Revised Common Lectionary (Semicontinuous)
4 ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ ବଂଶର ଗୋଷ୍ଠୀସବୁ,
ସଦାପ୍ରଭୁଙ୍କର ବାକ୍ୟ ଶୁଣ।
5 ସଦାପ୍ରଭୁ ଏହି କଥା କହନ୍ତି,
“ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ,
ସେମାନେ ଆମ୍ଭଠାରୁ ଦୂରେଇ ଯାଇଅଛନ୍ତି
ଓ ଅସାର ଦେବତାମାନଙ୍କର ପଶ୍ଚାଦ୍ଗମନ କରି
ଅସାର ହୋଇଅଛନ୍ତି?
6 ତୁମ୍ଭର ପୂର୍ବପୁରୁଷଗଣ କହିଲେ ନାହିଁ,
‘ଯେ ଆମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ,
ଯେ ପ୍ରାନ୍ତରରେ ମରୁଭୂମି
ଓ ଗର୍ତ୍ତମୟ ଦେଶରୁ
ଆଉ ନିର୍ଜନ ଓ ମୃତ୍ୟୁଛାୟାରୂପ ଦେଶରୁ,
ପୁଣି ପଥିକବିହୀନ
ଓ ନିବାସୀଶୂନ୍ୟ ଦେଶ ମଧ୍ୟରୁ
ଆମ୍ଭମାନଙ୍କୁ କଢ଼ାଇ ଆଣିଲେ,
ସେହି ସଦାପ୍ରଭୁ କାହାନ୍ତି?’
7 ପୁଣି ସଦାପ୍ରଭୁ କହନ୍ତି, “ମୁଁ ତୁମ୍ଭମାନଙ୍କୁ ଏକ ଉର୍ବର ଦେଶକୁ ଆଣିଲି,
ଯେଉଁଠାରେ ତୁମ୍ଭେମାନେ ଅତି ଉତ୍ତମ ଖାଦ୍ୟ
ଓ ଫଳ ଭୋଜନ କରିବ।
ମାତ୍ର ତୁମ୍ଭେମାନେ ପ୍ରବେଶ କଲାପରେ
ମୋ’ ଦେଶକୁ ‘ଅଶୁଚି’
ଓ ମୋର ବିରୁଦ୍ଧାଚରଣ କଲ।
8 “ଯାଜକମାନେ କହିଲେ ନାହିଁ ଯେ, ‘ସଦାପ୍ରଭୁ କାହାନ୍ତି,’
ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ,
ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ,
ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ
ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ
ଓ ନିଷ୍ଫଳ ବସ୍ତୁମାନଙ୍କର ପଶ୍ଚାଦ୍ଗମନ କଲେ।”
9 ତେଣୁ ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କର ନାତି-ନାତୁଣୀମାନଙ୍କର ବିରୁଦ୍ଧରେ
ଆମ୍ଭେ ଏକ ମକଦ୍ଦମା କରିବା।
10 ସାଗର ପାର ହୋଇ କିତ୍ତୀୟମାନଙ୍କର ଦ୍ୱୀପ ସମୂହକୁ ଯାଅ।
ଆଉ କେଦରକୁ ଲୋକ ପଠାଅ
ଓ ଉତ୍ତମ ରୂପେ ବିବେଚନା କରି ଦେଖ,
ସେଠାରେ କେହି ଏପରି କାର୍ଯ୍ୟ କେବେ କରିଅଛି କି?
11 କୌଣସି ଦେଶର ଲୋକମାନେ ସେମାନଙ୍କର ଦେବଗଣଙ୍କୁ ପରିତ୍ୟାଗ କରିଅଛନ୍ତି କି,
ଯଦିଓ ସେମାନେ ମୂର୍ତ୍ତି ଥିଲେ
ଏବଂ ପ୍ରକୃତ ପରମେଶ୍ୱର ନୁହନ୍ତି?
