Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 76

ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ, ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ।

76 ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି।
    ଇସ୍ରାଏଲ ମଧ୍ୟରେ ତାଙ୍କ ନାମ ମହତ୍।
ପରମେଶ୍ୱରଙ୍କର ମନ୍ଦିର ଶାଲେମରେ ଅବସ୍ଥିତ।
    ପରମେଶ୍ୱରଙ୍କର ବାସସ୍ଥାନ ସିୟୋନ ପର୍ବତରେ ଅବସ୍ଥିତ।
ସେହି ସ୍ଥାନରେ ପରମେଶ୍ୱର ଧନୁର୍ବାଣ, ଢାଲ, ଖ‌ଡ଼୍‌ଗ
    ଏବଂ ସମସ୍ତ ଯୁଦ୍ଧାସ୍ତ୍ର ଭଙ୍ଗ କଲେ।

ପରମେଶ୍ୱର, ତୁମ୍ଭେ ପର୍ବତରୁ ତୁମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରି
    ତେଜ୍ଜୋମୟ ଓ ମହିମାନ୍ୱିତ ଭାବେ ଫେରି ଆସ।
ସେହି ସୈନିକମାନେ ଭାବୁଥିଲେ, ସେମାନେ ଅତି ଶକ୍ତିଶାଳୀ ଯୋଦ୍ଧା ଅଟନ୍ତି।
    କିନ୍ତୁ ସେମାନେ ବର୍ତ୍ତମାନ ଯୁଦ୍ଧ ଭୂମିରେ ମରିପଡ଼ିଛନ୍ତି।
ସେମାନଙ୍କର ଶରୀର କ୍ଷତବିକ୍ଷତ ହୋଇଅଛି।
    ସେହି ଯୋଦ୍ଧା ସୈନିକମାନଙ୍କ ମଧ୍ୟରୁ କେହି ହସ୍ତ ଉଠାଇ ପାରି ନ ଥିଲେ।
ଯାକୁବର ପରମେଶ୍ୱର, ଯେତେବେଳେ ତୁମ୍ଭେ ଆପଣାର ଯୁଦ୍ଧରବ କଲ,
    ସେମାନଙ୍କର ଅଶ୍ୱଗଣ ଏବଂ ରଥାରୋହୀଗଣ ପଡ଼ି ମୃତ୍ୟୁବରଣ କଲେ।
ହେ ପରମେଶ୍ୱର, ତୁମ୍ଭେ ହିଁ ସମସ୍ତଙ୍କ ଦ୍ୱାରା ଭୟର ପାତ୍ର।
    ତୁମ୍ଭେ ଥରେ କ୍ରୋଧ କଲେ, କେହି ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବେ ନାହିଁ।
8-9 ସଦାପ୍ରଭୁ, ବିଗ୍ଭରକ ପରି ଠିଆ ହୋଇଛନ୍ତି, ତୁମ୍ଭେ ନ୍ୟାୟ ବିଗ୍ଭର କଲ,
    ପରମେଶ୍ୱର ଏହି ଦେଶରେ ନୀଚ୍ଚ ଲୋକମାନଙ୍କୁ ରକ୍ଷା କରିବା ପାଇଁ,
ସ୍ୱର୍ଗରୁ ତାଙ୍କର ବିଗ୍ଭର ଶୁଣାଇଛନ୍ତି।
    ସମସ୍ତ ପୃଥିବୀବାସୀ ସ୍ତବ୍ଧ ଓ ଭୟଭୀତ ହୋଇଛନ୍ତି।
10 ହେ ପରମେଶ୍ୱର, ଯେତେବେଳେ ତୁମ୍ଭେ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ, ଲୋକମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି।
    ତୁମ୍ଭେ ଆପଣା କ୍ରୋଧ ପ୍ରକାଶ କର ଏବଂ ତିଷ୍ଟି ରହିବା ଲୋକମାନେ [a] ଶକ୍ତିଶାଳୀ ହୁଅନ୍ତୁ।

11 ଲୋକମାନେ ପରମେଶ୍ୱରଙ୍କଠାରେ ମାନସିକ କରନ୍ତି,
    ଏବଂ ସେସବୁକୁ ପରମେଶ୍ୱରଙ୍କଠାରେ ଅର୍ପଣ କରନ୍ତି।
ଲୋକମାନେ ଚତୁର୍ଦ୍ଦିଗରେ ଥିବା ଜାତିଗଣ ପରମେଶ୍ୱରଙ୍କ ନିକଟକୁ ଉପହାର ଆଣିବା ଉଚିତ୍,
    ଯେଉଁମାନେ କି ସମ୍ମାନ ପାଇଁ ଉପଯୁକ୍ତ ଅଟନ୍ତି।
12 ପରମେଶ୍ୱର ମହାନ ନେତାମାନଙ୍କୁ ପରାସ୍ତ କରନ୍ତି।
    ପୃଥିବୀର ସମସ୍ତ ରାଜା ତାହାଙ୍କୁ ଭୟ କରନ୍ତି।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 66:14-24

