Revised Common Lectionary (Semicontinuous)
କୁମ୍ଭକାର ଓ ମାଟି
18 ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା। 2 “ହେ ଯିରିମିୟ, ତୁମ୍ଭେ କୁମ୍ଭକାର ଗୃହକୁ ଯାଅ। ସେଠାରେ ଆମ୍ଭେ ତୁମ୍ଭକୁ ଆପଣା ବାକ୍ୟ ଶୁଣାଇବା।”
3 ତେଣୁ ମୁଁ କୁମ୍ଭକାର ଗୃହକୁ ଗଲି ଓ ଦେଖିଲି କୁମ୍ଭକାର ଚକ୍ରରେ ମାଟିର କାମ କରୁଛି। 4 ସେ ମାଟିର ପାତ୍ର ନିର୍ମାଣ କରୁଥିବା ବେଳେ ସେଥିରେ କିଛି ଦୋଷ ଦେଖିଲା। ତେଣୁ ସେ ପାତ୍ରର ମାଟିକୁ ପୁନର୍ବାର ନିଜ ଇଚ୍ଛାନୁସାରେ ସଜାଡ଼ି ନୂଆ ପାତ୍ର ନିର୍ମାଣ କଲା।
5 ତା’ପରେ ସଦାପ୍ରଭୁଙ୍କର ବାଣୀ ମୋ’ ନିକଟରେ ଉପସ୍ଥିତ ହେଲା। 6 “ହେ ଇସ୍ରାଏଲର ଗୃହ, ତୁମ୍ଭେ ଜାଣ ଆମ୍ଭେ ତୁମ୍ଭ ସହିତ ଜଣେ କୁମ୍ଭକାର ପରି କାର୍ଯ୍ୟ କଲେ। ତୁମ୍ଭେମାନେ ମୋ’ ହସ୍ତରେ କୁମ୍ଭକାରର ମୃତ୍ତିକା ସଦୃଶ ଅଟ। 7 ସମୟ ଆସିବ ଯେତେବେଳେ ଆମ୍ଭେ ଗୋଟିଏ ଗୋଷ୍ଠୀ ଓ ରାଜ୍ୟ ବିଷୟରେ ଉତ୍ପାଟନ, ଅଧଃପତନ ଓ ବିନାଶର କଥା କହିବା। 8 ମାତ୍ର ଯଦି ସେହି ଗୋଷ୍ଠୀ ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି ତେବେ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନରେ ସ୍ଥିର କରିଥିଲୁ, ସେଥିରୁ ଆମ୍ଭେ କ୍ଷାନ୍ତ ହେବା। 9 ପୁଣି ଏକ ସମୟ ଆସିବ ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀ ଓ ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା। 10 ପୁଣି ଯେତେବେଳେ ଦେଖିବୁ ଯେବେ ଆମ୍ଭର ଆଜ୍ଞା ପାଳନ ନ କରି ଦୁଷ୍କର୍ମ କରନ୍ତି, ତେବେ ଆମ୍ଭେ ସେମାନଙ୍କ ପାଇଁ ଯେଉଁ ମଙ୍ଗଳ କାମନା କରିଥିଲୁ ତହିଁରୁ ଆମ୍ଭେ କ୍ଷାନ୍ତ ହେବା।
