Revised Common Lectionary (Semicontinuous)
ସାଦେ
137 ହେ ସଦାପ୍ରଭୁ, ତୁମ୍ଭେ ଧାର୍ମିକ ଅଟ।
ଏବଂ ତୁମ୍ଭର ନିୟମ ସବୁ ଧର୍ମମୟ।
138 ତୁମ୍ଭେ ଆପଣା ନିୟମ ଦେଇଅଛ।
ସେଗୁଡ଼ିକ ଧର୍ମମୟ ଓ ଆମ୍ଭେ ତା’ଉପରେ ସମ୍ପୂର୍ଣ୍ଣ ରୂପେ ଭରସା କରି ପାରିବୁ।
139 ମୋର ଦୃଢ଼ ଅନୁଭବ ମୋତେ ଗ୍ରାସ କରିଅଛି।
ମୁଁ ବହୁତ ମାନସିକ ଅଶାନ୍ତିରେ ଅଛି।
କାରଣ ମୋର ଶତ୍ରୁଗଣ ତୁମ୍ଭର ବାକ୍ୟସବୁ ପାଶୋରି ଯାଇଛନ୍ତି।
140 ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ପରୀକ୍ଷା ହୋଇଅଛି ଏବଂ ବିଶ୍ୱସ୍ତ ବାହାରିଲା,
ମୁଁ ତୁମ୍ଭର ଦାସ, ଏହାକୁ ଭଲ ପାଏ।
141 ମୁଁ ଗୁରୁତ୍ୱପୂର୍ଣ୍ଣ ନୁହେଁ ଏବଂ ଲୋକମାନେ ମୋତେ ସମ୍ମାନ କରନ୍ତି ନାହିଁ।
କିନ୍ତୁ ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଭୁଲି ନାହିଁ।
142 ହେ ସଦାପ୍ରଭୁ, ତୁମ୍ଭର ଧାର୍ମିକତା ଅନନ୍ତକାଳସ୍ଥାୟୀ।
ତୁମ୍ଭର ବ୍ୟବସ୍ଥାସବୁକୁ ଭରସା କରାଯାଇ ପାରିବ।
143 କ୍ଳେଶ ଓ ଯନ୍ତ୍ରଣା ମୋ’ ଉପରେ ଆସିଅଛି।
କିନ୍ତୁ ମୁଁ ତୁମ୍ଭର ଆଜ୍ଞାରେ ଆନନ୍ଦିତ ହୁଏ।
144 ସଦାପ୍ରଭୁ, ତୁମ୍ଭର ପ୍ରମାଣ ବାକ୍ୟଗୁଡ଼ିକ ଚିରକାଳ ଉତ୍ତମ।
ତାହା ସବୁ ବୁଝିବାରେ ସହାୟ ହୁଅ, ଯେପରିକି ମୁଁ ବଞ୍ଚିପାରିବି।
ଉତ୍ତମ ଶାଖା
14 ପୁଣି ସଦାପ୍ରଭୁ କହନ୍ତି, “ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ। ତାହାକୁ ସଫଳ କରିବାର ସମୟ ଆସୁଅଛି। 15 ସେହି ସମୟରେ ଆମ୍ଭେ ଦାଉଦ ବଂଶରେ ଧର୍ମସ୍ୱରୂପ ଏକ ‘ଶାଖା’ ଉତ୍ପନ୍ନ କରାଇବା। ସେହି ‘ଶାଖା’ ସେ ଦେଶରେ ନ୍ୟାୟ ଓ ଧାର୍ମିକତା ବିଗ୍ଭର ପ୍ରତିଷ୍ଠା କରିବେ। 16 ସେହି ସମୟରେ ସେ ଯିହୁଦା ପରିତ୍ରାଣ ପାଇବ ଓ ଯିରୁଶାଲମ ନିରାପଦରେ ବାସ କରିବ। ଆଉ ‘ସଦାପ୍ରଭୁ ଆମ୍ଭମାନଙ୍କର ପରିଗ୍ଭଳକ ହେବେ, ସଦାପ୍ରଭୁ ଆମ୍ଭର ନ୍ୟାୟବାନ।’”
