Revised Common Lectionary (Semicontinuous)
91 ଯେଉଁ ବ୍ୟକ୍ତି ସର୍ବୋପରିସ୍ଥ ପରମେଶ୍ୱର ପାଖକୁ ଯାଏ,
ସେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ଛାୟା ତଳେ ନିରାପତ୍ତା ପାଇଁ ବସତି କରିବ।
2 ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋର ଆଶ୍ରୟ ଓ ଦୁର୍ଗ,
ମୋର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ବିଶ୍ୱାସ ରଖେ।”
3 ପରମେଶ୍ୱର ତୁମ୍ଭକୁ ଗଭୀର ଜଳରୁ ରକ୍ଷା କରିବେ
ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
4 ତୁମ୍ଭେ ପରମେଶ୍ୱରଙ୍କ ନିକଟକୁ ସୁରକ୍ଷା ନିମନ୍ତେ ଯାଇପାରିବ।
ପକ୍ଷୀ ତା’ର ଛୁଆମାନଙ୍କ ଉପରେ ଡେଣା ମେଲାଇ ରଖିଲା ଭଳି ସେ ତୁମ୍ଭକୁ ରକ୍ଷା କରିବେ।
ସେ ତୁମ୍ଭର ରକ୍ଷାକାରୀ ଢାଲ ଓ ପ୍ରାଚୀର ଦୁର୍ଗ ସ୍ୱରୂପ ହେବେ।
5 ତୁମ୍ଭେ ରାତ୍ରିରେ ଭୟଭୀତ ହେବାର ଦରକାର ନାହିଁ।
କିଅବା ଦିନରେ ଶତ୍ରୁମାନଙ୍କର ବାଣ ପ୍ରତି ଭୟଭୀତ ହେବ ନାହିଁ।
6 ଅନ୍ଧକାରଗାମୀ ମହାମାରୀ,
କିଅବା ମଧ୍ୟାହ୍ନରେ ସଂହାରକାରୀ ରୋଗ ବିଷୟରେ ଭୀତ ହେବ ନାହିଁ।
14 ସଦାପ୍ରଭୁ କହନ୍ତି, “ଯଦି କୌଣସି ଲୋକ ଆମ୍ଭଙ୍କୁ ପ୍ରେମ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା
ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସେମାନଙ୍କୁ ଆମ୍ଭେ ଉଚ୍ଚରେ ରଖିବା।
15 ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାଯ୍ୟ ପାଇଁ ଡାକିବେ, ଆମ୍ଭେ ସେମାନଙ୍କର ଡାକ ଶୁଣିବା।
ସେମାନଙ୍କ କଷ୍ଟ ସମୟରେ ଆମ୍ଭେ ସେମାନଙ୍କ ସହିତ ରହିବା।
ଆମ୍ଭେ ସେମାନଙ୍କୁ ରକ୍ଷା କରିବା ଏବଂ ସମ୍ମାନ ଦେବା।
16 ଆମ୍ଭେ ଆପଣା ଅନୁସରଣକାରୀମାନଙ୍କୁ ଦୀର୍ଘାୟୁ କରିବା
ଏବଂ ଆମ୍ଭେ ସେମାନଙ୍କୁ ରକ୍ଷା କରିବା।”
ମିଥ୍ୟା ଭବିଷ୍ୟଦ୍ବକ୍ତାଙ୍କ ବିପକ୍ଷରେ ବିଗ୍ଭର
9 ଭବିଷ୍ୟଦ୍ବକ୍ତାମାନଙ୍କ ପ୍ରତି ବାର୍ତ୍ତା।
ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି।
ମୋର ଅସ୍ଥିସବୁ କମ୍ପୁଅଛି।
ସଦାପ୍ରଭୁ ଓ ତାଙ୍କ ପବିତ୍ର ବାକ୍ୟ ହେତୁ
