Revised Common Lectionary (Semicontinuous)
ମେମ୍
97 ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ।
ତାହା ମୁଁ ଦିନସାରା ଭାବେ।
98 ତୁମ୍ଭର ନିର୍ଦ୍ଦେଶ ମୋତେ ମୋର ଶତ୍ରୁମାନଙ୍କଠାରୁ ବୁଦ୍ଧିମାନ୍ କରିଛି।
ତୁମ୍ଭର ନିୟମ ସର୍ବଦା ମୋ’ ସହିତ ଅଛି।
99 ମୋର ସମସ୍ତ ଗୁରୁଙ୍କଠାରୁ ମୁଁ ଅଧିକ ବୁଦ୍ଧିମାନ୍।
କାରଣ ମୁଁ ତୁମ୍ଭର ବାକ୍ୟସବୁ ଶିକ୍ଷା କରେ।
100 ମୁଁ ପ୍ରାଚୀନବର୍ଗମାନଙ୍କଠାରୁ ଅଧିକ ବୁଝେ।
କାରଣ ମୁଁ ତୁମ୍ଭର ନିର୍ଦ୍ଦେଶ ରକ୍ଷା କରେ।
101 ସଦାପ୍ରଭୁ, ପ୍ରତ୍ୟେକ କୁପଥଠାରୁ ମୁଁ ଦୂରେଇ ରହିବି,
ଯେପରିକି ମୁଁ ତୁମ୍ଭର ବାକ୍ୟ ରକ୍ଷା କରି ପାରିବି।
102 ସଦାପ୍ରଭୁ ମୁଁ ତୁମ୍ଭର ଶାସନରୁ ଫେରି ନାହିଁ,
କାରଣ ତୁମ୍ଭେ ନିଜେ ମୋତେ ଶିକ୍ଷା ଦେଇଅଛ।
103 ତୁମ୍ଭର ପ୍ରତିଜ୍ଞା ସର୍ବଦା ମୋ’ ପାଟିକୁ
ମହୁଠାରୁ ଅଧିକ ମଧୁର ଲାଗେ।
104 ତୁମ୍ଭର ଶିକ୍ଷା ମୋତେ ବୁଦ୍ଧିମାନ କରେ।
ତେଣୁ ମୁଁ ସବୁ ମିଥ୍ୟା ଶିକ୍ଷାକୁ ଘୃଣା କରେ।
15 ପୁଣି ସଦାପ୍ରଭୁ ଏହି କଥା କହନ୍ତି,
“ରାମାରେ କୋଳାହଳ
ଓ ଅତି କରୁଣ ଚିତ୍କାର ଶୁଣାଯିବ।
ରାହେଲ ଆପଣା ପୁତ୍ରମାନଙ୍କ ପାଇଁ ରୋଦନ କରିବ।
ସେ ତା’ର ସନ୍ତାନମାନଙ୍କ ବିଷୟରେ ସାନ୍ତ୍ୱନାବାଣୀ ଶୁଣିବ ନାହିଁ,
କାରଣ ସେମାନେ ମୃତ।”
16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ କ୍ରନ୍ଦନରୁ ନିବୃତ୍ତ ହୁଅ
ଓ ଚକ୍ଷୁରୁ ଲୋତକ ବନ୍ଦ କର।
କାରଣ ତୁମ୍ଭେ ତୁମ୍ଭର କର୍ମାନୁସାରେ ପୁରସ୍କୃତ ହେବ।”
ଆଉ ସଦାପ୍ରଭୁ କହନ୍ତି,
