Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 65:17-25

ନୂତନ ସମୟ ଆସୁଅଛି

17 “କାରଣ ଦେଖ, ଆମ୍ଭେ ନୂତନ ସ୍ୱର୍ଗମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁଅଛୁ।
ତେଣୁ ପୂର୍ବକାଳର ବିଷୟସବୁ ବିସ୍ମୃତ ହେବ
    ଓ ସେଗୁଡ଼ିକ ଆଉ ସ୍ମୃତିକୁ ଆସିବ ନାହିଁ।
18 ମାତ୍ର ଯାହା ଆମ୍ଭେ ସୃଷ୍ଟି କରୁ,
    ତୁମ୍ଭେମାନେ ଚିରକାଳ ତହିଁରେ ଆନନ୍ଦ ଉଲ୍ଲାସ କର।
କାରଣ ଆମ୍ଭେ ଯିରୁଶାଲମକୁ ଏକ ଆନନ୍ଦ ମୁଖରିତ ନଗରରୂପେ
    ଓ ତହିଁର ନିବାସୀଗଣଙ୍କୁ ଆନନ୍ଦର ପାତ୍ର ରୂପେ ସୃଷ୍ଟି କରୁ।

19 “ପୁଣି ଆମ୍ଭେ ଯିରୁଶାଲମରେ ଆନନ୍ଦ କରିବା
    ଓ ଆମ୍ଭ ଲୋକମାନଙ୍କଠାରେ ଉଲ୍ଲାସ କରିବା।
ସେଠାରେ ଆଉ ବିଳାପର ଧ୍ୱନି
    ଓ କ୍ରନ୍ଦନର ସ୍ୱର ଶୁଣାଯିବ ନାହିଁ।
20 କ୍ଷୀଣଜୀବୀ ଶିଶୁ ନୁହେଁ କିନ୍ତୁ ବୃଦ୍ଧା ଯେ କି ଗୋଟିଏ ପୂର୍ଣ୍ଣ ଜୀବନ ବଞ୍ଚି ରହେ ନାହିଁ।
    ସେଠାରେ ବଞ୍ଚି ରହିବ, ଗୋଟିଏ ବାଳକ ଏକଶତ ବର୍ଷ ପର୍ଯ୍ୟନ୍ତ ବଞ୍ଚିତ
ଏବଂ ଯଦି ଗୋଟିଏ ବାଳକ ଏକଶତ ବର୍ଷ ପୂର୍ବରୁ ମରେ,
    ସେ ଅଭିଶପ୍ତ ବୋଲି ବିଗ୍ଭର କରାଯିବ।

21 “ସେହି ସ୍ଥାନରେ ଲୋକମାନେ ଗୃହ ନିର୍ମାଣ କରି ତହିଁରେ ବାସ କରିବେ
    ଓ ସେମାନେ ଦ୍ରାକ୍ଷାକ୍ଷେତ ପ୍ରସ୍ତୁତ କରି ତାହାର ଫଳ ଭୋଗ କରିବେ।
22 ସେମାନେ ନିର୍ମାଣ କରିଥିବା ଗୃହରେ
    ଅନ୍ୟ ଲୋକ ବାସ କରି ପାରିବେ ନାହିଁ
ଓ ସେମାନଙ୍କରୋପିତ ବୃକ୍ଷର ଫଳ ଅନ୍ୟ ଲୋକ ଭୋଗ କରିବ ନାହିଁ।
    କାରଣ ଆମ୍ଭ ଲୋକମାନଙ୍କର ଆୟୁ ବୃକ୍ଷର ଆୟୁତୁଲ୍ୟ ହେବ
ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘକାଳ ପର୍ଯ୍ୟନ୍ତ
    ନିଜ ହସ୍ତକୃତ କର୍ମଫଳ ଭୋଗ କରିବେ।
23 ସେମାନେ ଅନିୟମିତ ପରିଶ୍ରମ କରିବେ ନାହିଁ।
    ସେମାନେ ବିନାଶ ପାଇଁ ଦୈବ ନିଯୁକ୍ତ ସନ୍ତାନ ପ୍ରସବ କରିବେ ନାହିଁ।
ସେମାନେ ଓ ସେମାନଙ୍କର ସନ୍ତାନଗଣ
    ଆଶୀର୍ବାଦ ପାତ୍ରର ପରିବାରରୁ ହେବେ।
24 ପୁଣି ସେମାନେ ଡାକିବା ପୂର୍ବରୁ ଆମ୍ଭେ ଉତ୍ତର ଦେବା
    ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।
25 ଗଧିଆ ଓ ମେଣ୍ଢାଛୁଆ ଏକତ୍ର ରହିବେ,
    ସିଂହ ଗୋରୁପଲ ପରି ନଡ଼ା ଖାଇବ।
    ପୁଣି ଧୂଳି ସର୍ପର ଖାଦ୍ୟ ହେବ।
ସେମାନେ ଆମ୍ଭ ପବିତ୍ର ପର୍ବତରେ କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ।”
    ସଦାପ୍ରଭୁ ଏହା କୁହନ୍ତି।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 12