17 ଆଉ ସଦାପ୍ରଭୁ କହନ୍ତି, “ଦାଉଦ ବଂଶରୁ ଜଣେ ସର୍ବଦା ଇସ୍ରାଏଲୀୟ ବଂଶର ସିଂହାସନରେ ଉପବିଷ୍ଟ ହେବ। 18 ପୁଣି ଆମ୍ଭ ସମ୍ମୁଖରେ ହୋମବଳି ଶସ୍ୟ ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ବଂଶରୁ ଜଣେ ଯାଜକ ସର୍ବଦା ରହିବ।”
19 ଅନନ୍ତର ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। 20 ସଦାପ୍ରଭୁ କହନ୍ତି, “ଯଦି କେହି ଦିନରାତି ସହିତ ନିୟମ ଭଙ୍ଗ କରେ, ସେ ନିୟମିତ ଭାବରେ ଦେଖା ଦିଏ ନାହିଁ। ମାତ୍ର ଯଥା ସମୟରେ ଦିବାରାତ୍ରି ହୁଏ। 21 ମାତ୍ର ସେତେବେଳେ ଆମ୍ଭର ସେବକ ଦାଉଦ ସହିତ ନିୟମ ଭଙ୍ଗ କରାଯିବ। ତା’ର ବଂଶଧର ମଧ୍ୟରୁ ଜଣେ ସର୍ବଦା ଯିରୁଶାଲମରେ ଶାସନ କରିବ ଏବଂ ଏହି ଲେବୀୟ ଚିରଦିନ ମୋର ଯାଜକ ରୂପେ ସେବା କରିବ। 22 ଯେପରି ଆକାଶର ତାରା ଗଣା ଯାଇପାରିବ ନାହିଁ କି ସମୁଦ୍ରର ବାଲୁକା ମପା ଯାଇପାରିବ ନାହିଁ, ସେହିପରି ଆମ୍ଭେ ଦାଉଦ ବଂଶଧରକୁ ଓ ଲେବୀୟ ପରିବାରବର୍ଗକୁ ଏତେ ସଂଖ୍ୟାରେ ଦାସ ଓ ପରିଗ୍ଭରକ ପଠାଇବା ସେଗୁଡ଼ିକ ମଧ୍ୟ ଆକଳନ ହେବେ।”
23 ଅନନ୍ତର ଯିରିମିୟ ସଦାପ୍ରଭୁଙ୍କର ବାକ୍ୟ ପ୍ରାପ୍ତ ହେଲେ। 24 “ସେ କହନ୍ତି ହେ ଯିରିମିୟ, ଲୋକେ ଯାହା କହୁଛନ୍ତି ତୁମ୍ଭେ କେବେ ତାହା ବିବେଚନା କରିଛ? ସେମାନେ କହନ୍ତି, ‘ସଦାପ୍ରଭୁ ଆପଣା ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି। ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛଜ୍ଞାନ କରନ୍ତି।” ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ରହିବେ ନାହିଁ।’”
