Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 137

137 ଆମ୍ଭେମାନେ ବାବିଲୀୟ ନଦୀ ନିକଟରେ ସିୟୋନକୁ ସ୍ମରଣ କଲାବେଳେ
    ସେଠାରେ ବସି ରୋଦନ କଲୁ।
ଆମ୍ଭେମାନେ ସେଠାରେ ଥିବା ବାଇଶୀ ବୃକ୍ଷରେ ନିଜ ନିଜର ବୀଣା ଟଙ୍ଗାଇ ରଖିଲୁ।
ବାବିଲରେ ଯେଉଁ ଲୋକମାନେ ଆମ୍ଭମାନଙ୍କୁ ବନ୍ଦୀ କରିଥିଲେ, ଆମ୍ଭେ ଗୀତ ଗାଉ ବୋଲି ସେମାନେ ଗ୍ଭହିଁଲେ।
    ସେମାନଙ୍କର ମନୋରଞ୍ଜନ କରିବାକୁ ସେମାନେ ଆମ୍ଭମାନଙ୍କୁ ଡାକିଲେ:
    “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।”
କିନ୍ତୁ ଆମ୍ଭେମାନେ ସଦାପ୍ରଭୁଙ୍କର ଗୀତ କିପରି
    ବିଦେଶରେ ଗାନ କରି ପାରିବା!
ହେ ଯିରୁଶାଲମ, ଯଦି ମୁଁ ତୁମ୍ଭକୁ ଭୁଲେ,
    ତେବେ ମୋର ଦକ୍ଷିଣ ହସ୍ତ ଆପଣାର କର୍ମ କୌଶଳ ପାଶୋରି ଯାଉ।
ହେ ଯିରୁଶାଲମ,
    ଯଦି ମୁଁ ତୁମ୍ଭକୁ କେବେ ଭୁଲେ,
ତେବେ ମୋର କାମନା କି
    ମୁଁ ଆଉ କୌଣସି ଗୀତ ଗାଇ ପାରିବି ନାହିଁ।

ମୁଁ ପ୍ରତିଜ୍ଞା କରୁଅଛି ଯେ, ଯିରୁଶାଲମ ସର୍ବଦା ମୋର ଆନନ୍ଦ ଧାମ ହୋଇ ରହିବ।
    ହେ ସଦାପ୍ରଭୁ, ଇଦୋମୀୟମାନଙ୍କୁ ସ୍ମରଣ କର ଏବଂ ଯିରୁଶାଲମ ଅବରୋଧ ହେବା ସମୟ ସେମାନେ ଯାହା କଲେ ସେଥିପାଇଁ ସେମାନଙ୍କୁ ଦଣ୍ଡିତ କର।
ସ୍ମରଣ କର ସେମାନେ କିପରି ଚିତ୍କାର କଲେ, “ଏହି କୋଠାଘରକୁ ଧ୍ୱଂସ କର!
    ସେମାନଙ୍କୁ ଟାଣିଆଣି ଧୂଳିରେ ମିଶାଇ ଦିଅ।”
ହେ ବାବିଲୋନ, ତୁମ୍ଭେ ଧ୍ୱଂସ ହେବ!
    ମୁଁ ଯେକୌଣସି ଲୋକକୁ ଆଶୀର୍ବାଦ ଦେବି, ଯିଏ ତୁମ୍ଭକୁ ପ୍ରତିଦାନ ଦେବ, ଯାହା ତୁମ୍ଭେ ଆମ୍ଭ ପ୍ରତି କରିଥିଲ।
ମୁଁ ଯେକୌଣସି ବ୍ୟକ୍ତିକୁ ଆଶୀର୍ବାଦ ଦେବି,
    ଯିଏ ତୁମ୍ଭର ଶିଶୁଗଣକୁ ତୁମ୍ଭଠାରୁ ଛଡ଼ାଇ ଆଣିବ ଏବଂ ସେମାନଙ୍କୁ ପଥରରେ ପିଟି ଦେବ।

ଯିରିମିୟଙ୍କ ବିଳାପ 1:16-22

16 “ଏହିସବୁ ବିଷୟ ପାଇଁ ମୁଁ କ୍ରନ୍ଦନ କରୁଅଛି
    ଓ ମୋର ଚକ୍ଷୁଯୁଗଳ ଲୋତକପୂର୍ଣ୍ଣ ହୋଇଅଛି।
କାରଣ ମୋର ସାନ୍ତ୍ୱନାକାରୀ ମୋର ପ୍ରାଣକୁ ଆଶ୍ୱାସନା ଦେବା କଥା,
    କିନ୍ତୁ ସେ ମୋ’ଠାରୁ ଦୂରେଇ ଅଛନ୍ତି।
ମୋର ସନ୍ତାନଗଣ ଅନାଥ ହୋଇଛନ୍ତି,
    କାରଣ ମୋର ଶତ୍ରୁଗଣ ସେମାନଙ୍କ ଉପରେ ବିଜୟଲାଭ କରିଛନ୍ତି।”

