Revised Common Lectionary (Semicontinuous)
27 ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଛି ଆମ୍ଭେ ଇସ୍ରାଏଲ ଓ ଯିହୁଦାର ଲୋକମାନଙ୍କର ଯତ୍ନ ନେବା। ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପଶୁମାନଙ୍କୁ ଦ୍ୱିଗୁଣିତ କରିବା। 28 ଅତୀତରେ ଆମ୍ଭେ ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ, ବିନାଶ ଓ କ୍ଳେଶ ଦେଇଥିଲୁ। ମାତ୍ର ବର୍ତ୍ତମାନ ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା। ଆଉ ସେମାନଙ୍କର ଯତ୍ନ ନେଇ ସେମାନଙ୍କୁ ଶକ୍ତିଶାଳୀ କରିବା।” ଏହା ସଦାପ୍ରଭୁ କହନ୍ତି।
29 “ଲୋକେ ଆଉ ଏପରି କଥା କେବେ କହିବେ ନାହିଁ ଯେ:
‘ପିତୃଗଣ ଅମ୍ଳ ଦ୍ରାକ୍ଷା ଫଳ ଖାଇଲେ,
ସନ୍ତାନଗଣର ଦାନ୍ତ ଖଟା ହେବ।’
30 ସଦାପ୍ରଭୁ କହନ୍ତି, ପ୍ରତ୍ୟେକ ଲୋକ ନିଜର ପାପ ଯୋଗୁଁ ମରିବେ। କାରଣ ଅମ୍ଳ ଦ୍ରାକ୍ଷା ଫଳ ଖାଇବା ଲୋକର ଦାନ୍ତ କେବଳ ଖଟା ହେବ।”
ନୂତନ ନିୟମ
31 ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଛି ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା। 32 ଏହି ନିୟମ ସେମାନଙ୍କ ପୂର୍ବପୁରୁଷଗଣଙ୍କ ସହ ହୋଇଥିବା ନିୟମ ପରି ହେବ ନାହିଁ। ସେତେବେଳେ ଆମ୍ଭେ ସେମାନଙ୍କୁ ହସ୍ତ ଧରି ମିଶର ଦେଶରୁ ବାହାର କରି ଆଣିବା ବେଳେ ସେ ନିୟମ ସ୍ଥାପନ କରିଥିଲୁ। ସଦାପ୍ରଭୁ କହିଥିଲେ, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।”
33 ମାତ୍ର ସଦାପ୍ରଭୁ କହନ୍ତି, “ଭବିଷ୍ୟତରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା। ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ। 34 ପରମେଶ୍ୱରଙ୍କୁ ଜାଣିବାକୁ ସେମାନେ ଆପଣା ଆପଣା ପ୍ରତିବାସୀଙ୍କୁ ଓ ଭ୍ରାତାଙ୍କୁ ଶିକ୍ଷା ଦେବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ଛୋଟଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜାଣିବେ। ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆଉ ସ୍ମରଣ କରିବା ନାହିଁ।”