25 ସଦାପ୍ରଭୁ କହନ୍ତି, “ଯଦି ଦିବାରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ ଓ ଆମ୍ଭେ ଯେବେ ଆକାଶର ଓ ପୃଥିବୀର ବିଧି ସକଳ ନିରୂପଣ କରି ନ ଥାଉ, ତାହାହେଲେ ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିବା। 26 ତାହାହେଲେ ଆମ୍ଭେ ଯାକୁବର ବଂଶଧର ଏବଂ ଆମ୍ଭର ସେବକ ଦାଉଦର ବଂଶଧରଗଣଙ୍କୁ ଅବ୍ରହାମ, ଇସ୍ହାକ ଓ ଯାକୁବର ବଂଶଧରଗଣ ଉପରେ ଶାସକରୂପେ ମନୋନୀତ କରିବାକୁ ପ୍ରତ୍ୟାଖାନ କରିବା କି? ଏହା ହେବ ନାହିଁ, କାରଣ ଆମ୍ଭେ ସେମାନଙ୍କର ପୂର୍ବ ଅବସ୍ଥା ସ୍ଥାପନ କରିବା ଓ ସେମାନଙ୍କ ଉପରେ କୃପା କରିବା।”
1 ଯୀଶୁ ଖ୍ରୀଷ୍ଟଙ୍କ ଜଣେ ପ୍ରେରିତ ପାଉଲଙ୍କର ନମସ୍କାର। ପରମେଶ୍ୱରଙ୍କ ଇଚ୍ଛାରେ ମୁଁ ଜଣେ ପ୍ରେରିତ ହୋଇଛି। ଆମ୍ଭ ଭାଇ ତୀମଥି ମଧ୍ୟ ତୁମ୍ଭମାନଙ୍କୁ ଶୁଭେଚ୍ଛା ଜଣାନ୍ତି।
କରିନ୍ଥୀଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ ଓ ସମଗ୍ର ଆଖାୟା ପ୍ରଦେଶର ପରମେଶ୍ୱରଙ୍କ ସମସ୍ତ ପବିତ୍ର ଲୋକଙ୍କ ନିକଟକୁ ପତ୍ର।
2 ଆମ୍ଭର ପିତା ପରମେଶ୍ୱର ଓ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ମିଳୁ।
ପାଉଲ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାନ୍ତି
3 ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱରଙ୍କ ପ୍ରଶଂସା ହେଉ। ସେ ପିତା ଅଟନ୍ତି, ସେ କରୁଣାରେ ପରିପୂର୍ଣ୍ଣ ଓ ସମସ୍ତ ବିଷୟରେ ସାନ୍ତ୍ୱନାଦାତା ପରମେଶ୍ୱର। 4 ଆମ୍ଭ ଅସୁବିଧା ସମୟରେ ସେ ଆମ୍ଭକୁ ସର୍ବଦା ସାନ୍ତ୍ୱନା ପ୍ରଦାନ କରନ୍ତି, ଏବଂ ଆମ୍ଭେ ମଧ୍ୟ ଅନ୍ୟ ଲୋକମାନଙ୍କର ଅସୁବିଧା ସମୟରେ ସାନ୍ତ୍ୱନା ପ୍ରଦାନ କରି ପାରିବା। ଆମ୍ଭକୁ ପରମେଶ୍ୱର ଯେଉଁ ପ୍ରକାର ସାନ୍ତ୍ୱନା ଦିଅନ୍ତି, ଆମ୍ଭେ ସେହିମାନଙ୍କୁ ସେହି ପ୍ରକାର ସାନ୍ତ୍ୱନା ପ୍ରଦାନ କରି ପାରିବା। 5 ଖ୍ରୀଷ୍ଟଙ୍କର ଅନେକ ଦୁଃଖ ଭୋଗର ଆମ୍ଭେ ସହଭାଗୀ ଅଟୁ। ସେହିଭଳି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନା ଆମ୍ଭକୁ ମିଳେ ତାହାର ସୀମା ନାହିଁ। 