Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 2

କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି?
    କାହିଁକି ସେମାନେ ମନ୍ଦ ଯୋଜନା କରନ୍ତି?
ସେମାନଙ୍କ ରାଜା ଓ ନେତାମାନେ ଏକତ୍ରିତ ହୋଇ,
    ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାଙ୍କ ଦ୍ୱାରା ଅଭିଷିକ୍ତ ପ୍ରଜାଙ୍କ ବିରୁଦ୍ଧରେ ଯୁଦ୍ଧ କରନ୍ତି।
ସେହି ନେତାମାନେ କୁହନ୍ତି,
    “ଆସ ଆମ୍ଭେ ପରମେଶ୍ୱର ଓ ତାଙ୍କ ଅଭିଷିକ୍ତ ରାଜାଙ୍କ ବିରୁଦ୍ଧରେ ବିଦ୍ରୋହ କରିବା।
    ଆସ ସେମାନଙ୍କଠାରୁ ଆମ୍ଭର ବନ୍ଧନ ଚ୍ଛିନ୍ନ କରି ମୁକ୍ତ ହୋଇଯିବା।”

କିନ୍ତୁ ମୋର ପ୍ରଭୁ ଯିଏକି ‘ସ୍ୱର୍ଗର ରାଜା’
    ସେମାନଙ୍କ ଏପରି କଥାକୁ ପରିହାସ କରିବେ।
5-6 କିନ୍ତୁ ପରମେଶ୍ୱର ସେମାନଙ୍କ ଉପରେ କ୍ରୋଧିତ ହୁଅନ୍ତି
ଏବଂ କୁହନ୍ତି, “ମୁଁ ଏହି ବ୍ୟକ୍ତିକୁ ରାଜା ହେବାକୁ ପସନ୍ଦ କରିଛି
    ଏବଂ ସେ ସିୟୋନ ପର୍ବତରେ ଶାସନ କରିବ।
    ସିୟୋନ ହେଉଛି ମୋର ପବିତ୍ର ପର୍ବତ।”
    ସଦାପ୍ରଭୁଙ୍କର ଏହିସବୁ ବାକ୍ୟ ନେତାମାନଙ୍କୁ ସ୍ଥାପନ କରିଅଛି।

ମୁଁ ବର୍ତ୍ତମାନ ସଦାପ୍ରଭୁଙ୍କ ସେହି ନିୟମ ଘୋଷଣା କରୁଛି।
ସଦାପ୍ରଭୁ ମୋତେ କହିଲେ, “ଆଜିଠାରୁ ମୁଁ ତୁମ୍ଭର ପିତା ହେଲି
    ଓ ତୁମ୍ଭେ ମୋର ପୁତ୍ର ହେଲ।
ଯଦି ତୁମ୍ଭେ ମୋତେ ମାଗିବ, ମୁଁ ତୁମ୍ଭକୁ ସମସ୍ତ ରାଜ୍ୟ ଦାନ କରିବି।
    ପୃଥିବୀରେ ବାସ କରୁଥିବା ସମସ୍ତ ଲୋକ ତୁମ୍ଭର ହେବେ।
ତୁମ୍ଭେ ସେହି ରାଜ୍ୟସବୁକୁ ମାଟିପାତ୍ରକୁ ଲୁହାଛଡ଼ରେ ଖଣ୍ଡ ଖଣ୍ଡ କରି ଗୁଣ୍ଡ କଲାଭଳି
    ଧ୍ୱଂସ କରିଦେଇ ପାରିବ।”

10 ଏଣୁ ହେ ରାଜାଗଣ ତୁମ୍ଭେ ବୁଦ୍ଧିମାନ ହୁଅ।
    ହେ ଶାସକଗଣ ଏହି କଥାକୁ ଶିକ୍ଷା କର।
11 ପ୍ରଭୁଙ୍କୁ ଭୟର ସହିତ ଭକ୍ତି କର ଓ ମାନ।
12 ଦେଖାଇଦିଅ ଯେ ତୁମ୍ଭେମାନେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ [a] ଅଟ
    ତା’ ନ ହେଲେ ସେ କ୍ରୋଧିତ ହେବେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ।
ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ୱାସୀ ସେମାନେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି।
    କିନ୍ତୁ ଅନ୍ୟମାନେ ସାବଧାନ ହେବା ଉଚିତ୍ କାରଣ ସଦାପ୍ରଭୁଙ୍କ କ୍ରୋଧର ଶିକାର ସେମାନେ ଯେକୌଣସି ସମୟରେ ଧନ୍ୟ।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 18:12-23

