Revised Common Lectionary (Semicontinuous)
ଦାଉଦଙ୍କ ରଚିତ ଏକ ଆରୋହଣ ଗୀତ।
124 ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ ତେବେ ଆମ୍ଭମାନଙ୍କ ପ୍ରତି କ’ଣ ହୋଇଥା’ନ୍ତା?
ଇସ୍ରାଏଲ ଆମ୍ଭମାନଙ୍କୁ ଉତ୍ତର ଦିଅ।
2 କ’ଣ ହୋଇଥା’ନ୍ତା ଆମ୍ଭମାନଙ୍କର ଯଦି ସଦାପ୍ରଭୁ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ।
ଯେତେବେଳେ ଆମ୍ଭ ପ୍ରତିପକ୍ଷଗଣ ଆମ୍ଭମାନଙ୍କୁ ଆକ୍ରମଣ କରିଥିଲେ?
3 ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ
ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ।
4 ଆମ୍ଭମାନଙ୍କ ଶତ୍ରୁ ସୈନ୍ୟମାନେ ଆମ୍ଭମାନଙ୍କୁ
ଜଳରାଶି ପରି ମଗ୍ନ କରିଥା’ନ୍ତେ।
ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା।
5 ଗର୍ଜୁଥିବା ଜଳରାଶି ଆମ୍ଭକୁ
ବୁଡ଼ାଇ ଦେଇଥା’ନ୍ତା।
6 ସଦାପ୍ରଭୁଙ୍କର ପ୍ରଶଂସା କର।
ସେ ଆମ୍ଭମାନଙ୍କୁ ସେମାନଙ୍କର ଦାନ୍ତର ଶିକାର ହେବାକୁ ଦେଇ ନାହାନ୍ତି।
7 ଆମ୍ଭେମାନେ ହେଉଛୁ ଜାଲରେ ପଡ଼ିଥିବା ଚଢ଼େଇମାନଙ୍କ ପରି, ଯେଉଁମାନେ ଜାଲରୁ ରକ୍ଷା ପାଇଥା’ନ୍ତି।
ତା’ପରେ ଜାଲ ଛିଣ୍ଡିଗଲା ଓ ଆମ୍ଭେମାନେ ରକ୍ଷା ପାଇଗଲୁ।
8 ଆମ୍ଭମାନଙ୍କର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିଲା,
ଯିଏ ସ୍ୱର୍ଗ ଓ ପୃଥିବୀକୁ ନିର୍ମାଣ କଲେ।
ବନ୍ୟା ଶେଷରେ
8 ପରମେଶ୍ୱର ନୋହ ଏବଂ ତାଙ୍କ ସହିତ ଜାହାଜରେ ଥିବା ସମସ୍ତ ଜୀବିତ ପ୍ରାଣୀକୁ ମନେ ପକାଇଲେ। ପରମେଶ୍ୱର ପୃଥିବୀ ଉପରେ ପବନ ବୁହାଇଲେ ଏବଂ ବନ୍ୟା ଜଳ କମିଗଲା।
2 ଆକାଶରୁ ବର୍ଷା ପଡ଼ିବା ବନ୍ଦ ହୋଇଗଲା ଏବଂ ଧରିତ୍ରୀ ତଳେ ଜଳସ୍ରୋତ ବନ୍ଦ ହୋଇଗଲା। ଆକାଶସ୍ଥ ଦ୍ୱାର ସକଳ ବନ୍ଦ ହୋଇଗଲା। 3-4 ପୃଥିବୀକୁ ଆଚ୍ଛାଦନ କରିଥିବା ପାଣି ତଳକୁ ତଳକୁ ଗ୍ଭଲିଗଲା। ଏବଂ 150 ଦିନ ପରେ ଜଳପତ୍ତନ ଧୀରେ ଧୀରେ କମିଗଲା। ଏହା ପରେ ସପ୍ତଦଶ ମାସର ସପ୍ତଦଶ ଦିନରେ ଆରାରଟ୍ ପର୍ବତ ଉପରେ ଜାହାଜ ଲାଗି ରହିଲା। 5 ଏହିପରି ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ କମିଲା। ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।