ମାତ୍ର ମୋର ଲୋକମାନେ ସେମାନଙ୍କର ମହିମାମୟ ପରମେଶ୍ୱରଙ୍କୁ ନିଷ୍ଫଳ ବସ୍ତୁ ବଦଳରେ ପରିତ୍ୟାଗ କରିଅଛନ୍ତି,
ଯାହାର ସେମାନଙ୍କୁ ପ୍ରଦାନ କରିବା ପାଇଁ କିଛି ନ ଥାଏ।
12 “ହେ ସ୍ୱର୍ଗ, ଚକିତ
ଓ ଭୟରେ କମ୍ପିତ ହୁଅ।”
ସଦାପ୍ରଭୁ ଏହା କହିଲେ।
13 “କାରଣ ଆମ୍ଭର ଲୋକମାନେ ଦୁଇଟି ପାପ କରିଅଛନ୍ତି।
ପ୍ରଥମତଃ ସେମାନେ ମୋତେ ପରିତ୍ୟାଗ କରିଅଛନ୍ତି
ଯଦିଓ ମୁଁ ଏକ ଜୀବନଦାୟୀନୀ ନିର୍ଝର ଅଟେ
ଓ ଦ୍ୱିତୀୟରେ ନିଜ ପାଇଁ ସେମାନେ ବହୁ ଜଳକୁଣ୍ଡ ଖୋଳିଅଛନ୍ତି।
ମାତ୍ର ସେହି ଭଙ୍ଗା ଜଳକୁଣ୍ଡ ସବୁ ଜଳ ରଖିପାରନ୍ତି ନାହିଁ।
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଆସଫର ଗୀତ।
81 ଆମ୍ଭମାନଙ୍କ ବଳସ୍ୱରୂପ ପରମେଶ୍ୱରଙ୍କର ଉଦ୍ଦେଶ୍ୟରେ ଉଚ୍ଚ ସ୍ୱରରେ ଜୟଗାନ କର।
ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
10 ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର,
ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲୁ।
ତୁମ୍ଭର ମୁଖ ବଡ଼ କରି ଖୋଲ,
ଆମ୍ଭେ ଖୁଆଇ ଦେବା।
11 “କିନ୍ତୁ ଆମ୍ଭର ଲୋକମାନେ ଆମ୍ଭର କଥାକୁ ଶୁଣିଲେ ନାହିଁ।
ଇସ୍ରାଏଲବାସୀ ଆମ୍ଭର କଥା ମାନିଲେ ନାହିଁ।
12 ତେଣୁ ଆମ୍ଭେ ସେମାନଙ୍କୁ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରିବାକୁ ଦେଲୁ।
ଇସ୍ରାଏଲୀୟମାନେ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟମାନ କଲେ।
13 ଭଲହୁଅନ୍ତା, ଯଦି ଆମ୍ଭର ଲୋକମାନେ ଆମ୍ଭର କଥା ଶୁଣିଥା’ନ୍ତେ
ଓ ଇସ୍ରାଏଲବାସୀ ଆମ୍ଭେ ଗ୍ଭହିଁଥିବା ଅନୁସାରେ ରହିଥା’ନ୍ତେ?
