Revised Common Lectionary (Semicontinuous)
15 ପାରସ୍ୟର ରାଜାଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷରେ ଏବଂ ଦାରିୟାବସଙ୍କ ଶାସନର ଛଅମାସ ପୂର୍ତ୍ତିର ଚତୁର୍ବିଂଶ ଦିବସରେ ସେମାନେ କାର୍ଯ୍ୟ ଆରମ୍ଭ କଲେ।
ସଦାପ୍ରଭୁ ଲୋକମାନଙ୍କୁ ଉତ୍ସାହିତ କରନ୍ତି
2 ସପ୍ତମ ମାସର ଏକବିଂଶ ଦିବସରେ ସଦାପ୍ରଭୁଙ୍କଠାରୁ ଏହି ବାର୍ତ୍ତା ହାଗୟଙ୍କ ନିକଟକୁ ଆସିଲା। 2 “ଏହି ବାର୍ତ୍ତା ଯିହୁଦାର ଦେଶାଧ୍ୟକ୍ଷ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲଙ୍କୁ ଓ ମହାଯାଜକ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟଙ୍କୁ ଏବଂ ସମସ୍ତ ଲୋକଙ୍କୁ କୁହ। 3 ‘ତୁମ୍ଭମାନଙ୍କ ମଧ୍ୟରୁ କିଏ ଏହି ମନ୍ଦିରର ପୂର୍ବ ମହିମା ଦେଖିଲା? ଧ୍ୱଂସ ହୋଇ ଯାଇଥିବା ସୁନ୍ଦର ଗୃହ ସହିତ ତୁମ୍ଭେମାନେ ଏହାକୁ ତୁଳନା କରିଛ। ଯଦି ଏହି ଗୃହକୁ ପ୍ରଥମ ଗୃହ ସହିତ ତୁଳନା କର ତେବେ ତୁମ୍ଭର ଦୃଷ୍ଟିରେ ଏହା କିଛି ନୁହେଁ। 4 କିନ୍ତୁ ବର୍ତ୍ତମାନ ସଦାପ୍ରଭୁ କୁହନ୍ତି, “ଯିରୁବ୍ବାବିଲର ସାହସ ଜଗାଅ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ, ତୁମ୍ଭେ ଜଣେ ମହାଯାଜକ ସାହସ ଜଗାଅ ଏବଂ ତୁମ୍ଭେ ସବୁଲୋକ ସାହସ ଜଗାଅ।” ସଦାପ୍ରଭୁ କୁହନ୍ତି, “ଏହି କାର୍ଯ୍ୟ ଗ୍ଭଲୁ ରଖ, କାରଣ ଆମ୍ଭେ ତୁମ୍ଭମାନଙ୍କ ସହିତ ଅଛୁ।” ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କଥା କହିଲେ।
5 ସଦାପ୍ରଭୁ କୁହନ୍ତି, “‘ତୁମ୍ଭେମାନେ ମିଶର ପରିତ୍ୟାଗ କଲାବେଳେ ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ଚୁକ୍ତି କରିଥିଲୁ। ଆମ୍ଭେ ଆପଣା ପ୍ରତିଜ୍ଞା ରକ୍ଷା କରିଅଛୁ। ଆମ୍ଭର ଆତ୍ମା ତୁମ୍ଭମାନଙ୍କ ମଧ୍ୟରେ ଅଛି। ତେଣୁ ଭୟ କର ନାହିଁ।’ 6 କାରଣ ସର୍ବଶକ୍ତିମାନ ସଦାପ୍ରଭୁ ଏହିକଥା କହିଛନ୍ତି। ‘ଅଳ୍ପ ସମୟ ପରେ ଆମ୍ଭେ ପୁନର୍ବାର କମ୍ପନ ସୃଷ୍ଟି କରିବା। ସ୍ୱର୍ଗ, ମର୍ତ୍ତ୍ୟ, ଜଳ ଓ ସ୍ଥଳରେ କମ୍ପନ ଆଣିବା। 7 ଆମ୍ଭେ ସମସ୍ତ ଦେଶକୁ ଥରାଇ ଦେବା ଏବଂ ସେମାନେ ଧନସମ୍ପଦ ଧରି ତୁମ୍ଭ ନିକଟକୁ ଆସିବେ। ତା’ପରେ ଆମ୍ଭେ ଏହି ମନ୍ଦିରକୁ ମହିମାରେ ପୂର୍ଣ୍ଣ କରିବା।’ ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହିଛନ୍ତି। 8 ‘ସେମାନଙ୍କର ସମସ୍ତ ରୂପାର ଅଧିକାରୀ ଆମ୍ଭେ ଏବଂ ସମସ୍ତ ସ୍ୱର୍ଣ୍ଣ ମଧ୍ୟ ଆମ୍ଭର। ସର୍ବଶକ୍ତିମାନ ସଦାପ୍ରଭୁ ଏହା ହିଁ କହୁଛନ୍ତି। 9 ସର୍ବଶକ୍ତିମାନ୍ ସଦାପ୍ରଭୁ କହନ୍ତି, ‘ଏହି ମନ୍ଦିରଟିର ସମ୍ମାନ ପ୍ରଥମ ମନ୍ଦିର ସମ୍ମାନ ଅପେକ୍ଷା ଅଧିକ ହେବ ଏବଂ ଆମ୍ଭେ ଏହି ସ୍ଥାନକୁ ଶାନ୍ତି ପ୍ରଦାନ କରିବା,’ ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହନ୍ତି।”
ପ୍ରଶଂସାର ଗୀତ, ଦାଉଦଙ୍କ ରଚିତ।
145 ସେ ରାଜନ୍, ମୋର ପରମେଶ୍ୱର, ମୁଁ ତୁମ୍ଭର ପ୍ରଶଂସା କରିବି।
ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି।
2 ପ୍ରତିଦିନ ମୁଁ ତୁମ୍ଭର ପ୍ରଶଂସା କରେ।
ପୁଣି ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।
3 ସଦାପ୍ରଭୁ ହେଉଛନ୍ତି ମହାନ ଏବଂ ସେ ଅତ୍ୟନ୍ତ ପ୍ରଶଂସନୀୟ।
ଆମ୍ଭେମାନେ ତାହଙ୍କର ମହାନତାକୁ ପୁରାପୁରି ଜାଣି ପାରିବୁ ନାହିଁ।
4 ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟା ସକଳର ପ୍ରଶଂସା କରନ୍ତୁ,
ସେମାନେ ତୁମ୍ଭର କାର୍ଯ୍ୟ ବିଷୟରେ କୁହନ୍ତୁ।
5 ତୁମ୍ଭ ଗୌରବ ଓ ମହିମା ଆଶ୍ଚର୍ଯ୍ୟପୂର୍ଣ୍ଣ।
ମୁଁ ତୁମ୍ଭ ଅଦ୍ଭୂତ କର୍ମ ବିଷୟ ଧ୍ୟାନ କରିବି।
17 ସଦାପ୍ରଭୁ ଯାହାକିଛି କରନ୍ତି ତାହା ଉତ୍ତମ
ଓ ତାଙ୍କର ନିଜର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାକୁ ପ୍ରଦର୍ଶନ କରେ।
18 ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି,
ଯେଉଁମାନେ ତାଙ୍କୁ ସାହାଯ୍ୟ ପାଇଁ ଡାକନ୍ତି।
19 ସେ ଆପଣା ଅନୁସରଣକାରୀମାନଙ୍କ ବାଞ୍ଚା ପୂର୍ଣ୍ଣ କରନ୍ତି।
ସେ ସେମାନଙ୍କର ଗୁହାରି ଶୁଣନ୍ତି ଏବଂ ସେମାନଙ୍କୁ ରକ୍ଷା କରନ୍ତି।
20 ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି ଯେଉଁମାନେ ତାଙ୍କୁ ଭଲ ପାଆନ୍ତି,
ମାତ୍ର ସମସ୍ତ ଦୁଷ୍ଟ ଲୋକମାନଙ୍କୁ ଧ୍ୱଂସ କରିବେ।
21 ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି!
