Revised Common Lectionary (Semicontinuous)
ପରମେଶ୍ୱରଙ୍କ ପ୍ରତି ପ୍ରଶଂସା ଗାନ
12 ସେହି ସମୟରେ ତୁମ୍ଭେ କହିବ,
ହେ ସଦାପ୍ରଭୋ, “ମୁଁ ତୁମ୍ଭର ପ୍ରଶଂସା କରୁଛି।
ତୁମ୍ଭେ ଆମ୍ଭ ଉପରେ କ୍ରୋଧାନ୍ୱିତ ଥିଲ,
ମାତ୍ର ବର୍ତ୍ତମାନ ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି,
ତୁମ୍ଭେ ତୁମ୍ଭର ପ୍ରେମ ଆମ୍ଭକୁ ଦେଖାଇଅଛ।
2 ପରମେଶ୍ୱର ମୋର ତ୍ରାଣକର୍ତ୍ତା।
ମୁଁ ତାଙ୍କୁ ବିଶ୍ୱାସ କରେ।
କିନ୍ତୁ ତାଙ୍କୁ ଭୟ କରେ ନାହିଁ।
କାରଣ ସେ ମୋତେ ରକ୍ଷା କରନ୍ତି।
ଯିହୋବାଃ ସଦାପ୍ରଭୁ ମୋର ବଳ ଓ ତ୍ରାଣକର୍ତ୍ତା।
ତେଣୁ ତାଙ୍କର ପ୍ରଶଂସା ଗାନ କରିବି।”
3 ପରିତ୍ରାଣ ରୂପକ କୂପରୁ ତୁମ୍ଭେମାନେ ଜଳ କାଢ଼ିବ।
ତାହାହେଲେ ତୁମ୍ଭେମାନେ ସୁଖୀ ହେବ।
4 ତା’ପରେ ତୁମ୍ଭେ କହିବ, “ସଦାପ୍ରଭୁଙ୍କର ପ୍ରଶଂସା କର।
ତାହାଙ୍କ ନାମରେ ପ୍ରାର୍ଥନା କର।
ସେ ଯେଉଁ ମହାନ କାର୍ଯ୍ୟ କରିଛନ୍ତି,
ସେଥିପାଇଁ ସମସ୍ତ ଗୋଷ୍ଠୀ ଆଗରେ ତାଙ୍କର ପ୍ରଶଂସା କର।”
5 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର।
କାରଣ ସେ ମହିମାଯୁକ୍ତ କାର୍ଯ୍ୟ କରିଛନ୍ତି।
ତାହାଙ୍କର ସମଗ୍ର ପୃଥିବୀରେ ମହିମା ବ୍ୟାପ୍ତ ହେଉ।
ସମଗ୍ର ମାନବ ସମାଜ ଏହା ଜାଣନ୍ତୁ।
6 ହେ ସିୟୋନ ନିବାସୀଗଣ, ଉଚ୍ଚସ୍ୱରରେ ତାଙ୍କର ପ୍ରଶଂସା କର।
ଇସ୍ରାଏଲ ସେହି ପବିତ୍ର ଧର୍ମସ୍ୱରୂପ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି,
ତେଣୁ ଆନନ୍ଦ କର।
ସଦାପ୍ରଭୁ ତାଙ୍କ ସନ୍ତାନମାନଙ୍କୁ ରକ୍ଷା କରିବେ
14 ପୁଣି ସେ କହିବେ, “ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର।
ଆମ୍ଭ ଲୋକମାନଙ୍କ ପଥରୁ ବାଧାବିଘ୍ନ ଦୂର କର।”
15 କାରଣ ଯେ ଅନନ୍ତକାଳ ନିବାସୀ,
ଯାହାଙ୍କର ନାମ ପରମେଶ୍ୱର,
ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି;
“ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ।
ଆଉ ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ
ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ
ଓ ନମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।
16 ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ
କିମ୍ବା ନିରନ୍ତର କ୍ରୋଧ କରିବା ନାହିଁ।
ଯଦି କରିବା ତାହାହେଲେ ମାନବର ଆତ୍ମା
ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।
17 ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ
କୃଦ୍ଧ ହୋଇ ତାହାକୁ ଆଘାତ କଲୁଁ,
ଆମ୍ଭେ ନିଜର ମୁଖ ଲୁଗ୍ଭଇ କ୍ରୁଦ୍ଧ ହେଲୁ;
ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଗ୍ଭଲିଲା।
18 ଆମ୍ଭେ ତାହାର ଗତି ଦେଖିଅଛୁ ଓ ଆମ୍ଭେ ତାକୁ ସଠିକ୍ ରୂପେ ଗଢ଼ିବା, ମୁଁ ତାକୁ ସତ୍ୟର ପଥ ଦେଖାଇବି
ଏବଂ ତାହାର ଶୋକାକୁଳ ଲୋକମାନଙ୍କୁ ପୁନର୍ବାର ସାନ୍ତ୍ୱନା ଦେବି।
19 ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ।
ସଦାପ୍ରଭୁ କୁହନ୍ତି, ଦୂରବର୍ତ୍ତୀ
ଓ ନିକଟବର୍ତ୍ତୀ ଲୋକ ପ୍ରତି ‘ଶାନ୍ତି’ ହେଉ
ଓ ଆମ୍ଭେ ତାହାକୁ ସୁସ୍ଥ କରିବା।”
20 ମାତ୍ର ଦୁଷ୍ଟମାନେ ତରଙ୍ଗାୟିତ ସମୁଦ୍ର ତୁଲ୍ୟ,
କାରଣ ତାହା ସ୍ଥିର ହୋଇପାରେ ନାହିଁ
ଓ ତାହାର ଜଳରେ ପଙ୍କ
ଓ କାଦୁଅ ଉଠେ।
21 ଆମ୍ଭର ପରମେଶ୍ୱର କୁହନ୍ତି;
“ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।’
ସମସ୍ତେ ପାପ କରିଛନ୍ତି
18 ପରମେଶ୍ୱରଙ୍କ କ୍ରୋଧ ସ୍ୱର୍ଗରୁ ପ୍ରକାଶିତ ହୋଇଛି। ଲୋକମାନଙ୍କ ଦ୍ୱାରା ପରମେଶ୍ୱରଙ୍କ ବିରୁଦ୍ଧରେ କରାଯାଇଥିବା ପ୍ରତ୍ୟେକ କୁକର୍ମ ଓ ମନ୍ଦକର୍ମ ପାଇଁ ପରମେଶ୍ୱର କ୍ରୋଧ କରନ୍ତି। ସେମାନଙ୍କ ପାଖରେ ସତ୍ୟ ଅଛି, କିନ୍ତୁ ସେମାନେ ନିଜର ମନ୍ଦ ଜୀବନ ଦ୍ୱାରା ତାହା ଲୁଗ୍ଭନ୍ତି। 19 ପରମେଶ୍ୱରଙ୍କ ବିଷୟକ ସମସ୍ତ ଜ୍ଞାନ ଲୋକମାନଙ୍କ ପାଇଁ ସ୍ପଷ୍ଟ କରା ଯାଇ ସାରିଥିବାରୁ, ପରମେଶ୍ୱର ତାହାଙ୍କର କ୍ରୋଧ ଦେଖାନ୍ତି। ପ୍ରକୃତରେ, ପରମେଶ୍ୱର ନିଜ ବିଷୟରେ ଯାହା ଜଣାଇବା କଥା ସେ ସମସ୍ତ କଥା ସ୍ପଷ୍ଟ ଭାବରେ ଦେଖାଇ ଦେଇଛନ୍ତି।
