Revised Common Lectionary (Semicontinuous)
ଏକ ପ୍ରଶଂସାର ଗୀତ।
98 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ସଙ୍ଗୀତ ଗାନ କର।
କାରଣ ସେ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି!
ତାଙ୍କର ପବିତ୍ର ଦକ୍ଷିଣ ହସ୍ତ
ତାଙ୍କୁ ଆଉଥରେ ଗୌରବ ଆଣିଛି।
2 ସଦାପ୍ରଭୁ ତାଙ୍କର ଦାସଗଣଙ୍କୁ ରକ୍ଷା କରିବା ପାଇଁ ତାଙ୍କର ଶକ୍ତିକୁ ଜଣାଇଛନ୍ତି।
ଜାତି ଉଦ୍ଦେଶ୍ୟରେ, ସଦାପ୍ରଭୁ ତାଙ୍କର ଉତ୍ତମତା ଦେଖାଇଛନ୍ତି।
3 ଇସ୍ରାଏଲୀୟମାନଙ୍କ ପ୍ରତି ପରମେଶ୍ୱରଙ୍କ ପ୍ରେମ ଓ ବିଶ୍ୱସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି।
ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।
4 ହେ ପୃଥିବୀର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କର ଜୟଧ୍ୱନି କର।
ସ୍ତୁତି ଗାନ ଶୀଘ୍ର ଆରମ୍ଭ କର।
5 ବୀଣା ସହିତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର,
ବୀଣାର ମଧୁର ସଂଗୀତରେ ତାଙ୍କର ଗୁଣ ଗାନ କର।
6 ବଂଶୀ ବଜାଅ ଓ ତୂରୀ ଫୁଙ୍କ।
ଆମ୍ଭମାନଙ୍କର ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ ଧ୍ୱନି କର।
7 ସମୁଦ୍ର, ଜଗତ ଓ ତହିଁର ଜୀବ ସକଳ
ସମସ୍ତେ ଗାନ କର।
8 ନଦନଦୀଗଣ କରତାଳି ଦିଅ!
ପର୍ବତଗଣ ଏକ ସଙ୍ଗେ ଆନନ୍ଦ ଧ୍ୱନି କର।
9 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କର।
କାରଣ ସେ ଜଗତର ବିଗ୍ଭର କରିବା ପାଇଁ ଆସୁଛନ୍ତି।
ସେ ପୃଥିବୀର ଲୋକମାନଙ୍କୁ ଧର୍ମ ରୂପେ
ବିଗ୍ଭର ଓ ନ୍ୟାୟ କରିବେ।
Today Begins a Time of Blessing
10 ପାରସ୍ୟ ରାଜା ଦାରିୟାବସଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିବସରେ ଭବିଷ୍ୟଦ୍ବକ୍ତା ହାଗୟ ସଦାପ୍ରଭୁଙ୍କର ଏହି ବାର୍ତ୍ତା ପାଇଲେ। 11 “ଏହି ଜିନିଷଗୁଡ଼ିକ ବିଷୟରେ ବ୍ୟବସ୍ଥା କ’ଣ କୁହେ, ଯାଜକମାନଙ୍କୁ ପଗ୍ଭରିବାକୁ ସର୍ବଶକ୍ତିମାନ ସଦାପ୍ରଭୁ ଆଦେଶ ଦିଆନ୍ତି। 12 ‘ମନେକର ଜଣେ ମନୁଷ୍ୟ କିଛି ମାଂସ ତା’ର ପୋଷାକର ଭାଙ୍ଗରେ ନିଏ। ଏହା ପବିତ୍ର ହେବ କାରଣ ଏହି ମାଂସ ବଳିଦାନର ଏକ ଅଂଶ ବିଶେଷ। କ’ଣ ସେହିସବୁ ବସ୍ତ୍ର ଯଦି ରୋଟୀ, ରନ୍ଧାଖାଦ୍ୟ, ତେଲ କି ଅନ୍ୟ କୌଣସି ଖାଦ୍ୟ ପଦାର୍ଥକୁ ସ୍ପର୍ଶ କରେ ତେବେ ସେ ସବୁ କ’ଣ ପବିତ୍ର ହୋଇଯିବ?’”
ଯାଜକ ଉତ୍ତର ଦେଲେ, “ନାଁ,” ତାହା ହୋଇ ପାରିବ ନାହିଁ।
13 ତା’ପରେ ହାଗୟ କହିଲେ, “ଯଦି ଜଣେ ବ୍ୟକ୍ତି ଗୋଟିଏ ଶବକୁ ଛୁଏଁ ତେବେ ସେ କ’ଣ ଅପବିତ୍ର ହେବ? ବର୍ତ୍ତମାନ ସେ ଯଦି ଅନ୍ୟ ଜିନିଷଗୁଡ଼ିକୁ ଛୁଏଁ ସେଗୁଡ଼ିକ କ’ଣ ଅପବିତ୍ର ହୋଇଯିବ?”