12 ମାତ୍ର ଯିହୁଦାବାସୀ କହନ୍ତି, ‘ତୁମ୍ଭ କଥା ଆମ୍ଭେ ଶୁଣିବୁ ନାହିଁ। କାରଣ ତୁମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ କର୍ମ କରିବ। ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣ ବାଧ୍ୟତାନୁସାରେ କର୍ମ କରି ଗ୍ଭଲିବୁ।’”

13 ଏଣୁ ସଦାପ୍ରଭୁ ଏହି କଥା କହନ୍ତି,

“ତୁମ୍ଭେମାନେ ଏବେ ନାନା ଦେଶୀୟ ଲୋକମାନଙ୍କୁ ପ୍ରଗ୍ଭର କର।
    ‘କିନ୍ତୁ ଏହା କିଏ ଶୁଣୁଅଛି?’
ଇସ୍ରାଏଲର କୁମାରୀ କନ୍ୟାଗଣ
    ଅତ୍ୟନ୍ତ ମର୍ମନ୍ତୁକ କାର୍ଯ୍ୟ କରିଅଛନ୍ତି।
14 ତୁମ୍ଭେମାନେ ଜାଣ ଲିବାନୋନ କ୍ଷେତ୍ରସ୍ଥ
    ଶୈଳ ଉପରିସ୍ଥ ହିମସବୁ କେବେ ତରଳି ଯିବ ନାହିଁ
    ଓ ଝରଣାର ସୁଶୀତଳ ଜଳ କେବେ ଶୁଷ୍କ ହେବ ନାହିଁ।
15 ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାଶୋରି
    ଅସାର ଦେବଗଣଙ୍କୁ ଧୂପ ଉତ୍ସର୍ଗ କରିଛନ୍ତି।
ଆଉ ସେମାନେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ
    ସେମାନଙ୍କୁ ଗମନ କରାଇବା ନିମନ୍ତେ ପ୍ରବର୍ତ୍ତାଇଛନ୍ତି।
    ସେମାନଙ୍କ ପୁରାତନ ପଥରେ ବିଘ୍ନ ଜନ୍ମାଇ ଅଛନ୍ତି।
16 ଯିହୁଦା ଏକ ଶୂନ୍ୟ ମରୁପ୍ରାନ୍ତରରେ ପରିଣତ ହେବ।
    ସେମାନେ ଗମନ କଲାବେଳେ ଶୀସ୍ ଶବ୍ଦ କରିଯାଆନ୍ତି।
ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହୋଇ
    ଆପଣା ମସ୍ତକ ହରାଇବ।
17 ଆମ୍ଭେ ପୂର୍ବୀୟ ପବନରେ ଚ୍ଛିନ୍ନ ହେଲା ପରେ ଶତ୍ରୁ ସମ୍ମୁଖରେ
    ସେମାନଙ୍କୁ ଛିନ୍ନଭିନ୍ନ କରିବା।
ଆମ୍ଭେ ସେମାନଙ୍କ ବିପଦ ଦିନରେ ସେମାନଙ୍କୁ ସାହାଯ୍ୟ ନ କରି
    ସେମାନଙ୍କ ପ୍ରତି ବିମୁଖ ହେବା।”

The People Plan Evil and Jeremiah Prays

18 ଯିରିମିୟଙ୍କ ଶତ୍ରୁଗଣ କହିଲେ, “ଆସ ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ଯୋଜନା କରିବା, କାରଣ ଯାଜକ ନିକଟରୁ ବ୍ୟବସ୍ଥା, ଶିକ୍ଷିତ ନିକଟରୁ ଜ୍ଞାନ ଅଥବା ଭବିଷ୍ୟ‌ଦ୍‌ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ତେଣୁ ଆସ ଆମ୍ଭେମାନେ ତାଙ୍କୁ ପ୍ରବଞ୍ଚନା ଦ୍ୱାରା ଧ୍ୱଂସ କରିବା। ଆମ୍ଭେମାନେ ତାଙ୍କର କୌଣସି କଥା ଶୁଣିବା ନାହିଁ।”

