Revised Common Lectionary (Semicontinuous)
ଆସଫର ମସ୍କୀଲ୍।
74 ପରମେଶ୍ୱର, ତୁମ୍ଭେ କାହିଁକି ବହୁତ ଦିନ ଆମ୍ଭମାନଙ୍କୁ ପରିତ୍ୟାଗ କଲ?
ତୁମ୍ଭେ କାହିଁକି ଆମ୍ଭମାନଙ୍କ ଉପରେ ଏତେ ରାଗିଅଛ, ଆମ୍ଭେ ଯେ ତୁମ୍ଭର ନିଜ ଦଳ?
2 ପୂର୍ବରୁ ତୁମ୍ଭର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭର ନିଜର କଲ।
ତୁମ୍ଭର ଖୁବ୍ ନିଜର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭେ ରକ୍ଷା କଲ
ଏବଂ ସିୟୋନ ପର୍ବତକୁ ସ୍ମରଣ କର ଯେଉଁଠାରେ ତୁମ୍ଭେ ବାସ କଲ।
3 ପରମେଶ୍ୱର, ସେହି ପ୍ରାଚୀନର ଭଗ୍ନାବଶେଷ ଉପରେ ଗ୍ଭଲନ୍ତୁ।
ଯେଉଁଠାରେ ଶତ୍ରୁମାନେ ମନ୍ଦିରର ସବୁକିଛି ନଷ୍ଟ କରିଥିଲେ।
4 ତୁମ୍ଭର ଶତ୍ରୁଗଣ ବାହାର ମନ୍ଦିରରେ ଯୁଦ୍ଧ ଧ୍ୱନି କଲେ।
ସେମାନେ ତାଙ୍କର ବିଜୟଧ୍ୱଜା ମନ୍ଦିର ଉପରେ ଉଡ଼ାଇଲେ।
5 ଜଙ୍ଗଲରେ କୁରାଢ଼ୀ ବ୍ୟବହାର କରୁଥିବା ଲୋକମାନଙ୍କ ପରି
ଶତ୍ରୁ ସୈନ୍ୟମାନେ ଦେଖାଯାଉଥିଲେ।
6 ହେ ପରମେଶ୍ୱର, ସେମାନେ କୁହ୍ରାଡ଼ି ଓ ଟାଙ୍ଗିଆ ଦ୍ୱାରା
ତୁମ୍ଭ ମନ୍ଦିରର ଖୋଦିତ କାଠ ପଟାଗୁଡ଼ିକ ନଷ୍ଟ କଲେ।
7 ସେହି ସୈନ୍ୟଗଣ ତୁମ୍ଭ ପବିତ୍ର ସ୍ଥାନକୁ ଜାଳି ଦେଲେ।
ସେହି ମନ୍ଦିର ତୁମ୍ଭ ନାମର ସମ୍ମାନାର୍ଥେ ତିଆରି ହୋଇଥିଲା,
କିନ୍ତୁ ସେମାନେ ତାକୁ ଅଶୁଚି କରି ଧୂଳିସାତ୍ କରି ଦେଲେ।
8 ଆମ୍ଭମାନଙ୍କୁ ପୂରାପୂରି ଧ୍ୱଂସ କରିବାକୁ ସେମାନେ ନିଷ୍ପତ୍ତି କଲେ,
ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ପବିତ୍ର ସ୍ଥାନ ଦଗ୍ଧ କରି ଦେଲେ।
9 ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ।
କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହାନ୍ତି।
କ’ଣ କରିବାକୁ ହେବ କେହି ଜାଣନ୍ତି ନାହିଁ।
10 ହେ ପରମେଶ୍ୱର, ଶତ୍ରୁମାନେ କେତେକାଳ ତୁମ୍ଭର ନିନ୍ଦା କରିବେ?
ତୁମ୍ଭେ ଚିରଦିନ କ’ଣ ତୁମ୍ଭର ଶତ୍ରୁମାନଙ୍କୁ ଅପମାନ କରିବା ପାଇଁ ସୁଯୋଗ ଦେବ?
11 ତୁମ୍ଭେ ଆମ୍ଭମାନଙ୍କୁ କାହିଁକି, ସାହାଯ୍ୟ କରିବ ନାହିଁ?
