Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 91:1-6

91 ଯେଉଁ ବ୍ୟକ୍ତି ସର୍ବୋପରିସ୍ଥ ପରମେଶ୍ୱର ପାଖକୁ ଯାଏ,
    ସେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ଛାୟା ତଳେ ନିରାପତ୍ତା ପାଇଁ ବସତି କରିବ।
ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋର ଆଶ୍ରୟ ଓ ଦୁର୍ଗ,
    ମୋର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ବିଶ୍ୱାସ ରଖେ।”
ପରମେଶ୍ୱର ତୁମ୍ଭକୁ ଗଭୀର ଜଳରୁ ରକ୍ଷା କରିବେ
    ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
ତୁମ୍ଭେ ପରମେଶ୍ୱରଙ୍କ ନିକଟକୁ ସୁରକ୍ଷା ନିମନ୍ତେ ଯାଇପାରିବ।
    ପକ୍ଷୀ ତା’ର ଛୁଆମାନଙ୍କ ଉପରେ ଡେଣା ମେଲାଇ ରଖିଲା ଭଳି ସେ ତୁମ୍ଭକୁ ରକ୍ଷା କରିବେ।
    ସେ ତୁମ୍ଭର ରକ୍ଷାକାରୀ ଢାଲ ଓ ପ୍ରାଚୀର ଦୁର୍ଗ ସ୍ୱରୂପ ହେବେ।
ତୁମ୍ଭେ ରାତ୍ରିରେ ଭୟଭୀତ ହେବାର ଦରକାର ନାହିଁ।
    କିଅବା ଦିନରେ ଶତ୍ରୁମାନଙ୍କର ବାଣ ପ୍ରତି ଭୟଭୀତ ହେବ ନାହିଁ।
ଅନ୍ଧକାରଗାମୀ ମହାମାରୀ,
    କିଅବା ମଧ୍ୟାହ୍ନରେ ସଂହାରକାରୀ ରୋଗ ବିଷୟରେ ଭୀତ ହେବ ନାହିଁ।

ଗୀତସଂହିତା 91:14-16

14 ସଦାପ୍ରଭୁ କହନ୍ତି, “ଯଦି କୌଣସି ଲୋକ ଆମ୍ଭଙ୍କୁ ପ୍ରେମ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା
    ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସେମାନଙ୍କୁ ଆମ୍ଭେ ଉଚ୍ଚରେ ରଖିବା।
15 ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାଯ୍ୟ ପାଇଁ ଡାକିବେ, ଆମ୍ଭେ ସେମାନଙ୍କର ଡାକ ଶୁଣିବା।
    ସେମାନଙ୍କ କଷ୍ଟ ସମୟରେ ଆମ୍ଭେ ସେମାନଙ୍କ ସହିତ ରହିବା।
    ଆମ୍ଭେ ସେମାନଙ୍କୁ ରକ୍ଷା କରିବା ଏବଂ ସମ୍ମାନ ଦେବା।
16 ଆମ୍ଭେ ଆପଣା ଅନୁସରଣକାରୀମାନଙ୍କୁ ଦୀର୍ଘାୟୁ କରିବା
    ଏବଂ ଆମ୍ଭେ ସେମାନଙ୍କୁ ରକ୍ଷା କରିବା।”

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 23:23-32

23 ସଦାପ୍ରଭୁ କହନ୍ତି,
“ଆମ୍ଭେ ପରମେଶ୍ୱର,
    ଆମ୍ଭେ କି ନିକଟ କି ଦୂର ସବୁସ୍ଥାନରେ ପରମେଶ୍ୱର ଅଟୁ।
24 ସଦାପ୍ରଭୁ କହନ୍ତି, କୌଣସି ବ୍ୟକ୍ତି ଆମ୍ଭଠାରୁ ନିଜକୁ ଗୋପନୀୟ କରି ରହିପାରିବ ନାହିଁ।
    କାରଣ ଆମ୍ଭେ ସ୍ୱର୍ଗ ଓ ମର୍ତ୍ତ୍ୟ
    ସବୁଠାରେ ବ୍ୟାପି ରହିଅଛୁ।”

