Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 4:11-12

11 ସେହି ସମୟରେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ପାଖକୁ
    ଏହି ବାର୍ତ୍ତା ଆସିବ,
“ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରୁ
    ଆମ୍ଭ ଲୋକମାନଙ୍କ ଆଡ଼କୁ ଉଷ୍ମବାୟୁ ଆସୁଅଛି।
ତାହା ଶସ୍ୟରୁ ତୁଷ ଝାଡ଼ିବା ପାଇଁ
    ଧୀର ବାୟୁ ନୁହେଁ।
12 ଏହାଠାରୁ ଏକ ଶକ୍ତିଶାଳୀ ବାୟୁ
    ଆମ୍ଭ ପାଖକୁ ଆସୁଛି।
ବର୍ତ୍ତମାନ ଯିହୁଦାର ଲୋକମାନଙ୍କ ବିରୁଦ୍ଧରେ
    ଆମ୍ଭେ ଆପଣା ଦଣ୍ଡ ଘୋଷଣା କରୁଅଛୁ।”

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 4:22-28

22 ପରମେଶ୍ୱର କହିଲେ, “ମୋର ଲୋକମାନେ ନିର୍ବୋଧ
    ଏବଂ ସେମାନେ ମୋତେ ଜାଣନ୍ତି ନାହିଁ।
ସେମାନେ ନିର୍ବୋଧ ସନ୍ତାନ ତୁଲ୍ୟ,
    ସେମାନଙ୍କର ଅର୍ନ୍ତଦୃଷ୍ଟି ନାହିଁ।
ସେମାନେ କୁକର୍ମ କରିବାରେ ଧୂରନ୍ଧର।
    ମାତ୍ର ସୁକର୍ମ କିପରି କରିବାକୁ ହୁଏ ସେମାନେ ଜାଣନ୍ତି ନାହିଁ।”

ବିନାଶ ଆସୁଛି

23 ମୁଁ ପୃଥିବୀ ଉପରେ ଦୃଷ୍ଟିପାତ କଲି,
    ଦେଖିଲି ତାହା ନିର୍ଜ୍ଜନ ଓ ଶୂନ୍ୟ ଥିଲା।
ପୁଣି ଆକାଶମଣ୍ଡଳକୁ ଦୃଷ୍ଟି ନିକ୍ଷେପ କରି ଦେଖିଲି
    ସେଠାରେ ଆଲୋକ ନ ଥିଲା।
24 ମୁଁ ପର୍ବତମାଳାକୁ ଅନାଇ ଦେଖିଲି
    ସେଗୁଡ଼ିକ କମ୍ପିତ ହେଉଥିଲେ
    ଓ ଉପପର୍ବତଗୁଡ଼ିକ ଦୋହଲୁଥିଲେ।
25 ମୁଁ ଗ୍ଭହିଁ ଦେଖିଲି କୌଣସି ମନୁଷ୍ୟ ନ ଥିଲେ
    ଓ ଆକାଶର ପକ୍ଷୀସବୁ ପଳାଇ ଯାଇଥିଲେ।
26 ମୁଁ ଦେଖିଲି ଉର୍ବର କ୍ଷେତ୍ରସବୁ ମରୁଭୂମିରେ ପରିଣତ ହେଲା
    ଓ ସମସ୍ତ ନଗର ଧ୍ୱଂସ ପାଇଲା।
    ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ଏହି ସମସ୍ତ ଧ୍ୱଂସର କାରଣ ଥିଲା।

27 ସଦାପ୍ରଭୁ ଏହି କଥା କହନ୍ତି,
“ସମଗ୍ର ଦେଶ ବନ୍ଧ୍ୟା ହେବ,
    ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ଏହାକୁ ନିଃଶେଷ କରିବି ନାହିଁ।
28 ତେଣୁ ପୃଥିବୀବାସୀ ଶୋକ କରିବେ
    ଓ ଉପରିସ୍ଥ ଆକାଶମଣ୍ଡଳ କୃଷ୍ଣବର୍ଣ୍ଣ ହେବ।
କାରଣ ଆମ୍ଭେ ଏହା କହିଅଛୁ ଓ ଆମ୍ଭେ ଏହା ମନରେ ସ୍ଥିର କରିଅଛୁ।
    ଏଥିପାଇଁ ଆମ୍ଭେ ଅନୁତାପ କରିବୁ ନାହିଁ କି ଏଥିରୁ ବିରତ ହେବୁ ନାହିଁ।”

