Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 87

କୋରହ ସନ୍ତାନଗଣର ଏକ ଗୀତ।

87 ପରମେଶ୍ୱର ଯିରୁଶାଲମ ପର୍ବତ ଉପରେ ତାଙ୍କର ମନ୍ଦିର ପ୍ରତିଷ୍ଠା କଲେ।
    ସଦାପ୍ରଭୁ ଇସ୍ରାଏଲର ସମସ୍ତ ସ୍ଥାନ ଅପେକ୍ଷା ସିୟୋନର ଦ୍ୱାର ସମୂହକୁ ଅଧିକ ସ୍ନେହ କରନ୍ତି।
ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ଲୋକମାନେ ନାନାବିଧ ଗୌରବର କଥା କୁହନ୍ତି।

4-6 ପରମେଶ୍ୱର ତାଙ୍କର ଲୋକମାନଙ୍କର ଏକ ତାଲିକା ରଖିଛନ୍ତି।
    “ସେ ଜାଣନ୍ତି ତାଙ୍କର ପ୍ରତ୍ୟେକ ଲୋକ କେଉଁଠାରେ ଜନ୍ମ ହୋଇଥିଲେ।”
ସେହିମାନଙ୍କ ମଧ୍ୟରୁ ଯେଉଁମାନେ ତାଙ୍କର ସେବା କରନ୍ତି, ସେମାନେ ମିଶର ଓ ବାବିଲରେ ବାସ କରନ୍ତି।
    “ସେମାନଙ୍କ ମଧ୍ୟରୁ କେତେକ ପଲେଷ୍ଟୀୟରେ, ସୋରରେ ଓ ଇଥିଓପିଆରେ ବାସ କରନ୍ତି।”
    ଆଉ ସିୟୋନ ସେମାନଙ୍କର ସମସ୍ତ ନାମକୁ ଜାଣନ୍ତି ପ୍ରତ୍ୟେକ ସେଠାରେ ଜନ୍ମ ହୋଇଥିଲେ।

ସେହି ପର୍ବରେ ନର୍ତ୍ତକ ଓ ଗାୟକ କହିବେ।
    “ସମସ୍ତେ ଭଲ ଜିନିଷ ତୁମ୍ଭ ମଧ୍ୟରୁ ଆସେ।”

ଯୋୟେଲ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 3:9-16

ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ

ତୁମ୍ଭମାନଙ୍କ ରାଜ୍ୟ ମଧ୍ୟରେ ଏହା ଘୋଷଣା କର।
    ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ।
ସମସ୍ତ ଯୋଦ୍ଧାମାନେ ଜାଗ୍ରତ ହୁଅ।
    ଯୁଦ୍ଧର ସମସ୍ତ ଲୋକମାନଙ୍କୁ ଜାଗ୍ରତ ହେବାକୁ ଡାକ
    ଏବଂ ଯୁଦ୍ଧ ଭୂମିରେ ସମ୍ମୁଖୀନ ହୁଅ।
10 ତୁମ୍ଭର ଲଙ୍ଗଳର ଲୁହାକୁ ଭାଙ୍ଗି ‌‌ଖ‌ଡ଼୍‌ଗ ତିଆରି କର।
    ନିଜ ନିଜର ଦାଆକୁ ଭାଙ୍ଗି ବର୍ଚ୍ଛା ତିଆରି କର।
ଦୁର୍ବଳ ଲୋକ କହୁ,
    “ମୁଁ ବଳବାନ”
11 ହେ ସବୁ ରାଜ୍ୟ! ଚଞ୍ଚଳ ହୁଅ।
    ଗୋଟିଏ ସ୍ଥାନରେ ଏକତ୍ରିତ ହୁଅ।
    ହେ! ପରମେଶ୍ୱର! ଆପଣଙ୍କର ଶକ୍ତିଶାଳୀ ବୀରମାନଙ୍କୁ ନେଇ ଆସନ୍ତୁ।
12 ହେ, ରାଜ୍ୟବାସୀ! ଜାଗ୍ରତ ହୁଅ,
    ଯିହୋଶାଫଟର ଉପତ୍ୟକାକୁ ଆସ
କାରଣ ସେହି ସ୍ଥାନରେ ଆମ୍ଭେ ଇସ୍ରାଏଲର ଚତୁର୍ପାର୍ଶ୍ୱରେ ଥିବା
    ରାଜ୍ୟମାନଙ୍କର ବିଗ୍ଭର କରିବା ପାଇଁ ଫେରି ଆସିବା।
13 ଦାଆ ଆଣ,
    କାରଣ ଶସ୍ୟ ପାଚିଅଛି।
ଆସ, ଅଙ୍ଗୁର ଲତା ଉପରେ ଗ୍ଭଲ।
    କାରଣ ଦ୍ରାକ୍ଷାରସ ପରିପୂର୍ଣ୍ଣ ହୋଇଅଛି।
କୁଣ୍ତଗୁଡ଼ିକ ଉଚ୍ଛୁଳି ପଡ଼ୁଛି,
    କାରଣ ସେମାନଙ୍କର ମନ୍ଦ କର୍ମ ବହୁତ ଅଧିକ।

