Revised Common Lectionary (Semicontinuous)
ପ୍ରଧାନ ନିର୍ଦ୍ଦେଶକଙ୍କୁ ଦାଉଦଙ୍କ ଗୀତ।
14 ଏକ ମୂର୍ଖ ଲୋକ ନିଜ ହୃଦୟରେ କହେ, “ପରମେଶ୍ୱର ନାହାନ୍ତି।”
ସେହି ମୂର୍ଖମାନେ ଭ୍ରଷ୍ଟ ଓ ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରନ୍ତି।
ସେମାନଙ୍କ ମଧ୍ୟରେ ଉତ୍ତମ କାର୍ଯ୍ୟ କରିଥିବା ଲୋକ କେହି ନାହାନ୍ତି।
2 ସଦାପ୍ରଭୁ ସ୍ୱର୍ଗରୁ ଥାଇ ତଳକୁ ଦୃଷ୍ଟି ନିକ୍ଷେପ କରି ଦେଖନ୍ତି ଯେ,
ଯଦି କେହି ଜ୍ଞାନୀ ଲୋକ ତାଙ୍କ ଅନୁରକ୍ତ ଅଛନ୍ତି ନା ନାହିଁ।
ବିଜ୍ଞ ଲୋକମାନେ ସର୍ବଦା ପରମେଶ୍ୱରଙ୍କୁ ସହାୟତା ପାଇଁ ପ୍ରାର୍ଥନା କରନ୍ତି।
3 କିନ୍ତୁ ପ୍ରତ୍ୟେକ ମଣିଷ ଆଜି
ପରମେଶ୍ୱରଙ୍କଠାରୁ ଦୂରେଇ ଯାଇଛନ୍ତି।
ସବୁ ମଣିଷ ଆଜି ଦୁଷ୍ଟ ମଣିଷରେ ପରିଣତ ହୋଇଛନ୍ତି।
ଜଣେ ବି କେହି ଆଜି ଭଲ କାର୍ଯ୍ୟ କରୁଥିବା ଲୋକ ନାହାନ୍ତି।
4 ଦୁଷ୍ଟ ଲୋକମାନେ ମୋର ଅନେକ ଲୋକଙ୍କୁ ନଷ୍ଟ କରିଛନ୍ତି
ଓ ସେହି ଦୁଷ୍ଟ ଲୋକମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ
ଏବଂ ସଦାପ୍ରଭୁଙ୍କ ସମ୍ମୁଖୀନ ହୋଇ ପାରନ୍ତି ନାହିଁ।
5-6 ସେହି ଦୁଷ୍ଟ ଲୋକମାନେ ନିରୀହ ଲୋକର ଉପଦେଶକୁ ଶୁଣିବାକୁ ପ୍ରସ୍ତୁତ ନୁହନ୍ତି କାହିଁକି?
କାରଣ ସେହି ନିରୀହ ଲୋକଟି ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳ
କିନ୍ତୁ ପରମେଶ୍ୱର ସର୍ବଦା ଧାର୍ମିକ ଲୋକମାନଙ୍କ ମଧ୍ୟରେ ବାସ କରନ୍ତି।
ତେଣୁ ଦୁଷ୍ଟ ଲୋକମାନେ ନିଶ୍ଚିତ ପରମେଶ୍ୱରଙ୍କୁ ଭୟ କରିବା ଉଚିତ୍।
7 ମୁଁ ଆଶାକରେ କେହି ଜଣେ ତାଙ୍କର ମନ୍ଦିରରୁ ସିୟୋନ ପର୍ବତ ଉପରକୁ ଆସନ୍ତା
ଏବଂ ଇସ୍ରାଏଲକୁ ରକ୍ଷା କରନ୍ତା।
ସେତେବେଳେ ସଦାପ୍ରଭୁ ତାହଙ୍କର ଲୋକମାନଙ୍କୁ ପୁନର୍ବାର ଶକ୍ତିଶାଳୀ କରନ୍ତି,
ତାହାହେଲେ ଯାକୁବ [a] ଆହ୍ଲାଦିତ ହେବ।
ଇସ୍ରାଏଲ ବହୁତ ଖୁସୀ ହେବ।
4 ସଦାପ୍ରଭୁ କହନ୍ତି,
“ହେ ଇସ୍ରାଏଲ ଯଦି ତୁମ୍ଭେ ଫେରି ଆସିବାକୁ ଇଚ୍ଛା କରୁଛ,
ତେବେ ମୋ’ ନିକଟକୁ ଫେରି ଆସ।