ଯାଜକ ଉତ୍ତର ଦେଲେ, “ହଁ, ସେହି ଜିନିଷ ଅପବିତ୍ର ହେବ।”
14 ତା’ପରେ ହାଗୟ କହିଲେ, “ସଦାପ୍ରଭୁ ପରମେଶ୍ୱର ଏହିସବୁ କହନ୍ତି, ‘ଦେଶର ଲୋକମାନଙ୍କ ବିଷୟରେ ଏହା ସତ୍ୟ ଅଟେ। ସେହି ଲୋକମାନେ ଆମ୍ଭ ସମ୍ମୁଖରେ ଶୁଦ୍ଧ ଓ ପବିତ୍ର ନ ଥିଲେ। ତେଣୁ ଯେକୌଣସି ଜିନିଷକୁ ସେମାନେ ଛୁଉଁଥିଲେ ଏବଂ ଯେକୌଣସି ଜିନିଷକୁ ସେମାନେ ଯଜ୍ଞବେଦି ଉପରକୁ ଆଣୁଥିଲେ ସେଗୁଡ଼ିକ ସବୁ ଅଶୁଦ୍ଧ ହେଉଥିଲା।
15 “‘ଆଜି ଦିନର ପୂର୍ବରୁ ଯାହାସବୁ ଘଟିଲା ସେ ବିଷୟରେ ଚିନ୍ତା କର। ସଦାପ୍ରଭୁଙ୍କ ମନ୍ଦିରରେ କାର୍ଯ୍ୟ ଆରମ୍ଭ କରିବାର ପୂର୍ବ ସମୟ ବିଷୟରେ ଚିନ୍ତା କର। 16 ଲୋକମାନେ କୋଡ଼ିଏ ଓଜନ ମାପର ଶସ୍ୟ ଗ୍ଭହିଁଥିଲେ କିନ୍ତୁ ଶସ୍ୟ ସ୍ତୁପରେ ମାତ୍ର ଦଶ ଓଜନ ମାପର ଶସ୍ୟ ଥିଲା। ଲୋକମାନେ ଦ୍ରାକ୍ଷାରସ କୁଣ୍ତରୁ ପଗ୍ଭଶ୍ ମାଠିଆ ଦ୍ରାକ୍ଷାରସ ଗ୍ଭହିଁଥିଲେ। କିନ୍ତୁ ସେଥିରେ ମାତ୍ର କୋଡ଼ିଏ ମାଠିଆ ଦ୍ରାକ୍ଷାରସ ଥିଲା। 17 କାହିଁକି ଏହା ହେଲୋ? କାରଣ ଆମ୍ଭେ ତୁମ୍ଭମାନଙ୍କୁ ଦଣ୍ତ ଦେଲୁ। ଗଛଗୁଡ଼ିକ ମାରିଦେବାକୁ ଆମ୍ଭେ ରୋଗ ପଠାଇଥିଲୁ। ତୁମ୍ଭ ହାତରେ ପ୍ରସ୍ତୁତ କରିଥିବା ଶସ୍ୟକୁ ଆମ୍ଭେ କୁଆପଥର ପକାଇ ନଷ୍ଟ କରିଥିଲୁ। ଆମ୍ଭେ ଏସବୁ କଲାପରେ ମଧ୍ୟ ସେମାନେ ଆମ୍ଭ ପାଖକୁ ଆସିଲେ ନାହିଁ।’ ସଦାପ୍ରଭୁ ଏହିସବୁ କହିଲେ।
18 “ସଦାପ୍ରଭୁ କହିଲେ, ‘ଆଜି ନବମ ମାସର ଚତୁର୍ବିଂଶ ଦିବସ। ତୁମ୍ଭେମାନେ ସଦାପ୍ରଭୁଙ୍କ ମନ୍ଦିରରେ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟ ଶେଷ କରିଛ। ତେଣୁ ଏହା ପରେ କ’ଣ ସବୁ ଘଟୁଛି ଆଗକୁ ଲକ୍ଷ୍ୟ କର। 19 ଖଳାରେ ଆଉ ଶସ୍ୟ ଅଛି କି? ନାଁ, କୌଣସି ଶସ୍ୟ ଖଳାରେ ନାହିଁ। ଦ୍ରାକ୍ଷାଲତାକୁ, ଡିମ୍ବିରି ଗଛକୁ, ଡାଳିମ୍ବ ବୃକ୍ଷକୁ ଏବଂ ଅଲିଭ୍ ଗଛକୁ ଲକ୍ଷ୍ୟ କର। ସେମାନେ ଫଳ ଧାରଣ କରୁଛନ୍ତି କି? ନାଁ, ସେ ସବୁ ଧାରଣ କରୁ ନାହାନ୍ତି। କିନ୍ତୁ ଆଜିଠାରୁ ଦେଖ, ସେଗୁଡ଼ିକ ଉତ୍ତମ ଫଳ ଧାରଣ କରିବେ, କାରଣ ଆମ୍ଭେ ଆର୍ଶୀବାଦ କରିବା।’”
