Revised Common Lectionary (Semicontinuous)
10 ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଦୂରରେ ରହିଅଛ?
ଯେଉଁମାନେ ବିପଦରେ ପଡ଼ନ୍ତି ସେମାନେ ତୁମ୍ଭକୁ ଦେଖି ପାରନ୍ତି ନାହିଁ।
2 ଗର୍ବୀ ଓ ଦୁଷ୍ଟ ଲୋକମାନେ କୁମନ୍ତ୍ରଣା କରନ୍ତି
ଓ ସେମାନେ ଗରିବ ଲୋକମାନଙ୍କର କ୍ଷତି କରନ୍ତି।
3 ଦୁଷ୍ଟ ଲୋକମାନେ ଆପଣା ମନସ୍କାମନା ବିଷୟରେ ଗର୍ବ ଅନୁଭବ କରନ୍ତି
ଓ ସେହି ଲୋଭୀ ଲୋକମାନେ ପରମେଶ୍ୱରଙ୍କୁ ଅଭିଶାପ ଦିଅନ୍ତି।
ଏହି ଉପାୟରେ ସେହି ମନ୍ଦ ଲୋକମାନେ ଦେଖାଇ ଦେବାକୁ ଗ୍ଭହାନ୍ତି ସେମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି।
4 ଦୁଷ୍ଟମାନେ ଅହଂକାର ବଶତଃ ପରମେଶ୍ୱରଙ୍କୁ ଅନୁସରଣ କରନ୍ତି ନାହିଁ।
ସେମାନେ ସେମାନଙ୍କର ମନ୍ଦ ଯୋଜନାରେ ବ୍ୟସ୍ତ ରହନ୍ତି।
ସେମାନେ ଭାବନ୍ତି ଯେ, ପରମେଶ୍ୱର ଜାଣନ୍ତି ନାହିଁ।
5 ମନ୍ଦ ଲୋକମାନେ ସବୁବେଳେ ମନ୍ଦକାର୍ଯ୍ୟ କରିବାକୁ ମନ ବଳାନ୍ତି।
ସେମାନେ ପରମେଶ୍ୱରଙ୍କ ବ୍ୟବସ୍ଥା ଓ ସମସ୍ତ ଉତ୍ତମ ଶିକ୍ଷାକୁ ଗ୍ରହଣ କରନ୍ତି ନାହିଁ।
ପରମେଶ୍ୱରଙ୍କର ଶତ୍ରୁମାନେ ତାହଙ୍କର ଉପଦେଶକୁ ଅବଜ୍ଞା କରନ୍ତି।
6 ସେହି ଲୋକମାନେ ଭାବନ୍ତି ଯେ, ସେମାନଙ୍କ ଉପରେ କେବେ ବିପଦ ଆସିବ ନାହିଁ।
ସେମାନେ କହନ୍ତି, “ଆମ୍ଭର ସବୁବେଳେ ଭଲ ହେବ ଏବଂ କେବେ ବି ଆମ୍ଭେ ଦଣ୍ଡ ପାଇବୁ ନାହିଁ।”
7 ସେହି ଲୋକମାନେ ସବୁବେଳେ ଈଶ୍ୱରଙ୍କୁ ତିରସ୍କାର କରନ୍ତି।
ସେମାନେ ସବୁବେଳେ ଅନ୍ୟମାନଙ୍କ ବିଷୟରେ ମନ୍ଦ କଥା କହନ୍ତି।
ସେମାନେ ସବୁବେଳେ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରନ୍ତି।
8 ସେହି ଲୋକମାନେ ଗୁପ୍ତସ୍ଥାନରେ ଲୁଚି ରହି ଲୋକମାନଙ୍କୁ ଧରିବା ପାଇଁ ଅପେକ୍ଷା କରନ୍ତି।
ସେମାନେ ଗୋପନରେ ରହି ଲୋକଙ୍କୁ ଆଘାତ କରିବାକୁ ଚେଷ୍ଟା କରନ୍ତି।
ସେମାନେ ନିର୍ଦ୍ଦୋଷ ଲୋକଙ୍କୁ ହତ୍ୟା କରନ୍ତି।
9 ସେହି ଦୁଷ୍ଟ ଲୋକମାନେ ସିଂହ ଭଳି ଅନ୍ୟ ପ୍ରାଣୀମାନଙ୍କୁ ଧରି ଖାଇ ଯାଆନ୍ତି
ସେମାନେ ଗରିବ ଲୋକମାନଙ୍କୁ ଆକ୍ରମଣ କରନ୍ତି।
ସେହି ନିରୀହ ଲୋକମାନେ ସହଜରେ