25 “ପୁଣି ଏପରି କେତେକ ଭବିଷ୍ୟ‌ଦ୍‌ବକ୍ତା ଅଛନ୍ତି, ଯେଉଁମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରନ୍ତି ଓ ‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ’ କହନ୍ତି, ସେମାନଙ୍କ କଥା ଆମ୍ଭେ ଶୁଣିଅଛୁ। 26 ଯେଉଁ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ହୃଦୟ ମିଥ୍ୟା ଭାବନାରେ ପରିପୂର୍ଣ୍ଣ ଓ ଯେଉଁମାନେ ମିଥ୍ୟା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରନ୍ତି, ସେମାନେ କେତେକାଳ ଏହା ଗ୍ଭଲୁ ରଖିବେ? 27 ସେହି ଭବିଷ୍ୟ‌ଦ୍‌ବକ୍ତାଗଣ ଆପଣା ଆପଣା ପ୍ରତିବାସୀଙ୍କୁ ମିଥ୍ୟା ସ୍ୱପ୍ନ କଥା କହି ମୋର ନାମକୁ ମୋ’ ଲୋକମାନଙ୍କଠାରୁ ବିସ୍ମୃତ କରାଇବାକୁ ଗ୍ଭହାନ୍ତି। ଯେପରି ସେମାନଙ୍କର ପୂର୍ବପୁରୁଷଗଣ ବା‌‌ଲ୍‌‌ଦେବ ସକାଶେ ମୋର ନାମ ପାଶୋରି ପକାଇଲେ। 28 ଶସ୍ୟ ସହିତ ପାଳ ସମାନ ନୁହେଁ। ଦେହିପରି ଯେଉଁ ଭବିଷ୍ୟ‌ଦ୍‌ବକ୍ତାଗଣ ଆମ୍ଭର ସ୍ୱପ୍ନ ଦେଖିଛନ୍ତି, ସେମାନେ ସେ ସ୍ୱପ୍ନକଥା ପ୍ରକାଶ କରନ୍ତୁ। ଯଦି ସେମାନେ ଆମ୍ଭର ବାକ୍ୟ ପାଇଛନ୍ତି ତେବେ ସେମାନେ ବିଶ୍ୱସ୍ତ ଭାବରେ ତାହା କୁହନ୍ତୁ।” 29 ସଦାପ୍ରଭୁ କହନ୍ତି, “ଆମ୍ଭର ବାକ୍ୟ ଅଗ୍ନି ତୁଲ୍ୟ। ପୁଣି ତାହା ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ୟ।”

30 ତେଣୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।” 31 ପୁଣି ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଭବିଷ୍ୟ‌ଦ୍‌ବକ୍ତାମାନେ, ନିଜେ ମିଥ୍ୟା କହି ଛଳନା ପୂର୍ବକ କହନ୍ତି ମୁଁ କହିଛି ବୋଲି, ମୁଁ ସେମାନଙ୍କର ବିପକ୍ଷ ଅଟେ।” 32 ଆଉ ମଧ୍ୟ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରନ୍ତି ଓ ସେହି ମିଥ୍ୟା କଥା ଓ ଅସାର ଶିକ୍ଷା ଦ୍ୱାରା ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରନ୍ତି। ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ। ତେଣୁ ସେମାନେ ଏହି ଲୋକମାନଙ୍କର କିଛି ମାତ୍ର ଉପକାର କରି ପାରିବେ ନାହିଁ।”

ଏଫିସୀୟଙ୍କ ପ୍ରତି ପତ୍ର 2:1-10

ମୃତ୍ୟୁରୁ ଜୀବନ ଆଡ଼କୁ

ପୂର୍ବରୁ ତୁମ୍ଭର ପାପ ହେତୁ ଓ ପରମେଶ୍ୱରଙ୍କୁ ବାଧା ଦେଉଥିବା ଭୁଲ୍ କାର୍ଯ୍ୟ ହେତୁ ତୁମ୍ଭର ଆତ୍ମିକ ଜୀବନ ମୃତ ଥିଲା। ଅତୀତରେ ତୁମ୍ଭେ ସେହି ପାପ କାର୍ଯ୍ୟ ସହିତ ଜଡ଼ିତ ଥିଲ। ତୁମ୍ଭେ ସାଂସାରିକ ଜୀବନଯାପନ କରୁଥିଲ। ପୃଥିବୀରେ ମନ୍ଦ ଶକ୍ତିର ଶାସକକୁ ତୁମ୍ଭେ ଅନୁସରଣ କରୁ ଥିଲ। ସେହି ମନ୍ଦ ଶକ୍ତି ଏବେ ମଧ୍ୟ ପରମେଶ୍ୱରଙ୍କୁ ଅମାନ୍ୟ କରୁଥିବା ଲୋକଙ୍କ ଭିତରେ କାମ କରୁଛି। ଅତୀତରେ ଆମ୍ଭେ ସମସ୍ତେ ସେହିଭଳି ଜୀବନଯାପନ କରୁଥିଲୁ। ଆମ୍ଭେ ଆମ୍ଭର ପାପଭରା ମନୋଭାବର କାମନା ସବୁ ପୂରଣ କରିବାରେ ଚେଷ୍ଟିତ ଥିଲୁ। ଯାହା ଆମ୍ଭ ଦେହ ଗ୍ଭହୁଁଥିଲା ଓ ମନ ଭାବୁଥିଲା, ସେହି କାର୍ଯ୍ୟ କରୁଥିଲୁ। ଆମ୍ଭେ ମନ୍ଦଲୋକ ଥିଲୁ। ଆମ୍ଭର ପାପପୂର୍ଣ୍ଣ ଜୀବନ ଲାଗି ଆମ୍ଭେମାନେ ଅନ୍ୟମାନଙ୍କ ପରି ପରମେଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ଦଣ୍ଡ ଭୋଗ କରିଥା’ନ୍ତୁ।

