Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 81:1

ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଆସଫର ଗୀତ।

81 ଆମ୍ଭମାନଙ୍କ ବଳସ୍ୱରୂପ ପରମେଶ୍ୱରଙ୍କର ଉଦ୍ଦେଶ୍ୟରେ ଉଚ୍ଚ ସ୍ୱରରେ ଜୟଗାନ କର।
    ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।

ଗୀତସଂହିତା 81:10-16

10 ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର,
    ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲୁ।
ତୁମ୍ଭର ମୁଖ ବଡ଼ କରି ଖୋଲ,
    ଆମ୍ଭେ ଖୁଆଇ ଦେବା।

11 “କିନ୍ତୁ ଆମ୍ଭର ଲୋକମାନେ ଆମ୍ଭର କଥାକୁ ଶୁଣିଲେ ନାହିଁ।
    ଇସ୍ରାଏଲବାସୀ ଆମ୍ଭର କଥା ମାନିଲେ ନାହିଁ।
12 ତେଣୁ ଆମ୍ଭେ ସେମାନଙ୍କୁ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରିବାକୁ ଦେଲୁ।
    ଇସ୍ରାଏଲୀୟମାନେ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟମାନ କଲେ।
13 ଭଲହୁଅନ୍ତା, ଯଦି ଆମ୍ଭର ଲୋକମାନେ ଆମ୍ଭର କଥା ଶୁଣିଥା’ନ୍ତେ
    ଓ ଇସ୍ରାଏଲବାସୀ ଆମ୍ଭେ ଗ୍ଭହିଁଥିବା ଅନୁସାରେ ରହିଥା’ନ୍ତେ?
14 ତେବେ, ଆମ୍ଭେ ସେମାନଙ୍କର ଶତ୍ରୁମାନଙ୍କୁ ପରାସ୍ତ କରିବା।
    ଆମ୍ଭେ ସେମାନଙ୍କର ଶତ୍ରୁଗଣକୁ ଦଣ୍ଡିତ କରିବା।
15 ସଦାପ୍ରଭୁଙ୍କ ଘୃଣାକାରୀମାନେ ଭୟରେ ଥରିବେ।
    ସେମାନଙ୍କର ଦଣ୍ଡ ଚିରଦିନ ଧରି ରହିବ ଓ ସର୍ବଦା ଦଣ୍ଡ ପାଇବେ।
16 ଆମ୍ଭେ ତୁମ୍ଭମାନଙ୍କୁ ଉତ୍ତମ ଗହମ ସହ ଖୁଆଇବା।
    ଆମ୍ଭେ ତୁମ୍ଭମାନଙ୍କୁ ଶୈଳରୁ ମଧୁ ଦେଇ ସନ୍ତୁଷ୍ଟ କରିବା।”

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 12:1-13

ଯିରିମିୟ ପରମେଶ୍ୱରଙ୍କ ନିକଟରେ ଅଭିଯୋଗ କରନ୍ତି

12 ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ବିପକ୍ଷରେ ଅଭିଯୋଗ ଆଣେ,
    ତୁମ୍ଭେ ସର୍ବଦା ଉଚିତ୍ ଅଟ,
କିନ୍ତୁ ତଥାପି ତୁମ୍ଭ ନିଷ୍ପତ୍ତି ବିରୁଦ୍ଧରେ ମୁଁ ପ୍ରତିବାଦ କରିବି।
    ଦୁଷ୍ଟ ଲୋକମାନେ କାହିଁକି କୃତକାର୍ଯ୍ୟ ହୁଅନ୍ତି?
    ଅତି ବିଶ୍ୱାସଘାତକ କାହିଁକି ନିରାପଦରେ ରହନ୍ତି?
ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନଙ୍କର ମୂଳ ଦୃଢ଼ ହୋଇଅଛି।
    ସେମାନେ ବଡ଼ ଫୁଲ ଫଳ ଦିଅନ୍ତି।
ସେମାନେ ଯଦିଓ ମୁହଁରେ କହନ୍ତି, ତୁମ୍ଭେ ଆମ୍ଭର ଅତିପ୍ରିୟ,
    ମାତ୍ର ପ୍ରକୃତରେ ସେମାନେ ଅନ୍ତଃକରଣରେ ତୁମ୍ଭଠାରୁ ଦୂରରେ ଥା’ନ୍ତି।
ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ।
    ତୁମ୍ଭେ ମୋତେ ଦେଖୁଅଛ ଓ ମୋର ହୃଦୟ ପରୀକ୍ଷା କରି ମୋର ମନ କିପରି, ଜାଣୁଅଛ।
ସେହି ମନ୍ଦ ଲୋକମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣି ନିଅ
    ଓ ହତ୍ୟା ଦିନରେ ସେମାନଙ୍କୁ ହତ୍ୟା ପାଇଁ ପ୍ରସ୍ତୁତ ରଖ।
କେତେକାଳ ଦେଶ ଶୁଷ୍କ ରହିବ
    ଓ ସମୁଦାୟ ଦେଶରେ ତୃଣ ଶୁଷ୍କ ରହିବ?
ଦେଶର ଲୋକମାନଙ୍କର ଦୁଷ୍ଟତା ଯୋଗୁଁ
    ପଶୁ ଓ ପକ୍ଷୀସବୁ କ୍ଷୟ ପାଇଛନ୍ତି।
କାରଣ ଲୋକମାନେ କହିଲେ,
    “ଯିରିମିୟ ଦୀର୍ଘଦିନ ବଞ୍ଚି ଆମ୍ଭମାନଙ୍କର ଶେଷାବସ୍ଥା ଦେଖିବ ନାହିଁ।”