ତୁମ୍ଭେ ଆପଣା ମହାଶକ୍ତିକୁ ବ୍ୟବହାର କରି ଶତ୍ରୁମାନଙ୍କୁ ପରାଜୟ କର।
12 ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କର ପୂର୍ବାବଧି ରାଜା ହୋଇଅଛ।
ଏହି ଦେଶରେ ବହୁତ ଯୁଦ୍ଧରେ ଜିତିବାରେ ଆମ୍ଭକୁ ସାହାଯ୍ୟ କରିଛ।
13 ହେ ପରମେଶ୍ୱର, ତୁମ୍ଭେ ଆପଣା ମହାନ ଶକ୍ତିକୁ ବ୍ୟବହାର କରି
ଲୋହିତ ସମୁଦ୍ରକୁ ଦୁଇଭାଗ କଲ।
14 ତୁମ୍ଭେ ସମୁଦ୍ରରେ ଥିବା ମହାନ ରାକ୍ଷସକୁ ବଧ କଲ।
ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ଡଖଣ୍ଡ କରି କାଟି ପକାଇଲ।
ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ।
15 ତୁମ୍ଭେ ନଦୀ ଓ ଝରଣା ସୃଷ୍ଟିକରି ସେଥିରୁ ପାଣି ବୁହାଇଲ
ଏବଂ ତୁମ୍ଭେ ନଦୀସବୁକୁ ଶୁଷ୍କ କରାଇଲ।
16 ହେ ପରମେଶ୍ୱର, ଦିବସ ଓ ରାତ୍ରିର ଶାସକ,
ତୁମ୍ଭେ ଚନ୍ଦ୍ର ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।
17 ତୁମ୍ଭେ ପୃଥିବୀର ସମସ୍ତ ସୀମା ନିର୍ଦ୍ଧାରଣ କରିଅଛ।
ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।
18 ଅନନ୍ତର ସଦାପ୍ରଭୁ, ଶତ୍ରୁମାନେ ତୁମ୍ଭର ନାମକୁ ଅପମାନିତ କରିଥିବା କଥାଗୁଡ଼ିକ ମନେ ପକାଅ ଯେ,
କିପରି ସେହି ମୂର୍ଖ ଲୋକମାନେ ତୁମ୍ଭରି ନାମକୁ ଅପମାନିତ କଲେ।
19 ତୁମ୍ଭ କପୋତକୁ, ବନ୍ୟ ପଶୁକୁ ସମର୍ପଣ କର ନାହିଁ।
ଆପଣା ଦୁଃଖୀ ଲୋକକୁ ସବୁଦିନ ପାଇଁ ଭୁଲ ନାହିଁ।
20 ଆମ୍ଭମାନଙ୍କ ଚୁକ୍ତି ପୂରଣ କର।
ଏହି ଭୂମିର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହେଲା।
21 କଷ୍ଟ ପାଉଥିବା ଲୋକମାନଙ୍କୁ
ଆଉ ଲଜ୍ଜିତ ହେବାକୁ ଦିଅ ନାହିଁ।
ଗରିବ ଏବଂ ଅଭାବ୍ୟକ୍ତି ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।
22 ପରମେଶ୍ୱର, ଉଠ ଏବଂ ତୁମ୍ଭର ସମ୍ମାନ ରକ୍ଷା କର।
ମୂର୍ଖ ଲୋକମାନେ କିପରି ଦିନଯାକ ତୁମ୍ଭକୁ ଅପମାନିତ କରୁଛନ୍ତି ସ୍ମରଣ କର!