ପରମେଶ୍ୱରଙ୍କ ପ୍ରତି ପ୍ରଶଂସା ଗାନ

12 ସେହି ସମୟରେ ତୁମ୍ଭେ କହିବ,
ହେ ସଦାପ୍ରଭୋ, “ମୁଁ ତୁମ୍ଭର ପ୍ରଶଂସା କରୁଛି।
    ତୁମ୍ଭେ ଆମ୍ଭ ଉପରେ କ୍ରୋଧାନ୍ୱିତ ଥିଲ,
ମାତ୍ର ବର୍ତ୍ତମାନ ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି,
    ତୁମ୍ଭେ ତୁମ୍ଭର ପ୍ରେମ ଆମ୍ଭକୁ ଦେଖାଇଅଛ।
ପରମେଶ୍ୱର ମୋର ତ୍ରାଣକର୍ତ୍ତା।
    ମୁଁ ତାଙ୍କୁ ବିଶ୍ୱାସ କରେ।
କିନ୍ତୁ ତାଙ୍କୁ ଭୟ କରେ ନାହିଁ।
    କାରଣ ସେ ମୋତେ ରକ୍ଷା କରନ୍ତି।
ଯିହୋବାଃ ସଦାପ୍ରଭୁ ମୋର ବଳ ଓ ତ୍ରାଣକର୍ତ୍ତା।
    ତେଣୁ ତାଙ୍କର ପ୍ରଶଂସା ଗାନ କରିବି।”

ପରିତ୍ରାଣ ରୂପକ କୂପରୁ ତୁମ୍ଭେମାନେ ଜଳ କାଢ଼ିବ।
    ତାହାହେଲେ ତୁମ୍ଭେମାନେ ସୁଖୀ ହେବ।
ତା’ପରେ ତୁମ୍ଭେ କହିବ, “ସଦାପ୍ରଭୁଙ୍କର ପ୍ରଶଂସା କର।
    ତାହାଙ୍କ ନାମରେ ପ୍ରାର୍ଥନା କର।
ସେ ଯେଉଁ ମହାନ କାର୍ଯ୍ୟ କରିଛନ୍ତି,
    ସେଥିପାଇଁ ସମସ୍ତ ଗୋଷ୍ଠୀ ଆଗରେ ତାଙ୍କର ପ୍ରଶଂସା କର।”
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର।
    କାରଣ ସେ ମହିମାଯୁକ୍ତ କାର୍ଯ୍ୟ କରିଛନ୍ତି।
ତାହାଙ୍କର ସମଗ୍ର ପୃଥିବୀରେ ମହିମା ବ୍ୟାପ୍ତ ହେଉ।
    ସମଗ୍ର ମାନବ ସମାଜ ଏହା ଜାଣନ୍ତୁ।
ହେ ସିୟୋନ ନିବାସୀଗଣ, ଉଚ୍ଚସ୍ୱରରେ ତାଙ୍କର ପ୍ରଶଂସା କର।
    ଇସ୍ରାଏଲ ସେହି ପବିତ୍ର ଧର୍ମସ୍ୱରୂପ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି,
    ତେଣୁ ଆନନ୍ଦ କର।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3:6-13