6 ଯଦି ଆମ୍ଭେ କଷ୍ଟରେ ରହିଛୁ, ସେଗୁଡ଼ିକ ତୁମ୍ଭମାନଙ୍କ ସାନ୍ତ୍ୱନା ଓ ପରିତ୍ରାଣ ନିମନ୍ତେ ଉଦ୍ଧିଷ୍ଟ। ଯଦି ଆମ୍ଭେ ସାନ୍ତ୍ୱନା ପାଇଛୁ, ତାହା ତୁମ୍ଭମାନଙ୍କର ପାଇଁ ଅଟେ। ଆମ୍ଭେମାନେ ଯେଉଁ ଯାତନା ସହୁ, ସେହି ଯାତନା ଧୈର୍ଯ୍ୟ ପୂର୍ବକ ସହିବା ପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତି। 7 ତୁମ୍ଭମାନଙ୍କଠାରେ ଆମ୍ଭର ଦୃଢ଼ ଭରସା ଅଛି। ଆମ୍ଭେ ଜାଣୁ ଯେ, ତୁମ୍ଭେମାନେ ଆମ୍ଭ ଯାତନାରେ ଭାଗୀ। ଅତଏବ, ଆମ୍ଭେ ଜାଣୁ ଯେ, ସେହିଭିଳ ଆମ୍ଭମାନଙ୍କର ସାନ୍ତ୍ୱନାରେ ମଧ୍ୟ ତୁମ୍ଭର ଅଂଶ ଅଛି।
8 ଭାଇ ଓ ଭଉଣୀମାନେ! ଏସିଆ ଦେଶରେ ଆମ୍ଭେ ଯେଉଁ ଯାତନା ସହିଲୁ ଆମ୍ଭେ ଗ୍ଭହୁଁ ଯେପରି ସେହି ବିଷୟରେ ତୁମ୍ଭେମାନେ ମଧ୍ୟ ଜାଣ। ଆମ୍ଭେମାନେ ଭାରାକ୍ରାନ୍ତ ହୋଇ ପଡ଼ିଲୁ। ଏପରିକି ଏହା ଏତେ ଅଧିକ ଥିଲା ଯେ, ଆମ୍ଭେମାନେ ଜୀବନର ସମସ୍ତ ଆଶା ହରାଇଥିଲୁ। ସେହି ଭାର ଆମ୍ଭମାନଙ୍କର ବହନ କରିବା ଶକ୍ତିଠାରୁ ଅଧିକ ଥିଲା। 9 ଆମ୍ଭେ ଅନୁଭବ କରୁଥିଲୁ ଯେ, ଆମ୍ଭେ ମରିଯିବୁ। ଏପରି ଘଟିବାର କାରଣ ହେଲା ଯେ, ଆମ୍ଭେ ନିଜ ଉପରେ ଭରସା ନ ରଖି ମାତ୍ର ଯେ ଲୋକମାନଙ୍କୁ ମୃତ୍ୟୁରୁ ଉତ୍ଥିତ କରନ୍ତି ସେହି ପରମେଶ୍ୱରଙ୍କ ଉପରେ ବିଶ୍ୱାସ ରଖିବା ଉଚିତ୍। 10 ପରମେଶ୍ୱର ଆମ୍ଭମାନଙ୍କୁ ମୃତ୍ୟୁର ଏହି ଭୟଙ୍କର ବିପଦରୁ ଉଦ୍ଧାର କଲେ। ପରମେଶ୍ୱର ସର୍ବଦା ଏପରି ଉଦ୍ଧାର କରିବେ। ଆମ୍ଭେ ତାହାଙ୍କ ଉପରେ, ଆଶାବାନ ଓ ସେ ଆମ୍ଭମାନଙ୍କୁ ସର୍ବଦା ଉଦ୍ଧାର କରିବେ। 11 ତୁମ୍ଭେମାନେ ନିଜ ପ୍ରାର୍ଥନା ଦ୍ୱାରା ଆମ୍ଭକୁ ସାହାଯ୍ୟ କରିପାର। ଅନେକେ ଆମ୍ଭ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେବେ, ଯେହେତୁ ସେମାନଙ୍କର ପ୍ରାର୍ଥନା ଦ୍ୱାରା ପରମେଶ୍ୱର ଆମ୍ଭକୁ ଆଶୀର୍ବାଦ ପ୍ରଦାନ କଲେ।
2010 by World Bible Translation Center