Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 14

ପ୍ରଧାନ ନିର୍ଦ୍ଦେଶକଙ୍କୁ ଦାଉଦଙ୍କ ଗୀତ।

14 ଏକ ମୂର୍ଖ ଲୋକ ନିଜ ହୃଦୟରେ କହେ, “ପରମେଶ୍ୱର ନାହାନ୍ତି।”
    ସେହି ମୂର୍ଖମାନେ ଭ୍ରଷ୍ଟ ଓ ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରନ୍ତି।
    ସେମାନଙ୍କ ମଧ୍ୟରେ ଉତ୍ତମ କାର୍ଯ୍ୟ କରିଥିବା ଲୋକ କେହି ନାହାନ୍ତି।

ସଦାପ୍ରଭୁ ସ୍ୱର୍ଗରୁ ଥାଇ ତଳକୁ ଦୃଷ୍ଟି ନିକ୍ଷେପ କରି ଦେଖନ୍ତି ଯେ,
    ଯଦି କେହି ଜ୍ଞାନୀ ଲୋକ ତାଙ୍କ ଅନୁରକ୍ତ ଅଛନ୍ତି ନା ନାହିଁ।
    ବିଜ୍ଞ ଲୋକମାନେ ସର୍ବଦା ପରମେଶ୍ୱରଙ୍କୁ ସହାୟତା ପାଇଁ ପ୍ରାର୍ଥନା କରନ୍ତି।
କିନ୍ତୁ ପ୍ରତ୍ୟେକ ମଣିଷ ଆଜି
    ପରମେଶ୍ୱରଙ୍କଠାରୁ ଦୂରେଇ ଯାଇଛନ୍ତି।
ସବୁ ମଣିଷ ଆଜି ଦୁଷ୍ଟ ମଣିଷରେ ପରିଣତ ହୋଇଛନ୍ତି।
    ଜଣେ ବି କେହି ଆଜି ଭଲ କାର୍ଯ୍ୟ କରୁଥିବା ଲୋକ ନାହାନ୍ତି।

ଦୁଷ୍ଟ ଲୋକମାନେ ମୋର ଅନେକ ଲୋକଙ୍କୁ ନଷ୍ଟ କରିଛନ୍ତି
    ଓ ସେହି ଦୁଷ୍ଟ ଲୋକମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ
    ଏବଂ ସଦାପ୍ରଭୁଙ୍କ ସମ୍ମୁଖୀନ ହୋଇ ପାରନ୍ତି ନାହିଁ।
5-6 ସେହି ଦୁଷ୍ଟ ଲୋକମାନେ ନିରୀହ ଲୋକର ଉପଦେଶକୁ ଶୁଣିବାକୁ ପ୍ରସ୍ତୁତ ନୁହନ୍ତି କାହିଁକି?
    କାରଣ ସେହି ନିରୀହ ଲୋକଟି ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳ
କିନ୍ତୁ ପରମେଶ୍ୱର ସର୍ବଦା ଧାର୍ମିକ ଲୋକମାନଙ୍କ ମଧ୍ୟରେ ବାସ କରନ୍ତି।
    ତେଣୁ ଦୁଷ୍ଟ ଲୋକମାନେ ନିଶ୍ଚିତ ପରମେଶ୍ୱରଙ୍କୁ ଭୟ କରିବା ଉଚିତ୍।

ମୁଁ ଆଶାକରେ କେହି ଜଣେ ତାଙ୍କର ମନ୍ଦିରରୁ ସିୟୋନ ପର୍ବତ ଉପରକୁ ଆସନ୍ତା
    ଏବଂ ଇସ୍ରାଏଲକୁ ରକ୍ଷା କରନ୍ତା।
ସେତେବେଳେ ସଦାପ୍ରଭୁ ତାହଙ୍କର ଲୋକମାନଙ୍କୁ ପୁନର୍ବାର ଶକ୍ତିଶାଳୀ କରନ୍ତି,
    ତାହାହେଲେ ଯାକୁବ [a] ଆହ୍ଲାଦିତ ହେବ।
    ଇସ୍ରାଏଲ ବହୁତ ଖୁସୀ ହେବ।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 4:13-21