ଗୀତସଂହିତା 14

ପ୍ରଧାନ ନିର୍ଦ୍ଦେଶକଙ୍କୁ ଦାଉଦଙ୍କ ଗୀତ।

14 ଏକ ମୂର୍ଖ ଲୋକ ନିଜ ହୃଦୟରେ କହେ, “ପରମେଶ୍ୱର ନାହାନ୍ତି।”
    ସେହି ମୂର୍ଖମାନେ ଭ୍ରଷ୍ଟ ଓ ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରନ୍ତି।
    ସେମାନଙ୍କ ମଧ୍ୟରେ ଉତ୍ତମ କାର୍ଯ୍ୟ କରିଥିବା ଲୋକ କେହି ନାହାନ୍ତି।

ସଦାପ୍ରଭୁ ସ୍ୱର୍ଗରୁ ଥାଇ ତଳକୁ ଦୃଷ୍ଟି ନିକ୍ଷେପ କରି ଦେଖନ୍ତି ଯେ,
    ଯଦି କେହି ଜ୍ଞାନୀ ଲୋକ ତାଙ୍କ ଅନୁରକ୍ତ ଅଛନ୍ତି ନା ନାହିଁ।
    ବିଜ୍ଞ ଲୋକମାନେ ସର୍ବଦା ପରମେଶ୍ୱରଙ୍କୁ ସହାୟତା ପାଇଁ ପ୍ରାର୍ଥନା କରନ୍ତି।
କିନ୍ତୁ ପ୍ରତ୍ୟେକ ମଣିଷ ଆଜି
    ପରମେଶ୍ୱରଙ୍କଠାରୁ ଦୂରେଇ ଯାଇଛନ୍ତି।
ସବୁ ମଣିଷ ଆଜି ଦୁଷ୍ଟ ମଣିଷରେ ପରିଣତ ହୋଇଛନ୍ତି।
    ଜଣେ ବି କେହି ଆଜି ଭଲ କାର୍ଯ୍ୟ କରୁଥିବା ଲୋକ ନାହାନ୍ତି।

ଦୁଷ୍ଟ ଲୋକମାନେ ମୋର ଅନେକ ଲୋକଙ୍କୁ ନଷ୍ଟ କରିଛନ୍ତି
    ଓ ସେହି ଦୁଷ୍ଟ ଲୋକମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ
    ଏବଂ ସଦାପ୍ରଭୁଙ୍କ ସମ୍ମୁଖୀନ ହୋଇ ପାରନ୍ତି ନାହିଁ।
5-6 ସେହି ଦୁଷ୍ଟ ଲୋକମାନେ ନିରୀହ ଲୋକର ଉପଦେଶକୁ ଶୁଣିବାକୁ ପ୍ରସ୍ତୁତ ନୁହନ୍ତି କାହିଁକି?
    କାରଣ ସେହି ନିରୀହ ଲୋକଟି ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳ
କିନ୍ତୁ ପରମେଶ୍ୱର ସର୍ବଦା ଧାର୍ମିକ ଲୋକମାନଙ୍କ ମଧ୍ୟରେ ବାସ କରନ୍ତି।
    ତେଣୁ ଦୁଷ୍ଟ ଲୋକମାନେ ନିଶ୍ଚିତ ପରମେଶ୍ୱରଙ୍କୁ ଭୟ କରିବା ଉଚିତ୍।

ମୁଁ ଆଶାକରେ କେହି ଜଣେ ତାଙ୍କର ମନ୍ଦିରରୁ ସିୟୋନ ପର୍ବତ ଉପରକୁ ଆସନ୍ତା
    ଏବଂ ଇସ୍ରାଏଲକୁ ରକ୍ଷା କରନ୍ତା।
ସେତେବେଳେ ସଦାପ୍ରଭୁ ତାହଙ୍କର ଲୋକମାନଙ୍କୁ ପୁନର୍ବାର ଶକ୍ତିଶାଳୀ କରନ୍ତି,
    ତାହାହେଲେ ଯାକୁବ [a] ଆହ୍ଲାଦିତ ହେବ।
    ଇସ୍ରାଏଲ ବହୁତ ଖୁସୀ ହେବ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:12-17

