Revised Common Lectionary (Semicontinuous)
ଯିରିମିୟଙ୍କର ଏକ କ୍ଷେତ୍ର କ୍ରୟ
32 ଯିହୁଦାର ରାଜା ସିଦିକିୟର ଦଶମ ବର୍ଷରେ ଅର୍ଥାତ୍ ନବୂଖଦ୍ନିତ୍ସରର ଶାସନର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। 2 ସେତେବେଳେ ବାବିଲ ରାଜାର ସୈନ୍ୟଗଣ ଯିରୁଶାଲମ ଅବରୋଧ କରୁଥିଲେ ଓ ଯିରିମିୟ ଭବିଷ୍ୟଦ୍ବକ୍ତା ଯିହୁଦାର ରାଜଗୃହର ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିଲେ। 3 ଯିହୁଦାର ରାଜା ସିଦିକିୟ ଯିରିମିୟଙ୍କୁ ବନ୍ଦୀ କରିଥିଲେ। କାରଣ ସେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରି କହିଥିଲେ ଯେ, “ସଦାପ୍ରଭୁ କହନ୍ତି, ‘ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସର ହସ୍ତରେ ଯିରୁଶାଲମକୁ ଅର୍ପଣ କରିବା।
6 ଯିରିମିୟ ବନ୍ଦୀ ଥିଲା ବେଳେ, “ସଦାପ୍ରଭୁଙ୍କର ଏହି ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା। ଯଥା: 7 ‘ହେ ଯିରିମିୟ, ତୁମ୍ଭ ପିତୃବ୍ୟ ଶଲ୍ଲୂମର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, “ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ନିଜ ପାଇଁ କ୍ରୟ କର। କାରଣ ତୁମ୍ଭେ ମୋର ଅତି ନିକଟ ସମ୍ପର୍କୀୟ ଓ ତୁମ୍ଭର କ୍ରୟ କରିବାର ସମ୍ପୂର୍ଣ୍ଣ ଅଧିକାର ଅଛି।”’
8 “ତତ୍ପରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ମୋର ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋ’ ନିକଟକୁ ଆସି କହିଲା, ‘ମୁଁ ଅନୁରୋଧ କରୁଛି, ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର, ଯାହା ବିନ୍ୟାମୀନଙ୍କର ଗୋଷ୍ଠୀୟରେ ଅଛି। କାରଣ ତାହାକୁ କ୍ରୟ କରିବାର ଅଧିକାର କେବଳ ତୁମ୍ଭର ଅଛି।’”
