Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ, ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ।
76 ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି।
ଇସ୍ରାଏଲ ମଧ୍ୟରେ ତାଙ୍କ ନାମ ମହତ୍।
2 ପରମେଶ୍ୱରଙ୍କର ମନ୍ଦିର ଶାଲେମରେ ଅବସ୍ଥିତ।
ପରମେଶ୍ୱରଙ୍କର ବାସସ୍ଥାନ ସିୟୋନ ପର୍ବତରେ ଅବସ୍ଥିତ।
3 ସେହି ସ୍ଥାନରେ ପରମେଶ୍ୱର ଧନୁର୍ବାଣ, ଢାଲ, ଖଡ଼୍ଗ
ଏବଂ ସମସ୍ତ ଯୁଦ୍ଧାସ୍ତ୍ର ଭଙ୍ଗ କଲେ।
4 ପରମେଶ୍ୱର, ତୁମ୍ଭେ ପର୍ବତରୁ ତୁମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରି
ତେଜ୍ଜୋମୟ ଓ ମହିମାନ୍ୱିତ ଭାବେ ଫେରି ଆସ।
5 ସେହି ସୈନିକମାନେ ଭାବୁଥିଲେ, ସେମାନେ ଅତି ଶକ୍ତିଶାଳୀ ଯୋଦ୍ଧା ଅଟନ୍ତି।
କିନ୍ତୁ ସେମାନେ ବର୍ତ୍ତମାନ ଯୁଦ୍ଧ ଭୂମିରେ ମରିପଡ଼ିଛନ୍ତି।
ସେମାନଙ୍କର ଶରୀର କ୍ଷତବିକ୍ଷତ ହୋଇଅଛି।
ସେହି ଯୋଦ୍ଧା ସୈନିକମାନଙ୍କ ମଧ୍ୟରୁ କେହି ହସ୍ତ ଉଠାଇ ପାରି ନ ଥିଲେ।
6 ଯାକୁବର ପରମେଶ୍ୱର, ଯେତେବେଳେ ତୁମ୍ଭେ ଆପଣାର ଯୁଦ୍ଧରବ କଲ,
ସେମାନଙ୍କର ଅଶ୍ୱଗଣ ଏବଂ ରଥାରୋହୀଗଣ ପଡ଼ି ମୃତ୍ୟୁବରଣ କଲେ।
7 ହେ ପରମେଶ୍ୱର, ତୁମ୍ଭେ ହିଁ ସମସ୍ତଙ୍କ ଦ୍ୱାରା ଭୟର ପାତ୍ର।
ତୁମ୍ଭେ ଥରେ କ୍ରୋଧ କଲେ, କେହି ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବେ ନାହିଁ।
8-9 ସଦାପ୍ରଭୁ, ବିଗ୍ଭରକ ପରି ଠିଆ ହୋଇଛନ୍ତି, ତୁମ୍ଭେ ନ୍ୟାୟ ବିଗ୍ଭର କଲ,
ପରମେଶ୍ୱର ଏହି ଦେଶରେ ନୀଚ୍ଚ ଲୋକମାନଙ୍କୁ ରକ୍ଷା କରିବା ପାଇଁ,
ସ୍ୱର୍ଗରୁ ତାଙ୍କର ବିଗ୍ଭର ଶୁଣାଇଛନ୍ତି।
ସମସ୍ତ ପୃଥିବୀବାସୀ ସ୍ତବ୍ଧ ଓ ଭୟଭୀତ ହୋଇଛନ୍ତି।
10 ହେ ପରମେଶ୍ୱର, ଯେତେବେଳେ ତୁମ୍ଭେ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ, ଲୋକମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି।
ତୁମ୍ଭେ ଆପଣା କ୍ରୋଧ ପ୍ରକାଶ କର ଏବଂ ତିଷ୍ଟି ରହିବା ଲୋକମାନେ [a] ଶକ୍ତିଶାଳୀ ହୁଅନ୍ତୁ।
11 ଲୋକମାନେ ପରମେଶ୍ୱରଙ୍କଠାରେ ମାନସିକ କରନ୍ତି,