17 ସିୟୋନ ଆପଣା ହସ୍ତ ପ୍ରସାରଣ କରୁଛି,
    ମାତ୍ର ତାକୁ ସାହାଯ୍ୟ କରିବାକୁ କେହି ନାହିଁ।
ଯାକୁବର ଶତ୍ରୁଗଣ ତାକୁ ଚତୁର୍ଦ୍ଦିଗରୁ ଘେରି ରହିବାକୁ
    ସଦାପ୍ରଭୁ ଆଦେଶ କରିଛନ୍ତି।
ଯିରୁଶାଲମ ସେମାନଙ୍କ ମଧ୍ୟରେ
    ଅଶୁଚି ବସ୍ତୁ ତୁଲ୍ୟ ଅଛି।

18 ବର୍ତ୍ତମାନ ଯିରୁଶାଲମ କହେ, “ସଦାପ୍ରଭୁ ଧାର୍ମିକ ଅଟନ୍ତି
    ଓ ମୁଁ ତାଙ୍କ ଆଜ୍ଞାକୁ ଅବଜ୍ଞା କରିଅଛି।
ହେ ଗୋଷ୍ଠୀସକଳ, ମୁଁ ବିନୟ କରୁଛି, ତୁମ୍ଭେମାନେ ଶୁଣ
    ଓ ମୋର ଦୁଃଖ ଦେଖ।
ମୋର ଯୁବକ, ଯୁବତୀମାନେ
    ନିର୍ବାସିତ ଅବସ୍ଥା ପାଇଛନ୍ତି।
19 ମୁଁ ମୋର ପ୍ରେମିକମାନଙ୍କୁ ଡାକିଲି,
    ମାତ୍ର ସେମାନେ ମୋ’ ପ୍ରତି ପ୍ରବଞ୍ଚନା କଲେ।
ମୋର ଯାଜକଗଣ ଓ ପ୍ରାଚୀନବର୍ଗ
    ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ।
ସେମାନେ ନିଜେ ନିଜେ ବଞ୍ଚିବା ପାଇଁ
    ଆହାର ଖୋଜୁଥିବା ବେଳେ ମଲେ।

20 “ହେ ସଦାପ୍ରଭୁ, ଦେଖ, ମୁଁ କିପରି ବିପଦଗ୍ରସ୍ତା।
    ମୋର ଅନ୍ତର ବ୍ୟଥିତ ହେଉଛି,
କାରଣ ମୁଁ ବିଦ୍ରୋହୀ ଥିଲି।
    ବାହାରେ ଖଡ଼ଗ ବଧ କରୁଅଛି
ଓ ଗୃହ ଭିତରେ ମୃତ୍ୟୁ ରହିଅଛି।
    ହେ ସଦାପ୍ରଭୁ ଦେଖ,
ମୋର ଅନ୍ତର କିପରି ଦହି ମୋହିଁବା ଭଳି ହେଉଛି।

21 “ମୋ’ କଥା ଶୁଣ, ମୁଁ ବିଳାପ କରୁଛି।
    ମୋତେ ସାନ୍ତ୍ୱନା ଦେବାକୁ କେହି ନାହିଁ।
ମୋର ଶତ୍ରୁମାନେ ମୋର ବିପଦକଥା ଶୁଣି ଆନନ୍ଦିତ।
    ସେମାନେ ଖୁସୀ,
କାରଣ ତୁମ୍ଭେ ମୋ’ ପ୍ରତି ତାହା ଘଟାଇଛ।
    ତୁମ୍ଭେ କହିଥିଲ ଏକ ସମୟରେ
ମୋର ଶତ୍ରୁମାନେ ଦଣ୍ଡିତ ହେବେ।
    ବର୍ତ୍ତମାନ ସେମାନଙ୍କୁ ମୋ’ ତୁଲ୍ୟ କରନ୍ତୁ।

22 “ଆଉ ଦେଖ, ମୋର ଶତ୍ରୁଗଣ କିପରି ଦୁଷ୍ଟତାରେ ପରିପୂର୍ଣ୍ଣ ।
    ମୋର ଅଧର୍ମ ଯୋଗୁଁ ମୋ’ ପ୍ରତି ଯେଉଁପରି ବ୍ୟବହାର କରିଥିଲ,
    ସେମାନଙ୍କ ପ୍ରତି ସେହି ପ୍ରକାର କର।
କାରଣ ମୁଁ ଅନେକ ଥର ବିଳାପ କରୁଛି
    ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।”

