Revised Common Lectionary (Semicontinuous)
ଅବସନ୍ନକାଳେ ସଦାପ୍ରଭୁଙ୍କ ଛାମୁରେ ଆପଣା ଦୁଃଖ ଜଣାଇବା ବେଳେ ଦୁଃଖୀ ଲୋକର ପ୍ରାର୍ଥନା।
102 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ!
ମୋର ସାହାଯ୍ୟ ପାଇଁ କରୁଥିବା ପ୍ରାର୍ଥନା ଶୁଣ।
2 ହେ ସଦାପ୍ରଭୁ, ମୋର ସଙ୍କଟ କାଳରେ ମୋର ନିକଟରୁ ବିମୁଖ ହୁଅ ନାହିଁ।
ମୋ’ ପ୍ରତି କର୍ଣ୍ଣପାତ କର।
ଯେତେବେଳେ ମୁଁ ସାହାଯ୍ୟ ପାଇଁ ପ୍ରାର୍ଥନା କରେ ଶୀଘ୍ର ମୋତେ ଉତ୍ତର ଦିଅ।
3 ମୋର ଜୀବନ ଧୂଆଁ ପରି କ୍ଷୟ ପାଉଅଛି।
ମୋର ଅସ୍ଥି ନିଆଁ ଖୁଣ୍ଟାପରି ଜଳେ।
4 ମୋର ଶକ୍ତିସବୁ ଶେଷ ହୋଇଯାଇଛି।
ମୁଁ ଯେପରି ଶୁଖିଲା ତୃଣପରି।
ଏପରିକି ମୁଁ ଖାଇବା ପାଇଁ କ୍ଷୁଧା ହରେଇଅଛି।
5 ମୋର ଦୁଃଖ ସକାଶୁ ବର୍ତ୍ତମାନ
ମୁଁ ଖାଲି ଚର୍ମ ଏବଂ ଅସ୍ଥି ହୋଇଛି।
6 ମୁଁ ମରୁଭୂମିର ଏକାକୀ ପେଗ୍ଭ ପରି,
ମୁଁ ଏକ ପେଗ୍ଭ ପରି ନିଃସଙ୍ଗ ଯିଏକି ଏକ ପୁରୁଣା ଧ୍ୱଂସିତ ପରିତ୍ୟକ୍ତ କୋଠାରେ ବାସ କରୁଛି।
7 ଛାତ ଉପରିସ୍ଥ ଏକାକୀ ଘରଚଟିଆ ପରି
ମୁଁ ଶୋଇପାରେ ନାହିଁ।
8 ମୋର ଶତ୍ରୁଗଣ ମୋତେ ସର୍ବଦା ଅପମାନିତ କରନ୍ତି।
ମୋତେ ସେମାନେ ପରିହାସ କରନ୍ତି।
9 ମୋର ଦୁଃଖ ହିଁ ଏକମାତ୍ର ଭୋଜନ।
ମୋର ପେୟଦ୍ରବ୍ୟ ଅଶ୍ରୁଜଳ ସଙ୍ଗେ ମିଶିଅଛି।
10 କାରଣ ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି କୃଦ୍ଧ ହେଲ।
ତୁମ୍ଭେ ମୋତେ ଉପରକୁ ଟେକି ପୁଣି ଦୂରକୁ ଫିଙ୍ଗି ଦେଲ।
11 ମୋର ଜୀବନ ପ୍ରାୟ ଶେଷ ହୋଇଅଛି।
ମୁଁ ବର୍ତ୍ତମାନ ଏକ ଶୁଷ୍କ ଏବଂ ମଲା ଘାସ ପରି, ଶେଷ ଦିନର ଛାଇ ତୁଲ୍ୟ।
12 କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସବୁଦିନ ଶାସନ କର।
ତୁମ୍ଭର ନାମ ଚିରଦିନ ପାଇଁ ଗ୍ଭଲୁ ରହିଥିବ।
13 ତୁମ୍ଭେ ଉଠ ଓ ସିୟୋନକୁ ଦୟା କର।