11 “ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ଯିରୁଶାଲମ ନିବାସୀଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରିଅଛୁ। ଏବେ ତୁମ୍ଭେମାନେ ପ୍ରତ୍ୟେକ ଆପଣା ଆପଣା କୁପଥରୁ ଫେର ଓ ଆପଣା ଆପଣା ପଥ ସଂଶୋଧନ କରି ସୁକର୍ମ କର।’
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
139 ହେ ସଦାପ୍ରଭୁ, ତୁମ୍ଭେ ମୋତେ ପରୀକ୍ଷା କରିଅଛ।
ତୁମ୍ଭେ ମୋର ସମସ୍ତ ବିଷୟରେ ଜାଣିଅଛ।
2 ତୁମ୍ଭେ ଜାଣ ଯେତେବେଳେ ମୁଁ ବସେ ଏବଂ ଯେତେବେଳେ ମୁଁ ଛିଡ଼ା ହୁଏ।
ଯଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମୋର ମନକଥା ଜାଣ।
3 ସଦାପ୍ରଭୁ ତୁମ୍ଭେ ଜାଣ, ମୁଁ କେଉଁଠାକୁ ଯାଏ ଏବଂ କେତେବେଳେ ମୁଁ ତଳେ ପଡ଼େ।
ମୁଁ ଯାହାକିଛି କରୁଛି ତାହା ସବୁ ତୁମ୍ଭେ ଜାଣ।
4 ହେ ସଦାପ୍ରଭୁ, ମୋ’ ମୁହଁରୁ ଶବ୍ଦ ବାହାରିବା ପୂର୍ବରୁ ତୁମ୍ଭେ ଜାଣ ଯେ,
ମୁଁ କ’ଣ କହିବାକୁ ଯାଉଛି।
5 ସଦାପ୍ରଭୁ ତୁମ୍ଭେ ମୋର ଚତୁର୍ପାର୍ଶ୍ୱରେ ଅଛ, ମୋ’ ଆଗରେ ଓ ପଛରେ ଅଛ।
ତୁମ୍ଭେ ଆପଣା ସୁରକ୍ଷାର ହାତ ମୋ’ ଉପରେ ରଖିଥାଅ।
6 ମୁଁ ଆଶ୍ଚର୍ଯ୍ୟ ହୁଏ ଯେ, ତୁମ୍ଭେ ଯାହାସବୁ ଜାଣ।
ମୁଁ ତାକୁ ବୁଝିପାରେ ନାହିଁ।
13 ସଦାପ୍ରଭୁ ତୁମ୍ଭେ ମୋର ସମଗ୍ର ଅଂଶକୁ ତିଆରି କଲ।
ତୁମ୍ଭେ ମୋତେ ମୋ’ ମାତୃ ଗର୍ଭରେ ସମସ୍ତ ଶରୀର ସହିତ ରଖିଲ।
14 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଧନ୍ୟବାଦ ଦିଏ କାରଣ ତୁମ୍ଭେ ମୋତେ ଏଭଳି ଏକ ଆଶ୍ଚର୍ଯ୍ୟଜନକ ପଥରେ ତିଆରି କରିଅଛ।
ମୁଁ ଭଲ ଭାବରେ ଜାଣେ ଯେ, ତୁମ୍ଭର କାମ ଅଦ୍ଭୂତ ଅଟେ।
15 ଯେତେବେଳେ ମୁଁ ନିଜ ମାତୃ ଗର୍ଭରେ ଥିଲି, ଯେତେବେଳେ ମୋର ଗଠିତ ହେଉଥିଲା,
ସେତେବେଳେ ତୁମ୍ଭେ ମୋର ଅସ୍ଥି ପିଞ୍ଜରାକୁ ଦେଖିଲ।