6 ଏହା ପରେ ଆହୁରି ଗ୍ଭଳିଶ୍ ଦିନ ଯିବାପରେ ନୋହ ଜାହାଜର ଝରକା ଫିଟାଇ ଦେଲେ। 7 ତା’ପରେ ନୋହ ଏକ କାଉକୁ ଆକାଶ ଉପରେ ଉଡ଼ାଇ ଦେଲେ। ସେହି କାଉଟି ପାଣି ଛାଡ଼ି ଭୂମି ଶୁଖିବା ପର୍ଯ୍ୟନ୍ତ ଏକ ସ୍ଥାନରୁ ଅନ୍ୟ ସ୍ଥାନକୁ ଉଡ଼ିଲା। 8 ପୁନଶ୍ଚ ନୋହ ଏକ କପୋତକୁ ଛାଡ଼ିଲେ, ଜାଣିବା ପାଇଁ ସବୁ ଜଳ ପୃଥିବୀରୁ ଶୁଖି ଗଲାଣି କି ନାହିଁ।
9 ସେହି କପୋତଟି କୌଣସିଠାରେ ବିଶ୍ରାମ ନେବାକୁ ସ୍ଥାନ ନ ପାଇ ଫେରି ଆସିଲା। କାରଣ ସେ ପର୍ଯ୍ୟନ୍ତ ପୃଥିବୀ ଉପରେ ଜଳରାଶି ବୁଡ଼ି କରିଥିଲା। ନୋହ ହାତ ବଢ଼ାଇ କପୋତକୁ ଧରି ଜାହାଜ ମଧ୍ୟକୁ ନେଲେ।
10 ସାତ ଦିନ ପରେ, ନୋହ ଜାହାଜରୁ ପୂନର୍ବାର କପୋତକୁ ପଠାଇଲେ। 11 ସେହି ଦିନ ସନ୍ଧ୍ୟା ସମୟରେ ସେହି କପୋତଟି ତା’ର ଥଣ୍ଟରେ ଏକ ତାଜା ଜୀତ ଅଲିଭ୍ ଗଛର ପତ୍ର ଧରି ଆସିଥିଲା। ନୋହ ଏଥିରୁ ଜାଣିଲେ ଯେ ପୃଥିବୀ ଉପରୁ ଜଳ କ୍ରମଶଃ ଛାଡ଼ି ଯାଇଅଛି। 12 ସାତ ଦିନ ଗଲାପରେ ନୋହ ଜାହାଜରୁ ପୂନର୍ବାର କପୋତକୁ ପଠାଇଲେ। କିନ୍ତୁ କପୋତ ଆଉ ଫେରିଲା ନାହିଁ।
13 ଏହା ପରେ, ନୋହ ଜାହାଜର ଦ୍ୱାର ଖୋଲିଲେ। ନୋହ ଦେଖିଲେ ଯେ, ଭୂମି ପୁରା ଶୁଖି ଯାଇଛି। ଏହା ଥିଲା ପ୍ରଥମ ମାସର ପ୍ରଥମ ଦିବସ। ନୋହଙ୍କୁ ସେତେବେଳେ 601 ବର୍ଷ ହୋଇଥିଲା। 14 ଦ୍ୱିତୀୟ ମାସର ଶତାଇଶ ଦିନ ବେଳକୁ ଭୂମି ପୁରା ଶୁଖି ଯାଇଥିଲା
15 ଏହା ପରେ ପରମେଶ୍ୱର ନୋହଙ୍କୁ କହିଲେ, 16 “ଜାହାଜକୁ ପରିତ୍ୟାଗ କର, ତୁମ୍ଭେ ତୁମ୍ଭର ସ୍ତ୍ରୀ, ତୁମ୍ଭର ପୁତ୍ର ଓ ପୁତ୍ରବଧୂମାନଙ୍କୁ ବାହାରି ଆସିବାକୁ କୁହ 17 ତୁମ୍ଭ ସହିତ ସମସ୍ତ ପଶୁଗୁଡ଼ିକୁ ବାହାର କରିଆଣ। ସମସ୍ତ ପଶୁ, ସମସ୍ତ ପକ୍ଷୀ, ସମସ୍ତ ଭୂଚର ପ୍ରାଣୀ ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ। ପୁଣି ପୃଥିବୀ ଫଳବନ୍ତ ହେଉ।”
18 ତେଣୁ ନୋହ ତାଙ୍କର ସ୍ତ୍ରୀ, ତାଙ୍କର ପୁତ୍ର ଓ ପୁତ୍ରବଧୂମାନଙ୍କ ସହିତ ବାହାରକୁ ପଳାଇ ଆସିଲେ। 19 ସମସ୍ତ ପଶୁ ଏବଂ ଭୂମିରେ ଗୁରୁଣ୍ଡୁଥିବା ଜୀବିତ ପ୍ରାଣୀମାନେ ଏବଂ ସମସ୍ତ ପକ୍ଷୀ ତାଙ୍କର ପରିବାର ସହିତ ଜାହାଜରୁ ବାହାରି ଆସିଲେ।
ପାପ ପାଇଁ ମୃତ, କିନ୍ତୁ ଖ୍ରୀଷ୍ଟଙ୍କ ପ୍ରତି ଜୀବିତ