14 ଦଣ୍ତ ବିଗ୍ଭର ଉପତ୍ୟକାରେ ଲୋକାରଣ୍ୟ।
    ସଦାପ୍ରଭୁଙ୍କର ବିଶେଷ ବିଗ୍ଭରଦିନ ନିକଟବର୍ତ୍ତୀ।
15 ସୂର୍ଯ୍ୟ ଚନ୍ଦ୍ର ଅନ୍ଧକାରମୟ ହେବ
    ଏବଂ ତାରକାଗଣ କିରଣ ଦେବା ବନ୍ଦ କରି ଦେବେ।
16 ପୁଣି ସଦାପ୍ରଭୁ ପରମେଶ୍ୱର ସିୟୋନରୁ ଚିତ୍କାର କରିବେ,
ସେ ଯିରୁଶାଲମରୁ ମଧ୍ୟ ଚିତ୍କାର କରିବେ।
    ସେହି ଚିତ୍କାରରେ ଆକାଶ ଓ ପୃଥିବୀ ଥରି ଉଠିବ।
ମାତ୍ର ସଦାପ୍ରଭୁ ପରମେଶ୍ୱର ତାଙ୍କ ସନ୍ତାନଗଣଙ୍କ ପାଇଁ
    ନିରାପଦ ସ୍ଥାନ ହେବ।
ସେ ମଧ୍ୟ ଇସ୍ରାଏଲର ଲୋକମାନଙ୍କ ପାଇଁ
    ନିରାପଦ ସ୍ଥାନ ହେବେ।

ପିତରଙ୍କ ପ୍ରଥମ ପତ୍ର 5:1-11

ପରମେଶ୍ୱରଙ୍କ ମେଷପଲ

ତୁମ୍ଭ ଦଳରେ ଥିବା ପ୍ରାଚୀନମାନଙ୍କୁ ଏବେ ମୋର କିଛି କହିବାର ଅଛି। ମୁଁ ମଧ୍ୟ ଜଣେ ପ୍ରାଚୀନ। ମୁଁ ଖ୍ରୀଷ୍ଟଙ୍କର ଯନ୍ତ୍ରଣା ନିଜ ଆଖିରେ ଦେଖିଛିା ଆମ୍ଭକୁ ଯେଉଁ ମହିମା ଭବିଷ୍ୟତରେ ଦେଖାଇ ଦିଆଯିବ, ସେଥିରେ ମଧ୍ୟ ମୁଁ ଭାଗ ନେବି। ମୁଁ ତୁମ୍ଭକୁ ଅନୁରୋଧ କରେ ଯେ, ପରମେଶ୍ୱରଙ୍କ ଯେଉଁ ମେଷଗଣର ଦାୟିତ୍ୱରେ ତୁମ୍ଭେ ରହିଛ, ସେହି ମେଷ ସମୂହର ତୁମ୍ଭେ ଯତ୍ନ ନେବା ଉଚିତ୍। ସେମାନେ ପରମେଶ୍ୱରଙ୍କ ମେଷପଲ। ତୁମ୍ଭେ ବାଧ୍ୟବାଧକତାରେ ନୁହେଁ, ମାତ୍ର ସ୍ୱଇଚ୍ଛାରେ ପ୍ରତିପାଳନ କର। ପରମେଶ୍ୱର ତାହା ହିଁ ଗ୍ଭହାନ୍ତି। ତୁମ୍ଭେ ସେବା କରିବାରେ ଆନନ୍ଦ ପାଉଛ ବୋଲି ସେହିପରି କର, ଧନ ଲୋଭରେ ତାହା କର ନାହିଁ। ଯେଉଁମାନଙ୍କର ଦାୟିତ୍ୱ ତୁମ୍ଭେ ନେଇଛ, ସେମାନଙ୍କ ପ୍ରତି ନିଷ୍ଠୁର ହୁଅ ନାହିଁ। କିନ୍ତୁ ସେମାନଙ୍କ ନିକଟରେ ଆଦର୍ଶ ସ୍ୱରୂପ ହୁଅ। ଯେତେବେଳେ ମୁଖ୍ୟ ମେଷପାଳକ ଆସିବେ, ସେତେବେଳେ ତୁମ୍ଭେ ମୁକୁଟ ପାଇବ। ସେହି ମୁକୁଟଟି ଅତ୍ୟନ୍ତ ଗୌରବମୟ ହୋଇଥିବ ଓ ଏହା କେବେ ହେଲେ ନିଜର ସୌନ୍ଦର୍ଯ୍ୟ ହରାଇବ ନାହିଁ।