16 ତୁମ୍ଭେ ପ୍ରତ୍ୟେକ ଦିନ ମୋର ଶରୀରର ବୃଦ୍ଧିକୁ ମୋର ମାତୃଗର୍ଭରେ ଦେଖିଲ।
ତୁମ୍ଭ ପ୍ରତ୍ୟେକ ଅଙ୍ଗପ୍ରତ୍ୟଙ୍ଗକୁ ମୋ’ ତାଲିକାଭୁକ୍ତ କଲ ଏବଂ ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଲେ ବି ବାଦ୍ ଦେଇ ନାହଁ। [a]
17 ପରମେଶ୍ୱର, ତୁମ୍ଭର ଚିନ୍ତାଧାରା ମୋ’ ପାଇଁ ବୁଝିବା କଷ୍ଟକର ଅଟେ।
ତହିଁରେ ସେଗୁଡ଼ିକ ଗଣନା କରାଯାଇ ପାରିବ ନାହିଁ।
18 ତୁମ୍ଭେ ଯାହାକିଛି ଜାଣ, ସେ ସବୁକୁ ଯଦି ମୁଁ ଗଣିପାରୁଥା’ନ୍ତି, ତା’ହେଲେ ସେ ସବୁ ପୃଥିବୀର ଧୂଳିକଣାଠାରୁ ଅଧିକ ହେବ,
କିନ୍ତୁ ଯଦି ମୁଁ ତାହା ଗଣିପାରିବି, ତା’ହେଲେ ମୁଁ ତୁମ୍ଭକୁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣଭାବରେ ବୁଝି ପାରିଥା’ନ୍ତି।
1 ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ବନ୍ଦୀ ହୋଇଥିବା ପାଉଲ ଓ ଆମ୍ଭର ଭାଇ ତୀମଥିଙ୍କଠାରୁ 2 ଆମ୍ଭର ପ୍ରିୟ ମିତ୍ର ଓ ସହକର୍ମୀ ଫିଲୀମୋନ, ଆମ୍ଭର ଭଉଣୀ ଆପ୍ପିୟା, ସାଥୀ ସୈନିକ ଆର୍ଖିପ୍ପ, ଓ ତୁମ୍ଭ ଘରଠାରେ ଏକତ୍ରିତ ହେଉଥିବା ଉପାସନା ମଣ୍ଡଳୀକୁ ପତ୍ର ଲେଖୁଛୁ।
3 ଆମ୍ଭର ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭକୁ ଅନୁଗ୍ରହ ଓ ଶାନ୍ତି ମିଳୁ।
ଫିଲୀମୋନଙ୍କ ପ୍ରେମ ଓ ବିଶ୍ୱାସ
4 ମୋ’ ପ୍ରାର୍ଥନାମାନଙ୍କରେ ମୁଁ ତୁମ୍ଭକୁ ସ୍ମରଣ କରେ। ତୁମ୍ଭ ପାଇଁ ସର୍ବଦା ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଏ। 5 ପରମେଶ୍ୱରଙ୍କ ସମସ୍ତ ପବିତ୍ର ଲୋକମାନଙ୍କ ପ୍ରତି ତୁମ୍ଭର ପ୍ରେମ ଓ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭର ବିଶ୍ୱାସ ବିଷୟରେ ମୁଁ ଶୁଣିଛି ଓ ମୁଁ ତୁମ୍ଭର ସେହି ପ୍ରେମ ଓ ବିଶ୍ୱାସ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି। 