ମେମ୍
97 ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ।
ତାହା ମୁଁ ଦିନସାରା ଭାବେ।
98 ତୁମ୍ଭର ନିର୍ଦ୍ଦେଶ ମୋତେ ମୋର ଶତ୍ରୁମାନଙ୍କଠାରୁ ବୁଦ୍ଧିମାନ୍ କରିଛି।
ତୁମ୍ଭର ନିୟମ ସର୍ବଦା ମୋ’ ସହିତ ଅଛି।
99 ମୋର ସମସ୍ତ ଗୁରୁଙ୍କଠାରୁ ମୁଁ ଅଧିକ ବୁଦ୍ଧିମାନ୍।
କାରଣ ମୁଁ ତୁମ୍ଭର ବାକ୍ୟସବୁ ଶିକ୍ଷା କରେ।
100 ମୁଁ ପ୍ରାଚୀନବର୍ଗମାନଙ୍କଠାରୁ ଅଧିକ ବୁଝେ।
କାରଣ ମୁଁ ତୁମ୍ଭର ନିର୍ଦ୍ଦେଶ ରକ୍ଷା କରେ।
101 ସଦାପ୍ରଭୁ, ପ୍ରତ୍ୟେକ କୁପଥଠାରୁ ମୁଁ ଦୂରେଇ ରହିବି,
ଯେପରିକି ମୁଁ ତୁମ୍ଭର ବାକ୍ୟ ରକ୍ଷା କରି ପାରିବି।
102 ସଦାପ୍ରଭୁ ମୁଁ ତୁମ୍ଭର ଶାସନରୁ ଫେରି ନାହିଁ,
କାରଣ ତୁମ୍ଭେ ନିଜେ ମୋତେ ଶିକ୍ଷା ଦେଇଅଛ।
103 ତୁମ୍ଭର ପ୍ରତିଜ୍ଞା ସର୍ବଦା ମୋ’ ପାଟିକୁ
ମହୁଠାରୁ ଅଧିକ ମଧୁର ଲାଗେ।
104 ତୁମ୍ଭର ଶିକ୍ଷା ମୋତେ ବୁଦ୍ଧିମାନ କରେ।
ତେଣୁ ମୁଁ ସବୁ ମିଥ୍ୟା ଶିକ୍ଷାକୁ ଘୃଣା କରେ।
14 କିନ୍ତୁ ତୁମ୍ଭେ ଯେଉଁ ଉପଦେଶ ଶିଖିଛ, ସେଗୁଡ଼ିକୁ ପାଳନ କରି ଗ୍ଭଲ। ତୁମ୍ଭେ ଜାଣ ଯେ ସେହି ଶିକ୍ଷାଗୁଡ଼ିକ ସତ୍ୟ। ଯେଉଁମାନେ ସେହି ଶିକ୍ଷାଗୁଡ଼ିକ ପ୍ରଦାନ କଲେ ତାହାଙ୍କୁ ତୁମ୍ଭେ ବିଶ୍ୱାସ କରି ପାରିବ। 15 ପିଲାବେଳୁ ତୁମ୍ଭେ ପବିତ୍ର ଶାସ୍ତ୍ରଗୁଡ଼ିକୁ ଜାଣିଛ। ସେହି ଶାସ୍ତ୍ରଗୁଡ଼ିକ ତୁମ୍ଭକୁ ଜ୍ଞାନୀ କରି ପାରିବ ଓ ସେହି ଜ୍ଞାନ ଖ୍ରୀଷ୍ଟ ଯୀଶୁଙ୍କ ପ୍ରତି ବିଶ୍ୱାସ ମାଧ୍ୟମରେ ମୁକ୍ତି ଆଡ଼କୁ ଆଗେଇନେବ। 16 ସବୁ ଶାସ୍ତ୍ର ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଛି। ଏବଂ ତୃଟି ପ୍ରକାଶ କରିବା ପାଇଁ, ଭୁଲ୍ ସଂଶୋଧନ କରିବା ପାଇଁ, ଠିକ୍ ଭାବରେ ଜୀବନ ଧାରଣ କରିବାକୁ ଶିଖାଇବା ପାଇଁ ଏହା ଉପଯୋଗୀ ଅଟେ। 