ସମୁଦାୟ ପ୍ରାଣୀ ଅନନ୍ତକାଳ ତାହଙ୍କର ପବିତ୍ର ନାମର ପ୍ରଶଂସା କରିବା ଉଚିତ୍।
ଏକ ପ୍ରଶଂସାର ଗୀତ।
98 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ସଙ୍ଗୀତ ଗାନ କର।
କାରଣ ସେ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି!
ତାଙ୍କର ପବିତ୍ର ଦକ୍ଷିଣ ହସ୍ତ
ତାଙ୍କୁ ଆଉଥରେ ଗୌରବ ଆଣିଛି।
2 ସଦାପ୍ରଭୁ ତାଙ୍କର ଦାସଗଣଙ୍କୁ ରକ୍ଷା କରିବା ପାଇଁ ତାଙ୍କର ଶକ୍ତିକୁ ଜଣାଇଛନ୍ତି।
ଜାତି ଉଦ୍ଦେଶ୍ୟରେ, ସଦାପ୍ରଭୁ ତାଙ୍କର ଉତ୍ତମତା ଦେଖାଇଛନ୍ତି।
3 ଇସ୍ରାଏଲୀୟମାନଙ୍କ ପ୍ରତି ପରମେଶ୍ୱରଙ୍କ ପ୍ରେମ ଓ ବିଶ୍ୱସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି।
ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।
4 ହେ ପୃଥିବୀର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କର ଜୟଧ୍ୱନି କର।
ସ୍ତୁତି ଗାନ ଶୀଘ୍ର ଆରମ୍ଭ କର।
5 ବୀଣା ସହିତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର,
ବୀଣାର ମଧୁର ସଂଗୀତରେ ତାଙ୍କର ଗୁଣ ଗାନ କର।
6 ବଂଶୀ ବଜାଅ ଓ ତୂରୀ ଫୁଙ୍କ।
ଆମ୍ଭମାନଙ୍କର ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ ଧ୍ୱନି କର।
7 ସମୁଦ୍ର, ଜଗତ ଓ ତହିଁର ଜୀବ ସକଳ
ସମସ୍ତେ ଗାନ କର।
8 ନଦନଦୀଗଣ କରତାଳି ଦିଅ!
ପର୍ବତଗଣ ଏକ ସଙ୍ଗେ ଆନନ୍ଦ ଧ୍ୱନି କର।
9 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କର।
କାରଣ ସେ ଜଗତର ବିଗ୍ଭର କରିବା ପାଇଁ ଆସୁଛନ୍ତି।
ସେ ପୃଥିବୀର ଲୋକମାନଙ୍କୁ ଧର୍ମ ରୂପେ
ବିଗ୍ଭର ଓ ନ୍ୟାୟ କରିବେ।
ମନ୍ଦ ଦୁର୍ଘଟଣାମାନ ଘଟିବ
2 ଭାଇ ଓ ଭଉଣୀମାନେ! ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆସିବା ବିଷୟରେ ଆମ୍ଭର କିଛି କହିବାକୁ ଅଛି। ଯେତେବେଳେ ଆମ୍ଭେ ସମସ୍ତେ ମିଶି ତାହାଙ୍କୁ ଭେଟିବା, ସେହି ସମୟ ବିଷୟରେ ଆମ୍ଭେ ତୁମ୍ଭକୁ କହିବାକୁ ଗ୍ଭହୁଁ। 