6 ଖ୍ରୀଷ୍ଟଙ୍କଠାରେ ଥିବା ଆମ୍ଭର ସମସ୍ତ ଭଲ କଥାଗୁଡ଼ିକ ବୁଝିପାରିବା ପାଇଁ ତୁମ୍ଭର ବିଶ୍ୱାସର ସହଭାଗିତା ତୁମ୍ଭକୁ ସାହାଯ୍ୟ କରିବ ବୋଲି ମୁଁ ପ୍ରାର୍ଥନା କରେ। 7 ହେ ଭାଇ ପରମେଶ୍ୱରଙ୍କ ଲୋକମାନଙ୍କ ପ୍ରତି ତୁମ୍ଭେ ପ୍ରେମଭାବ ଦେଖାଇଛ, ସେମାନଙ୍କୁ ତୁମ୍ଭେ ଖୁସୀ କରିଛ। ଏହା ମୋତେ ବହୁତ ଆନନ୍ଦ ଓ ଆଶ୍ୱାସନା ଦେଲା।
ଅନୀସିମକୁ ଭାଇ ଭଳି ସ୍ୱୀକାର କର
8 କେତେଗୁଡ଼ିଏ କଥା ତୁମ୍ଭର କରିବା ଉଚିତ୍। ଖ୍ରୀଷ୍ଟରେ ଭାଇ ହିସାବରେ ସତ୍କାର୍ଯ୍ୟ କରିବା ନିମନ୍ତେ ତୁମ୍ଭକୁ ଆଦେଶ ଦେବାର ମୋର ଅଧିକାର ଅଛି। 9 କିନ୍ତୁ ମୁଁ ତୁମ୍ଭକୁ ପ୍ରେମରେ ନିବେଦନ କରିବାକୁ ଇଚ୍ଛା କରେ। ମୁଁ ପାଉଲ, ବୁଢ଼ା ହୋଇ ଗଲିଣି ଓ ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ବନ୍ଦୀ ହୋଇଛି। 10 ମୁଁ ତୁମ୍ଭକୁ ଅନୀସିମ ପାଇଁ ନିବେଦନ କରୁଛି। ମୁଁ ବନ୍ଦୀ ଗୃହରେ ଥିଲାବେଳେ ସେ ମୋର ସନ୍ତାନ ହୋଇଥିଲା। 11 ଅତୀତରେ ସେ ତୁମ୍ଭ ପାଇଁ ଅଦରକାରୀ ଥିଲା। କିନ୍ତୁ ଏବେ ସେ ମୋ’ ଓ ତୁମ୍ଭ ଦୁହିଁଙ୍କ ପାଇଁ ବଡ଼ ଉପଯୋଗୀ ଅଟେ।
12 ମୁଁ ତାହାକୁ ତୁମ୍ଭ ପାଖକୁ ଫେରାଇ ଦେଉଛି। ତା’ ସହିତ ମୋର ହୃଦୟ ମଧ୍ୟ ବନ୍ଧା ହୋଇଛି। 13 ମୁଁ ବନ୍ଦୀ ଗୃହରେ ଥିବା ସମୟରେ ମୋତେ ସୁସମାଗ୍ଭର ପାଇଁ ସାହାଯ୍ୟ କରିବ ବୋଲି ତାହାକୁ ମୋ’ ସହିତ ରଖିବାକୁ ଗ୍ଭହୁଁଥିଲି। ମୋତେ ସାହାଯ୍ୟ କରିବା ଦ୍ୱାରା ସେ ତୁମ୍ଭର ସେବା କରିଥା’ନ୍ତା। 14 କିନ୍ତୁ ତୁମ୍ଭମାନଙ୍କୁ ପ୍ରଥମେ ନ ପଗ୍ଭରି ମୁଁ କିଛି କରିବା ପାଇଁ ଇଚ୍ଛା କଲି ନାହିଁ। ତୁମ୍ଭର କୌଣସି ଭଲ କାମ ନିଜ ଇଚ୍ଛାରେ ହେଉ, ମୋର ବାଧ୍ୟ ବାଧକତାରେ ନ ହେଉ ବୋଲି ମୁଁ ଗ୍ଭହେଁ।
