Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 145:1-5

ପ୍ରଶଂସାର ଗୀତ, ଦାଉଦଙ୍କ ରଚିତ।

145 ସେ ରାଜନ୍, ମୋର ପରମେଶ୍ୱର, ମୁଁ ତୁମ୍ଭର ପ୍ରଶଂସା କରିବି।
    ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି।
ପ୍ରତିଦିନ ମୁଁ ତୁମ୍ଭର ପ୍ରଶଂସା କରେ।
    ପୁଣି ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।
ସଦାପ୍ରଭୁ ହେଉଛନ୍ତି ମହାନ ଏବଂ ସେ ଅତ୍ୟନ୍ତ ପ୍ରଶଂସନୀୟ।
    ଆମ୍ଭେମାନେ ତାହଙ୍କର ମହାନତାକୁ ପୁରାପୁରି ଜାଣି ପାରିବୁ ନାହିଁ।
ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟା ସକଳର ପ୍ରଶଂସା କରନ୍ତୁ,
    ସେମାନେ ତୁମ୍ଭର କାର୍ଯ୍ୟ ବିଷୟରେ କୁହନ୍ତୁ।
ତୁମ୍ଭ ଗୌରବ ଓ ମହିମା ଆଶ୍ଚର୍ଯ୍ୟପୂର୍ଣ୍ଣ।
    ମୁଁ ତୁମ୍ଭ ଅ‌ଦ୍‌ଭୂତ କର୍ମ ବିଷୟ ଧ୍ୟାନ କରିବି।

ଗୀତସଂହିତା 145:17-21

17 ସଦାପ୍ରଭୁ ଯାହାକିଛି କରନ୍ତି ତାହା ଉତ୍ତମ
    ଓ ତାଙ୍କର ନିଜର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାକୁ ପ୍ରଦର୍ଶନ କରେ।
18 ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି,
    ଯେଉଁମାନେ ତାଙ୍କୁ ସାହାଯ୍ୟ ପାଇଁ ଡାକନ୍ତି।
19 ସେ ଆପଣା ଅନୁସରଣକାରୀମାନଙ୍କ ବାଞ୍ଚା ପୂର୍ଣ୍ଣ କରନ୍ତି।
    ସେ ସେମାନଙ୍କର ଗୁହାରି ଶୁଣନ୍ତି ଏବଂ ସେମାନଙ୍କୁ ରକ୍ଷା କରନ୍ତି।
20 ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି ଯେଉଁମାନେ ତାଙ୍କୁ ଭଲ ପାଆନ୍ତି,
    ମାତ୍ର ସମସ୍ତ ଦୁଷ୍ଟ ଲୋକମାନଙ୍କୁ ଧ୍ୱଂସ କରିବେ।
21 ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି!
    ସମୁଦାୟ ପ୍ରାଣୀ ଅନନ୍ତକାଳ ତାହଙ୍କର ପବିତ୍ର ନାମର ପ୍ରଶଂସା କରିବା ଉଚିତ୍।

ଯିଖରିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 6:9-15

ଯାଜକ ଯିହୋଶୂୟଙ୍କ ମୁକୁଟ ଲାଭ

ତା’ପରେ ସଦାପ୍ରଭୁ ଏହି ବାର୍ତ୍ତା ପଠାଇଲେ, 10 “ହି‌‌ଲ୍‌‌ଦୟ, ଟୋବିୟ ଓ ଯିଦାୟ ବାବିଲରୁ ଆସିଥିବା ସେହି ନିର୍ବାସିତଙ୍କ ମଧ୍ୟରୁ ଅଟନ୍ତି। ସୁନା ଓ ରୂପା ସେମାନଙ୍କଠାରୁ ନିଅ ଏବଂ ସିଫନିୟର ପୁତ୍ର ଯୋଶିୟର ଗୃହକୁ ଯାଅ। 11 ସେହି ରୌପ୍ୟ ଓ ସୁବର୍ଣ୍ଣରେ ମୁକୁଟ ନିର୍ମାଣ କର ଓ ସେହି ମୁକୁଟକୁ ମହାଯାଜକ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମସ୍ତକରେ ରଖ। ଯିହୋଶୂୟ ଜଣେ ମହାଯାଜକ ଓ ସେ ଯିହୋଷାଦକଙ୍କ ପୁତ୍ର ଥିଲେ। ତା’ପରେ ଏହିସବୁ ତାଙ୍କୁ କୁହ: 12 ତା’ପରେ ତାଙ୍କୁ କୁହ, ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି,

‘ଜଣେ ବ୍ୟକ୍ତି ଅଛନ୍ତି, ତାଙ୍କ ନାମ ଶାଖା,
    ସେ ତାଙ୍କ ସ୍ଥାନରୁ ଅଙ୍କୁରିତ ହେବେ
    ଏବଂ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ।
13 ସେ ନିଶ୍ଚିତ ଭାବରେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବେ
    ଓ ମହିମା ପ୍ରାପ୍ତ ହେବେ।
ସେ ମଧ୍ୟ ଆପଣା ସିଂହାସନରେ ବସିବେ ଓ ରାଜତ୍ୱ କରିବେ।
    ଆଉ ମଧ୍ୟ ଜଣେ ଯାଜକ ତାଙ୍କ ସିଂହାସନରେ ବସି ଯାଜକ ହେବେ।
ସେହି ଦୁଇଜଣ ମଧ୍ୟରେ ଶାନ୍ତିର ନେତୃତ୍ୱ ହେବ।’

