Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଯିରିମିୟଙ୍କ ବିଳାପ 1:1-6

ଯିରୁଶାଲମର ଧ୍ୱଂସ ପାଇଁ ବିଳାପ

ଏହା କିପରି ଯେ, ସେ ଏକାକୀ ନ ଜାଣି ବସିଛନ୍ତି,
    ଏକଦା ସେହି ସହର ଲୋକପୂର୍ଣ୍ଣ ଥିଲା,
ଯିରୁଶାଲମ ପୃଥିବୀର ମହାନ ନଗରୀମାନଙ୍କ ମଧ୍ୟରେ ଅନ୍ୟତମ ଥିଲା,
    କିନ୍ତୁ ବର୍ତ୍ତମାନ ବିଧବା ତୁଲ୍ୟ ଅଛି।
ସେ ଯିଏ କି ଜଣେ ରାଜକୁମାରୀ ପରି ଥିଲା,
    ବର୍ତ୍ତମାନ ସେ କିପରି କରଦାୟୀନୀ ଦାସୀପରି ହୋଇଅଛି।
ସେ ରାତ୍ରିରେ ଅତିଶୟ ରୋଦନ କରୁଛି,
    ତାହାର ଲୋତକ ଗଣ୍ଡଦେଶରେ ପଡ଼ୁଅଛି;
    ତାକୁ ସାନ୍ତ୍ୱନା ଦେବାକୁ କେହି ନାହିଁ;
ତା’ର ସମସ୍ତ ବନ୍ଧୁ ତାକୁ ପ୍ରବଞ୍ଚନା କରିଛନ୍ତି;
    ସେମାନେ ତାହାର ଶତ୍ରୁ ହୋଇଛନ୍ତି।
ଯିହୁଦା ବହୁ ଦୁଃଖ ଯୋଗୁଁ
    ନିର୍ବାସିତ ହୋଇଅଛି।
ସେ ନାନା ଗୋଷ୍ଠୀ ମଧ୍ୟରେ ବାସ କରେ
    ଓ ସେ ବିଶ୍ରାମ ପାଏ ନାହିଁ।
ତାହାର ତାଡ଼ନାକାରୀ ସମସ୍ତେ
    ସଂକୀର୍ଣ୍ଣ ପଥରେ ତାକୁ ଧରିଲେ।
ସିୟୋନର ସମସ୍ତ ପଥ ଶୋକରେ ପରିପୂର୍ଣ୍ଣ,
    କାରଣ କେହି ସିୟୋନର ଧର୍ମ-ମହାସଭାକୁ ଆସୁ ନାହାନ୍ତି।
ତାହାର ସମସ୍ତ ଫାଟକ ଶୂନ୍ୟ
    ଓ ତାହାର ଯାଜକମାନେ ବିଳାପ କରୁଛନ୍ତି।
ତା’ର ସମସ୍ତ କୁମାରୀଗଣ ବିଷାଦଗ୍ରସ୍ତା
    ଓ ସେ ନିଜେ ମନରେ ବହୁ ପୀଡ଼ା ପାଇଅଛି।
ତା’ର ବିପକ୍ଷମାନେ ଜୟଲାଭ କରିଛନ୍ତି
    ଓ ତା’ର ଶତ୍ରୁଗଣ ସୌଭାଗ୍ୟବାନ୍ ହୋଇଛନ୍ତି।
କାରଣ ତା’ର ଅପାର ପାପ ଯୋଗୁଁ
    ସଦାପ୍ରଭୁ ତାକୁ କ୍ଳେଶ ଦେଇଛନ୍ତି।
ତା’ର ଶିଶୁ ସନ୍ତାନଗଣ
    ଶତ୍ରୁମାନଙ୍କ ଦ୍ୱାରା ନିର୍ବାସିତ ହୋଇଯାଇଛନ୍ତି।
ସିୟୋନ କନ୍ୟାଠାରୁ ଆଶୀର୍ବାଦ ଓ ଉନ୍ନତି ତାହାଠାରୁ ଗ୍ଭଲିଯାଇଛି,
    ଏହାର ରାଜକୁମାରୀମାନେ ଗ୍ଭରଣଭୂମି ଖୋଜୁଥିବା ହରିଣ ପରି ବୁଲୁଛନ୍ତି।
    ପୁଣି ସେମାନଙ୍କୁ ଅନୁଧାବନ କରୁଥିବା ଲୋକମାନଙ୍କ ଆଗରେ ସେମାନେ ଶକ୍ତିହୀନ ହୋଇଛନ୍ତି।

