ୍ଷାଫଳ।

ସଦାପ୍ରଭୁ ସେଠାରେ ନ୍ୟାୟ ଆଶା କରୁଥିଲେ
    ମାତ୍ର ସେଠାରେ କେବଳ ମୃତ୍ୟୁ ଥିଲା।
ସଦାପ୍ରଭୁ ସେଠାରେ ଧାର୍ମିକତା ଆଶା କରୁଥିଲେ ମାତ୍ର ସେଠାରେ କେବଳ ବିଳାପ ଥିଲା।
    ସେଠାରେ ଲୋକମାନେ କେବଳ ସନ୍ତାପିତ ହେଉଥିଲେ।

ଗୀତସଂହିତା 80:1-2

ପ୍ରଧାନ ବାଦ୍ୟକର ନିମନ୍ତେ “ଶୋଶନ୍ନୀମ୍-ଏଦୂତ୍” ସ୍ୱରରେ ଆସଫର ଗୀତ।

80 ହେ ଇସ୍ରାଏଲର ପାଳକ, କର୍ଣ୍ଣପାତ କର।
    ତୁମ୍ଭେ ଯୋଷେଫର ଲୋକମାନଙ୍କୁ ମେଷପରି ନେତୃତ୍ୱ କରିଅଛ।
କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ,
    ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।
ଇଫ୍ରୟିମ, ବିନ୍ୟାମୀନ, ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଦେଖାଅ
    ଓ ଆସ ଓ ଆମ୍ଭମାନଙ୍କୁ ରକ୍ଷା କର।

ଗୀତସଂହିତା 80:8-19

ତୁମ୍ଭେ ମିଶରରୁ ଗୋଟିଏ
    “ଦ୍ରାକ୍ଷାଲତା” ଆଣିଲ।
ତୁମ୍ଭେ ଅନ୍ୟ ଜାତିମାନଙ୍କୁ ସେହି ସ୍ଥାନରୁ ତଡ଼ି ଦେଇ
    ତୁମ୍ଭେ ସେହି ଭୂମିରେ “ଦ୍ରାକ୍ଷାଲତା” ରୋପଣ କର।
ତୁମ୍ଭେ “ଦ୍ରାକ୍ଷାବୃକ୍ଷ” ପାଇଁ ଭୂମି ପ୍ରସ୍ତୁତ କଲ।
    ତହିଁରେ ଚେରଗୁଡ଼ିକ ଗଭୀରକୁ ଗଲା।
    “ଦ୍ରାକ୍ଷାଲତା” ସମସ୍ତ ଦେଶରେ ବ୍ୟାପିଗଲା।
10 ତାହାର ଛାୟାରେ ପର୍ବତଗୁଡ଼ିକ ଆବୃତ ହେଲେ
    ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ବିରାଟ ଦେବଦାରୁ ବୃକ୍ଷକୁ ମଧ୍ୟ ଆଚ୍ଛାଦନ କଲା।
11 ଭୂମଧ୍ୟସାଗର ପର୍ଯ୍ୟନ୍ତ ଆପଣା ଶାଖା
    ଓ ଫରାତ୍ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।
12 ହେ ପରମେଶ୍ୱର, ତୁମ୍ଭେ କାହିଁକି ଦ୍ରାକ୍ଷାଲତାର ସୁରକ୍ଷା ପ୍ରାଚୀର ଭାଙ୍ଗି ପକାଇଲ?
    ପଥିକମାନେ ସବୁ “ଅଙ୍ଗୁର” ଛିଣ୍ଡାଇ ପକାଉଛନ୍ତି।
13 ବନରୁ ବାହାରି ଆସି “ଦ୍ରାକ୍ଷାବୃକ୍ଷ” ଉପାଡ଼ି ପକାଏ,
    ବନର ପଶୁଗଣ ତା’ର ପତ୍ର ଖାଇଯା’ନ୍ତି।
14 ହେ ସର୍ବଶକ୍ତିମାନ ପରମେଶ୍ୱର ଫେରି ଆସ।
    ସ୍ୱର୍ଗରୁ ତୁମ୍ଭର “ଦ୍ରାକ୍ଷାଲତା” ପ୍ରତି ଦୃଷ୍ଟି ପକାଅ ଏବଂ ଏହାର ଯତ୍ନ ନିଅ।
15 ହେ ପରମେଶ୍ୱର, ସେହି “ଦ୍ରାକ୍ଷାଲତା”କୁ ଦେଖ, ଯାହା ତୁମ୍ଭେ ଆପଣା ହସ୍ତରେ ରୋପଣ କରିଅଛ।
    ସେହି ଛୋଟ ଲତାକୁ ଦେଖ ଯାହାକୁ ତୁମ୍ଭେ ବଢ଼େଇଛ।
16 ତୁମ୍ଭର ଦ୍ରାକ୍ଷାଲତାଗୁଡ଼ିକ ଗୋବର ଘସିପରି ଅଗ୍ନିରେ ପୋଡ଼ି ଦିଆଗଲା।
    ତୁମ୍ଭେ ତା’ ଉପରେ କ୍ରୋଧାନ୍ୱିତ ହୋଇ ତାକୁ ଧ୍ୱଂସ କର।

