Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 122

ଦାଉଦ ମନ୍ଦିର ଯିବା ସମୟରେ ଗୀତ।

122 ମୁଁ ଖୁସୀ ହେଲି, ଯେତେବେଳେ ଲୋକମାନେ କହିଲେ,
    “ଗ୍ଭଲ ସଦାପ୍ରଭୁଙ୍କ ମନ୍ଦିରକୁ ଯିବା।”
ହେ ଯିରୁଶାଲମ!ଏହିଠାରେ ଆମ୍ଭେମାନେ ତୁମ୍ଭର ଫାଟକ ପାଖରେ ଠିଆ ହୋଇଅଛୁ।
ଯିରୁଶାଲମ ସହର ଭଳି ତିଆରି ହୋଇଅଛି,
    ଏହା ଦୃଢ଼ ଭାବରେ ଏବଂ କଠିନ ଭାବରେ ନିର୍ମିତ ହେବା ଉଚିତ୍।
ଏହା ହେଉଛି ଯେଉଁଠାରେ କି ଗୋଷ୍ଠୀବର୍ଗ ଆସନ୍ତି।
ସଦାପ୍ରଭୁଙ୍କର ଗୋଷ୍ଠୀବର୍ଗ ତାଙ୍କୁ ପ୍ରଶଂସା କରିବା ପାଇଁ ଏଠାକୁ ଆସନ୍ତି।
    ଇସ୍ରାଏଲକୁ ଏହିସବୁ କରିବା ପାଇଁ ଆଦେଶ ଦିଆହୁଏ।
ଦାଉଦଙ୍କ ପରିବାରର ରାଜାମାନେ ସେମାନଙ୍କର ସିଂହାସନ ଏଠାରେ ସ୍ଥାପନ କରିଥିଲେ।
    ସେମାନେ ସେଠାରେ ଲୋକମାନଙ୍କୁ ସୁବିଗ୍ଭର ଦେବା ପାଇଁ ସିଂହାସନ ସ୍ଥାପନ କଲେ।

ଯିରୁଶାଲମରେ ସୁଖ ସମୃଦ୍ଧି ପାଇଁ ପ୍ରାର୍ଥନା କର।
    “ମୁଁ ଆଶାକରେ ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ସେମାନେ ସେଠାରେ ଶାନ୍ତି ପାଇବେ।
ମୁଁ ଆଶାକରେ ସେଠାରେ ତୁମ୍ଭର ପବିତ୍ର ଗୃହ ଭିତରେ ଶାନ୍ତି ମିଳିବ।
    ମୁଁ ଆଶା କରେ ଯେ, ତୁମ୍ଭର ବିରାଟ ରାଜପ୍ରାସାଦରେ ନିରାପଦ ହେଉ।”

ମୋର ପରିବାର ଏବଂ ମୋର ପଡ଼ୋଶୀମାନଙ୍କର ମଙ୍ଗଳ ପାଇଁ
    ଯିରୁଶାଲମ, ତୁମ୍ଭର ଶାନ୍ତି ପାଇଁ ପ୍ରାର୍ଥନା କରେ।
ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କର ମନ୍ଦିରର ମଙ୍ଗଳ ନିମନ୍ତେ ମୁଁ ପ୍ରାର୍ଥନା କରେ ଯେ,
    ଯିରୁଶାଲମ ତୁମ୍ଭ ପାଇଁ ସବୁ ଉତ୍ତମ ଘଟୁ।

ଆଦିପୁସ୍ତକ 6:11-22

11-12 ପରମେଶ୍ୱର ପୃଥିବୀକୁ ନିରୀକ୍ଷଣ କଲେ ଓ ଦେଖିଲେ ଯେ, ପୃଥିବୀ ଭ୍ରଷ୍ଟାଗ୍ଭରିତା ହୋଇଅଛି। ସମସ୍ତ ସ୍ଥାନରେ ଅତ୍ୟାଗ୍ଭର ଥିଲା, ସବୁ ଲୋକମାନେ ମନ୍ଦ ଓ ନିଷ୍ଠୁର ହୋଇଛନ୍ତି। ପୃଥିବୀ ପୁରା ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଛି।