23 ତୁମ୍ଭର ଶତ୍ରୁମାନଙ୍କର ଉଦ୍ଘୋଷ କେବେ ଭୁଲିଯାଅ ନାହିଁ।
ସେମାନେ ତୁମ୍ଭକୁ ବାରମ୍ବାର ଅପମାନିତ କରନ୍ତି।
8 ତୁମ୍ଭେ ସବୁ ଅତି ନିକଟତର ହୋଇ ବାସ କରିବ। ତୁମ୍ଭେମାନେ ଏପରି ଲଗାଲଗି ଘର କରିବ ଯେ, କୌଣସି ଟିକିଏ ହେଲେ ସ୍ଥାନ ଘର ଘର ମଧ୍ୟରେ ରହିବ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କୁ ଦଣ୍ଡ ଦେବେ ଯେପରିକି ତୁମ୍ଭେମାନେ ଏକାକି ବାସ କରିବ। ସମଗ୍ର ଦେଶରେ ତୁମେମାନେ କେବଳ ଏକମାତ୍ର ଗୋଷ୍ଠୀ ରହିବ। 9 ସର୍ବଶକ୍ତିମାନ ସଦାପ୍ରଭୁ ଏହା ମୋତେ କହିଲେ ଏବଂ ମୁଁ ଏହା ତାଙ୍କଠାରୁ ଶୁଣିଥିଲି, “ବର୍ତ୍ତମାନ ବହୁତ ଘର ଅଛି ମାତ୍ର ମୁଁ ପ୍ରତିଜ୍ଞା କରିଛି ସେ ସମସ୍ତ ଧ୍ୱଂସ ହେବ। ଯେଉଁ ସୁନ୍ଦର ଓ ବୃହତ୍ ଗୃହମାନ ଅଛି ସେ ସବୁ ନିବାସଶୂନ୍ୟ ହେବ। 10 ଦଶ ଏକର ପରିମିତ ଦ୍ରାକ୍ଷାକ୍ଷେତରୁ ମାତ୍ର ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଏବଂ ଦଶ ମହଣ ବୀଜରୁ ମାତ୍ର ଏକ ମହଣ ଶସ୍ୟ ଉତ୍ପନ୍ନ ହେବ।”
11 ତୁମ୍ଭେମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠ, ବିଳମ୍ବ ରାତ୍ରି ପର୍ଯ୍ୟନ୍ତ ଉଜାଗର ରହି ସୁରାରେ ଉନ୍ମତ୍ତ ହୁଅ। 12 ତୁମ୍ଭେମାନେ ଭୋଜିର ଦ୍ରାକ୍ଷାରସ, ବୀଣା, ତବଲା ବଂଶୀ ଏବଂ ଅନ୍ୟାନ୍ୟ ବାଦ୍ୟଯନ୍ତ୍ର ରଖିଥାଅ। ମାତ୍ର ସଦାପ୍ରଭୁଙ୍କର କାର୍ଯ୍ୟ ଲକ୍ଷ୍ୟ କର ନାହିଁ। ସଦାପ୍ରଭୁଙ୍କର ହସ୍ତ ବହୁ ଜିନିଷ ତିଆରି କରିଛି ମାତ୍ର ତୁମ୍ଭେମାନେ ତାହା ଲକ୍ଷ୍ୟ କର ନାହିଁ। ତେଣୁ ଏହା ତୁମ୍ଭମାନଙ୍କ ପାଇଁ ସନ୍ତାପର କାରଣ ହେବ।
13 ସଦାପ୍ରଭୁ କୁହନ୍ତି, “ମୋର ଲୋକମାନେ ନିର୍ବାସିତ ହୁଅନ୍ତି। କାରଣ ସେମାନେ ମୋତେ ଜାଣୁ ନାହାନ୍ତି। ଇସ୍ରାଏଲର କେତେକ ବ୍ୟକ୍ତି ବର୍ତ୍ତମାନ ସମ୍ଭ୍ରାନ୍ତ ବୋଲି ବିବେଚିତ ହୁଅନ୍ତି। ମାତ୍ର, ସେହି ସମ୍ଭ୍ରାନ୍ତ ବ୍ୟକ୍ତିମାନେ ଭୋକିଲା ଥିବେ ଏବଂ ଯେଉଁମାନେ ସାଧାରଣ ଜୀବନରେ ବସବାସ କରନ୍ତି, ଅତ୍ୟନ୍ତ ତୃଷାର୍ତ୍ତ ହେବେ। 