ସେହି ଯଥାର୍ଥ ସମୟ ଆସିଅଛି।
ଯେତେବେଳେ ତୁମ୍ଭେ ସିୟୋନକୁ ଦୟା କରିବ।
14 ତୁମ୍ଭର ଦାସଗଣ ସିୟୋନର ଶୈଳକୁ ପ୍ରେମ କରନ୍ତି।
ସେମାନେ ଏପରିକି ସହରର ଧୂଳିକି ମଧ୍ୟ ପ୍ରେମ କରନ୍ତି।
15 ଜାତିଗୁଡ଼ିକ ସଦାପ୍ରଭୁଙ୍କ ନାମରେ ଉପାସନା କରିବେ।
ହେ ସଦାପ୍ରଭୁ, ପୃଥିବୀର ସମସ୍ତ ରାଜାଗଣ ତୁମ୍ଭର ମହିମାକୁ ଭୟ କରିବେ।
16 ସଦାପ୍ରଭୁ ସିୟୋନକୁ ପୁନ୍ନରାୟ ତିଆରି କରିବେ।
ଲୋକମାନେ ତାଙ୍କର ମହିମା ପୁନ୍ନରାୟ ଦେଖିବେ।
17 ଯେଉଁମାନେ ଗରିବ ଅବସ୍ଥାରେ ଅଛନ୍ତି, ପରମେଶ୍ୱର ସେମାନଙ୍କର ପ୍ରାର୍ଥନା ଶୁଣିବେ।
ସେ ସେମାନଙ୍କର ବିନତିକୁ ଉପେକ୍ଷା କରିବେ ନାହିଁ।
ଶିମିୟିୟଙ୍କ ପ୍ରତି ପରମେଶ୍ୱରଙ୍କ ବାର୍ତ୍ତା
24 ଆଉ ମଧ୍ୟ ତୁମ୍ଭେ ନିହିଲାମୀୟ ବଂଶର ଶମୟିୟଙ୍କୁ ଏହି ବାର୍ତ୍ତା ଦେବ। 25 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହେ ଶମୟିୟ, ତୁମ୍ଭେ ଇସ୍ରାଏଲର ସମସ୍ତ ଲୋକଙ୍କୁ ମାସେୟର ପୁତ୍ର ସିଫନିୟ ଯାଜକକୁ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଅ। 26 ତୁମ୍ଭେ ଏହି ପତ୍ରରେ ଉଲ୍ଲେଖ କଲ ଯେ, ସଦାପ୍ରଭୁ ତୁମ୍ଭକୁ ମନ୍ଦିରର ରକ୍ଷା କରିଥିଲେ, ‘ଯିହୋୟାଦା ଯାଜକ ବଦଳରେ ତୁମ୍ଭକୁ ସଦାପ୍ରଭୁ ଯାଜକ କରିଛନ୍ତି। ଯଦି କେହି ବାତୁଳ ହୋଇ ନିଜକୁ ଭବିଷ୍ୟଦ୍ବକ୍ତା ବୋଲି କହେ, ତେବେ ତୁମ୍ଭେ ତାକୁ ବଡ଼ ହରିକାଠରେ ଏକ ବେଡ଼ିରେ ବାନ୍ଧି ରଖିବ। 27 ସମ୍ପ୍ରତି ଯିରିମିୟ ନିଜକୁ ଭବିଷ୍ୟଦ୍ବକ୍ତା ପରି ଦେଖାଉଅଛି। ତୁମ୍ଭେ କାହିଁକି ତାକୁ ବନ୍ଦୀ ନ କରିବ?’ 28 ଯିରିମିୟ ଆମ୍ଭମାନଙ୍କ ନିକଟକୁ ଏହି ବାର୍ତ୍ତା ଦେଇଅଛି, ତୁମ୍ଭେମାନେ ବାବିଲରେ ଦୀର୍ଘକାଳ ନିର୍ବାସିତ ହୋଇଅଛ। ତେଣୁ ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଉପଭୋଗ କର।’”