ଏବଂ ସେସବୁକୁ ପରମେଶ୍ୱରଙ୍କଠାରେ ଅର୍ପଣ କରନ୍ତି।
ଲୋକମାନେ ଚତୁର୍ଦ୍ଦିଗରେ ଥିବା ଜାତିଗଣ ପରମେଶ୍ୱରଙ୍କ ନିକଟକୁ ଉପହାର ଆଣିବା ଉଚିତ୍,
ଯେଉଁମାନେ କି ସମ୍ମାନ ପାଇଁ ଉପଯୁକ୍ତ ଅଟନ୍ତି।
12 ପରମେଶ୍ୱର ମହାନ ନେତାମାନଙ୍କୁ ପରାସ୍ତ କରନ୍ତି।
ପୃଥିବୀର ସମସ୍ତ ରାଜା ତାହାଙ୍କୁ ଭୟ କରନ୍ତି।
17 “ଆମ୍ଭେ ପିତ୍ତଳ ପରିବର୍ତ୍ତେ ସୁବର୍ଣ୍ଣ,
ଲୁହା ପରିବର୍ତ୍ତେ ରୌପ୍ୟ,
କାଠ ପରିବର୍ତ୍ତେ ପିତ୍ତଳ
ଓ ପ୍ରସ୍ତର ପରିବର୍ତ୍ତେ ଲୌହ ଆଣିବା।
ମୁଁ ଶାସ୍ତି ବଦଳରେ ଶାନ୍ତି ଆଣିବି।
ଲୋକମାନେ ତୁମ୍ଭମାନଙ୍କୁ କ୍ଷତି କରିବେ କିଛି ଲୋକେ ତୁମ୍ଭ ପାଇଁ ଉତ୍ତମ କାମ କରିବେ।
18 ତୁମ୍ଭ ଦେଶରେ ଦୌରାତ୍ମ୍ୟର କଥା ଓ ତୁମ୍ଭର ସୀମା ମଧ୍ୟରେ ଧ୍ୱଂସ
ଓ ବିନାଶର କଥା ଆଉ ଶୁଣାଯିବ ନାହିଁ।
ତୁମ୍ଭେ ତୁମ୍ଭ ପ୍ରାଚୀର ସମୂହର ନାମ ‘ପରିତ୍ରାଣ’
ଓ ତୁମ୍ଭ ନଗରର ଦ୍ୱାର ସମୂହର ନାମ ‘ପ୍ରଶଂସା’ ରଖିବ।
19 “ଦିବସର ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ହେବ ନାହିଁ
କିମ୍ବା ଆଲୋକ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋସ୍ନା ପ୍ରଦାନ କରିବ ନାହିଁ।
କିନ୍ତୁ ସଦାପ୍ରଭୁ ତୁମ୍ଭର ଚିରନ୍ତନ ଜ୍ୟୋତିଃ
ଓ ତୁମ୍ଭର ପରମେଶ୍ୱର ତୁମ୍ଭର ମହିମାସ୍ୱରୂପ ହେବେ।
20 ତୁମ୍ଭର ସୂର୍ଯ୍ୟ ଅସ୍ତମିତ ହେବ ନାହିଁ
କିଅବା ତୁମ୍ଭର ଚନ୍ଦ୍ର ଅପସାରିତ ହେବ ନାହିଁ।
କାରଣ ସଦାପ୍ରଭୁ ତୁମ୍ଭର ଚିରନ୍ତନ ଜ୍ୟୋତିଃ ସ୍ୱରୂପ ହେବେ
ଓ ତୁମ୍ଭର ଶୋକର ଦିନ ଶେଷ ହେବ।
21 “ଆଉ ମଧ୍ୟ ତୁମ୍ଭର ସମସ୍ତ ଲୋକେ ଧାର୍ମିକ ହେବେ।
ସେମାନେ ଅନନ୍ତକାଳ ଯାଏ ଦେଶ ଶାସନ କରିବେ।
ମୋ’ ଗୌରବକୁ ଦେଖାଇବା ପାଇଁ
ସେମାନେ ମୋ’ ଦ୍ୱାରା ଲଗା ହୋଇଥିବା ଗଛର ଫଳ ସଦୃଶ।
22 କ୍ଷୁଦ୍ରତମ ପରିବାର ସହସ୍ର ବିଶିଷ୍ଟ ବୃହତ୍ତମ ପରିବାରରେ ପରିଣତ ହେବ
ଓ କ୍ଷୁଦ୍ରତମ ଦୁର୍ବଳ ବ୍ୟକ୍ତି ବଳବାନ୍ ଗୋଷ୍ଠୀରେ ପରିଣତ ହେବ।
ଆମ୍ଭେ ସଦାପ୍ରଭୁ ଯଥା କାଳରେ
ଏହା ଶୀଘ୍ର ଘଟାଇବା।”