15 ଅନୀସିମ [a] କ୍ଷଣିକ ପାଇଁ ତୁମ୍ଭଠାରୁ ଅଲଗା ଥିଲା। ଏହା ଏପରି ଘଟିଥାଇପାରେ ଯଦ୍ଦ୍ୱାରା ତୁମ୍ଭେ ତାହାକୁ ସବୁଦିନ ପାଇଁ ପୁନଃ ପ୍ରାପ୍ତ ହୋଇପାରିବ। 16 ଦାସ ହେବା ପାଇଁ ନୁହେଁ, ବରଂ ଦାସଠାରୁ ବଳି ଏକ ପ୍ରିୟ ଭାଇ ଭଳି। ମୁଁ ତାହାକୁ ବହୁତ ଭଲ ପାଏ। କିନ୍ତୁ ତୁମ୍ଭେ ଆହୁରି ଅଧିକ ଭଲ ପାଇବ। ତୁମ୍ଭେ ତାହାକୁ ଜଣେ ମଣିଷ ଓ ପ୍ରଭୁଙ୍କଠାରେ ଜଣେ ଭାଇ ଭଳି ଭଲ ପାଇବ।
17 ଯଦି ତୁମ୍ଭେ ମୋତେ ମିତ୍ର ବୋଲି ଗ୍ରହଣ କରୁଛ, ତା’ହେଲେ ଅନୀସିମଙ୍କୁ ପୁନର୍ବାର ଗ୍ରହଣ କର। ମୋତେ ଯେପରି ସ୍ୱାଗତ କରିଥା’ନ୍ତ, ସେହିପରି ତାହାକୁ ସ୍ୱାଗତ କର। 18 ଯଦି ଅନୀସିମ ତୁମ୍ଭ ପ୍ରତି କିଛି ଭୁଲ୍ କରିଛି ବା ତା’ର ତୁମକୁ କିଛି ଦେବାକୁ ଅଛି ତେବେ ତାହା ମୋ’ ଖାତାରେ ପକାଇ ଦିଅ। 19 ମୁଁ ପାଉଲ, ଏହି କଥା ମୋ’ ହାତରେ ଲେଖୁଛି। ଅନୀସିମର ଯଦି ତୁମ୍ଭକୁ କିଛି ଦେବାକୁ ଅଛି, ମୁଁ ତାହା ତୁମ୍ଭକୁ ଫେରାଇ ଦେବି। ନିଜ ଜୀବନ ପାଇଁ ତୁମ୍ଭେ ଯେ ମୋ’ଠାରେ କେତେ ଋଣୀ, ସେ ସମ୍ପର୍କରେ ମୁଁ କିଛି କହିବି ନାହିଁ। 20 ତେଣୁ ହେ ମୋର ଭାଇ! ପ୍ରଭୁଙ୍କଠାରେ ତୁମ୍ଭେ ମୋ’ ପାଇଁ କିଛି ଆବଶ୍ୟକୀୟ ବିଷୟ କର ବୋଲି, ମୁଁ କୁହେ। ଖ୍ରୀଷ୍ଟଙ୍କଠାରେ ମୋ’ ହୃଦୟକୁ ଆଶ୍ୱାସନା ଦିଅ। 21 ମୁଁ ଯାହା କହିଛି, ସେଗୁଡ଼ିକ କରିବ ବୋଲି ଜାଣି ମୁଁ ଏହି ଚିଠି ଲେଖୁଛି। ମୁଁ ଜାଣେ ଯେ ମୁଁ ଯେତିକି କହେ, ତୁମ୍ଭେ ତା’ଠାରୁ ଅଧିକ କରିବ।
ପ୍ରଥମେ ତୁମ୍ଭେ ଯୋଜନା କର(A)
25 ବହୁତ ଲୋକ ଯୀଶୁଙ୍କ ସହିତ ଯାତ୍ରା କରୁଥିଲେ। ଯୀଶୁ ଲୋକମାନଙ୍କୁ କହିଲେ, 26 “ଯଦି ଜଣେ ଲୋକ ମୋ’ ପାଖକୁ ଆସେ, କିନ୍ତୁ ଯଦି ମୋ’ ଅପେକ୍ଷା ତା’ ବାପାମା, ସ୍ତ୍ରୀ, ପିଲା, ଭାଇଭଉଣୀମାନଙ୍କୁ ଅଧିକ ଭଲ ପାଏ, ତେବେ ସେ ଲୋକ ମୋର ଶିଷ୍ୟ ହୋଇ ପାରିବ ନାହିଁ। ଜଣେ ଲୋକକୁ ତା’ ନିଜ ଅପେକ୍ଷା ମୋତେ ଅଧିକ ଭଲ ପାଇବାକୁ ହେବ। 27 ଜଣେ ଲୋକ ମୋତେ ଅନୁସରଣ କଲାବେଳେ ଯଦି ତାକୁ ଦିଆଯାଇଥିବା କ୍ରୁଶ କାନ୍ଧେଇ ଗ୍ଭଲିବ ନାହିଁ, ତେବେ ସେ ଲୋକ ମୋର ଶିଷ୍ୟ ହୋଇ ପାରିବ ନାହିଁ।
