Revised Common Lectionary (Semicontinuous)
117 ହେ ସମସ୍ତ ଜାତିଗଣ, ସଦାପ୍ରଭୁଙ୍କର ପ୍ରଶଂସା କର।
ହେ ସମସ୍ତ ଲୋକ, ସଦାପ୍ରଭୁଙ୍କର ପ୍ରଶଂସା କର।
2 କାରଣ ପରମେଶ୍ୱର ଆମ୍ଭମାନଙ୍କୁ ବହୁତ ପ୍ରେମ କରନ୍ତି!
ସେ ଚିରକାଳ ଆମ୍ଭମାନଙ୍କ ପାଇଁ ସତ୍ୟ ରହିବେ।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ଆଶାର ଶପଥ
30 ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା। 2 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହେ ଯିରିମିୟ, ଆମ୍ଭେ ତୁମ୍ଭକୁ ଯେଉଁସବୁ କଥା କହିଅଛୁ, ତାହା ତୁମ୍ଭେ ଗୋଟିଏ ପୁସ୍ତକରେ ଲେଖି ରଖ।” 3 କାରଣ ସଦାପ୍ରଭୁ କହନ୍ତି, “ସମୟ ଆସିବ ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱ ଅବସ୍ଥା ପରିବର୍ତ୍ତନ କରିବା।” ପୁଣି ସଦାପ୍ରଭୁ କହନ୍ତି, “ଏପରି ସମୟ ଆସିବ ଯେଉଁ ସମୟରେ ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।”
4 ଇସ୍ରାଏଲ ଓ ଯିହୁଦା ବିଷୟରେ ସଦାପ୍ରଭୁ କହିଲେ। 5 ସଦାପ୍ରଭୁ ଏହା କହିଲେ,
“ଆମ୍ଭେ ଲୋକମାନଙ୍କର କମ୍ପିବାର
ଓ ଭୟର ଶବ୍ଦ ଶୁଣିଅଛୁ, ମାତ୍ର ଶାନ୍ତିର ଶବ୍ଦ ଶୁଣି ନାହୁଁ।
6 “ପ୍ରତ୍ୟେକ ଲୋକଙ୍କୁ ପଗ୍ଭରି ବୁଝ,
ସେମାନେ କ’ଣ ପ୍ରସବ ବେଦନା ପାଉଛନ୍ତି?
ତାହା ନ ହେଲେ ପ୍ରତ୍ୟେକ ପୁରୁଷ କାହିଁକି ପ୍ରସବ ବେଦନା ପାଇଲା ପରି
ଆପଣା କଟିଦେଶରେ ହସ୍ତ ରଖିଛନ୍ତି
ଓ ପ୍ରତ୍ୟେକଙ୍କର ମୁଖ
ମଳିନ ପଡ଼ିଛି କାହିଁକି?
7 “ଆହା, ସେଦିନ ଅତି ମହାନ।
ତାହା ସମାନ ଆଉ ଦିନ ନାହିଁ।
ତାହା ଯାକୁବର ସଙ୍କଟକାଳ,
ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।
8 “ସେହି ସମୟରେ” ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ଯିହୁଦା ଓ ଇସ୍ରାଏଲର ଲୋକମାନଙ୍କ ସ୍କନ୍ଦରୁ ଯୁଆଳି ସବୁ ଭାଙ୍ଗି ପକାଇବା ଓ ସେମାନଙ୍କର ବନ୍ଧନସବୁ ଛିଣ୍ଡାଇ ପକାଇବା। ପୁଣି ବିଦେଶୀମାନେ ସେମାନଙ୍କୁ ଦାସ୍ୟକର୍ମ କରାଇବେ ନାହିଁ। 9 ଆଉ ସେମାନେ ବିଦେଶୀମାନଙ୍କର ସେବା କରିବେ ନାହିଁ। ସେମାନେ ସେମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କୁ ସେବା କରିବେ। ଆଉ ସେମାନଙ୍କ ପାଇଁ ପଠାଇଥିବା ରାଜା ଦାଉଦଙ୍କର ସେବା କରିବେ।