“ତେଣୁ ଏହା ସଦାପ୍ରଭୁଙ୍କର ବାର୍ତ୍ତା ଥିଲା ବୋଲି ମୁଁ ଜାଣିଲି।” 9 ଆଉ ମୋର ପିତୃବ୍ୟ ପୁଅ ହନନେଲଠାରୁ ଅନାଥୋତସ୍ଥିତ ସେହି କ୍ଷେତ୍ର କ୍ରୟ କଲି ଓ ତାହାର ମୂଲ୍ୟ ସ୍ୱରୂପ ସତର ଶେକଲ ରୂପା ତୌଲି ତାହାକୁ ଦେଲି। 10 ଆଉ ମୁଁ କ୍ରୟ ପତ୍ରରେ ସ୍ୱାକ୍ଷର କରି ମୁଦ୍ରାଙ୍କ କଲି ଓ ସାକ୍ଷୀ ରଖି ନିକିତିରେ ରୂପା ତୌଲି ତାହାକୁ ଦେଲି। 11 ତା’ପରେ ମୁଁ ଏହାର ଦୁଇଟି ନକଲ କଲି, ସେଥିରୁ ଗୋଟିଏରେ ସର୍ତ୍ତ ଓ ଚୁକ୍ତି ଲେଖାଯାଇଥିବାଟି ମୁଦି ଦିଆଗଲା ଏବଂ ଅନ୍ୟଟି ଖୋଲା ଥିଲା। 12 ପୁଣି ମୋ’ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ, କ୍ରୟପତ୍ରର ସ୍ୱାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରିୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି।
13 ଆଉ ସମସ୍ତଙ୍କ ସାକ୍ଷାତରେ ମୁଁ ବାରୂକକୁ ଏହି ଆଜ୍ଞା କଲି। 14 “ସୈନ୍ୟାଧିପତି ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭେ ଏହି ଦୁଇଖଣ୍ଡ କ୍ରୟ ଦଲିଲ୍ ନିଅ, ଗୋଟିଏ ମୁଦି ଦିଆଯାଇଥିବା ଓ ଅନ୍ୟଟି ଖୋଲା ଓ ତାହା ଯେପରି ଦୀର୍ଘକାଳ ରହିବ ଏଥିପାଇଁ ଏକ ମୃତ୍ତିକା ପାତ୍ରରେ ରଖ।’ 15 ଆଉ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଭବିଷ୍ୟତରେ ଆମ୍ଭର ଲୋକମାନେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରିବେ।’”
91 ଯେଉଁ ବ୍ୟକ୍ତି ସର୍ବୋପରିସ୍ଥ ପରମେଶ୍ୱର ପାଖକୁ ଯାଏ,
ସେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ଛାୟା ତଳେ ନିରାପତ୍ତା ପାଇଁ ବସତି କରିବ।
2 ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋର ଆଶ୍ରୟ ଓ ଦୁର୍ଗ,
ମୋର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ବିଶ୍ୱାସ ରଖେ।”
3 ପରମେଶ୍ୱର ତୁମ୍ଭକୁ ଗଭୀର ଜଳରୁ ରକ୍ଷା କରିବେ
ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
4 ତୁମ୍ଭେ ପରମେଶ୍ୱରଙ୍କ ନିକଟକୁ ସୁରକ୍ଷା ନିମନ୍ତେ ଯାଇପାରିବ।
ପକ୍ଷୀ ତା’ର ଛୁଆମାନଙ୍କ ଉପରେ ଡେଣା ମେଲାଇ ରଖିଲା ଭଳି ସେ ତୁମ୍ଭକୁ ରକ୍ଷା କରିବେ।