17 ହେ ପରମେଶ୍ୱର, ତୁମ୍ଭ ହସ୍ତ ତୁମ୍ଭ ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହୋଇଥିବା
    ମନୁଷ୍ୟ [a] ଉପରେ ତୁମ୍ଭେ ନିଜେ ହାତ ରଖି ଉଠାଅ।
18 ଆମ୍ଭେମାନେ ତୁମ୍ଭକୁ ପୁନ୍ନରାୟ ଛାଡ଼ିବୁ ନାହିଁ।
    ଆମ୍ଭମାନଙ୍କୁ ନୂତନ ଜୀବନ ଦିଅ ଏବଂ ଆମ୍ଭେମାନେ ତୁମ୍ଭର ନାମରେ ଉପାସନା କରିବା।
19 ହେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ପୁଣି ଆମ୍ଭମାନଙ୍କୁ ବଳବାନ୍ କର,
    ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ଆମ୍ଭମାନଙ୍କୁ ରକ୍ଷା କର।

ଏବ୍ରୀ 11:29-12:2

29 ବିଶ୍ୱାସଥିବା ହେତୁ ହିଁ ମୋଶାଙ୍କ ନେତୃତ୍ୱରେ ସମସ୍ତେ ସୁଫସାଗର ମଧ୍ୟଦେଇ ଶୁଖିଲା ଭୂଇଁ ଥିଲା ଭଳି ଗ୍ଭଲିଗ୍ଭଲି ପାର ହୋଇଗଲେ। ଯେତେବେଳେ ମିଶରଦେଶର ଲୋକେ ସୁଫସାଗର ଦେଇ ଯିବା ପାଇଁ ଚେଷ୍ଟା କଲେ ସେମାନେ ବୁଡ଼ି ଗଲେ।

30 ଈଶ୍ୱରଙ୍କ ଲୋକମାନଙ୍କ ବିଶ୍ୱାସ ହେତୁ ଯିରୀହୋ ନଗରର ପାଚେରୀଗୁଡ଼ିକ ସେମାନେ ସାତ ଦିନ ପରିକ୍ରମା କଲାପରେ, ଭାଙ୍ଗି ପଡ଼ିଗଲା।

31 ନିଜର ବିଶ୍ୱାସ ଦ୍ୱାରା, ରାହବ ନାମ୍ନୀ ବେଶ୍ୟା, ଇସ୍ରାଏଲର ଗୁପ୍ତଚରମାନଙ୍କୁ ମିତ୍ର ଭଳି ସ୍ୱାଗତ କଲା, ଓ ସେମାନଙ୍କୁ ସାହାଯ୍ୟ କଲା, ଓ ଅନ୍ୟ ଯେଉଁ ଲୋକମାନେ ମାନିବାକୁ ମନା କରିଥିଲେ, ସେମାନଙ୍କ ସହିତ ମୃତ ହେଲା ନାହିଁ।