13 ତେଣୁ ପରମେଶ୍ୱର ନୋହଙ୍କୁ କହିଲେ, “ସମସ୍ତ ଲୋକ ପୃଥିବୀକୁ କ୍ରୋଧ ଓ ହିଂସାରେ ଛାରଖାର କରି ଦେଲେଣି। ତେଣୁ ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା। 14 ତୁମ୍ଭେ ଗୋଫର କାଠର ଗୋଟିଏ ଜାହାଜ ନିର୍ମାଣ କର। ତା’ ମଧ୍ୟରେ ନାନା କୋଠରୀ ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର।

15 “ସେହି ଜାହାଜଟିକୁ ଏହିପରି ନିର୍ମାଣ କର ଯେ, ଏହାର ଲମ୍ବ ଯେପରି 300 ହାତ, ପ୍ରସ୍ଥ ପଗ୍ଭଶ୍ ହାତ ଏବଂ ତାହାର ଉଚ୍ଚତା ତିରିଶ୍ ହାତ ହେବ। 16 ଉପରୁ ଏକ ହାତ ଛାଡ଼ି ଝରକା କରିବ। ସେହି ଜାହାଜର ପାର୍ଶ୍ୱରେ ଗୋଟିଏ ଦ୍ୱାର ରହିବ। ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ଚଟାଣ ବନାଇବ।

17 “ମୁଁ ଏକ ପ୍ରଳୟଙ୍କାରୀ ବନ୍ୟା ପୃଥିବୀ ଉପରେ ଆଣିବି। ଆକାଶ ତଳେ ଥିବା ସମସ୍ତ ଜୀବସତ୍ତାକୁ ଧ୍ୱଂସ କରିବି। ପୃଥିବୀର ସମସ୍ତ ପ୍ରାଣୀ ମରିବେ। 18 ମୁଁ ତୁମ୍ଭ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି କରିବି। ତୁମ୍ଭେ ତୁମ୍ଭର ସ୍ତ୍ରୀ ତୁମ୍ଭର ପୁତ୍ରମାନେ ଏବଂ ତୁମ୍ଭର ପୁତ୍ରମାନଙ୍କର ସ୍ତ୍ରୀମାନେ ସମସ୍ତେ ଜାହାଜକୁ ଯିବେ। 19 ପ୍ରାଣରକ୍ଷାର୍ଥେ ସର୍ବ ପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତ୍ତି ଆପଣା ସଙ୍ଗରେ ଧରି ଜାହାଜରେ ପ୍ରବେଶ କରିବ। 20 ସବୁପ୍ରକାର ପକ୍ଷୀ, ସର୍ବପ୍ରକାର ପଶୁ ଓ ସର୍ବ ପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତିରୁ ଗୋଟିଏ ଗୋଟିଏ ଦମ୍ପତ୍ତି ଜୀବନ ରକ୍ଷା ପାଇଁ ତୁମ୍ଭ ନିକଟକୁ ଆସିବେ। 21 ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସବୁପ୍ରକାର ଖାଦ୍ୟ ସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।”

22 ତହିଁରେ ନୋହ ସେହିପରି କଲେ। ନୋହ ପରମେଶ୍ୱରଙ୍କ ଆଜ୍ଞା ପାଳନ କଲେ।

ମାଥିଉ ଲିଖିତ ସୁସମାଗ୍ଭର 24:1-22

ମନ୍ଦିର ଧ୍ୱଂସ ବିଷୟରେ ଭବିଷ୍ୟ‌‌‌‌‌‌‌ଦ୍‌‌ବାଣୀ(A)

24 ଯୀଶୁ ମନ୍ଦିର ଛାଡ଼ି ବାହାରି ଆସିଲେ ଓ ଗ୍ଭଲି ଯାଉଥିଲେ। ସେହି ସମୟରେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ଭବନଗୁଡ଼ିକୁ ଦେଖାଇବା ପାଇଁ ତାହାଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ଏହି ଭବନଗୁଡ଼ିକୁ ତୁମ୍ଭେମାନେ ଦେଖି ପାରୁଛ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ସବୁତକ ଭବନ ଧ୍ୱଂସ ହୋଇଯିବ। ଏଥିର ଗୋଟିଏ ହେଲେ ପଥର ଅନ୍ୟଟି ଉପରେ ରହିପାରିବ ନାହିଁ। ସବୁତକ ପଥର ଅନ୍ୟଟି ଉପରେ ରହି ପାରିବ ନାହିଁ। ସବୁତକ ପଥର ଭୁଇଁ ଉପରେ କୁଢ଼େଇ ହୋଇ ପଡ଼ିବ।”