ଯିରିମିୟଙ୍କ ବିଳାପ 3:19-26

19 ହେ ସଦାପ୍ରଭୁ, ମୋର ଦୁଃଖ, ଦୁର୍ଗତି ସ୍ମରଣ କର।
    ତାହା ନାଗଦଅଣା ଓ ବିଷ ସ୍ୱରୂପ।
20 ମୋର ସମସ୍ତ କ୍ଳେଶକୁ ସ୍ମରଣ କରି
    ମୁଁ ଅତି ଅବସନ୍ନ ହୋଇ ପଡ଼ୁଛି।
21 ଏହା ମୁଁ ସ୍ମରଣ କରୁଛି,
    ଏଥିପାଇଁ ଏପର୍ଯ୍ୟନ୍ତ ମୋର ଆଶା ଅଛି।
22 ସଦାପ୍ରଭୁଙ୍କର ପ୍ରେମ
    ଓ ଦୟା ଶେଷ ହୁଏ ନାହିଁ।
23 ତାହା ପ୍ରତି ପ୍ରଭାତରେ ନୂତନ ହୋଇଥାଏ
    ଓ ସଦାପ୍ରଭୁଙ୍କର ବିଶ୍ୱସ୍ତତା ମହାନ ଅଟେ।
24 ତେଣୁ ମୋର ଅନ୍ତର କହୁଛି, “ସଦାପ୍ରଭୁ ମୋର ପରମେଶ୍ୱର
    ମୁଁ ତାଙ୍କଠାରେ ବିଶ୍ୱାସ ରଖିବି।”

25 ଯେଉଁମାନେ ସଦାପ୍ରଭୁଙ୍କ ଉପରେ ସେମାନଙ୍କର ଆଶା ରଖନ୍ତି
    ଓ ଯେଉଁମାନଙ୍କର ହୃଦୟ ତାଙ୍କୁ ଖୋଜେ, ସେମାନଙ୍କ ପ୍ରତି ସଦାପ୍ରଭୁ ମଙ୍ଗଳମୟ ଅଟନ୍ତି।
26 ସଦାପ୍ରଭୁଙ୍କ ଦ୍ୱାରା ମୁକ୍ତି ପ୍ରାପ୍ତ ପାଇଁ
    ଶାନ୍ତ ଭାବରେ ଅପେକ୍ଷା କରିବା ଜଣକ ପ୍ରତି ଭଲ।

ଗୀତସଂହିତା 137

137 ଆମ୍ଭେମାନେ ବାବିଲୀୟ ନଦୀ ନିକଟରେ ସିୟୋନକୁ ସ୍ମରଣ କଲାବେଳେ
    ସେଠାରେ ବସି ରୋଦନ କଲୁ।
ଆମ୍ଭେମାନେ ସେଠାରେ ଥିବା ବାଇଶୀ ବୃକ୍ଷରେ ନିଜ ନିଜର ବୀଣା ଟଙ୍ଗାଇ ରଖିଲୁ।
ବାବିଲରେ ଯେଉଁ ଲୋକମାନେ ଆମ୍ଭମାନଙ୍କୁ ବନ୍ଦୀ କରିଥିଲେ, ଆମ୍ଭେ ଗୀତ ଗାଉ ବୋଲି ସେମାନେ ଗ୍ଭହିଁଲେ।
    ସେମାନଙ୍କର ମନୋରଞ୍ଜନ କରିବାକୁ ସେମାନେ ଆମ୍ଭମାନଙ୍କୁ ଡାକିଲେ:
    “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।”
କିନ୍ତୁ ଆମ୍ଭେମାନେ ସଦାପ୍ରଭୁଙ୍କର ଗୀତ କିପରି
    ବିଦେଶରେ ଗାନ କରି ପାରିବା!
ହେ ଯିରୁଶାଲମ, ଯଦି ମୁଁ ତୁମ୍ଭକୁ ଭୁଲେ,
    ତେବେ ମୋର ଦକ୍ଷିଣ ହସ୍ତ ଆପଣାର କର୍ମ କୌଶଳ ପାଶୋରି ଯାଉ।
ହେ ଯିରୁଶାଲମ,
    ଯଦି ମୁଁ ତୁମ୍ଭକୁ କେବେ ଭୁଲେ,
ତେବେ ମୋର କାମନା କି
    ମୁଁ ଆଉ କୌଣସି ଗୀତ ଗାଇ ପାରିବି ନାହିଁ।