32 ମୁଁ ଅଧିକ ଆଉ କ’ଣ କହିବି, ଓ କି ଉଦାହରଣମାନ ପ୍ରସ୍ତୁତ କରିବି? ଗିଦିୟୋନ, ବାରାକ, ଶା‌ମ୍‌ଶୋନ୍, ଯିପ୍ତହ ଦାଉଦ, ଶାମୁୟେଲ, ଓ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ବିଷୟରେ କହିବା ପାଇଁ ମୋ’ ପାଖରେ ଅଧିକ ସମୟ ନାହିଁ, 33 ସେ ସମସ୍ତଙ୍କର ବହୁତ ଅଧିକ ବିଶ୍ୱାସ ଥିଲା। ସେହି ବିଶ୍ୱାସ ବଳରେ ସେମାନେ ସାମ୍ରାଜ୍ୟଗୁଡ଼ିକୁ ପରାସ୍ତ କରିଥିଲେ। ସେମାନ ସମସ୍ତେ ଧାର୍ମିକ କାର୍ଯ୍ୟ କଲେ, ପରମେଶ୍ୱରଙ୍କ ପ୍ରତିଜ୍ଞାର ବିଷୟ ଗୁଡ଼ିକ ପାଇଲେ। ସେମାନେ ନିଜ ବିଶ୍ୱାସ ଦ୍ୱାରା ସିଂହମାନଙ୍କର ମୁହଁ ବନ୍ଦ କଲେ। 34 ସେହି ବିଶ୍ୱାସ ବଳରେ କେତେ ଜଣ ଅଗ୍ନିର ଶକ୍ତି ବନ୍ଦ କଲେ, ଓ କେତେ ଲୋକ ଖ‌‌ଡ଼୍‌ଗ ଦ୍ୱାରା ମରିବାରୁ ରକ୍ଷା ପାଇଲେ। ବିଶ୍ୱାସ କାରଣରୁ ଦୁର୍ବଳ ଲୋକ ଶକ୍ତିଶାଳୀ ହେଲେ। ସେମାନେ ଯୁଦ୍ଧରେ ଶକ୍ତିଶାଳୀ ହୋଇ ଶତ୍ରୁ ସେନାଙ୍କୁ ପରାସ୍ତ କଲେ। 35 ମୃତ୍ୟୁରୁ ଲୋକମାନେ ପୁନର୍ଜୀବିତ ହୋଇ ପରିବାରରେ ନିଜ ନାରୀମାନଙ୍କ ପାଖକୁ ଗଲେ। ଅନ୍ୟ ଲୋକମାନଙ୍କୁ ଯାତନା ଦିଆ ହେଲା, ସେମାନେ ସ୍ୱାଧୀନ ହେବାକୁ ଗ୍ଭହିଁଲେ ନାହିଁ କାରଣ ସେମାନେ ମୃତ୍ୟୁରୁ ପୁନର୍ଜୀବନ ଲାଭ କରି ଗୋଟିଏ ଅଧିକ ଭଲ ଜୀବନ ପାଇ ପାରିବେ ବୋଲି ଭାବି ଏହିସବୁ କାର୍ଯ୍ୟ କରିଥିଲେ। 36 କେତେ ଲୋକ ହାସ୍ୟର ପାତ୍ର ହେଲେ ଓ କୋରଡ଼ା ଆଘାତ ପାଇଲେ। ଅନ୍ୟମାନେ ବନ୍ଧା ହେଲେ, ଓ ବନ୍ଦୀଘରେ ରଖା ଗଲେ। 37 ସେମାନଙ୍କୁ ପଥର ମାରି ଦିଆ ହେଲା, ଓ କରତରେ ଦୁଇଫାଳ କରି ଚିରି ଦିଆ ହେଲା। କେତେକଙ୍କୁ ଖ‌‌ଡ଼୍‌ଗଦ୍ୱାରା ମାରି ଦିଆ ହେଲା। ସେମାନଙ୍କ ଭିତରୁ କେତେ ଜଣ ମେଷ ଓ ଛେଳିର ଚମଡ଼ା ପିନ୍ଧିଲେ। ସେମାନେ ଗରିବ ଥିଲେ, ନିର୍ଯ୍ୟାତିତ ହେଲେ, ଓ ଅନ୍ୟମାନଙ୍କ ଦ୍ୱାରା ମନ୍ଦ ବ୍ୟବହାର ପାଇଲେ। 38 ଏହି ମହାନ୍ ଲୋକମାନଙ୍କ ଲାଗି ପୃଥିବୀ ଉପଯୁକ୍ତ ନ ଥିଲା। ସେମାନେ ମରୁଭୂମିରେ ଓ ପାହାଡ଼ରେ ବୁଲିଲେ ଓ ଗୁମ୍ପା ଏବଂ ଭୂମିରେ ଥିବା ଗାତମାନଙ୍କରେ ନିଜକୁ ଲୁଗ୍ଭଇ ରଖିଲେ।

39 ଏହି ସମସ୍ତ ଲୋକମାନେ ନିଜର ବିଶ୍ୱାସ ପାଇଁ ଜଣା ଶୁଣା। କିନ୍ତୁ ଏମାନଙ୍କ ଭିତରୁ କେହିହେଲେ ପରମେଶ୍ୱରଙ୍କ ମହାନ୍ ପ୍ରତିଜ୍ଞା ପାଇପାରି ନ ଥିଲେ। 40 ପରମେଶ୍ୱର ଆମ୍ଭକୁ କିଛି ଅପେକ୍ଷାକୃତ ଭଲ ଦେବା ପାଇଁ ଯୋଜନା କରିଥିଲେ। ପରମେଶ୍ୱରଙ୍କ ଯୋଜନା ଥିଲା ଯେ, ସେମାନେ କେବଳ ଆମ୍ଭ ସହିତ ପରିପୂର୍ଣ୍ଣ ହେବେ।

