Revised Common Lectionary (Semicontinuous)
2 କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି?
କାହିଁକି ସେମାନେ ମନ୍ଦ ଯୋଜନା କରନ୍ତି?
2 ସେମାନଙ୍କ ରାଜା ଓ ନେତାମାନେ ଏକତ୍ରିତ ହୋଇ,
ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାଙ୍କ ଦ୍ୱାରା ଅଭିଷିକ୍ତ ପ୍ରଜାଙ୍କ ବିରୁଦ୍ଧରେ ଯୁଦ୍ଧ କରନ୍ତି।
3 ସେହି ନେତାମାନେ କୁହନ୍ତି,
“ଆସ ଆମ୍ଭେ ପରମେଶ୍ୱର ଓ ତାଙ୍କ ଅଭିଷିକ୍ତ ରାଜାଙ୍କ ବିରୁଦ୍ଧରେ ବିଦ୍ରୋହ କରିବା।
ଆସ ସେମାନଙ୍କଠାରୁ ଆମ୍ଭର ବନ୍ଧନ ଚ୍ଛିନ୍ନ କରି ମୁକ୍ତ ହୋଇଯିବା।”
4 କିନ୍ତୁ ମୋର ପ୍ରଭୁ ଯିଏକି ‘ସ୍ୱର୍ଗର ରାଜା’
ସେମାନଙ୍କ ଏପରି କଥାକୁ ପରିହାସ କରିବେ।
5-6 କିନ୍ତୁ ପରମେଶ୍ୱର ସେମାନଙ୍କ ଉପରେ କ୍ରୋଧିତ ହୁଅନ୍ତି
ଏବଂ କୁହନ୍ତି, “ମୁଁ ଏହି ବ୍ୟକ୍ତିକୁ ରାଜା ହେବାକୁ ପସନ୍ଦ କରିଛି
ଏବଂ ସେ ସିୟୋନ ପର୍ବତରେ ଶାସନ କରିବ।
ସିୟୋନ ହେଉଛି ମୋର ପବିତ୍ର ପର୍ବତ।”
ସଦାପ୍ରଭୁଙ୍କର ଏହିସବୁ ବାକ୍ୟ ନେତାମାନଙ୍କୁ ସ୍ଥାପନ କରିଅଛି।
7 ମୁଁ ବର୍ତ୍ତମାନ ସଦାପ୍ରଭୁଙ୍କ ସେହି ନିୟମ ଘୋଷଣା କରୁଛି।
ସଦାପ୍ରଭୁ ମୋତେ କହିଲେ, “ଆଜିଠାରୁ ମୁଁ ତୁମ୍ଭର ପିତା ହେଲି
ଓ ତୁମ୍ଭେ ମୋର ପୁତ୍ର ହେଲ।
8 ଯଦି ତୁମ୍ଭେ ମୋତେ ମାଗିବ, ମୁଁ ତୁମ୍ଭକୁ ସମସ୍ତ ରାଜ୍ୟ ଦାନ କରିବି।
ପୃଥିବୀରେ ବାସ କରୁଥିବା ସମସ୍ତ ଲୋକ ତୁମ୍ଭର ହେବେ।
9 ତୁମ୍ଭେ ସେହି ରାଜ୍ୟସବୁକୁ ମାଟିପାତ୍ରକୁ ଲୁହାଛଡ଼ରେ ଖଣ୍ଡ ଖଣ୍ଡ କରି ଗୁଣ୍ଡ କଲାଭଳି
ଧ୍ୱଂସ କରିଦେଇ ପାରିବ।”
10 ଏଣୁ ହେ ରାଜାଗଣ ତୁମ୍ଭେ ବୁଦ୍ଧିମାନ ହୁଅ।
ହେ ଶାସକଗଣ ଏହି କଥାକୁ ଶିକ୍ଷା କର।
11 ପ୍ରଭୁଙ୍କୁ ଭୟର ସହିତ ଭକ୍ତି କର ଓ ମାନ।
12 ଦେଖାଇଦିଅ ଯେ ତୁମ୍ଭେମାନେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ [a] ଅଟ
ତା’ ନ ହେଲେ ସେ କ୍ରୋଧିତ ହେବେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ।
ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ୱାସୀ ସେମାନେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି।
କିନ୍ତୁ ଅନ୍ୟମାନେ ସାବଧାନ ହେବା ଉଚିତ୍ କାରଣ ସଦାପ୍ରଭୁଙ୍କ କ୍ରୋଧର ଶିକାର ସେମାନେ ଯେକୌଣସି ସମୟରେ ଧନ୍ୟ।
ଯିରିମିୟ ଓ ପଶ୍ହୂର
20 ଯିରିମିୟ ଏହିସବୁ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲାବେଳେ ଇମ୍ମର ଯାଜକର ପୁତ୍ର ସଦାପ୍ରଭୁଙ୍କ ଗୃହର ପ୍ରଧାନ ଅଧ୍ୟକ୍ଷ ପଶ୍ହୂର ତାହା ଶୁଣିଲା। 2 ତେଣୁ ପଶ୍ହୂର ଭବିଷ୍ୟଦ୍ବକ୍ତା ଯିରିମିୟଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ୟାମୀନର ଉପର ଫାଟକରେ ଥିବା ହରିକାଠରେ ତାକୁ ବନ୍ଦ କରି ରଖିଲା। 3 ତହିଁ ପରଦିନ ପଶ୍ହୂର ଯିରିମିୟଙ୍କୁ ହରିକାଠରୁ ବାହାର କରି ଆଣିଲା। ତା’ପରେ ଯିରିମିୟ ତାଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ନାମ ପଶ୍ହୂର ନ ରଖି ‘ମାଗୋର ମୀଷାବୀବ୍’ (ଚତୁର୍ଦ୍ଦିଗେ ଆଶଙ୍କା) ରଖି ଅଛନ୍ତି। 4 କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ଏପରି ପରିସ୍ଥିତି ସୃଷ୍ଟି କରିବା ଯେ, ତୁମ୍ଭ ପାଇଁ ଯାହା ଘଟିବ, ସେଥିରେ ତୁମ୍ଭେ ଓ ତୁମ୍ଭର ସାଙ୍ଗମାନେ ଆତଙ୍କିତ ହେବେ। ଏବଂ ସେମାନେ ସେମାନଙ୍କର ଶତ୍ରୁଗଣର ଖଡ଼୍ଗରେ ନିହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ। ଆଉ ଆମ୍ଭେ ଯିହୁଦାକୁ ବାବିଲର ରାଜା ହସ୍ତରେ ଦେବା, ତା’ପରେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ନେଇଯିବା ଓ ସେମାନଙ୍କୁ ସେଠାରେ ହତ୍ୟା କରାଯିବ। 5 ଯିରୁଶାଲମ ଅର୍ଜିତ ସକଳ ସମ୍ପତ୍ତି, ତହିଁର ଅର୍ଜିତ ସକଳ ଧନ ଓ ତହିଁର ସକଳ ବହୁମୂଲ୍ୟ ପଦାର୍ଥ ସେମାନଙ୍କ ଶତ୍ରୁଗଣଙ୍କ ହସ୍ତରେ ଦେବା, ଆଉ ଯିହୁଦାର ରାଜଗଣର ସକଳ ଧନଭଣ୍ଡାର ଶତ୍ରୁର ହସ୍ତଗତ କରାଇବା। ସେମାନେ ସେ ସମସ୍ତ ଲୁଟିନେଇ ବାବିଲକୁ ଘେନିଯିବେ। 6 ପୁଣି ହେ ପଶ୍ହୂର, ତୁମ୍ଭେ ଓ ତୁମ୍ଭ ଗୃହ ନିବାସୀ ସମସ୍ତେ ବନ୍ଦୀ ହୋଇ ବାବିଲକୁ ଯିବେ। ତୁମ୍ଭେ ସେହି ସ୍ଥାନରେ ମରିବ ଓ ସେଠାରେ କବର ପାଇବ। ତୁମ୍ଭର ଯେଉଁ ବନ୍ଧୁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲ, ସେହି ବନ୍ଧୁମାନେ ମଧ୍ୟ ସେହିଠାରେ ମରିବେ ଓ କବର ନେବେ।’”
