Revised Common Lectionary (Semicontinuous)
ଅବସନ୍ନକାଳେ ସଦାପ୍ରଭୁଙ୍କ ଛାମୁରେ ଆପଣା ଦୁଃଖ ଜଣାଇବା ବେଳେ ଦୁଃଖୀ ଲୋକର ପ୍ରାର୍ଥନା।
102 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ!
ମୋର ସାହାଯ୍ୟ ପାଇଁ କରୁଥିବା ପ୍ରାର୍ଥନା ଶୁଣ।
2 ହେ ସଦାପ୍ରଭୁ, ମୋର ସଙ୍କଟ କାଳରେ ମୋର ନିକଟରୁ ବିମୁଖ ହୁଅ ନାହିଁ।
ମୋ’ ପ୍ରତି କର୍ଣ୍ଣପାତ କର।
ଯେତେବେଳେ ମୁଁ ସାହାଯ୍ୟ ପାଇଁ ପ୍ରାର୍ଥନା କରେ ଶୀଘ୍ର ମୋତେ ଉତ୍ତର ଦିଅ।
3 ମୋର ଜୀବନ ଧୂଆଁ ପରି କ୍ଷୟ ପାଉଅଛି।
ମୋର ଅସ୍ଥି ନିଆଁ ଖୁଣ୍ଟାପରି ଜଳେ।
4 ମୋର ଶକ୍ତିସବୁ ଶେଷ ହୋଇଯାଇଛି।
ମୁଁ ଯେପରି ଶୁଖିଲା ତୃଣପରି।
ଏପରିକି ମୁଁ ଖାଇବା ପାଇଁ କ୍ଷୁଧା ହରେଇଅଛି।
5 ମୋର ଦୁଃଖ ସକାଶୁ ବର୍ତ୍ତମାନ
ମୁଁ ଖାଲି ଚର୍ମ ଏବଂ ଅସ୍ଥି ହୋଇଛି।
6 ମୁଁ ମରୁଭୂମିର ଏକାକୀ ପେଗ୍ଭ ପରି,
ମୁଁ ଏକ ପେଗ୍ଭ ପରି ନିଃସଙ୍ଗ ଯିଏକି ଏକ ପୁରୁଣା ଧ୍ୱଂସିତ ପରିତ୍ୟକ୍ତ କୋଠାରେ ବାସ କରୁଛି।
7 ଛାତ ଉପରିସ୍ଥ ଏକାକୀ ଘରଚଟିଆ ପରି
ମୁଁ ଶୋଇପାରେ ନାହିଁ।
8 ମୋର ଶତ୍ରୁଗଣ ମୋତେ ସର୍ବଦା ଅପମାନିତ କରନ୍ତି।
ମୋତେ ସେମାନେ ପରିହାସ କରନ୍ତି।
9 ମୋର ଦୁଃଖ ହିଁ ଏକମାତ୍ର ଭୋଜନ।
ମୋର ପେୟଦ୍ରବ୍ୟ ଅଶ୍ରୁଜଳ ସଙ୍ଗେ ମିଶିଅଛି।
10 କାରଣ ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି କୃଦ୍ଧ ହେଲ।
ତୁମ୍ଭେ ମୋତେ ଉପରକୁ ଟେକି ପୁଣି ଦୂରକୁ ଫିଙ୍ଗି ଦେଲ।
11 ମୋର ଜୀବନ ପ୍ରାୟ ଶେଷ ହୋଇଅଛି।
ମୁଁ ବର୍ତ୍ତମାନ ଏକ ଶୁଷ୍କ ଏବଂ ମଲା ଘାସ ପରି, ଶେଷ ଦିନର ଛାଇ ତୁଲ୍ୟ।
12 କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସବୁଦିନ ଶାସନ କର।
ତୁମ୍ଭର ନାମ ଚିରଦିନ ପାଇଁ ଗ୍ଭଲୁ ରହିଥିବ।
13 ତୁମ୍ଭେ ଉଠ ଓ ସିୟୋନକୁ ଦୟା କର।
ସେହି ଯଥାର୍ଥ ସମୟ ଆସିଅଛି।
ଯେତେବେଳେ ତୁମ୍ଭେ ସିୟୋନକୁ ଦୟା କରିବ।
14 ତୁମ୍ଭର ଦାସଗଣ ସିୟୋନର ଶୈଳକୁ ପ୍ରେମ କରନ୍ତି।
ସେମାନେ ଏପରିକି ସହରର ଧୂଳିକି ମଧ୍ୟ ପ୍ରେମ କରନ୍ତି।
15 ଜାତିଗୁଡ଼ିକ ସଦାପ୍ରଭୁଙ୍କ ନାମରେ ଉପାସନା କରିବେ।