10 ଏଣୁ ସଦାପ୍ରଭୁ କହନ୍ତି,
“ହେ ଯାକୁବ, ତୁମ୍ଭେ ଆମ୍ଭର ଦାସ,
ତୁମ୍ଭେ ଭୟ କର ନାହିଁ।
ଆଉ ହେ ଇସ୍ରାଏଲ,
ତୁମ୍ଭେ ନିରାଶ ହୁଅ ନାହିଁ।
କାରଣ ଆମ୍ଭେ ବହୁ ଦୂର ଦେଶରୁ
ଓ ତୁମ୍ଭକୁ ବନ୍ଦୀତ୍ୱ ଦେଶରୁ ଉଦ୍ଧାର କରିଅଛୁ।
ପୁଣି ଯାକୁବ ଫେରି ଆସି ଶାନ୍ତିରେ
ଓ ନିରାପଦରେ ରହିବ।
କେହି ତାହାକୁ ଭୟ ଦେଖାଇବେ ନାହିଁ।”
11 ପୁଣି ସଦାପ୍ରଭୁ କହନ୍ତି,
“ହେ ଇସ୍ରାଏଲ ଓ ଯିହୁଦାର ଲୋକମାନେ,
ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବାକୁ ତୁମ୍ଭମାନଙ୍କ ସହିତ ରହିଅଛୁ।
ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛୁ।
ସେହି ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କରିବା।
ମାତ୍ର ତୁମ୍ଭମାନଙ୍କୁ ଆମ୍ଭେ ସମ୍ପୂର୍ଣ୍ଣ ରୂପେ ସଂହାର କରିବା ନାହିଁ।
ତଥାପି ଆମ୍ଭେ ବିବେଚନା ପୂର୍ବକ
ତୁମ୍ଭମାନଙ୍କୁ ଶାସ୍ତି ଦେବା।
ତୁମ୍ଭମାନଙ୍କୁ ଉତ୍ତମ ରୂପେ ଶୃଙ୍ଖଳିତ ଓ ଅନୁଶାସିତ କରିବା।”
12 ପୁଣି ସଦାପ୍ରଭୁ କହନ୍ତି,
“ତୁମ୍ଭମାନଙ୍କର କ୍ଷତ ଦୁରାରୋଗ୍ୟ
ଓ ତୁମ୍ଭମାନଙ୍କର ଘା କେବେ ପୂରଣ ହେବ ନାହିଁ।
13 ତୁମ୍ଭମାନଙ୍କର ଘା’ର ଯତ୍ନ କେହି ନେବେ ନାହିଁ,
ତେଣୁ ତାହା ସୁସ୍ଥ ହେବ ନାହିଁ।
14 ତୁମ୍ଭେ ବହୁ ଗୋଷ୍ଠୀ ସହିତ ବନ୍ଧୁତା ସ୍ଥାପନ କରିଅଛ।
ମାତ୍ର ‘ବନ୍ଧୁମାନେ’ ତୁମ୍ଭକୁ ପାଶୋରି ଅଛନ୍ତି।
ସେମାନେ ତୁମ୍ଭକୁ ମନେ ପକାନ୍ତି ନାହିଁ।
କାରଣ ତୁମ୍ଭର ବହୁ ଅଧର୍ମ
ଓ ବହୁ ପାପ ଯୋଗୁଁ
ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ
ଓ ନିର୍ଦ୍ଦୟଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।
15 ହେ ଇସ୍ରାଏଲ ଓ ଯିହୁଦା, ତୁମ୍ଭେମାନେ ଆପଣା କ୍ଷତ ଯୋଗୁଁ କାହିଁକି କ୍ରନ୍ଦନ କରୁଅଛ?