19 ହେ ସଦାପ୍ରଭୁ, ମୋ’ ପ୍ରତି କର୍ଣ୍ଣପାତ କର
    ଏବଂ ମୋ’ ସହିତ ଯୁକ୍ତି କରୁଥିବା ଲୋକମାନଙ୍କର କଥା ଶୁଣ।
20 ଲୋକେ ମଙ୍ଗଳ ପରିଶୋଧରେ କ’ଣ ଅମଙ୍ଗଳ କରିବେ?
    ତୁମ୍ଭେ ସ୍ମରଣ କର, ମୁଁ କିପରି ସେମାନଙ୍କର ମଙ୍ଗଳ ନିମନ୍ତେ
    ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇଥିଲି
ଓ ସେମାନଙ୍କୁ ଦଣ୍ଡ ନ ଦେବା ପାଇଁ କହିଥିଲି।
    ମାତ୍ର ସେମାନେ ମୋର ବିନାଶ ନିମନ୍ତେ
    ଗର୍ତ୍ତ ଖୋଳି ଅଛନ୍ତି।
21 ତେଣୁ ସେମାନଙ୍କର ସନ୍ତାନଗଣ ଦୁର୍ଭିକ୍ଷରେ କବଳିତ ହୁଅନ୍ତୁ।
    ସେମାନଙ୍କର ଶତ୍ରୁ ସେମାନଙ୍କୁ ‌‌ଖ‌ଡ଼୍‌ଗରେ ପରାସ୍ତ କରନ୍ତୁ।
ସେମାନଙ୍କର ସ୍ତ୍ରୀମାନେ ସନ୍ତାନହୀନା ଓ ବିଧବା ହୁଅନ୍ତୁ।
    ସେମାନଙ୍କର ପୁରୁଷଗଣ ମୃତ୍ୟୁବରଣ କରନ୍ତୁ
    ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ନିହତ ହୁଅନ୍ତୁ।
22 ଯେତେବେଳେ ତୁମ୍ଭେ ହଠାତ୍ ଦଳେ ଚଢ଼ଉକାରୀ ସେମାନଙ୍କ ବିରୁଦ୍ଧରେ ଆଣ,
    ସେମାନଙ୍କର ଗୃହରୁ କ୍ରନ୍ଦନର ସ୍ୱର ଶୁଣାଯାଉ।
କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳି ଅଛନ୍ତି
    ଓ ମୋ’ ଚରଣ ପାଇଁ ଗୋପନରେ ଫାନ୍ଦ ବସାଇ ଅଛନ୍ତି।
23 ହେ ସଦାପ୍ରଭୁ, ମୋର ବିନାଶ ପାଇଁ ସେମାନଙ୍କର ଯୋଜନା ତୁମ୍ଭେ ଜାଣୁଅଛ।
ସେମାନଙ୍କର ଅଧର୍ମ କ୍ଷମା କର ନାହିଁ।
    ତୁମ୍ଭ ଦୃଷ୍ଟିରେ ସେମାନଙ୍କର ପାପ ଲୋପ କର ନାହିଁ।
ତୁମ୍ଭେ ସେମାନଙ୍କୁ ବିନାଶ କର।
    ଆପଣା କ୍ରୋଧ ସେମାନଙ୍କ ପ୍ରତି ବ୍ୟବହାର କର।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 3:14-4:5