ମୁଁ ମତ୍ତ ଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ତୁଲ୍ୟ ହୋଇଅଛି।
10 କାରଣ ଯିହୁଦା ପାପୀ
ଓ ବ୍ୟଭିଗ୍ଭରୀମାନଙ୍କର ପରିପୂର୍ଣ୍ଣ।
ସେମାନେ ବହୁ ଭାବରେ ଅବିଶ୍ୱସ୍ତ ହୋଇଛନ୍ତି।
ସଦାପ୍ରଭୁଙ୍କର ଅଭିଶାପ ଯୋଗୁଁ
ପ୍ରାନ୍ତରସ୍ଥ ଗ୍ଭରଣଭୂମି ଶୁଷ୍କ ହୋଇଅଛି।
ଦେଶ ଶୋକ କରୁଅଛି।
ଭବିଷ୍ୟଦ୍ବକ୍ତାଙ୍କର ବ୍ୟବହାର
ଓ ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।
11 “ଉଭୟ ଭବିଷ୍ୟଦ୍ବକ୍ତା ଓ ଯାଜକଗଣ ସବୁ ମିଛ।”
କାରଣ ସଦାପ୍ରଭୁ କହନ୍ତି,
“ଏପରିକି ସେମାନେ ମୋ’ ମନ୍ଦିରରେ ଅପକର୍ମ କରୁଥିବାର ମୁଁ ଦେଖିଲି।
12 ତେଣୁ ସେମାନଙ୍କର ପଥ ଅନ୍ଧକାର ଓ ଖସଡ଼ା ହେବ।
ସେମାନେ ସେହି ଅନ୍ଧାର ମଧ୍ୟରେ ରହିବେ।”
କାରଣ ସଦାପ୍ରଭୁ କହନ୍ତି, “ମୁଁ ସେମାନଙ୍କ ଉପରେ ଅମଙ୍ଗଳ ଓ ପ୍ରତିଫଳ ଆଣିବି।”
13 “ଶମରିୟାର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ବିରକ୍ତିକର ବସ୍ତୁ ମୁଁ ଦେଖିଅଛି।
ସେମାନେ ବାଲ୍ଦେବ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରି ଇସ୍ରାଏଲ ଲୋକମାନଙ୍କୁ କୁପଥରେ ଚଳାଇଲେ।
14 ଯିରୁଶାଲମର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଆମ୍ଭେ ସେହି ଭୟଙ୍କର ବିଷୟ ଦେଖୁଅଛୁ।
ସେମାନେ ପର ସ୍ତ୍ରୀ ନିକଟକୁ ଗମନ କରନ୍ତି,
ମିଥ୍ୟାଚରଣ କରନ୍ତି ଓ ଦୂରାଗ୍ଭରୀମାନଙ୍କ ହସ୍ତ ଏପରି ସବଳ କରନ୍ତି ଯେ,
ସେମାନଙ୍କ ମଧ୍ୟରୁ କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ।
ସେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ
ଓ ତାହାର ନିବାସୀଗଣ ହମୋରାର ସମାନ ଅଟନ୍ତି।”
15 ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟରେ ଏହା କହନ୍ତି, “ଆମ୍ଭେ ସେମାନଙ୍କୁ ବିଷାକ୍ତ ଖାଦ୍ୟ ଭୋଜନ କରାଇବା
ଓ ବିଷ ବୃକ୍ଷର ରସ ପାନ କରାଇବା।
କାରଣ ଯିରୁଶାଲମର ଭବିଷ୍ୟଦ୍ବକ୍ତାମାନଙ୍କଠାରୁ ପାଷାଣ୍ଡତା
ଦେଶ ସାରା ବ୍ୟାପିଯାଇଛି।”
16 ପୁଣି ସୈନ୍ୟାଧିପତି ସଦାପ୍ରଭୁ କହନ୍ତି,
“ଯେଉଁ ଭବିଷ୍ୟଦ୍ବକ୍ତାଗଣ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି,
ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ।
ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି।
ସେମାନେ କେବଳ ନିଜ ହୃଦୟର ଦର୍ଶନ କଥା କହନ୍ତି।
ମାତ୍ର ସେମାନେ ସଦାପ୍ରଭୁଙ୍କର ମୁଖର କଥା କହନ୍ତି ନାହିଁ।
17 ସେମାନେ ଆମ୍ଭର ଅବଜ୍ଞାକାରୀଙ୍କୁ ଆମ୍ଭର ବାକ୍ୟ ନ କହି ଭିନ୍ନ କଥା କୁହନ୍ତି।
ସେମାନେ ସେମାନଙ୍କୁ କୁହନ୍ତି,
ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ।’
ପୁଣି ଯେଉଁମାନେ ଅବାଧ୍ୟ ହୋଇ
ନିଜର ହୃଦୟରେ ଆଚରଣ ଅନୁସାରେ କାର୍ଯ୍ୟ କରନ୍ତି,
ସେମାନଙ୍କୁ କୁହାଯାଏ,
‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ହେବ ନାହିଁ।’
18 ମାତ୍ର କୌଣସି ଭବିଷ୍ୟଦ୍ବକ୍ତା ସ୍ୱର୍ଗୀୟ ସଭାରେ ସଦାପ୍ରଭୁଙ୍କର ବାକ୍ୟ ପ୍ରତ୍ୟକ୍ଷ ଭାବରେ
ଶୁଣିବାକୁ ତାଙ୍କ ସମ୍ମୁଖରେ ଠିଆ ହୋଇ ନାହିଁ।
କେହି ତାଙ୍କର ବାକ୍ୟ ମନୋଯୋଗ ସହକାରେ ଶୁଣି ନାହିଁ।
19 ତେଣୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ
ଭୟଙ୍କର ଘୂର୍ଣ୍ଣିବାତ୍ୟା ସ୍ୱରୂପ ଆସିବ
ଓ ତାହା ଦୁଷ୍ଟମାନଙ୍କର ମସ୍ତକକୁ ଦଳି ପକାଇବ।
20 ଯେପର୍ଯ୍ୟନ୍ତ ସଦାପ୍ରଭୁ
ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରିଛନ୍ତି,
ସେ ପର୍ଯ୍ୟନ୍ତ ତାଙ୍କର କ୍ରୋଧ ଫେରିବ ନାହିଁ।
ତୁମ୍ଭେମାନେ ଶେଷକାଳରେ ସମ୍ପୂର୍ଣ୍ଣ ରୂପେ ହୃଦୟଙ୍ଗମ କରିବ।
21 ଆମ୍ଭେ ସେହି ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇ ନ ଥିଲୁ।
ତଥାପି ସେମାନେ ଆପେ ଆପେ ଧାଇଁଲେ।
ଆମ୍ଭେ ସେମାନଙ୍କୁ କିଛି ବାକ୍ୟ ପ୍ରଦାନ କରି ନ ଥିଲୁ।
ମାତ୍ର ସେମାନେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ।
22 ସେମାନେ ଯଦି ଆମ୍ଭ ସ୍ୱର୍ଗୀୟ ସଭାରେ ଠିଆ ହେଇଆନ୍ତେ,
ତେବେ ସେମାନେ ଆମ୍ଭର ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇ ଥା’ନ୍ତେ।
ଆଉ ସେମାନେ ସେମାନଙ୍କୁ କୁପଥରୁ
ଓ କୁକର୍ମରୁ ନିବୃତ୍ତ କରାଇଥାଆନ୍ତେ।”