ମୁଁ ପ୍ରତିଜ୍ଞା କରୁଅଛି ଯେ, ଯିରୁଶାଲମ ସର୍ବଦା ମୋର ଆନନ୍ଦ ଧାମ ହୋଇ ରହିବ।
    ହେ ସଦାପ୍ରଭୁ, ଇଦୋମୀୟମାନଙ୍କୁ ସ୍ମରଣ କର ଏବଂ ଯିରୁଶାଲମ ଅବରୋଧ ହେବା ସମୟ ସେମାନେ ଯାହା କଲେ ସେଥିପାଇଁ ସେମାନଙ୍କୁ ଦଣ୍ଡିତ କର।
ସ୍ମରଣ କର ସେମାନେ କିପରି ଚିତ୍କାର କଲେ, “ଏହି କୋଠାଘରକୁ ଧ୍ୱଂସ କର!
    ସେମାନଙ୍କୁ ଟାଣିଆଣି ଧୂଳିରେ ମିଶାଇ ଦିଅ।”
ହେ ବାବିଲୋନ, ତୁମ୍ଭେ ଧ୍ୱଂସ ହେବ!
    ମୁଁ ଯେକୌଣସି ଲୋକକୁ ଆଶୀର୍ବାଦ ଦେବି, ଯିଏ ତୁମ୍ଭକୁ ପ୍ରତିଦାନ ଦେବ, ଯାହା ତୁମ୍ଭେ ଆମ୍ଭ ପ୍ରତି କରିଥିଲ।
ମୁଁ ଯେକୌଣସି ବ୍ୟକ୍ତିକୁ ଆଶୀର୍ବାଦ ଦେବି,
    ଯିଏ ତୁମ୍ଭର ଶିଶୁଗଣକୁ ତୁମ୍ଭଠାରୁ ଛଡ଼ାଇ ଆଣିବ ଏବଂ ସେମାନଙ୍କୁ ପଥରରେ ପିଟି ଦେବ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 1:1-14

ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ପାଉଲଙ୍କଠାରୁ ନମସ୍କାର। ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ ମୁଁ ପ୍ରେରିତ ହୋଇଛି। ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନର ପ୍ରତିଜ୍ଞା ବିଷୟରେ ଲୋକମାନଙ୍କୁ କହିବା ପାଇଁ ପରମେଶ୍ୱର ମୋତେ ପଠାଇଲେ।

ଏହି ପତ୍ର ତୀମଥିଙ୍କ ପାଇଁ। ତୁମ୍ଭେ ମୋ’ ପାଇଁ ମୋ’ ପ୍ରିୟ ପୁତ୍ର ଭଳି।

ପରମପିତା ପରମେଶ୍ୱରଙ୍କଠାରୁ ଓ ଆମ୍ଭ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ତୁମ୍ଭକୁ ଅନୁଗ୍ରହ, ଦୟା ଓ ଶାନ୍ତି ମିଳୁ।