14 ତା’ପରେ ସେମାନେ ମୃତ୍ୟୁବରଣ କରିବେ। ସିୟୋନ ମୃତ୍ୟୁର ସ୍ଥାନ ହେବ ଓ ସେ ଅଧିକରୁ ଅଧିକ ଲୋକ ଗିଳି ପକାଇବ। ସେହି ମୃତ୍ୟୁର ସ୍ଥାନ ତା’ର ଅପରିମିତ ମୁଖ ବିସ୍ତାର କରିବ, ମୂଲ୍ୟବାନ ଲୋକ, ସାଧାରଣ ଲୋକ ଏବଂ ଖୁସୀମିଜାସିଆଲୋକ ତା ଦ୍ୱାରା ଜାଲରେ ଧରା ପଡ଼ିବେ।”
15 ସେହି ଲୋକମାନେ ନମ୍ର ହେବେ। ସେହି ମହାନ ଲୋକମାନେ ସେମାନଙ୍କର ମଥାନତ କରିବେ ଓ ଭୂମିକୁ ମୁଖ କରିବେ। 16 ସଦାପ୍ରଭୁ ସର୍ବଶକ୍ତିମାନ ଉତ୍ତମ ବିଗ୍ଭର କରିବେ ଏବଂ ଲୋକମାନେ ସେ ମହାନ ବୋଲି ଜାଣିବେ। ପବିତ୍ର ପରମେଶ୍ୱର ଧାର୍ମିକତା ଆଣିବେ ଓ ଲୋକମାନେ ତାଙ୍କୁ ଭକ୍ତି କରିବେ। 17 ପରମେଶ୍ୱର ଇସ୍ରାଏଲର ଲୋକମାନଙ୍କୁ ତାଙ୍କ ଦେଶରୁ ବିତାଡ଼ିତ କରିବେ ଓ ଦେଶ ଜନଶୂନ୍ୟ ହେବ। ମେଷମାନେ ଇଚ୍ଛାନୁସାରେ ବିଚରଣ କରିବେ। ମେଷଶାବକମାନେ ଧନୀଲୋକଙ୍କର ଜମିରେ ବିଚରଣ କରିବେ।
18 ସେହି ଲୋକମାନଙ୍କୁ ଲକ୍ଷ୍ୟ କର। ଲୋକମାନେ ଶକଟ ରଜ୍ଜୁରେ ଟାଣିଲା ପରି ସେମାନେ ଅସାରତା ରୂପକ ରଜ୍ଜୁରେ ଅପରାଧ ଓ ପାପକୁ ପଛରୁ ଟାଣନ୍ତି। 19 ସେହି ଲୋକମାନେ କୁହନ୍ତି, “ଆମ୍ଭେମାନେ ଇଚ୍ଛା କରୁଛୁ ଯେ ପରମେଶ୍ୱର ତାଙ୍କର ଯୋଜନାମୂଳକ କାର୍ଯ୍ୟ ତ୍ୱରାନ୍ୱିତ କରନ୍ତୁ। ତା’ପରେ ଆମ୍ଭେମାନେ କ’ଣ ଘଟିବ ଜାଣିବୁ। ଆମ୍ଭେମାନେ ଆଶା କରୁ ପରମେଶ୍ୱରଙ୍କ ଇଚ୍ଛା ତୁରନ୍ତ ଘଟୁ। ତାହାହେଲେ ତାଙ୍କର ଇଚ୍ଛା କ’ଣ ଆମ୍ଭେମାନେ ଜାଣି ପାରିବୁ।”
20 ସେହି ଲୋକମାନେ ଭଲକୁ ମନ୍ଦ ଓ ମନ୍ଦକୁ ଭଲ କୁହନ୍ତି। ପୁଣି ସେମାନେ ଅନ୍ଧକାରକୁ ଆଲୋକ ଓ ଆଲୋକକୁ ଅନ୍ଧକାର ଚିନ୍ତା କରନ୍ତି ଓ ମଧୁରକୁ ତିକ୍ତ ଓ ତିକ୍ତକୁ ମଧୁର ମନେ କରନ୍ତି, ସେମାନେ ସନ୍ତାପର ପାତ୍ର। 21 ସେମାନେ ମଧ୍ୟ ନିଜକୁ ଭାବନ୍ତି ଯେ ସେମାନେ ଅତି କର୍ମଠ ଓ ବୁଦ୍ଧିମାନ। 22 ସେମାନେ ଦ୍ରାକ୍ଷାରସ ପାନ କରିବାରେ ପ୍ରସିଦ୍ଧ ଓ ମଦ୍ୟ ମିଶ୍ରିତ କରିବାରେ ଦକ୍ଷ। 23 ଦୋଷୀକୁ କ୍ଷମା କରିବାକୁ ତୁମ୍ଭେ ସେମାନଙ୍କୁ ଲାଞ୍ଚ ଦେଲେ ସେମାନେ ଲାଞ୍ଚ ନେବେ। ମାତ୍ର ସେମାନେ ଉତ୍ତମ ଲୋକଙ୍କୁ ନ୍ୟାୟ ବିଗ୍ଭର ଦିଅନ୍ତି ନାହିଁ।