2 ଯଦି ତୁମ୍ଭେମାନେ ଶୁଣ ଯେ, ପ୍ରଭୁଙ୍କର ସେହି ଦିନଟି ଆସିଗଲାଣି, ତୁମ୍ଭେମାନେ ଚିନ୍ତାରେ ସହଜରେ ବିବ୍ରତ ହୋଇ ଯାଅ ନାହିଁ କି ଭୟ କର ନାହିଁ। କେତେଜଣ ଏହାକୁ କୌଣସି ଭବିଷ୍ୟଦ୍ବାଣୀ ବା କୌଣସି ସମ୍ବାଦ ବୋଲି କହି ପାରନ୍ତି, କିମ୍ବା କେତେକ ଲୋକ ଏହାକୁ ଆମ୍ଭର ଏକ ଚିଠି ବୋଲି କହି ପାରନ୍ତି ଓ ଦାବି କରି ପାରନ୍ତି ଯେ, ଆମ୍ଭମାନଙ୍କ ଦ୍ୱାରା ଏହି ପତ୍ର ଲେଖାଯାଇଅଛି। 3 ଏପରି ଭାବରେ, କୌଣସି ଲୋକକୁ କୌଣସି ପ୍ରକାରେ ତୁମ୍ଭମାନଙ୍କୁ ଠକିବାକୁ ଦିଅ ନାହିଁ। ପରମେଶ୍ୱରଙ୍କ ବିରୁଦ୍ଧରେ ବିଦ୍ରୋହ ସଂଘଟିତ ନ ହେଲା ପର୍ଯ୍ୟନ୍ତ ପ୍ରଭୁଙ୍କର ସେହି ଦିନଟି ଆସିବ ନାହିଁ। ମନ୍ଦ ବ୍ୟକ୍ତିର ଦେଖା ନ ଦେବା ପର୍ଯ୍ୟନ୍ତ ସେହି ଦିନଟି ଆସିବ ନାହିଁ। ସେହି ମନ୍ଦ ବ୍ୟକ୍ତି ନରକର ଅଟେ। 4 ସେହି ମନ୍ଦ ବ୍ୟକ୍ତି, ପରମେଶ୍ୱରଙ୍କ କିମ୍ବା ଏପରି କିଛି ଯାହା ଲୋକଙ୍କ ଦ୍ୱାରା ଉପାସିତ, ଏହିପରି ପ୍ରତ୍ୟେକ ବିଷୟର ବିରୋଧୀ କରେ। ସେ ନିଜକୁ ପ୍ରତ୍ୟେକଠାରୁ ଉଚ୍ଚ ବୋଲି ଦେଖାଏ, ଈଶ୍ୱରଙ୍କ ନାମରେ ଖ୍ୟାତ ଓ ପୂଜା ପାଉଥିବା ସମସ୍ତଙ୍କର ସେ ବିରୋଧ କରେ। ସେ ଲୋକ ପରମେଶ୍ୱରଙ୍କ ମନ୍ଦିରକୁ ଯାଇ, ସିଂହାସନରେ ବସି ନିଜକୁ ପରମେଶ୍ୱର ବୋଲି ଘୋଷଣା କରେ।
5 ମୁଁ ପୂର୍ବରୁ କହିଥିଲି ଯେ ଏହି ଘଟଣାଗୁଡ଼ିକ ଘଟିବ।
ତୁମ୍ଭେମାନେ ମୁକ୍ତି ପାଇଁ ମନୋନୀତ
13 ଭାଇ ଓ ଭଉଣୀମାନେ! ପ୍ରଭୁ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଥମରୁ ବାଛିଛନ୍ତି। ଅତଏବ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଦେବା ଉଚିତ୍। ଆତ୍ମା ତୁମ୍ଭକୁ ପବିତ୍ର କରିବା ଯୋଗୁଁ ଓ ସତ୍ୟରେ ତୁମ୍ଭମାନଙ୍କର ବିଶ୍ୱାସ ଥିବା ଯୋଗୁଁ ତୁମ୍ଭେମାନେ ଉଦ୍ଧାର ପାଇଛ। 14 ପରମେଶ୍ୱର ସେହି ମୁକ୍ତି ଦେବା ଲାଗି ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭ ଦ୍ୱାରା ପ୍ରଗ୍ଭରିତ ସୁସମାଗ୍ଭର ମାଧ୍ୟମରେ ସେ ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମହିମାରେ ଅଂଶ ଗ୍ରହଣ କରିବା ପାଇଁ ସେ ତୁମ୍ଭମାନଙ୍କୁ ଡାକିଲେ। 15 ଅତଏବ, ଭାଇ ଓ ଭଉଣୀମାନେ ଦୃଢ଼ ଭାବରେ ଠିଆ ହୁଅ ଓ ଆମ୍ଭ ଦ୍ୱାରା ଦିଆ ଯାଇଥିବା ଶିକ୍ଷାଗୁଡ଼ିକୁ ଅବିରତ ବିଶ୍ୱାସ କର। ଆମ୍ଭେ ଏହି ଶିକ୍ଷାଗୁଡ଼ିକୁ କହି ଓ ଚିଠି ମାଧ୍ୟମରେ ଲେଖି, ତୁମ୍ଭମାନଙ୍କୁ ଶିଖାଇଛୁ।