25 ଅତଏବ ତୁମ୍ଭେ ମିଛ କହିବା ବନ୍ଦ କର। ସର୍ବଦା ପରସ୍ପରକୁ ସତ୍ୟ କୁହ, ଯେହେତୁ ଆମ୍ଭେ ସମସ୍ତେ ଗୋଟିଏ ଦେହର ଅଙ୍ଗପ୍ରତ୍ୟଙ୍ଗ ଅଟୁ। 26 ଯେତେବେଳେ ତୁମ୍ଭର କ୍ରୋଧ ହୁଏ, ସେତେବେଳେ ଅତି କ୍ରୋଧୀ ହୋଇ ପାପ କର ନାହିଁ। 27 ଦିନସାରା କ୍ରୋଧ କର ନାହିଁ। ତୁମ୍ଭକୁ ପରାସ୍ତ କରିବା ନିମନ୍ତେ ଶୟତାନକୁ ସୁଯୋଗ ଦିଅ ନାହିଁ। 28 ଗ୍ଭେର ଗ୍ଭେରି କରିବା ବନ୍ଦ କରୁ। ସେ କାମ କରିବା ଆରମ୍ଭ କରୁ ଓ ନିଜ ହାତକୁ ଭଲ କାମରେ ଲଗାଉ। ତା’ହେଲେ ସେ ଗରିବ ଲୋକମାନଙ୍କୁ କିଛି ସାହାଯ୍ୟ କରି ପାରିବ।
29 ଯେତେବେଳେ ତୁମ୍ଭେ କଥାବାର୍ତ୍ତା କର, ସେତେବେଳେ କୌଣସି ଖରାପ ଶବ୍ଦ ଉଚ୍ଚାରଣ କର ନାହିଁ। ଏପରି କଥା କୁହ, ଯାହା ଲୋକମାନଙ୍କର ପ୍ରୟୋଜନ ଥିବ ଓ ସେମାନଙ୍କୁ ଶକ୍ତିଶାଳୀ କରିବା ପାଇଁ ସାହାଯ୍ୟ କରି ପାରୁଥିବ। ଏହା ଦ୍ୱାରା ଯେଉଁମାନେ ତୁମ୍ଭମାନଙ୍କର କଥା ଶୁଣନ୍ତି, ସେମାନଙ୍କର ମଙ୍ଗଳ ହେବ। 30 ପବିତ୍ରଆତ୍ମାଙ୍କୁ ଦୁଃଖ ଦିଅ ନାହିଁ। ତୁମ୍ଭେ ଯେ ପରମେଶ୍ୱରଙ୍କର ଅଟ ଏହା ସେ ଆତ୍ମା ପ୍ରମାଣ ଦିଅନ୍ତି। ଉଚିତ୍ ସମୟ ଉପସ୍ଥିତ ହେଲେ ପରମେଶ୍ୱର ତୁମ୍ଭକୁ ସ୍ୱାଧୀନତା ପ୍ରଦାନ କରିବେ। ଏହା ଦର୍ଶାଇବା ପାଇଁ ସେ ପବିତ୍ରଆତ୍ମାଙ୍କୁ ଦେଇଅଛନ୍ତି। 31 କେବେ ହେଲେ କଟୁ ହୁଅ ନାହିଁ, ରାଗ ନାହିଁ, କ୍ରୋଧ କର ନାହିଁ, ଉତ୍ତେଜିତ ହୁଅ ନାହିଁ। କ୍ରୋଧରେ ପାଟି କର ନାହିଁ, ବା ଅନ୍ୟମାନଙ୍କୁ ଆଘାତ ଦେଲାଭଳି କଥା କୁହ ନାହିଁ। କେବେ ହେଲେ ମନ୍ଦ କାମ କର ନାହିଁ। 32 ପରସ୍ପର ପ୍ରତି ଦୟାଭାବ ଓ ପ୍ରେମ ଭାବ ରଖ। ଯେପରି ଖ୍ରୀଷ୍ଟଙ୍କଠାରେ ପରମେଶ୍ୱର ତୁମ୍ଭମାନଙ୍କୁ କ୍ଷମା କଲେ, ସେହିଭଳି ତୁମ୍ଭେମାନେ ପରସ୍ପରକୁ କ୍ଷମା ଦିଅ।
ଜ୍ୟୋତିଃର୍ମୟ ଜୀବନ
5 ତୁମ୍ଭେମାନେ ପରମେଶ୍ୱରଙ୍କ ପ୍ରିୟ ସନ୍ତାନ। ଅତଏବ ପରମେଶ୍ୱରଙ୍କ ଭଳି ହେବାକୁ ଚେଷ୍ଟା କର। 2 ପ୍ରେମପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ରେମ କରିଛନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଅନ୍ୟମାନଙ୍କୁ ପ୍ରେମ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ମଧୁର-ସୁଗନ୍ଧି-ଯୁକ୍ତ ଭେଟି ଓ ପରମେଶ୍ୱରଙ୍କ ବଳି ସ୍ୱରୂପ ଅଟନ୍ତି।
2010 by World Bible Translation Center