ଯିରିମିୟଙ୍କୁ ପରମେଶ୍ୱରଙ୍କ ଉତ୍ତର

“ହେ ଯିରିମିୟ ତୁମ୍ଭେ ଯଦି ପଦାତିକମାନଙ୍କ ପଛରେ ଦୌଡ଼ି କ୍ଳାନ୍ତ ହୋଇପଡ଼ିଛ,
    ତେବେ ଅଶ୍ୱମାନଙ୍କ ସହିତ କିପରି ଋଣ କରି ପାରିବ?
ତୁମ୍ଭେ ଯଦି ଶାନ୍ତି ଦେଶରେ ବିବ୍ରତ ହେଉଛ,
    ତେବେ ଯର୍ଦ୍ଦନର ଦର୍ପ ସ୍ଥାନରେ ତୁମ୍ଭେ କ’ଣ କରିବ?
ଏହି ଲୋକମାନେ ତୁମ୍ଭର ଭ୍ରାତୃଗଣ ଓ ତୁମ୍ଭ ପରିବାରର ଲୋକ ସଦୃଶ।
    ସେହି ଲୋକ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି।
    ସେମାନେ ତୁମ୍ଭ ପଶ୍ଚା‌‌‌ତ୍‌‌‌ଧାବନ କରି ଉଚ୍ଚସ୍ୱରରେ ଡାକ ପକାଇଛନ୍ତି।
ସେମାନେ ବନ୍ଧୁଭଳି ତୁମ୍ଭକୁ ମିଠା କଥା କହିଲେ ହେଁ
    ସେମାନଙ୍କୁ ବିଶ୍ୱାସ କର ନାହିଁ।

ସଦାପ୍ରଭୁ ତାଙ୍କର ଲୋକ, ଯିହୁଦାକୁ ପରିତ୍ୟାଗ କରନ୍ତି

“ଆମ୍ଭେ ସଦାପ୍ରଭୁ, ଆପଣା ଗୃହ ପରିତ୍ୟାଗ କରିଅଛୁ।
    ଆମ୍ଭେ ନିଜର ଅଧିକାର ଛାଡ଼ି ଦେଇଅଛୁ।
ଆମ୍ଭେ ଆପଣା ପ୍ରାଣର ପ୍ରିୟତମା ଯିହୁଦାକୁ
    ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ।
ଆମ୍ଭ ନିଜର ଲୋକ ଅରଣ୍ୟ ସିଂହ ସଦୃଶ ଆମ୍ଭର ଅଧିକାର ପ୍ରତି ବିରୁଦ୍ଧାଚରଣ କରିଛନ୍ତି।
    ସେମାନେ ଆମ୍ଭ ବିରୁଦ୍ଧରେ ହୁଙ୍କାର ଦେଇଅଛନ୍ତି।
    ତେଣୁ ଆମ୍ଭେ ସେମାନଙ୍କୁ ଘୃଣାକରି ଦୂରେଇ ଦେଇଅଛୁ।
ଆମ୍ଭର ନିଜ ଲୋକ ଶିକାରୀ ପକ୍ଷୀ ବେଷ୍ଟିତ
    ମୃଗପ୍ରାଣୀ ସଦୃଶ ହୋଇଅଛନ୍ତି।
ସେମାନେ ତା’ର ବିରୁଦ୍ଧରେ ଗ୍ଭରିଆଡ଼େ ଘେରି ରହିଅଛନ୍ତି,
    ତୁମ୍ଭେମାନେ ଯାଇ ବନ୍ୟ ପଶୁମାନଙ୍କୁ
    ଗ୍ରାସ କରାଇବା ନିମନ୍ତେ ଏକତ୍ର କରି ଆଣ।
10 ଅନେକ ମେଷପାଳକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି।
    ସେମାନେ ଆମ୍ଭର ଭୂମିକୁ ପଦଦଳିତ କରିଅଛନ୍ତି।
    ସେମାନେ ଆମ୍ଭର ମନୋରମ ଭୂମିକୁ ଧ୍ୱଂସକରି ପ୍ରାନ୍ତରରେ ପରିଣତ କରିଅଛନ୍ତି।
11 ସେମାନେ ତାହାକୁ ଧ୍ୱଂସିତ, ଶୁଷ୍କ
    ଓ ମୃତ ଭୂମିରେ ପରିଣତ କରିଅଛନ୍ତି।
ତାହା ଏକ ଜନଶୂନ୍ୟ ପ୍ରାନ୍ତର ହୋଇଅଛି।
    କେହି ଜଣେ ହେଲେ ତା’ର ଯତ୍ନ ନେବାକୁ ରହି ନାହାନ୍ତି।
12 ଧ୍ୱଂସକାରୀଗଣ ପ୍ରାନ୍ତରସ୍ଥ
    ବୃକ୍ଷଶୂନ୍ୟ ଗିରି ସକଳର ଉପରକୁ ଆସିଅଛନ୍ତି।
କାରଣ ସଦାପ୍ରଭୁଙ୍କ ‌‌ଖ‌ଡ଼୍‌ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି।
    କୌଣସି ପ୍ରାଣୀ ନିରାପଦ ନୁହେଁ।
13 ସେମାନେ ଗହମ ବୁଣି
    କଣ୍ଟା ଅମଳ କରିଛନ୍ତି।
ସେମାନେ ବହୁ ପରିଶ୍ରମ କରି ମଧ୍ୟ
    କିଛି ଫଳ ପାଇ ନାହାନ୍ତି।
ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ଯୋଗୁଁ
    ସେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବେ।”