16-17 ତୁମ୍ଭମାନଙ୍କ ପାଇଁ ପ୍ରତ୍ୟେକ ଉତ୍ତମ କାର୍ଯ୍ୟ କରିବାକୁ ଓ ପ୍ରତ୍ୟେକ ଉତ୍ତମ କଥା କହିବା ପାଇଁ ସକ୍ଷମ ହେବ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ୱର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ୱନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। ପରମେଶ୍ୱର ଆମ୍ଭକୁ ପ୍ରେମ କରନ୍ତି। ନିଜ ଅନୁଗ୍ରହ ମାଧ୍ୟମରେ ସେ ଆମ୍ଭକୁ ଅନନ୍ତକାଳସ୍ଥାୟୀ ଉତ୍ସାହ ଓ ଉତ୍ତମ ଭରସା ଦେଇଛନ୍ତି।
କେତେକ ସାଦ୍ଦୂକୀ ଯୀଶୁଙ୍କୁ ଫାନ୍ଦରେ ପକାଇବାକୁ ଚେଷ୍ଟା କଲେ(A)
27 କେତେକ ସାଦ୍ଦୂକୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀମାନେ ବିଶ୍ୱାସ କରନ୍ତି ଯେ ଲୋକେ ମୃତ୍ୟୁରୁ ପୁଣି ବଞ୍ଚି ଉଠି ପାରିବେ ନାହିଁ। ସେମାନେ ଯୀଶୁଙ୍କୁ ପଗ୍ଭରିଲେ, 28 “ଗୁରୁ! ମୋଶା ଆମ୍ଭ ପାଇଁ ଲେଖିଥିଲେ ଯେ ଯଦି ଜଣେ ବିବାହିତ ପୁରୁଷ କୌଣସି ସନ୍ତାନସନ୍ତତି ନ ଥାଇ ମରିଯାଏ, ତେବେ ତା’ର ଭାଇ ନିଶ୍ଚୟ ସେହି ମୃତ ଭାଇର ପତ୍ନୀକୁ ବିବାହ କରିବ। ତାହାହେଲେ ସେ ତା’ ମୃତ ଭାଇ ପାଇଁ ସେହି ସ୍ତ୍ରୀଠାରୁ ସନ୍ତାନସନ୍ତତି ଉତ୍ପନ୍ନ କରି ପାରିବ। 29 ଥରେ ସାତ ଜଣ ଭାଇ ଥିଲେ। ବଡ଼ ଭାଇଟି ବିବାହ କରିଥିଲା। କୌଣସି ସନ୍ତାନ ନ ଥାଇ ସେ ଭାଇଟି ମରିଗଲେ। 30 ତା’ପରେ ସେହି ସ୍ତ୍ରୀ ଲୋକଟିକୁ ଦ୍ୱିତୀୟ ଭାଇ ବିବାହ କଲା। କିନ୍ତୁ ସେ ମଧ୍ୟ ମରିଗଲା। 31 ତା’ପରେ ତୃତୀୟ ଭାଇଟି ସେହି ସ୍ତ୍ରୀକୁ ବିବାହ କଲା ଓ ମରିଗଲା। ଅନ୍ୟ ଭାଇମାନଙ୍କ ପ୍ରତି ମଧ୍ୟ ସେହି ଏକା କଥା ଘଟିଲା। ସେମାନେ ସମସ୍ତେ ମରିଗଲେ ଓ କାହାରି ହେଲେ ସନ୍ତାନସନ୍ତିତି ଜନ୍ମ ହୋଇ ନ ଥିଲେ। 32 ଶେଷରେ ସେହି ସ୍ତ୍ରୀଟି ମଧ୍ୟ ମରିଗଲା। 33 ସାତ ଭାଇଯାକ ତାକୁ ବିବାହ କରିଥିଲେ। ତେବେ ଯେତେବେଳେ ଲୋକେ ମୃତ୍ୟୁରୁ ପୁଣି ଜୀବନ ନ ପାଇ ଉଠିବେ, ସେତେବେଳେ ଏହି ସ୍ତ୍ରୀଟି କାହାର ପତ୍ନୀ ହେବ?”