ଅନୁଗ୍ରହ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ

12 ମୋ’ ପ୍ରତି ଭରସା ରଖି ଏହି ସେବା କାର୍ଯ୍ୟରେ ନିଯୁକ୍ତ କରିଥିବାରୁ ମୁଁ ଆମ୍ଭ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କୁ ଧନ୍ୟବାଦ ଦିଏ। ସେ ମୋତେ ଶକ୍ତି ପ୍ରଦାନ କରନ୍ତି। 13 ଅତୀତରେ ମୁଁ ଯୀଶୁଙ୍କ ବିରୁଦ୍ଧରେ କହିଛି, ତାହାଙ୍କୁ ତାଡ଼ନା ଦେଇଛି ଓ ତାହାଙ୍କୁ ଆଘାତ ଦେବା ଭଳି କାର୍ଯ୍ୟମାନ କରିଛି। କିନ୍ତୁ ମୁଁ କ’ଣ କରୁଛି ବୋଲି ଜାଣି ନ ଥିବାରୁ, ପରମେଶ୍ୱର ମୋତେ ଦୟା କଲେ। ଅବିଶ୍ୱାସୀ ଥିଲାବେଳେ ମୁଁ ସେପରି କରିଥିଲି। 14 କିନ୍ତୁ ପ୍ରଭୁଙ୍କର ଅନୁଗ୍ରହ ମୋତେ ସମ୍ପୂର୍ଣ୍ଣ ଭାବେ ମିଳିଲା। ସେହି ଅନୁଗ୍ରହ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସ ଓ ପ୍ରେମ ମଧ୍ୟ ମୋତେ ମିଳିଲା।

15 ମୁଁ ଯାହା କହୁଛି ତାହା ସତ୍ୟ ଓ ତୁମ୍ଭେ ଏହାକୁ ପୂର୍ଣ୍ଣ ଭାବରେ ଗ୍ରହଣ କରିବା ଉଚିତ୍ ଯେ ପାପୀମାନଙ୍କୁ ଉଦ୍ଧାର କରିବା ପାଇଁ ଖ୍ରୀଷ୍ଟ ଯୀଶୁ ଜଗତକୁ ଆସିଥିଲେ। ମୁଁ ସେମାନଙ୍କ ମଧ୍ୟରେ ସବୁଠାରୁ ଜଘନ୍ୟ ପାପୀ। 16 କିନ୍ତୁ ମୋତେ ଅନୁଗ୍ରହ ମିଳିଲା। ମୋତେ ଅନୁଗ୍ରହ ଦିଆଗଲା, ଯାହାଦ୍ୱାରା ଖ୍ରୀଷ୍ଟ ଯୀଶୁ ପ୍ରମାଣିତ କଲେ ଯେ ସେ ମୋ’ ପ୍ରତି ଅସୀମ ଧୈର୍ଯ୍ୟ ଦେଖାଇଛନ୍ତି। ମୋ’ ଭଳି ବଡ଼ ପାପୀ ପ୍ରତି ସେ ଧୈର୍ଯ୍ୟଶୀଳତା ଦେଖାଇଲେ। ଯେଉଁମାନେ ତାହାଙ୍କୁ ବିଶ୍ୱାସ କରିବେ, ଅନନ୍ତ ଜୀବନ ଲାଭ କରିବେ। ସେମାନଙ୍କ ପାଇଁ ମୁଁ ଯେପରି ଆଦର୍ଶ ସ୍ୱରୂପ ହୁଏ, ସେଥିପାଇଁ ଖ୍ରୀଷ୍ଟ ଯୀଶୁ ଗ୍ଭହିଁଲେ। 17 ସେହି ଅନନ୍ତକାଳୀନ ରାଜାଙ୍କର ଗୌରବ ଓ ସମ୍ଭ୍ରମ ହେଉ। ସେ ଅଦୃଶ୍ୟ ଓ ଅକ୍ଷୟ। ଗୌରବ ଓ ସମ୍ଭ୍ରମ ଯୁଗେ ଯୁଗେ କେବଳ ପରମେଶ୍ୱରଙ୍କର। ଆମେନ୍।

ଲୂକ ଲିଖିତ ସୁସମାଗ୍ଭର 15:1-10

ସ୍ୱର୍ଗରେ ଆନନ୍ଦ(A)

15 ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ଅନେକ କରଆଦାୟକାରୀ ଓ ଖରାପ ଲୋକମାନେ ଆସିବାକୁ ଲାଗିଲେ। ଏହା ଦେଖି ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଅଭିଯୋଗ କରିବାକୁ ଆରମ୍ଭ କଲେ, “ଦେଖ, ଏହି ବ୍ୟକ୍ତି (ଯୀଶୁ) ପାପୀ ଲୋକମାନଙ୍କୁ ସ୍ୱାଗତ କରୁଛନ୍ତି ଓ ଏପରିକି ସେମାନଙ୍କ ସହିତ ଖାଉଛନ୍ତି।”