ଆମ୍ଭେ ଖ୍ରୀଷ୍ଟଙ୍କ ମହିମା ଦେଖିଲୁ
16 ଆମ୍ଭେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ବିଷୟରେ ତୁମ୍ଭମାନଙ୍କୁ କହିଛୁ। ତାହାଙ୍କର ଆସିବା ବିଷୟ ତୁମ୍ଭମାନଙ୍କୁ କହିଛୁ। ସେଗୁଡ଼ିକ ଲୋକମାନଙ୍କ ବିଜ୍ଞାନ ପାଇଁ ମନଗଢ଼ା ଗଳ୍ପ ନୁହେଁ। ଆମ୍ଭେ ନିଜେ ନିଜ ଆଖିରେ ଯୀଶୁଙ୍କର ମହାନତା ଦେଖିଛୁ। 17 ଯେତେବେଳେ ପରମପିତା ପରମେଶ୍ୱରଙ୍କଠାରୁ ଯୀଶୁ ସମ୍ମାନ ଓ ମହିମା ପାଇଥିଲେ, ସେତେବେଳେ ଯୀଶୁ ପିତା ପରମେଶ୍ୱରଙ୍କ ମହାଗୌରବଯୁକ୍ତ ବାଣୀ ଶୁଣିଥିଲେ। ସେହି ସ୍ୱର କହିଥିଲା: “ଏ ମୋର ପୁତ୍ର, ମୁଁ ତାହାକୁ ପ୍ରେମ କରେ। ମୁଁ ତା’ ଉପରେ ଅତି ପ୍ରସନ୍ନ।” 18 ଆମ୍ଭେ ସେହି ବାଣୀ ଶୁଣିଛୁ। ଆମ୍ଭେମାନେ ଯୀଶୁଙ୍କ ସହିତ ପବିତ୍ର ପର୍ବତରେ ଥିଲାବେଳେ ଏହି ବାଣୀ ଆକାଶରୁ ଆସିଥିଲା।
19 ଭବିଷ୍ୟଦ୍ବକ୍ତା କହିଥିବା କଥାଗୁଡ଼ିକ ବିଷୟରେ ସୁନିଶ୍ଚିତ ହେବା ପାଇଁ ଏହା ଅଧିକ ସାହାଯ୍ୟ କରେ। ଭବିଷ୍ୟଦ୍ବକ୍ତାମାନେ ଯାହା ଯାହା କହିଛନ୍ତି, ସେଗୁଡ଼ିକୁ ଯଥାସମ୍ଭବ କାର୍ଯ୍ୟକାରୀ କରିବା ତୁମ୍ଭ ପାଇଁ ଭଲ। ସେମାନେ ଯାହା କହିଛନ୍ତି ତାହା ଅନ୍ଧକାରରେ ଜ୍ୟୋତିଃ ତୁଲ୍ୟ ପ୍ରକାଶିତ ହେଲା। ସକାଳ ହେବା ପର୍ଯ୍ୟନ୍ତ ଓ ପ୍ରଭାତୀ ତାରା ତୁମ୍ଭ ମନରେ ନୂତନ ଜ୍ୟୋତିଃ ନ ଆଣିବା ପର୍ଯ୍ୟନ୍ତ, ତୁମ୍ଭ ପାଖରେ ସେହି ଜ୍ୟୋତିଃ ଅଛି। 20 ଶାସ୍ତ୍ରର କୌଣସି ଭାବବାଣୀ ମନୁଷ୍ୟର ନିଜର ବ୍ୟାଖ୍ୟା ନୁହେଁ। 21 କୌଣସି ଭବିଷ୍ୟଦ୍ବାଣୀ, ମନୁଷ୍ୟର ନିଜର ଇଚ୍ଛାରୁ ଜାତ ହୋଇ ନାହିଁ। କିନ୍ତୁ ଲୋକମାନେ ପବିତ୍ରଆତ୍ମା ଦ୍ୱାରା ଗ୍ଭଳିତ ହୋଇ, ପରମେଶ୍ୱରଙ୍କଠାରୁ ପ୍ରାପ୍ତ କଥା କହି ଅଛନ୍ତି।
2010 by World Bible Translation Center