ହେ ସଦାପ୍ରଭୁ, ପୃଥିବୀର ସମସ୍ତ ରାଜାଗଣ ତୁମ୍ଭର ମହିମାକୁ ଭୟ କରିବେ।
16 ସଦାପ୍ରଭୁ ସିୟୋନକୁ ପୁନ୍ନରାୟ ତିଆରି କରିବେ।
ଲୋକମାନେ ତାଙ୍କର ମହିମା ପୁନ୍ନରାୟ ଦେଖିବେ।
17 ଯେଉଁମାନେ ଗରିବ ଅବସ୍ଥାରେ ଅଛନ୍ତି, ପରମେଶ୍ୱର ସେମାନଙ୍କର ପ୍ରାର୍ଥନା ଶୁଣିବେ।
ସେ ସେମାନଙ୍କର ବିନତିକୁ ଉପେକ୍ଷା କରିବେ ନାହିଁ।
8 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେମାନେ ଭବିଷ୍ୟଦ୍ବକ୍ତା ଓ ଗଣକମାନଙ୍କ କଥାରେ ଭୁଲ ନାହିଁ। ସେମାନେ ଯେଉଁ ଗୁପ୍ତ ଦର୍ଶନ କଥା କହୁଛନ୍ତି, ତାହା ପ୍ରତି ମନୋଯୋଗ କର ନାହିଁ। 9 ପୁଣି ସେମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି। କିନ୍ତୁ ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ।” ସଦାପ୍ରଭୁ କହନ୍ତି।
10 ତା’ପରେ ସଦାପ୍ରଭୁ କହନ୍ତି, “ମାତ୍ର ବାବିଲରେ ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ପରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା। ତୁମ୍ଭମାନଙ୍କୁ ପୁନର୍ବାର ଯିରୁଶାଲମକୁ ଫେରାଇ ଆଣି ଆମ୍ଭେ ଆପଣା ମଙ୍ଗଳ ବାକ୍ୟ ପୂରଣ କରିବା।” 11 ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପାଇଁ ଆମ୍ଭେ ଯେଉଁ ସଙ୍କଳ୍ପ କରିଅଛୁ ତାହା ମଙ୍ଗଳକର ଅଟେ। ମୁଁ ତୁମ୍ଭମାନଙ୍କର ଭବିଷ୍ୟତ ପୁନଃସ୍ଥାପନ ପାଇଁ ଯୋଜନା କରୁଛି ଏବଂ ତୁମ୍ଭମାନଙ୍କୁ ପୁଣି ନୂଆ ଆଶା ଦେବି। 12 ତେଣୁ ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଆମ୍ଭ ନିକଟରେ ପ୍ରାର୍ଥନା କରିବ। ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରାର୍ଥନା ପ୍ରତି ଧ୍ୟାନ ଦେବା। 13 ପୁଣି ତୁମ୍ଭେମାନେ ଆମ୍ଭକୁ ଅନ୍ୱେଷଣ କରିବ। ଆଉ ସର୍ବାନ୍ତଃକରଣରେ ଯେତେବେଳେ ତୁମ୍ଭେମାନେ ଆମ୍ଭକୁ ଖୋଜିବ ସେତେବେଳେ ଆମ୍ଭକୁ ପାଇବ।” 14 ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା। ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀ ଅବସ୍ଥା ପରିବର୍ତ୍ତନ କରିଥିଲୁ, କିନ୍ତୁ ଆମ୍ଭେ ସେଠାରୁ ତୁମ୍ଭମାନଙ୍କୁ ପୁନଃ ଏକତ୍ରିତ କରିବା।” ପୁଣି ସଦାପ୍ରଭୁ କହନ୍ତି, “ଆମ୍ଭେ ପୁନର୍ବାର ତୁମ୍ଭମାନଙ୍କୁ ନିର୍ବାସନ ସ୍ଥାନରୁ ଫେରାଇ ଆଣିବା।”