ଯିରିମିୟଙ୍କ ପଞ୍ଚମ ଅଭିଯୋଗ
7 ହେ ସଦାପ୍ରଭୁ, ତୁମ୍ଭେ ମୋତେ ତୁମ୍ଭର ଭବିଷ୍ୟଦ୍ବକ୍ତା ହେବାରୁ ବିପଥଗାମୀ କରାଇଲ ଓ ମୁଁ ପ୍ରତାରିତ ହେଲି।
ତୁମ୍ଭେ ମୋ’ଠାରୁ ଶକ୍ତିଶାଳୀ, ଯେଉଁଥିପାଇଁ ମୋ’ଠାରୁ ଜୟ କରିଅଛ।
ମୁଁ ଦିନଯାକ ଉପହାସର ପାତ୍ର ହୋଇଅଛି,
ସମସ୍ତେ ମୋତେ ପରିହାସ କରୁଛନ୍ତି।
8 ପ୍ରତ୍ୟେକ ଥର ମୁଁ କଥା କହେ ଓ କ୍ରନ୍ଦନ କରେ।
ଦୌରାତ୍ମ୍ୟ ଓ ବିନାଶର କଥା ଉଚ୍ଚସ୍ୱରରେ କହେ।
ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ପ୍ରତି ହୋଇଅଛି ବୋଲି କହିଲେ ମଧ୍ୟ
ଲୋକେ ପ୍ରତିଥର ମୋତେ ଧିକ୍କାର ଓ ବିଦ୍ରୂପ କରିଛନ୍ତି।
9 ସମୟେ ସମୟେ ମୁଁ ନିଜେ ନିଜକୁ କହେ, “ମୁଁ ଆଉ ସଦାପ୍ରଭୁଙ୍କ ବିଷୟ କହିବି ନାହିଁ
କି ତାଙ୍କ ପାଇଁ ପ୍ରଗ୍ଭର କରିବି ନାହିଁ।”
ମାତ୍ର ଏହା କହିଲା ବେଳେ ମୋ’ ଅସ୍ଥି ମଜ୍ଜା ମଧ୍ୟରେ ଯେପରି ପ୍ରଭୁଙ୍କର ବାଣୀ ଅଗ୍ନିତୁଲ୍ୟ ଜଳି ଉଠେ।
ମୁଁ ହୃଦୟ ମଧ୍ୟରେ ତାକୁ ସମ୍ଭାଳି ରଖିପାରେ ନାହିଁ।
ସେଗୁଡ଼ିକୁ ଭିତରେ ଧରି ରଖିବା ପାଇଁ ଚେଷ୍ଟା କଲି
କିନ୍ତୁ ମୁଁ ତାହା କରିବା ପାଇଁ ଅସମର୍ଥ ହେଲି।
10 ମୁଁ ବହୁବାର ଅପବାଦ ଶୁଣିଅଛି।
ମୋର ଚତୁର୍ଦ୍ଦିଗରେ ଆଶଙ୍କା ଅଛି।
ଏପରିକି ମୋର ମିତ୍ରମାନେ ମଧ୍ୟ ମୋର ଦୋଷ ଦେଖନ୍ତି
ଓ ଲୋକମାନେ ମୋର ତ୍ରୁଟିକୁ ଅପେକ୍ଷା କରନ୍ତି।
ସେମାନେ ଅଭିଯୋଗ କରି କହନ୍ତି,
“ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ
ମିଥ୍ୟା ଓ ମନ୍ଦକଥା କହିବା,
ତୁମ୍ଭେମାନେ ମଧ୍ୟ ତାହା କହିବ।
ତାହାହେଲେ ଆମ୍ଭେମାନେ ତାକୁ ପରାସ୍ତ କରିବା
ଓ ତା’ ଉପରେ ପ୍ରତିଶୋଧ ନେଇପାରିବା।”
11 କିନ୍ତୁ ସଦାପ୍ରଭୁ ମୋ’ ପାଖେ ପାଖେ ଅଛନ୍ତି।