13 ଦେଖ, ସେ ମେଘଖଣ୍ଡ ସଦୃଶ ଆସୁଅଛି।
    ତାହାର କଥାଗୁଡ଼ିକ ଘୂର୍ଣ୍ଣିବାୟୁ ସଦୃଶ
    ଓ ତାହାର ଅସ୍ତ୍ରଗୁଡ଼ିକ ଉତ୍କ୍ରୋଶପକ୍ଷୀଠାରୁ ଅଧିକ ଦ୍ରୁତଗାମୀ ହେବେ।
ଏହା ଆମ୍ଭମାନଙ୍କ ପାଇଁ ବହୁ ଅମଙ୍ଗଳ ହେବ
    ଓ ଆମ୍ଭେମାନେ ବିନଷ୍ଟ ହେବା।

14 ହେ ଯିରୁଶାଲମ ନିବାସୀଗଣ!
    ଉଦ୍ଧାର ପାଇବା ନିମନ୍ତେ ନିଜ ନିଜ ହୃଦୟରୁ ଅମଙ୍ଗଳକୁ ଧୋଇ ଦିଅ।
ହୃଦୟକୁ ନିର୍ମଳ ଓ ପବିତ୍ର କର,
    ଆଉ ମନ୍ଦ କଳ୍ପନା ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ଦିଅ ନାହିଁ।
15 ହଁ ତୁମ୍ଭେ ଯତ୍ନ ସହକାରେ ଶୁଣିବା ଉଚିତ୍,
    କାରଣ ଦାନରୁ ଏକ ସ୍ୱର ଶୁଣାଯିବ
ଏବଂ ଇଫ୍ରୟିମ ପର୍ବତରୁ
    ଏକ ଦୁଃସମ୍ବାଦ ଆସୁଅଛି।
16 “ତୁମ୍ଭେମାନେ ନାନାଦେଶୀୟମାନଙ୍କୁ ଜଣାଅ,
    ଯିରୁଶାଲମ ବିରୁଦ୍ଧରେ ଘୋଷଣା କର।
ଦୂର ଦେଶରୁ ଶତ୍ରୁମାନେ ଆସୁଛନ୍ତି।
    ସେମାନେ ଯିହୁଦାର ନଗରଗୁଡ଼ିକ ବିରୁଦ୍ଧରେ ରଣହୁଙ୍କାର ଛାଡ଼ୁଛନ୍ତି।
17 ସେମାନେ ଶସ୍ୟକ୍ଷେତ୍ର ଜଗୁଆଳି ସଦୃଶ
    ଯିରୁଶାଲମକୁ ଗ୍ଭରିଆଡ଼େ ଘେରି ରହିଛନ୍ତି।
କାରଣ ସଦାପ୍ରଭୁ କହନ୍ତି,
    ସେମାନେ ଆମ୍ଭର ବିଦ୍ରୋହାଗ୍ଭରିଣୀ ହୋଇଅଛନ୍ତି।”

18 “ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟାସବୁ
    ତୁମ୍ଭ ପ୍ରତି ଦୁଃଖ ଘଟାଇଅଛି।
ସେହି ମନ୍ଦ କ୍ରିୟା ତୁମ୍ଭର ଜୀବନକୁ ଦୁଃସହ କରିଛି।
    ଏହା ଅତ୍ୟନ୍ତ ତିକ୍ତ ଓ ମର୍ମଭେଦକ।”

ଯିରିମିୟଙ୍କ ବିଳାପ

19 ହାୟ, ହାୟ, ମୋର ଦୁଃଖ ଓ ମୋର ବ୍ୟସ୍ତତା
    ମୋର ଅନ୍ତନାଡ଼ିକୁ ବ୍ୟଥିତ କରୁଅଛି।
ମୁଁ ହୃଦୟରେ ଅସ୍ଥିରତା ଅନୁଭବ କରୁଅଛି।
    ମୁଁ ସ୍ଥିର ରହିପାରୁ ନାହିଁ,
କାରଣ ମୁଁ ସେହି ତୂରୀ ଶବ୍ଦ
    ଓ ଯୁଦ୍ଧର ନାଦ ଶୁଣିପାରୁଛି।
20 ବିନାଶ ପରେ ବିନାଶର ଖବର ଆସୁଅଛି।
    କାରଣ ସମଗ୍ର ଦେଶ ବିନଷ୍ଟ ହେଉଅଛି।
ମୁହୂର୍ତ୍ତକ ମଧ୍ୟରେ ମୋର ତମ୍ବୁ
    ଓ ନିମିଷକ ମଧ୍ୟରେ ମୋହର ଯବନିକା ସବୁ ଧ୍ୱଂସ ପାଇବ।
21 ହେ ପ୍ରଭୁ, ମୁଁ କେତେକାଳ ପତାକା ଦେଖିବି
    ଓ ତୂରୀର ଶବ୍ଦ ଶୁଣିବି?