ପରେ ଯେତେବେଳେ ଯୀଶୁ ଜୀତପର୍ବତ ଉପରେ ବସି ଥିଲେ, ତାହାଙ୍କର ଶିଷ୍ୟମାନେ ସେ ଏକାନ୍ତରେ ଥିବା ସମୟରେ ତାହାଙ୍କ ପାଖକୁ ଆସିଲେ। ସେମାନେ ପଗ୍ଭରିଲେ, “ଆମ୍ଭକୁ କୁହନ୍ତୁ, ଏସବୁ ଘଟଣା କେବେ ଘଟିବ? କେଉଁ ସଙ୍କେତ ଦେଖାଇବ ଯେ ଆପଣଙ୍କ ପୁନର୍ବାର ଆସିବା ଓ ଜଗତର ଅନ୍ତ ହେବା ସମୟ ହେଲାଣି?”

ଯୀଶୁ ଉତ୍ତର ଦେଲେ, “ସାବଧାନ ହୁଅ! ତୁମ୍ଭମାନଙ୍କୁ ଯେପରି କେହି ପଥଭ୍ରଷ୍ଟ ନ କରେ। ମୁଁ ତୁମ୍ଭମାନଙ୍କୁ ଏ କଥା ଏଥିପାଇଁ କହୁଛି ଯେ, ଅନେକ ଲୋକ ମୋ’ ନାମରେ ଆସିବେ ଓ କହିବେ ‘ମୁଁ ନିଜେ ଖ୍ରୀଷ୍ଟ,’ ଓ ସେମାନେ ଅନେକ ଲୋକଙ୍କୁ ପଥଭ୍ରଷ୍ଟ କରିବେ। ତୁମ୍ଭେମାନେ ଯୁଦ୍ଧ ବିଷୟରେ ଓ ଯୁଦ୍ଧର ଗୁଜବ ବିଷୟରେ ଶୁଣିବ। କିନ୍ତୁ ଦେଖ! ଭୟ କରିବ ନାହିଁ। ଅନ୍ତକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ। ଗୋଟିଏ ଜାତି ଅନ୍ୟ ଜାତିର ବିରୁଦ୍ଧରେ ଓ ଗୋଟିଏ ରାଜ୍ୟ ଅନ୍ୟ ଗୋଟିଏ ରାଜ୍ୟ ବିରୁଦ୍ଧରେ ଠିଆ ହେବ। ବିଭିନ୍ନ ସ୍ଥାନରେ ଦୁର୍ଭିକ୍ଷ ପଡ଼ିବ ଓ ଭୂମିକମ୍ପ ହେବ। କିନ୍ତୁ ଏ ଘଟଣାଗୁଡ଼ିକ କେବଳ ପ୍ରଥମ ପ୍ରସବବେଦନା ଭଳି ହେବ।

“ସେତେବେଳେ ଲୋକେ ତୁମ୍ଭମାନଙ୍କ ପ୍ରତି ଖରାପ ବ୍ୟବହାର କରିବେ। ସେମାନେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ପାଇଁ ଧରାଇ ଦେବେ। ସେମାନେ ତୁମ୍ଭମାନଙ୍କୁ ମାରିଦେବେ। ତୁମ୍ଭେମାନେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ସମସ୍ତ ଦେଶର ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ। 10 ସେତେବେଳେ ଅନେକ ବିଶ୍ୱାସୀ ଲୋକ ବିଶ୍ୱାସ ହରେଇ ବସିବେ। ସେମାନେ ପରସ୍ପରର ବିରୋଧୀ ହେବେ ଓ ପରସ୍ପରକୁ ଘୃଣା କରିବେ। 11 ଅନେକ ଭଣ୍ଡ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ବାହାରିବେ। ସେମାନେ ଅନେକ ଲୋକଙ୍କୁ ଠକିବେ, ଓ ସେମାନଙ୍କ କଥାରେ ପଡ଼ି ଅନେକ ଲୋକ ଭୁଲ୍ କଥାରେ ବିଶ୍ୱାସ କରିବେ। 12 ସଂସାରରେ ମନ୍ଦ ବଢ଼ି ବଢ଼ି ଗ୍ଭଲିବ। ଅଧିକାଂଶ ବିଶ୍ୱାସୀ ଲୋକଙ୍କର ପରମେଶ୍ୱରଙ୍କ ପ୍ରେମ ଲୋପ ପାଇଯିବ। 13 କିନ୍ତୁ ଯେଉଁ ଲୋକ ଶେଷ ପର୍ଯ୍ୟନ୍ତ ଦୃଢ଼ ଭାବରେ ତିଷ୍ଠି ରହିବ ସେ ଉଦ୍ଧାର ପାଇବ। 14 ଈଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ସାରା ଜଗତରେ ପ୍ରଗ୍ଭରିତ ହେବ। ସମସ୍ତ ଦେଶର ଲୋକମାନେ ଏହା ଶୁଣିବେ। ତା’ପରେ ଅନ୍ତକାଳ ଆସିବ।