ସେ ଜଣେ ବୀର ସୈନିକ ସଦୃଶ ମୋତେ ଆଶ୍ରୟ ଦେଇଅଛନ୍ତି।
ତେଣୁ ମୋର ତାଡ଼ନାକାରୀମାନେ ବିଫଳ ହେବ
ଓ ମୋତେ ପରାସ୍ତ କରି ପାରିବେ ନାହିଁ।
ସେମାନେ ଘୋର ଅପମାନିତ ହେବେ
କାରଣ ସେମାନେ ଯାହା କରିବାକୁ ଆରମ୍ଭ କରିଛନ୍ତି
ତାହା ସଫଳତାର ସହିତ ଶେଷ କରି ପାରିବେ ନାହିଁ।
ତାଙ୍କର ଏହି ଅପମାନ ନିତ୍ୟସ୍ଥାୟୀ ହେବ ଓ ଲୋକେ ତାହା ଭୁଲିବେ ନାହିଁ।
12 ତେଣୁ ହେ ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭେ ଧାର୍ମିକର ପରୀକ୍ଷକ।
ତୁମ୍ଭେ ସମସ୍ତଙ୍କର ମର୍ମ ଓ ଅନ୍ତଃକରଣ ଦେଖୁଅଛ।
ମୁଁ ସେମାନଙ୍କ ବିଷୟରେ ମୋର ଅଭିଯୋଗ ତୁମ୍ଭକୁ ଜଣାଇଅଛି।
ତୁମ୍ଭେ ସେମାନଙ୍କ ପ୍ରତି ତୁମ୍ଭ ଦତ୍ତ ପ୍ରତିଫଳ ମୋତେ ଦେଖାଅ।
13 ସଦାପ୍ରଭୁଙ୍କ ବିଷୟରେ ଗାନ କର,
ତାଙ୍କର ପ୍ରଶଂସା କର।
କାରଣ ସେ ଦୁଷ୍ଟାଗ୍ଭରୀଙ୍କ ହସ୍ତରୁ
ଦୀନହୀନର ପ୍ରାଣ ଉଦ୍ଧାର କରନ୍ତି।
ଯିରିମିୟଙ୍କ ଷଷ୍ଠ ଅଭିଯୋଗ
14 ମୋର ଜନ୍ମଦିନ ଶାପଗ୍ରସ୍ତ ହେଉ ଓ ଯେଉଁ ଦିନ ମୋର ମାତା ମୋତେ ଜନ୍ମ ଦେଲା,
ସେ ଦିନଟି ଆଶୀର୍ବାଦ ପ୍ରାପ୍ତ ନ ହେଉ।
15 ମୋର ପିତାଙ୍କୁ ଯେଉଁ ବ୍ୟକ୍ତି “ପୁତ୍ର” ହେବାର ସମ୍ବାଦ ଦେଇ ଖୁସୀ କରାଇଥିଲା,
“ଏହା ଏକ ବାଳକ” ସେ ମଧ୍ୟ ଶାପଗ୍ରସ୍ତ ହେଉ।
16 ପୁଣି ସଦାପ୍ରଭୁ କ୍ଷମା ନ କରି ଯେପରି ସମସ୍ତ ନଗର ବିନାଶ କରିଥିଲେ।
ସେ ଲୋକ ସେହିସବୁ ନଗର ତୁଲ୍ୟ ହେଉ।
ଆଉ ସେ ଲୋକ ପ୍ରାତଃକାଳରେ କ୍ରନ୍ଦନ
ଓ ମଧ୍ୟାହ୍ନ କାଳରେ ଚିତ୍କାର ଶବ୍ଦ ଶୁଣୁ।
17 କାରଣ, ସେ ମୋତେ ମାତୃ ଗର୍ଭରେ
ମାରି ପାରିଲା ନାହିଁ।
ତାହା କରିଥିଲେ
ମୋର ମାତୃଗର୍ଭ ମୋର କବର ହୋଇଥା’ନ୍ତା
ଓ ମୁଁ ଜନ୍ମ ନେଇ ନ ଥା’ନ୍ତି।
18 ମୁଁ କାହିଁକି ଜନ୍ମ ହେଲି?
ଲଜ୍ଜା ଓ ଦୁଃଖରେ ମୋର ସମସ୍ତ ଜୀବନ
ଅତିବାହିତ ହେଲା।
ଜଣେ ଧନୀଲୋକ ଯୀଶୁଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିଲେ(A)
18 ଜଣେ ଯିହୂଦୀ ନେତା ଯୀଶୁଙ୍କୁ ପଗ୍ଭରିଲେ, “ହେ ଉତ୍ତମ ଗୁରୁ! ଅନନ୍ତ ଜୀବନ ଲାଭ କରିବା ପାଇଁ ମୁଁ କ’ଣ କରିବା ଉଚିତ୍?”