ଭଣ୍ଡ ଶିକ୍ଷକଙ୍କ ପ୍ରତି ସାବଧାନ
4 ପ୍ରିୟ ବନ୍ଧୁମାନେ, ଏ ଜଗତର ଗ୍ଭରିଆଡ଼େ ବହୁତ ଭଣ୍ଡ ଭାବବାଦୀ ବର୍ତ୍ତମାନ ଅଛନ୍ତି। ତେଣୁ ପ୍ରତ୍ୟେକ ଆତ୍ମାକୁ ବିଶ୍ୱାସ କର ନାହିଁ, ବରଂ ସେମାନେ ପରମେଶ୍ୱରଙ୍କଠାରୁ ଆଗତ କି ନା, ଏହା ପରୀକ୍ଷା କରି ଦେଖ। 2 ଏହି ପ୍ରକାରେ ତୁମ୍ଭେମାନେ ପରମେଶ୍ୱରଙ୍କର ଆତ୍ମାକୁ ଚିହ୍ନି ପାରିବ: ଏକ ଆତ୍ମା କହିବ ଯେ, “ମୁଁ ବିଶ୍ୱାସ କରେ ଯେ ଯୀଶୁ ହିଁ ଖ୍ରୀଷ୍ଟ ଅଟନ୍ତି ଓ ସେ ଏ ଜଗତକୁ ମନୁଷ୍ୟ ରୂପ ଧାରଣ କରି ଆସିଥିଲେ,” ସେହି ଆତ୍ମା ପରମେଶ୍ୱରଙ୍କଠାରୁ ଆଗତ। 3 ଅନ୍ୟ ଆତ୍ମା ଯୀଶୁଙ୍କ ବିଷୟରେ ଏପରି ସାକ୍ଷ୍ୟ ଦିଅନ୍ତି ନାହିଁ, ସେହି ଆତ୍ମା ପରମେଶ୍ୱରଙ୍କଠାରୁ ଆସି ନାହିଁ, ସେମାନେ ଖ୍ରୀଷ୍ଟଙ୍କର ଶତ୍ରୁ। ଖ୍ରୀଷ୍ଟଙ୍କ ଶତ୍ରୁ ଆସିବା ସମ୍ବନ୍ଧରେ ତୁମ୍ଭେମାନେ ଶୁଣିଛ ଏବଂ ସେ ବର୍ତ୍ତମାନ ଏହି ସଂସାର ଭିତରେ ରହିଛି।
4 ପିଲାମାନେ! ତୁମ୍ଭେମାନେ ପରମେଶ୍ୱରଙ୍କର ଅଟ। ସେଥିପାଇଁ ତୁମ୍ଭେମାନେ ସେମାନଙ୍କୁ (ଭଣ୍ଡ ଶିକ୍ଷକମାନଙ୍କୁ) ପରାସ୍ତ କରିଛ କାରଣ ତୁମ୍ଭ ମଧ୍ୟରେ ଯେ ଅଛନ୍ତି, ସେ ଜାଗତିକ ଲୋକମାନଙ୍କଠାରେ ଥିବା ଶୟତାନଠାରୁ ମଧ୍ୟ ମହାନ୍। 5 ସେହି ଲୋକମାନେ ଜଗତର ଅଟନ୍ତି। ସେଥିପାଇଁ ସେମାନଙ୍କର କଥାଗୁଡ଼ିକ ଜାଗତିକ ଅଟେ। ଏବଂ ଜଗତ ସେମାନଙ୍କ କଥା ଶୁଣେ। 6 କିନ୍ତୁ ଆମ୍ଭେ ସବୁ ପରମେଶ୍ୱରଙ୍କର। ତେଣୁ ପରମେଶ୍ୱରଙ୍କୁ ଜାଣିଥିବା ଲୋକ ଆମ୍ଭ କଥା ଶୁଣେ। ଯେଉଁ ଲୋକ ପରମେଶ୍ୱରଙ୍କର ନୁହେଁ, ସେ ଆମ୍ଭ କଥା ଶୁଣେ ନାହିଁ। ଏହିପରି ଭାବରେ ଆମ୍ଭେ ସତ୍ୟମୟ ଆତ୍ମା ଓ ଲୋକମାନଙ୍କୁ ବିଭ୍ରାନ୍ତ କରୁଥିବା ଆତ୍ମାକୁ ଚିହ୍ନି ପାରିବା।
2010 by World Bible Translation Center