ଧନ୍ୟବାଦ ଓ ଆଶ୍ୱାସନା

ମୁଁ ସବୁବେଳେ ଦିନରାତି ମୋ’ ପ୍ରାର୍ଥନାରେ ତୁମ୍ଭକୁ ମନେ ପକାଉଛି। ସେହି ପ୍ରାର୍ଥନାରେ ମୁଁ ତୁମ୍ଭ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି। ମୋର ପୂର୍ବଜମାନେ ସେହି ପରମେଶ୍ୱରଙ୍କୁ ସେବା କରିଥିଲେ। ମୁଁ ଯାହା ଠିକ୍ ବୋଲି ଜାଣେ ତାହା କରି ସର୍ବଦା ତାହାଙ୍କର ସେବା କରିଛି। ତୁମ୍ଭେ ମୋ’ ପାଇଁ କାନ୍ଦିଛ ବୋଲି ମୁଁ ମନେ ରଖିଛି। ମୁଁ ତୁମ୍ଭକୁ ଦେଖି ଆନନ୍ଦ ପାଇବା ପାଇଁ ଅତି ଇଚ୍ଛୁକ। ତୁମ୍ଭର ଦୃଢ଼ ବିଶ୍ୱାସ ମୁଁ ମନେପକାଏ। ପ୍ରଥମରେ ସେହି ବିଶ୍ୱାସ ତୁମ୍ଭର ମାତାମହୀ ଲୋୟୀ ଓ ମାତା ଇଉନୀକୀଙ୍କଠାରେ ଥିଲା। ମୁଁ ଜାଣେ ଯେ ତୁମ୍ଭଠାରେ ସେହି ସମାନ ବିଶ୍ୱାସ ଅଛି। ସେଥିପାଇଁ ମୁଁ କୁହେ ଯେ ପରମେଶ୍ୱର ତୁମ୍ଭକୁ ଦେଇଥିବା ଅନୁଗ୍ରହ ଦାନକୁ ମନେ ପକାଅ। ଯେତେବେଳେ ମୁଁ ମୋର ହାତଦ୍ୱୟ ତୁମ୍ଭ ଉପରେ ରଖିଲି, ସେତେବେଳେ ପରମେଶ୍ୱର ସେହି ଅନୁଗ୍ରହଦାନ ତୁମ୍ଭକୁ ଦେଇଥିଲେ। ମୁଁ ଗ୍ଭହେଁ ଯେ ତୁମ୍ଭେ ସେହି ଅନୁଗ୍ରହ ଦାନକୁ ବ୍ୟବହାର କର ଓ ତାହା ଅଧିକରୁ ଅଧିକ ବୃଦ୍ଧି ପାଉ ଯେପରି ସାନ ଅଗ୍ନିଶିଖା ଏକ ଜ୍ୱାଳାରେ ପରିବର୍ତ୍ତିତ ହୁଏ। ପରମେଶ୍ୱର ଆମ୍ଭକୁ ଭୟର ଆତ୍ମା ଦେଇ ନାହାନ୍ତି। ସେ ଆମ୍ଭକୁ ଶକ୍ତି, ପ୍ରେମ ଓ ଆତ୍ମସଂଯମର ଆତ୍ମା ପ୍ରଦାନ କରିଛନ୍ତି।

ଅତଏବ ଲୋକମାନଙ୍କୁ ଆମ୍ଭ ପ୍ରଭୁ ଯୀଶୁଙ୍କ ବିଷୟରେ କହିବା ପାଇଁ ଲଜ୍ଜାବୋଧ କର ନାହିଁ। ମୁଁ ପ୍ରଭୁଙ୍କ ପାଇଁ ବନ୍ଦୀ ହୋଇ ରହିଛି ମୋ’ ପାଇଁ ମଧ୍ୟ ଲଜ୍ଜା ବୋଧ କର ନାହିଁ। କିନ୍ତୁ ମୋ’ ସହିତ ସୁସମାଗ୍ଭର ପାଇଁ କଷ୍ଟ ସହ୍ୟ କର। ତାହା କରିବା ପାଇଁ ପରମେଶ୍ୱର ଆମ୍ଭକୁ ଶକ୍ତି ଦିଅନ୍ତି।