14 ପୁଣି ତୁମ୍ଭେମାନେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦୟ ଆନନ୍ଦିତ ହେବ।
    ଆଉ ତୁମ୍ଭମାନଙ୍କ ଅସ୍ଥି ନୂତନ ତୃଣ ସଦୃଶ ସତେଜ ହେବ।
ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ଉପରେ ପ୍ରକାଶିତ ହେବ।
    ଆଉ ମଧ୍ୟ ସେ ନିଜ ଶତ୍ରୁମାନଙ୍କ ଉପରେ କୁପିତ ହେବେ।
15 ଦେଖ, ସଦାପ୍ରଭୁ ଅତ୍ୟନ୍ତ କ୍ରୋଧରେ ପ୍ରଜ୍ୱଳିତ ଅଗ୍ନିଧରି
    ସେମାନଙ୍କୁ ଭର୍ତ୍ସନା କରିବାକୁ ଆଗମନ କରିବେ।
ସେ ଅଗ୍ନି ସଦୃଶ
    ଓ ତାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ।
16 କାରଣ ସଦାପ୍ରଭୁ ଅଗ୍ନି ଓ ‌‌ଖ‌ଡ଼୍‌ଗ ଦ୍ୱାରା ମର୍ତ୍ତ୍ୟର ସମସ୍ତ ବିବାଦ ନିଷ୍ପନ୍ନ କରିବେ।
    ସେତେବେଳେ ସଦାପ୍ରଭୁଙ୍କ ଦ୍ୱାରା ନିହତ ଲୋକ ଅନେକ ହେବେ।

17 ସଦାପ୍ରଭୁ ପୁଣି କୁହନ୍ତି, “ଯେଉଁମାନେ ଅନ୍ୟକୁ ଅନୁସରଣ କରି ଉଦ୍ୟାନକୁ ଯିବା ପାଇଁ ନିଜକୁ ପବିତ୍ର ଓ ଶୁଚି କରନ୍ତି ଓ ଶୂକର ମାଂସ, ଘୃଣ୍ୟଦ୍ରବ୍ୟ ଓ ମୂଷା ଖାଆନ୍ତି, ସେମାନେ ସମସ୍ତେ ଏକତ୍ର ବିନଷ୍ଟ ହେବେ।”

18 “କାରଣ ଆମ୍ଭେ ସେମାନଙ୍କର କାର୍ଯ୍ୟ ଓ ଶିକ୍ଷାପ୍ରଣାଳୀ ଜାଣୁ, ସର୍ବଦେଶୀୟ ଓ ଭାଷାବାଦି ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସେମାନେ ଆସି ଆମ୍ଭର ମହିମା ଦେଖିବେ। 19 ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ସଙ୍କେତ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା: ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ଯବନ ତଥା ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟରେ କେବେ ଶୁଣି ନାହାନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେହିମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ବିଭିନ୍ନ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ। 20 ସଦାପ୍ରଭୁ କୁହନ୍ତି, ଇସ୍ରାଏଲର ଲୋକମାନେ ଯେପରି ପବିତ୍ର ପାତ୍ରରେ ସଦାପ୍ରଭୁଙ୍କ ମନ୍ଦିରକୁ ଉପହାର ଆଣନ୍ତି, ସେହିପରି ସେମାନେ ତୁମ୍ଭମାନଙ୍କର ଭ୍ରାତାମାନଙ୍କୁ ଅଶ୍ୱ ଉପରେ ରଥ ଆଣିବେ ଏବଂ ଦ୍ରୁତଗତି ପଶୁଗୁଡ଼ିକ ବିଭିନ୍ନ ଦେଶରୁ ଯିରୁଶାଲମକୁ ସଦାପ୍ରଭୁଙ୍କ ପ୍ରତି ଉପହାର ସ୍ୱରୂପ ଆସିବ। 21 ଆଉ ମଧ୍ୟ ସଦାପ୍ରଭୁ କୁହନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରୁ ଯାଜକ ଓ ଲେବୀୟ ହେବା ପାଇଁ ଲୋକ ଗ୍ରହଣ କରିବୁ।”