8 ମୁଁ ତୁମ୍ଭମାନଙ୍କୁ ଦାନ ଦେବା ପାଇଁ ଆଦେଶ ଦେଉ ନାହିଁ। କିନ୍ତୁ ମୁଁ ଦେଖିବାକୁ ଇଚ୍ଛା କରେ ଯେ, ପ୍ରକୃତରେ ତୁମ୍ଭମାନଙ୍କ ପ୍ରେମ ସତ୍ୟ ଅଟେ। ଅନ୍ୟ ଲୋକମାନେ ସାହାଯ୍ୟ କରିବା ପାଇଁ ଦେଖାଉଥିବା ଉତ୍ସାହ ବିଷୟରେ କହି ଏହା ମୁଁ ଦେଖାଇ ଦେବାକୁ ଗ୍ଭହେଁ। 9 ତୁମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ସହିତ ପରିଚିତ। ତୁମ୍ଭେମାନେ ଜାଣ ଯେ, ଖ୍ରୀଷ୍ଟ ଈଶ୍ୱରଙ୍କଠାରେ ଧନୀ ହୋଇଥିଲେ ମଧ୍ୟ, ତୁମ୍ଭମାନଙ୍କ ପାଇଁ ସେ ଗରିବ ହେଲେ। ତାହାଙ୍କର ଗରିବ ହେବା ଦ୍ୱାରା ତୁମ୍ଭେମାନେ ଯେପରି ଧନୀ ହୁଅ, ସେଥିପାଇଁ ଯୀଶୁ ଖ୍ରୀଷ୍ଟ ଏପରି କଲେ।
10 ଏହି ବିଷୟରେ ମୁଁ ତୁମ୍ଭମାନଙ୍କୁ ନିଜର ପରାମର୍ଶ ଦେଉଛି। ଏହା ତୁମ୍ଭମାନଙ୍କ ପାଇଁ ସର୍ବଶ୍ରେଷ୍ଠ। ଗତ ବର୍ଷ ତୁମ୍ଭେମାନେ ପ୍ରଥମେ ଦାନ ଦେବା ପାଇଁ ଇଚ୍ଛା କରିଥିଲ ଓ ପ୍ରକୃତରେ ପ୍ରଥମେ ଦାନ ମଧ୍ୟ ଦେଇଥିଲ। ଅତଏବ ଯେଉଁ କାମଟିକୁ ତୁମ୍ଭେମାନେ ଆରମ୍ଭ କରିଥିଲ ତାହାକୁ ଶେଷ କର। 11 ତା’ହେଲେ ଯାଇ ତୁମ୍ଭମାନଙ୍କର “କରିବା” ତୁମ୍ଭମାନଙ୍କର “ଇଚ୍ଛା କରିବା” ସହିତ ସମାନ ହେବ। ତୁମ୍ଭମାନଙ୍କ ପାଖରେ ଯାହା ଅଛି ତହିଁରୁ ଦାନ କର। 12 ଯଦି ତୁମ୍ଭମାନଙ୍କର ଦାନ ଦେବାର ଇଚ୍ଛା ଅଛି, ତା’ହେଲେ ତୁମ୍ଭମାନଙ୍କର ଦାନ ଗ୍ରହଣୀୟ ହେବ। ତୁମ୍ଭମାନଙ୍କ ପାଖରେ ଯାହା ଅଛି, ସେହି ଅନୁସାରେ ତୁମ୍ଭମାନଙ୍କ ଦାନ ଗ୍ରାହ୍ୟ କରାଯିବ; ତୁମ୍ଭମାନଙ୍କ ପାଖରେ ଯାହା ନାହିଁ, ସେ ଅନୁସାରେ ନୁହେଁ। 13 ଅନ୍ୟମାନେ ଆରାମରେ ରହୁଥିବା ବେଳେ ତୁମ୍ଭେମାନେ ଦୁର୍ଦ୍ଦଶାରେ ରୁହ, ଏକ କଥା ଆମ୍ଭେ ଇଚ୍ଛା କରୁ ନାହୁଁ; ବରଂ ଆମ୍ଭେ ସବୁ ବିଷୟରେ ସମାନତା ଇଚ୍ଛା କରୁ। 14 ବର୍ତ୍ତମାନ ତୁମ୍ଭମାନଙ୍କ ପାଖରେ ବହୁତ ଅଛି। ଯାହା ତୁମ୍ଭମାନଙ୍କର ଅଛି, ଯଦି ଦିଅ, ତାହାହେଲେ ଅନ୍ୟମାନଙ୍କ ଆବଶ୍ୟକ ପୂରଣ ହେବ। ତା’ପରେ ଯେତେବେଳେ ସେମାନଙ୍କର ବୁଦ୍ଧି ହେବ, ସେମାନେ ତୁମ୍ଭମାନଙ୍କର ଆବଶ୍ୟକତାରେ ସାହାଯ୍ୟ କରିବେ। 15 ଶାସ୍ତ୍ରରେ ମଧ୍ୟ ଲେଖାଅଛି:
“ଯିଏ ଅଧିକ ସଂଗ୍ରହ କଲା ତାହା ପାଖରେ ଅଧିକ ରହିଲା ନାହିଁ,
ଓ ଯିଏ ଅଳ୍ପ ସଂଗ୍ରହ କଲା ତାହା ପାଖରେ ଅତି ଅଳ୍ପ ରହିଲା ନାହିଁ।” (A)
2010 by World Bible Translation Center