Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 124

ଦାଉଦଙ୍କ ରଚିତ ଏକ ଆରୋହଣ ଗୀତ।

124 ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ ତେବେ ଆମ୍ଭମାନଙ୍କ ପ୍ରତି କ’ଣ ହୋଇଥା’ନ୍ତା?
    ଇସ୍ରାଏଲ ଆମ୍ଭମାନଙ୍କୁ ଉତ୍ତର ଦିଅ।
କ’ଣ ହୋଇଥା’ନ୍ତା ଆମ୍ଭମାନଙ୍କର ଯଦି ସଦାପ୍ରଭୁ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ।
    ଯେତେବେଳେ ଆମ୍ଭ ପ୍ରତିପକ୍ଷଗଣ ଆମ୍ଭମାନଙ୍କୁ ଆକ୍ରମଣ କରିଥିଲେ?
ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ
    ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ।
ଆମ୍ଭମାନଙ୍କ ଶତ୍ରୁ ସୈନ୍ୟମାନେ ଆମ୍ଭମାନଙ୍କୁ
    ଜଳରାଶି ପରି ମଗ୍ନ କରିଥା’ନ୍ତେ।
    ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା।
ଗର୍ଜୁଥିବା ଜଳରାଶି ଆମ୍ଭକୁ
    ବୁଡ଼ାଇ ଦେଇଥା’ନ୍ତା।

ସଦାପ୍ରଭୁଙ୍କର ପ୍ରଶଂସା କର।
    ସେ ଆମ୍ଭମାନଙ୍କୁ ସେମାନଙ୍କର ଦାନ୍ତର ଶିକାର ହେବାକୁ ଦେଇ ନାହାନ୍ତି।

ଆମ୍ଭେମାନେ ହେଉଛୁ ଜାଲରେ ପଡ଼ିଥିବା ଚଢ଼େଇମାନଙ୍କ ପରି, ଯେଉଁମାନେ ଜାଲରୁ ରକ୍ଷା ପାଇଥା’ନ୍ତି।
    ତା’ପରେ ଜାଲ ଛିଣ୍ଡିଗଲା ଓ ଆମ୍ଭେମାନେ ରକ୍ଷା ପାଇଗଲୁ।
ଆମ୍ଭମାନଙ୍କର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିଲା,
    ଯିଏ ସ୍ୱର୍ଗ ଓ ପୃଥିବୀକୁ ନିର୍ମାଣ କଲେ।

ଆଦିପୁସ୍ତକ 9:1-17

ନୂତନର ଆରମ୍ଭ

ପରମେଶ୍ୱର ନୋହ ଏବଂ ତାଙ୍କର ପୁତ୍ରମାନଙ୍କୁ ଆଶୀର୍ବାଦ କଲେ। ପରମେଶ୍ୱର ସେମାନଙ୍କୁ କହିଲେ, “ବହୁ ସନ୍ତାନ ଜନ୍ମ କର, ଲୋକ ଦ୍ୱାରା ପୃଥିବୀକୁ ପୂର୍ଣ୍ଣ କର। ପୃଥିବୀରେ ସମସ୍ତ ପଶୁ, ଆକାଶର ସମସ୍ତ ପକ୍ଷୀ ଭୂଚର ସମସ୍ତ ପ୍ରାଣୀ, ଏବଂ ସମୁଦ୍ର ମଧ୍ୟରେ ଥିବା ସମସ୍ତ ମତ୍ସ୍ୟ ତୁମ୍ଭମାନଙ୍କୁ ଭୟ କରିବେ। ସମସ୍ତ ଜୀବ ତୁମ୍ଭ ନିୟନ୍ତ୍ରଣରେ ରହିବେ। ମୁଁ ତୁମ୍ଭକୁ ସବୁଜ ବୃକ୍ଷ ପରି ଦେଇଥିଲି। ବର୍ତ୍ତମାନ ପ୍ରତ୍ୟେକ ପଶୁ ତୁମ୍ଭର ଖାଦ୍ୟ ହେବ। ମୁଁ ଯାହାସବୁ ପୃଥିବୀରେ ଦେଇଛି ତାହା ସବୁ ତୁମ୍ଭର। କିନ୍ତୁ, ମୁଁ ତୁମ୍ଭମାନଙ୍କୁ ଏକ ନିର୍ଦ୍ଦେଶ ଦେବି। ତୁମ୍ଭେ କୌଣସି ପ୍ରାଣୀର ସରକ୍ତ ମାଂସ ଖାଇବ ନାହିଁ। କାରଣ ରକ୍ତରେ ଜୀବନ ଅଛି। ମୁଁ ରକ୍ତ ପାତ ଦ୍ୱାରା ଦଣ୍ଡିତ କରିବି, ତାହା ପ୍ରାଣୀ ଦ୍ୱାରା ହେଉ ବା ଲୋକମାନଙ୍କ ଦ୍ୱାରା। ଯଦି ଲୋକମାନେ ପରସ୍ପରକୁ ହତ୍ୟା କରନ୍ତି, ମୁଁ ରକ୍ତପାତ ଦ୍ୱାରା ଦଣ୍ଡିତ କରିବି।

“ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ତିଆରି କରିଛନ୍ତି।
    ତେଣୁ ଯେକେହି ମନୁଷ୍ୟକୁ ହତ୍ୟା କରିବ, ସେ ନିଶ୍ଚିତ ଅନ୍ୟ ମନୁଷ୍ୟ ଦ୍ୱାରା ମରାଯିବ।

“ନୋହ, ତୁମ୍ଭର ଓ ତୁମ୍ଭ ପିଲାମାନଙ୍କର ନିଶ୍ଚୟ ବହୁତ ପିଲାପିଲି ହେବ। ତୁମ୍ଭେମାନେ ପୃଥିବୀକୁ ମନୁଷ୍ୟରେ ପରିପୂର୍ଣ୍ଣ କରିବ।”

ଏହା ପରେ ପରମେଶ୍ୱର ନୋହ ଏବଂ ତାଙ୍କର ପୁତ୍ରମାନଙ୍କୁ କହିଲେ, “ମୁଁ ବର୍ତ୍ତମାନ ତୁମ୍ଭ ପାଇଁ ଏବଂ ତୁମ୍ଭ ପରେ ରହୁଥିବା ଲୋକମାନଙ୍କ ପାଇଁ ପ୍ରତିଜ୍ଞା କରୁଛି। 10 ଆମ୍ଭେ ଆମ୍ଭର ପ୍ରତିଜ୍ଞା କରିବା ସମସ୍ତ ପକ୍ଷୀ, ସମଗ୍ର ଗୃହପାଳିତ ପଶୁ, ଏବଂ ସମସ୍ତ ପଶୁମାନେ ଯେଉଁସବୁ ତୁମ୍ଭ ସହିତ ଜାହାଜରୁ ବାହାରି ଥିଲେ। ଆମ୍ଭେ ଆମ୍ଭର ପ୍ରତିଜ୍ଞା ସମସ୍ତ ପୃଥିବୀସ୍ଥ ଜୀବନ୍ତ ପ୍ରାଣୀଙ୍କ ପାଇଁ କରିବା। 11 ଏହା ଆମ୍ଭର ତୁମ୍ଭମାନଙ୍କ ପାଇଁ ପ୍ରତିଜ୍ଞା ସମସ୍ତ ଜୀବନ ପୃଥିବୀ ଉପରିସ୍ଥ ବନ୍ୟାରେ ଧ୍ୱଂସ ପାଇଥିଲା। କିନ୍ତୁ ଏପରି ପ୍ରଳୟ ଆଉ ପୁନରାୟ ହେବ ନାହିଁ। ଏହରି ବନ୍ୟା ଦ୍ୱାରା ଆଉ କଦାପି ପୃଥିବୀରୁ ଜୀବନ ସତ୍ତା ବିନାଶ ହେବ ନାହିଁ।”