ତୁମ୍ଭମାନଙ୍କର ଏହି କ୍ଷତ ଯନ୍ତ୍ରଣାଦାୟକ ଓ ଦୁରାରୋଗ୍ୟ।
ତୁମ୍ଭମାନଙ୍କର ଅଧର୍ମ ଅନେକ ଓ ପାପ ବହୁତ।
ତେଣୁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଏହିସବୁ କରିଅଛୁ।
16 ଏଣୁ ଯେଉଁମାନେ ତୁମ୍ଭମାନଙ୍କୁ ଗ୍ରାସ କରନ୍ତି,
ସେମାନେ ଗ୍ରାସିତ ହେବେ।
ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକର ବନ୍ଦୀତ୍ୱ ସ୍ଥାନକୁ ଯିବେ।
ଆଉ ଯେଉଁମାନେ ତୁମ୍ଭମାନଙ୍କୁ ଲୁଣ୍ଠନ କରନ୍ତି,
ସେମାନେ ଲୁଣ୍ଠିତ ହେବେ।
ଯେଉଁମାନେ ତୁମ୍ଭମାନଙ୍କର ଦ୍ରବ୍ୟ ଅପହରଣ କରନ୍ତି,
ଆମ୍ଭେ ସେମାନଙ୍କର ଦ୍ରବ୍ୟ ଅପହରଣ କରାଇବା।”
17 କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା
ଓ ଆମ୍ଭେ ତୁମ୍ଭର ଘା’ସବୁ ସୁସ୍ଥ କରିବା।
କାରଣ ସେମାନେ ତୁମ୍ଭକୁ ବାସନ୍ଦ ବା ଦୂରୀକୃତା ବୋଲି କହନ୍ତି।
‘ଆଉ ସିୟୋନକୁ କେହି ଗ୍ଭହାନ୍ତି ନାହିଁ।’”
5 ସିଂହାସନ ଉପରେ ଯିଏ ବସିଥିଲେ, ସେ କହିଲେ, “ମୁଁ ସମସ୍ତ ବିଷୟ ନୂତନ କରୁଅଛି।” ତା’ପରେ ସେ କହିଲେ, “ଏହା ଲେଖି ରଖ, କାରଣ ଏହି କଥାସବୁ ବିଶ୍ୱାସ ଯୋଗ୍ୟ ଓ ସତ୍ୟ।”
6 ସିଂହାସନରେ ବସିଥିବା ବ୍ୟକ୍ତି ମୋତେ କହିଲେ, “ଏହା ସମାପ୍ତ ହୋଇଯାଇଛି। ମୁଁ ହେଉଛି ପ୍ରଥମ ଓ ଶେଷ। [a] ମୁଁ ତୃଷାର୍ତ୍ତ ଲୋକକୁ ବିନା ମୂଲ୍ୟରେ ଜୀବନ୍ତଜଳ ନିର୍ଝରରୁ ପାନ କରିବାକୁ ଦେବି। 7 ଯେ ବିଜୟୀ ହେବ, ସେ ଏହିସବୁ ପାଇବ। ମୁଁ ତାହାର ପରମେଶ୍ୱର ହେବି ଓ ସେ ମୋର ପୁତ୍ର ହେବ। 8 କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ୱାସୀ, ଘୃଣାକାର୍ଯ୍ୟ, ନରହତ୍ୟା, ଯୌନଗତ ପାପ, ମନ୍ଦ କୁହୁକ କରନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ୟାବାଦୀ ସେମାନେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦରେ ସ୍ଥାନ ପାଇବେ। ଏହା ଦ୍ୱିତୀୟ ମୃତ୍ୟୁ।’’