19 ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ମୋତେ ଉତ୍ତମ ବୋଲି କାହିଁକି କହିଲ? କେବଳ ପରମେଶ୍ୱର ହିଁ ଉତ୍ତମ। 20 ମୁଁ କିନ୍ତୁ ତୁମ୍ଭ ପ୍ରଶ୍ନର ଉତ୍ତର ଦେବି। ତୁମ୍ଭେ ପରମେଶ୍ୱରଙ୍କ ଆଜ୍ଞାମାନ ଜାଣିଛ: ‘ତୁମ୍ଭେ ବ୍ୟଭିଗ୍ଭର କରିବ ନାହିଁ, ତୁମ୍ଭେ କାହାରିକି ହତ୍ୟା କରିବ ନାହିଁ, କୌଣସି ଜିନିଷ ଗ୍ଭେରି କରିବ ନାହିଁ, ଅନ୍ୟ ଲୋକଙ୍କ ବିଷୟରେ କେବେ ହେଁ ମିଛ କହିବ ନାହିଁ, ତୁମ୍ଭେ ତୁମ୍ଭର ବାପା-ମାଙ୍କୁ ନିଶ୍ଚୟ ସମ୍ମାନ ଦେବ…’ [a]”
21 କିନ୍ତୁ ଯିହୂଦୀ ନେତା ଜଣକ କହିଲେ, “ମୁଁ ମୋ’ ପିଲା ଦିନୁ ଏସବୁ ଆଜ୍ଞା ମାନିଆସିଛି।”
22 ଏ କଥା ଶୁଣି ଯୀଶୁ ସେହି ନେତାଙ୍କୁ କହିଲେ, “ତଥାପି ଏ ପର୍ଯ୍ୟନ୍ତ ଆଉ ଗୋଟିଏ କଥା ତୁମ୍ଭର କରିବାକୁ ବାକିଅଛି। ତୁମ୍ଭର ଯାହା ଅଛି ସବୁ ବିକି ଦେଇ ଗରିବଙ୍କୁ ବାଣ୍ଟିଦିଅ। ତୁମ୍ଭକୁ ସ୍ୱର୍ଗରେ ପୁରସ୍କାର ମିଳିବ। ତା’ପରେ ତୁମ୍ଭେ ଆସ ଓ ମୋର ଅନୁସରଣ କର।” 23 ନେତା ଜଣକ ଏହା ଶୁଣି ବହୁତ ମନ ଦୁଃଖ କଲେ। ସେ ବହୁତ ଧନୀ ଥିଲେ ଓ ନିଜ ଧନତକ ରଖିବାକୁ ଗ୍ଭହୁଁଥିଲେ।
24 ସେହି ଯିହୂଦୀ ନେତାଙ୍କୁ ଦୁଃଖିତ ହେବାର ଦେଖି ଯୀଶୁ କହିଲେ, “ପରମେଶ୍ୱରଙ୍କ ରାଜ୍ୟରେ ଧନୀ ଲୋକମାନେ ପ୍ରବେଶ କରିବ ବହୁତ କଠିନ। 25 ଜଣେ ଧନୀଲୋକ ପକ୍ଷରେ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାଠାରୁ ଗୋଟିଏ ଛୁଞ୍ଚି କଣାଦେଇ ଓଟଟିଏ ଗଳିଯିବା ଅଧିକ ସହଜ।”
କେଉଁମାନେ ପରିତ୍ରାଣ ପାଇ ପାରିବେ
26 ଲୋକମାନେ ଏ କଥା ଶୁଣିବା ପରେ କହିଲେ, “ତେବେ କେଉଁମାନେ ପରିତ୍ରାଣ ପାଇ ପାରିବେ?”
27 ଯୀଶୁ କହିଲେ, “ଯେଉଁ କାମ ମନୁଷ୍ୟ ପକ୍ଷରେ ସମ୍ଭବ ନୁହେଁ, ତାହା ପରମେଶ୍ୱର କରି ପାରିବେ।”
28 ପିତର କହିଲେ, “ଦେଖନ୍ତୁ, ଆମ୍ଭେ ଆମ୍ଭର ସର୍ବସ୍ୱ ଛାଡ଼ିଦେଇ ଆପଣଙ୍କ ଅନୁସରଣ କରିଛୁ।”
29 ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ଯେଉଁ ଲୋକ ପରମେଶ୍ୱରଙ୍କ ରାଜ୍ୟ ପାଇଁ ତା’ର ଘର, ପତ୍ନୀ, ଭାଇ, ବାପାମା କିମ୍ବା ପିଲାମାନଙ୍କୁ ଛାଡ଼ିଥିବ, 30 ସେ ଛାଡ଼ିଥିବା ବସ୍ତୁ ଅପେକ୍ଷା ଅଧିକ ପାଇବ। ସେ ଲୋକ ଏହି ଜୀବନକାଳ ମଧ୍ୟରେ ତ ଅନେକ ଗୁଣ ଅଧିକ ପାଇବ ଏବଂ ମରିଗଲା ପରେ ମଧ୍ୟ ସେ ପରମେଶ୍ୱରଙ୍କ ସହିତ ଚିରକାଳ ବାସ କରିବ।
2010 by World Bible Translation Center