12 ଏବଂ ପରମେଶ୍ୱର କହିଲେ, “ମୁଁ ତୁମ୍ଭମାନଙ୍କୁ କିଛି ପ୍ରମାଣ ଦେବି ଯେ ମୁଁ ତୁମ୍ଭମାନଙ୍କ ସହିତ ପ୍ରତିଜ୍ଞା କରିଅଛି। ଏହି ଚିହ୍ନ ତୁମ୍ଭକୁ ଦେଖାଇବ ଯେ ମୁଁ ତୁମ୍ଭମାନଙ୍କ ସହିତ ଏବଂ ପ୍ରତ୍ୟେକ ଜୀବନ୍ତ ପ୍ରାଣୀମାନଙ୍କ ସହିତ ନିୟମ କରିଅଛି। ଏହି ନିୟମ ସବୁଦିନ ପାଇଁ ସ୍ଥାୟୀ ହେବ। ଏହା ହିଁ ତୋରଣ ପ୍ରମାଣ। 13 ମୁଁ ମୋହର ମେଘଧନୁ ମେଘରେ ସ୍ଥାପନ କରିଅଛି। ତାହା ପୃଥିବୀ ସହିତ ମୋର ଚୁକ୍ତିର ଚିହ୍ନ ହେବ। 14 ଯେତେବେଳେ ମୁଁ ପୃଥିବୀ ଉପରେ ମେଘ ସଞ୍ଚାର କରିବି, ସେତେବେଳେ ସେହି ମେଘଧନୁ ମେଘରେ ଦେଖାଯିବ। 15 ମୁଁ ଯେତେବେଳେ ମେଘଧନୁକୁ ଦେଖେ ସେତେବେଳେ ମୁଁ ତୁମ୍ଭ ସହିତ ଓ ଅନ୍ୟାନ୍ୟ ସଜୀବ ପ୍ରାଣୀମାନଙ୍କ ସହିତ ହୋଇଥିବା ଚୁକ୍ତିକୁ ମନେ ପକାଇବି। ସେହି ଚୁକ୍ତି କହେ ଯେ, ଭବିଷ୍ୟତରେ ଏପରି ବନ୍ୟାରେ ସମସ୍ତେ ବିନାଶ ହେବେ ନାହିଁ। 16 ପୁଣି ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା। ତହିଁରେ ପୃଥିବୀସ୍ଥ ସମସ୍ତ ସଜୀବ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ମୁଁ ସ୍ମରଣ କରିବି।”

17 ତେଣୁ ସଦାପ୍ରଭୁ ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସ ବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ଚୁକ୍ତି ସ୍ଥିର କରିଅଛୁ, ତହିଁରେ ମେଘଧନୁ ଏହି ଚିହ୍ନ ହେବ।”