କିନ୍ତୁ ପରମେଶ୍ୱର ଆମ୍ଭକୁ ଅତିଶୟ ପ୍ରେମ କଲେ କାରଣ ତାହାଙ୍କ ଦୟା ଅତି ମହାନ୍। ସେ ସମୟରେ ଆମ୍ଭେ ପରମେଶ୍ୱରଙ୍କ ଇଚ୍ଛା ବିରୁଦ୍ଧରେ ଆଚରଣ କରୁଥିବାରୁ ଆତ୍ମିକ ଭାବରେ ମୃତ ଥିଲୁ। କିନ୍ତୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ସେ ଆମ୍ଭକୁ ନୂତନ ଜୀବନ ପ୍ରଦାନ କଲେ। ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ତୁମ୍ଭେମାନେ ପରିତ୍ରାଣ ପାଇଅଛ। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବାରୁ ପରମେଶ୍ୱର ଆମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନରୁ‌ତ୍‌‌ଥିତ କଲେ ଓ ତାହାଙ୍କ ସହିତ ସ୍ୱର୍ଗୀୟ ସ୍ଥାନରେ ବସାଇ ଅଛନ୍ତି। ଭବିଷ୍ୟତରେ ତାହାଙ୍କ କୃପାର ମହାନ୍ ସମ୍ପଦକୁ ଆମ୍ଭକୁ ଦେଖାଇବା ପାଇଁ ପରମେଶ୍ୱର ଏପରି କଲେ। ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଆମ୍ଭ ପ୍ରତି ପରମେଶ୍ୱର ତାହାଙ୍କର ଏହି ଅନୁଗ୍ରହ ପ୍ରକାଶ କଲେ। ଏହି ଅନୁଗ୍ରହ ଦ୍ୱାରା ତୁମ୍ଭେ ଉଦ୍ଧାର ପାଇଛ।

ତୁମ୍ଭେ ସେହି ଅନୁଗ୍ରହ ତୁମ୍ଭର ବିଶ୍ୱାସ ବଳରେ ପାଇଛ। ତୁମ୍ଭେ ନିଜକୁ ଉଦ୍ଧାର କରି ନାହଁ, ବରଂ ଏହା ତୁମ୍ଭ ପ୍ରତି ପରମେଶ୍ୱରଙ୍କ ଦାନ। ତୁମ୍ଭେ ନିଜ କର୍ମ ଦ୍ୱାରା ଉଦ୍ଧାର ପାଇ ନାହଁ। ଯେପରି କୌଣସି ଲୋକ ଆପେ ଉଦ୍ଧାର ପାଇଅଛି ବୋଲି ଗର୍ବ ନ କରୁ। 10 ଆମ୍ଭେ ଯାହା, ତାହା କେବଳ ପରମେଶ୍ୱରଙ୍କ ଦ୍ୱାରା ହୋଇଅଛୁ। ଆମ୍ଭେ ଯେପରି ଭଲ କାମ କରି ପାରୁ, ସେଥିପାଇଁ ପରମେଶ୍ୱର ଆମ୍ଭକୁ ଖ୍ରୀଷ୍ଟ ଯୀଶୁଙ୍କ ମଧ୍ୟରେ ନୂତନ ବ୍ୟକ୍ତି କଲେ। ଏହି ଭଲ କାମଗୁଡ଼ିକୁ ମଧ୍ୟ ସେ ଆମ୍ଭପାଇଁ ପୂର୍ବରୁ ଯୋଜନା କରି ରଖିଅଛନ୍ତି। ସେ ହିଁ ଯୋଜନା କରିଛନ୍ତି ଆମ୍ଭେ ସେହି ଭଲକାମ କରି ଜୀବନଯାପନ କରିବା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center