ଯୁବକଗଣ, ତୁମ୍ଭମାନଙ୍କୁ ମୋର କିଛି କଥା ମଧ୍ୟ କହିବାକୁ ଅଛି। ତୁମ୍ଭେ ବୟୋଜ୍ୟେଷ୍ଠମାନଙ୍କ କଥା ମାନିବା ଉଚିତ୍। ପରସ୍ପର ପ୍ରତି ବିନମ୍ର ଭାବ ରଖିବା ଉଚିତ୍।

“ପରମେଶ୍ୱର ଗର୍ବୀ ଲୋକଙ୍କ ବିରୁଦ୍ଧରେ ଉଠନ୍ତି,
    କିନ୍ତୁ ବିନମ୍ର ଲୋକଙ୍କୁ ଅନୁଗ୍ରହ କରନ୍ତି।” (A)

ଅତଏବ ପରମେଶ୍ୱରଙ୍କ ବଳିଷ୍ଠ ହାତ ତଳେ ନିଜକୁ ନମ୍ର କର। ତା’ହେଲେ ଠିକ୍ ସମୟ ଉପସ୍ଥିତ ହେଲେ ସେ ତୁମ୍ଭକୁ ଉନ୍ନତ କରିବେ। ତୁମ୍ଭର ସମସ୍ତ ଚିନ୍ତା ତାହାଙ୍କ ଉପରେ ରଖ, କାରଣ ସେ ତୁମ୍ଭର ଯତ୍ନ ନିଅନ୍ତି।

ନିଜକୁ ସଂଯତ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଗ୍ଭରିଆଡ଼େ ଖୋଜି ବୁଲୁଛି। ଶୟତାନର ଅନୁସରଣ କର ନାହିଁ। ନିଜ ବିଶ୍ୱାସରେ ଦୃଢ଼ ହୋଇ ରୁହ। ସମଗ୍ର ବିଶ୍ୱରେ ସର୍ବତ୍ର ତୁମ୍ଭ ଭାଇ ଓ ଭଉଣୀମାନେ ସମାନ ଭାବରେ ତୁମ୍ଭ ଭଳି ଯାତନା ପାଉଛନ୍ତି, ଏ କଥା ତୁମ୍ଭେ ଜାଣ।

10 ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା’ପରେ ପରମେଶ୍ୱର ସବୁ ଠିକ୍ କରିଦେବେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସେଇ ପରମେଶ୍ୱର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ମହିମାରେ ଅଂଶୀଦାର ହେବା ଲାଗି ସେ ତୁମ୍ଭକୁ ଡାକି ଅଛନ୍ତି। ସେହି ମହିମା ଅନନ୍ତ କାଳ ଧରି ରହିବ। 11 ସଦାସର୍ବଦା ପାଇଁ ସମସ୍ତ କ୍ଷମତା ତାହାଙ୍କର ଅଟେ, ଆମେନ୍।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center