ସେ ତୁମ୍ଭର ରକ୍ଷାକାରୀ ଢାଲ ଓ ପ୍ରାଚୀର ଦୁର୍ଗ ସ୍ୱରୂପ ହେବେ।
5 ତୁମ୍ଭେ ରାତ୍ରିରେ ଭୟଭୀତ ହେବାର ଦରକାର ନାହିଁ।
କିଅବା ଦିନରେ ଶତ୍ରୁମାନଙ୍କର ବାଣ ପ୍ରତି ଭୟଭୀତ ହେବ ନାହିଁ।
6 ଅନ୍ଧକାରଗାମୀ ମହାମାରୀ,
କିଅବା ମଧ୍ୟାହ୍ନରେ ସଂହାରକାରୀ ରୋଗ ବିଷୟରେ ଭୀତ ହେବ ନାହିଁ।
14 ସଦାପ୍ରଭୁ କହନ୍ତି, “ଯଦି କୌଣସି ଲୋକ ଆମ୍ଭଙ୍କୁ ପ୍ରେମ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା
ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସେମାନଙ୍କୁ ଆମ୍ଭେ ଉଚ୍ଚରେ ରଖିବା।
15 ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାଯ୍ୟ ପାଇଁ ଡାକିବେ, ଆମ୍ଭେ ସେମାନଙ୍କର ଡାକ ଶୁଣିବା।
ସେମାନଙ୍କ କଷ୍ଟ ସମୟରେ ଆମ୍ଭେ ସେମାନଙ୍କ ସହିତ ରହିବା।
ଆମ୍ଭେ ସେମାନଙ୍କୁ ରକ୍ଷା କରିବା ଏବଂ ସମ୍ମାନ ଦେବା।
16 ଆମ୍ଭେ ଆପଣା ଅନୁସରଣକାରୀମାନଙ୍କୁ ଦୀର୍ଘାୟୁ କରିବା
ଏବଂ ଆମ୍ଭେ ସେମାନଙ୍କୁ ରକ୍ଷା କରିବା।”
6 ଯଦି ଜଣେ ଲୋକ ତା’ ପାଖରେ ଯାହା ଅଛି, ସେତିକିରେ ସନ୍ତୁଷ୍ଟ ରହେ, ତା’ହେଲେ ପ୍ରକୃତରେ ପରମେଶ୍ୱରଙ୍କ ସେବା ଦ୍ୱାରା ସେହି ଲୋକ ବହୁତ ଧନୀ ହୋଇଯାଏ। 7 ପୃଥିବୀକୁ ଆସିଲା ବେଳେ ଆମ୍ଭେ କିଛି ଆଣି ନ ଥିଲୁ ଓ ଯେତେବେଳେ ଆମ୍ଭେ ମରିଯିବା ଏଠାରୁ କିଛି ନେଇ ଯାଇ ପାରିବା ନାହିଁ। 8 ଅତଏବ ଯଦି ଆମ୍ଭର ଖାଇବା ଓ ପିନ୍ଧିବା ଜିନିଷ ଅଛି, ଆମ୍ଭେ ସେଥିରେ ସନ୍ତୁଷ୍ଟ ରହିବା। 9 ଯେଉଁମାନେ ଧନୀ ହେବାକୁ ଗ୍ଭହୁଁଛନ୍ତି, ସେମାନେ ପ୍ରଲୋଭନ ଫାନ୍ଦରେ ପଡ଼ି ଯାଆନ୍ତି। ଅନେକ ମୂର୍ଖତାପୂର୍ଣ୍ଣ ଓ ଦୁଃଖ ଦେଉଥିବା ବିଷୟ ଗୁଡ଼ିକ ପାଇଁ ସେମାନେ ଇଚ୍ଛା ପୋଷଣ କରନ୍ତି। ସେଗୁଡ଼ିକ ଲୋକମାନଙ୍କୁ ନଷ୍ଟ କରି ତଳିତଳାନ୍ତ କରିଦିଏ। 10 ଧନର ଲୋଭ ସମସ୍ତ ପ୍ରକାର ମନ୍ଦର କାରଣ। ଅଧିକରୁ ଅଧିକ ଧନ ପାଇବା ଲୋଭରେ କେତେ ଲୋକ ସତ୍ୟ ବିଶ୍ୱାସକୁ ଛାଡ଼ି ଦେଇଛନ୍ତି। କିନ୍ତୁ ସେହିପରି କରିବା ଦ୍ୱାରା ସେମାନେ ନିଜ ଉପରକୁ ଅନେକ ଦୁଃଖ ଟାଣି ଆଣିଛନ୍ତି।