ଯାକୁବଙ୍କ ପତ୍ର 1:2-11

ବିଶ୍ୱାସ ଓ ଜ୍ଞାନ

ମୋ’ ଭାଇ ଓ ଭଉଣୀମାନେ, ତୁମ୍ଭେମାନେ ଅନେକ ପ୍ରକାରର ଅସୁବିଧାର ସମ୍ମୁଖୀନ ହେବ। କିନ୍ତୁ ଏପରି ହେଲାବେଳେ ତୁମ୍ଭେମାନେ ଅଧିକ ଖୁସୀ ହେବା ଉଚିତ୍। କାରଣ ତୁମ୍ଭେ ଜାଣିଛ ଯେ, ଏହି ଅସୁବିଧାଗୁଡ଼ିକ ତୁମ୍ଭର ବିଶ୍ୱାସକୁ ପରିକ୍ଷା କରେ, ଓ ଏଗୁଡ଼ିକ ତୁମ୍ଭର ଧୈର୍ଯ୍ୟ ଜନ୍ମାଏ। ତୁମ୍ଭ କାମଗୁଡ଼ିକରେ ତୁମ୍ଭର ଧୈର୍ଯ୍ୟକୁ ସମ୍ପୂର୍ଣ୍ଣ ରୂପେ ପ୍ରକାଶିତ ହେବାକୁ ଦିଅ। ତେବେ ଯାଇ ତୁମ୍ଭେ ସିଦ୍ଧ ଓ ସମ୍ପୂର୍ଣ୍ଣ ହେବ। ତୁମ୍ଭର ପ୍ରତ୍ୟେକ ଆବଶ୍ୟକ ବିଷୟ ତୁମ୍ଭେ ପାଇବ।

କିନ୍ତୁ ତୁମ୍ଭ ଭିତରୁ ଯଦି କେହି ଜ୍ଞାନର ଆବଶ୍ୟକ କରେ, ତା’ହେଲେ ତୁମ୍ଭେ ଏହା ପରମେଶ୍ୱରଙ୍କୁ ମାଗିବା ଉଚିତ୍। ପରମେଶ୍ୱର ଅତ୍ୟନ୍ତ ଦୟାଳୁ ଅଟନ୍ତି। ସେ ସମସ୍ତଙ୍କୁ ଜ୍ଞାନ ଦେବାରେ ଆନନ୍ଦ ଅନୁଭବ କରନ୍ତି। ଅତଏବ ପରମେଶ୍ୱର ତୁମ୍ଭକୁ ଜ୍ଞାନ ଦେବେ। କିନ୍ତୁ ତୁମ୍ଭେ ଯେତେବେଳେ ପରମେଶ୍ୱରଙ୍କୁ ମାଗିଥାଅ, ସେତେବେଳେ ତୁମ୍ଭକୁ ବିଶ୍ୱାସ କରିବାକୁ ପଡ଼ିବ। ପରମେଶ୍ୱରଙ୍କୁ ସନ୍ଦେହ କର ନାହିଁ। ସନ୍ଦେହୀ ଲୋକ ସମୁଦ୍ରର ଢେଉ ଭଳି। ପବନ ଢେଉକୁ ଉପରକୁ ଉଠାଏ ଓ ତଳକୁ ପକାଏ, ସନ୍ଦେହୀ ଲୋକ ସେହି ଢେଉ ଭଳି। 7-8 ସନ୍ଦେହୀ ଲୋକ ଏକାଥରକେ ଦୁଇଟି କଥା ଭାବେ। ତେଣୁ ସେ କରୁଥିବା କୌଣସି ବିଷୟରେ ନିଷ୍ପତ୍ତି ନେଇପାରେ ନାହିଁ। ସେଭଳି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ଆଶା କରିବା ଉଚିତ୍ ନୁହେଁ।

ପ୍ରକୃତ ଧନ

ଯଦି ଜଣେ ବିଶ୍ୱାସୀ ଗରିବ ହୋଇଥାଏ, ତେବେ ପରମେଶ୍ୱର ତାହାକୁ ଆତ୍ମିକ ଭାବେ ଧନୀ କରିଥିବାରୁ, ସେ ଗର୍ବ କରିବା ଉଚିତ୍। 10 ସେହିପରି ଜଣେ ଧନୀ ବିଶ୍ୱାସୀ ଯେ ଆତ୍ମିକ ଭାବରେ ଗରିବ, ତାହା ପରମେଶ୍ୱର ତାହାକୁ ଦେଖାଇ ଦେଇଥିବାରୁ, ସେ ଗର୍ବ କରିବା ଉଚିତ୍। ଧନୀଲୋକ ଜଣକ ଘାସର ଫୁଲ ଭଳି ଝଡ଼ିପଡ଼ି ମରିଯିବ। 11 ସୂର୍ଯ୍ୟ ଉଦୟ ହୋଇ ଅଧିକ ଉତ୍ତପ୍ତ କରେ। ସୂର୍ଯ୍ୟର ଉତ୍ତାପ ଗ୍ଭରା ଗଛଟିକୁ ଶୁଖେଇ ଦିଏ। ଫୁଲ ଝଡ଼ି ଯାଏ। ସେହି ଫୁଲ ଅତି ସୁନ୍ଦର ଥିଲା, କିନ୍ତୁ ଏବେ ତାହା ମୃତ ହେଲା। ଧନୀଲୋକର କଥା ମଧ୍ୟ ଠିକ୍ ସେହିଭଳି। ସେ ତାହାର ବ୍ୟବସାୟ ଲାଗି ଯୋଜନା କରୁଥିବା ବେଳେ ମରିଯିବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center