ସେହି ଦୁଷ୍ଟମାନଙ୍କ ଦ୍ୱାରା ବସାଯାଇଥିବା ଯନ୍ତାରେ ପଡ଼ି ଯାଆନ୍ତି।
10 ବାରମ୍ବାର ସେହି ଦୁଷ୍ଟ ଲୋକମାନେ
ନିରୀହ ଲୋକମାନଙ୍କର କ୍ଷତି କରନ୍ତି।
11 ତେଣୁ ସେହି ନିରୀହ ଲୋକମାନେ ଭାବିବାକୁ ଲାଗନ୍ତି, “ପରମେଶ୍ୱର ଆମ୍ଭମାନଙ୍କୁ ଭୁଲି ଯାଇଛନ୍ତି।
ସେ ଆମ୍ଭମାନଙ୍କଠାରୁ ବହୁ ଦୂରକୁ ଗ୍ଭଲି ଯାଇଛନ୍ତି।
ଆମ୍ଭମାନଙ୍କ ଉପରେ ଯାହା ଘଟୁଛି ସେ ବୋଧହୁଏ ଦେଖୁ ନାହାନ୍ତି।”
12 ହେ ସଦାପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ, ଏବଂ ଆମ୍ଭମାନଙ୍କ ପାଇଁ କିଛି କର।
ହେ ପରମେଶ୍ୱର ସେହି ଦୁଷ୍ଟମାନଙ୍କୁ ଦଣ୍ଡ ଦିଅ!
ଗରିବ ଲୋକମାନଙ୍କୁ ଭୁଲି ଯାଅ ନାହିଁ।
13 କାହିଁକି ଦୁଷ୍ଟ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଯାଆନ୍ତି?
କାରଣ ସେମାନେ ଭାବନ୍ତି ଯେ, ସେ ତାଙ୍କୁ ଦଣ୍ଡ ଦେବେ ନାହିଁ।
14 ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ସେହି ନଷ୍ଠୁର ଲୋକମାନଙ୍କ କାର୍ଯ୍ୟ ଦେଖୁଅଛ।
ଥରେ ସେହି ମନ୍ଦକାର୍ଯ୍ୟକୁ ଗ୍ଭହଁ, ଓ କିଛି କର।
ଯେଉଁମାନେ ବିପଦରେ ପଡ଼ନ୍ତି, ନିଶ୍ଚୟ ତୁମ୍ଭ ନିକଟକୁ ସାହାଯ୍ୟ ପାଇଁ ଆସନ୍ତି।
ହେ ସଦାପ୍ରଭୁ ତୁମ୍ଭେ ହେଉଛ ଏକମାତ୍ର, ଯିଏକି ସେହି ପିତୃହୀନମାନଙ୍କୁ ସାହାଯ୍ୟ କରିପାର।
15 ହେ ସଦାପ୍ରଭୁ, ତୁମ୍ଭେ ଦୁଷ୍ଟମାନଙ୍କୁ ଧ୍ୱଂସ କର।
ସେମାନଙ୍କର କୁକାର୍ଯ୍ୟ ପାଇଁ ସେମାନଙ୍କୁ ଦଣ୍ଡିତ କର, ସେମାନେ ଧ୍ୱଂସ ହୋଇ ନ ଯିବା ପର୍ଯ୍ୟନ୍ତ।
16 ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି।
ସେହି ଦୁଷ୍ଟମାନଙ୍କୁ ତୁମ୍ଭ ରାଜ୍ୟରୁ ବିତାଡ଼ିତ କର।
17 ହେ ସଦାପ୍ରଭୁ, ତୁମ୍ଭେ ସେହି ନିରୀହ ଲୋକମାନଙ୍କର ଡାକ ଶୁଣିଛ ବା ସେମାନେ ଯାହା ଗ୍ଭହୁଁଛନ୍ତି ଜାଣିପାରୁଛ।
ସେମାନଙ୍କର ପ୍ରାର୍ଥନା ଶୁଣ ଓ ସେମାନେ ଯାହା ଗ୍ଭହୁଁଛନ୍ତି ତାହା ପ୍ରଦାନ କର।
18 ହେ ସଦାପ୍ରଭୁ, ଯେଉଁ ପିଲାମାନଙ୍କର ପିତାମାତା ନାହାନ୍ତି ସେମାନଙ୍କୁ ରକ୍ଷା କର।
ଯେଉଁମାନେ ଅଧିକ ବିପଦରେ ପଡ଼ିଛନ୍ତି, ସେହି ଲୋକମାନଙ୍କୁ ଅଧିକ ଦୁଃଖୀ କରାଅ ନାହିଁ।