କେତୋଟି ମନେ ରଖିବା କଥା
11 କିନ୍ତୁ ତୁମ୍ଭେ ଜଣେ ପରମେଶ୍ୱରଙ୍କର ଲୋକ। ଅତଏବ ତୁମ୍ଭେ ସେହିସବୁ ବିଷୟଠାରୁ ଦୂରରେ ରହିବା କଥା। ଧାର୍ମିକ ଭାବରେ ରହିବା ପାଇଁ ଚେଷ୍ଟା କର, ପରମେଶ୍ୱରଙ୍କ ଉପାସନା କର। ତୁମ୍ଭ ଜୀବନରେ ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ଭଦ୍ର ଆଚରଣ କରିବା ପାଇଁ ଚେଷ୍ଟା କର। 12 ବିଶ୍ୱାସକୁ ଧରି ରଖିବା ଗୋଟିଏ ଦୌଡ଼ ପ୍ରତିଯୋଗିତା ଭଳି। କୌଣସିମତେ ସେହି ପ୍ରତିଯୋଗିତା ଜିତିବାକୁ ଚେଷ୍ଟା କର। ଅନନ୍ତ ଜୀବନ ଧାରଣ କର। ତୁମ୍ଭକୁ ସେଥିପାଇଁ ଡକା ଯାଇଛି। ଅନେକ ଲୋକଙ୍କ ଆଗରେ ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ମହାନ୍ ସତ୍ୟକୁ ସ୍ୱୀକାର କରିଛ। 13 ପରମେଶ୍ୱର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗରେ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ପନ୍ତିୟ ପୀଲାତଙ୍କ ଆଗରେ ଠିଆ ହୋଇଥିବା ବେଳେ ଖ୍ରୀଷ୍ଟ ଯୀଶୁ ସେହି ଏକା ମହାନ୍ ସତ୍ୟଟିକୁ ସ୍ୱୀକାର କରିଥିଲେ। ଏକମାତ୍ର ପରମେଶ୍ୱର ପ୍ରତ୍ୟେକ ବିଷୟକୁ ଜୀବନ ପ୍ରଦାନ କରନ୍ତି। 14 ଏବେ ମୁଁ ତୁମ୍ଭକୁ କହୁଛି: ତୁମ୍ଭକୁ ଦିଆ ଯାଇଥିବା ଆଦେଶଗୁଡ଼ିକ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କର ପୁନରାଗମନ ପର୍ଯ୍ୟନ୍ତ ସେହି କାମଗୁଡ଼ିକ ନିର୍ଭୁଲ ଭାବରେ ଓ ଅନିନ୍ଦନୀୟ ଭାବରେ କର। 15 ପରମେଶ୍ୱର ଉପଯୁକ୍ତ ସମୟ ଆସିଲେ, ତାହା ସାଧନ କରିବେ। ପରମେଶ୍ୱର ଏକମାତ୍ର ପରମଧନ୍ୟ ସମ୍ରାଟ୍। ସେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ। 16 ପରମେଶ୍ୱର ଅମର ଅଟନ୍ତି। ପରମେଶ୍ୱର ଏତେ ଉଜ୍ଜ୍ୱଳ ପ୍ରକାଶ ମଧ୍ୟରେ ବାସ କରନ୍ତି ଯେ ଲୋକେ ତାହା ପାଖକୁ ଯାଇ ପାରନ୍ତି ନାହିଁ। କେହି କେବେ ହେଲେ ପରମେଶ୍ୱରଙ୍କୁ ଦେଖି ନାହିଁ। କେହି କେବେ ହେଲେ ପରମେଶ୍ୱରଙ୍କୁ ଦେଖି ନାହିଁ। କେହି କେବେ ପରମେଶ୍ୱରଙ୍କୁ ମଧ୍ୟ ଦେଖି ପାରିବେ ନାହିଁ। ପରମେଶ୍ୱରଙ୍କ ଗୌରବ ଓ ଶକ୍ତି ଅନନ୍ତକାଳ ପର୍ଯ୍ୟନ୍ତ ପ୍ରକାଶ ପାଉ। ଆମେନ୍।