“ତୁମ୍ଭେମାନେ ଶତ୍ରୁ ଦେଶରୁ ଫେରି ଆସିବ।
17 ତୁମ୍ଭ ଅନ୍ତିମକାଳ ବିଷୟରେ ପ୍ରତ୍ୟାଶ ଅଛି।”
ସଦାପ୍ରଭୁ କହନ୍ତି,
ଆଉ “ତୁମ୍ଭର ସନ୍ତାନଗଣ ପୁନର୍ବାର ଆପଣା ଦେଶକୁ ଫେରି ଆସିବେ।
18 ମୁଁ ପ୍ରକୃତରେ ଇଫ୍ରୟିମର କ୍ରନ୍ଦନ ଶୁଣିଅଛି।
ସେ କାନ୍ଦିକରି ଏହି କଥା କହୁଛି, ‘ହେ ସଦାପ୍ରଭୁ, ତୁମ୍ଭେ ମୋତେ ଶାସ୍ତି ଦେଇଅଛ।
ମୁଁ ପ୍ରକୃତ ଶିକ୍ଷା ପାଇଛି।
ମୁଁ ଏକ ବନ୍ୟପଶୁ ସଦୃଶ ଥିଲି।
ମୋତେ ତୁମ୍ଭ ନିକଟକୁ ଫେରିବାକୁ ଦିଅ,
କାରଣ ତୁମ୍ଭେ ସଦାପ୍ରଭୁ ମୋର ପରମେଶ୍ୱର।
19 ହେ ସଦାପ୍ରଭୁ, ମୁଁ ଫେରିଲା ପରେ ଅନୁତପ୍ତ ହେଲି।
ଶିକ୍ଷା ପାଇଁ ଦୁଃଖରେ ଆପଣା ଊରୁଦେଶକୁ
ଆଘାତ କଲି।
ମୁଁ ଆପଣା ଯୌବନ କାଳରେ ମନ୍ଦାଗ୍ଭର ଯୋଗୁଁ
ଲଜ୍ଜିତ ଓ ବ୍ୟାକୁଳ ହେଲି।’”
20 ପରମେଶ୍ୱର କହନ୍ତି, “ଇଫ୍ରୟିମ ଆମ୍ଭର ପ୍ରିୟ ପୁତ୍ର।
ଆମ୍ଭେ ତାହାକୁ ପ୍ରେମ କରୁ।
ଯଦିଓ ଆମ୍ଭେ ତାହାକୁ ସମାଲୋଚନା କରୁ ଓ ତା’ ବିରୁଦ୍ଧରେ ଯାଉ,
ତଥାପି ଆମ୍ଭେ ତାହାକୁ ସ୍ମରଣ କରୁ।
ଏଣୁ ତା’ ପାଇଁ ଆମ୍ଭର ପ୍ରାଣ ବ୍ୟାକୁଳ ହୁଏ।
ଆମ୍ଭେ ପ୍ରକୃତରେ ତାକୁ ଦୟା କରିବା।”
ଏହା ସଦାପ୍ରଭୁ କହନ୍ତି।
21 “ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥଚିହ୍ନ ରଖ
ଓ ପଥ ପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର।
ଯେଉଁ ରାଜପଥରେ ତୁମ୍ଭେ ଗମନ କରିଥିଲ
ସେହି ପଥରେ ମନୋନିବେଶ କର।
ହେ ଇସ୍ରାଏଲ କୁମାରୀ, ଫେରି ଆସ,
ତୁମ୍ଭର ନଗରଗୁଡ଼ିକୁ ଫେରି ଆସ।
22 ହେ ଅବିଶ୍ୱସ୍ତା କନ୍ୟା,
ତୁମ୍ଭେ କେତେକାଳ ଏଣେତେଣେ ଭ୍ରମଣ କରିବ?
“କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି,
ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।”
23 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହନ୍ତି, “ଆମ୍ଭେ ପୁନର୍ବାର ଯିହୁଦାର ଲୋକମାନଙ୍କର ମଙ୍ଗଳ କରିବା। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱରୁ ମୁକ୍ତ କରିବା। ଯିହୁଦା ଦେଶରେ ଓ ତାହାର ନଗର ସକଳରେ ସେମାନେ ପୁନର୍ବାର ଏହା ବ୍ୟବହାର କରିବେ। ‘ହେ ଧାର୍ମିକମାନଙ୍କର ବାସସ୍ଥାନ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।’
24 “ପୁଣି ଯିହୁଦା ଓ ତାହାର ନଗର ସବୁରେ କୃଷକମାନେ ଓ ପଲ ନେଇ ଭ୍ରମଣକାରୀମାନେ ଏକତ୍ର ଶାନ୍ତିରେ ବାସ କରିବେ। 25 କାରଣ ଆମ୍ଭେ କ୍ଳାନ୍ତ ଓ ଦୁର୍ବଳ ପ୍ରାଣକୁ ବିଶ୍ରାମ ଓ ଶକ୍ତି ପ୍ରଦାନ କରିବା।”
26 ଏହା ଶୁଣିଲା ଉତ୍ତାରେ, ମୁଁ ସୁଖଦାୟକ ନିଦ୍ରାରୁ ଜାଗ୍ରତ ହୋଇ ଗ୍ଭରିଆଡ଼କୁ ଗ୍ଭହିଁଲି।
ଯୀଶୁ ଜଣେ ଅନ୍ଧକୁ ଚକ୍ଷୁଦାନ କଲେ(A)
46 ତା’ପରେ ସେମାନେ ଯିରୀହୋକୁ ଆସିଲେ। ଯୀଶୁ ତାହାଙ୍କ ଶିଷ୍ୟ ଓ ଅନେକ ଲୋକଙ୍କ ସହିତ ସେହି ସହର ଛାଡ଼ିଯିବା ସମୟରେ ଟୀମାୟର ପୁଅ ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକାରୀ ରାସ୍ତା କଡ଼ରେ ବସିଥିଲା। ସେ ସଦାବାଳେ ଲୋକଙ୍କୁ ଭିକ ମାଗୁଥିଲା। 47 ସେ ଶୁଣିଲା ଯେ, ନାଜରିତୀୟ ଯୀଶୁ ସେହି ବାଟ ଦେଇ ଯାଉଛନ୍ତି। ସେ ଚିତ୍କାର କରି କହିଲା, “ହେ ଦାଉଦଙ୍କ ପୁତ୍ର ଯୀଶୁ: ମୋ’ ଉପରେ କୃପାକର।”
48 ଅନେକ ଲୋକ ତାକୁ ତୁନି ହେବା ପାଇଁ ଧମକ ଦେଲେ। କିନ୍ତୁ ସେହି ଅନ୍ଧ ଭିକାରୀଟି ଅଧିକରୁ ଅଧିକ ଚିତ୍କାର କରି କହିଲା, “ହେ ଦାଉଦଙ୍କ ପୁତ୍ର ଯୀଶୁ, ମୋ’ ଉପରେ କୃପାକର।”
49 ଯୀଶୁ ଅଟକି ଗଲେ ଓ କହିଲେ, “ତାହାକୁ କୁହ ମୋ’ ପାଖକୁ ଆସୁ।”
ଲୋକମାନେ ଅନ୍ଧ ଲୋକଟିକୁ ଡାକି କହିଲେ, “ସାହସ ଧର, ଉଠ। ଯୀଶୁ ତୁମ୍ଭକୁ ଡାକୁଛନ୍ତି।” 50 ଅନ୍ଧ ଲୋକଟି ତତ୍କ୍ଷଣାତ୍ ତା’ର ଗ୍ଭଦରଟି ଫିଙ୍ଗିଦେଲା ଓ ଡେଇଁ ପଡ଼ିଲା। ସେ ଯୀଶୁଙ୍କ ନିକଟକୁ ଆସିଲା।
51 ଯୀଶୁ ଅନ୍ଧ ଲୋକଟିକୁ ପଗ୍ଭରିଲେ, “ମୁଁ ତୁମ୍ଭ ପାଇଁ କ’ଣ କରିବି ବୋଲି ତୁମ୍ଭେ ଗ୍ଭହୁଁଛ?”
ଅନ୍ଧଟି ଉତ୍ତର ଦେଲୋ, “ଗୁରୁ, ମୁଁ ଦେଖିବାକୁ ଗ୍ଭହୁଁଛି।”
52 ଯୀଶୁ କହିଲେ, “ଯାଅ, ତୁମ୍ଭେ ଭଲ ହୋଇଗଲ, କାରଣ ତୁମ୍ଭେ ବିଶ୍ୱାସ କଲ।” ତା’ପରେ ଲୋକଟି ସବୁକିଛି ଦେଖି ପାରିଲା ଓ ସେ ପଥରେ ଯୀଶୁଙ୍କୁ ଅନୁସରଣ କଲା।
2010 by World Bible Translation Center