ଏବ୍ରୀ 11:32-40

32 ମୁଁ ଅଧିକ ଆଉ କ’ଣ କହିବି, ଓ କି ଉଦାହରଣମାନ ପ୍ରସ୍ତୁତ କରିବି? ଗିଦିୟୋନ, ବାରାକ, ଶା‌ମ୍‌ଶୋନ୍, ଯିପ୍ତହ ଦାଉଦ, ଶାମୁୟେଲ, ଓ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ବିଷୟରେ କହିବା ପାଇଁ ମୋ’ ପାଖରେ ଅଧିକ ସମୟ ନାହିଁ, 33 ସେ ସମସ୍ତଙ୍କର ବହୁତ ଅଧିକ ବିଶ୍ୱାସ ଥିଲା। ସେହି ବିଶ୍ୱାସ ବଳରେ ସେମାନେ ସାମ୍ରାଜ୍ୟଗୁଡ଼ିକୁ ପରାସ୍ତ କରିଥିଲେ। ସେମାନ ସମସ୍ତେ ଧାର୍ମିକ କାର୍ଯ୍ୟ କଲେ, ପରମେଶ୍ୱରଙ୍କ ପ୍ରତିଜ୍ଞାର ବିଷୟ ଗୁଡ଼ିକ ପାଇଲେ। ସେମାନେ ନିଜ ବିଶ୍ୱାସ ଦ୍ୱାରା ସିଂହମାନଙ୍କର ମୁହଁ ବନ୍ଦ କଲେ। 34 ସେହି ବିଶ୍ୱାସ ବଳରେ କେତେ ଜଣ ଅଗ୍ନିର ଶକ୍ତି ବନ୍ଦ କଲେ, ଓ କେତେ ଲୋକ ଖ‌‌ଡ଼୍‌ଗ ଦ୍ୱାରା ମରିବାରୁ ରକ୍ଷା ପାଇଲେ। ବିଶ୍ୱାସ କାରଣରୁ ଦୁର୍ବଳ ଲୋକ ଶକ୍ତିଶାଳୀ ହେଲେ। ସେମାନେ ଯୁଦ୍ଧରେ ଶକ୍ତିଶାଳୀ ହୋଇ ଶତ୍ରୁ ସେନାଙ୍କୁ ପରାସ୍ତ କଲେ। 35 ମୃତ୍ୟୁରୁ ଲୋକମାନେ ପୁନର୍ଜୀବିତ ହୋଇ ପରିବାରରେ ନିଜ ନାରୀମାନଙ୍କ ପାଖକୁ ଗଲେ। ଅନ୍ୟ ଲୋକମାନଙ୍କୁ ଯାତନା ଦିଆ ହେଲା, ସେମାନେ ସ୍ୱାଧୀନ ହେବାକୁ ଗ୍ଭହିଁଲେ ନାହିଁ କାରଣ ସେମାନେ ମୃତ୍ୟୁରୁ ପୁନର୍ଜୀବନ ଲାଭ କରି ଗୋଟିଏ ଅଧିକ ଭଲ ଜୀବନ ପାଇ ପାରିବେ ବୋଲି ଭାବି ଏହିସବୁ କାର୍ଯ୍ୟ କରିଥିଲେ। 36 କେତେ ଲୋକ ହାସ୍ୟର ପାତ୍ର ହେଲେ ଓ କୋରଡ଼ା ଆଘାତ ପାଇଲେ। ଅନ୍ୟମାନେ ବନ୍ଧା ହେଲେ, ଓ ବନ୍ଦୀଘରେ ରଖା ଗଲେ। 37 ସେମାନଙ୍କୁ ପଥର ମାରି ଦିଆ ହେଲା, ଓ କରତରେ ଦୁଇଫାଳ କରି ଚିରି ଦିଆ ହେଲା। କେତେକଙ୍କୁ ଖ‌‌ଡ଼୍‌ଗଦ୍ୱାରା ମାରି ଦିଆ ହେଲା। ସେମାନଙ୍କ ଭିତରୁ କେତେ ଜଣ ମେଷ ଓ ଛେଳିର ଚମଡ଼ା ପିନ୍ଧିଲେ। ସେମାନେ ଗରିବ ଥିଲେ, ନିର୍ଯ୍ୟାତିତ ହେଲେ, ଓ ଅନ୍ୟମାନଙ୍କ ଦ୍ୱାରା ମନ୍ଦ ବ୍ୟବହାର ପାଇଲେ। 38 ଏହି ମହାନ୍ ଲୋକମାନଙ୍କ ଲାଗି ପୃଥିବୀ ଉପଯୁକ୍ତ ନ ଥିଲା। ସେମାନେ ମରୁଭୂମିରେ ଓ ପାହାଡ଼ରେ ବୁଲିଲେ ଓ ଗୁମ୍ପା ଏବଂ ଭୂମିରେ ଥିବା ଗାତମାନଙ୍କରେ ନିଜକୁ ଲୁଗ୍ଭଇ ରଖିଲେ।

39 ଏହି ସମସ୍ତ ଲୋକମାନେ ନିଜର ବିଶ୍ୱାସ ପାଇଁ ଜଣା ଶୁଣା। କିନ୍ତୁ ଏମାନଙ୍କ ଭିତରୁ କେହିହେଲେ ପରମେଶ୍ୱରଙ୍କ ମହାନ୍ ପ୍ରତିଜ୍ଞା ପାଇପାରି ନ ଥିଲେ। 40 ପରମେଶ୍ୱର ଆମ୍ଭକୁ କିଛି ଅପେକ୍ଷାକୃତ ଭଲ ଦେବା ପାଇଁ ଯୋଜନା କରିଥିଲେ। ପରମେଶ୍ୱରଙ୍କ ଯୋଜନା ଥିଲା ଯେ, ସେମାନେ କେବଳ ଆମ୍ଭ ସହିତ ପରିପୂର୍ଣ୍ଣ ହେବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center