ତେଣୁ ଦୁଷ୍ଟ ଲୋକମାନଙ୍କ ମନରେ ଭୟ ସଞ୍ଚାର କର, ଯେଉଁମାନେ ଏଠାରେ ଅଛନ୍ତି।
27 “ହେ ଯିରିମିୟ, ତୁମ୍ଭେ ଏହିକଥା ସେମାନଙ୍କୁ କହିବ। ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ। ତୁମ୍ଭେ ସେମାନଙ୍କୁ ଆହ୍ୱାନ କରିବ, ମାତ୍ର ସେମାନେ ତୁମ୍ଭକୁ ଉତ୍ତର କରିବେ ନାହିଁ। 28 ତେଣୁ ତୁମ୍ଭେ ସେମାନଙ୍କୁ କହିବ, ‘ସେମାନେ ହେଉଛନ୍ତି ଏକ ଗୋଷ୍ଠୀ ଯେଉଁମାନେ କି ସଦାପ୍ରଭୁ, ଆପଣା ପରମେଶ୍ୱରଙ୍କ କଥାପ୍ରତି ଅବଧାନ କରନ୍ତି ନାହିଁ। ସେମାନେ ପରମେଶ୍ୱରଙ୍କ ଶିକ୍ଷା ଗ୍ରହଣ କରନ୍ତି ନାହିଁ। ବିଶ୍ୱସନୀୟତା ଉଭେଇ ଯାଇଛି। ଏହା ସେମାନଙ୍କ ମୁଖରୁ ଅଦୃଶ୍ୟ ହୋଇ ଯାଇଛି।’
ହତ୍ୟା ଉପତ୍ୟକା
29 “ହେ ଯିରିମିୟ, ଆପଣା ମସ୍ତକର କେଶ କାଟି ପକାଇ ଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର। କାରଣ ସଦାପ୍ରଭୁ ଏହି ବଂଶପ୍ରତି କ୍ରୋଧଭାବ ଓ ବିମୁଖତା ପ୍ରକାଶ କରି ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଛନ୍ତି। 30 ଏହା କର କାରଣ ଯିହୁଦାର ସନ୍ତାନଗଣ ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ ତାହା କଲେ। ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ‘ଅଶୁଚି’ କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତ୍ର ତହିଁ ମଧ୍ୟରେ ରଖିଛନ୍ତି। 31 ସେମାନେ ନିଜ ନିଜର ପୁତ୍ରକନ୍ୟାମାନଙ୍କୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି। ଏହା ଆମ୍ଭେ କେବେ ଆଜ୍ଞା କରି ନାହୁଁ କିଅବା ଆମ୍ଭ ମନରେ ସେ ଭାବ କେବେ ଉଦୟ ହୋଇ ନାହିଁ।” 32 ତେଣୁ ସଦାପ୍ରଭୁ କହନ୍ତି, “ଦେଖ, ଏପରି ଏକ ସମୟ ଆସୁଛି ଯେତେବେଳେ ତାହା ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମରେ ଆଉ ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ। କାରଣ ଲୋକମାନେ ଆଉ ସ୍ଥାନ ନ ପାଇ ତୋଫତ୍ରେ କବର ଦେବେ। 33 ସେତେବେଳେ ମୃତବ୍ୟକ୍ତିଙ୍କ ଶବଗୁଡ଼ିକ ଆକାଶର ପକ୍ଷୀମାନଙ୍କର ଓ ଭୂଚର ପଶୁମାନଙ୍କର ଖାଦ୍ୟ ହେବ। ସେମାନଙ୍କୁ ତଡ଼ିବାକୁ କେହି ଜୀବିତ ରହିବେ ନାହିଁ। 