9 ତା’ପରେ ସାତ ଜଣ ସ୍ୱର୍ଗଦୂତଙ୍କ ମଧ୍ୟରୁ ଯେଉଁମାନଙ୍କ ପାଖରେ ସାତୋଟି ଶେଷ କ୍ଳେଶର ସାତ ପାତ୍ର ଥିଲା, ସେହିମାନଙ୍କ ମଧ୍ୟରୁ ଜଣେ ମୋ’ ପାଖକୁ ଆସିଲେ। ସେହି ସ୍ୱର୍ଗଦୂତ ମୋତେ କହିଲେ, “ମୋ’ ସହିତ ଆସ। ମୁଁ ତୁମ୍ଭକୁ ବଧୂକୁ ଦେଖାଇବି। ସେ ମେଷଶାବକଙ୍କର ସ୍ତ୍ରୀ। 10 ସେ ଦୂତ ମୋତେ ଆତ୍ମା ଦ୍ୱାରା ଗୋଟିଏ ବହୁତ ବଡ଼ ଓ ଉଚ୍ଚ ପର୍ବତକୁ ନେଇଗଲେ। ସେ ମୋତେ ପବିତ୍ର ନଗରୀ ଯିରୁଶାଲମ ଦେଖାଇଲେ। ମୁଁ ସେହି ନଗରୀକୁ ପରମେଶ୍ୱରଙ୍କ ପାଖରୁ ସ୍ୱର୍ଗରୁ ଆସିବାର ଦେଖିଲି।
11 ସେହି ନଗରୀ ପରମେଶ୍ୱରଙ୍କ ଗୌରବରେ ଉଜ୍ଜ୍ୱଳମୟ ଦେଖାଯାଉଥିଲା। ଏହା ମୂଲ୍ୟବାନ ମଣି, ସୂର୍ଯ୍ୟକାନ୍ତ ପରି ଉଜ୍ଜ୍ୱଳ ହୋଇ ଝଲକୁଥିଲା। ଏହା ସ୍ଫଟିକ ପରି ସ୍ୱଚ୍ଛ ଥିଲା। 12 ନଗରୀର ଗୋଟିଏ ବଡ଼ ଉଚ୍ଚ କାନ୍ଥ ଥିଲା। ଏହାର ବାରଟି ପ୍ରବେଶଦ୍ୱାର ଥିଲା। ସେହି ଦ୍ୱାରମାନଙ୍କରେ ବାରଟି ସ୍ୱର୍ଗଦୂତ ଥିଲେ। ପ୍ରତ୍ୟେକ ପ୍ରବେଶ ଦ୍ୱାରରେ ଇସ୍ରାଏଲର ବାରଟି ପରିବାରର ଗୋଟିଏ ଗୋଟିଏ ଦଳର ନାମ ଖୋଦିତ ଥିଲା। 13 ସେଠାରେ ପୂର୍ବ ଦିଗରେ ତିନୋଟି ପ୍ରବେଶ ଦ୍ୱାରା, ଉତ୍ତରରେ ତିନୋଟି ପ୍ରବେଶ ଦ୍ୱାର, ଦକ୍ଷିଣରେ ତିନୋଟି ପ୍ରବେଶ ଦ୍ୱାର ଏବଂ ପଶ୍ଚିମ ଦିଗରେ ତିନୋଟି ଦ୍ୱାର ଥିଲା। 14 ନଗରୀର କାନ୍ଥସବୁ ବାରଟି ମୂଳଦୁଆ ପଥର ଉପରେ ଥିଲା। ସେହି ପଥର ଉପରେ ମେଷଶାବକଙ୍କର ବାରଜଣ ପ୍ରେରିତଙ୍କର ନାମ ଲେଖାଯାଇଥିଲା।
15 ମୋ’ ସହିତ କଥାବାର୍ତ୍ତା ହେଉଥିବା ସ୍ୱର୍ଗଦୂତଙ୍କ ହାତରେ ଗୋଟିଏ ସୁନାର ମାପଦଣ୍ଡ ଥିଲା। ସେ ନଗର, ଏହାର ପ୍ରବେଶ ଦ୍ୱାର ଏବଂ ଏହାର କାନ୍ଥ ମାପ କରିବା ପାଇଁ ଏହି ମାପଦଣ୍ଡ ନିଜ ହାତରେ ରଖିଥିଲେ। 16 ସେହି ନଗରୀଟି ଗ୍ଭରି କୋଣିଆ ଥିଲା। ଏହାର ଲମ୍ବା ଓ ଚଉଡ଼ା ସମାନ। ସେହି ଦୂତ ମାପଦଣ୍ଡରେ ନଗରୀକୁ ମାପିଲେ। ନଗରୀର ଲମ୍ବା 12,000 ଷ୍ଟାଡ଼ିଆ, ଚଉଡ଼ା 12,000 ଷ୍ଟାଡ଼ିଆ ଓ ଉଚ୍ଚତା ମଧ୍ୟ 12,000 ଷ୍ଟାଡ଼ିଆ [b] ଥିଲା। 17 ସେ ଦୂତ କାନ୍ଥର ଉଚ୍ଚତା ମଧ୍ୟ ମାପିଲେ ଏହା 144 ହାତ ହେଲା। ଦୂତ ମନୁଷ୍ୟମାନଙ୍କ ଦ୍ୱାରା ବ୍ୟବହୃତ ମାନଦଣ୍ଡରେ ମାପିଥିଲେ। 18 ସେହି ନଗରୀର କାନ୍ଥ ସୂର୍ଯ୍ୟକାନ୍ତମଣିରେ ତିଆରି ହୋଇଥିଲା। ସେହି ନଗରୀ ସ୍ୱଚ୍ଛକାଚ ପରି ଉଜ୍ଜ୍ୱଳ ଖାଣ୍ଟି ସୁନାରେ ତିଆରି ହୋଇଥିଲା।