ନୂତନ ସ୍ୱର୍ଗ ଓ ନୂତନ ପୃଥିବୀ

22 “କାରଣ ଆମ୍ଭେ ଯେଉଁ ନୂତନ ସ୍ୱର୍ଗମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ, ଏହା ସଦାପ୍ରଭୁ କୁହନ୍ତି। 23 ସଦାପ୍ରଭୁ ପୁଣି କହନ୍ତି ଯେ, ପୃଥିବୀର ସମସ୍ତ ଲୋକ ମୋ’ ପାଖକୁ ପୂଜା କରିବା ପାଇଁ ଗୋଟିଏ ନୂତନ ଚନ୍ଦ୍ରରୁ ଅନ୍ୟ ଗୋଟିଏ ନୂତନ ଚନ୍ଦ୍ରକ ଏବଂ ଗୋଟିଏ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମ ଦିନ ଆସିବ।

24 “ପୁଣି ସେମାନେ ବାହାରେ ଯାଇ ଆମ୍ଭ ବିରୁଦ୍ଧାଚରଣ କରୁଥିବା ପାପୀ ଲୋକମାନଙ୍କର ଶବ ଦେଖିବେ। କାରଣ ସେମାନଙ୍କର କୀଟ ମରିବ ନାହିଁ କିମ୍ବା ସେମାନଙ୍କର ଅଗ୍ନି ନିର୍ବାପିତ ହେବ ନାହିଁ। ଆଉ ମଧ୍ୟ ସେମାନେ ସମସ୍ତେ ମର୍ତ୍ତ୍ୟର ଘୃଣାର ପାତ୍ର ହେବେ।”

ମାଥିଉ ଲିଖିତ ସୁସମାଗ୍ଭର 23:37-24:14

ଯିରୁଶାଲମର ଲୋକମାନଙ୍କୁ ଯୀଶୁଙ୍କ ସତର୍କତା(A)

37 “ଯିରୁଶାଲମ, ରେ ଯିରୁଶାଲମ! ତୁ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କୁ ହତ୍ୟା କରିଛୁ। ପରମେଶ୍ୱର ଯେଉଁମାନଙ୍କୁ ତୋ’ ପାଖକୁ ପଠାଇଥିଲେ, ତୁ ସେମାନଙ୍କୁ ପଥର ଫୋପାଡ଼ି ହତ୍ୟା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାଯ୍ୟ କରିବାକୁ ଇଚ୍ଛା କରିଥିଲି। ଯେଭଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସେହିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନେକ ଥର ଗ୍ଭହିଁଥିଲି। କିନ୍ତୁ ତୁ ମୋତେ ତାହା କରେଇ ଦେଲୁ ନାହିଁ। 38 ବର୍ତ୍ତମାନ ତୋର ଘର ପୁରାପୁରି ଉଜୁଡ଼ି ଯିବ। 39 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, ଯେପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ନ କହିଛ: ‘ଯିଏ ପ୍ରଭୁଙ୍କ ନାମରେ ଆସୁଛନ୍ତି, ସେ ଧନ୍ୟ, ସେପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ଆଉ ଦେଖି ପାରିବ ନାହିଁ’। [a]

ମନ୍ଦିର ଧ୍ୱଂସ ବିଷୟରେ ଭବିଷ୍ୟ‌‌‌‌‌‌‌ଦ୍‌‌ବାଣୀ(B)

24 ଯୀଶୁ ମନ୍ଦିର ଛାଡ଼ି ବାହାରି ଆସିଲେ ଓ ଗ୍ଭଲି ଯାଉଥିଲେ। ସେହି ସମୟରେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ଭବନଗୁଡ଼ିକୁ ଦେଖାଇବା ପାଇଁ ତାହାଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ଏହି ଭବନଗୁଡ଼ିକୁ ତୁମ୍ଭେମାନେ ଦେଖି ପାରୁଛ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ସବୁତକ ଭବନ ଧ୍ୱଂସ ହୋଇଯିବ। ଏଥିର ଗୋଟିଏ ହେଲେ ପଥର ଅନ୍ୟଟି ଉପରେ ରହିପାରିବ ନାହିଁ। ସବୁତକ ପଥର ଅନ୍ୟଟି ଉପରେ ରହି ପାରିବ ନାହିଁ। ସବୁତକ ପଥର ଭୁଇଁ ଉପରେ କୁଢ଼େଇ ହୋଇ ପଡ଼ିବ।”

ପରେ ଯେତେବେଳେ ଯୀଶୁ ଜୀତପର୍ବତ ଉପରେ ବସି ଥିଲେ, ତାହାଙ୍କର ଶିଷ୍ୟମାନେ ସେ ଏକାନ୍ତରେ ଥିବା ସମୟରେ ତାହାଙ୍କ ପାଖକୁ ଆସିଲେ। ସେମାନେ ପଗ୍ଭରିଲେ, “ଆମ୍ଭକୁ କୁହନ୍ତୁ, ଏସବୁ ଘଟଣା କେବେ ଘଟିବ? କେଉଁ ସଙ୍କେତ ଦେଖାଇବ ଯେ ଆପଣଙ୍କ ପୁନର୍ବାର ଆସିବା ଓ ଜଗତର ଅନ୍ତ ହେବା ସମୟ ହେଲାଣି?”