17 ପରମେଶ୍ୱରଙ୍କ ସେବକ, ଶାସ୍ତ୍ରଗୁଡ଼ିକର ବ୍ୟବହାର ଦ୍ୱାରା ସମସ୍ତ ଉତ୍ତମ କାର୍ଯ୍ୟ କରିବା ନିମନ୍ତେ ସକ୍ଷମ ହେବ ଓ ତା’ର ପ୍ରତ୍ୟେକ ଆବଶ୍ୟକ ବିଷୟ ପାଇବ।
4 ପରମେଶ୍ୱର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗରେ ମୁଁ ତୁମ୍ଭକୁ ଗୋଟିଏ ଆଦେଶ ଦେଉଛି। ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତଉଭୟ ଲୋକମାନଙ୍କର ବିଗ୍ଭର କରିବେ। ଯୀଶୁଙ୍କର ଗୋଟିଏ ରାଜ୍ୟ ଅଛି ଓ ସେ ଆଉଥରେ ଆସୁଛନ୍ତି। ଅତଏବ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। 2 ଲୋକମାନଙ୍କୁ ସୁସମାଗ୍ଭର ପ୍ରଗ୍ଭର କର। ସବୁବେଳେ ପ୍ରସ୍ତୁତ ରୁହ। ଲୋକମାନଙ୍କୁ କୁହ ଯେ ସେମାନେ କ’ଣ କରିବା ଉଚିତ୍, ସେମାନେ ଭୁଲ୍ କଲାବେଳେ ସେମାନଙ୍କୁ ଅନୁଯୋଗ କର ଓ ସେମାନଙ୍କୁ ଉତ୍ସାହ ଦିଅ। ଅତି ଧୈର୍ଯ୍ୟ ସହକାରେ ଓ ଯତ୍ନପୂର୍ବକ ଶିକ୍ଷା ଦ୍ୱାରା ଏହି ସମସ୍ତ ବିଷୟ କର।
3 ସମୟ ଆସୁଛି, ଯେତେବେଳେ ଲୋକେ ସତ୍ଶିକ୍ଷା ଶୁଣିବେ ନାହିଁ। କିନ୍ତୁ ଲୋକେ ଅଧିକରୁ ଅଧିକ ନିଜ ମନ ପସନ୍ଦ ଶିକ୍ଷା ସେମାନଙ୍କଠାରୁ ସଂଗ୍ରହ କରିବେ, ଯେଉଁମାନେ ସେମାନଙ୍କୁ ସନ୍ତୁଷ୍ଟ କଲାଭଳି କଥା କହିବେ। 4 ଲୋକେ ସତକଥା ଶୁଣିବା ବନ୍ଦ କରିଦେବେ। ମିଛ କାହାଣୀର ଶିକ୍ଷାଗୁଡ଼ିକ ଅନୁସରଣ କରିବାକୁ ସେମାନେ ଆରମ୍ଭ କରିବେ। 5 କିନ୍ତୁ ତୁମ୍ଭେ ସର୍ବଦା ନିଜକୁ ସଂଯମ କର। କ୍ଳେଶ ଆସିଲେ ସେଗୁଡ଼ିକୁ ଗ୍ରହଣ କର। ସୁସମାଗ୍ଭର ପ୍ରଗ୍ଭର କାମ କରି ଗ୍ଭଲିଥାଅ। ପରମେଶ୍ୱରଙ୍କ ଜଣେ ସେବକ ଭାବରେ ସମସ୍ତ କର୍ତ୍ତବ୍ୟ କରୁଥାଅ।
ପରମେଶ୍ୱର ତାଙ୍କ ଲୋକଙ୍କୁ ଉତ୍ତର ଦେବେ