34 ଯୀଶୁ ସାଦ୍ଦୂକୀମାନଙ୍କୁ କହିଲେ, “ସଂସାରରେ ଲୋକମାନେ ପରସ୍ପର ମଧ୍ୟରେ ବିବାହ କରିଥା’ନ୍ତି। 35 କିନ୍ତୁ କେତେକ ଲୋକ ମୃତ୍ୟୁରୁ ପୁଣି ବଞ୍ଚି ଉଠିବାକୁ ଯୋଗ୍ୟ ହେବେ ଓ ସେମାନେ ଏହି ଜୀବନ ପରେ ମଧ୍ୟ ପୁଣି ଜୀବିତ ରହିବେ। ସେହି ଜୀବନରେ ସେମାନେ ବିବାହ କରିବେ ନାହିଁ। 36 ସେହି ଜୀବନରେ ଲୋକମାନେ ସ୍ୱର୍ଗଦୂତଙ୍କ ପରି ହୋଇଥା’ନ୍ତି ଓ ସେମାନେ କେବେ ହେଲେ ମରନ୍ତି ନାହିଁ। ସେମାନେ ପରମେଶ୍ୱରଙ୍କ ସନ୍ତାନ କାରଣ ମୃତ୍ୟୁରୁ ପୁଣି ବଞ୍ଚି ଉଠିଥା’ନ୍ତି। 37 ମୋଶା ସ୍ପଷ୍ଟ ଭାବରେ ଦେଖେଇ ଦେଇଛନ୍ତି ଯେ ଲୋକେ ମୃତ୍ୟୁରୁ ପୁଣି ବଞ୍ଚି ଉଠନ୍ତି। ମୋଶା ଯେତେବେଳେ ‘ଜ୍ୱଳନ୍ତବୁଦା’ [a] ବିଷୟରେ ଲେଖିଲେ, ସେ କହିଥିଲେ ଯେ, ‘ପ୍ରଭୁ (ପରମେଶ୍ୱର) ହେଉଛନ୍ତି ଅବ୍ରହାମଙ୍କ ପରମେଶ୍ୱର, ଇସ୍ହାକଙ୍କ ପରମେଶ୍ୱର, ଓ ଯାକୁବଙ୍କ ପରମେଶ୍ୱର’ [b] 38 ଯଦି ପରମେଶ୍ୱର କହିଛନ୍ତି ଯେ, ସେ ସେମାନଙ୍କର ପରମେଶ୍ୱର, ତେବେ ଏ ଲୋକମାନେ ପ୍ରକୃତରେ ମୃତ ନୁହନ୍ତି। ସେ କେବଳ ଜୀବିତ ଲୋକମାନଙ୍କ ପରମେଶ୍ୱର। ଯେଉଁମାନେ ପରମେଶ୍ୱରଙ୍କ ଲୋକ, ସେମାନେ ସମସ୍ତେ ଜୀବିତ ଅଟନ୍ତି।
2010 by World Bible Translation Center