ଆମ୍ଭ ଜୀବନର ରହସ୍ୟ

14 ମୁଁ ତୁମ୍ଭ ପାଖକୁ ଶୀଘ୍ର ଯିବି ବୋଲି ଆଶା କରେ। 15 କିନ୍ତୁ ମୁଁ ଏବେ ଏହି କଥାଗୁଡ଼ିକ ତୁମ୍ଭକୁ ଲେଖୁଛି। ଯଦି ମୁଁ ଶୀଘ୍ର ନ ଯାଏ, ତେବେ ମଧ୍ୟ ତୁମ୍ଭେମାନେ ଜାଣି ପାରିବ ଯେ ପରମେଶ୍ୱରଙ୍କ ପରିବାରରେ ଲୋକମାନେ କ’ଣ କ’ଣ କରିବା ଅବଶ୍ୟକ। ସେହି ପରିବାର ଜୀବିତ ପରମେଶ୍ୱରଙ୍କର ମଣ୍ଡଳୀ ଅଟେ। ପରମେଶ୍ୱରଙ୍କ ମଣ୍ଡଳୀ ସତ୍ୟର ଅବଲମ୍ବନ କରେ ଓ ମୂଳଦୁଆ ଅଟେ। 16 ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ,

ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ;
    ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ
ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ;
    ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା;
ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ;
    ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।

ଭଣ୍ଡ ଶିକ୍ଷକମାନଙ୍କ ବିଷୟରେ ସତର୍କବାଣୀ

ପବିତ୍ରଆତ୍ମା ସ୍ପଷ୍ଟ ଭାବରେ କୁହନ୍ତି ଯେ ପରବର୍ତ୍ତୀ କାଳରେ କେତେ ଲୋକ ସତ୍ୟ ବିଶ୍ୱାସକୁ ପରିତ୍ୟାଗ କରିବେ। ସେମାନେ ସେମାନଙ୍କୁ ପ୍ରତାରଣା କରୁଥିବା ଦୁଷ୍ଟାତ୍ମାମାନଙ୍କ ଉପଦେଶଗୁଡ଼ିକୁ ମାନିବେ। ପ୍ରବଞ୍ଚକ ଆତ୍ମାମାନଙ୍କର ଶିକ୍ଷାଗୁଡ଼ିକୁ ପାଳନ କରିବେ। ସେହି ଶିକ୍ଷାଗୁଡ଼ିକ ପ୍ରତାରକ ଓ ମିଥ୍ୟାବାଦୀ ଲୋକମାନଙ୍କ ଦ୍ୱାରା ଆସେ। ସେମାନେ କ’ଣ ଭଲ ଓ କ’ଣ ମନ୍ଦ, ତାହା ଜାଣି ପାରନ୍ତି ନାହିଁ। ତାହାଙ୍କର ବୋଧ ଶକ୍ତି ନଷ୍ଟ ହୋଇଯାଇଥାଏ। ସେମାନେ ଲୋକମାନଙ୍କୁ ବିବାହ କରିବା ଅନୁଚିତ୍ ବୋଲି କହନ୍ତି। ସେମାନେ ଲୋକମାନଙ୍କୁ ଏ କଥା ମଧ୍ୟ କୁହନ୍ତି ଯେ କେତେକ ଖାଦ୍ୟ ଅଛି, ଯାହାକୁ ଆଦୌ ଖାଇବା ଉଚିତ୍ ନୁହେଁ। କିନ୍ତୁ ସେ ଖାଦ୍ୟଗୁଡ଼ିକୁ ପରମେଶ୍ୱର ସୃଷ୍ଟି କରିଛନ୍ତି। ଅତଏବ ଯେଉଁମାନେ ବିଶ୍ୱାସୀ ଏବଂ ସତ୍ୟକୁ ଜାଣନ୍ତି, ସେମାନେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଇ ସେହି ଖାଦ୍ୟ ଖାଇ ପାରିବେ। ପରମେଶ୍ୱର ଯାହାସବୁ ସୃଷ୍ଟି କରିଛନ୍ତି, ସେ ସବୁ ଉତ୍ତମ ଅଟେ। ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲା ପରେ, ତାହାଙ୍କ ସୃଷ୍ଟ କୌଣସି ବିଷୟ ଗ୍ରହଣ କରିବା ପାଇଁ ମନା କରିବା ଉଚିତ୍ ନୁହେଁ। ପରମେଶ୍ୱରଙ୍କ ଦ୍ୱାରା ସୃଷ୍ଟ ପ୍ରତ୍ୟେକ ବିଷୟ ପରମେଶ୍ୱର କହିଥିବା କଥା ଦ୍ୱାରା ଓ ପ୍ରାର୍ଥନା ଦ୍ୱାରା ପବିତ୍ର ହୋଇଥାଏ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center