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 4:29-31

29 ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀଙ୍କ ଶବ୍ଦରେ
    ସମଗ୍ର ନଗରବାସୀ ଭୟରେ ପଳାୟନ କରିବେ।
    କେତେକ ଗୁମ୍ଫା ମଧ୍ୟରେ ଲୁଚିବେ,
କେତେକ ନିବିଡ଼ ଅରଣ୍ୟର
    ବୁଦା ମଧ୍ୟରେ ଲୁଚିବେ
    ଓ ଅନ୍ୟ କେତେକ ଶୈଳ ଉପରେ ଚଢ଼ିବେ।
ଯିହୁଦାର ସମସ୍ତ ନଗର ପରିତ୍ୟକ୍ତ ହୋଇ
    ଜନଶୂନ୍ୟ ହେବ।

30 ଆଉ ତୁମ୍ଭେ ଯେତେବେଳେ ବିନଷ୍ଟ ହେବ
    ସେତେବେଳେ ତୁମ୍ଭେ କ’ଣ କରିବ?
ତୁମ୍ଭେ କାହିଁକି ଲାଲ ରଙ୍ଗର ବସ୍ତ୍ର ପିନ୍ଧୁଛ
    ଓ ସୁବର୍ଣ୍ଣ ଅଳଙ୍କାରରେ ନିଜକୁ ଭୂଷିତା କରୁଛ?
ତୁମ୍ଭେ ବୃଥାରେ ନିଜର ଚକ୍ଷୁରେ
    ଅଞ୍ଜନ ଦେଇ ନିଜକୁ ସଜାଇଛ
    ଓ ସୁନ୍ଦର କରୁଅଛ।
କାରଣ ଜାରପୁରୁଷମାନେ ମଧ୍ୟ ତୁମ୍ଭକୁ ଘୃଣା କରୁଛନ୍ତି
    ଓ ତୁମ୍ଭ ପ୍ରାଣ ବିନାଶ କରିବାକୁ ଚେଷ୍ଟା କରୁଛନ୍ତି।
31 ପ୍ରସବକାରିଣୀ ସ୍ତ୍ରୀର ରବପରି
    ଓ ପ୍ରଥମ ସନ୍ତାନ ପ୍ରସବକାଳୀନ ବେଦନା ପରି
    ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ।
ସେ ଦୀର୍ଘନିଶ୍ୱାସ ଛାଡ଼ି ଓ ଆପଣା ହସ୍ତ ପ୍ରସାରଣ କରି କହୁଅଛି,
    “ହାୟ, ହାୟ!
    ହତ୍ୟାକାରୀମାନଙ୍କ ଆଗରେ ମୋର ପ୍ରାଣ ମୂର୍ଚ୍ଛିତ ହେଲା।”

ଯୋହନ ଲିଖିତ ସୁସମାଗ୍ଭର 10:11-21

11 “ମୁଁ ଉତ୍ତମ ମେଷପାଳକ। ଉତ୍ତମ ମେଷପାଳକ ମେଷମାନଙ୍କ ପାଇଁ ତା’ର ଜୀବନ ଦିଏ। 12 ମେଷ ରଖିବା ପାଇଁ ଯେଉଁ ମୂଲିଆକୁ ରଖାଯାଇଛି, ସେ ଲୋକ ମେଷପାଳକଠାରୁ ଭିନ୍ନ। ମେଷଗୁଡ଼ିକ ମୂଲିଆର ନୁହନ୍ତି। ତେଣୁ ସେ ଗଧିଆ ଆସିବା ଦେଖିଲେ ମେଷମାନଙ୍କୁ ଏକୁଟିଆ ଛାଡ଼ି ଦୌଡ଼ି ପଳାଏ। ତା’ପରେ ଗଧିଆ ମେଷମାନଙ୍କ ଉପରକୁ କୁଦାମାରେ ଓ ସେମାନଙ୍କୁ ଛିନ୍ନଭିନ୍ନ କରି ଦିଏ। 13 ସେ ଲୋକଟି ଦୌଡ଼ି ପଳାଏ, କାରଣ ସେ ମୂଲିଆ। ସେ ପ୍ରକୃତରେ ମେଷମାନଙ୍କର ଯତ୍ନ ନିଏ ନାହିଁ।