ଯୀଶୁ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ: “ମନେକର ତୁମ୍ଭମାନଙ୍କ ଭିତରୁ ଜଣକର ଶହେଟି ମେଣ୍ଢା ଅଛି, କିନ୍ତୁ ସେଥିରୁ ଗୋଟିଏ ହଜିଗଲା। ତେବେ ସେ ଅନେଶ୍ୱତ ମେଣ୍ଢାଙ୍କୁ ଏକୁଟିଆ ଛାଡ଼ିଦେଇ ହଜି ଯାଇଥିବା ମେଣ୍ଢାଟିକୁ ଖୋଜିବା ପାଇଁ ବାହାରି ପଡ଼ିବ ଓ ତାକୁ ପାଇବା ପର୍ଯ୍ୟନ୍ତ ସେ ଖୋଜିବାକୁ ଲାଗିବ। ମେଣ୍ଢାଟି ପାଇଗଲେ ସେ ବହୁତ ଖୁସୀ ହେବ। ସେ ମେଣ୍ଢାଟିକୁ କାନ୍ଧରେ ବସାଇ ଘରକୁ ଆଣିବ। ସେ ତା’ ବନ୍ଧୁ ଓ ପଡ଼ୋଶୀମାନଙ୍କ ପାଖକୁ ଯାଇ କହିବ, ମୁଁ ମୋର ହଜି ଯାଇଥିବା ମେଣ୍ଢାଟି ପାଇ ଯାଇଛି। ମୁଁ ଅତ୍ୟନ୍ତ ଆନନ୍ଦିତ। ଆସ, ମୋ’ ସହିତ ତୁମ୍ଭେମାନେ ଆନନ୍ଦ କର। ସେହିଭଳି ମୁଁ ତୁମ୍ଭମାନଙ୍କୁ କହୁଛି, ଯେତେବେଳେ ଜଣେ ପାପୀ ତା’ ହୃଦୟ ପରିବର୍ତ୍ତନ କରିଥାଏ, ସେତେବେଳେ ସ୍ୱର୍ଗରେ ଅଧିକ ଆନନ୍ଦ ହୁଏ। ଯେଉଁ ଲୋକମାନଙ୍କ ହୃଦୟ ପରିବର୍ତ୍ତନର ଆବଶ୍ୟକ ନାହିଁ, ଏପରି ଅନେଶ୍ୱତ ଧାର୍ମିକ ଲୋକଙ୍କ ଅପେକ୍ଷା ଗୋଟିଏ ପାପୀ ଲୋକର ହୃଦୟ ପରିବର୍ତ୍ତନ ହେଲେ ଅଧିକ ଆନନ୍ଦ ହୁଏ।

“ମନେକର ଜଣେ ସ୍ତ୍ରୀଲୋକର ଦଶଟି ରୂପା ମୁଦ୍ରା ଅଛି। କିନ୍ତୁ ସେଥିରୁ ଗୋଟିଏ ହଜିଗଲା। ତେବେ ସେହି ସ୍ତ୍ରୀଲୋକଟି ଆଲୁଅ ଲଗେଇ ଘର ସାରା ଭଲ କରି ଓଳେଇ ପକେଇବ ଓ ରୂପା ମୁଦ୍ରାଟି ନ ପାଇବା ପର୍ଯ୍ୟନ୍ତ ଗ୍ଭରିଆଡ଼େ ଖୋଜିବ। ହଜି ଯାଇଥିବା ରୂପାମୁଦ୍ରାଟି ପାଇଗଲେ ସେ ତା’ ବନ୍ଧୁ ଓ ପଡ଼ୋଶୀମାନଙ୍କୁ ଡାକି କହିବ, ‘ମୁଁ ବହୁତ ଆନନ୍ଦିତ। କାରଣ ମୋର ହଜି ଯାଇଥିବା ରୂପା ମୁଦ୍ରାଟି ମିଳିଗଲା। ଆସ, ମୋ’ ସହିତ ଆନନ୍ଦ କର।’ 10 ସେହିଭଳି ଜଣେ ପାପୀ ତା’ ହୃଦୟ ପରିବର୍ତ୍ତନ କଲେ, ପରମେଶ୍ୱରଙ୍କ ଦୂତମାନେ ବହୁତ ଆନନ୍ଦିତ ହୁଅନ୍ତି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center