ପରମେଶ୍ୱର ଆମ୍ଭକୁ ଉଦ୍ଧାର କରି ନିଜର ପବିତ୍ର ଲୋକ କରିଛନ୍ତି। ଆମ୍ଭମାନଙ୍କର ନିଜ ବଳରେ ତାହା ହୋଇ ନାହିଁ। ବରଂ ପରମେଶ୍ୱର ନିଜେ ଇଚ୍ଛାକରି ଓ ନିଜର ଅନୁଗ୍ରହ ଦ୍ୱାରା ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି ଓ ନିଜ ଲୋକ କରିଛନ୍ତି। ସେହି ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ଆମ୍ଭକୁ ଅନାଦି କାଳରୁ ମିଳିଛି। 10 ସେହି ଅନୁଗ୍ରହ ବର୍ତ୍ତମାନ ସମୟ ପର୍ଯ୍ୟନ୍ତ ଆମ୍ଭକୁ ଦେଖାଯାଉ ନ ଥିଲା। ଆମ୍ଭର ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଆସିବା ପରେ ତାହା ଆମ୍ଭଠାରେ ପ୍ରକାଶିତ ହେଲା। ଖ୍ରୀଷ୍ଟ ଯୀଶୁ ମୃତ୍ୟୁକୁ ନଷ୍ଟ କଲେ ଓ ଆମ୍ଭକୁ ଜୀବନ ପାଇବାର ପଥ ଦେଖାଇଲେ। ସୁସମାଗ୍ଭର ମାଧ୍ୟମରେ ସେ ଆମ୍ଭକୁ ଅନନ୍ତ ଜୀବନ ପାଇବା ପାଇଁ ମାର୍ଗ ଦେଖାଇଲେ।

11 ସେହି ସୁସମାଗ୍ଭର କହିବା ପାଇଁ ମୁଁ ମନୋନୀତ ହେଲି। ମୁଁ ସୁସମାଗ୍ଭର ପାଇଁ ପ୍ରଗ୍ଭରକ, ପ୍ରେରିତ ଓ ଶିକ୍ଷକ ଭାବେ ମନୋନୀତ ହେଲି। 12 ସେହି ସୁସମାଗ୍ଭର କହିଥିବାରୁ ଏବେ ମୁଁ କଷ୍ଟ ପାଉଛି। କିନ୍ତୁ ମୁଁ ଲଜ୍ଜିତ ନୁହେଁ। ମୁଁ ଯାହାଙ୍କୁ ବିଶ୍ୱାସ କରିଛି, ତାହାଙ୍କୁ ମୁଁ ଜାଣେ। ମୋର ପୂର୍ଣ୍ଣ ଆଶା ଅଛି ଯେ, ସେ ସେହି ବିଷୟ ଗୁଡ଼ିକ ସେହି ଦିନ [a] ପର୍ଯ୍ୟନ୍ତ ରକ୍ଷା କରିବେ, ଯେଉଁଗୁଡ଼ିକର ଦାୟିତ୍ୱ ସେ ମୋ’ ଉପରେ ନ୍ୟସ୍ତ କରିଥିଲେ।

13 ମୋ’ଠାରୁ ଶୁଣିଥିବା ସ‌‌ତ୍‌‌‌ଶିକ୍ଷାଗୁଡ଼ିକୁ ପାଳନ କର। ସେହି ଶିକ୍ଷାଗୁଡ଼ିକ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଆମ୍ଭର ବିଶ୍ୱାସ ଓ ପ୍ରେମ। ସେହି ଉପଦେଶଗୁଡ଼ିକ ଉଦାହରଣ ସ୍ୱରୂପ ଅଟେ ଓ ତାହା ଦର୍ଶାଏ ଯେ, ତୁମ୍ଭେ କିପରି ଉପଦେଶ ଦେବା ଉଚିତ୍। 14 ତୁମ୍ଭକୁ ଯେଉଁ ସତ୍ୟ ପ୍ରଦାନ କରାଯାଇଛି, ତାହାକୁ ରକ୍ଷା କର। ପବିତ୍ରଆତ୍ମାର ସାହାଯ୍ୟରେ ସେଗୁଡ଼ିକୁ ରକ୍ଷା କର। ସେହି ପବିତ୍ରଆତ୍ମା ଆମ୍ଭ ଭିତରେ ରହନ୍ତି।