17 ଏହି ଆଦେଶ ସେହିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀରେ ଧନୀ ଅଟନ୍ତି। ସେମାନଙ୍କୁ ଗର୍ବ ନ କରିବା ପାଇଁ କୁହ। ସେମାନଙ୍କୁ କୁହ ଯେ ସେମାନେ ନିଜ ଧନର ନୁହେଁ, ମାତ୍ର ପରମେଶ୍ୱରଙ୍କର ଆଶ୍ରୟ ନେବା ଉଚିତ୍। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ୱର ପ୍ରତ୍ୟେକ ବସ୍ତୁ ଯଥେଷ୍ଟ ପରିମାଣରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରତ୍ୟେକ ଜିନିଷ ଦିଅନ୍ତି। 18 ଧନୀ ଲୋକମାନଙ୍କୁ କୁହ ଯେ ସେମାନେ ଭଲ କାମ କରନ୍ତୁ। ସେମାନଙ୍କୁ କୁହ ଯେ, ଭଲ କାମ କରିବାରେ ସେମାନେ ଧନୀ ହୁଅନ୍ତୁ। 19 ସେହିପରି କରି ସେମାନେ ସ୍ୱର୍ଗରେ ନିଜ ପାଇଁ ସମ୍ପତ୍ତି ଜମା ରଖିବେ। ସେହି ସମ୍ପତ୍ତି ହେଉଛି ଦୃଢ଼ ମୂଳଦୁଆ ଯାହା ଉପରେ ସେମାନଙ୍କର ଭବିଷ୍ୟତ୍ ଜୀବନ ଠିଆ ହୋଇପାରିବ। ତା’ହେଲେ ସେମାନେ ପ୍ରକୃତ ଜୀବନର ଅଧିକାରୀ ହୋଇ ପାରିବେ।
ଧନୀ ଲୋକ ଓ ଲାଜାର
19 ଯୀଶୁ କହିଲେ, “ଥରେ ଜଣେ ଧନୀଲୋକ ସଦାବେଳେ ଭଲ ଭଲ ପୋଷାକ ପିନ୍ଧୁଥିଲା। ସେ ଏତେ ଧନୀ ଥିଲା ଯେ ପ୍ରତିଦିନ ଗୋଟିଏ ବିଳାସମ୍ପୂର୍ଣ୍ଣ ଭୋଜି ଦେବାକୁ ସକ୍ଷମ ଥିଲା। 20 ଲାଜାର ନାମରେ ଜଣେ ଅତି ଗରିବ ଲୋକ ଥିଲା। ତା’ ଦେହ ଘା’ରେ ଭରି ଯାଇଥିଲା। ଲାଜାର ପ୍ରାୟ ସବୁ ସମୟରେ ଧନୀଲୋକଙ୍କ ଫାଟକ ପାଖରେ ପଡ଼ି ରହୁଥିଲା। 21 ଧନୀଲୋକ ଖାଇସାରିବା ପରେ ଯାହା ଛାଡ଼ି ଦିଏ ସେହି ଅଇଁଠା ଅଂଶତକ ଖାଇବାକୁ ଗ୍ଭହୁଁଥିଲା। କୁକୁରମାନେ ଆସି ତା’ର ଘାଆକୁ ଗ୍ଭଟୁଥିଲେ।