18 ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ଉପଦେଶ ଦେଉଥିଲେ ଯେ, ସେମାନେ ସଦାବାଳେ ପ୍ରାର୍ଥନା କରିବା ଉଚିତ୍। ଏବଂ କେବେ ହେଲେ ଭରସା ହରେଇବା ଉଚିତ୍ ନୁହେଁ। ଯୀଶୁ ସେମାନଙ୍କୁ ଉପଦେଶ ଦେବା ପାଇଁ ଏହି ଦୃଷ୍ଟାନ୍ତ କହିଲେ, 2 “ଥରେ ଗୋଟିଏ ନଗରରେ ଜଣେ ବିଗ୍ଭରପତି ଥିଲା। ପରମେଶ୍ୱରଙ୍କୁ ତାହାଙ୍କର ଡର ନ ଥିଲା କି ଲୋକମାନେ ତାହାଙ୍କ ବିଷୟରେ କ’ଣ ଭାବୁଛନ୍ତି, ସେଥିପ୍ରତି ଖାତିରି କରୁ ନ ଥିଲେ। 3 ସେହି ନଗରରେ ଗୋଟିଏ ସ୍ତ୍ରୀଲୋକ ଥିଲା। ତା’ର ସ୍ୱାମୀ ମରି ଯାଇଥିଲା। ସେ ସ୍ତ୍ରୀଲୋକଟି ଏହି ବିଗ୍ଭରପତିଙ୍କ ନିକଟକୁ ବହୁତ ଥର ଆସୁଥିଲା ସେ ବିଗ୍ଭରପତିଙ୍କୁ କହୁଥିଲା, ‘ଗୋଟିଏ ଲୋକ ମୋ’ ପ୍ରତି ଅନ୍ୟାୟ କରୁଛି। ତୁମ୍ଭେ ମୋତେ ମୋ’ ନ୍ୟାୟ ଅଧିକାର ଦିଅ।’ 4 କିନ୍ତୁ ବିଗ୍ଭରପତି ସ୍ତ୍ରୀଲୋକଟିକୁ ସାହାଯ୍ୟ କରିବାକୁ ଇଚ୍ଛା କରି ନ ଥିଲେ। କେତେ ସମୟ ପରେ ବିଗ୍ଭରପତି ଜଣକ ମନେ ମନେ ଭାବିଲେ, ‘ମୁଁ ପରମେଶ୍ୱରଙ୍କୁ ଡରୁ ନାହିଁ କି ଲୋକମାନେ ମୋ’ ବିଷୟରେ କ’ଣ ଭାବୁଛନ୍ତି, ସେଥିପ୍ରତି ଖାତିରି ବି କରୁ ନାହିଁ। 5 କିନ୍ତୁ ଏହି ସ୍ତ୍ରୀଲୋକଟି ମୋତେ ସବୁବେଳେ ବ୍ୟସ୍ତ କରି ପକାଉଛି। ମୁଁ ତାକୁ ନ୍ୟାୟ ଅଧିକାର ଦେଇଦେଲେ ସେ ମୋ’ ପିଛା ଛାଡ଼ିଦେବ। ନଚେତ ସେ ମୋତେ ହଇକାଣ କରୁଥିବ।’”
6 ପ୍ରଭୁ! କହିଲେ, “ଶୁଣ, ସେହି ଦୁଷ୍ଟ ବିଗ୍ଭରପତି ଜଣକ ଯାହା କହିଲେ, ସେ କଥାର ଗୋଟିଏ ଅର୍ଥ ଅଛି। 7 ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ପାଟି କରି ଡାକୁଥା’ନ୍ତି। ଯାହା ଠିକ୍, ତାହା ପରମେଶ୍ୱର ତାହାଙ୍କ ଲୋକଙ୍କୁ ସଦାବେଳେ ଦେଇଥା’ନ୍ତି। ନିଜ ଲୋକଙ୍କୁ ଉତ୍ତର ଦେବାରେ ପରମେଶ୍ୱର ଆଦୌ ବିଳମ୍ବ କରିବେ ନାହିଁ। 8 ମୁଁ ତୁମ୍ଭକୁ କହୁଛି। ଅତି ଶୀଘ୍ର ପରମେଶ୍ୱର ତାହାଙ୍କ ଲୋକଙ୍କୁ ସାହାଯ୍ୟ କରିବେ। କିନ୍ତୁ ମନୁଷ୍ୟପୁତ୍ର ପୁଣି ଥରେ ଫେରି ଆସିବା ପରେ ସେ ଏ ପୃଥିବୀରେ ତାହାଙ୍କର ବିଶ୍ୱାସୀମାନଙ୍କୁ ପାଇ ପାରିବେ କି?”
2010 by World Bible Translation Center