20 ପରମେଶ୍ୱରଙ୍କ ବିଷୟରେ କେତେକ ତଥ୍ୟ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ୱରତ୍ୱ ତାହାଙ୍କୁ ପରମେଶ୍ୱର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସେଗୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରାଯାଇଛି। ଏଗୁଡ଼ିକ ପରମେଶ୍ୱର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହୋଇ ଥାଏ। ସେଥିପାଇଁ ମନ୍ଦ କାର୍ଯ୍ୟ କରିବା ପାଇଁ ଲୋକମାନଙ୍କ ପାଖରେ କୌଣସି ବାହାନା ନାହିଁ।
21 ଲୋକେ ପରମେଶ୍ୱରଙ୍କୁ ଜାଣିଥିଲେ। କିନ୍ତୁ ସେମାନେ ପରମେଶ୍ୱରଙ୍କୁ ଗୌରବ ଦେଲେ ନାହିଁ ଓ ତାହାଙ୍କୁ ଧନ୍ୟବାଦ ଜଣାଇଲେ ନାହିଁ। ଲୋକଙ୍କ ଚିନ୍ତାଧାରା ନିରର୍ଥକ ହେଲା। ସେମାନଙ୍କର ଜ୍ଞାନ ଅନ୍ଧକାରରେ ଭରିଗଲା। 22 ଲୋକେ ନିଜକୁ ବୁଦ୍ଧିମାନ ବୋଲି କହିଲେ କିନ୍ତୁ ପ୍ରକୃତରେ ସେମାନେ ମୂର୍ଖ ହୋଇଗଲେ। 23 ସେମାନେ ପରମେଶ୍ୱରଙ୍କ ଚିରସ୍ଥାୟୀ ମହିମାକୁ ଛାଡ଼ି ଦେଲେ। ଲୋକେ ସେହି ମହିମାକୁ ମୂର୍ତ୍ତିପୂଜା ଦ୍ୱାରା ବେପାର କଲେ। ଲୋକେ ଏହି ମୂର୍ତ୍ତିଗୁଡ଼ିକୁ ପକ୍ଷୀ, ପଶୁ ଓ ପରୀସୃପ ରୂପ ପ୍ରଦାନ କଲେ।
24 ଲୋକେ ସର୍ବଦା ମନ୍ଦ କର୍ମ କରିବାକୁ ଇଚ୍ଛା କଲେ। ସେମାନେ ପାପରେ ପୂର୍ଣ୍ଣ ଥିଲେ। ପରମେଶ୍ୱର ସେମାନଙ୍କୁ ନିଜର ପାପ ମାର୍ଗରେ ଯିବା ପାଇଁ ଛାଡ଼ି ଦେଲେ। ସେଥିପାଇଁ ସେମାନେ ଯୌନପାପରେ ପରିପୂର୍ଣ୍ଣ ହେଲେ ଓ ନିଜ ନିଜ ଶରୀରକୁ ପରସ୍ପର ସହିତ ମନ୍ଦ କର୍ମରେ ନିୟୋଜିତ ରଖିଲେ, ଯା’ଦ୍ୱାରା ସେମାନଙ୍କ ଶରୀର ନିନ୍ଦିତ ହେଲା। 25 ଲୋକେ ପରମେଶ୍ୱରଙ୍କ ସତ୍ୟ ବଦଳରେ ମିଥ୍ୟାକୁ ଗ୍ରହଣ କଲେ। ସେମାନେ ସୃଷ୍ଟ ବସ୍ତୁଗୁଡ଼ିକର ଉପାସନା ଓ ସେବା କଲେ। ସେମାନେ ଏହି ବସ୍ତୁ ଗୁଡ଼ିକର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ଉପାସନା କଲେ ନାହିଁ। ପରମେଶ୍ୱର ସର୍ବଦା ପ୍ରଶଂସାର ପାତ୍ର। ଆମେନ୍।
2010 by World Bible Translation Center