29 ଅନନ୍ତର ସିଫନିୟ ଯାଜକ ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ କର୍ଣ୍ଣ ଗୋଚରରେ ଏହି ପତ୍ର ପାଠ କଲା। 30 ତାହାପରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା। 31 “ହେ ଯିରିମିୟ, ତୁମ୍ଭେ ନିର୍ବାସିତ ସମସ୍ତ ଲୋକଙ୍କୁ ଏହି ସମ୍ବାଦ ଦିଅ, ‘ନିହିଲାମୀୟ ଶମୟିୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଶମୟିୟଙ୍କୁ ଭବିଷ୍ୟଦ୍ବକ୍ତା ପ୍ରଗ୍ଭର ପାଇଁ ପଠାଇ ନାହୁଁ। ମାତ୍ର ସେ ମିଥ୍ୟା କହି ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମାଇଅଛି। 32 ତେଣୁ ସଦାପ୍ରଭୁ କହନ୍ତି, “ଆମ୍ଭେ ନିହିଲାମୀୟ ଶମୟିୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା। ଏହି ଲୋକମାନଙ୍କ ମଧ୍ୟରେ ବାସ କରିବାକୁ ତାହାର କେହି ରହିବେ ନାହିଁ। ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ପାଇଁ ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ।’” ଏହା ସଦାପ୍ରଭୁ କହନ୍ତି,“‘ଆମ୍ଭେ ଶମୟିୟକୁ ଦଣ୍ଡ ଦେବା, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।’”
ପରମେଶ୍ୱରଙ୍କ ଯୁଦ୍ଧସାଜ ପିନ୍ଧ
10 ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁହେ, ପ୍ରଭୁଙ୍କଠାରେ ଓ ତାହାଙ୍କର ମହାନ ଶକ୍ତିରେ ବଳବାନ ହୁଅ। 11 ପରମେଶ୍ୱରଙ୍କର ଆତ୍ମରକ୍ଷଣ ଅସ୍ତ୍ର ପିନ୍ଧ। ଏହା ପିନ୍ଧିବା ଦ୍ୱାରା ତୁମ୍ଭେ ଶୟତାନର ମନ୍ଦ ଚତୁରତା ବିରୁଦ୍ଧରେ ସଂଘର୍ଷ କରି ପାରିବ। 12 ଆମ୍ଭର ସଂଘର୍ଷ ଏହି ପୃଥିବୀର ମନୁଷ୍ୟମାନଙ୍କ ବିରୁଦ୍ଧରେ ନୁହେଁ, ମାତ୍ର ପୃଥିବୀସ୍ଥ ଅନ୍ଧକାର ଶକ୍ତି, ପରାକ୍ରମୀ ଅଧିପତି ଓ ଶାସକମାନଙ୍କ ବିରୁଦ୍ଧରେ। ଆକାଶସ୍ଥ ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ ଆମ୍ଭେ ସଂଘର୍ଷ କରୁଛୁ। 