14 ସେହି ମୁକୁଟଗୁଡ଼ିକ ସଦାପ୍ରଭୁଙ୍କର ମନ୍ଦିରରେ ସ୍ମାରକପତ୍ର ସ୍ୱରୂପ ହି‌‌ଲ୍‌‌ଦୟ, ଟୋବିୟ, ଯିଦାୟ ଏବଂ ସିଫନିୟରଙ୍କ ପୁତ୍ର ଯୋଶିୟଙ୍କ ସ୍ମରଣାର୍ଥେ ରହିବ।”

15 ଯେଉଁମାନେ ଦୂରରେ ଅଛନ୍ତି ଆସିବେ ଏବଂ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ। ତା’ପରେ ତୁମ୍ଭେମାନେ ଜାଣିବ ଯେ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ନିକଟକୁ ପ୍ରେରଣ କରିଛନ୍ତି। ଏହିସବୁ ଘଟିବ, ଯଦି ତୁମ୍ଭେ ମନୋଯୋଗ ସହକାରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଆଜ୍ଞା ପାଳନ କରିବ।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 24:10-23

ଫେଲୀ‌କ୍‌ସ ଆଗରେ ଗଲେ ନିଜକୁ ବଞ୍ଚାଇଲେ

10 ରାଜ୍ୟପାଳ ଯେତେବେଳେ ପାଉଲଙ୍କୁ କହିବା ପାଇଁ ଆଦେଶ ଦେଲେ, ସେତେବେଳେ ପାଉଲ ଉତ୍ତର ଦେଇ କହିଲେ, “ମୁଁ ଜାଣେ ଯେ ଆପଣ ଅନେକ ବର୍ଷ ଧରି ଏ ଜାତିର ବିଗ୍ଭରକର୍ତ୍ତା ଭାବରେ କାର୍ଯ୍ୟ କରିଆସୁଛନ୍ତି। ତେଣୁ ଆପଣଙ୍କ ସମ୍ମୁଖରେ ମୁଁ ଆନନ୍ଦରେ ମୋର ପକ୍ଷସମର୍ଥନ କରୁଅଛ। 11 ଆପଣ ନିଜେ ଜାଣି ପାରିବେ ଯେ ମୁଁ କେବଳ ଉପାସନା କରିବା ପାଇଁ ମାତ୍ର ବାରଦିନ ପୂର୍ବରୁ ଯିରୁଶାଲମରେ ପହଞ୍ଚିଥିଲି। 12 ସେମାନେ ମୋତେ ମନ୍ଦିରରେ ବା କୌଣସି ସମାଜଗୃହରେ ବା ସହରରେ କାହାରି ସହ ଯୁକ୍ତିତର୍କ କରିବା ବା ଭିଡ଼ ଜମେଇବାର ଦେଖି ନାହାନ୍ତି। 13 ଏହି ଲୋକମାନେ ମୋ’ ବିରୁଦ୍ଧରେ ଯେଉଁ ଅଭିଯୋଗ କରୁଛନ୍ତି, ତାହାର ପ୍ରମାଣ ସେମାନେ ଦେଇ ପାରିବେ ନାହିଁ।

14 “କିନ୍ତୁ ମୁଁ ଗୋଟିଏ କଥା ଆପଣଙ୍କୁ କହୁଛି, ଏମାନେ ଯେଉଁମାନଙ୍କୁ ଗୋଟିଏ ‘ଦଳ’ ବୋଲି କହନ୍ତି, ସେହି ମତାନୁଯାୟୀ ମୁଁ ମୋର ପୂର୍ବପୁରୁଷମାନଙ୍କ ପରମେଶ୍ୱରଙ୍କର ଉପାସନା କରେ। କିନ୍ତୁ ମୋଶାଙ୍କ ବ୍ୟବସ୍ଥା ଯାହାସବୁ ଶିକ୍ଷା ଦିଏ, ଓ ଭାବବାଦୀ ପୁସ୍ତକରେ ଯାହାସବୁ ଲେଖାଅଛି, ସେ ସବୁ ମୁଁ ଦୃଢ଼ ରୂପେ ବିଶ୍ୱାସ କରେ। 15 ଏହି ବ୍ୟକ୍ତିମାନଙ୍କ ଭଳି, ମୁଁ ମଧ୍ୟ ପରମେଶ୍ୱରଙ୍କଠାରେ ଏହି ଭରସା ରଖିଛି ଯେ, ଉଭୟ ଉତ୍ତମ ଓ ଦୁଷ୍ଟ ଲୋକମାନଙ୍କର ମୃତ୍ୟୁରୁ ପୁନରୁ‌‌ତ୍‌‌ଥାନ ହେବ। 16 ସେଥିପାଇଁ ମୁଁ ପରମେଶ୍ୱର ଓ ଲୋକମାନଙ୍କ ପାଖରେ ଯାହା ଠିକ୍ ବୋଲି ଅନୁଭବ କରେ, ତାହା ଅନୁଯାୟୀ କାର୍ଯ୍ୟ କରିବା ପାଇଁ ସର୍ବଦା ଚେଷ୍ଟା କରେ।