ଯୀଶୁ ଉତ୍ତର ଦେଲେ, “ସାବଧାନ ହୁଅ! ତୁମ୍ଭମାନଙ୍କୁ ଯେପରି କେହି ପଥଭ୍ରଷ୍ଟ ନ କରେ। ମୁଁ ତୁମ୍ଭମାନଙ୍କୁ ଏ କଥା ଏଥିପାଇଁ କହୁଛି ଯେ, ଅନେକ ଲୋକ ମୋ’ ନାମରେ ଆସିବେ ଓ କହିବେ ‘ମୁଁ ନିଜେ ଖ୍ରୀଷ୍ଟ,’ ଓ ସେମାନେ ଅନେକ ଲୋକଙ୍କୁ ପଥଭ୍ରଷ୍ଟ କରିବେ। ତୁମ୍ଭେମାନେ ଯୁଦ୍ଧ ବିଷୟରେ ଓ ଯୁଦ୍ଧର ଗୁଜବ ବିଷୟରେ ଶୁଣିବ। କିନ୍ତୁ ଦେଖ! ଭୟ କରିବ ନାହିଁ। ଅନ୍ତକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ। ଗୋଟିଏ ଜାତି ଅନ୍ୟ ଜାତିର ବିରୁଦ୍ଧରେ ଓ ଗୋଟିଏ ରାଜ୍ୟ ଅନ୍ୟ ଗୋଟିଏ ରାଜ୍ୟ ବିରୁଦ୍ଧରେ ଠିଆ ହେବ। ବିଭିନ୍ନ ସ୍ଥାନରେ ଦୁର୍ଭିକ୍ଷ ପଡ଼ିବ ଓ ଭୂମିକମ୍ପ ହେବ। କିନ୍ତୁ ଏ ଘଟଣାଗୁଡ଼ିକ କେବଳ ପ୍ରଥମ ପ୍ରସବବେଦନା ଭଳି ହେବ।

“ସେତେବେଳେ ଲୋକେ ତୁମ୍ଭମାନଙ୍କ ପ୍ରତି ଖରାପ ବ୍ୟବହାର କରିବେ। ସେମାନେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ପାଇଁ ଧରାଇ ଦେବେ। ସେମାନେ ତୁମ୍ଭମାନଙ୍କୁ ମାରିଦେବେ। ତୁମ୍ଭେମାନେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ସମସ୍ତ ଦେଶର ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ। 10 ସେତେବେଳେ ଅନେକ ବିଶ୍ୱାସୀ ଲୋକ ବିଶ୍ୱାସ ହରେଇ ବସିବେ। ସେମାନେ ପରସ୍ପରର ବିରୋଧୀ ହେବେ ଓ ପରସ୍ପରକୁ ଘୃଣା କରିବେ। 11 ଅନେକ ଭଣ୍ଡ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ବାହାରିବେ। ସେମାନେ ଅନେକ ଲୋକଙ୍କୁ ଠକିବେ, ଓ ସେମାନଙ୍କ କଥାରେ ପଡ଼ି ଅନେକ ଲୋକ ଭୁଲ୍ କଥାରେ ବିଶ୍ୱାସ କରିବେ। 12 ସଂସାରରେ ମନ୍ଦ ବଢ଼ି ବଢ଼ି ଗ୍ଭଲିବ। ଅଧିକାଂଶ ବିଶ୍ୱାସୀ ଲୋକଙ୍କର ପରମେଶ୍ୱରଙ୍କ ପ୍ରେମ ଲୋପ ପାଇଯିବ। 13 କିନ୍ତୁ ଯେଉଁ ଲୋକ ଶେଷ ପର୍ଯ୍ୟନ୍ତ ଦୃଢ଼ ଭାବରେ ତିଷ୍ଠି ରହିବ ସେ ଉଦ୍ଧାର ପାଇବ। 14 ଈଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ସାରା ଜଗତରେ ପ୍ରଗ୍ଭରିତ ହେବ। ସମସ୍ତ ଦେଶର ଲୋକମାନେ ଏହା ଶୁଣିବେ। ତା’ପରେ ଅନ୍ତକାଳ ଆସିବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center