34 ସେ ସମୟରେ ଆମ୍ଭେ ଯିହୁଦାର ନଗରଗୁଡ଼ିକରେ ଓ ଯିରୁଶାଲମର ସଡ଼କମାନଙ୍କରେ ସୁଖ ଓ ଆନନ୍ଦଧ୍ୱନି ଦୂର କରିବା। ବର କନ୍ୟାମାନଙ୍କର ଆମୋଦ ଧ୍ୱନି ଆଉ ଯିରୁଶାଲମରେ ଶୁଣାଯିବ ନାହିଁ। କାରଣ ସମଗ୍ର ଦେଶ ଧ୍ୱଂସ ସ୍ତୁପରେ ପରିଣତ ହେବ।”
ଯୀଶୁ ବିଶ୍ରାମବାରରେ ଜଣେ ରୋଗୀକୁ ସୁସ୍ଥ କଲେ(A)
6 ଆଉ ଗୋଟିଏ ବିଶ୍ରାମବାରରେ ଯୀଶୁ ଯିହୂଦୀ ସମାଜଗୃହକୁ ଗଲେ। ସେଠାରେ ସେ ଲୋକମାନଙ୍କୁ ଉପଦେଶ ଦେଲେ। ସେଠାରେ ଗୋଟିଏ ଲୋକ ଥିଲା, ଯାହାର ଡାହାଣ ହାତଟି ପଙ୍ଗୁ ହୋଇ ଯାଇଥିଲା। 7 ବିଶ୍ରାମବାରରେ ଯୀଶୁ କାହାରିକୁ ସୁସ୍ଥ କରି ଦେଉଛନ୍ତି କି ନାହିଁ ତାହା ଦେଖିବା ପାଇଁ ସେଠାରେ ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଅପେକ୍ଷା କରି ରହିଥିଲେ। ସେମାନେ ଦେଖିବାକୁ ଗ୍ଭହୁଁଥିଲେ ଯେ, ଯୀଶୁ କିଛି ଭୁଲ୍ କାମ କଲେ ସେମାନେ ତାହାଙ୍କୁ ଦୋଷୀ ସାବ୍ୟସ୍ତ କରି ପାରିବେ। 8 କିନ୍ତୁ ସେମାନେ କ’ଣ ଭାବୁଛନ୍ତି, ତାହା ଯୀଶୁ ଜାଣି ପାରିଲେ। ତେଣୁ ଯେଉଁ ଲୋକଟିର ହାତ ପଙ୍ଗୁ ହୋଇ ଯାଇଥିଲା, ଯୀଶୁ ତାହାକୁ କହିଲେ, “ଉଠ ଓ ସମସ୍ତଙ୍କ ଆଗରେ ଠିଆ ହୋଇ ଯାଅ।” ସେ ଉଠିପଡ଼ି ସମସ୍ତଙ୍କ ଆଗରେ ଠିଆ ହୋଇଗଲା। 9 ତା’ପରେ ଯୀଶୁ ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ପଗ୍ଭରୁଛି ବିଶ୍ରାମବାରରେ କାହାରି ମଙ୍ଗଳ କରିବା ନା କାହାରି କ୍ଷତି କରିବା ଉଚିତ୍? କାହାରି ଜୀବନ ରକ୍ଷା କରିବା ଉଚିତ୍ ନା କାହାରି ଜୀବନ ନଷ୍ଟ କରିବା।”
10 ଯୀଶୁ ଗ୍ଭରିଆଡ଼କୁ ସମସ୍ତଙ୍କ ଉପରେ ଦୃଷ୍ଟି ପକେଇଲେ ଓ ପୁଣି ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ବଢ଼ାଅ।” ସେ ସେହିଭଳି କଲା ଓ ତା’ ହାତ ପୁଣି ସୁସ୍ଥ ହୋଇଗଲା। 11 ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଖୁବ୍ ରାଗିଗଲେ। ସେମାନେ ନିଜ ନିଜ ଭିତରେ କଥାବାର୍ତ୍ତା କଲେ, “ଯୀଶୁଙ୍କ ପାଇଁ କ’ଣ କରାଯିବ?”
2010 by World Bible Translation Center