22 “ପରେ ଲାଜାର ମରିଗଲା। ସ୍ୱର୍ଗଦୂତମାନେ ତାହାକୁ ନେଇଯାଇ ଅବ୍ରହାମଙ୍କ କୋଳରେ ରଖିଲେ। ଧନୀ ଲୋକ ଜଣକ ମଧ୍ୟ ମରିଗଲା ଓ ତାହାକୁ କବର ଦିଆଗଲା। 23 ତାହାକୁ ନର୍କକୁ ପଠାଇ ଦିଆଗଲା। ସେଠାରେ ସେ ବହୁତ ଯନ୍ତ୍ରଣା ଭୋଗ କଲା। ଧନୀଲୋକ ଜଣକ ଉପରକୁ ଅନାଇଲା ଓ ଲାଜାରକୁ କୋଳରେ ଧରିଥିବା ଅବ୍ରହାମଙ୍କୁ ବହୁତ ଦୂରରେ ଦେଖିଲା। 24 ସେ ଡାକିଲା, ‘ପିତା ଅବ୍ରହାମ, ମୋତେ ଦୟା କର। ମୋ’ ପାଖକୁ ଲାଜାରକୁ ପଠାଅ। ସେ ତା’ ଅଙ୍ଗୁଳି ଟିପକୁ ପାଣିରେ ବୁଡ଼େଇ ମୋ’ ଜିଭରେ ଟୋପାଏ ଟୋପାଏ ପାଣି ଦେଉ। ମୁଁ ଏହି ନିଆଁରେ ବହୁତ ଯନ୍ତ୍ରଣା ଭୋଗ କରୁଛି।’
25 “କିନ୍ତୁ ଅବ୍ରହାମ କହିଲେ, ‘ପୁଅ, ତୁ ଯେତେବେଳେ ବଞ୍ଚିଥିଲୁ, ସେତେବେଳେ କଥା ଟିକିଏ ମନେ ପକା। ତୁ ଜୀବନରେ ସମସ୍ତ ବିଷୟ ପାଇଛୁ। କିନ୍ତୁ ଲାଜାର ପାଇଁ ସମସ୍ତ ଖରାପ ଜିନିଷ ଘଟିଛି। ଏବେ ସେ ଆରାମରେ ଅଛି ଓ ତୁ ଯନ୍ତ୍ରଣା ଭୋଗୁଛୁ। 26 ତା’ ଛଡ଼ା ତୋର ଓ ଆମ୍ଭ ମଝିରେ ଗୋଟିଏ ବଡ଼ ଖାତ ଅଛି। ତୋତେ ସାହାଯ୍ୟ କରିବା ପାଇଁ ସେହି ଖାତକୁ କେହି ପାରି ହୋଇ ଯାଇ ପାରିବେ ନାହିଁ।’ ଏବଂ ସେହି ସ୍ଥାନ ଛାଡ଼ି କେହି ଏଠାକୁ ଆସି ପାରିବେ ନାହିଁ।
27 “ଧନୀ ଲୋକ ଜଣକ କହିଲେ, ‘ତେବେ ପିତା, ଦୟାକରି ଲାଜାରକୁ ପୃଥିବୀରେ ଥିବା ମୋର ବାପାଙ୍କ ଘରକୁ ପଠାଅ। 28 ମୋର ପାଞ୍ଚ ଜଣ ଭାଇ ଅଛନ୍ତି। ଲାଜାର ମୋର ଭାଇମାନଙ୍କୁ ସତର୍କ କରାଇ ଦେବ। ତା’ହେଲେ ସେମାନେ ଏ ଯନ୍ତ୍ରଣା ଭୋଗ କରିବା ସ୍ଥାନକୁ ଆସିବେ ନାହିଁ।’
29 “କିନ୍ତୁ ଅବ୍ରହାମ କହିଲେ, ‘ସେମାନଙ୍କ ପାଖରେ ମୋଶାଙ୍କ ନିୟମ ଓ ଭବିଷ୍ୟଦ୍ବକ୍ତାମାନଙ୍କ ଲେଖା ସବୁ ପଢ଼ିବା ପାଇଁ ରହିଛି। ସେମାନେ ସେଥିରୁ ଶିକ୍ଷା ଲାଭ କରନ୍ତୁ।’
30 ଧନୀ ଲୋକଟି କହିଲା, ‘ନା, ପିତା ଅବ୍ରହାମ! ଯଦି ମରି ଯାଇଥିବା ଲୋକମାନଙ୍କ ଭିତରୁ କେହି ଜଣେ ତାହାଙ୍କ ପାଖକୁ ଯାଏ, ତେବେ ସେମାନେ ବିଶ୍ୱାସ କରିବେ ଓ ସେମାନଙ୍କର ହୃଦୟ ଓ ଜୀବନକୁ ପରିବର୍ତ୍ତନ କରିବେ।’
31 “କିନ୍ତୁ ଅବ୍ରହାମ ତାହାକୁ କହିଲେ, ‘ନା, ଯଦି ତୁମ୍ଭ ଭାଇମାନେ ମୋଶା ଓ ଭବିଷ୍ୟଦ୍ବକ୍ତାଙ୍କ କଥା ଶୁଣିବେ ନାହିଁ, ତେବେ ସେମାନେ ମୃତ୍ୟୁରୁ ଫେରି ଆସି ଥିବା କୌଣସି ଲୋକଙ୍କ କଥା ମଧ୍ୟ ଶୁଣିବେ ନାହିଁ।’”
2010 by World Bible Translation Center