15 ତୁମ୍ଭେମାନେ କହିବ, “ସଦାପ୍ରଭୁ ଆମ୍ଭମାନଙ୍କ ନିମନ୍ତେ ବାବିଲକୁ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇ ଅଛନ୍ତି।” 16 ତୁମ୍ଭ ସହିତ ବାବିଲକୁ ବନ୍ଦୀ ହୋଇ ଆସି ନ ଥିବା ତୁମ୍ଭମାନଙ୍କ ଭ୍ରାତୃଗଣ ବିଷୟରେ ଓ ଦାଉଦର ସିଂହାସନରେ ଉପବିଷ୍ଟ ରାଜା ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି। 17 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଯିରୁଶାଲମରେ ଅବଶିଷ୍ଟ ଥିବା ଲୋକମାନଙ୍କ ପାଇଁ ଆମ୍ଭେ ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା। ଆଉ ଘୃଣାଜନକ ଭୋଜନ ଅଯୋଗ୍ୟ ମନ୍ଦ ଡିମ୍ବିରି ଫଳ ତୁଲ୍ୟ ସେମାନଙ୍କୁ କରିବା। 18 ଆମ୍ଭେ ଯିରୁଶାଲମସ୍ଥ ଅବିଷ୍ଟ ଲୋକମାନଙ୍କ ନିମନ୍ତେ ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା। ସେମାନେ ଏକ ବସ୍ତୁ ହେବେ, ଯାହାକୁ କି ଦେଶ ଅଭିଶାପର ବୀଭିଷିକାର ଓ ଶୀସ୍ ଶବ୍ଦର ବସ୍ତୁରୂପେ ବ୍ୟବହାର କରିବ। ଆଉ ସେମାନେ ପୃଥିବୀବାସୀଙ୍କ ନିକଟରେ ଲଜ୍ଜାର ଏକ ବିଷୟ ହେବେ 19 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରଭାତରେ ଉଠି ଆମ୍ଭର ଭବିଷ୍ୟଦ୍ବକ୍ତାଗଣଙ୍କୁ ସେମାନଙ୍କ ନିକଟକୁ ପଠାଇ ଯାହା କହିଲୁ, ସେମାନେ ତାହା ପ୍ରତି କର୍ଣ୍ଣପାତ କଲେ ନାହିଁ।” ପୁଣି ସଦାପ୍ରଭୁ କହନ୍ତି, “ସେମାନଙ୍କ ନିକଟକୁ ବାରମ୍ବାର ଆମ୍ଭର ଦାସକୁ ପଠାଇ ଯାହା କହିଲୁ, ସେମାନେ ଆମ୍ଭର ବାକ୍ୟ ଶୁଣିଲେ ନାହିଁ। 20 ଏଣୁ ଆମ୍ଭଦ୍ୱାରା ଯିରୁଶାଲମରୁ ବାବିଲକୁ ତଡ଼ିତ ନିର୍ବାସିତ ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ।”