ଲୂକ ଲିଖିତ ସୁସମାଗ୍ଭର 17:5-10

ତୁମ୍ଭର ବିଶ୍ୱାସ କେତେ ଦୃଢ଼

ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, “ଆମ୍ଭକୁ ଅଧିକ ବିଶ୍ୱାସ ପ୍ରଦାନ କର।”

ପ୍ରଭୁ କହିଲେ, “ଯଦି ତୁମ୍ଭମାନଙ୍କର ବିଶ୍ୱାସ ଗୋଟିଏ ସୋରିଷଦାନା ପରିମାଣର ହୋଇଥାଏ, ତେବେ ତୁମ୍ଭେମାନେ ଏହି ତୁତ ଗଛକୁ କହି ପାରିବ, ନିଜକୁ ଉପାଡ଼ି ନେଇ ସମୁଦ୍ରରେ ରୋପଣ କର, ତେବେ ଗଛଟି ତୁମ୍ଭମାନଙ୍କ କଥା ମାନିବ।

ଉତ୍ତମ ସେବକ ହୁଅ

“ମନେକର ତୁମ୍ଭମାନଙ୍କ ଭିତରୁ ଜଣକର ଗ୍ଭକରଟିଏ ଅଛି। ସେହି ଗ୍ଭକର ତୁମ୍ଭ ବିଲରେ କାମ କରିଆସେ। ସେ ତୁମ୍ଭ ବିଲରେ ହଳ କରି ଆସୁଛି କିମ୍ବା ମେଣ୍ଢାଙ୍କ ଯତ୍ନ ନେଇ ଆସେ। ସେ କାମରୁ ଫେରିବା ପରେ ତୁମ୍ଭେ ତାକୁ କ’ଣ କହିବ? ତୁମ୍ଭେ କ’ଣ କହିବ ଯେ, ‘ଭିତରକୁ ଆସ ଓ ଖାଇବାକୁ ବସ?’ ନା, ତୁମ୍ଭେ ତୁମ୍ଭର ଗ୍ଭକରକୁ କହିବ, ‘ମୋ’ ପାଇଁ କିଛି ଖାଇବାକୁ ପ୍ରସ୍ତୁତ କର। ମୋ’ ଖିଆପିଆ ସରିଲେ ତୁମ୍ଭେମାନେ ଖାଇବ ଓ ପିଇବ।’ ଗ୍ଭକର ବିଶେଷ ଧନ୍ୟବାଦ ବି ପାଇବା କଥା ନୁହେଁ। କାରଣ ମାଲିକ ଯାହା କରିବାକୁ କହନ୍ତି, ସେ କେବଳ ତାହା ହିଁ କରେ। 10 ତୁମ୍ଭମାନଙ୍କ କ୍ଷେତ୍ରରେ ସେହି ଏକା କଥା ହେବ। ତୁମ୍ଭମାନଙ୍କୁ ଦିଆଯାଇଥିବା କାମତକ କରି ଦେବା ପରେ ତୁମ୍ଭମାନଙ୍କର କହିବା ଉଚିତ୍ ଯେ, ‘ଆମ୍ଭେମାନେ କୌଣସି ବିଶେଷ ଧନ୍ୟବାଦ ପାଇବାକୁ ଯୋଗ୍ୟ ନୋହୁଁ। କାରଣ ଆମ୍ଭେ ଅଯୋଗ୍ୟ ଗ୍ଭକର ଓ ଆମ୍ଭର ଯାହା କରିବା ଉଚିତ୍, ଆମ୍ଭେ କେବଳ ତାହା ହିଁ କରିଛୁ।’”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center