14 ତେବେ, ଆମ୍ଭେ ସେମାନଙ୍କର ଶତ୍ରୁମାନଙ୍କୁ ପରାସ୍ତ କରିବା।
ଆମ୍ଭେ ସେମାନଙ୍କର ଶତ୍ରୁଗଣକୁ ଦଣ୍ଡିତ କରିବା।
15 ସଦାପ୍ରଭୁଙ୍କ ଘୃଣାକାରୀମାନେ ଭୟରେ ଥରିବେ।
ସେମାନଙ୍କର ଦଣ୍ଡ ଚିରଦିନ ଧରି ରହିବ ଓ ସର୍ବଦା ଦଣ୍ଡ ପାଇବେ।
16 ଆମ୍ଭେ ତୁମ୍ଭମାନଙ୍କୁ ଉତ୍ତମ ଗହମ ସହ ଖୁଆଇବା।
ଆମ୍ଭେ ତୁମ୍ଭମାନଙ୍କୁ ଶୈଳରୁ ମଧୁ ଦେଇ ସନ୍ତୁଷ୍ଟ କରିବା।”
ଉପାସନା ଈଶ୍ୱରଙ୍କୁ ସନ୍ତୁଷ୍ଟ କରେ
13 ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରେମଭାବ ରଖିଥାଅ। 2 ନିଜ ଘରେ ସ୍ୱାଗତ ଜଣାଇ ସର୍ବଦା ଲୋକଙ୍କୁ ସାହାଯ୍ୟ କରିବା କଥା ମନେରଖ। କେତେବେଳେ ଏହିପରି କରି ଅଜଣାତରେ ସ୍ୱର୍ଗଦୂତମାନଙ୍କୁ ସାହାଯ୍ୟ କରିଛନ୍ତି। 3 ବନ୍ଦୀଘରେ ଥିବା ସେହି ଲୋକମାନଙ୍କୁ ଭୁଲି ଯାଅ ନାହିଁ। ତୁମ୍ଭେମାନେ ନିଜେ ମଧ୍ୟ ବନ୍ଦୀଘରେ ଥିବା ଭଳି ସେମାନଙ୍କୁ ମନେରଖ। ଯେଉଁମାନେ ଯାତନା ପାଉଛନ୍ତି, ସେମାନଙ୍କୁ ମଧ୍ୟ ଭୁଲ୍ ନାହିଁ। ମନେରଖ ଯେ, ତୁମ୍ଭେମାନେ ମଧ୍ୟ ସେମାନଙ୍କ ସ୍ଥାନରେ ଭବିଷ୍ୟତରେ ରହିପାର।
4 ବିବାହକୁ ସବୁଲୋକଙ୍କ ଦ୍ୱାରା ସମ୍ମାନ ମିଳିବା ଆବଶ୍ୟକ। ପ୍ରତ୍ୟେକ ବିବାହକୁ କେବଳ ଦୁଇ ଜଣଙ୍କ ଭିତରେ ନିର୍ଦ୍ଦିଷ୍ଟ ରଖିବା ଉଚିତ୍। ଯେଉଁମାନେ ଯୌନଗତ ପାପ ଓ ବ୍ୟଭିଗ୍ଭର କରୁଛନ୍ତି ପରମେଶ୍ୱର ସେମାନଙ୍କୁ ଦୋଷୀ ବୋଲି ବିଗ୍ଭର କରିବେ। 5 ନିଜ ଜୀବନକୁ ଧନର ଲୋଭରୁ ମୁକ୍ତ ରଖ। ତୁମ୍ଭମାନଙ୍କ ପାଖରେ ଯାହା ଅଛି, ସେଥିରେ ସନ୍ତୋଷ ଲାଭ କର। ପରମେଶ୍ୱର କହିଛନ୍ତି:
“ମୁଁ ତୁମ୍ଭକୁ କେବେ ହେଲେ ଛାଡ଼ିବି ନାହିଁ;
ମୁଁ ତୁମ୍ଭଠାରୁ କେବେ ହେଲେ ଦୂରେଇ ଯିବି ନାହିଁ।” (A)
6 ଅତଏବ ଆମ୍ଭେ ନିସନ୍ଦେହ ଭାବରେ କହିପାରିବା:
“ପ୍ରଭୁ ହେଉଛନ୍ତି ମୋର ସାହାଯ୍ୟକାରୀ,
