Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 66:1-12

ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ।

66 ହେ ପୃଥିବୀର ସକଳ ବସ୍ତୁ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କର!
ତାହାଙ୍କ ନାମର ମହିମା ଗାନ କର।
    ସ୍ତୁତି ଗାନ କରି ଗୌରବାନ୍ୱିତ କର।
ପରମେଶ୍ୱରଙ୍କୁ କୁହ, “ତୁମ୍ଭର କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ଅଟେ।
    ପରମେଶ୍ୱର, ତୁମ୍ଭର ଶକ୍ତି ମହାନ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି।
    ସେମାନେ ତୁମ୍ଭକୁ ଭୟ କରନ୍ତି।
ସମୁଦାୟ ପୃଥିବୀ ତୁମ୍ଭର ପ୍ରଣାମ କରୁ ଏବଂ ସମୁଦାୟ ଲୋକ ତୁମ୍ଭର ନାମ ପ୍ରଶଂସା ଗାନ କରନ୍ତୁ।
    ପ୍ରତ୍ୟେକ ବ୍ୟକ୍ତି ଗୀତ ଦ୍ୱାରା ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।”

ଦେଖ, ଯେଉଁସବୁ କାର୍ଯ୍ୟ ପରମେଶ୍ୱର କରିଛନ୍ତି।
    ସେ ସମସ୍ତ କାର୍ଯ୍ୟ ଆମ୍ଭମାନଙ୍କୁ ଆଶ୍ଚର୍ଯ୍ୟ କରେ।
ପରମେଶ୍ୱର ପର୍ଯ୍ୟାୟକ୍ରମେ ସମୁଦ୍ରକୁ ଶୁଖାଇ ଥିଲେ।
    ତାଙ୍କର ଲୋକ ନଦୀକୁ ଅତିକ୍ରମ କରି ଗ୍ଭଲିଲେ।
ପରମେଶ୍ୱର ତାଙ୍କର ମହାନ ଶକ୍ତିରେ ପୃଥିବୀରେ ଶାସନ କରନ୍ତି।
    ପରମେଶ୍ୱର ଜାତିଗଣକୁ ନିରୀକ୍ଷଣ କରନ୍ତି।
    ତାଙ୍କ ବିପକ୍ଷରେ ଜି‌ଦ୍‌ଖୋର ହୋଇ ବିଦ୍ରୋହୀ ଭାବେ ଛିଡ଼ା ହେବା ଉଚିତ୍ ନୁହେଁ।

ହେ ମାନବ ସମାଜ, ଆମ୍ଭ ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
    ଉଚ୍ଚ ସ୍ୱରରେ ତାଙ୍କର ମହିମା ଗାନ କର।
ପରମେଶ୍ୱର ଆମ୍ଭମାନଙ୍କୁ ଜୀବନ ଦେଲେ
    ଏବଂ ଆମ୍ଭକୁ ଖସିଯିବାକୁ ଅନୁମତି ଦେଇ ନାହାନ୍ତି।
10 ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଲୋକ ବୋଲି ପରୀକ୍ଷା କରିଅଛ।
    ଯେପରି ଅଗ୍ନିରେ ଲୋକମାନେ ରୂପାକୁ ପରୀକ୍ଷା କରନ୍ତି।
11 ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ।
    ତୁମ୍ଭେ ଆମ୍ଭକୁ ଭାରୀ ବୋଝ ଦେଇଅଛ।
12 ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ସେମାନଙ୍କର ଘୋଡ଼ାରେ ଚଢ଼ି ଆମ୍ଭମାନଙ୍କ ମସ୍ତକ ଉପରେ ଯିବାକୁ ଦେଇଛ।
    ତୁମ୍ଭେ ଅଗ୍ନି ଓ ଜଳ ମଧ୍ୟଦେଇ ଗ୍ଭଲିବାକୁ କହିଛ।
    କିନ୍ତୁ ତୁମ୍ଭେ ଆମ୍ଭମାନଙ୍କୁ ସୁରକ୍ଷିତ ସ୍ଥାନକୁ ନେଇ ଆସିଛ।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 25:1-14

ଯିରିମିୟଙ୍କ ପ୍ରଗ୍ଭରର ସାରାଂଶ

25 ବାବିଲର ରାଜା ନବୂଖ‌ଦ୍‌ନିତ୍ସରର ଅଧିକାରର ପ୍ରଥମ ବର୍ଷରେ ଓ ଯୋଶିୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ଅଧିକାରର ଚତୁର୍ଥ ବର୍ଷରେ, ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମିୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା। ଭବିଷ୍ୟ‌ଦ୍‌ବକ୍ତା ଯିରିମିୟ ଯିହୁଦାର ସମସ୍ତ ଲୋକ ଓ ସମସ୍ତ ଯିରୁଶାଲମ ନିବାସୀ ନିକଟରେ ସେହି ବାକ୍ୟ ପ୍ରଗ୍ଭର କରି କହିଲେ,