28 “ତୁମ୍ଭେମାନେ ଯଦି ଗୋଟିଏ କୋଠାଘର ତିଆରି କରିବାକୁ ଗ୍ଭହୁଁଛ, ତେବେ ତୁମ୍ଭେମାନେ ପ୍ରଥମେ ବସି ସ୍ଥିର କରିବ ଯେ, ଏଥିପାଇଁ କେତେ ଖର୍ଚ୍ଚ ହେବ। ତୁମ୍ଭମାନଙ୍କର ହିସାବ କରି ଦେଖିବା ଉଚିତ୍ ଯେ, କାମଟି ସମ୍ପୂର୍ଣ୍ଣ କରିବା ନିମନ୍ତେ ତୁମ୍ଭମାନଙ୍କ ପାଖରେ ଯଥେଷ୍ଟ ଅର୍ଥ ଅଛି କି ନାହିଁ। 29 ତା’ ନ ହେଲେ ତୁମ୍ଭେମାନେ ମୂଳଦୁଆ ପକେଇ ଦେଇ କାମ ଆରମ୍ଭ କରି ପାର, କିନ୍ତୁ ଶେଷ କରି ପାରିବ ନାହିଁ, ତେବେ ଏହାକୁ ଦେଖିଥିବା ଲୋକେ ତୁମ୍ଭମାନଙ୍କୁ ଉପହାସ କରିବେ। 30 ସେମାନେ କହିବେ, ‘ଏ ଲୋକଟା କୋଠା ଆରମ୍ଭ କରିଦେଲା, କିନ୍ତୁ ଶେଷ କରି ପାରିଲା ନାହିଁ।’
31 “ଯଦି ଜଣେ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ବାହାରନ୍ତି, ତେବେ ସେ ଆଗ ବସି ଯୋଜନା କରନ୍ତି। ଯଦି ସେହି ରାଜାଙ୍କର କେବଳ ଦଶ ହଜାର ସୈନ୍ୟ ଥା’ନ୍ତି, ତେବେ ସେ କୋଡ଼ିଏ ହଜାର ସୈନ୍ୟ ଧରି ଆସୁଥିବା ଜଣେ ବିରୋଧୀ ରାଜାଙ୍କୁ ପରାସ୍ତ କରି ପାରିବେ ନାହିଁ। 32 ଯଦି ସେ ଅନ୍ୟ ରାଜାଙ୍କୁ ପରାସ୍ତ କରିବାକୁ ସକ୍ଷମ ହେବ ନାହିଁ, ତେବେ ବିରୋଧୀ ରାଜା ବହୁତ ଦୂରରେ ଥିବା ବେଳେ ତାହାଙ୍କ ପାଖକୁ କିଛି ଲୋକ ପଠାଇ ସନ୍ଧି ପ୍ରସ୍ତାବ ଦେବେ।
33 “ସେହିଭଳି ତୁମ୍ଭେମାନେ ସମସ୍ତେ ପ୍ରଥମେ ଯୋଜନା କରିବ। ତୁମ୍ଭେମାନେ ମୋତେ ଅନୁସରଣ କରିବାକୁ ଗ୍ଭହିଁଲେ ତୁମ୍ଭମାନଙ୍କର ପ୍ରତ୍ୟେକ ବିଷୟ ତ୍ୟାଗ କରିବ। ତୁମ୍ଭେମାନେ ଯଦି ତାହା କରି ନ ପାରିବ, ତେବେ ମୋର ଶିଷ୍ୟ ହୋଇ ପାରିବ ନାହିଁ।
2010 by World Bible Translation Center