ଯଦି ତୁମ୍ଭେ ସମସ୍ତ ମୂର୍ତ୍ତି ମୋ’ ଚକ୍ଷୁ ସମ୍ମୁଖରୁ ଫିଙ୍ଗିଦିଅ
ଓ ବିପଥଗାମୀ ହୁଅ ନାହିଁ।
2 ଯଦି ତୁମ୍ଭେ ସେହିସବୁ କରିବ, ତେବେ ତୁମ୍ଭକୁ ସଦାପ୍ରଭୁଙ୍କ ନାମରେ ଶପଥ କରି କହିବାକୁ ପଡ଼ିବ ଯେ
‘ସଦାପ୍ରଭୁ ଜୀବିତ।’
ଆଉ ତୁମ୍ଭେ ଏସବୁ ସତ୍ୟ, ନ୍ୟାୟ ଓ ଧାର୍ମିକତାରେ ସେ ସବୁ କହିବାକୁ କ୍ଷମ ହେବ।
ତାହାଦ୍ୱାରା ନାନାଦେଶୀୟମାନେ ସଦାପ୍ରଭୁଙ୍କର ଆଶୀର୍ବାଦର ପାତ୍ର ହେବେ।
ସେମାନେ ଗର୍ବର ସହିତ କହିବେ ସଦାପ୍ରଭୁ ତାହା କରିଛନ୍ତି।”
3 କାରଣ ସଦାପ୍ରଭୁ ଯିହୁଦା ଓ ଯିରୁଶାଳମର ଲୋକମାନଙ୍କୁ ଏହିକଥା କହନ୍ତି,
“ତୁମ୍ଭେମାନେ ନିଜ ପାଇଁ ପଡ଼ିଆ ଭୂମି ପ୍ରସ୍ତୁତ କର
ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ।
4 ହେ ଯିହୁଦା ଓ ଯିରୁଶାଲମର ନିବାସୀଗଣ,
ତୁମ୍ଭେମାନେ ସଦାପ୍ରଭୁଙ୍କ ପାଇଁ ନିଜକୁ ସୁନ୍ନତ କର।
ତୁମ୍ଭମାନଙ୍କର ହୃଦୟରୁ
ଆବିଳତାକୁ ଦୂର କର।
ତା’ ନ ହେଲେ ତୁମ୍ଭମାନଙ୍କର ଦୁଷ୍କର୍ମ ଯୋଗୁଁ
ଆମ୍ଭର କ୍ରୋଧ ଅଗ୍ନିତୁଲ୍ୟ ପ୍ରଜ୍ୱଳିତ ହେବ।
ଓ ସେହି କ୍ରୋଧାଗ୍ନିରେ ତୁମ୍ଭେମାନେ ଭସ୍ମୀଭୂତ ହେବ।
କେହି ତାହାକୁ ଲିଭାଇ ପାରିବା ପାଇଁ ସକ୍ଷମ ହେବ ନାହିଁ।”
ଉତ୍ତରରୁ ମହା ବିନାଶ ଆସିବ
5 “ତୁମ୍ଭେମାନେ ଯିହୁଦାର ଲୋକମାନଙ୍କୁ ଏହି ବାର୍ତ୍ତା ଦିଅ
ଓ ଯିରୁଶାଲମରେ ଏହିକଥା ପ୍ରଗ୍ଭର କର।
‘ସମଗ୍ର ଦେଶରେ ତୂରୀ ବଜାଅ’
ଓ ଉଚ୍ଚସ୍ୱରରେ ଚିତ୍କାର କର,
‘ତୁମ୍ଭେମାନେ ଏକତ୍ରିତ ହୁଅ।
ଆଉ କୁହ, ଆସ ସୁଦୃଢ଼ ନଗରକୁ ପଳାଇବା।’
6 ସିୟୋନଆଡ଼େ ଧ୍ୱଜା ଉଠାଅ।
ଜୀବନ ରକ୍ଷା ପାଇଁ ପଳାୟନ କର।
ଅପେକ୍ଷା କର ନାହିଁ,
କାରଣ ଆମ୍ଭେ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆଣିବା।”
7 ଏକ ସିଂହ ନିଜ ଗହ୍ୱରରୁ ବାହାରିଅଛି।
ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି।
ତୁମ୍ଭର ନଗରସବୁ ଧ୍ୱଂସ ହେବ, ଆଉ ସେଗୁଡ଼ିକ ଜନଶୂନ୍ୟ ହେବ।
ଏଥିପାଇଁ ସେ ନିଜ ସ୍ଥାନରୁ ବାହାରି
ତୁମ୍ଭର ଦେଶକୁ ଉଜାଡ଼ିବାକୁ ଆସୁଛନ୍ତି।
8 ତେଣୁ ତୁମ୍ଭେମାନେ ଚଟବସ୍ତ୍ର ପରିଧାନ କରି ବିଳାପ ଓ ହାହାକାର କର।
କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କ ଉପରେ ରହିଅଛି।”
9 ସେହି ଦିନ ସଦାପ୍ରଭୁ କହିଲେ,
“ରାଜା ଓ ତାଙ୍କର ଅଧିପତିଗଣ ସାହସ ହରାଇବେ।
ଯାଜକଗଣ ଭୟଭୀତ ହେବେ
ଓ ଭବିଷ୍ୟଦ୍ବକ୍ତାମାନେ କ’ଣ କହିବାକୁ ହେବ ଜାଣି ପାରିବେ ନାହିଁ।”
10 ଏଥିରେ ମୁଁ, ଯିରିମିୟ କହିଲି, “ହେ ସଦାପ୍ରଭୁ ମୋର ପ୍ରଭୁ, ତୁମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ପ୍ରକୃତରେ ଭ୍ରାନ୍ତିରେ ପକାଇଛ। ତୁମ୍ଭେ ସେମାନଙ୍କୁ କହିଛ, ‘ତୁମ୍ଭେମାନେ ଶାନ୍ତି ପାଇବ।’ କିନ୍ତୁ ସେମାନଙ୍କ ଗଳା ପାଖରେ ଖଡ଼୍ଗ ଅଛି।”
ଭଣ୍ଡ ଶିକ୍ଷକଗଣ
2 ଅତୀତକାଳରେ ପରମେଶ୍ୱରଙ୍କ ଲୋକମାନଙ୍କ ମଧ୍ୟରେ ମିଥ୍ୟା ଭବିଷ୍ୟଦ୍ବକ୍ତା ଥିଲେ। ଏବେ ମଧ୍ୟ ସେହିଭଳି ଅଛନ୍ତି। ତୁମ୍ଭ ଦଳରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସେମାନେ ଏପରି ଭୁଲ୍ ଶିକ୍ଷା ଦେବେ ଯେ, ଲୋକେ ନିଜକୁ ହଜାଇ ଦେବେ। ସେମାନେ ଏଭଳି ଭାବରେ ଶିକ୍ଷା ଦେବେ ଯେ ସେମାନେ ଯେ ଭୁଲ୍ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହେବ। ସେମାନେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ୟ ମନା କରିବେ। ସେପ୍ରକାରେ ସେମାନେ ନିଜକୁ ଶୀଘ୍ର ନଷ୍ଟ କରିଦେବେ। 2 ସେମାନେ କହୁଥିବା ମନ୍ଦ କାମକୁ ଅନେକ ଲୋକ ଅନୁସରଣ କରିବେ। ସେମାନଙ୍କ ହେତୁରୁ ଅନ୍ୟ ଲୋକେ ମଧ୍ୟ ସତ୍ୟର ମାର୍ଗ ବିଷୟରେ ସମାଲୋଚନା କରିବେ। 3 ସେହି ଭଣ୍ଡ ଶିକ୍ଷକମାନେ କେବଳ ତୁମ୍ଭର ଧନ ଗ୍ଭହାନ୍ତି। ସେମାନେ ଖାଲି ମିଛ କଥା କହି ତୁମ୍ଭର ମନ ନେବେ। ଏହି ଭଣ୍ଡ ଶିକ୍ଷକଙ୍କର ନ୍ୟାୟ ବିଗ୍ଭର ବହୁ ପୂର୍ବରୁ ପ୍ରସ୍ତୁତ ହୋଇ ରହିଛି। ପରମେଶ୍ୱର ସେମାନଙ୍କୁ ନଷ୍ଟ କରିଦେବେ। ସେମାନେ ତାହାଙ୍କଠାରୁ ରକ୍ଷା ପାଇବେ ନାହିଁ।
4 ଯେତେବେଳେ ସ୍ୱର୍ଗଦୂତମାନେ ପାପ କଲେ, ପରମେଶ୍ୱର ସେମାନଙ୍କୁ ଦଣ୍ଡ ନ ଦେଇ ଛାଡ଼ିଲେ ନାହିଁ। ପରମେଶ୍ୱର ସେହି ଦୂତମାନଙ୍କୁ ନରକକୁ ପଠାଇଦେଲେ। ସେ ସେମାନଙ୍କୁ ଅନ୍ଧକାରର ଗୁମ୍ଫାମାନଙ୍କରେ ପକାଇ ରଖିଲେ। ବିଗ୍ଭର ଦିନ ପର୍ଯ୍ୟନ୍ତ ସେମାନେ ସେଠାରେ ପଡ଼ିଥିବେ।