15 “ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଦାନିୟେଲ ‘ଧ୍ୱଂସ ସାଧକ ଭୟଙ୍କର ବସ୍ତୁ’ [a] ବିଷୟରେ କହିଲେ। ଏହି ଭୟଙ୍କର ବସ୍ତୁଟି ପବିତ୍ର ସ୍ଥାନରେ ଠିଆ ହୋଇଥିବାର ଦେଖାଯିବ।’’ (ଏହାକୁ ପ‌ଢ଼ୁଥିବା ଲୋକେ ଏହାର ଅର୍ଥ ବୁଝି ପାରିବା ଉଚିତ୍।) 16 “ସେତେବେଳେ ଯିହୂଦାର ଲୋକମାନେ ପର୍ବତ ଆଡ଼କୁ ପଳେଇଯିବା ଉଚିତ୍। 17 ସେତେବେଳେ କୌଣସି ଜିନିଷ ପାଇଁ ତିଳେ ହେଲେ ସମୟ ନଷ୍ଟ କରିବା ଉଚିତ୍ ନୁହେଁ। ସେତେବେଳେ ଘରର ଛାତ ଉପରେ ଥିବା ଲୋକ ଘରୁ କୌଣସି ଜିନିଷ ପାଇବା ପାଇଁ ତଳକୁ ଓହ୍ଲେଇ ନ ଆସୁ। 18 ଜମିରେ ଥିବା ବ୍ୟକ୍ତି ନିଜର ଗ୍ଭଦର ଆଣିବାକୁ ଫେରି ନ ଯାଉ।

19 “ଯେଉଁ ମହିଳାମାନେ ଗର୍ଭବତୀ ଥିବେ, କି ଯାହା କୋଳରେ ଶିଶୁଟିଏ ଥିବ ସେମାନେ ଏହି ସମୟରେ ବହୁତ କଷ୍ଟ ଭୋଗିବେ। 20 କିନ୍ତୁ ପ୍ରାର୍ଥନା କର ଯେ ଶୀତଦିନ କି ବିଶ୍ରାମ ଦିବସ [b]ରେ ଏଗୁଡ଼ିକ ନ ଘଟୁ ଯେପରି ତୁମ୍ଭକୁ ପଳାଇବାକୁ ନ ପଡ଼େ। 21 କାରଣ ସେତେବେଳେ ଏତେ ଅଧିକ ବିପଦ ଆସିବ ଯେ ସେଭଳି ବିପଦ ସୃଷ୍ଟିର ଆରମ୍ଭ କାଳରୁ ଏ ପର୍ଯ୍ୟନ୍ତ ଆସି ନାହିଁ କି ଭବିଷ୍ୟତରେ ଆସିବ ନାହିଁ।

22 “ପରମେଶ୍ୱର ଏହି ବିପଦପୂର୍ଣ୍ଣ ସମୟକୁ କମେଇ ଦେବାକୁ ସ୍ଥିର କରିଛନ୍ତି, ନ ହେଲେ କେହି ବଞ୍ଚି ରହି ପାରିବେ ନାହିଁ। କିନ୍ତୁ ପରମେଶ୍ୱର ଯେଉଁମାନଙ୍କୁ ବାଛିଛନ୍ତି, କେବଳ ସେହିମାନଙ୍କ ପାଇଁ ସେହି ସମୟକୁ କମେଇ ଦେଇଛନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center