17 “ମୁଁ ବହୁତ ବର୍ଷ ପର୍ଯ୍ୟନ୍ତ ଯିରୁଶାଲମରୁ ଦୂରରେ ଥିଲି। ତା’ପରେ ମୋ’ ଦରିଦ୍ର ଯିହୂଦୀମାନଙ୍କୁ ଅର୍ଥ ସାହାଯ୍ୟ ଦେବା ପାଇଁ ଓ ପରମେଶ୍ୱରଙ୍କ ପାଖରେ ଦାନ ଉତ୍ସର୍ଗ କରିବା ପାଇଁ ଯିରୁଶାଲମକୁ ଫେରିଲି। 18 ମୁଁ ମନ୍ଦିରରେ ନିଜକୁ ଶୁଚି କରିବାକୁ ଯାଇଥିଲି। ଶୁଚିକରଣ ଉତ୍ସବ ସରିଗଲାପରେ କେତେକ ଯିହୂଦୀମାନେ ସେଠାରେ ମୋତେ ଦେଖିଲେ। ମୁଁ ସେଠାରେ କୌଣସି ଗଣ୍ଡଗୋଳ ସୃଷ୍ଟି କରି ନାହିଁ କି ମୋ’ ସହିତ କୌଣସି ଲୋକ ମଧ୍ୟ ନ ଥିଲେ। 19 ସେ ସମୟରେ ଏସିଆର କେତେକ ଯିହୂଦୀ ସେଠାରେ ଥିଲେ। ଯଦି ସେମାନଙ୍କର ମୋ’ ବିରୁଦ୍ଧରେ କିଛି ଆପତ୍ତି ଥାଏ ତେବେ ସେମାନେ ଆପଣଙ୍କ ନିକଟରେ ଉପସ୍ଥିତ ହେବା ଉଚିତ୍, 20 ନଚେତ୍ ଆପଣ ଏଠାରେ ଉପସ୍ଥିତ ଥିବା ଯିହୂଦୀୟମାନଙ୍କୁ ପଗ୍ଭରନ୍ତୁ, ସେମାନଙ୍କ ପରିଷଦ ସଭାରେ, ସେମାନଙ୍କ ସମ୍ମୁଖରେ ମୁଁ ଯେତେବେଳେ ଠିଆହେଲି, ସେତେବେଳେ ସେମାନେ ମୋ’ଠାରେ କ’ଣ ସବୁ ଦୋଷ ଦେଖିଲେ? 21 ମୁଁ କେବଳ ଗୋଟିଏ କଥା ସେମାନଙ୍କ ମଧ୍ୟରେ ଠିଆ ହୋଇ ଜୋ‌ର୍‌‌ରେ କହିଥିଲି ଯେ, ‘ମୃତ୍ୟୁରୁ ଲୋକମାନଙ୍କର ପୁନରୁ‌‌ତ୍‌‌ଥାନ ହେବ ବୋଲି ବିଶ୍ୱାସ କରୁଥିବାରୁ ମୋର ଆଜି ସଭା ସମ୍ମୁଖରେ ବିଗ୍ଭର ହେଉଛି।’”

22 ଫେଲୀ‌କ୍‌ସ୍ ଖ୍ରୀଷ୍ଟଙ୍କର ମାର୍ଗ ବିଷୟରେ ଭଲ ଭାବରେ ଜାଣିଥିବାରୁ ଶୁଣାଣି ସ୍ଥଗିତ ରଖିଲେ। ସେ କହିଲେ, “ସେନାଧ୍ୟକ୍ଷ ଲୂସିୟା ଆସିବା ପରେ ମୁଁ ତୁମ୍ଭମାନଙ୍କ ବିଗ୍ଭର କରିବି।” 23 ଫେଲୀ‌କ୍‌ସ୍ ଶତସେନାପତିଙ୍କ ଜିମାରେ ପାଉଲଙ୍କୁ ରଖିବା ପାଇଁ ଆଦେଶ ଦେଲେ। ସେ ତାହାଙ୍କୁ ନଜରବନ୍ଦୀରେ ରଖି କିଛି ସ୍ୱାଧୀନତା ଦେବା ପାଇଁ ମଧ୍ୟ ଆଜ୍ଞା ଦେଲେ। ପାଉଲଙ୍କ ବନ୍ଧୁମାନେ ଯଦି ତାହାଙ୍କ ନିକଟକୁ କୌଣସି ଆବଶ୍ୟକୀୟ ଜିନିଷ ନେଇ ଆସନ୍ତି, ତେବେ ସେମାନଙ୍କୁ ବାଧା ନ ଦେବା ନିମନ୍ତେ ମଧ୍ୟ ସେ ସେହି ଶତସେନାପତିଙ୍କୁ ଆଦେଶ ଦେଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center