ମୁଁ ଭୟ କରିବି ନାହିଁ,
ମନୁଷ୍ୟ ମୋର କିଛି କରି ପାରିବ ନାହିଁ।” (B)
7 ତୁମ୍ଭେମାନେ ତୁମ୍ଭମାନଙ୍କର ନେତାମାନଙ୍କୁ ମନେ ପକାଅ। ସେମାନେ ପରମେଶ୍ୱରଙ୍କ ବାକ୍ୟ ତୁମ୍ଭମାନଙ୍କୁ ଶିଖାଇଛନ୍ତି। ସେମାନେ କିପରି ଜୀବନଯାପନ କରିଥିଲେ, ଓ ମୃତ୍ୟୁ ଭୋଗ କଲେ ତାହା ମନେ ପକାଅ, ଏବଂ ସେମାନଙ୍କର ବିଶ୍ୱାସର ଉଦାହରଣକୁ ଅନୁସରଣ କର। 8 ଯୀଶୁ ଖ୍ରୀଷ୍ଟ ଗତକାଲି, ଆଜି ଓ ସବୁ ସମୟ ପାଇଁ ସମାନ ଅଟନ୍ତି।
15 ଅତଏବ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱରଙ୍କୁ ଆମ୍ଭର ବଳି ଉତ୍ସର୍ଗ କରିବା ବିଷୟ ଆମ୍ଭେ କେବେ ହେଲେ ବନ୍ଦ କରିବା ଉଚିତ୍ ନୁହେଁ। ମୁଖ ଦ୍ୱାରା ପ୍ରଶଂସାପୂର୍ବକ ତାହାଙ୍କର ନାମ ଉଚ୍ଚାରଣ ସେହି ‘ବଳି’ ଅଟେ। 16 ଅନ୍ୟମାନଙ୍କର ପାଇଁ ଭଲ କାମ କରିବା କେବେ ହେଲେ ଭୁଲି ଯାଅ ନାହିଁ। ତୁମ୍ଭମାନଙ୍କ ପାଖରେ ଯାହା ଅଛି ଅନ୍ୟ ଲୋକମାନଙ୍କ ସହିତ ଅଂଶୀ କର। ଏହିପରି ବଳିଗୁଡ଼ିକ ଦ୍ୱାରା ପରମେଶ୍ୱର ପ୍ରସନ୍ନ ହୁଅନ୍ତି।
ବିଶ୍ରାମବାରରେ ଲୋକଙ୍କୁ ସୁସ୍ଥ କରିଦେବା କ’ଣ ଠିକ୍
14 ଗୋଟିଏ ବିଶ୍ରାମବାରରେ ଯୀଶୁ ଜଣେ ପ୍ରଧାନ ଫାରୂଶୀଙ୍କ ଘରକୁ ତାହାଙ୍କ ସହିତ ଏକାଠି ଖାଇବା ପାଇଁ ଗଲେ। ସେଠାରେ ଥିବା ପ୍ରତ୍ୟେକ ଲୋକ ଯୀଶୁଙ୍କୁ ସତର୍କତାର ସହିତ ଲକ୍ଷ୍ୟ କରୁଥିଲେ।
ନିଜକୁ ମହାନ୍ ବୋଲି ଭାବ ନାହିଁ।
7 ଯୀଶୁ ଲକ୍ଷ୍ୟ କଲେ ଯେ, କେତେକ ଅତିଥି ବସିବା ପାଇଁ ଭଲ ଆସନଟିଏ ଖୋଜୁଥିଲେ। ତେଣୁ ଯୀଶୁ ଏହି ଦୃଷ୍ଟାନ୍ତ କହିଲେ: 8 “ଯଦି ଜଣେ ତୁମ୍ଭକୁ ବିବାହଉତ୍ସବରେ ନିମନ୍ତ୍ରଣ କରୁଛି, ତେବେ ସବୁଠାରୁ ମୁଖ୍ୟ ଆସନରେ ବସ ନାହିଁ। କାରଣ ସେହି ଲୋକଟି ତୁମ୍ଭଠାରୁ ଅଧିକ ମହାନ୍ ଲୋକକୁ ମଧ୍ୟ ଡାକି ଥାଇପାରେ। 