“ଆମୋନର ପୁତ୍ର ଯିହୁଦାର ରାଜା ଯୋଶିୟର ଅଧିକାରର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ୍ ବର୍ଷକାଳ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହୋଇଅଛି। ଆଉ ମୁଁ ପ୍ରତ୍ୟୁଷରୁ ଉଠି ତାହା ତୁମ୍ଭମାନଙ୍କୁ କହିଅଛି ମାତ୍ର ତୁମ୍ଭେମାନେ ତାହା ଶୁଣି ନାହଁ। ପୁଣି ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ବାରମ୍ବାର ଆପଣାର ସମସ୍ତ ଦାସ ଭବିଷ୍ୟ‌ଦ୍‌ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି। ମାତ୍ର ତୁମ୍ଭେମାନେ ତାହା ଶୁଣି ନାହଁ, କିଅବା ସେ କଥାପ୍ରତି କର୍ଣ୍ଣପାତ କରି ନାହଁ।

ସେହି ଭବିଷ୍ୟ‌ଦ୍‌ବକ୍ତାଗଣ କହିଲେ, “ତୁମ୍ଭେମାନେ ପ୍ରତ୍ୟେକ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଦୁଷ୍ଟ ଆଚରଣରୁ ଫେର। ତାହାହେଲେ ସଦାପ୍ରଭୁ ପୁରାତନ କାଳରୁ ଚିରଦିନ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତାହା ମଧ୍ୟରେ ତୁମ୍ଭେମାନେ ବାସ କରିବ। ଆଉ ଅନ୍ୟ ଦେବଗଣର ପଶ୍ଚା‌‌‌ତ୍‌‌‌ଧାବନ କର ନାହିଁ କିଅବା ସେମାନଙ୍କୁ ସେବା ଓ ପ୍ରଣାମ କର ନାହିଁ। ପୁଣି ଆପଣା ହସ୍ତକୃତ ପ୍ରତିମାଗଣକୁ ପୂଜା କରି ଆମ୍ଭକୁ ବିରକ୍ତ କର ନାହିଁ। ତାହାହେଲେ ଆମ୍ଭେ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବା ନାହିଁ।”

“ତୁମ୍ଭେମାନେ ଆମ୍ଭ କଥାପ୍ରତି ଧ୍ୟାନ ଦେଲ ନାହିଁ।” ତଥାପି ସଦାପ୍ରଭୁ କହନ୍ତି, “ନିଜ ହସ୍ତକୃତ କର୍ମଦ୍ୱାରା ଆମ୍ଭକୁ ବିରକ୍ତ କରିଅଛ। ତେଣୁ ତୁମ୍ଭମାନଙ୍କର ଅମଙ୍ଗଳ ହେବ।”

ତେଣୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆମ୍ଭ ବାକ୍ୟ ପ୍ରତି ଧ୍ୟାନ ଦେଉ ନାହଁ।” ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖ‌ଦ୍‌ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ। 10 ଆଉ ମଧ୍ୟ ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦ, ପ୍ରମୋଦ, ଧ୍ୱନି, ବରକନ୍ୟାଙ୍କର ସୁଖ ଓ ହର୍ଷ ଧ୍ୱନି, ଚକିର ଶବ୍ଦ ଓ ପ୍ରଦୀପର ଆଲୋକ ଦୂର କରିବା। 11 ତହିଁରେ ସମଗ୍ର ଦେଶ ଏକ ଶୂନ୍ୟ ମରୁଭୂମିରେ ପରିଣତ ହେବ ଓ ତାହାର ସମସ୍ତ ଲୋକ ବାବିଲ ରାଜାର ସତୁରି ବର୍ଷ ପର୍ଯ୍ୟନ୍ତ ଦାସ ହୋଇ ରହିବେ।