ପିତରଙ୍କ ପ୍ରଥମ ପତ୍ର 4:7-11

ପରମେଶ୍ୱରଙ୍କ ଦାନଗୁଡ଼ିକର ଭଲ ତତ୍ତ୍ୱାବଧାରକ ହୁଅ

ସବୁ ବିଷୟ ସମାପ୍ତ ହେବାର ସମୟ ନିକଟତର ହେଲାଣି। ଅତଏବ ନିଜର ମନକୁ ଶୁଚି ରଖ ଏବଂ ନିଜକୁ ସଂଯତ କର। ଏହା ତୁମ୍ଭକୁ ପ୍ରାର୍ଥନା କରିବାରେ ସାହାଯ୍ୟ କରିବ। ସବୁଠାରୁ ବଡ଼ କଥା ହେଲା ଯେ, ପରସ୍ପରକୁ ନିବିଡ଼ ଭାବେ ପ୍ରେମ କର। ପ୍ରେମ ଅନେକ ପାପ ଆଚ୍ଛାଦିତ କରେ। କୌଣସି ପ୍ରକାରର ଆପତ୍ତି ନ ଉଠାଇ ପରସ୍ପରକୁ ନିଜ ଘରକୁ ସ୍ୱାଗତ ଜଣାଅ। 10 ତୁମ୍ଭ ମଧ୍ୟରୁ ପ୍ରତ୍ୟେକେ ଗୋଟିଏ ଗୋଟିଏ ଆଧ୍ୟାତ୍ମିକ ଦାନ ପରମେଶ୍ୱରଙ୍କଠାରୁ ପାଇଛ। ପରମେଶ୍ୱର ଅନେକ ପ୍ରକାରେ ତାହାଙ୍କର ଅନୁଗ୍ରହ ତୁମ୍ଭକୁ ଦେଖାଇଛନ୍ତି। ତୁମ୍ଭେ ତାହାଙ୍କର ଦାନଗୁଡ଼ିକୁ ଦାୟିତ୍ୱପୂର୍ଣ୍ଣ ସହିତ ପରମେଶ୍ୱରଙ୍କ ସେବକ ଭଳି ବ୍ୟବହାର କର। ଅତଏବ ଭଲ ସେବକ ହୋଇ ପରସ୍ପରର ସେବାରେ ସେଗୁଡ଼ିକୁ ଲଗାଅ। 11 ଯେଉଁ ଲୋକ କହିବାକୁ ଗ୍ଭହେଁ, ସେ ପରମେଶ୍ୱରଙ୍କ ବାକ୍ୟରୁ କଥା କହୁ। ଯେଉଁ ଲୋକ ସେବା କରିବ, ସେ ପରମେଶ୍ୱରଙ୍କ ପ୍ରଦତ୍ତ ଶକ୍ତି ସାହାଯ୍ୟରେ ସେବା କରୁ। ତୁମ୍ଭେ ଏହିସବୁ କାମ ଏପରି ଭାବରେ କରିବା ଉଚିତ୍ ଯେ, ଖ୍ରୀଷ୍ଟଙ୍କ ମାଧ୍ୟମରେ ଯେପରି ପରମେଶ୍ୱର ସମସ୍ତ ବିଷୟରେ ପ୍ରଶଂସା ପାଇବେ। କ୍ଷମତା ଓ ମହିମା ସଦାସର୍ବଦା ପାଇଁ ତାହାଙ୍କର ଅଟେ। ଆମେନ୍।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center