9 ତୁମ୍ଭେ ଯଦି ସବୁଠାରୁ ମୁଖ୍ୟ ଆସନରେ ବସିଥିବ, ତେବେ ତୁମ୍ଭକୁ ନିମନ୍ତ୍ରଣ କରିଥିବା ଲୋକଟି ଆସି କହିବେ, ‘ଏହି ଲୋକଙ୍କୁ ତୁମ୍ଭ ଆସନଟି ଦେଇଦିଅ।’ ତା’ପରେ ତୁମ୍ଭେ ସେଠାରୁ ଉଠି ପଛରେ ଥିବା ଶେଷ ଆସନଟିକୁ ଯିବ। ସେତେବେଳେ ତୁମ୍ଭକୁ ବଡ଼ ଅପମାନ ଲାଗିବ।
10 “ତେଣୁ ଯେତେବେଳେ ଜଣେ ଲୋକ ତୁମ୍ଭକୁ ନିମନ୍ତ୍ରଣ କରିଛି, ତୁମ୍ଭେ ଗୋଟିଏ ନିମ୍ନତମ ଆସନରେ ବସ। ସେତେବେଳେ ତୁମ୍ଭକୁ ନିମନ୍ତ୍ରଣ କରିଥିବା ଲୋକଟି ଆସି ତୁମ୍ଭକୁ କହିବ, ‘ବନ୍ଧୁ, ତୁମ୍ଭେ ଏଠାରେ ନ ବସି ଟିକିଏ ଆଗକୁ ଆସି ଏ ଭଲ ଆସନରେ ବସ।’ ସେତେବେଳେ ଅନ୍ୟ ନିମନ୍ତ୍ରିତ ଅତିଥିମାନେ ତୁମ୍ଭକୁ ସମ୍ମାନ କରିବେ। 11 ଯେଉଁ ଲୋକ ନିଜକୁ ମହାନ୍ ଭାବେ, ତାକୁ ହୀନ କରି ଦିଆଯିବ। ଯେଉଁ ଲୋକ ନିଜକୁ ହୀନ ଭାବେ, ତାହାକୁ ମହାନ୍ କରାଯିବ।”
ତୁମ୍ଭେ ପୁରସ୍କାର ପାଇବ
12 ଯୀଶୁ ତାହାଙ୍କୁ ନିମନ୍ତ୍ରଣ କରିଥିବା ଫାରୂଶୀ ଜଣଙ୍କୁ କହିଲେ, “ତୁମ୍ଭେ କାହାରିକୁ ଦିନରେ ବା ରାତିରେ ଖାଇବାକୁ ନିମନ୍ତ୍ରଣ କଲାବେଳେ କେବଳ ତୁମ୍ଭର ଭାଇ, ବନ୍ଧୁ, କୁଟୁମ୍ବ ଓ ଧନୀ ପଡ଼ୋଶୀମାନଙ୍କୁ ଡାକ ନାହିଁ। କାରଣ ଅନ୍ୟ ବେଳେ ସେମାନେ ମଧ୍ୟ ତୁମ୍ଭକୁ ତାହାଙ୍କ ସହିତ ଖାଇବାକୁ ଡାକିବେ। ସେତେବେଳେ ତୁମ୍ଭେ ତୁମ୍ଭର ପ୍ରତିଦାନ ପାଇଯିବ। 13 ବରଂ ଭୋଜି ଦେବା ସମୟରେ ଗରିବ, ପଙ୍ଗୁ, ଛୋଟା ଓ ଅନ୍ଧମାନଙ୍କୁ ଡାକ। 14 ଏ ଲୋକମାନଙ୍କର କିଛି ନ ଥିବାରୁ ସେମାନେ ତୁମ୍ଭକୁ ପ୍ରତିବଦଳରେ କିଛି ଦେଇ ପାରିବେ ନାହିଁ। ତେଣୁ ଏହା ତୁମ୍ଭପାଇଁ ଆଶୀର୍ବାଦଜନକ ହେବ। କିନ୍ତୁ ଯେତେବେଳେ ଧାର୍ମିକ ଲୋକମାନେ ମୃତମାନଙ୍କ ମଧ୍ୟରୁ ଜୀବିତ ହେବେ, ସେହି ସମୟରେ ତୁମ୍ଭେମାନେ ତୁମ୍ଭର ପୁରସ୍କାର ପାଇବ।”
2010 by World Bible Translation Center