କର୍ମର ବାଧ୍ୟତା

ଭାଇ ଓ ଭଉଣୀମାନେ! ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ମିଳିଥିବା ଅଧିକାର ବଳରେ, କାମ କରିବାକୁ ମନା କରୁଥିବା ବିଶ୍ୱାସୀ ଭାଇମାନଙ୍କଠାରୁ ଦୂରରେ ରହିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଆଦେଶ ଦେଉଛୁ। କୌଣସି କାମ କରିବା ପାଇଁ ଗ୍ଭହୁଁ ନ ଥିବା ଲୋକମାନେ ଆମ୍ଭଠାରୁ ଗ୍ରହଣ କରିଥିବା ଶିକ୍ଷାଗୁଡ଼ିକୁ ମାନୁ ନାହାନ୍ତି। ତୁମ୍ଭେମାନେ ଜାଣିଛ ଯେ, ଆମ୍ଭ ପରି ତୁମ୍ଭେମାନେ ରହିବା ଉଚିତ୍। ତୁମ୍ଭମାନଙ୍କ ସହିତ ଥିଲାବେଳେ ଆମ୍ଭେ କେବେ ହେଲେ କାମ କରିବା ପାଇଁ ମନା କରି ନ ଥିଲୁ। ମୂଲ୍ୟ ନ ଦେଇ ଆମ୍ଭେ କାହାରି ଘରେ ଭୋଜନ ଗ୍ରହଣ କରି ନାହୁଁ। ଆମ୍ଭେମାନେ କାହାରି ଉପରେ ଭାର ସ୍ୱରୂପ ନ ହେବୁ ବୋଲି ସର୍ବଦା କର୍ମରତ ରହୁଥିଲୁ। ଆମ୍ଭେ ଦିନରାତି କାମ କରୁଥିଲୁ। ତୁମ୍ଭମାନଙ୍କୁ ସାହାଯ୍ୟ ମାଗିବା ନିମନ୍ତେ ଆମ୍ଭର ଅଧିକାର ଥିଲା। କିନ୍ତୁ ଆମ୍ଭେ ନିଜର ଯତ୍ନ ନିଜେ ନେବା ପାଇଁ କାମ କରୁଥିଲୁ। ତୁମ୍ଭମାନଙ୍କ ସମ୍ମୁଖରେ ଗୋଟିଏ ଆଦର୍ଶ ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ଆମ୍ଭେ ଏପରି କରିଥିଲୁ। 10 ତୁମ୍ଭମାନଙ୍କ ସହିତ ଥିଲାବେଳେ ଆମ୍ଭେ ତୁମ୍ଭମାନଙ୍କୁ ଗୋଟିଏ ନିୟମ ଶିଖାଇଥିଲୁ: “ଯଦି ଜଣେ କାମ ନ କରିବ, ତା’ହେଲେ ସେ ଖାଇବ ନାହିଁ।”

11 ତୁମ୍ଭମାନଙ୍କ ଦଳରେ କେତେ ଜଣ କାମ କରିବା ପାଇଁ ମନା କରୁଛନ୍ତି ବୋଲି ଆମ୍ଭେ ଶୁଣିଲୁ। ସେମାନେ କିଛି କରୁ ନାହାନ୍ତି। ସେମାନେ ଅନ୍ୟମାନଙ୍କ ଜୀବନରେ ହସ୍ତକ୍ଷେପ କରିବାରେ ସମୟ ଅତିବାହିତ କରନ୍ତି। 12 ଆମ୍ଭେ ସେମାନଙ୍କୁ ଆଦେଶ ଦେଉଛୁ ଯେ, ସେମାନେ ଅନ୍ୟମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ିଦିଅନ୍ତୁ। ସେମାନେ କର୍ମ କରି ନିଜର ଖାଦ୍ୟ ପାଇଁ ଉପାର୍ଜନ କରନ୍ତୁ। ଏଭଳି ଲୋକମାନଙ୍କୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେ ଅନୁରୋଧ କରୁଛୁ ଯେ, ସେମାନେ ଏପରି କରନ୍ତୁ। 13 ଭାଇ ଓ ଭଉଣୀମାନେ! ଭଲ କାମ କରିବା ପାଇଁ କେବେ ହେଲେ କ୍ଳାନ୍ତ ହୁଅ ନାହିଁ।