21 “କୋଲାୟର ପୁତ୍ର ଆହାବ ଓ ମାସେୟର ପୁତ୍ର ସିଦିକିୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି। ତେଣୁ ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ସେମାନଙ୍କୁ ପଠାଇବୁ। ଆଉ ସେ ସମସ୍ତ ଲୋକଙ୍କ ସମ୍ମୁଖରେ ସେମାନଙ୍କୁ ବଧ କରିବ। 22 ପୁଣି ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ଲୋକଙ୍କ ଅଭିଶାପ କଥା ଉଦାହରଣ ସ୍ୱରୂପ ପ୍ରଗ୍ଭରିତ ହେବ। ସେହି ଲୋକମାନେ କହିବେ, ‘ବାବିଲର ରାଜା ଯେପରି ସିଦିକିୟ ଓ ଆହାବଙ୍କୁ ଅଗ୍ନିରେ ଦଗ୍ଧ କରିଥିଲେ ସଦାପ୍ରଭୁ ସେମାନଙ୍କୁ ସେହିପରି କରନ୍ତୁ।’ 23 ସେମାନେ ଇସ୍ରାଏଲରେ ଅତି ମନ୍ଦ ଆଚରଣ କରିଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀ ସ୍ତ୍ରୀ ସହିତ ବ୍ୟଭିଗ୍ଭର କରିଅଛନ୍ତି। ଆମ୍ଭେ ଆଜ୍ଞା କରି ନାହୁଁ, କିନ୍ତୁ ସେମାନେ ଆମ୍ଭ ନାମରେ ମିଥ୍ୟା କଥା କହି ଅଛନ୍ତି। ସଦାପ୍ରଭୁ କହନ୍ତି, ଆମ୍ଭେ ଏହା ଜାଣୁ ଓ ଆମ୍ଭେ ଏଥିପାଇଁ ସାକ୍ଷୀ ଅଛୁ।”
ପାଉଲଙ୍କର ଆଗ୍ରିପ୍ପାଙ୍କ ଧାରଣା ବଦଳେଇବାର ଚେଷ୍ଟା
24 ପାଉଲ ଆତ୍ମରକ୍ଷା ପାଇଁ ଏହିସବୁ କଥା କହିଲା ବେଳେ, ଫେଷ୍ଟ ଖୁବ୍ ଜୋର୍ରେ କହିଲେ, “ପାଉଲ, ତୁମ୍ଭେ ପାଗଳ। ବହୁତ ପଢ଼ିବା କାରଣରୁ ତୁମ୍ଭେ ପାଗଳ ହୋଇ ଯାଇଛ।”
25 ପାଉଲ ଏହା ଶୁଣି ଉତ୍ତର ଦେଲେ, “ହେ ମହାମାନ୍ୟ ଫେଷ୍ଟ, ମୁଁ ପାଗଳ ନୁହେଁ। ମୋର ସବୁ କଥା ସତ୍ୟ ଓ ଯୁକ୍ତିଯୁକ୍ତ। 26 ରାଜା ଆଗ୍ରିପ୍ପା ଏସବୁ କଥା ଜାଣନ୍ତି। ତାହାଙ୍କୁ ଏହା ସ୍ପଷ୍ଟ ଭାବରେ କହି ପାରିବି, କାରଣ ମୁଁ ଜାଣେ ଯେ, ତାହାଙ୍କ ଦୃଷ୍ଟିରୁ ଏ ସମସ୍ତ ବିଷୟ ବାଦ୍ ଯାଇ ନାହିଁ, ଯେହେତୁ ଏହିସବୁ କୌଣସି ଗୁପ୍ତ ସ୍ଥାନରେ କରାଯାଇ ନାହିଁ। 27 ହେ ରାଜା ଆଗ୍ରିପ୍ପା, ଆପଣ କ’ଣ ଭାବବାଦୀମାନଙ୍କ ଲେଖାରେ ବିଶ୍ୱାସ କରନ୍ତି କି? ମୁଁ ଜାଣେ, ଆପଣ ବିଶ୍ୱାସ କରନ୍ତି।”
28 ଆଗ୍ରିପ୍ପା ପାଉଲଙ୍କୁ କହିଲେ, “ତୁମ୍ଭେ କ’ଣ ଏତେ ସହଜରେ ମୋତେ ଖ୍ରୀଷ୍ଟିୟାନ କରିଦେବ ବୋଲି ଭାବୁଛ?”
29 ପାଉଲ ଉତ୍ତର ଦେଲେ, “ପରମେଶ୍ୱର କରନ୍ତୁ, ଶୀଘ୍ର ବା ବିଳମ୍ବରେ ହେଉ, ଆପଣ ଓ ଅନ୍ୟ ସମସ୍ତେ, ମୋ’ କଥା ଶୁଣି, ପରିତ୍ରାଣ ପାଆନ୍ତୁ ଓ କୌଣସି ବନ୍ଧନ ବିନା ମୋ’ ପରି ହୁଅନ୍ତୁ।”
2010 by World Bible Translation Center