5 ଅତି ପୂର୍ବକାଳରେ ରହୁଥିବା ମନ୍ଦ ଲୋକଙ୍କୁ ପରମେଶ୍ୱର ଦଣ୍ଡ ଦେଇଥିଲେ। ପରମେଶ୍ୱର ଆପଣା ବିରୋଧୀ ଲୋକମାନଙ୍କ ପାଇଁ ଏକ ପ୍ରଳୟକାରୀ ବନ୍ୟା ଆଣିଥିଲେ। କିନ୍ତୁ ପରମେଶ୍ୱର ନୋହ ଓ ତାହାଙ୍କ ସହ ଅନ୍ୟ ସାତ ଜଣଙ୍କୁ ସେହି ପ୍ରଳୟକାରୀ ବନ୍ୟାରୁ ରକ୍ଷା କରିଥିଲେ। ଲୋକମାନଙ୍କୁ ନୋହ ଉତ୍ତମ ଜୀବନ କାଟିବାକୁ ଉପଦେଶ ଦେଉଥିଲେ।
6 ପରମେଶ୍ୱର ଦଣ୍ଡ ସ୍ୱରୂପେ ଦୁଷ୍ଟ ନଗରୀ ସଦୋମ ଓ ଗମୋରାକୁ ପୋଡ଼ି ପାଉଁଶ କରିଦେଇଥିଲେ। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ, ସେମାନଙ୍କ ପ୍ରତି କ’ଣ ଘଟିବ, ଏହି ନଗରଗୁଡ଼ିକ ତାହାର ଉଦାହରଣ ସ୍ୱରୂପ ଅଟେ। 7 କିନ୍ତୁ ସେହି ନଗର ମଧ୍ୟରୁ ପରମେଶ୍ୱର ଲୋଟକୁ ରକ୍ଷା କଲେ। ସେ ଜଣେ ଅତି ଭଲଲୋକ ଥିଲେ। ଲୋକମାନଙ୍କର ଦୁଷ୍ଟାଚରଣ ହେତୁ ସେ ଦୁଃଖ ପାଉଥିଲେ। 8 ଲୋଟ ଜଣେ ଭଲ ଲୋକ ଥିଲେ। କିନ୍ତୁ ପ୍ରତିଦିନ ସେହି ମନ୍ଦଲୋକଙ୍କ ମଧ୍ୟରେ ବାସ କରୁଥିଲେ। ସେମାନଙ୍କର ମନ୍ଦ ବିଷୟ ଗୁଡ଼ିକ ଦେଖି ଓ ଶୁଣି ସେ ହୃଦୟରେ ଆଘାତ ପାଉଥିଲେ।
9 ପରମେଶ୍ୱର ଏହି ସମସ୍ତ କାର୍ଯ୍ୟ କଲେ। ଅତଏବ ଯେଉଁମାନେ ତାହାଙ୍କୁ ସେବା କରୁଛନ୍ତି, ପ୍ରଭୁ ସର୍ବଦା ସେମାନଙ୍କୁ ରକ୍ଷା କରିବେ। ସମସ୍ୟାରେ ପଡ଼ିଥିଲାବେଳେ ସେ ସେମାନଙ୍କୁ ରକ୍ଷା କରିବେ। ଏହା ସହିତ, ପ୍ରଭୁ ମନ୍ଦ ଲୋକମାନଙ୍କୁ ବିଗ୍ଭର ଦିନରେ ଦଣ୍ଡ ଦେବେ। 10 ଯେଉଁମାନେ ନିଜର ପାପପୂର୍ଣ୍ଣ ପ୍ରକୃତିଗୁଡ଼ିକର ଇଚ୍ଛା ପୂରଣ ପାଇଁ ମନ୍ଦକାର୍ଯ୍ୟ କରି ଜୀବିତ ରହିଛନ୍ତି ଓ ପ୍ରଭୁଙ୍କର କର୍ତ୍ତୃତ୍ୱକୁ ଅବମାନନା କରନ୍ତି, ସେମାନେ ଏଭଳି ଦଣ୍ଡର ଯୋଗ୍ୟ।
ଏହି ଭଣ୍ଡ ଶିକ୍ଷକମାନେ ମନମୁତାବକ କାର୍ଯ୍ୟ କରନ୍ତି ଓ ଆପଣା ବିଷୟରେ ଗର୍ବର କଥା କହନ୍ତି। ସେମାନେ ସ୍ୱର୍ଗଦୂତମାନଙ୍କ ବିରୁଦ୍ଧରେ ମନ୍ଦ କଥା କହିବାକୁ ଭୟ କରନ୍ତି ନାହିଁ।
2010 by World Bible Translation Center