ଲୂକ ଲିଖିତ ସୁସମାଗ୍ଭର 21:5-19

ମନ୍ଦିରର ଧ୍ୱଂସ(A)

କେତେକ ଶିଷ୍ୟ ମନ୍ଦିର ବିଷୟରେ କଥାବାର୍ତ୍ତା ହେଉଥିଲେ। ସେମାନେ କହିଲେ, “ଏହା ଗୋଟିଏ ସୁନ୍ଦର ମନ୍ଦିର। ଏହା ସବୁଠାରୁ ଭଲ ପଥରରେ ତିଆରି ହୋଇଛି। ଦେଖ ପରମେଶ୍ୱରଙ୍କୁ କିପରି ଭଲଭଲ ଦାନ ଅର୍ପଣ କରାଯାଇଛି!”

କିନ୍ତୁ ଯୀଶୁ କହିଲେ, “ଏବେ ତୁମ୍ଭେମାନେ ଏଠାରେ ଯାହାସବୁ ଦେଖୁଛ, ସମୟ ଆସିବ, ଯେତେବେଳେ ଏସବୁ ଧ୍ୱଂସ ହୋଇଯିବ। ଏହି ଭବନଗୁଡ଼ିକର ପ୍ରତ୍ୟେକ ପଥର ଭୂମିସାତ୍ ହୋଇ ପଡ଼ିବ। ଗୋଟିଏ ହେଲେ ପଥର ଅନ୍ୟ ଗୋଟିଏ ପଥର ଉପରେ ରହି ପାରିବ ନାହିଁ।”

କେତେକ ଶିଷ୍ୟ ଯୀଶୁଙ୍କୁ ପଗ୍ଭରିଲେ, “ଗୁରୁ! ଏସବୁ ଘଟଣା କେବେ ଘଟିବ? କି ପ୍ରକାରର ଲକ୍ଷଣ ଦ୍ୱାରା ଜଣା ପଡ଼ିବ ଯେ ଏ ସବୁ ଘଟଣା ଘଟିବାର ସମୟ ଆସି ଗଲାଣି?”

ଯୀଶୁ କହିଲେ, “ସାବଧାନ! ଭ୍ରାନ୍ତହୁଅ ନାହିଁ। ମୋ’ ନାମ ବ୍ୟବହାର କରି ଅନେକ ଲୋକ ଆସିବେ। ସେମାନେ କହିବେ, ‘ମୁଁ ଖ୍ରୀଷ୍ଟ’ ଏବଂ ‘ଉପଯୁକ୍ତ ସମୟ ଆସିଯାଇଛି।’ କିନ୍ତୁ ତୁମ୍ଭେମାନେ ସେମାନଙ୍କୁ ଅନୁସରଣ କରିବ ନାହିଁ। ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିଦ୍ରୋହର ଜନରବ ଶୁଣିବ, କେବେ ଡରିଯିବ ନାହିଁ। ଏସବୁ ଘଟଣା ନିଶ୍ଚୟ ପ୍ରଥମେ ଘଟିବ। କିନ୍ତୁ ଅନ୍ତିମ ସମୟ ଆସିବାକୁ ବିଳମ୍ବ ହେବ।”