19 ନଗରୀ କାନ୍ଥର ମୂଳଦୁଆ ପଥରରେ ବହୁମୂଲ୍ୟ ମଣି ଖଚିତ ଥିଲା। ପ୍ରଥମ କୋଣ ପଥରଟି ହୀରକମଣି, ଦ୍ୱିତୀୟଟି ନୀଳକାନ୍ତମଣି, ତୃତୀୟ ବୈଦୂର୍ଯ୍ୟମଣି, ଚତୁର୍ଥଟି ମରକତମଣି ଥିଲା। 20 ପଞ୍ଚମରେ ପୁଲକମଣି, ଷଷ୍ଠ ମାଣିକ୍ୟମଣି, ସପ୍ତମଟି ପୁଷ୍ପରାଗମଣି, ଅଷ୍ଟମରେ ଫିରୋଜମଣି, ନବମରେ ଗୋମେଦକମଣି, ଦଶମରେ ଲଶୁନୀୟମଣି, ଏକାଦଶରେ ଇନ୍ଦ୍ରନୀଳମଣି, ଓ ଦ୍ୱାଦଶରେ ସୁଗନ୍ଧମଣି ଖଚିତ ଥିଲା। 21 ବାରଟି ପ୍ରବେଶ ଦ୍ୱାର ହେଉଛି ବାର ଗୋଟି ମୁକ୍ତା। ପ୍ରତ୍ୟେକ ପ୍ରବେଶ ଦ୍ୱାର ଗୋଟିଏ ଲେଖା ମୁକ୍ତାରେ ତିଆରି ହୋଇଥିଲା। ନଗରର ରାଜପଥ ନିର୍ମିତ କାଚପରି, ଖାଣ୍ଟି ସୁନାରେ ତିଆରି ହୋଇଥିଲା।
22 ମୁଁ ସେହି ନଗରୀ ଭିତରେ କୌଣସି ମନ୍ଦିର ଦେଖିଲି ନାହିଁ। ସର୍ବଶକ୍ତିମାନ୍ ପ୍ରଭୁ ପରମେଶ୍ୱର ଓ ମେଷଶାବକ ହେଉଛନ୍ତି ସେହି ନଗରର ମନ୍ଦିର। 23 ସେହି ନଗରୀକୁ ଆଲୋକ ଦେବା ପାଇଁ ସୂର୍ଯ୍ୟ ବା ଚନ୍ଦ୍ରର ଆବଶ୍ୟକତା ନାହିଁ। ପରମେଶ୍ୱରଙ୍କର ମହିମା ନଗରୀକୁ ଆଲୋକ ଦିଏ। ମେଷଶାବକ ସେହି ନଗରୀର ପ୍ରଦୀପ ସ୍ୱରୂପ।
24 ନଗରୀର ଆଲୋକରେ ଜାତିସମୂହର ଲୋକମାନେ ଗ୍ଭଲିବେ। ପୃଥିବୀର ରାଜାମାନେ ସେମାନଙ୍କର ଐଶ୍ୱର୍ଯ୍ୟ ଏହି ନଗରୀକୁ ଦେବେ। 25 ସେହି ନଗରୀର ଦ୍ୱାରଗୁଡ଼ିକ କୌଣସି ଦିନ ବନ୍ଦ ରହିବ ନାହିଁ, କାରଣ ସେଠାରେ କେବେ ହେଲେ ରାତି ହେବ ନାହିଁ। 26 ସେହି ନଗରକୁ ଜାତିସମୂହର ଐଶ୍ୱର୍ଯ୍ୟ ଓ ମହିମା ଅଣାଯିବ। 27 କୌଣସି ଅଶୁଚି ଜିନିଷ ତା’ ଭିତରେ ପ୍ରବେଶ କରିବ ନାହିଁ। ଲଜ୍ଜାପୂର୍ଣ୍ଣ କାର୍ଯ୍ୟ କରିବା ଲୋକ ଓ ମିଥ୍ୟା କହିବା ଲୋକ ତା’ ଭିତରେ ପଶିପାରିବେ ନାହିଁ। ମେଷଶାବକଙ୍କ ଜୀବନପୁସ୍ତକରେ ନାମ ଲେଖା ହୋଇଥିବା ଲୋକମାନେ ସେହି ନଗରୀ ଭିତରେ ପ୍ରବେଶ କରିବେ।
2010 by World Bible Translation Center