14 “ମୁଁ ମେଷପାଳକ ଯିଏ କି ମେଷମାନଙ୍କର ଯତ୍ନ ନିଏ। ମୁଁ ମୋର ମେଣ୍ଢାକୁ ଜାଣେ ଯେପରି, ପରମପିତା ମୋତେ ଜାଣନ୍ତି। 15 ମୁଁ ଯେପରି ପରମପିତାଙ୍କୁ ଜାଣେ, ସେହିପରି ମୋର ମେଷମାନେ ମୋତେ ଜାଣନ୍ତି। ମୁଁ ଏ ମେଷମାନଙ୍କ ପାଇଁ ଜୀବନ ଦିଏ। 16 ମୋର ଅନ୍ୟ ମେଷମାନେ ମଧ୍ୟ ଅଛନ୍ତି। ସେମାନେ ଏହି ପଲରେ ନାହାନ୍ତି। ମୁଁ ସେମାନଙ୍କୁ ମଧ୍ୟ ଆଣିବି। ସେମାନେ ମୋର ସ୍ୱର ଶୁଣିବେ। ଭବିଷ୍ୟତରେ ଗୋଟିଏ ପଲ ହେବ ଓ ସେ ପଲର ଜଣେ ମେଷପାଳକ ହେବେ। 17 ପରମପିତା ମୋତେ ପ୍ରେମ କରନ୍ତି କାରଣ ମୁଁ ମୋ’ ଜୀବନ ଦିଏ। ମୁଁ ଜୀବନ ଦିଏ, ଯେହେତୁ ମୁଁ ପୁନର୍ବାର ସେହି ଜୀବନ ଲାଭ କରିପାରେ। 18 ମୋ’ଠାରୁ କେହି ମୋ’ ଜୀବନ ନେଇ ପାରିବ ନାହିଁ। ମୁଁ ସ୍ୱେଚ୍ଛାରେ ମୋ’ ଜୀବନ ଦିଏ। ମୋର ଜୀବନ ଦେବାର ଅଧିକାର ଅଛି। ଏବଂ ମୋର ପୁନର୍ବାର ଜୀବନ ଫେରି ପାଇବାର ମଧ୍ୟ ଅଧିକାର ରହିଛି। ଏହି କଥା ମୋତେ ପରମପିତା କହିଛନ୍ତି।”

19 ଯୀଶୁଙ୍କର ଉକ୍ତ ସମସ୍ତ କଥା ଶୁଣିବା ପରେ ଯିହୂଦୀମାନଙ୍କ ମଧ୍ୟରେ ପୂନର୍ବାର ଭିନ୍ନ ମତ ପ୍ରକାଶ ପାଇଲା। 20 ସେମାନଙ୍କ ମଧ୍ୟରୁ ଅନେକ ଯିହୂଦୀ କହିଲେ, “ଜଣେ ଭୂତ ତା’ ଭିତରକୁ ଆସିଛି ଓ ତାହାଙ୍କୁ ପାଗଳ କରିଦେଇଛି। ଏ ଭଳି ଲୋକର କଥା ଶୁଣି ଲାଭ ନାହିଁ।”

21 କିନ୍ତୁ ଅନ୍ୟ ଯିହୂଦୀମାନେ କହିଲେ, “ନିଜ ଭିତରେ ଭୂତ ରହିଥିବା ଜଣେ ଲୋକ ଏଭଳି କଥା କହେ ନାହିଁ। ଗୋଟିଏ ଭୂତ କ’ଣ କେବେ ଅନ୍ଧ ଲୋକର ଆଖି ଭଲ କରି ଦେଇ ପାରିବ? ନା!”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center