ଆମ୍ଭେ ଯୀଶୁଙ୍କ ଉଦାହରଣ ଅନୁସରଣ କରିବା ଉଚିତ୍

12 ଆମ୍ଭର ଗ୍ଭରିପଟେ, ବିଶ୍ୱାସଧାରୀ ଆମ୍ଭର ବହୁ ସଂଖ୍ୟକ ଲୋକ ରହିଛନ୍ତି। ବିଶ୍ୱାସ ବିଷୟରେ ସେମାନଙ୍କ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସେମାନଙ୍କ ଭଳି ହେବା ଉଚିତ୍। ଆମ୍ଭେ ଜୀବନରେ ଆଗକୁ ଯିବା ପାଇଁ ଯାହାକିଛି ବାଧା ଅଛି, ସେଗୁଡ଼ିକୁ ଆମ୍ଭେ ଆଡ଼େଇ ଦେବା ଉଚିତ୍ ଓ ଆମ୍ଭ ସମ୍ମୁଖରେ ଥିବା ଦୌଡ଼ରେ ଦୌଡ଼ିବା ଉଚିତ୍। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ୟାଗ କରିବା ଉଚିତ୍। ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।

ଲୂକ ଲିଖିତ ସୁସମାଗ୍ଭର 12:49-56

ଲୋକମାନେ ଯୀଶୁଙ୍କ ସହ ଏକମତ ହେବେ ନାହିଁ(A)

49 ଯୀଶୁ କହି ଗ୍ଭଲିଲେ, “ମୁଁ ଏ ପୃଥିବୀରେ ନିଆଁ ଜଳେଇବାକୁ ଆସିଛି। ମୁଁ ଗ୍ଭହୁଁଛି ଏହା ଆଗରୁ ଜଳୁଥା’ନ୍ତା। 50 ମୋତେ ‘ଅନ୍ୟପ୍ରକାରର ବାପ୍ତିସ୍ମ’ [a] ଦ୍ୱାରା ବାପ୍ତିଜିତ ହେବାକୁ ପଡ଼ିବ। ଏହା ନ ହେବା ପର୍ଯ୍ୟନ୍ତ ମୁଁ ପୀଡ଼ା ଅନୁଭବ କରୁଛି। 51 ତୁମ୍ଭେମାନେ କ’ଣ ଭାବୁଛ ଯେ ମୁଁ ଶାନ୍ତି ଦେବା ପାଇଁ ଏ ପୃଥିବୀକୁ ଆସିଛି? ନା, ମୁଁ ପୃଥିବୀକୁ ଭାଗ ଭାଗ କରିଦେବାକୁ ଆସିଛି। 52 ଏଣିକି ବର୍ତ୍ତମାନଠାରୁ ଗୋଟିଏ ଘରେ ପାଞ୍ଚ ଜଣ ଲୋକ ଥିଲେ ସେମାନେ ପରସ୍ପରର ବିରୋଧୀ ହୋଇଯିବେ। ତିନି ଜଣ ଦୁଇଜଣଙ୍କ ବିରୁଦ୍ଧରେ ଠିଆ ହେବେ କିମ୍ବା ଦୁଇଜଣ ତିନି ଜଣଙ୍କ ବିରୁଦ୍ଧରେ ଠିଆ ହେବେ।

53 ବାପ ପୁଅର ବିରୋଧୀ,
    ପୁଅ ବାପର ବିରୋଧୀ,
ମା ଝିଅର ବିରୋଧୀ,
    ଝିଅ ମାର ବିରୋଧୀ,
ଶାଶୁ ବୋହୂର ବିରୋଧୀ
    ଓ ବୋହୂ ଶାଶୁର ବିରୋଧୀ ହୋଇଯିବ।”

ବୁଝିବା ସମୟର ଚିହ୍ନ(B)

54 ଯୀଶୁ ଲୋକମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭେମାନେ ପଶ୍ଚିମ ଦିଗରୁ ମେଘ ଉଠିବା ଦେଖିଲେ କୁହ, ‘ଝଡ଼ବର୍ଷା ଆସୁଛି’ ତା’ପରେ ତାହା ହିଁ ହୁଏ। 55 ଦକ୍ଷିଣ ଦିଗରୁ ପବନ ବୋହିଲେ ତୁମ୍ଭେମାନେ କୁହ, ‘ଗରମ ହେବ।’ ତା’ପରେ ତାହା ହିଁ ହୁଏ। 56 ହେ କପଟୀଗଣ! ତୁମ୍ଭେମାନେ ପାଗ ବିଷୟରେ ତ ଜାଣି ପାରୁଛ। ତେବେ ଏହି ସମୟରେ କ’ଣ ଘଟୁଛି, ତାହା କାହିଁକି ଜାଣି ପାରୁ ନାହଁ?

Odia Holy Bible: Easy-to-Read Version (ERV-OR)

2010 by World Bible Translation Center