10 ଯୀଶୁ ସେମାନଙ୍କୁ କହିଲେ, “ଦେଶ ଦେଶ ବିରୁଦ୍ଧରେ ଲଢ଼େଇ କରିବେ। ରାଜ୍ୟ ରାଜ୍ୟ ବିରୁଦ୍ଧରେ ଲଢ଼େଇ କରିବେ। 11 ଭୟାନକ ଭୂମିକମ୍ପ, ରୋଗ ଓ ଅମଙ୍ଗଳର ବିଷୟ ସବୁ ଅନେକ ସ୍ଥାନରେ ଘଟିବ। କେତେକ ସ୍ଥାନରେ ମରୁଡ଼ି ପଡ଼ିବ, ଲୋକେ ଖାଇବାକୁ ପାଇବେ ନାହିଁ। ଭୟଙ୍କର ଘଟଣାମାନ ଘଟିବ। ଲୋକମାନଙ୍କୁ ଚେତାବନୀ ଦେବା ପାଇଁ ଆକାଶରେ ଅନେକ ଆଶ୍ଚର୍ଯ୍ୟ ଜନକ ବିଷୟ ଦେଖାଯିବ।

12 “କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ଲୋକେ ତୁମ୍ଭମାନଙ୍କୁ ବନ୍ଦୀ କରିନେବେ, ଓ ତୁମ୍ଭମାନଙ୍କୁ ଯନ୍ତ୍ରଣା ଦେବେ। ଲୋକମାନେ ସେମାନଙ୍କର ସମାଜଗୃହମାନଙ୍କରେ ତୁମ୍ଭମାନଙ୍କର ବିଗ୍ଭର କରିବେ ଓ ତୁମ୍ଭମାନଙ୍କୁ କାରାଗାରରେ ବନ୍ଦୀ କରିବେ। ରାଜା ଓ ଶାସନକର୍ତ୍ତାଙ୍କ ସାମନାରେ ତୁମ୍ଭମାନଙ୍କୁ ହାଜର କରାଯିବ। ତୁମ୍ଭେମାନେ ମୋର ଅନୁସରଣ କରୁଥିବା ଯୋଗୁଁ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଏଭଳି ବ୍ୟବହାର କରିବେ। 13 କିନ୍ତୁ ଏହା ତୁମ୍ଭମାନଙ୍କୁ ମୋ’ ବିଷୟରେ କହିବାକୁ ସୁଯୋଗ ଦେବ। 14 ତୁମ୍ଭେମାନେ ନିଜକୁ ରକ୍ଷା କରିବା ପାଇଁ କ’ଣ କହିବ, ସେଥିପାଇଁ ଆଦୌ ବ୍ୟସ୍ତ ହୁଅ ନାହିଁ। 15 ମୁଁ ତୁମ୍ଭକୁ କହିବାକୁ ଜ୍ଞାନ ପ୍ରଦାନ କରିବି। ତୁମ୍ଭେମାନେ ଯାହା କହିବ, ତୁମ୍ଭର କୌଣସି ଶତ୍ରୁ ତା’ର ଉତ୍ତର ଦେଇ ପାରିବ ନାହିଁ। 16 ଏପରିକି ତୁମ୍ଭମାନଙ୍କର ବାପାମା, ଭାଇ, ସମ୍ପର୍କୀୟ ଓ ବନ୍ଧୁମାନେ ତୁମ୍ଭମାନଙ୍କର ବିରୋଧୀ ହୋଇଯିବେ। ସେମାନେ ତୁମ୍ଭମାନଙ୍କ ମଧ୍ୟରୁ କେତେକଙ୍କୁ ମାରିଦେବେ। 17 ତୁମ୍ଭେମାନେ ମୋର ଅନୁସରଣ କରୁଥିବା ଯୋଗୁଁ ସବୁ ଲୋକେ ତୁମ୍ଭମାନଙ୍କୁ ଘୃଣା କରିବେ। 18 କିନ୍ତୁ ପ୍ରକୃତରେ ଏଥି ମଧ୍ୟରୁ କାହାରି ଦ୍ୱାରା ମଧ୍ୟ ତୁମ୍ଭମାନଙ୍କ କ୍ଷତି ହେବ ନାହିଁ। 19 ଏହିସବୁ ଘଟଣା ଭିତରେ ତୁମ୍ଭେମାନେ ତୁମ୍ଭ ବିଶ୍ୱାସରେ ଦୃଢ଼ ରହିଲେ ନିଜକୁ ରକ୍ଷା କରି ପାରିବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center