12 ପୁଣି ସଦାପ୍ରଭୁ କହନ୍ତି, “ସତୁରିବର୍ଷ ଅନ୍ତେ ଆମ୍ଭେ ବାବିଲ ରାଜାକୁ, ସେହି ଗୋଷ୍ଠୀକି ଓ କ‌‌ଲ୍‌‌ଦୀୟମାନଙ୍କ ଦେଶକୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ତାହାକୁ ସଦାକାଳ ଧ୍ୱଂସସ୍ଥାନ କରିବା। 13 ଆଉ ଆମ୍ଭେ ସେହି ଦେଶ ବିରୁଦ୍ଧରେ ଯାହା ଯାହା କହିଅଛୁ, ଆଉ ସକଳ ଗୋଷ୍ଠୀ ବିରୁଦ୍ଧରେ ଯିରିମିୟଙ୍କ ଦ୍ୱାରା ପ୍ରଗ୍ଭରିତ ଯେଉଁ ଭବିଷ୍ୟ‌ଦ୍‌ବାକ୍ୟ ଏହି ପୁସ୍ତକରେ ଲିଖିତ ଅଛି, ଆମ୍ଭର ସେହି ସମସ୍ତ ବାକ୍ୟ ସେହି ଦେଶପ୍ରତି ସଫଳ ହେବ। 14 ଏବଂ ସେମାନେ ବହୁଦେଶର ଓ ମହାନ ରାଜାମାନଙ୍କର କ୍ରୀତଦାସ ହେବେ। ଆଉ ଆମ୍ଭେ ସେମାନଙ୍କ କାର୍ଯ୍ୟକଳାପନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।”

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 1:13-18

13 ମୋ’ଠାରୁ ଶୁଣିଥିବା ସ‌‌ତ୍‌‌‌ଶିକ୍ଷାଗୁଡ଼ିକୁ ପାଳନ କର। ସେହି ଶିକ୍ଷାଗୁଡ଼ିକ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଆମ୍ଭର ବିଶ୍ୱାସ ଓ ପ୍ରେମ। ସେହି ଉପଦେଶଗୁଡ଼ିକ ଉଦାହରଣ ସ୍ୱରୂପ ଅଟେ ଓ ତାହା ଦର୍ଶାଏ ଯେ, ତୁମ୍ଭେ କିପରି ଉପଦେଶ ଦେବା ଉଚିତ୍। 14 ତୁମ୍ଭକୁ ଯେଉଁ ସତ୍ୟ ପ୍ରଦାନ କରାଯାଇଛି, ତାହାକୁ ରକ୍ଷା କର। ପବିତ୍ରଆତ୍ମାର ସାହାଯ୍ୟରେ ସେଗୁଡ଼ିକୁ ରକ୍ଷା କର। ସେହି ପବିତ୍ରଆତ୍ମା ଆମ୍ଭ ଭିତରେ ରହନ୍ତି।

15 ତୁମ୍ଭେ ଜାଣ ଯେ ଏସିଆ [a] ପ୍ରଦେଶର ପ୍ରତ୍ୟେକ ଲୋକ ମୋତେ ପରିତ୍ୟାଗ କରିଛନ୍ତି। ଏପରିକି ଫୁଗେଲ ଓ ହର୍ମଗେନା ମଧ୍ୟ ମୋତେ ଛାଡ଼ିଗଲେ। ମୁଁ ପ୍ରାର୍ଥନା କରେ ଯେ, ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା ଦେଖାନ୍ତୁ। ଅନୀସିଫର ମୋତେ ଅନେକ ଥର ସାହାଯ୍ୟ କରିଛନ୍ତି। 16 ମୁଁ ଜେ‌‌‌‌‌‌‌‌ଲ୍‌‌‌‌‌‌‌ରେ ରହିବା ଦ୍ୱାରା ସେ ଲଜ୍ଜିତ ହୋଇ ନାହାନ୍ତି। 17 ସେ ରୋମକୁ ଯେତେବେଳେ ଆସିଲେ, ମୋତେ ପାଇବା ପର୍ଯ୍ୟନ୍ତ ସେ ଅତି ଯତ୍ନ ସହକାରେ ମୋତେ ଖୋଜି ଥିଲେ। 18 ମୁଁ ପ୍ରଭୁଙ୍କଠାରେ ପ୍ରାର୍ଥନା କରେ ଯେ ସେ ସେହି ମହାଦିନରେ ଅନୀସିଫରକୁ ଦୟା ଦାନ କରନ୍ତୁ। ଅନ୍ୟ ସମସ୍ତଙ୍କ ଅପେକ୍ଷା ତୁମ୍ଭେ ଭଲ ଭାବରେ ଜାଣ ଯେ ଏଫିସଠାରେ ଅନେକ ପ୍ରକାରେ ସେ ମୋତେ ସାହାଯ୍ୟ କରିଛନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center