6 ତା’ହେଲେ ତୁମ୍ଭେମାନେ ଭାବୁଛ ଯେ ଆମ୍ଭେ ସର୍ବଦା ପାପ କରି ଗ୍ଭଲି ଥିବା ଯାହା ପାଇଁ ପରମେଶ୍ୱର ଆମ୍ଭକୁ ଆହୁରି ଅଧିକ ଅନୁଗ୍ରହ ପ୍ରଦାନ କରିବେ? 2 ନା! ଆମ୍ଭେ ଆମ୍ଭର ପୁରାତନ ପାପ ପୂର୍ଣ୍ଣ ଜୀବନ ପ୍ରତି ମରିଯାଇଛୁ। ତା’ହେଲେ ଆମ୍ଭେ ଆଉ ପାପ କରି ଗ୍ଭଲିପାରିବା କି? 3 ତୁମ୍ଭେମାନେ କ’ଣ ମନେ ରଖିଛ କି ଯେତେବେଳେ ଆମ୍ଭେ ସମସ୍ତେ ବାପ୍ତିଜିତ ହେଲୁ, ସେତେବେଳେ ଯୀଶୁ ଖ୍ରୀଷ୍ଟଙ୍କର ଅଂଶ ହୋଇଗଲୁ। ଆମ୍ଭର ବାପ୍ତିଜିତ ହେବାରେ ଆମ୍ଭେ ତାହାଙ୍କର ମୃତ୍ୟୁର ମଧ୍ୟ ଭାଗୀଦାର ହେଲୁ। 4 ଅତଏବ ଆମ୍ଭେ ଯେତେବେଳେ ବାପ୍ତିଜିତ ହେଲୁ, ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ଭିତରେ ସମାଧି ପ୍ରାପ୍ତ ହୋଇଗଲୁ ଓ ତାହାଙ୍କ ମୃତ୍ୟୁର ଭାଗୀଦାର ହେଲୁ। ଖ୍ରୀଷ୍ଟଙ୍କ ସହିତ କବରସ୍ଥ ହେବା ଦ୍ୱାରା ଆମ୍ଭେ ପୁନରୁତ୍ଥିତ ହୋଇ ନୂତନ ଜୀବନଯାପନ କରିବା। ପରମପିତାଙ୍କର ଆଶ୍ଚର୍ଯ୍ୟ ଶକ୍ତି ଦ୍ୱାରା ଯେପରି ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେଲେ, ସେହିଭଳି ଏହା ଘଟିଲା।
5 ଖ୍ରୀଷ୍ଟ ମୃତ୍ୟୁ ବରଣ କଲେ ଓ ଆମ୍ଭେ ମଧ୍ୟ ମୃତ୍ୟୁ ଦ୍ୱାରା ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇଛୁ। ଖ୍ରୀଷ୍ଟ ମୃତ୍ୟୁରୁ ଜୀବିତ ହେବା ଭଳି ଆମ୍ଭେ ମଧ୍ୟ ମୃତ୍ୟୁରୁ ଜୀବିତ ହୋଇ ତାହାଙ୍କ ସହିତ ସଂଯୁକ୍ତ ହେବା। 6 ଆମ୍ଭେ ଜାଣୁ ଯେ, ଆମ୍ଭର ପୂର୍ବ ଜୀବନ ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପରେ ତାହାଙ୍କ ସହିତ ମୃତ ହୋଇ ଯାଇଛି। ଆମ୍ଭର ପାପପୂର୍ଣ୍ଣ ଶରୀର ଆମ୍ଭ ଉପରେ ରାଜତ୍ୱ ନ କରିବା ପାଇଁ ଏପରି ଘଟିଲା। ତା’ପରେ ଆମ୍ଭେ ପାପର ଦାସ ହେବୁ ନାହିଁ। 7 ଯେଉଁ ଲୋକ ମରିଯାଇଛି, ସେ ପାପର ଦାସତ୍ୱରୁ ମୁକ୍ତ ହୋଇ ଯାଇଛି।
8 ଆମ୍ଭେ ଯଦି ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁବରଣ କରିଛୁ, ତା’ହେଲେ ଜାଣୁ ଯେ ଆମ୍ଭେ ମଧ୍ୟ ତାହାଙ୍କ ସହିତ ଜୀବିତ ରହିବା। 9 ଖ୍ରୀଷ୍ଟ ମୃତ୍ୟୁରୁ ଉଠିଥିଲେ ଓ ଆମ୍ଭେ ଜାଣୁ ଯେ ସେ ପୁନଃ ମରିବେ ନାହିଁ। ଏବେ ମୃତ୍ୟୁର ତାଙ୍କ ଉପରେ ଆଉ କୌଣସି କର୍ତ୍ତୃତ୍ୱ ନାହିଁ। 10 ଯେତେବେଳେ ଖ୍ରୀଷ୍ଟ ମୃତ୍ୟୁ କଲେ, ସେ ପାପର ଶକ୍ତିକୁ ଥରେ ମାତ୍ର ହରାଇବା ପାଇଁ ମୃତ୍ୟୁ କଲେ, ଏହା ସବୁ ଦିନ ପାଇଁ ଯଥେଷ୍ଟ ଥିଲା। ଏବେ ସେ ଯେଉଁ ଜୀବନଯାପନ କରନ୍ତି ତାହା ପରମେଶ୍ୱରଙ୍କ ପାଇଁ କରନ୍ତି। 11 ସେହିଭଳି ତୁମ୍ଭେମାନେ ମଧ୍ୟ ପାପର ଶକ୍ତି ବିଷୟରେ ନିଜକୁ ମୃତ ବୋଲି ଭାବିବା ଉଚିତ୍। ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ପାଇଁ ଜୀବିତ ବୋଲି ଅନୁଭବ କର।
2010 by World Bible Translation Center