13 ସେଥିପାଇଁ ପରମେଶ୍ୱରଙ୍କର ସମ୍ପୂର୍ଣ୍ଣ ଯୁଦ୍ଧସାଜ ତୁମ୍ଭେମାନେ ପିନ୍ଧିବା ଆବଶ୍ୟକ ଅଟେ। ତେବେ ଯାଇ ମନ୍ଦଶକ୍ତିର ରାଜତ୍ୱ ବେଳରେ ତୁମ୍ଭେ ଦୃଢ଼ତା ସହକାରେ ପ୍ରତିରୋଧ କରି ଅଟଳ ହୋଇ ରହିପାରିବ। ପ୍ରତିରୋଧ କରିସାରିଲା ପରେ ମଧ୍ୟ ତୁମ୍ଭେ ଅଟଳ ହୋଇ ରହିବ।
14 ଅତଏବ, ଅଣ୍ଟାରେ ସତ୍ୟର କଟିବନ୍ଧ ବାନ୍ଧି, ବକ୍ଷରେ ଧାର୍ମିକ ଜୀବନର ସୁରକ୍ଷାଯୁକ୍ତ ବୁକୁପଟା ପିନ୍ଧ। 15 ଯେପରି ତୁମ୍ଭେ ଅଟଳ ଭାବରେ ଠିଆ ହୋଇ ରୁହ, ଏଥିପାଇଁ, ପାଦରେ ଶାନ୍ତି ଦାୟକ ସୁସମାଗ୍ଭରର ଜୋତା ପିନ୍ଧ। 16 ଏହା ସହିତ ବିଶ୍ୱାସର ଢାଲ ମଧ୍ୟ ବ୍ୟବହାର କର। ତାହାଦ୍ୱାରା ତୁମ୍ଭେ ଶୟତାନର ସମସ୍ତ ଜ୍ୱଳନ୍ତ ତୀରଗୁଡ଼ିକୁ ଅଟକାଇ ପାରିବ। 17 ପରମେଶ୍ୱର ଦତ୍ତ ପରିତ୍ରାଣକୁ ଶିରସ୍ତ୍ରାଣ ରୂପେ ପବିତ୍ରଆତ୍ମାଙ୍କ ଖଡ଼୍ଗ ଗ୍ରହଣ କର, ସେହି ଖଡ଼୍ଗ ହେଉଛି ପରମେଶ୍ୱରଙ୍କ ଉପଦେଶ। 18 ଆତ୍ମାଙ୍କ ସାହାଯ୍ୟରେ ସର୍ବଦା ପ୍ରାର୍ଥନା କର। ସମସ୍ତ ପ୍ରକାରର ପ୍ରାର୍ଥନା କର। ତୁମ୍ଭର ଯାହାକିଛି ଅଭାବ ଥାଏ ତାହା ପାଇଁ ମାଗ। ପ୍ରାର୍ଥନା କରିବା ନିମନ୍ତେ ସର୍ବଦା ପ୍ରସ୍ତୁତ ରୁହ ଏବଂ ସେଥିରୁ କ୍ଷାନ୍ତ ହୁଅ ନାହିଁ। ପରମେଶ୍ୱରଙ୍କ ସମସ୍ତ ଲୋକଙ୍କ ଲାଗି ପ୍ରାର୍ଥନା କର।
19 ମୋ’ ପାଇଁ ମଧ୍ୟ ପ୍ରାର୍ଥନା କର। ମୁଁ ଯେପରି ନିର୍ଭୟ ହୋଇ, ସୁସମାଗ୍ଭରର ନିଗୂଢ଼ ସତ୍ୟ ପ୍ରକାଶ କରିପାରେ, ସେଥିନିମନ୍ତେ ପରମେଶ୍ୱର ମୋତେ ତାହାଙ୍କର ବାକ୍ୟ ପ୍ରଦାନ କଲେ। 20 ମୋର କାମ ହେଉଛି, ସୁସମାଗ୍ଭର ନିମନ୍ତେ କହିବା। ଏବେ ମୁଁ ତାହା ଏହି ବନ୍ଦୀ ଘରେ ମଧ୍ୟ କରୁଅଛି। ମୋ’ ପାଇଁ ପ୍ରାର୍ଥନା କର ଯେ, ଯେପରିକି ମୁଁ ଯେତେବେଳେ ସୁସମାଗ୍ଭର ପ୍ରଗ୍ଭର କରେ, ସେତେବେଳେ ସମ୍ପୂର୍ଣ୍ଣ ନିର୍ଭୟତାର ସହ ତାହା କରିପାରେ।
2010 by World Bible Translation Center